ଓଡ଼ିଶାରେ ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଓଡିଶାରେ ବ୍ଲାକ ଫଙ୍ଗସ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର। ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବ୍ଲକ ଫଙ୍ଗସକୁ ମହାମାରୀ ଘୋଷଣା କରିଥିଲେ କେନ୍ଦ୍ର ସରକାର।
ଭୁବନେଶ୍ୱର: ଓଡିଶାରେ ବ୍ଲାକ ଫଙ୍ଗସ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର। ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବ୍ଲକ ଫଙ୍ଗସକୁ ମହାମାରୀ ଘୋଷଣା କରିଥିଲେ କେନ୍ଦ୍ର ସରକାର।
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାର ସବୁ ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ ଜେନା ଙ୍କ ପକ୍ଷରୁ ଆଲର୍ଟ କରାଯାଇଛି। ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଆଯିବା ସହିତ ବାତ୍ୟା ଆଶ୍ରୟସ୍ଥଳ ଚିହ୍ନଟ କରିବାକୁ ନିର୍ଦେଶ ଦିଆଯାଇଛି। ସ୍ଥାନୀୟ ଅଧିକାରୀ, ପଂଚାୟତ ପ୍ରତିନିଧି ଙ୍କୁ ସାମିଲ କରିବାକୁ ମଧ୍ୟ ଦିଆଯାଇଛି ପରାମର୍ଶ। ଜିଲ୍ଲାସ୍ତରରେ ଲୋକଙ୍କ ସ୍ଥାନାଂତରଣ ଯୋଜନା କରାଯିବ। ଶୁଖିଲା ଓ ରନ୍ଧା ଖାଦ୍ୟ ସହ ଶିଶୁ ଖାଦ୍ୟ ମହଜୂଦ ରଖିବା ପାଇଁ ନିର୍ଦେଶ ଦେଲେ ଏସଆରସି। କୋଭିଡ ଗାଇଡ୍ ଲାଇନ ଅନୁପାଲନ ଉପରେ ମଧ୍ୟ ସେ ଗୁରୁତ୍ୱ ଦେଇଛନ୍ତି ।
ରାଉରକେଲା, ୧୮ ମେ’ ୨୦୨୧: ରାଉରକେଲାରେ କୋଭିଡ୍ ଟିକାଦାନ କ୍ଷେତ୍ରରେ ପ୍ରଶାସନ ପକ୍ଷରୁ ଏକ ଅଭିନବ ପଦକ୍ଷେପ ନିଆଯାଇଛି। ଯେଉଁ ବ୍ୟକ୍ତିମାନେ ଶଯ୍ୟାଶାୟୀ ଅଛନ୍ତି କିମ୍ବା ଭିନ୍ନକ୍ଷମ ତଥା ଅତ୍ୟନ୍ତ ବାର୍ଦ୍ଧକ୍ୟ କାରଣରୁ ଯେଉଁମାନେ ଟିକାକରଣ କେନ୍ଦ୍ରକୁ ଆସିପାରୁ ନାହାନ୍ତି ସେମାନଙ୍କ ଘରେ ଟିକା ଦିଆଯିବ। ଏଥିପାଇଁ ମଙ୍ଗଳବାର ଦିନ ‘ସଞ୍ଜୀବନୀ ରଥ’ର ଶୁଭାରମ୍ଭ କରାଯାଇଛି।
ଆରଜିଏଚ୍ ପରିସରରେ ଏହି ରଥକୁ ସ୍ଥାନୀୟ ବିଧାୟକ ତଥା ସୁନ୍ଦରଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା, ରାଉରକେଲା ଏଡିଏମ୍ ଆବୋଲି ସୁନିଲ ନରୱଣେ ଏବଂ ଆରଜିଏଚ୍ ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ କୁମାର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।
