କଟକ: କଟକ ଖାନ ନଗର ନିକଟ କାଠଯୋଡ଼ି ବ୍ରିଜରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ।ମହିଳା ଜଣଙ୍କ ବାଦାମବାଡ଼ି ଶଙ୍କରପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ସେ ନଦୀକୁ ଡେଇଁବା ଦେଖି ସ୍ଥାନୀୟ ଲୋକମାନେ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ମହିଳାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେ ନଦୀକୁ ଡେଇଁବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା , ସ୍ଥାନୀୟ ଥାନାର ପୁଲିସ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।
powered by social2s