ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ପରଲୋକ। ଆପୋଲୋରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କଲେ ନବ ଦାସ। ଆଜି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ମନ୍ତ୍ରୀଙ୍କୁ ଗୁଳିମାଡ଼ ହୋଇଥିଲା। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଗୁଳିମାଡ଼ ହୋଇଥିଲା। ମନ୍ତ୍ରୀ ଶ୍ରୀ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଆସିଥିଲେ। କାର୍ଯ୍ୟକ୍ରମ ସ୍ଥଳରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ପୋଲିସ୍ ଏଏସ୍ଆଇ ଗୋପାଳ ଦାସ ତାଙ୍କ ଉପରକୁ ଗୁଳି କରିଥିଲେ।
powered by social2s