• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଓଡ଼ିଶାରେ ଖସୁଛି ପାରଦ, ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

Details
Odia Ray Admin
ଓଡିଶା
03 June 2021

ଭୁବନେଶ୍ୱର: ଓଡ଼ିଶାରେ ପାରଦ ଖସୁଥିବା ଯୋଗୁ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ତ୍ରାହି ମିଳିଛି। ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ନବରଙ୍ଗପୁର, ନୟାଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମୟୁରଭଞ୍ଜ, ରାୟଗଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ମଧ୍ୟ ତିନି ଦିନ ପାଇଁ ଆଲର୍ଟ ଜାରି କରାଯାଇଛି। ବିଭିନ୍ନ ମଡେଲରୁ ଜଣାପଡ଼ିଛି ଯେ ଜୁନ ୧୨ କିମ୍ବା ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ବର୍ଷା ହେବ ଓ ମୌସୁମୀ ଓଡିଶା ପ୍ରଵେଶ କରିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନି। ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି।

powered by social2s

ମା ସନ୍ତୋଷୀ ଆଞ୍ଚଳିକ ଉନ୍ନୟନ ସଙ୍ଘର ଶୁଖିଲା ଖାଦ୍ୟ ବଣ୍ଟନ

Details
Odia Ray Admin
ଓଡିଶା
03 June 2021

 

 

ଭୁବନେଶ୍ୱର: ସାରା ଦେଶରେ ଏବେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି l କରୋନା କୁ ମୁକାବିଲା କରିବା ପାଇଁ ସାରା ଦେଶରେ ଲକଡାଉନ ଓ ସଟ ଡାଉନ ଜାରି ରହିଛି l ସାରା ଦେଶରେ ଯେଉଁ ମାନେ ଜୀବିକା ହରାଉଛନ୍ତି ସେମାନଙ୍କ ମୁଁହରେ ଆହାର ଦେଉଛି "ମା ସନ୍ତୋଷୀ ଆଞ୍ଚଳିକ ଉନ୍ନୟନ ସଙ୍ଘ " l

 

ଏହି ସଙ୍ଘ ଖୋର୍ଦ୍ଧା ଜିଲ୍ଲା ବୋଲଗଡ ପଂଚାୟତ ର ତୃତୀୟା ପଡା ଗ୍ରାମର ପ୍ରାୟ 50 ରୁ ଉର୍ଦ୍ଧ ମନ୍ଦିର ପୂଜକ ପରିବାର ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲା l

 

ଏହି କାର୍ଯ୍ୟକ୍ରମ କୁ ସଙ୍ଘର ସମ୍ପାଦକ ଶ୍ରୀ ମନୋରଞ୍ଜନ ଜେନା, ବିଜୟ କୁମାର ବେହେରା, ଧର୍ମେନ୍ଦ୍ର ସାହୁ, ବାସୁଦେବ ଦାସ, ମୁକେଶ ପାତ୍ର, ରଘୁନାଥ ମହାନ୍ତି ପ୍ରମୁଖ ସଦସ୍ୟ ମାନେ ସହଯୋଗ କରିଥିଲେ l

ଏହି କାର୍ଯ୍ୟକ୍ରମ କୁ ସଙ୍ଘ ର  ଉପଦେଷ୍ଟା ବରିଷ୍ଠ ଅଧ୍ୟାପକ ମହୋଦୟ ଶ୍ରୀଯୁକ୍ତ ଫିରୋଜ କୁମାର ସାହୁ, ଶ୍ରୀମତୀ ସସ୍ମିତା ପାତ୍ର, ଶ୍ରୀଯୁକ୍ତ ପ୍ରଦୀପ କୁମାର ପାତ୍ର, ଶ୍ରୀଯୁକ୍ତ ମନୋରଞ୍ଜନ ମହାରଣା ପ୍ରମୁଖ ସଦସ୍ୟ ମାନେ ପରିଚାଳନା କରିଥିଲେ l

 

ଆଗାମୀ ଦିନରେ ଏଭଳି କାର୍ଯ୍ୟକ୍ରମ ସାରା ଦେଶରେ ଚାଲୁ ରହିବ ବୋଲି ସଙ୍ଘ ର ସମ୍ପାଦକ ଶ୍ରୀଯୁକ୍ତ ମନୋରଞ୍ଜନ ଜେନା ମତ ପ୍ରକାଶ କରିଥିଲେ l

