• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ମିଶନ ଶକ୍ତିକୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ

Details
Odia Ray Admin
ଓଡିଶା
16 July 2021

ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’ କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ। ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ମା ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ ।’ ମିଶନ ଶକ୍ତିର ମା ମାନଙ୍କ ସଫଳତା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି। ଆଜିର ଆଲୋଚନାରେ ରାଜ୍ୟର ବିଭିନ୍ନ ଅଞ୍ଚଳର – କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ, ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ‘ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ ।’ ରାଜ୍ୟ ସରକାର Block Level Federationର ଆବର୍ତ୍ତନ ପାଣ୍ଠି ଭାବରେ ୮୪.୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମିଶନ ଶକ୍ତିର ମା ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ, ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜୀବନୀ ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିଛି ବୋଲି ସେମାନେ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍‌ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖି କହିଥିଲେ ଯେ ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବରେ ସେମାନେ ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୟୁରଭଂଜ ମୋରଡା ମିଶନ ଶକ୍ତି ମହାସଂଘର ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାସ, କଟକ କଣ୍ଟାପଡା ମିଶନ ଶକ୍ତି ମହାସଂଘର ସଂପାଦିକା ବିଷ୍ଣୁପ୍ରିୟା ପାତ୍ର, ସମ୍ବଲପୁର ନାକଟିଦେଉଳ ମିଶନ ଶକ୍ତି ମହାସଂଘର ସଂପାଦିକା ଗୀତାଞ୍ଜଳି ପ୍ରଧାନ, କୋରାପୁଟ ନନ୍ଦପୁର ମିଶନ ଶକ୍ତି ମହାସଂଘର ସଂପାଦିକା ହେମଲତା ପ୍ରଧାନ ଓ ଢେଙ୍କାନାଳ ଗଁଦିଆ ମିଶନ ଶକ୍ତି ମହାସଂଘର ସଂପାଦିକା ନିର୍ମଳା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରି ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଆମେ କୃତଜ୍ଞ। ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ । ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ଟି ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କୁ ଆଚାର ବ୍ୟବସାୟ ପାଇଁ HDFC Bank ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ଟି ଆହାର କେନ୍ଦ୍ରରେ ବ୍ୟବହାର ହେଉଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ନିଜର ସ୍ବାଗତ ଭାଷଣ ରଖି ମିଶନ ଶକ୍ତିର କମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡିଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ। ଏଥିରୁ ମହିଳା ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ବ ଦେଉଛନ୍ତି, ତାହା ଅନୁମେୟ। ସୂଚନାଯୋଗ୍ୟ ଯେ ଗତ ଦୁଇ ବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କ ଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି । ସେ କହିଥିଲେ ଯେ ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି । ମିଶନ ଶକ୍ତିର ନିର୍ଦ୍ଦେଶିକା ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

powered by social2s

ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ "ମା ଦୁର୍ଗା" ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ

Details
Odia Ray Admin
ଓଡିଶା
16 July 2021

 

 

ଭୁବନେଶ୍ୱର: ପବିତ୍ର ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ "ମା ଦୁର୍ଗା" ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ କରାଯାଉଛି ।

 

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯଜ୍ଞ ଓ ପୂଜା ତିନି ଦିନ ଧରି କରାଯିବ । ଆସନ୍ତା ୧୮.୭.୨୧ ଦିନ ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ କରାଯିବ ।

 

ଆଜି ସକାଳୁ ପ୍ରଥମେ ପୂଜକ, କର୍ତ୍ତା ଓ ସଦସ୍ୟ ମାନେ କେଦାରଗୌରୀ ଠାରେ ପୂଜା କରି କଳସରେ ପାଣି ଆଣିଥିଲ । ତତ୍ ପରେ ମା ଦୁର୍ଗାଙ୍କ ପୂଜା ଓ ଯଜ୍ଞ ଆରମ୍ଭ କରାଯାଇଥିଲା ।

 

କରୋନା କଟକଣା କୁ ଆଖି ଆଗରେ ରଖି ସ୍ୱଳ୍ପ ଭାବେ ପାଳନ କରାଯାଇଛି ।

 

