• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଆଜିଠୁ YouTube ମାଧ୍ୟମରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

Details
Odia Ray Admin
ଓଡିଶା
21 June 2021

ଭୁବନେଶ୍ୱର: ଆଜିଠୁ YouTube ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ପାଠ ପଢ଼ା।ପାଇଁ ବ୍ୟବସ୍ଥା କରିଛି ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ବିଭାଗ। ପ୍ରଥମ ରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଆରମ୍ଭ ହୋଇଛି ଶିକ୍ଷା ଦର୍ପଣ କାର୍ଯ୍ୟକ୍ରମ। ପ୍ରତ୍ୟହ ସୋମବାର ରୁ ଶୁକ୍ରବାର ହେବ ପାଠପଢ଼ା। ସକାଳ ୯ ଟାରୁ ୧୦:୩୦ ଯାଏଁ ପ୍ରାଥମିକ ଛାତ୍ରଛାତ୍ରୀଙ୍କୁ କରାଯିବ ଶିକ୍ଷାଦାନ। ସେହିପରି ସକାଳ ୧୦:୪୫ ରୁ ଦିନ ୧ ଟା ଯାଏଁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ବ୍ୟବସ୍ଥା ହୋଇଛି।

powered by social2s

ବ୍ୟାଙ୍କ ପରିଚାଳକଙ୍କ ଆତ୍ମହତ୍ୟା

Details
Odia Ray Admin
ଓଡିଶା
20 June 2021

ଭୁବନେଶ୍ୱର: ଭୁବନେଶ୍ୱର ଶ୍ରୀୟା ଛକରେ ଥିବା ICICI ବ୍ୟାଙ୍କ ପରିଚାଳକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ବ୍ୟାଙ୍କ ପରିଚାଳକ ଗୌରବ ରାଜ୍ ଏକ ଟ୍ରେନ ଆଗରେ ଜୀବନ ହାରିଥିବା ଜଣାପଡ଼ିଛି। ଗୌରବଙ୍କ ଘର ବିହାର ର ଭାଗଲପୁର।

powered by social2s

ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

Details
Odia Ray Admin
ଓଡିଶା
20 June 2021

ପୁରୀ: ଛତିଶା ନିଯୋଗ ବୈଠକରେ ରଥଯାତ୍ରା ନେଇ ଚୂଡ଼ାନ୍ତ ହେଲା ନୀତି ନିର୍ଘଣ୍ଟ। ଜୁଲାଇ ୧୨ ରେ ବିନା ଭକ୍ତରେ ହେବ ରଥଯାତ୍ରା। ସକାଳ ୮ ଟା ରେ କରାଯିବ ରଥ ପ୍ରତିଷ୍ଠା । ସକାଳ ୮:୩୦ ରେ ହେବ ପହଣ୍ଡି ଆରମ୍ଭ। ଅପରାହ୍ନ ୨ ଟା ରେ ଛେରାପହଁରା ପରେ ୩ ଟା ସୁଦ୍ଧା ଆରମ୍ଭ ହେବ ରଥଟଣା।

powered by social2s

ଓଡ଼ିଶାରେ ଦୈନିକ ୩ ଲକ୍ଷ ଟୀକାକରଣ ଲକ୍ଷ

Details
Odia Ray Admin
ଓଡିଶା
20 June 2021

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ ୩ ଲକ୍ଷ ଟୀକାକରଣ ଲକ୍ଷ ରଖିଛନ୍ତି ରାଜ୍ୟ ସରକାର। ଟୀକାକରଣ କୁ ବ୍ୟାପକ କରିବାକୁ ପ୍ରତି ବ୍ଲକର ୫ ଟି କେନ୍ଦ୍ରରେ ହେବ ଟୀକାକରଣ। କାଲିଥୁ କ୍ୟାମ୍ପେନ ମୋଡ୍ ରେ ହେବ ଟୀକାକରଣ। ଏନେଏସି ର ୫ ଟି କେନ୍ଦ୍ର, ପୌର ପରିଷଦର ୧୦ ଟି କେନ୍ଦ୍ର ଓ ମହାନଗର ନିଗମର ୨୦ ଟି କେନ୍ଦ୍ରରେ ହେବ ଟୀକାକରଣ। ଏନେଇ ସବୁ ଜିଲ୍ଲାପାଳ, ମୁନିସିପାଳ କମିଶନର, ସିଡିଏମଓ ଓ ପିଏଚଓ ମାନଙ୍କୁ ଚିଠି କରିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ।

