• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

'ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାରେ କମିଯିବ ସଂକ୍ରମଣ'

Details
Odia Ray Admin
ଓଡିଶା
07 July 2021

ଭୁବନେଶ୍ୱର: ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାରେ ସଂକ୍ରମଣ କମିଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ମହାପାତ୍ର କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ ପଜିଟିଭିଟି ହାର ୩.୪୯% ପ୍ରତିଶତ ରହିଛି। ୨୪ ଜିଲ୍ଲାରେ ପଜିଟିଭିଟି ରେଟ ୫% ହାର ତଳେ ରହିଛି ଓ ୧୦ଜିଲ୍ଲାରେ ପଜିଟିଭିଟି ହାର ୧% ରହିଛି। ୬ ଜିଲ୍ଲାରେ ପଜିଟିଭିଟି ହାର ୫% ରୁ ଅଧିକ ରହିଛି। ରାଜ୍ୟରେ ୨୮ ହଜାର ୧୫ ଜଣ କରୋନା ରୋଗୀ ଚିକିତ୍ସାଧୀନ ଅଛନ୍ତି। ୮୦% ଲୋକ ହୋମ ଆଇସୋଲେସନରେ ଅଛନ୍ତି। ମହାପାତ୍ର କହିବା ନୁ ଯାୟୀ ରାଜ୍ୟରେ ୧୪୦ ଜଣ ବ୍ଲାକଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କର ମୃତ୍ୟୁ ହୋଇଛି।

powered by social2s

ପୁଣି ଥରେ ଚଳଚଞ୍ଚଳ ହେଲା ସିଲଭର୍ ସିଟି ବୋଟ୍ କ୍ଲବ୍; ଓଟିଡିସି ପକ୍ଷରୁ ୭୨ ତମ ବନ ମହୋତ୍ସବ ପାଳିତ

Details
Odia Ray Admin
ଓଡିଶା
07 July 2021
 
 
କଟକ:  କୋଭିଡ୍-୧୯ କଟକଣା ପାଇଁ ବନ୍ଦ ଥିବା କଟକସ୍ଥିତ ସିଲଭର୍ ସିଟି ବୋଟ୍ କ୍ଲବ୍ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଉନ୍ମୁକ୍ତ ହେବାପରେ ଆଜି ସେଠାରେ ୭୨ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।  
 
ଓଟିଡିସି ଅଧ୍ଯକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ କରିବା ସହ ଗଛଟିଏ ଲଗାଇଲେ ଉଭୟ ସମାଜ ଓ ନିଜର କଲ୍ୟାଣ ସାଧନ ହୋଇପାରିବ ବୋଲି କହିଥିଲେ। ଗଛ ଲଗାଇବା ପାଇଁ ଉତ୍ସାହିତ କରି ସେ କହିଥିଲେ ଯେ, ଗଛ ଆମକୁ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍ ଯୋଗାଇ ଥାଏ। ସୁଷମ ଖାଦ୍ୟ, ସ୍ଵଚ୍ଛ ଜଳ ଓ ପ୍ରଦୂଷଣ ମୁକ୍ତ ବାୟୁର ଆବଶ୍ୟକତାକୁ ବୃକ୍ଷ ହିଁ ପୂରଣ କରିଥାଏ l ବୃକ୍ଷ ମଧ୍ୟ ମନୁଷ୍ୟର ଜୀବନ-ଜୀବିକାର ପ୍ରମୁଖ କାରଣ ହୋଇ ପାରୁଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ବୃକ୍ଷଲତା ସ୍ବତନ୍ତ୍ର ଦୁର୍ବଳତା ରହିଛି, ବୃକ୍ଷରୋପଣ ପାଇଁ ସେ ସର୍ବଦା ପରାମର୍ଶ ଦେଇଥାନ୍ତି ବୋଲି ସେ କହିଥିଲେ।
 
କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ଅୟୋଜିତ ଏହି କାର୍ଯ୍ୟକ୍ରମରେ  ଓଟିଡିସିର ଅନ୍ୟ ପଦାଧିକାରୀମାନଙ୍କ ସମେତ ପାନ୍ଥନିବାସ କର୍ମଚାରୀମାନେ ଉପସ୍ଥିତ ଥିଲେ। 
 
