• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବାଲେଶ୍ଵରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

Details
Odia Ray Admin
ଓଡିଶା
30 July 2021

ବାଲେଶ୍ବର: ବାଲେଶ୍ଵର ଜିଲ୍ଲାରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସେ ଭୁବନେଶ୍ୱର ଇନ୍ଫୋସିସ ଅଞ୍ଚଳରୁ ବାଲେଶ୍ୱର ଆସିଥିଲେ। ଜିଲ୍ଲାରେ ୯୨୬ଜଣଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ଜଣଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ରିପୋର୍ଟ ନେଗେଟିଭ।

powered by social2s

ଗୁଣ୍ଟୁର ଦୁର୍ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ଦୁଇ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

Details
Odia Ray Admin
ଓଡିଶା
30 July 2021

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

powered by social2s

ଆରମ୍ଭ ହେଲା ଅଫଲାଇନ ମ୍ୟାଟ୍ରିକ ପରୀକ୍ଷା

Details
Odia Ray Admin
ଓଡିଶା
30 July 2021

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ଅଫଳାଇନ ମ୍ୟାଟ୍ରିକ ପରୀକ୍ଷା। ସମସ୍ତ କୋଭିଡ ନିୟମ ପାଳନ କରି ଅଗଷ୍ଟ ୫ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ମୋଟ ୫୦୪ ଟି କେନ୍ଦ୍ରରେ ପରୀକ୍ଷା ଦେବେ ୧୫,୧୩୬ ଜଣ ଛାତ୍ରଛାତ୍ରୀ।

powered by social2s

ଓଡ଼ିଶାରେ କାଲିଠୁ ଅଫଳାଇନ ମ୍ୟାଟ୍ରିକ ପରୀକ୍ଷା, ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ

Details
Odia Ray Admin
ଓଡିଶା
29 July 2021

ଭୁବନେଶ୍ୱର: ଓଡ଼ିଶାରେ କାଲିଠାରୁ ଆରମ୍ଭ ହେବ ଅଫଳାଇନ ମ୍ୟାଟ୍ରିକ ପରୀକ୍ଷା। ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରୀନିଂ ପରେ ଭିତରକୁ ପ୍ରବେଶ ପାଇଁ ମିଳିବ ଅନୁମତି। ପରୀକ୍ଷାରେ ନିୟୋଜିତ ଶିକ୍ଷକଙ୍କ ଆଣ୍ଟିଜେନ ପରୀକ୍ଷା ଶେଷ ହୋଇଛି । ପ୍ରତିଟି ପରୀକ୍ଷା କେନ୍ଦ୍ରରେ ଅବଜର୍ଭର ନିୟୋଜିତ ଅଛନ୍ତି। ବୋର୍ଡ ସଭାପତି ରାମସୀଷ ହାଜରଙ୍କ ସୂଚନା ଅନୁଯାୟୀ, ମୋଟ ୫୦୪ ଟି କେନ୍ଦ୍ରରେ ପରୀକ୍ଷା ଦେବେ ୧୫୧୩୬ ଛାତ୍ରଛାତ୍ରୀ। କୋଭିଡ ନିୟମ ପାଳନ କରି ହେବ ପରୀକ୍ଷା। ଅଗଷ୍ଟ ୫ ଯାଏ ଅଫଳାଇନରେ ହେବ ମାଟ୍ରିକ ପରୀକ୍ଷା। ନିର୍ଦ୍ଧିଷ୍ଟ ସମୟରେ ପରୀକ୍ଷା କରି ଫଳ ପ୍ରକାଶ ପାଇଁ ଚେଷ୍ଟା କରାଯିବ ।

powered by social2s

ଓଡ଼ିଶାର ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

Details
Odia Ray Admin
ଓଡିଶା
30 July 2021

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।

powered by social2s

'ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

Details
Odia Ray Admin
ଓଡିଶା
29 July 2021

 

 

 

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡିଶାରେ ଓ ଓଡିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରେସନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଗଲା ।            

                                                                                           

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ, ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ ।  ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’  

 

ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍‌ ଏସିଡ ଥିବାରୁ ଏହା ଗରିବ ଲୋକମାନଙ୍କ ସହତି ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖାଦ୍ୟ ସୁରକ୍ଷା  ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ ଆପଣଙ୍କ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ବ ଉପରେ ଆଲୋକପାତ କରି ସେ କହିଲେ, ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’

 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି ।    ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି ।  ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି ସେ କହିଥିଲେ।