powered by social2s

ସ୍ନାନଯାତ୍ରା ନୀତିକାନ୍ତି ଚୂଡ଼ାନ୍ତ

Details
Odia Ray Admin
ଓଡିଶା
20 June 2021

ସ୍ନାନଯାତ୍ରା ନୀତିକାନ୍ତି ଚୂଡ଼ାନ୍ତ ପୁରୀ: ଆଜି ଛତିଶା ନିଯୋଗ ବୈଠକରେ ସ୍ନାନପୁର୍ଣିମା ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ବିନା ଭକ୍ତରେ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ହେବ ସ୍ନାନପୁର୍ଣିମା ନୀତି। ପୂର୍ବବର୍ଷ ଭଳି ହେବ ନୀତିକାନ୍ତି। ରାତି ୧ ଟା ରେ ହେବ ପହଣ୍ଡି ଆରମ୍ଭ। ସକାଳ ୯ ଟା ରେ ଜଳଲାଗି ଓ ଦିନ ୧୧ ଟା ରେ ଗଜାନନ ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ୫ ଟା ରେ ହେବ ବାହୁଡ଼ା ପହଣ୍ଡି।

powered by social2s

ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ଶିଶୁଙ୍କ ପାଇଁ ନୂଆ ଯୋଜନା "ଆଶୀର୍ବାଦ"

Details
Odia Ray Admin
ଓଡିଶା
20 June 2021

ଭୁବନେଶ୍ୱର: ଗତ ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀ ଙ୍କୁ ହରାଇ ଥିବା ପିଲା ମାନଙ୍କ ଶିଷା ଦୀଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା। ଆଶୀର୍ବାଦ ଘୋଷଣା କରିଛନ୍ତି । ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି । ବାପା , ମା ଉଭୟଙ୍କୁ ହରାଇ ଥିବା ପିଲା ତଥା single parent ଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନ କାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା । ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ,ଓ ସ୍ବାସ୍ଥ୍ୟ ପାଇଁ ମାସିକ 2500 ଟଙ୍କା electronically ଜମା କରାଯିବ । ପିଲାକୂ 18ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲା କୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆ ଯିବ ନାହିଁ । ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ରେ ସାମିଲ କରାଯିବ । ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି ,ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ ।ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ ,କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟ ରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲା ପାଳ ସହଯୋଗ ଯୋଗାଇ ଦେବେ । ଉଚ୍ଚ ଶିଷା ପାଇଁ ପିଲା କୁ ରାଜ୍ୟ ସରକାର ଙ୍କ Green passage ଯୋଜନା ରେ ସହଯୋଗ ଯୋଗାଇ ଦିଆଯିବ । ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳ କୁ ଦୃଷ୍ଟିରେ ରଖି ତାଙ୍କୁ out of turn ରେ ଘର ମଞୁର କରାଯିବ । ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ,out of turn ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ । ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲା ର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ । ବିଜୁ ଶିଶୁ ସୁରକ୍ଷା ଯୋଜନା ଓ juvenile justice fund ରୂ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ । ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟ ଙ୍କ ପାଖରେ ନ ରହି କୋୖଣସି child care institution ରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା recurring deposit ଭାବରେ ପ୍ରତି ମାସ ରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ । ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ । ପିଲା ର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରିଯିବ । ଯେଉଁ ଷେତ୍ର ରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ। ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ । ପିଲା କୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ର ରେ ଆଉ ସହାୟତା ମିଳିବ ନାହିଁ । ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ ।ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ । ଏତଦ୍ବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ । ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUଙ୍କୁ ଆବେଦନ କରିପାରିବେ । ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

