• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ପୂର୍ତ୍ତ ବିଭାଗ ପକ୍ଷରୁ ବାତ୍ୟା "ୟାସ୍" ପ୍ରଭାବିତ ସମସ୍ତ ୫ଟି ଜିଲ୍ଲାରେ ରାସ୍ତା ମରାମତି ସମ୍ପୂର୍ଣ

Details
Odia Ray Admin
ଓଡିଶା
29 May 2021
 
ଭୁବନେଶ୍ୱର, ୨୯/୦୫/୨୦୨୧
ପୂର୍ତ୍ତ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପୂର୍ବ ପ୍ରସ୍ତୁତି ସହ ବାତ୍ୟା 'ୟାସ' ପ୍ରଭାବିତ ସମସ୍ତ ୫ଟି ଜିଲ୍ଲାରେ ରାସ୍ତାଘାଟର ମରାମତି ସମ୍ପୂର୍ଣ ହେଇଛି।
ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବାତ୍ୟା 'ୟାସ' ରେ ସର୍ବାଧିକ ପ୍ରଭାବିତ ବାଲେଶ୍ବର ଜିଲ୍ଲାରେ ବିଭାଗ ଅଧୀନରେ ଥିବା ମୋଟ ୭୦ଟି ରାସ୍ତା ମଧ୍ୟରୁ ୫୩ଟି ଯୋଗାଯୋଗ ବିଛିନ୍ନ ହୋଇଥିଲା, ଯାହାକୁ କି ତ୍ୱରିତ ପଦକ୍ଷେପ ନିଆଯାଇ ୨୪ଘଣ୍ଟା ମଧ୍ୟରେ ସମସ୍ତ ରାସ୍ତାକୁ ଗାଡି ଚଳାଚଳ ଉପଯୋଗୀ କରାଯାଇଥିଲା।
ସେହିପରି ଭଦ୍ରକ ଜିଲ୍ଲାର ମୋଟ ୮୦ଟି ରାସ୍ତା ମଧ୍ୟରୁ ୩୬ଟି, କେନ୍ଦ୍ରାପଡା ଜିଲ୍ଲାର ୯୮ଟି ରାସ୍ତା ମଧ୍ୟରୁ ୪୯ଟି, ଜଗତସିଂହପୁର ଜିଲ୍ଲାର ମୋଟ ୪୫ଟି ରାସ୍ତା ମଧ୍ୟରୁ ୨୫ଟି ଏବଂ ମୟୁରଭଞ୍ଜ ଜିଲ୍ଲାର ମୋଟ ୩୪ଟି ରାସ୍ତାରୁ ୩୦ଟି ରାସ୍ତା ବାତ୍ୟା 'ୟାସ'  ପ୍ରଭାବରେ କ୍ଷତିଗ୍ରସ୍ତ ହୋଇ ଯୋଗାଯୋଗ ବିଛିନ୍ନ ହୋଇଥିଲା। ଅନେକ ସ୍ଥାନରେ ବଡ ବଡ ଗଛ ପଡିବା ସହ ରାସ୍ତା ଅବରୋଧ ହେବା ସହ କିଛି ସ୍ଥାନରେ ରାସ୍ତା କଟି ଯୋଗାଯୋଗ ବ୍ୟାହତ ହୋଇଥିଲା।
ବିଭାଗ ପକ୍ଷରୁ ଏହିସବୁ ରାସ୍ତା ପାଇଁ ମୋଟ ୧୯୨ଟି ତ୍ୱରିତ ପ୍ରତିକ୍ରିୟା ଦଳ ଜରିଆରେ ଜେସିବି,ଇଲେକ୍ଟ୍ରିକ କଟର ଆଦି ଅତ୍ୟାଧୁନିକ ଯନ୍ତ୍ରପାତି ସାହାଯ୍ୟରେ ବାଧାପ୍ରାପ୍ତ ହୋଇଥିବା ସମସ୍ତ ରାସ୍ତାକୁ ସଫା ଓ ମରାମତି କରାଯାଇ ଯୋଗାଯୋଗକୁ ସ୍ବଭାବିକ କରାଯାଇ ପାରିଛି। ବିଭାଗ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇ ରାସ୍ତା ସଫା ହେବା ଫଳରେ ଗମନାଗମନରେ ସୁବିଧା ହେବା ସହ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ଯଥେଷ୍ଟ ସହଜ ହୋଇପାରିଛି। ସର୍ବୋଚ୍ଚ ଯନ୍ତ୍ରୀ ଏବଂ ମୁଖ୍ୟଯନ୍ତ୍ରୀଙ୍କୁ ମିଶାଇ ମୋଟ ୫ ଜଣ ବରିଷ୍ଠ ଅଧିକାରୀଙ୍କ ତତ୍ୱବଧାନରେ ଏହି କାର୍ଯ୍ୟ ସମ୍ପନ୍ନ ହୋଇଥିଲା।
 
