ଟଙ୍କା ହଡ଼ପ ଅଭିଯୋଗରେ ଫରେଷ୍ଟର ଓ ରେଞ୍ଜର ନିଲମ୍ବିତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ମାଲକାନଗିରି: କେନ୍ଦୁପତ୍ର ବିଭାଗରେ ଆଦିବାସୀଙ୍କ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ କୁଡୁମୂଳଗୁମ୍ମା ଫରେଷ୍ଟର ପଦ୍ମିନୀ ପଟ୍ଟନାୟକ ଓ ବାଲିମେଳା ରେଞ୍ଜର ଦୁର୍ଗା ପ୍ରସାଦ ନାୟକଙ୍କୁ ନିଲମ୍ବନ କରିଛନ୍ତି ଜୟପୁର ବନଖଣ୍ଡ ଅଧିକାରୀ। କେନ୍ଦୁପତ୍ର ତୋଳାଳୀଙ୍କ ସ୍ୱାଭାବିକ ମୃତ୍ୟୁ ପରେ ସରକାର ୨ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଦେଇଥାନ୍ତି। ହେଲେ ଫରେଷ୍ଟର ଓ ରେଞ୍ଜର ଏହି ଆଦିବାସୀଙ୍କୁ ଟଙ୍କା ଦେବା ପାଇଁ କିଛି ଅର୍ଥ ନେଉଥିଲେ ଓ ସେମାନଙ୍କୁ ହଇରାଣ କରୁଥିଲେ। ଏନେଇ କେନ୍ଦୁପତ୍ର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଅଭିଯୋଗ ହେବା ପରେ ତଦନ୍ତ କରାଯାଇ ଫରେଷ୍ଟର ଓ ରେଞ୍ଜରଙ୍କୁ ନିଲମ୍ବିତ କରାଯାଇଛି।

powered by social2s