ସୂଚନାଯୋଗ୍ୟ, ଏପ୍ରିଲ ୧୪ ଓଡ଼ିଆ ନବବର୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ସିଲଭର୍ ସିଟି ବୋଟ୍ କ୍ଲବକୁ ଲୋକାର୍ପିତ କରିଥିଲେ। ଏହି ବୋଟିଂ କ୍ଲବ୍  ପୁଣିଥରେ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି ଓ ସରକାରଙ୍କ  କୋଭିଡ୍ ଗାଇଡ ଲାଇନକୁ ପାଳନ କରି ପର୍ଯ୍ୟଟକଙ୍କ ପାଇଁ  ମନୋରଞ୍ଜନ ଭିତ୍ତିକ ଜଳକ୍ରୀଡ଼ା ଆରମ୍ଭ ହୋଇଛି।ଏହି ବୋଟ୍ କ୍ଲବରେ ଜେଟ ସ୍କି, ସ୍ପିଡ୍‍ ବୋଟ, ଡେ କ୍ରୁଜ୍‍, ବାନାନା ବୋଟ, ଇନଫ୍ଲେଟେବୁଲ୍‍ ବୋଟ୍‍, ୱାଟର ସ୍କୁଟର, ଫ୍ଲୋଟିଂ କାଫେ, କାୟାକିଂ, କାନୋଇଙ୍ଗ, ପେଡାଲ୍‍ ବୋଟ୍‍, ସ୍କୁବା ଡାଇଭିଂ ଭଳି ଅନେକ କାର୍ଯ୍ୟକଳାପ ସାମିଲ୍ ଅଛି । ତେବେ ବର୍ତ୍ତମାନ ରାଜ୍ୟ ସରକାରଙ୍କ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ପ୍ରତ୍ୟକ ଶନିବାର ଓ ରବିବାର ( ସପ୍ତାହାନ୍ତ ସଟଡାଉନ୍ ପାଇଁ ) ଏହି ବୋଟ୍ କ୍ଲବ୍ ବନ୍ଦ ରହିବ। କୋଭିଡ୍ -୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବୋଟ୍ ଓ ଅନ୍ୟାନ୍ୟ ଉପକରଣ ଗୁଡ଼ିକ ନିୟମିତ ସାନିଟାଇଜ୍ କରାଯାଉଛି। 
 
 ରାଜ୍ୟରେ ପର୍ଯ୍ୟଟନର ବିକାଶ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଉଛନ୍ତି ଓ ତାଙ୍କ ପରାମର୍ଶରେ ମହାନଦୀରେ ଜଳଭିତ୍ତିକ ମନୋରଞ୍ଜନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡିଶା ପର୍ଯ୍ୟଟନ ବିଭାଗ ସହାୟତାରେ ଏହି ବୋଟ କ୍ଲବ୍‍କୁ ୨ କୋଟି ଟଙ୍କା ବିନିଯୋଗରେ ନବୀକରଣ କରାଯାଇଥିଲା ।
 
 
 
powered by social2s

ଓଡ଼ିଶାରେ ଅନଲାଇନ ଶିକ୍ଷାରୁ ବଞ୍ଚିତ ପିଲାଙ୍କ ପାଇଁ ନୂଆ ଯୋଜନା

Details
Odia Ray Admin
ଓଡିଶା
07 July 2021

ଭୁବନେଶ୍ୱର: ଅନଲାଇନ ଶିକ୍ଷାରୁ ବଞ୍ଚିତ ପିଲାଙ୍କ ପାଇଁ ଗଣଶିକ୍ଷା ବିଭାଗର ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଇଣ୍ଟରନେଟ ନଥିବା ଉପାନ୍ତ ଅଞ୍ଚଳରେ ଘରକୁ ଘର ବୁଲି ପାଠ ପଢ଼ାଯିବ। ଘରକୁ ଯାଇ ପାଠ ପଢ଼ାଇବେ ଶିକ୍ଷକତା ଅଦ୍ଧୟନ କରୁଥିବା ଛାତ୍ରଛାତ୍ରୀ। ଜଣେ ଲେଖାଏଁ ଶିକ୍ଷକତା ଛାତ୍ର ୧୦ ଜଣ ପିଲାଙ୍କୁ ପାଠ ପଢ଼ାଇବେ। ୧୦ ହଜାର ଶିକ୍ଷକତା ଛାତ୍ରଙ୍କୁ ଏଥିପାଇଁ ଚୟନ କରିବାକୁ ଯୋଜନା। ଇଣ୍ଟରନେଟ ନଥିବା ୧୦ ହଜାର ଗାଁରେ ଘରକୁ ଯାଇ ପାଠ ପଢ଼ାଯିବ।