             
 
 
powered by social2s

ଖସୁଛି ବୈତରଣୀ ନଦୀର ଜଳସ୍ତର

Details
Odia Ray Admin
ଓଡିଶା
29 May 2021

ଖସୁଛି ବୈତରଣୀ ନଦୀର ଜଳସ୍ତର ଭଦ୍ରକ: ଭଦ୍ରକ ଜିଲ୍ଲା ଆଖୁଆପଦା ଠାରେ ବିପଦ ସଂକେତ ତଳେ ପ୍ରବାହିତ ହେଉଛି ବୈତରଣୀ ନଦୀର ଜଳ। ଆଖୁଆପଦାରେ ଆଜି ସକାଳ ୬ ଟା ସୁଦ୍ଧା ୭.୪୬ ମିଟର ଜଳ ପ୍ରବାହିତ ହେଉଥିବା ସୂଚନା। ଆଖୁଆପଦାରେ ବିପଦ ସଂକେତ ୧୭.୮୩ ବୋଲି ଜଣାପଡ଼ିଛି।

powered by social2s

ମହାମାରୀ ସଙ୍କଟ ସମୟରେ କେନ୍ଦ୍ର ଉପରେ ଅଧିକ ଚାପ ଦେବାକୁ ଚାହୁଁନୁ: ଓଡ଼ିଶା ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
28 May 2021
 
 
ଭୁବନେଶ୍ୱର: ଦେଶ ଏବେ କରୋନା ମହାମାରୀ ସଙ୍କଟ ଦେଇ ଗତି କରୁଛି, ଏପରି ସ୍ଥିତିରେ କେନ୍ଦ୍ର ଉପରେ ଅଧିକ ଚାପ ଦେବାକୁ ଚାହୁଁନାହୁଁ ବୋଲି କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
 
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ବାତ୍ୟା ୟାସ ପରବର୍ତ୍ତୀ ସ୍ଥିତି ସମୀକ୍ଷ ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବାତ୍ୟାର ମୁକାବିଲା ଆମେ ନିଜସ୍ଵ ପାଣ୍ଠିରୁ କରିବୁ।
 
ବାତ୍ୟା ପରେ ଓଡିଶା ଆସିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ନବୀନ କହିଲେ ପ୍ରତିବର୍ଷ ଓଡ଼ିଶା ଦୁର୍ବିପାକ ଓ କ୍ଷୟକ୍ଷତିର ସମ୍ମୁଖୀନ ହେଉଛି। ଦୁର୍ବିପାକର ଦୀର୍ଘସ୍ଥାୟୀ ସମାଧାନ ପାଇଁ ସହାୟତା ଦାବି କରିଛୁ।  
 
ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପାଇଁ ଭିତ୍ତିଭୂମି, ବୈଷୟିକ ଜ୍ଞାନକୌଶଳ ଓ ଭୁତଲ କେବୁଲ ବିଛା ପାଇଁ ସହାୟତା, ରାଜ୍ୟ ଉପକୂଳରେ ଝଡ଼ବାତ୍ୟା ନିରୋଧୀ ସୁରକ୍ଷା ବ୍ୟବସ୍ଥା ଓ ଉପକୂଳ ବିପର୍ଯ୍ୟୟ ନିରୋଧୀ ସୁରକ୍ଷା ବ୍ୟବସ୍ଥା ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
 
