ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର : ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ । ମୋଟ ପାସ୍ ହାର ରହିଛି ୮୭.୩୩ ପ୍ରତିଶତ । ଗତ ଥର ଅପେକ୍ଷା ଏଥର ପାସ୍ ହାର କମ୍ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ହେବ । ସିବିଏସଇ ଦ୍ୱାଦଶ ପରୀକ୍ଷା ପାଇଁ ୧୯ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେଥିମଧ୍ୟରୁ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଛାତ୍ରଛାତ୍ରୀମାନେ ସିବିଏସ୍‌ଇ ରେଜଲ୍ଟ ଡିଜିଲକର୍‌ ଆକାଉଣ୍ଟକୁ ଆକ୍ଟିଭେଟ୍‌ କରି ମାର୍କସିଟ୍‌ ଡାଉନଲୋଡ୍‌ କରିପାରିବେ। ଏଥିପାଇଁ ଛାତ୍ରଛାତ୍ରୀଙ୍କୁ ୬ ଡିଜିଟ୍‌ ସିକ୍ୟୁରିଟି ପିନ୍‌ ଦେବାକୁ ପଡ଼ିବ। ବୋର୍ଡ ପକ୍ଷରୁ ‌ଅନୁବନ୍ଧିତ ସ୍କୁଲ୍‌ ଗୁଡ଼ିକୁ ଡିଜିଲକର୍‌ ସିକ୍ୟୁରିଟି ପିନ୍‌ ଶେୟାର କରାଯାଇଛି ।

powered by social2s