‘‘ମୋର ଆଶା ନଥିଲା ଯେ ମୁଁ ମୋ’ ମା’କୁ କୋଭିଡ୍ ଟିକା ଦେଇ ପାରିବି। କିନ୍ତୁ ରାଉରକେଲା ମହାନଗର ନିଗମର ସୋସିଆଲ ମିଡିଆରୁ ନମ୍ବର ପାଇ ମୁଁ ଆଜି ସକାଳେ କଲ୍ ସେଣ୍ଟରକୁ ଫୋନ୍ କରିଥିଲି। ସଞ୍ଜୀବନୀ ରଥ ଟିମ୍ ଆଜି ଅପରାହ୍ଣରେ ଆମ ଘରକୁ ଆସି ମା’କୁ ଟିକା ଦେଇଗଲେ। ଏଥିପାଇଁ ମୁଁ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ, ମହାନଗର ନିଗମ ଏବଂ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଉଛି’’, କହିଛନ୍ତି ରାଉରକେଲା ଜଗଦା ଅଞ୍ଚଳର ସଂଗ୍ରାମ ଦାସ। ତାଙ୍କ ମା’ ୮୧ ବର୍ଷିଆ ତିଳୋତ୍ତମା ଦାସ, କିଛି ମାସ ହେଲା ଶଯ୍ୟାଶାୟୀ ଅଛନ୍ତିା
ତିଳୋତ୍ତମା ହେଉଛନ୍ତି ସଞ୍ଜୀବନୀ ରଥର ପ୍ରଥମ ହିତାଧିକାରୀ। ଆଜି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ପରେ ସଞ୍ଜୀବନୀ ରଥ ଟିମ୍ ସହରର ବିଭିନ୍ନ ସ୍ଥାନକୁ ଯାଇ ଘରେ ଟିକା ନେବାକୁ ଅନୁରୋଧ କରିଥିବା ଶଯ୍ୟାଶାୟୀ ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଟିକା ଦେଉଛନ୍ତି। ଏଥିରେ ଜଣେ ଫାର୍ମାସିଷ୍ଟ ଏବଂ ଜଣେ ଏନଏମ୍ କର୍ମୀଙ୍କୁ ନିୟୋଜିତ କରାଯାଇଛି। କୋଭିଡର ପ୍ରଥମ ଲହରୀ ବେଳେ ମଧ୍ୟ ରାଉରକେଲାରେ ସଞ୍ଜୀବନୀ ରଥ ଗଡ଼ିଥିଲା। ସେତେବେଳେ ୫ ହଜାରରୁ ଅଧିକ ହିତାଧିକାରୀଙ୍କୁ ବିଭିନ୍ନ ସେବା ପହଞ୍ଚାଇଥିଲା।
‘‘କୋଭିଡ୍ କ୍ଷେତ୍ରରେ ସଞ୍ଜୀବନୀ ରଥ ଗୋଟିଏ ମାଇଲ ଷ୍ଟୋନ ବୋଲି କହିଲେ ଭୁଲ୍ ହେବ ନାହିଁ। ଏଥିପାଇଁ ମୁଁ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମକୁ ଧନ୍ୟବାଦ ଜଣାଉଛି। ଏହି ପଦକ୍ଷେପ ଏବେ ସହରର ଶଯ୍ୟାଶାୟୀ, ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମ ଭାଇ ଭଉଣୀଙ୍କ ପାଇଁ ବିଶେଷ ସହାୟକ ହେବ’’, କହିଛନ୍ତି ବିଧାୟକ ସାରଦା ପ୍ରସାଦ ନାୟକ।
ଏହି ସେବା ପାଇବା ପାଇଁ ଦିନ ୧୦ଟାରୁ ଅପରାହ୍ଣ ୪ଟା ଭିତରେ ୦୬୬୧-୨୫୧୦୦୩୬ ନମ୍ବରରେ ହିତାଧିକାରୀ ବା ତାଙ୍କ ପରିବାର ଲୋକେ କଲ୍ କରିପାରିବେ। ଲୋକଙ୍କଠାରୁ କଲ୍ ପାଇବା ପରେ ରାଉରକେଲା ମହାନଗର ନିଗମର ଟେଲି ମେଡିସିନ ଟିମ୍ ତାହାର ଅନୁଧ୍ୟାନ କରି ଯୋଗ୍ୟ ହିତାଧିକାରୀଙ୍କୁ କେଉଁଦିନ ଟିକା ଦିଆଯିବ ତାହାର ବ୍ୟବସ୍ଥା କରୁଛନ୍ତି। ଟିକାଦାନ ପୂର୍ବରୁ ହିତାଧିକାରୀ ବା ତାଙ୍କ ପରିବାରକୁ ଏ ସମ୍ପର୍କରେ ଜଣାଇ ଦିଆଯାଉଛି। ଟିକାଦାନ ବେଳେ ସଞ୍ଜୀବନୀ ରଥ ଟିମ୍ ହିତାଧିକାରୀମାନଙ୍କର ଆବଶ୍ୟକ ପଞ୍ଜୀକରଣ କରାଉଛନ୍ତି।