ପରେ ପ୍ରଧାନମନ୍ତ୍ରୀ ମୋଦି ବାତ୍ୟା କ୍ଷତିଗ୍ରସ୍ତ ବାଲେଶ୍ୱର ଓ ଭଦ୍ରକରେ ଏରିଏଲ ସର୍ଭେ କରିଛନ୍ତି।
 
 
 
powered by social2s

ସହିଦନଗର ଦୁର୍ଗାପୂଜା ସମିତିର ଦୁଇ ବରିଷ୍ଠ କାର୍ଯ୍ୟକାରୀ ସଭ୍ୟଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳୀ

Details
Odia Ray Admin
ଓଡିଶା
27 May 2021

 

 

ଭୁବନେଶ୍ୱର: ସହିଦନଗର ଦୁର୍ଗାପୂଜା ସମିତିର ଦୁଇ ବରିଷ୍ଠ କାର୍ଯ୍ୟକାରୀ ସଭ୍ୟ ଶ୍ରୀ ନିତ୍ୟାନନ୍ଦ ପାଲଟା ସିଂ ଓ ଶ୍ରୀ ମହେନ୍ଦ୍ର କୁମାର ନନ୍ଦ।ଙ୍କ ବିୟୋଗରେ ଗୁଗୁଲ ମିଟରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଆୟୋଜନ କରାଯାଇଥିଲା।

 

ଦୁଇ ବରିଷ୍ଠ ସଭ୍ୟ ସେମାନଙ୍କର କାର୍ଯ୍ୟ ନିମନ୍ତେ ସମିତି ତଥା ସମସ୍ତଙ୍କର ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ପାଇ ପାରିଥିଲେ। ମା ଦୁର୍ଗା ଙ୍କ ପୂଜା କରିବାରେ ସର୍ବଦା ଶାନ ଭାଇମାନଙ୍କୁ ଉସ୍ଥାହିତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିଲେ। ଆମର ମା ଙ୍କ ପାଖରେ ଗୋଟିଏ ପ୍ରାଥନା ଥିଲା ଆମେ କୁଆଡେ ଆସିଛୁ କୁଆଡେ ଯିବୁ, ମା ତୁ ଯୁଆଡେ ନେବୁ ଆମେ ସିଆଡେ ଯିବୁ, ତୋ ପାଇଁ ଆମେ ନିଜକୁ ନିଜେ ଭୁଲିବୁ, ଅଭାବେ ତୋ ଭାବ କୁ ଆମେ ଭଜୁଥିବୁ ବୋଲି କହିଛନ୍ତି ସମିତିର ସମ୍ପାଦକ ନାରାୟଣ ମହାପାତ୍ର।

 

ଏହି ଦୁଇ ବରିଷ୍ଠ ସଦସ୍ୟ ମାନଙ୍କ ବିୟୋଗରେ ସମିତିର ସଦସ୍ୟ ମାନଙ୍କ ଭିତରେ ଶୋକର ଛାୟା ଖେଳି ଯାଇଛି। ଆଜିର ସଭାରେ ସେମାନଙ୍କ ସ୍ମୃତି ରେ ପ୍ରଥମେ ଓମ୍ ଉଚ୍ଚାରଣ ପରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ତତ୍ ପରେ ସେମାନଙ୍କ ସ୍ମୃତିର  ଆଲୋଚନା ରେ ସଦସ୍ୟ ମାନେ ଉପସ୍ଥିତ ବହୁ ପୁରୁଣା କଥା କହିଥିଲେ। ଏହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଥିଲା। 

 

