• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

Rapid Response Team ସଂଖ୍ୟା ବୃଦ୍ଧି କଲା ବିଏମସି

Details
Odia Ray Admin
ଓଡିଶା
29 April 2021

ଭୁବନେଶ୍ୱର: କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଏମସି ପକ୍ଷରୁ Rapid Response Team (RRT) ସଂଖ୍ୟା ବୃଦ୍ଧି କରାଯାଇଛି। ୬୭ ଟି ୱାର୍ଡ ପାଇଁ ୬୭ ଟି RRT ନିୟୋଜିତ ହୋଇଛନ୍ତି। ପୂର୍ବରୁ RRT ସଂଖ୍ୟା ୩୯ ରେ ସୀମିତ ଥିଲା। ପ୍ରତି ଟିମ୍ ରେ ଜଣେ ଡାକ୍ତର ଓ ଜଣେ ସ୍ୱାସ୍ଥ୍ୟକର୍ମୀ ଅଛନ୍ତି। ଗୃହ ସଂଗରୋଧ ରେ ଥିବା ସଂକ୍ରମିତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ତାଙ୍କ ବିଷୟରେ ତଥ୍ୟ ସଂଗ୍ରହ କରିବେ। ସଂକ୍ରମିତ ଙ୍କୁ ପରାମର୍ଶ ଓ ଔଷଧ ବଣ୍ଟନ କରିବେ ଟିମ୍ ର ସଦସ୍ୟ।

powered by social2s

କରୋନାର ଚେନ ଭାଙ୍ଗିବା ପାଇଁ ସଂଯମତା ଜରୁରୀ: ଆରଏମଆରସି ନିର୍ଦେଶୀକା

Details
Odia Ray Admin
ଓଡିଶା
28 April 2021

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହର ବିଷୟରେ ସୂଚନା ଦେଇ ଆରଏମଆରସି ର ନିର୍ଦେଶୀକା ସଂଘମିତ୍ରା ପତି କହିଛନ୍ତି ଯେ ଲୋକଙ୍କ ଭିତରେ କୋଭିଡ଼ ସଂଯମତା କମିଯାଇଛି। କରୋନା ର ଚେନ ଭାଙ୍ଗିବା ନିହାତି ଦରକାର ଓ ଏହା ପାଇଁ ସଂଯମତା ଜରୁରୀ ବୋଲି ସେ କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ଦୁଇଟି ଡୋଜ ଟୀକା ନେଲା ପରେ ବି ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ମାନିବା ଆବଶ୍ୟକ। ଯଦି କୋୖଣସି ବ୍ୟକ୍ତି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ତିନି ରି ପାଞ୍ଚ ଦିନ ଭିତରେ ଟେଷ୍ଟ କରିବା ଜରୁରୀ। ଟେଷ୍ଟ ପରେ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସେଲ୍ଫ ଆଇସୋଲେସନ ରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ରିପୋର୍ଟ ନେଗେଟିଭ ଥାଇ ଲକ୍ଷଣ ଆସିଲେ ଡାକ୍ତର ପରାମର୍ଶ କରିବା ପାଇଁ ପତି କହିଛନ୍ତି।

powered by social2s

ଭୁବନେଶ୍ୱରରେ ଖୁବ ଶୀଘ୍ର ଆରମ୍ଭ ହେବ କଣ୍ଟେନମେଣ୍ଟ

Details
Odia Ray Admin
ଓଡିଶା
28 April 2021

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜିର ସଂକ୍ରମଣକୁ ଦୃଷ୍ଟିରେ ରଖି ଖୁବ ଶୀଘ୍ର କଣ୍ଟେଟମେଣ୍ଟ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ବିଏମ୍ସି ର ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ। ଯେଉଁ ଅଂଚଳରୁ ଅଧିକ ସଂକ୍ରମିତ ଚିହ୍ନଟ ହେଅଛନ୍ତି ସେ ଅଂଚଳର ତାଲିକା ପ୍ରସ୍ତୁତ କରାଯାଇଛି। ଅଧିକ ସ୍କ୍ୱାଡ଼ ଗଠନ ସହ ଏନ୍ଫୋର୍ସମେଣ୍ଟକୁ କଡାକଡି କରାଯିବ ବୋଲି ସେ କହିଛନ୍ତି। Contact tracing କୁ ତ୍ୱରାନ୍ୱିତ କରାଯାଇଛି। ସପ୍ତାହାନ୍ତ ସଟଡାଉନ ପୂର୍ବ ଓ ପର ଦିନ ଲୋକେ କଟକଣା ଖିଲାପ କରୁଥିବା ଦେଖିବାକୁ ମିଳିଛି। ଏଣିକି ଖିଲାପ କଲେ କଡ଼ା କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ଡେପୁଟି କମିସିନର କହିଛନ୍ତି।