‘‘କୋଭିଡ୍ ନିୟନ୍ତ୍ରଣ ପାଇଁ ଏକ ବଡ଼ ପଦକ୍ଷେପ ହେଉଛି ଟିକାକରଣ। ତେଣୁ ଯେଉଁ ବ୍ୟକ୍ତିମାନେ ଶାରୀରିକ ସମସ୍ୟା ପାଇଁ ଟିକାଦାନ କେନ୍ଦ୍ରକୁ ଆସିପାରୁ ନାହାନ୍ତି ସେମାନଙ୍କ ଘରେ ପହଞ୍ଚି ଟିକା ଦେବା ଲାଗି ପ୍ରଶାସନ ଏହି ବ୍ୟବସ୍ଥା କରିଛି। ଲୋକଙ୍କ ଆବଶ୍ୟକତା ଅନୁଯାୟୀ ତଥା ଆଗକୁ ଯେତିକି ଯେତିକି ଟିକା ଆସୁଥିବ ସେହି ଅନୁଯାୟୀ ଏହି କାର୍ଯ୍ୟକ୍ରମ ଜାରି ରହିବ’’, କହିଛନ୍ତି କମିଶନର ଦିବ୍ୟଜ୍ୟୋତି ପରିଡ଼ା।
‘‘ଗତ ବର୍ଷ ସଞ୍ଜୀବନୀ ରଥ ବରିଷ୍ଠ ନାଗରିକମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦେଇଥିଲା। ଏବର୍ଷ ଟିକାକରଣ ବେଳେ ଯେଉଁ ବରିଷ୍ଠ ନାଗରିକମାନେ କେନ୍ଦ୍ରକୁ ଆସିପାରୁ ନାହାନ୍ତି ସେମାନଙ୍କ ଘରେ ପହଞ୍ଚି ଟିକା ଦେବାର ବ୍ୟବସ୍ଥା କରାଯିବ। ଦିବ୍ୟାଙ୍ଗମାନେ ମଧ୍ୟ ଏହି ସୁବିଧା ପାଇ ପାରିବେ’’, ଏହି ଅବସରରେ କହିଛନ୍ତି ରାଉରକେଲା ଏଡିଏମ୍ ଆବୋଲି ସୁନିଲ ନରୱଣେ।
ପୁରୀ: ରଥ କାମରେ ନିୟୋଜିତ ଥିବା ୮ ଜଣ ସେବାୟତ କରୋନା ପଜିଟିଭ ହୋଇଥିବା ସୂଚନା ମିଳିଛି। ୩ ଜଣ ମହାରଣା ଓ ୫ ଭୋଇ ସେବାୟତ ପଜିଟିଭ ଚିହ୍ନଟ ହୋଇଛନ୍ତି। ୮୮ ଜଣଙ୍କୁ ସଙ୍ଗରୋଧ ରେ ରଖାଯାଇ ଟେଷ୍ଟ କରାଯାଇଥିଲା। ଆକ୍ରାନ୍ତ ସେବାୟତଙ୍କୁ ଚିକିତ୍ସା ପାଇଁ ପଠାଯାଇଛି ବୋଲି କହିଛନ୍ତି ଉନ୍ନୟନ ପ୍ରଶାସକ ଅଜୟ ଜେନା।
ଭୁବନେଶ୍ୱର,୧୯/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ କରୋନାର ଆଗ ଧାଡ଼ିର ଯୋଦ୍ଧା ଘୋଷଣା କଲେ । ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କାହିଁକି ସ୍ଥାନୀୟ ପ୍ରଶାସନ ଶୁଣୁ ନାହିଁ ସାମ୍ବାଦିକ ମିଳିତ ମଞ୍ଚ ପ୍ରଶ୍ନ କରିଛି । ପୁରୀରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଛି । ଏଥି ପାଇଁ ମଞ୍ଚ ପକ୍ଷରୁ ତଦନ୍ତ ଓ ଦୃଡ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି । ଏହି ଯେଦ୍ଧାମାନଙ୍କ ସମ୍ମାନ ନଦେଇ ସ୍ଥାନୀୟ ପ୍ରଶାସନ ମୁଖ୍ୟମନ୍ତ୍ରୀଙ୍କ କଥାକୁ ହେ ଜ୍ଞାନ କରୁଛନ୍ତି ବୋଲି ମଞ୍ଚ ଜାଣିବାକୁ ଚାହୁଁଛି ବୋଲି ଆବାହକ ଲିଙ୍ଗରାଜ ସାହୁ କହିଛନ୍ତି । ସୂଚନା ଅନୁସାରେ ଏହି ଯୋଦ୍ଧା ମାନଙ୍କୁ ନିୟମ ଅନୁଯାୟୀ ପ୍ରାଥମିକତା ଦୃଷ୍ଟିରୁ ଟିକା ପ୍ରଦାନ କରାଯିବା ଉଚିତ । ହେଲେ ସାମ୍ବାଦିକଙ୍କୁ ଟିକା ପ୍ରଦାନ ବେଳେ ସ୍ଥାନୀୟ ପ୍ରଶାସନ ବିଭିନ୍ନ ସ୍ଥାନରେ ଅବହେଳା କରୁଛି । ଏପରି ଉଦାହରଣ ରାଜଧାନୀରେ ମାତ୍ର ୯୭୦ଜଣ ସାମ୍ବାଦିକଙ୍କୁ ଟିକା ପ୍ରଦାନ ପରେ ଟିକା ଶିବିର ଉଠାଇ ଦିଆଗଲା । ସେହିପରି ୧୮ରୁ ୪୪ବର୍ଷ ବୟସର ସାମ୍ବାଦିକ ଟିକା ପାଇଲେ ନାହିଁ । ବିଏମ୍ସି ପକ୍ଷରୁ ଟିକା କୂପନ ପ୍ରଦାନ କଳାବଜାରି ଘଟଣା ପଦାକୁ ଆସିଛ, ଅଥଚ ସାମ୍ବାଦିକଙ୍କୁ କୁପନ କିମ୍ବା ଟିକା ମିଳୁନାହିଁ । ବିଏମ୍ସିର ଅଧିକାରୀମାନେ ଫୋନ୍ ଉଠାଉନାହଁନ୍ତି । ସରକାରଙ୍କ ସ୍ୱାସ୍ଥ୍ୟ ବୀମାରେ ୬୯୪୪ଜଣଙ୍କ ନାମ ରହିଥିବା ବେଳେ ବହୁ ସାମ୍ବାଦିକ ଏହି ତାଲିକାରେ ନାହାଁନ୍ତି । ରାଜଧାନୀରେ ଅତି କମ୍ରେ ଓଡ଼ିଆ, ଇଂରାଜୀ ସମେତ ଅନ୍ୟାନ୍ୟ ଭାଷାରେ ଦୈନିକ ୮୦ରୁ ଉର୍ଦ୍ଧ ସମ୍ବାଦପତ୍ର ରହିଛି । ଅନେକ ବୈଦିତୁକ ଗଣମାଧ୍ୟମ, ୱେବ ଚ୍ୟାନେଲର ପ୍ରତିନିଧି ଗଣ ଓ ସମ୍ବାଦିକ ରାଜଧାନୀରେ ରହୁନ୍ତି । କାର୍ଯ୍ୟ ଅଧିକ ଥିବାରୁ କେହି କେହି ଭୁବନେଶ୍ୱର ଟିକା କେନ୍ଦ୍ରକୁ ମଧ୍ୟ ଆସିପାରି ନାହଁନ୍ତି । ଏଥି ସହ ବହୁ ସାମ୍ବାଦିକ ପ୍ରଥମ ଟିକା ହସ୍ପିଟାଲରେ ନେଇଛନ୍ତି । ହେଲେ ମାତ୍ର ୩ଦିନ ଶିବିର ପଡ଼ିବାରୁ ୯୭୦ଜଣ ସାମ୍ବାଦିକଙ୍କୁ ଟିକା ଦିଆଯାଇଥିଲା । ଆହୁରି ବହୁ ସାମ୍ବାଦିକ ଟିକା ନେବାରୁ ବଂଚିତ ରହିଛନ୍ତି । ସ୍ଥାନୀୟ ପ୍ରଶାସନର ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ଏନେଇ ଜଣାଲେ ମଧ୍ୟ କେହି ଶୁଣିବାକୁ ନାରାଜ । ଏପରି ସମସ୍ୟାକୁ ସାମାଧାନ କରିବାକୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ସ୍ୱାସ୍ଥ୍ୟ ସଚିବ, ଗଣମାଧ୍ୟମ ବିଭାଗ ଉପଦେଷ୍ଟା ଏଥି ପ୍ରତି ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ସାମ୍ବାଦିକ ମିଳିତ ମଞ୍ଚ ପକ୍ଷରୁ ଦାବି କରାଯାଇଛି ।
