ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନ ପରିସରରେ ଜନଜାତିର ମହାନ ସ୍ୱାଧୀନତା ସଂଗ୍ରାମୀ ଭଗବାନ୍ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍, ଲୋକସଭା ବାଚସ୍ପତି ଓମ୍ ବିର୍ଲା ଏବଂ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ପ୍ରମୁଖ ଏକତ୍ରିତ ହୋଇ ଫଟୋଚିତ୍ର ଓ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରିଛନ୍ତି।
powered by social2s