powered by social2s

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି ମନ୍ତ୍ରୀଙ୍କ ଶୋକ

Details
Odia Ray Admin
ଓଡିଶା
27 April 2021

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ, ପଦ୍ମଶ୍ରୀ ତଥା ପଦ୍ମଭୂଷଣ ମନୋଜ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ପ୍ରକାଶ କରିଛନ୍ତି I ଏକ ଶୋକ ବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଏହି ମହାନ ସାହିତ୍ୟିକଙ୍କ ବିୟୋଗ ସମଗ୍ର ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କରିଛନ୍ତି I ଏଥିସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି I

powered by social2s

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପବିତ୍ର ଜନ୍ମଦିନ ଅବସରରେ ଉଇନର ଆସୋସିଏସନ୍ ର ଶ୍ରଦ୍ଧାଞ୍ଜଳୀ

Details
Odia Ray Admin
ଓଡିଶା
28 April 2021
ଭୁବନେଶ୍ୱର: ଆଜି ଉଇନର ଆସୋସିଏସନ୍ ଶହୀଦନଗର ଠାରେ ଉତ୍କଳ ଜନନୀ ର କିମ୍ବଦନ୍ତୀ ବରପୁତ୍ର ସମଗ୍ର ଓଡ଼ିଆ ଜାତି ର ସ୍ବାଭିମାନର ପ୍ରତୀକ ସ୍ବତନ୍ତ୍ର ଉତ୍କଳ ଗଠନର ଜଣେ ପ୍ରମୁଖ ସାରଥୀ ଓ ଅନେକ କ୍ଷେତ୍ରରେ ଓଡ଼ିଶା ପ୍ରଦେଶରେ ପ୍ରଥମ ବ୍ୟକ୍ତିତ୍ବ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପବିତ୍ର ଜନ୍ମଦିନ ଅବସରରେ ସେହି ପୂଣ୍ୟାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଯାଇଥିଲା।
ତାଙ୍କର ଆହ୍ବାନ କୁ ମନେ ପକାଯାଇଥିଲା।
"ଉଠରେ ଉଠରେ ଉତ୍କଳ ସନ୍ତାନ
ଉଠିବୁ ତୁ କେତେ ଦିନେ ।
ପୁରୁବ ଗୈାରବ ପୁରୁବ ମହିମା
ପଡୁନି କି ତୋର ମନେ।"
ଆଜିର କାର୍ଯ୍ୟକ୍ରମରେ ଉମା ଲନାଥ ମିଶ୍ର, ନାରାୟଣ ମହାପାତ୍ର, ଲଲିତ ମୋହନ ପଣ୍ଡା, ଶ୍ରୀନିବାସ ରାଓ,ଗଣେଶ ରାଓ, ମଳୟ ଜେନା, ଭବାନୀ ଶଙ୍କର ଜେନା, ସନ୍ତୋଷ ସେଠି, ଶଙ୍କର ରାଓ, ବିଭୁ ପଟନାୟକ, ସଞ୍ଜୟ ନାୟକ,କାଂହୁ ଚରଣ ଗୌଡ଼ ପ୍ରମୁଖ ଯୋଗ ଦେଇଥିଲେ।
powered by social2s

ଆଜିଠୁ ଆରମ୍ଭ ହେବ ଟୀକା ପଞ୍ଜିକରଣ

Details
Odia Ray Admin
ଓଡିଶା
28 April 2021

ଭୁବନେଶ୍ୱର: ଟୀକାକରଣ ପାଇଁ ଆଜି ଅପରାହ୍ନ ୪ ଟା ରୁ ଆରମ୍ଭ ହେବ ପଞ୍ଜିକରଣ। କୋ-ଉଇନ ଆପରେ କରିହେବ ପଞ୍ଜିକରଣ। ଆରୋଗ୍ୟ ସେତୁ ଓ ଉମଙ୍ଗ ଆପରେ ମଧ୍ୟ କରି ହେବ ପଞ୍ଜିକରଣ।

powered by social2s

ପର୍ଯ୍ୟାପ୍ତ ଜରୁରୀ ଔଷଧ ମହଜୁବ ଓ ଅକ୍‌ସିଜେନ ଯୋଗାଣ ଉପରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଗୁରୂତ୍ବ