ଲିଙ୍ଗରାଜ ସାହୁ, ଆବାହକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ positive ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି। ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା । ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବା କୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ Helf Desk ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଟିକାକରଣ କୋଭିଡ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ବ ଦେଇଥିଲେ । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ । କୋଭିଡ ସଂକ୍ରମଣ ରୋକିବାରେ ଠିକ୍ ଭାବରେ ମାସ୍କ ପିନ୍ଧିବାର ବିଶେଷ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହା ଉପରେ ପ୍ରାଥମିକତା ଦେବାକୁ ପରାମଶ ଦେଇ ଥିଲେ ।ଗରିବ ଲୋକମାନେ ଯେପରି ସୁବିଧାରେ ମାସ୍କ ପାଇପାରିବେ, ସେଥିପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିଧାୟକମାନେ ଖର୍ଚ୍ଚ କରି ମିଶନ ଶକ୍ତି ଗ୍ରୁପ ରୁ ସଗ୍ରହ କରିବାକୁ ପଦଷେପ ନିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଲକ୍ଡାଉନର ସୁଫଳକୁ ଅନୁଭବ କରି ଆଉ ଦୁଇ ସପ୍ତାହ ପାଇଁ ଏହାର ଅବଧିକୁ ବଢାଯାଇଛି ଏବଂ ଏହାକୁ କଡାକଡି ଭାବରେ କାର୍ଯ୍ୟକାରୀ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଇ ୨୪ ତାରିଖରୁ ଘରକୁ ଘର ସର୍ଭେ ଆରମ୍ଭ କରାଯିବ । ଏଥିପାଇଁ ସଂପୃକ୍ତ ବିଭାଗକୁ ଆବଶ୍ୟକ ଗାଇଡଲାଇନ ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନେ Helf Desk ଗୁଡିକୁ ଉତ୍ତମ ରୂପେ ତଦାରଖ କରୁଛନ୍ତି ଏବଂ Oxygen Logistic ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି ବୋଲି ସେ କହିଥିଲେ । ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଉପସ୍ଥାପନା ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିବାରେ ଲାଗିଛି। ଭାରତରେ ମଇ ୮ ତାରିଖରେ ଏହା ସର୍ବାଧିକ (Peak) ୪,୧୪,୧୮୮ ହୋଇଥିଲା । ଆଜି ଏହା ୨,୬୩,୦୨୧ ଅଛି। ସେହିପରି ଓଡିଶାରେ ମଧ୍ୟ ସଂକ୍ରମଣ କମିବାରେ ଲାଗିଛି। ଓଡିଶାରେ ସଂକ୍ରମଣ ମଇ ୧୩ ତାରିଖରେ ସର୍ବାଧିକ ହୋଇଥିଲା ଏବଂ ତା ପରଠାରୁ ଏହା କମିବାରେ ଲାଗିଛି ବୋଲି ସେ କହିଥିଲେ । ଆମର positivity rate ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ଏବେ ଏହା ୧୮ ପ୍ରତିଶତକୁ କମିଛି। ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବା ସତ୍ତ୍ବେ, positivity କମିବା ଏକ ଭଲ ସୂଚନା ବୋଲି ସେ କହିଥିଲେ। ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ ବୋଲି ସେ କହିଥିଲେ । ଆମର ମୃତ୍ୟୁହାର ୦.୪୦ରୁ କମି ୦.୩୭ ହୋଇଛି। ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି, ଯାହାକି ସାରା ଭାରତରେ ସର୍ବନିମ୍ନ ବୋଲି ସେ କହିଥିଲେ । ରାଜ୍ୟରେ ICU ବେଡ୍ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍ଶୀଘ୍ର ଆଉ ୩୬୮ଟି ICU ବେଡ୍ର ବ୍ୟବସ୍ଥା କରାଯିବ। ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ ବୋଲି ସେ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ରାଜ୍ୟରେ ଲକ୍ଡାଉନ ଓ ବିଭିନ୍ନ କୋଭିଡ଼ ଗାଇଡଲାଇନର ଅନୁପାଳନ ପାଇଁ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଓଡିଶାରୁ ଅନ୍ୟ ରାଜ୍ୟକୁ ବର୍ତ୍ତମାନ ସୁଦ୍ଧା ୮୬୮ଟି ଟ୍ୟାଙ୍କର ଜରିଆରେ ୧୫୯୧୨ ମେଟ୍ରିକ ଟନ୍ ଅକ୍ସିଜେନ ପଠାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ଏମ୍. ଅକ୍ଷୟ କହିଥିଲେ ଯେ ଅଗ୍ନି ସୂରକ୍ଷା ପାଇଁ ୬୨ଟି କୋଭିଡ ହସ୍ପିଟାଲରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ବୈଠକରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଅବଜରଭର ଶ୍ରୀ ନିକୁଞ୍ଜ ବିହାରି ଧଳ, କଳାହାଣ୍ଡି-ନୂଆପଡାର ଅବଜର୍ଭର ଶ୍ରୀ ସତ୍ୟବ୍ରତ ସାହୁ, ଅନୁଗୁଳ-ଢେଙ୍କାନାଳର ଅବଜର୍ଭର ଶ୍ରୀ ବିଷ୍ଣୁପଦ ସେଠୀ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଂଜର ଜିଲ୍ଲାପାଳ, କଟକ ଓ ଭୁବନେଶ୍ବର ମ୍ୟୁନିସପାଲ କମିଶନର ମାନେ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଚାଳନ କରିଥିଲେ।