powered by social2s

ସପିଙ୍ଗ କଂପ୍ଲେକ୍ସ ଖୋଲିବା ନେଇ ଥିବା ଦ୍ଵନ୍ଦ ଦୂର କଲା BMC

Details
Odia Ray Admin
ଓଡିଶା
06 July 2021

ଭୁବନେଶ୍ୱର: ସପିଙ୍ଗ କଂପ୍ଲେକ୍ସ ଖୋଲିବା ନେଇ ଥିବା ଦ୍ଵନ୍ଦ ଦୂର କଲେ BMC କର୍ତ୍ତୃପକ୍ଷ । ୨୫ ହଜାର ବର୍ଗଫୁଟରୁ କମ ଆୟତନ ବିଶିଷ୍ଟ କଂପ୍ଲେକ୍ସ ଖୋଲିପରିବ, କଂପ୍ଲେକ୍ସର ସବୁ ମହଲାକୁ ମିଶାଇ ୨୫ ହଜାର ବର୍ଗଫୁଟରୁ କମ ହେଲେ ଖୋଲିବ। କମ୍ପ୍ଲେକ୍ସକୁ ସର୍ବାଧିକ ୨୫ଗ୍ରାହକ ଯାଇପାରିବେ ଓ ୬ଫୁଟ ବ୍ୟବଧାନ ଜରୁରୀ।

powered by social2s

୬୪,୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

Details
Odia Ray Admin
ଓଡିଶା
07 July 2021

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (PVTG) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ  ସ୍ଵତନ୍ତ୍ର କୋଭିଡ ସହାୟତା ‘ ପ୍ରଦାନ କରିଛନ୍ତି । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାର ମାନଙ୍କୁ ଆର୍ଥିକ ସୁରକ୍ଷା ଦେବା ପାଇଁ ଏହି ସହାୟତା ପ୍ରଦାନ କରାଯାଇଛି । ଏହା ସମସ୍ତଙ୍କ ବ୍ଯାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି । 

 

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ”ମୁଁ  ଜାଣେ କାରୋନା ରୋଗ ଯୋଗୁଁ ଗରିବ ଲୋକଙ୍କ ରୋଜଗାର ଉପରେ ବହୁତ ପ୍ରଭାବ ପଢିଛି । ଆପଣମାନଙ୍କ ରୋଜଗାର ଉପରେ ମଧ୍ୟ ବହୁତ ପ୍ରଭାବ ପଡିଛି । ଏ ବିପଦ ସମୟରେ ଆପଣମାନେ ଏକା ନୁହନ୍ତି । ଆପଣଙ୍କ ସାଥିରେ ସରକାର ଅଛନ୍ତି । ଆପଣଙ୍କ କଲ୍ଯାଣ ପାଇଁ ସରକାର କାମ କରୁଛି ।“ 

 

ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ୧୬୭୯ ଟି PVTG ଗାଁ ରହିଛି । କୋଭିଡ ସମୟରେ ରାଜ୍ୟ ସରକାର ମାସ୍କ ସାନିଟାଇଜର ଓ ସାବୁନ ବଣ୍ଟନ ସହିତ ସଙ୍ଗରୋଧ କେନ୍ଦ୍ର ଏବଂ ଟୀକାକରଣକୁ ପ୍ରାଥମିକତା ଦେଇ କୋଭିଡ ପରିଚାଳନା କରୁଛନ୍ତି । pvtg ଜନଜାତି ଙ୍କ ମଧ୍ୟରୁ 314 ଜଣ କୋଭିଡ଼ ପୀଡ଼ିତ ହୋଇଥିଲେ ମଧ୍ୟ  ଗୋଟିଏ ବି  ଜୀବନ ହାନି ହୋଇନାହିଁ   ବୋଲି ଜଣାପଡିଛି ।PVTG ଗାଁ ମାନଙ୍କରେ18 ଟିambulanceସହିତ କୋଭିଡ ପରିଚାଳନା କୁ ତ୍ୱରାନ୍ୱିତ  କରାଯାଇଛି ।  