ଏହି ଶ୍ରଦ୍ଧାଞ୍ଜଳି ଶୋକ ସଭାରେଶ୍ରୀ ଚନ୍ଦନ କୁମାର ପାଳିତ,ନାରାୟଣ ମହାପାତ୍ର, ଉମାନାଥ ମିଶ୍ର, ମଳୟ ରଞ୍ଜନ ମହାପାତ୍ର, ହରିଶ ପ୍ରସାଦ ରଥ,ଶ୍ରୀନିବାସ ରାଓ, ଲଲିତ ଖୁଣ୍ଟିଆ, ଲଲିତ ମୋହନ ପଣ୍ଡା, ଶରତ ବେହେରା, ଲାବନ୍ୟନେନ୍ଦୁ ମହାନ୍ତି, ବଦ୍ରିନାଥ ଶତପଥୀ , ପ୍ରମୋଦପୃଷ୍ଟି,ଅଚ୍ୟୁତ ପ୍ରସାଦ ବେହେରା, ଦୀପକ ବେହେରା, ଅମିତ୍ କୁମାର ବେହେରା,ସନ୍ତୋଷ ଓଝା, ମନିଷା ପଣ୍ଡା, ଅଜୟ ଚୌଧୁରୀ, ସରୋଜ ପାତ୍ର,ସୁର ନାୟକ ରାଜେଶ ପାତ୍ର,ବିଶ୍ୱପ୍ରସାଦ ମହାନ୍ତି, ସିନୁ ସେଠୀ, ଜିତୁ ରାୟ, ସବ୍ୟସାଚୀ ମହାପାତ୍ର, ସୀତାକାନ୍ତ ମହାପାତ୍ର, ଗୋପାଳ ମହାନ୍ତି, ସୂର୍ଯ୍ୟକାନ୍ତ ରାୟ, ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଯୋଗଦାନ କରିଥିଲେ।

 

 

powered by social2s

ବାତ୍ୟା ୟାସ ପାଇଁ ୫୦୦ କୋଟି ପାଇଲା ଓଡ଼ିଶା

Details
Odia Ray Admin
ଓଡିଶା
28 May 2021
 
ଭୁବନେଶ୍ୱର: ବାତ୍ୟା ୟାସ ପାଇଁ ୧୦୦୦ କୋଟି ଘୋଷଣା କଲା କେନ୍ଦ୍ର। 
 
ସେଥିରୁ ଓଡ଼ିଶାକୁ ମିଳିଲା ୫୦୦ କୋଟି; ବାକି ୫୦୦ କୋଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କଲେ କେନ୍ଦ୍ର ସରକାର।
 
ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବ। ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରାଯାଇଛି।
 
 
 
powered by social2s

ଖସୁଛି ବୈତରଣୀ ନଦୀର ଜଲସ୍ତର

Details
Odia Ray Admin
ଓଡିଶା
28 May 2021

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଆଖୁଆପଦା ଠାରେ କାମୁଛି ବୈତରଣୀ ନଦୀର ଜଳସ୍ତର। ବୈତରଣୀ ର ଜଳସ୍ତର ଏବେ ବିପଦ ସଂକେତ ଉପରେ ରହିଛି। ବିପଦ ସଂକେତ ୧୭.୮୩ ମିଟର ଥିଲା ବେଳେ ଜଳସ୍ତର ରହିଛି ୧୮.୯୦ ମିଟର। ଗତକାଲି ରାତିରେ ବୈତରଣୀ ର ଜଳସ୍ତର ଥିଲା ୧୮.୯୮ ମିଟର। ୟାସ ବାତ୍ୟା ଜନିତ ବର୍ଷା ପାଇଁ ବିପଦ ସଂକେତ ଟପିଲା ସୁବର୍ଣ୍ଣରେଖା ନଦୀ। ଝାଡ଼ଖଣ୍ଡ ରେ ପ୍ରବଳ ବର୍ଷା ପରେ ଖୋଲିଲା ଗଲୁଡିହି ଵ୍ୟାରେଜ। ଗଲୁଡିହି ବ୍ୟାରେଜ ପାଣି ଯୋଗୁ ବିପଦ ସଂକେତ ଟପିଲା ସୁବର୍ଣ୍ଣରେଖା। ଜାମଷୋଳାଘାଟ ଠାରେ ବିପଦ ସଂକେତ ଟପିଲା ସୁବର୍ଣ୍ଣରେଖା। ବନ୍ୟା ଆଶଙ୍କା ଥିବାରୁ ପ୍ରଶାସନ ପ୍ରସ୍ତୁତ ଥିବା କହିଲେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

powered by social2s

ଓଡିଶା ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର ସମୀକ୍ଷା; ସମସ୍ତ ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ନିର୍ଦ୍ଧେଶ