କାର୍ଯ୍ୟକ୍ରମରେ ଶ୍ରୀ ସଂଗ୍ରାମ ଆଚାର୍ଯ୍ୟ, ଲଲିତ ମୋହନ ପଣ୍ଡା,ଆର୍ତ୍ତତ୍ରାଣ ସାହୁ, ଅଚ୍ୟୁତ ପ୍ରସାଦ ବେହେରା, ସରୋଜ ପାତ୍ର, ହରି ହର ସାହୁ, ନିରଞ୍ଜନ ମିଶ୍ର, ଗୋପାଳ ମହାନ୍ତି, ମଳୟ ରଞ୍ଜନ ମହାପାତ୍ର, ନିତ୍ୟାନନ୍ଦ ରଥ, ଲଲିତ ମୋହନ ଖୁଣ୍ଟିଆ ଶ୍ରୀନିବାସ ରାଓ, ଅଭିମନ୍ୟୁ ସାହୁ, ଅନ୍ୟାନ୍ୟ ପୂଜକ ଓ ସଦସ୍ୟ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।

 

 

 

powered by social2s

ଓଡ଼ିଶାର ୫ ଟି ଜିଲ୍ଲାରେ ଗଜାମରୁଡ଼ି ଆଶଙ୍କା

Details
Odia Ray Admin
ଓଡିଶା
16 July 2021

ଭୁବନେଶ୍ୱର: ଓଡ଼ିଶାର ୫ ଟି ଜିଲ୍ଲାର ୨୭ ଟି ବ୍ଲକରେ ଗଜାମରୁଡ଼ି ଆଶଙ୍କା ରହିଛି ବୋଲି ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। ମନ୍ତ୍ରୀ କହିବା ଅନୁଯାୟୀ, କମ ବର୍ଷା ଯୋଗୁଁ ଗଜାମରୁଡ଼ି ହେବାର ସମ୍ଭାବନା ରହିଛି। ଆଗକୁ ବର୍ଷା ହେବ ଓ ପରିସ୍ଥିତିରେ ସୁଧାର ଆସିବ। ଜିଲ୍ଲା ଗୁଡ଼ିକ ହେଲା ଗଜପତି, କେନ୍ଦୁଝର, ଅନୁଗୁଳ, ଭଦ୍ରକ ଓ ବୌଦ୍ଧ ।

powered by social2s

ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ

Details
Odia Ray Admin
ଓଡିଶା
15 July 2021

 

 

ଭୁବନେଶ୍ବର: ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ । ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ ।  ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି । ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି । ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ ।  ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ  -- ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା – ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା। ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବର ରାହା ଦେଇଛି । ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ । ତାସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର – ସବୁ ସମୟରେ ଆମେ ସହାୟତା  ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ ।

 

କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇ.ଏସ୍‌.ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ ।

 

ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି  ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି ।

ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ ଶ୍ରୀ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

 

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 

ବିଭାଗୀୟ ସଚିବ ଶ୍ରୀମତୀ ଚିତ୍ରା ଅର୍‌ମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।

 

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ.ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

ସାରା ରାଜ୍ୟର 314ବ୍ଲକ ର ନିର୍ମାଣ ଶ୍ରମିକ ମାନେ ଭିଡ଼ିଓ କନ୍ ଫରେନସ ଜରିଆରେ  ଏହି କାର୍ଯ୍ୟକ୍ରମ ରେ  ଭାଗ ନେଇଥିଲେ ।

   

 

 

powered by social2s

ପଂଚାୟତ ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା

Details
Odia Ray Admin
ଓଡିଶା
16 July 2021

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲ୍ଲାପାଳଙ୍କୁ ଭୋଟବାକ୍ସର ତାଲିକା ମାଗିଲେ ନିର୍ବାଚନ କମିଶନ। ଜୁଲାଇ ୨୬ ସୁଦ୍ଧା ରିପୋର୍ଟ ଦେବା ପାଇଁ ଦିଆଯାଇଛି ନିର୍ଦ୍ଦେଶ। ଭୋଟବାକ୍ସ କେତେ ଅଛି ଓ କେତେ ନଷ୍ଟ ହୋଇଛି ଜଣାଇବାକୁ କୁହାଯାଇଛି।

powered by social2s

ମାଲକାନଗିରି ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ

Details
Odia Ray Admin
ଓଡିଶା
15 July 2021

 

