ପୁରୀ ଜେଲରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ବରାଳକୁ ମରଣାନ୍ତକ ଆକ୍ରମଣ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୁରୀ ଜେଲ ଭିତରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ବରାଳକୁ ମରଣାନ୍ତକ ଆକ୍ରମଣ । ପପୁର ବେକକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଛି । ରକ୍ତ ଜୁଡୁବୁଡୁ ଗୁରୁତର ଅବସ୍ଥାରେ ପପୁକୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ବିଭାଗରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି । ଆକ୍ରମଣର କାରଣ ଅସ୍ପଷ୍ଟ ଥିବା ବେଳେ , ଏ ନେଇ ତଦନ୍ତ ଚାଲିଛି ବୋଲି ସୂଚନା ଦେଇଛନ୍ତି ପୁରୀ ଜେଲ ସୁପରିଣ୍ଟେଣ୍ଡ୍ । ସମୁଦ୍ରକୂଳ ଥାନା ପୋଲିସ ଦ୍ୱାରା ଗତ ୨୩ ତାରିଖ ଦିନ ଦାଦାବଟି ଆଦାୟ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲା ପପୁ।

powered by social2s