 

 

powered by social2s

ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି

Details
Odia Ray Admin
ଓଡିଶା
02 June 2021

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ। କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ। ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ । ୨୩୦ଟି transformer ଆଜି ସୁଦ୍ଧା ବଦଳାଯାଇ ନୂଆ transformer ଲଗାଯିବ ବୋଲି ସୂଚନା ଦିଆଯାଇଥିଲା । ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା। ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା। ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା । ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି । ବୈଠକରି ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

powered by social2s

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

Details
Odia Ray Admin
ଓଡିଶା
02 June 2021

ଭୁବନେଶ୍ୱର: ପୂର୍ଵତନ ମନ୍ତ୍ରୀ ତଥା ବାସୁଦେବପୁରର ପୂର୍ଵତନ ବିଧାୟକ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି I ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ୱରେ ରହି ସ୍ବର୍ଗତ ରାଉତରାୟ ଅନେକ ଯୋଜନାକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ I ଭଦ୍ରକ ବାସୁଦେବପୁର ଅଞ୍ଚଳରେ ବିକାଶରେ ସେ ଯେଉଁ କାର୍ଯ୍ୟ କରିଯାଇଛନ୍ତି ତାହାକୁ ଅଞ୍ଚଳବାସୀ କେବେବି ଭୁଲିପାରିବେ ନାହିଁ I ତାଙ୍କ ବିୟୋଗ ସମଗ୍ର ରାଜନୀତି ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି I ସ୍ବର୍ଗତ ରାଉତରାୟଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ଵଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି I

powered by social2s

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଶୋକ

Details
Odia Ray Admin
ଓଡିଶା
02 June 2021

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଗଭୀର ଶୋକ ପ୍ରକାଶ କରିଛନ୍ତି I ମନ୍ତ୍ରୀ ଶ୍ରୀ ବେହେରା ଟ୍ୱଇଟ କରି ସ୍ୱର୍ଗତ ରାଉତରାୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି I

powered by social2s

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ଵିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

Details
Odia Ray Admin
ଓଡିଶା
02 June 2021

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ।ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତା ର ସହ ନିର୍ବାହ କରିଥିଲେ ।ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦ୍ ଗତି କାମନା କରଛନ୍ତି । ବିଜୟ ଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟ ଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ।

powered by social2s

ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆରମ୍ଭ ହେଲା କୋଭିଡ ଟୀକାକରଣ

Details
Odia Ray Admin
ଓଡିଶା
02 June 2021

ଭୁବନେଶ୍ୱର: ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆଜିଠୁ ଆରମ୍ଭ ହେଲା କୋଭିଡ ଟୀକାକରଣ। ପ୍ରଥମ ପର୍ଯ୍ୟାୟରେ ଆପୋଲୋ ହସ୍ପିଟାଲରେ ଟୀକାକରଣ ଆରମ୍ଭ ହୋଇଛି। ଡୋଜ ପିଛା ୧୨୫୦ ଦେଇ ନେଇପାରିବେ ଟୀକା। କମ୍ପାନୀ ଠାରୁ ସିଧାସଳଖ କିଣି ଲୋକଙ୍କୁ ଦେଉଛି ହସ୍ପିଟାଲ। ପ୍ରଥମ ଡୋଜ ଅନ୍ୟତ୍ର ନେଇଥିଲେ ମଧ୍ୟ ୨ୟ ଡୋଜ ଆପୋଲୋରେ ନେଇହେଵ।

powered by social2s

More Articles ...

  1. ଓଡ଼ିଶାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ୱାର୍ଡ ବ୍ୟବସ୍ଥା
  2. ଓଡ଼ିଶାର ପ୍ରଥମ ବ୍ଲାକ ଫଙ୍ଗସ୍ ରୋଗୀ ସୁସ୍ଥ
  3. ସ୍ତ୍ରୀର ମୃତଦେହ ନେଇ ଫେରିଲା ବେଳେ ଦୁର୍ଘଟଣାରେ ସ୍ୱାମୀର ମୃତ୍ୟୁ
Page 1783 of 2256
  • Start
  • Prev
  • 1778
  • 1779
  • 1780
  • 1781
  • 1782
  • 1783
  • 1784
  • 1785
  • 1786
  • 1787
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.