Details
Odia Ray Admin
ଓଡିଶା
27 April 2021

 

 

ଭୁବନେଶ୍ବର, ୨୭.୪.୨୧: ପ୍ରତିଟି ଜୀବନ ମୂଲ୍ୟବାନ ଏବଂ ଗୋଟିଏ ଗୋଟିଏ ଜୀବନ ରକ୍ଷା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ବୋଲି ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।  ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର କୋଭିଡ ପରିସ୍ଥିତି ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ବିରୁଦ୍ଧରେ ଲଢେଇ ଏକ ଲମ୍ବା ଲଢେଇ। ତେଣୁ ଏ ଲଢେଇ ଜିତିବାକୁ ହେଲେ ଆମ ସମସ୍ତଙ୍କୁ ଦାୟିତ୍ବର ସହ କାମ କରିବାକୁ ହେବ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୋଟିଏ ସଂକ୍ରମଣ କମିଲେ, ଗୋଟିଏ ICU ଓ ଗୋଟିଏ ବେଡ୍‌ ଉପରୁ ଚାପ କମିଥାଏ । ଯାହାଦ୍ବାରା ଜୀବନ ମରଣ ପରିସ୍ଥିତିର ଯନ୍ତ୍ରଣାକୁ ଦୂରେଇ ହୋଇଥାଏ । ରାଜ୍ୟ ସରକାର କୋଭିଡ ରୋଗୀ ମାନଙ୍କୁ ସର୍ବୋତ୍ତମ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଏବଂ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ ଦିନରାତି ଏକ କରି ସେବା ଜାରି ରଖିଛନ୍ତି । ଏଥିପାଇଁ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଯେପରି ଚାପ କମ୍‌ ରହିବ, ସେଥିପାଇଁ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ କାମ କରିବାକୁ ହେବ ବୋଲି ସେ କହିଥିଲେ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶ ବର୍ତ୍ତମାନ ଏକ ଗୁରୁତର ସଂକଟ ମଧ୍ୟ ଦେଇ ଗତି କରୁଛି । ବଡ ବଡ ସହର ଓ ମେଟ୍ରୋ ମାନଙ୍କରେ ସ୍ବାସ୍ଥ୍ୟ ସେବା ସଂପୂର୍ଣ୍ଣ ଚାପଗ୍ରସ୍ତ । ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ । ସଂକ୍ରମଣ ସଂଖ୍ୟା ବୃଦ୍ଧି ସତ୍ତ୍ବେ ଆମେ ନିରନ୍ତର ଭାବେ ସେବା କରିଚାଲିଛୁ । କିନ୍ତୁ  କେତେକ ଜିଲ୍ଲାରେ ସଂକ୍ରମଣର ସ୍ଥିତି ଆମ ପାଇଁ ଉଦ୍‌ବେଗ ସୃଷ୍ଟି କରିଛି । ଭାଇରସ୍‌ର double ଓ  triple mutant ଦ୍ରୁତ ଗତିରେ ବ୍ୟାପୁଛି  ଏବଂ ଏହି ଦ୍ବିତୀୟ ଲହରରେ ଆମର ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି । କେତେକ କ୍ଷେତ୍ରରେ ସେମାନଙ୍କ ସ୍ବାସ୍ଥ୍ୟ ଜଟିଳତା ଦେଖା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଥିଲେ ।

 

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସମୟରେ ଆମେ ଯେଉଁ ନୀତି ଅବଲମ୍ବନ କରିଆସିଛେ, ସେହିପରି କୋଭିଡର ମୁକାବିଲାରେ ସବୁଠାରୁ ଖରାପ ପରିସ୍ଥିତିକୁ ସାମ୍‌ନା କରିବା ପାଇଁ ଆମ ପ୍ରସ୍ତୁତ ରହିବା ଦରକାର । ଏହି ପରିପ୍ରେକ୍ଷୀରେ ତୃଣମୂଳ ସ୍ତରରେ ପରିସ୍ଥିତିର ଆକଳନ କରି ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । 

