ଭୁବନେଶ୍ୱର: ଭୁବନେଶ୍ୱର ଲକ୍ଷ୍ମୀସାଗର ଅଂଚଳରେ ଥିବା ମଳିହତା ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମୃତକଙ୍କ ପରିଚୟ ମିଳିନାହିଁ। ସ୍ଥାନୀୟ ଲୋକ ମୃତଦେହ ପୋଖରୀରେ ଭାସୁଥିବା ଦେଖିଥିଲେ। ଘଟଣାସ୍ଥଳରେ ଲକ୍ଷ୍ମୀସାଗର ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା କି ଆତ୍ମହତ୍ୟା ଜଣାପଡ଼ିନାହିଁ।
powered by social2s