 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଛନ୍ତି, “ମୁଁ ବହୁତ ଖୁସି ଯେ ଆଜି ଆପଣଙ୍କ ବ୍ଯାଙ୍କ ଖାତାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ୫୦୦୦ ଟଙ୍କା ଜମା କରାଗଲା । ରାଜ୍ୟର ସବୁ PVTG ଜନଜାତି ଗାଁ ର ସବୁ ପରିବାର ଏହି ସହାୟତା ପାଇବେ । ଆମର PVTG  ଜନଜାତି ଭାଇ ଭଉଣୀଙ୍କ ମଧ୍ୟରୁ ୩୦୦ ରୁ ଅଧିକ ଲୋକ କାରୋନାରେ ପୀଡିତ ଥିଲେ । ସେତେବେଳେ ସେମାନଙ୍କୁ ୨୫୦୦ ଟଙ୍କାର Ration Kit ଦିଆଯାଇଥିଲା । ତା ସହିତ ମଜୁରୀ କ୍ଷତି ଭରଣା ପାଇଁ ୧୪୦୦ ଟଙ୍କା ଲେଖାଏଁ ଦିଅଯାଇଥିଲା ।“ 

 

ସମସ୍ତେ ସଚେତନ ରହିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ବିଷୟରେ ଆମେ ବିଶେଷ କିଛି ଜାଣି ନାହୁଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ । ମାସ୍କ ପିନ୍ଧିବା , ବାରମ୍ବାର ସାବୁନରେ  ହାତ ଧୋଇବା ଓ ଭିଡରୁ ଦୂରରେ ରହିଲେ କାରୋନା ଆମଠାରୁ ଦୂରେଇଯିବ । ତା ସହିତ ସମସ୍ତଙ୍କ ପାଇଁ ଦୁଇ ଡ଼ୋଜ ଟୀକା ଖୁବ ଜରୁରୀ । ସେମାନଙ୍କ ମଧ୍ୟରୁ ଅନେକ ଜଣ ଟୀକା ନେଲେଣି  ଜାଣି ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ  ସମସ୍ତେ ଟୀକା ନିଅନ୍ତୁ , ନିଜ ପରିବାର , ବନ୍ଧୁ ସମସ୍ତଙ୍କୁ ଟୀକା ନେବାକୁ କୁହନ୍ତୁ ବୋଲି ଅନୁରୋଧ କରିଥିଲେ ।  

 

ସେହିପରି SC& ST ଛାତ୍ର ଛାତ୍ରୀଙ୍କ ବୃତ୍ତି ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ଯୋଗୁଁ ପିଲାମାନେ ଗତ ଏକ ବର୍ଷରୁ ଅଧିକ ସମୟ ହେଲା ହଷ୍ଟେଲ ଛାଡି ଘରେ ଅଛନ୍ତି ।ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ , “ ମୁଁ ଆଶା କରୁଛି ତୁମେ ମାନେ ଘରେ ମଧ୍ୟ ନିଜ ପାଠ ପ୍ରତି ଧ୍ୟାନ ଦେବ । ମୁଁ ଚାହେଁ ତୁମେ ମାନେ ଭଲ ପାଠ ପଢ । ବଡ ମଣିଷ ହୁଅ । ତୁମ ପରିବାର , ତୁମ ଗାଁ , ତୁମ ସମାଜକୁ ବିକାଶ ସହ ଯୋଡି ପରିବର୍ତ୍ତନର ସାରଥି ହୁଅ ।“

 

