ବନ୍ଦ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ବାରିଆଳି ଗାଁରେ ବନ୍ଦ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ହେଲେ ଖୀର ସଗ୍ରୀଆ। ପାରିବାରିକ କଳହରୁ ସ୍ୱାମୀ ହତ୍ୟା କରିଥିବା ସନ୍ଦେହ କରୁଛନ୍ତି ସ୍ଥାନୀୟ ଲୋକେ। କିଛି ମାସ ପୂର୍ବରୁ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହେବା ପରେ ତୁରେକେଲା ଥାନାକୁ କଥା ଯାଇଥିଲା। ଥାନାରେ ଦୁଇ ଜଣଙ୍କ ମଧ୍ୟରେ ଆପୋଷ ବୁଝାମଣା ହୋଇଥିଲା।

powered by social2s