ବ୍ରହ୍ମପୁର: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନେଷ୍ଟବଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଣେ କନଷ୍ଟେବଲଙ୍କ ଘରେ ଏହି ରେଡ୍ ହୋଇଛି । ବ୍ରହ୍ମପୁର ପୋଲିସ କନଷ୍ଟେବଲ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ତିନୋଟି ସ୍ଥାନରେ ଚାଲିଛି ଚଢ଼ାଉ।ଚଢ଼ାଉ ବେଳେ ତାଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ମିଳିଥିବା ସୂଚନା ମିଳିଛି। ଜଣେ ଅତିରିକ୍ତ ଏସପି, ଦୁଇ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡିରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି । ତେବେ ସୁଦର୍ଶନ ପ୍ରଧାନ ଆୟଠୁ କେତେ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି ଚଢ଼ାଉ ସରିବା ପରେ ଜଣା ପଡ଼ିବ।
powered by social2s