 

କୋଭିଡ ମହାମାରୀ ସମୟରେ  ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ବ ଦେଇ ସେ କହିଲେ ଯେ କୋଭିଡ ମହାମାରୀ, ବହୁ ଲୋକ ବିଶେଷକରି, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ତେଣୁ  ଗରିବ ଲୋକଙ୍କ ରୋଜଗାର ପାଇଁ -  ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ - ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଆମର ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।

 

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି ପ୍ରକାଶ କରି ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ ।

ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡା ଓ ଯୁବସେବା ତଥା ଇଲକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ଭିଟାମିନଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସୁରକ୍ଷାରେ ସହାୟକ ହୋଇପାରିବ। ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ ।

 

ସେହିପରି ବ୍ରହ୍ମପୁର ଠାରେ ଜଂଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହିତ ଗଞ୍ଜାମ ଜିଲ୍ଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।

 

ଭୁବନେଶ୍ବରଠାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶା ଆଜି ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିଛି। ଓଡିଶାର ମୁଖ୍ୟମନ୍ତ୍ରୀ ଆଜି କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଥିଲେ ।

 

ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଏବଂ ଭୁବନେଶ୍ବର କେନ୍ଦ୍ର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ। 

 

ସୂଚନାଯୋଗ୍ୟ ଯେ ପୂର୍ବରୁ ଭୁବନେଶ୍ବର ସହରରେ ପାଇଲଟ ପ୍ରୋଜେକ୍ଟ ଭାବରେ ୱାନ ନେସନ, ୱାନ ରେସନ ଯୋଜନା କାର୍ଯ୍ୟକାରୀ ହୋଇଛି ।

 ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

 

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶ୍ରୀ ଭି.ଭି ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।

 

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

 

 

powered by social2s

କରୋନା ପରେ ଭୁବନେଶ୍ୱରରେ ଡରାଉଛି ଡେଙ୍ଗୁ

Details
Odia Ray Admin
ଓଡିଶା
29 July 2021

କରୋନା ପରେ ଭୁବନେଶ୍ୱରରେ ଡରାଉଛି ଡେଙ୍ଗୁ

 

ଭୁବନେଶ୍ୱର: ଭୁବନେଶ୍ୱରରେ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଜୁଲାଇ ୨୭ ତାରିଖ ସୁଦ୍ଧା ରାଜଧାନୀରେ ୪୨୧ ଜଣ ଡେଙ୍ଗୁ ଆଂକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହାକି ଏବେ ଚିନ୍ତାର କାରଣ ହୋଇଛି। ନୀଳାଦ୍ରିବିହାର,ବରଗଡ଼ ବ୍ରିଟ କଲୋନୀ, କଳ୍ପନା ଏବଂ ୧ ନମ୍ବର ଅଂଚଳରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଅଧିକ ଥିବା ଜଣାପଡ଼ିଛି।

ଭୁବନେଶ୍ୱର ମୁନ୍ସୀପାଲ କର୍ପୋରେସନ ର ୱାଡ଼ ନମ୍ବର ୭ ଓ ୧୪ ରେ ବୁଲୁଛି ମଶା ଧୁଆଂ ଗାଡି।ଏହା ସହ ବିଭିନ୍ନ ଅଂଚଳରେ ସଫେଇ କାର୍ଯ୍ୟକ୍ରମ ଜାରୀରହିଛି।

ପୁରୁଣା ଭୁବନେଶ୍ୱର ଅଂଚଳରେ ଯୁବ ଉତ୍କଳ ଫାଉଣ୍ଡେସନ ତରଫରୁ ବରିଷ୍ଠ ନାଗରିକଙ୍କୁ ନେଇ ଚାଲିଛି ସଚେତନତା କାର୍ଯ୍ୟକ୍ରମ।

 

powered by social2s

More Articles ...

  1. ନିଶିଗନ୍ଧା ସାହିତ୍ୟ ସଂସଦର ଭର୍ଚୁଏଲ୍ ସମୀକ୍ଷା ବୈଠକ
  2. ଓଡ଼ିଶାରେ ଖୋଲିବ ମେଡିକାଲ ଓ ଫର୍ମାସୀ କଲେଜ
  3. ଜୁଲାଇ ୩୧ ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ
Page 1746 of 2257
  • Start
  • Prev
  • 1741
  • 1742
  • 1743
  • 1744
  • 1745
  • 1746
  • 1747
  • 1748
  • 1749
  • 1750
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.