ଆଜି ମଧ୍ୟ ୬୦,୦୦୦ SC& ST ଛାତ୍ର ଛାତ୍ରୀଙ୍କୁ ଏପ୍ରିଲ, ମେ ଓ ଜୁନ ଏ ତିନି ମାସ ପାଇଁ  ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଗଲା । ଏହା ପିଲାଙ୍କ ବାପା ମା ‘ ଙ୍କ ବ୍ଯାଙ୍କ ଖାତାରେ ଜମା ହେଲା । ଝିଅ ମାନଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅ ମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଗଲା । ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ଏହି ସୁବିଧା ପାଇବେ । ସୂଚନାଯୋଗ୍ୟ ଯେ ଗତବର୍ଷ ମଧ୍ୟ କୋଭିଡ ଯୋଗୁଁ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା । 

 

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । କୋଭିଡ ପରିଚାଳନାରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ଵ ଯୋଗୁଁ ରାଜ୍ୟର ଛବି ଉଜ୍ଜ୍ଵଳ ହୋଇଛି ବୋଲି ସେ କହିଥିଲେ । ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସହାୟତା ଦ୍ଵାରା ଜନଜାତି ସମୁଦାୟଙ୍କ ଆର୍ଥିକ, ସାମାଜିକ ବିକାଶ ହେବା ସହିତ ସେମାନଙ୍କ ମନୋବଳ ମଧ୍ୟ ବୃଦ୍ଧି ପାଇବ । ଚିତ୍ରକୋଣ୍ଡା ଓ କରଞ୍ଜିଆର ବିଧାୟକ ମଧ୍ୟ ଉପସ୍ଥିତ ରହି ସେମାନଙ୍କର ମତବ୍ୟକ୍ତ କରିଥିଲେ । 

 

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ  ରାୟଗଡା ଓ କଳାହାଣ୍ଡି ଜିଲ୍ଲାର କେତେକ PVTG ପରିବାର ସହିତ ଆଲୋଚନା କରିଥିଲେ । ରାୟଗଡାର ଲହରୀ ଗୁଣ୍ଡିଆ, କଳାହାଣ୍ଡିର ରତନୀ ମାଝି ଏବଂ  ଆଉ କେତେ ଜଣ ହିତାଧିକାରୀ ୫୦୦୦ ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ସେମାନେ କୋଭିଡ ସମୟରେ ସରକାରଙ୍କ ଠାରୁ ଉତ୍ତମ ସେବା ପାଉଛନ୍ତି ବୋଲି ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଟୀକା ନେଇଛନ୍ତି କି ନାହିଁ ପଚାରି ବୁଝିଥିଲେ । ସେମାନେ ସମସ୍ତେ ଟୀକା ନେଇଛନ୍ତି ବୋଲି କହିଥିଲେ । 

 

 

ସେହିପରି ଛାତ୍ରବୃତ୍ତି ପାଇଥିବା ସମ୍ବଲପୁରର ଜ୍ଯୋତି ସିଂ, ବିଦୂସ୍ମିତା ମୁଣ୍ଡା ଓ ମୟୂରଭଞ୍ଜର ସୋନାଲି ସୋରେନ ଓ ପାର୍ବତୀ ସୋରେନ ପ୍ରମୁଖ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । 

 

ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । 

 

ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । 

 

ଅନୁସୂଚିତ ଜନଜାତି ଓ ଜାତି ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିଲେ ଓ ଜନଜାତି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।  

 

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

 

powered by social2s

ସମ୍ବଲପୁରରେ ନକଲି ପ୍ୟାଣ୍ଟ ଓ ସାର୍ଟ କପଡ଼ା ଜବତ

Details
Odia Ray Admin
ଓଡିଶା
07 July 2021

 

 

ସମ୍ବଲପୁର: ସମ୍ବଲପୁରରେ ବିଭିନ୍ନ କପଡ଼ା ଦୋକାନରେ ଚଢ଼ଉ କରି ନକଲି ପ୍ୟାଣ୍ଟ ଓ ସାର୍ଟ କପଡ଼ା ଜବତ କରିଛି ପୋଲିସ।

 

ସାହରରେ ଥିବା ତିନୋଟି ଦୋକାନରୁ ନକଲି ପ୍ୟାଣ୍ଟ ଏବଂ ସାର୍ଟ କପଡ଼ା ମିଳିବା ପରେ ମାଲିକ ମାନେ ଗିରଫ ହୋଇଥିବା ସୂଚନା ମିଳିଛି।

 