powered by social2s

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ

Details
Odia Ray Admin
ଓଡିଶା
19 June 2021

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏଥିରେ ୧୬ଟି ICU ଓ ୧୬ଟି HDU ଶଯ୍ୟା ସହିତ ଏକ ସ୍ବତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି । ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ହସ୍‌ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସ୍‌ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାଦ୍ଦୀର କଳାହାଣ୍ଡି ବିଂଶ ଶତାଦ୍ଦୀର କଳାହାଣ୍ଡି ଠାରୁ ବହୁତ ଆଗକୁ ଯାଇପାରିଛି । ଗତ ଦୁଇ ଦଶକ ମଧ୍ୟରେ ବିକାଶର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି କରିଛି । ଏ ରୂପାନ୍ତର ବାସ୍ତବିକ ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଳାହାଣ୍ଡି ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଳାହାଣ୍ଡିର ଏ ରୂପାନ୍ତର, କଳାହାଣ୍ଡି ଜିଲ୍ଲାର ଚାଷୀଭାଇ, ଯୁବସମାଜ ଓ ମା ମାନଙ୍କ ଉଦ୍ୟମ ଯୋଗୁ ସମ୍ଭବ ହୋଇପାରିଛି । କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ। କୋଭିଡର ଦ୍ବିତୀୟ ଲହରରେ ରୋଗୀ ମାନଙ୍କୁ ଅକ୍‌ସିଜେନ ସ୍ତର କମିବା ଯୋଗୁ ସାରା ଦେଶରେ ଅକ୍‌ସିଜେନ ଯୋଗାଣ ଉପରେ ଅତ୍ୟଧିକ ଚାପ ସୃଷ୍ଟି ହୋଇଥିଲା । ଏଭଳି ସମୟରେ ଓଡିଶା ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏଭଳି ସଂକଟ ସମୟରେ ମାନବତାର ସେବା ପାଇଁ ସୁଯୋଗ ପାଇବା ଓଡିଶାବାସୀଙ୍କ ପାଇଁ ନିଶ୍ଚିତ ଭାବରେ ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ କରିଥିଲେ । କୋଭିଡର ଦ୍ବିତୀୟ ଲହରର ମୁକାବିଲାରେ କଳାହାଣ୍ଡିବାସୀ ଯେପରି ସାହସ ପ୍ରଦର୍ଶନ କରିଛନ୍ତି ସେଥିପାଇଁ ଜିଲ୍ଲାବାସୀଙ୍କୁ ତଥା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଂଗନବାଡୀ କର୍ମୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇ ଜନସାଧାରଣଙ୍କୁ ସମସ୍ତଙ୍କୁ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ନିବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ହେଉ, ବା ପ୍ରାକୃତିକ ବିପର୍ଯ୍ୟୟ, ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ କଳାହାଣ୍ଡିରେ କୋଭିଡ ହସ୍‌ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଶକ୍ତିମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର କହିଥିଲେ ଯେ କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍‌ସିଜେନ ପ୍ଲାଣ୍ଟ କରାଯାଇଛି, ହସ୍‌ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି। ତେଣୁ କଳାହାଣ୍ଡିବାସୀ ଉନ୍ନତ କୋଭିଡ ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ କଳାହାଣ୍ଡିର ବିକାଶ ଓ ଓଡିଶାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ସେ କହିଥିଲେ ଯେ କଳାହାଣ୍ଡି ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛି । ମୁଁ ତାଙ୍କୁ ଯେତେବେଳେ ଭେଟିଛି, ସେ ସବୁବେଳେ କଳାହାଣ୍ଡିର ବିକାଶ ସଂପର୍କରେ ମୋ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଲୋକଙ୍କ ଉନ୍ନତି ଓ ରାଜ୍ୟର ବିକାଶ କଥା ଚିନ୍ତା କରନ୍ତି। ବାତ୍ୟା ସମୟରେ ମୁଖ୍ୟମନ୍ତ୍ରୀ ଯେଉଁଭଳି ଭାବରେ ନେତୃତ୍ବ ନେଇ ମୁକାବିଲା କଲେ ଓ ଲୋକଙ୍କ ଜୀବନର ସୁରକ୍ଷା କଲେ, ତାହା ଆଜି ସମଗ୍ର ବିଶ୍ବରେ ଚର୍ଚ୍ଚାର ବିଷୟ ହୋଇଛି । ଆମେ ଅନେକ ରାଜ୍ୟରେ କାମ କରୁଛୁ, କିନ୍ତୁ ଓଡିଶାରେ କାମ କରିବାର ଅଭିଜ୍ଞତା ମୋତେ ସବୁଠାରୁ ଭଲ ଅନୁଭବ ଦେଇଛି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କଳାହାଣ୍ଡି ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବେଦାନ୍ତ ର CFO ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

powered by social2s

More Articles ...

  1. ଶ୍ରୀ ନାରାୟଣ ମହାପାତ୍ର ଭାରତରୁ ଜଣେ ଅନ୍ୟତମ ଶାନ୍ତି ଦୂତ: ଡାଇନାମିକ ପିସ ରେସ୍କ୍ୱ ମିଶନ ଇଣ୍ଟର ନେସନାଲ
  2. ଶ୍ରୀ ନାରାୟଣ ମହାପାତ୍ର ଙ୍କୁ ସମାଜ ସେବା କ୍ଷେତ୍ରରେ ଉଲେଖନୀୟ ଅବଦାନ ନିମନ୍ତେ ସମ୍ମାନ ସୂଚକ ଡକ୍ଟରେଟ ଉପାଧି
  3. ଭୁବନେଶ୍ୱରରେ ଗ୍ୟାସ ଟାଙ୍କି ଫାଟି ଜଳିଗଲା ଦୋକାନ
Page 1771 of 2256
  • Start
  • Prev
  • 1766
  • 1767
  • 1768
  • 1769
  • 1770
  • 1771
  • 1772
  • 1773
  • 1774
  • 1775
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.