 

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜିଲ୍ଲାର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ। 

ବୈଠକରେ କୃଷି, ସ୍ୱାସ୍ଥ୍ୟ, ରାସ୍ତାଘାଟ, ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ ସହ ଜିଲ୍ଲାର ଖାଦ୍ୟ ଯୋଗାଣ ଉପରେ ଆଲୋଚନା କରାଯାଇଥିଲା। 

 

ସେହିଭଳି ଜିଲ୍ଲାରେ କୋଭିଡ଼ ନିୟନ୍ତ୍ରଣ ସହ ପରିଚାଳନା ଉପରେ ଆଲୋକପାତ କରାଯାଇଥିଲା। 

ଶେଷରେ ମନ୍ତ୍ରୀ ଜିଲ୍ଲା କ୍ରୀଡ଼ା ଛାତ୍ରାବାସ ବୁଲି ଦେଖିବା ସହ ଅନ୍ତବାସୀଙ୍କ ସହ ଆଲୋଚନା କରିଥିଲେ। 

 

ଆଜିର ଏହି ବୈଠକରେ ସାଂସଦ ରମେଶ ମାଝି, ଜିଲ୍ଲାର ସମସ୍ତ ବିଧାୟକ, ମାଲକାନଗିରି ଜିଲ୍ଲାପାଳ ବିଶାଲ ସିଂ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସହ ଜିଲ୍ଲା ଯୋଜନା କମିଟିର ସମସ୍ତ ସଦସ୍ୟ ଯୋଗଦେଇଥିଲେ।

 

powered by social2s

ଭୁବନେଶ୍ୱର ସତ୍ୟ ସାଇ ଏନକ୍ଲେଭ କଣ୍ଟେନମେଣ୍ଟ ଜୋନ ଘୋଷଣା

Details
Odia Ray Admin
ଓଡିଶା
15 July 2021

ଭୁବନେଶ୍ୱର: ଭୁବନେଶ୍ୱର ସତ୍ୟସାଇ ଏନକ୍ଲେଭ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)। ଏକାଧିକ ବ୍ୟକ୍ତି କୋରନାରେ ଆକ୍ରାନ୍ତ ହେବା ଫଳରେ ଏଭଳି ପଦକ୍ଷେପ ନିଆଯାଇଛି। କଣ୍ଟେନମେଣ୍ଟ ଜୋନ ଅଞ୍ଚଳରେ କୌଣସି ବ୍ୟକ୍ତିଙ୍କ ପ୍ରବେଶ ଓ ପ୍ରସ୍ଥାନକୁ ମନା କରାଯାଇଛି। ଏହି କଣ୍ଟେନମେଣ୍ଟ ଜୋନ ଇଲାକାର ସମସ୍ତ ଅଫିସ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅଞ୍ଚଳରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଏବଂ ଔଷଧ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ।

powered by social2s

More Articles ...

  1. ଅଗଷ୍ଟ ୧ ପର୍ଯ୍ୟନ୍ତ ଓଡ଼ିଶାରେ ବଢ଼ିଲା ଆଂଶିକ ଲାକଡାଉନ
  2. କଂଗ୍ରେସ ଓ ବାମପନ୍ଥୀ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ପାଳନ
  3. ମାଲକାନଗିରି ଜିଲ୍ଲା ଗସ୍ତରେ ମନ୍ତ୍ରୀ ତୁସାରକାନ୍ତି ବେହେରା
Page 1755 of 2257
  • Start
  • Prev
  • 1750
  • 1751
  • 1752
  • 1753
  • 1754
  • 1755
  • 1756
  • 1757
  • 1758
  • 1759
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.