ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବେଲପଡା ବ୍ଲକ ବାଗଡୋର ପଞ୍ଚାୟତ ର ସମିତି ସଭ୍ୟାଙ୍କ ସ୍ବାମୀଙ୍କୁ ଗୁଳି ମାଡ଼ରେ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ଲୋକନାଥ ବିଶ୍ୱାଳ ବୋଲି ଜଣାପଡିଛି । ଅଭିଯୁକ୍ତ ମାନଙ୍କୁ କାବୁ କରିବାରେ ସଫଳ ହୋଇଛି ପୋଲିସ । ଖବର ଅନୁଯାୟୀ, ବଲାଙ୍ଗୀର ବେଲପଡା ବ୍ଲକ ବାଗଡୋର ପଞ୍ଚାୟତର ସମିତିସଭ୍ୟା ବନିତା ବିଶ୍ୱାଳଙ୍କ ସ୍ୱାମୀ ଲୋକନାଥ ବିଶ୍ୱାଳ ନିଜ ଘର ସମ୍ମୁଖରେ ଛିଡା ହୋଇଥିବା ସମୟରେ ୩ଜଣ ଦୁର୍ବୃତ୍ତ ଏକ ବାଇକ୍ ରେ ଆସି ଆଖିବୁଜା ଗୁଳି ମାଡ଼ କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ତାଙ୍କ ଛାତିରେ ଗୁଳି ବାଜିଥିଲା । ଲୋକନାଥଙ୍କୁ ତୁରନ୍ତ ବେଳପଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା , ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି । *ବଲାଙ୍ଗୀର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ
powered by social2s