Details
Odia Ray Admin
ଓଡିଶା
27 May 2021

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କରି ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରିଲିଫ, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡିବ । କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ ଘୋଷଣା କରାଯାଇଛି ବୋଲି ପ୍ରକାଶ କରି ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ବଭାବିକ କରିବା ପାଇଁ ପରାମର୍ଶ ଦେଇ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ମୁଖ୍ୟ ସଡକ ଗୁଡିକ ଯାନବାହାନ ଚଳାଚଳ ପାଇଁ ଅବରୋଧମୁକ୍ତ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ। ସେହିପରି ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ୟଶର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟା ୟଶର ସଫଳ ମୁକାବିଲା କରାଯାଇପାରିଛି । ସେ କହିଥିଲେ ଯେ ଜନସାଧାରଣଙ୍କ ସହଯୋଗ ରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ କରିପାରିଛି । ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକର ସମସ୍ତ ଜନସାଧାରଣ, ନାଗରିକ ସଂଗଠନ ମାନଙ୍କୁ ରିଲିଫ ଓ ସ୍ଥାନାନ୍ତର କାର୍ଯ୍ୟରେ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । କେନ୍ଦ୍ର ସରକାର ଏବଂ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥା ଯଥା NDRF, IMD ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥାକୁ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ପରିଶେଷରେ ମୁଖ୍ୟମନ୍ତ୍ରୀ ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟରେ ଏହିଭଳି ଦକ୍ଷତାର ସହ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବାତ୍ୟା ଷୟଷତି ଆକଳନ କରିଥିଲେ ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ବଭାବିକ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ବଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଏକ ଉପସ୍ଥାପନା ରଖି କରିଥିଲେ ଯେ ଲୋକଙ୍କ ସୁରକ୍ଷା ପାଇଁ ୧୨ଟି ଜିଲ୍ଲାର ୭ ଲକ୍ଷ ୧୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୮୪୧୦ଟି ଆଶ୍ରୟ ସ୍ଥଳରେ ରଖାଯାଇଥିଲା । ସେ କହିଥିଲେ ଯେ ୨୦୦ଟି ବ୍ଲକ୍‌ରେ ପ୍ରବଳ ବର୍ଷା ହୋଇଥିଲା । ମୟୁରଭଂଜର କୁସୁମୀ ବ୍ଲକ୍‌ରେ ୫୧୫ ମି.ମି ବର୍ଷା ହୋଇଥିବାର ସେ ସୂଚନା ଦେଇଥିଲେ । ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟାଜଳ ବଢୁଥିବା ସତ୍ତ୍ବେ ବନ୍ୟା ଆଶଂକା କମ୍‌ ବୋଲି ପ୍ରକାଶ କରି କହିଥିଲେ ଯେ ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟାର ସମ୍ଭାବନା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି । ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇ କୁହାଯାଇଥିଲା ଯେ ସମସ୍ତ ୩୩ ଓ ୧୧ କେଭି ଫିଡର ମରାମତି ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଖୁବ୍‌ ଶୀଘ୍ର ଶେଷ ହେବ । ୩୦ ଲକ୍ଷ ପ୍ରଭାବିତ ଉପଭୋକ୍ତାଙ୍କ ମଧ୍ୟରୁ ଆଜି ସଂଧ୍ୟା ସୁଦ୍ଧା ୨୩ ଲକ୍ଷ ଉପଭୋକ୍ତାଙ୍କୁ ବିଜୁଳି ଯୋଗାଯୋଗ ସ୍ବଭାବିକ କରାଯିବ । ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମୁଦାୟ ୬୨ଟି ବ୍ଲକ ପ୍ରଭାବିତ ହୋଇଛି । ସବୁ ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି ବୋଲି ସୂଚନା ଦିଆଯାଇଥିଲା। ୫୭୧ଟି ପାଇପ ଜଳ ପ୍ରକଳ୍ପକୁ ଜେନ୍‌ସେଟ୍‌ ଜରିଆରେ କାର୍ଯ୍ୟକାରୀ କରାଯାଉଛି ଏବଂ ୩୪୬ଟି ଟ୍ୟାଙ୍କର ଜରିଆରେ ଜଳମଗ୍ନ ସ୍ଥାନକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅତିରିକ୍ତ ଟ୍ୟାଙ୍କର ପଠାଯାଇଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ ପୌରାଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରକ୍ରିୟା ସ୍ବଭାବିକ କରାଯାଇଛି। ଜଳସଂପଦ ବିଭାଗର ସୂଚନା ଅନୁଯାୟୀ କେନ୍ଦ୍ରାପଡା, ବାଲେଶ୍ବର ଓ ଭଦ୍ରକ ଅଂଚଳରେ କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି ଏବଂ ଜଳମଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘାଇର ଆକଳନ କରାଯାଉଛି ଏବଂ ବିଭିନ୍ନ ସ୍ଥାନରେ ମରାମତି କାର୍ଯ୍ୟ ଚାଲିଛି । ମହିଳା ଓ ଶିଶୁବିକାଶ ବିଭାଗର ସୂଚନା ଅନୁଯାୟୀ ୪୫୦୦ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇଥିଲା । ସେଥିମଧ୍ୟରୁ ୨୧୦୦ଙ୍କୁ ହସ୍‌ପିଟାଲକୁ ସ୍ଥାନାନ୍ତରୀତ କରାଯାଇଥିଲା । ବାତ୍ୟା ସମୟରେ ୭୫୦ ନବଜାତ ଶିଶୁ ଜନ୍ମ ହୋଇଛନ୍ତି । ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ କୋଭିଡ ହସ୍‌ପିଟାଲରେ ଭିତ୍ତିଭୂମି ଠିକ୍‌ ରହିଛି । ଆଜି ସଂଧ୍ୟା ସୁଦ୍ଧା ଗଛ ପଡି ଅବରୋଧ ହୋଇଥିବା ସମସ୍ତ ସଡକ ଗୁଡିକ ଆବରୋଧମୁକ୍ତ କରାଯିବ। ସେହିପରି ଗ୍ରାମ ଉନ୍ନୟନ ବିଭାଗର ୩୫୦ଟି ସଡକ ଅବରୋଧ ହୋଇଥିବା ବେଳେ ଏହିସବୁ ଗୁଡିକ ଆଜି ସଂଧ୍ୟା ସୁଦ୍ଧା ଅବରୋଧମୁକ୍ତ ହେବ । ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକ୍ରମ ଗୁଡିକର ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନର କାର୍ଯ୍ୟକୁ ପ୍ରଶଂସା କରି ଏହିଭଳି କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ । ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

powered by social2s

More Articles ...

  1. କୋଭିଡ଼ ସଂକ୍ରମଣ ଆଶଙ୍କାରେ ୧୨ ଜିଲ୍ଲାକୁ ସ୍ୱାସ୍ଥ୍ୟ ବିଭାଗର ଚିଠି
  2. ବାତ୍ୟା ୟାସ ପ୍ରଭାବରେ ବୈତରଣୀ ନଦୀ ରେ ବନ୍ୟା ଆଶଙ୍କା
  3. ଓଡ଼ିଶାର ବାତ୍ୟା ପ୍ରଭାବିତ ଅଂଚଳରେ ଜୋରଦାର ଚାଲିଛି ପୁନରୁଦ୍ଧାର କାର୍ଯ୍ୟ
Page 1787 of 2256
  • Start
  • Prev
  • 1782
  • 1783
  • 1784
  • 1785
  • 1786
  • 1787
  • 1788
  • 1789
  • 1790
  • 1791
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.