ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ବର ଅଞ୍ଚଳରେ ଥିବା ଏକ ନିଶା ନିବାରଣ କେନ୍ଦ୍ରରେ ଆକ୍ରମଣର ଶୀକାର ହୋଇଥିବା ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ଡାକ୍ତରଖାନାରେ ସର୍ବେଶ୍ୱର ସାହୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତ ୨୯ ତାରିଖରେ ନିଶା ଛଡ଼ାଇବା ନାଁ ରେ ସର୍ବେଶ୍ୱରଙ୍କୁ ମାଡ଼ ମାରି ଲହୁଲୁହାଣ କରାଯାଇଥିଲା। ନିଶା ନିବାରଣ କେନ୍ଦ୍ରର ମାଲିକ ଓ ତାଙ୍କର ଦୁଇ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ।
powered by social2s