ନକଲି ପ୍ୟାଣ୍ଟ ଓ ସାର୍ଟରେ ଅସଲି ଲୋଗୋ ଲଗେଇ ଗ୍ରାହକଙ୍କୁ ବିକ୍ରି କରାଯାଉଥିଲା।

 

ଏନେଇ ଏସ୍ପିଙ୍କ ନିକଟରେ ଲୋଜମାନେ ଅଭିଯୋଗ କରବାପରେ ଗତକାଲି ବିଲମ୍ବିତ ରାତିରେ ପୋଲିସ ଏହି ଚଢ଼ଉ କରିଛି।

 

powered by social2s

ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସମୀକ୍ଷା ବୈଠକ

Details
Odia Ray Admin
ଓଡିଶା
06 July 2021

 

 

ଭୁବନେଶ୍ୱର: ବର୍ତ୍ତମାନ ଯୁଗ ହେଉଛି ଆଇଟିର ଯୁଗ। ଯେଉଁ ଦେଶ ଆଇଟି କ୍ଷେତ୍ରରେ ଯେତେ ଆଗୁଆ ସେ ଦେଶ ସେତେ ସମୃଦ୍ଧ ଦେଶ ଭାବେ ସମଗ୍ର ବିଶ୍ୱରେ ପରିଗଣିତ। ଆମ ଦେଶ ତଥା ରାଜ୍ୟର ବହୁ ଆଇଟି ଡିଗ୍ରୀଧାରୀ ବିଭିନ୍ନ ଦେଶରେ କାର୍ଯ୍ୟକାରୀ ପ୍ରତିଷ୍ଠା ଅର୍ଜନ କରିଛନ୍ତି। ବିଗତ ବର୍ଷ ମାନଙ୍କ ମଧ୍ୟରେ ଆମ ରାଜ୍ୟ ଓଡିଶା ଆଇଟି କ୍ଷେତ୍ରରେ ବହୁ ଅଗ୍ରଗତି ହାସଲ କରିଛି। ତେବେ ଆଇଟି କ୍ଷେତ୍ରରେ ସଫଳତାର ଶୀର୍ଷ କୁ ଯାଇ ଓଡିଶାକୁ 'ଆଇଟି ହବ'ରେ ପରିଣତ କରିବା ପାଇଁ ଯେଉଁ ଯୋଜନା ରହିଛି, ତାହାକୁ ପୂରଣ କରିବା ଲାଗି ଆମ ସମସ୍ତଙ୍କୁ ବଦ୍ଧପରିକର ହୋଇ କାର୍ଯ୍ୟ କରିବାକୁ ପଡିବ ବୋଲି କ୍ରୀଡା ଓ ଯୁବସେବା, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା ଆଜି ଅନୁଷ୍ଠିତ ସମୀକ୍ଷା ବୈଠକରେ କହିଛନ୍ତି।

ଆଜି ସ୍ଥାନୀୟ ଲୋକସେବା ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟଳୟରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସମୀକ୍ଷା ବୈଠକ ମନ୍ତ୍ରୀ ଶ୍ରୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫-ଟି ଉପକ୍ରମ ଅନୁସାରେ ବିଭାଗ ପକ୍ଷରୁ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା। ଏଥିରେ ସାଇବର ସିକ୍ୟୁରୀଟି ,ଭାରତ ନେଟ, ମୋ ସରକାର ଯୋଗାଯୋଗ ସେଣ୍ଟର, ମୋ ସେବା କେନ୍ଦ୍ର, ଓଡିଶା -ୱାନ ପୋର୍ଟାଲର କାର୍ଯ୍ୟଧାରା ଉପରେ ବରିଷ୍ଠ ଅଧିକାରୀମାନେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

 

powered by social2s

More Articles ...

  1. ଭୁବନେଶ୍ୱର ଏମ୍ ସ୍ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞୁରୀ
  2. ପାଞ୍ଚ ମାସ ଭିତରେ ପୁରା ଓଡ଼ିଶାରେ ଟୀକାକରଣ
  3. ଗଛରେ ପିଟିହେଲା ବାଇକ, ୩ ମୃତ
Page 1761 of 2256
  • Start
  • Prev
  • 1756
  • 1757
  • 1758
  • 1759
  • 1760
  • 1761
  • 1762
  • 1763
  • 1764
  • 1765
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.