 

ସେହିପରି ପର୍ଯ୍ୟବେକ୍ଷକ ମାନେ ଏଥିପ୍ରତି ଯତ୍ନବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।  ଏସବୁ ବିଷୟ ନିୟମିତ ସମୀକ୍ଷା କରି ପରବର୍ତ୍ତୀ ବୈଠକରେ ତାଙ୍କୁ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ।

 

କୋଭିଡ ନିୟନ୍ତ୍ରଣରେ ବିଭିନ୍ନ ଜିଲ୍ଲାର ବଣିକ ସଂଗଠନ ମାନେ ଯେପରି ସ୍ବେଚ୍ଛାକୃତ ଭାବରେ ଆଗେଇ ଆସି ବ୍ୟବସାୟ ସମୟକୁ ସୀମିତ କରିଛନ୍ତି ଏବଂ କେତେକ ସ୍ଥାନରେ ସ୍ବେଚ୍ଛାକୃତ ଭାବରେ ଦୋକାନ ବନ୍ଦ କରିଛନ୍ତି, ତାହା ସ୍ବାଗତଯୋଗ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ଆମର କୋଭିଡ ନିୟନ୍ତ୍ରଣ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ପାଇଁ ସମସ୍ତ ଆବାସିକ ସଂଘ, ବଣିକ ସଂଘ ଏବଂ ଅନ୍ୟାନ୍ୟ ଗୋଷ୍ଠୀଭିତ୍ତିକ ସଂଗଠନ ମାନଙ୍କ ସହିତ ସହଭାଗିତା ଭିତ୍ତିରେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 

କୋଭିଡ ରୋଗର ଚିକିତ୍ସାରେ ଅକ୍‌ସିଜେନର ଗୁରୁତ୍ବ ସବୁଠାରୁ ଅଧିକ । ତେଣୁ ଅକ୍‌ସିଜେନ ଯୋଗାଣ ଯେପରି ସୁବ୍ୟବସ୍ଥିତ ଭାବରେ ଜାରି ରହିବ, ତାହାର ତଦାରଖ କରିବା ସହିତ ଠିକ୍‌ ସମୟରେ ପର୍ଯ୍ୟାପ୍ତ ପରିମାଣର ଅକ୍‌ସିଜେନ ଯେପରି ରୋଗୀ ପାଖରେ ପହଞ୍ଚି ପାରିବ, ସେଥିପ୍ରତି ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ଜରୁରୀ ଔଷଧ ମହଜୁଦ ରଖିବା ଏବଂ ତାହାର ଯୋଗାଣ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 

କୋଭିଡର ଏହି ଦ୍ବିତୀୟ ଲହର ଆମକୁ ସୂଚାଇ ଦେଇଛି ଯେ ଏ ସଂକଟ ଦୀର୍ଘ ଦିନର ଏବଂ ଏଥିପାଇଁ ଆମକୁ ସବୁବେଳେ ପ୍ରସ୍ତୁତ ରହିବାକୁ ହେବ । ଏଣୁ ଯଦି ଆମେ କୋଭିଡ ନିୟମାବଳୀକୁ ଠିକ୍‌ ଭାବରେ ପାଳନ କରିବା, ତେବେ କୋଭିଡର ପରାଜୟ ସୁନିଶ୍ଚିତ । ଏ ବିପତ୍ତି ସମୟରେ ନିଷ୍ଠାର ସହ ସେବା ଯୋଗାଉ ଥିବା ଆମର frontline covid warrior ମାନଙ୍କର ଯତ୍ନ ନିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ସବୁବେଳେ ଠିକ୍‌ ଭାବରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି କୋଭିଡ ନିୟମାବଳୀର ସଠିକ୍‌ ଅନୁପାଳନ ପାଇଁ ମୁଖ୍ୟମନ୍ତ୍ରୀ  ଅନୁରୋଧ କରିଥିଲେ । ରୋଗୀର ଜୀବନ ରକ୍ଷା ପାଇଁ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ କଠିନ ପରିଶ୍ରମ କରୁଛନ୍ତି । ତେଣୁ ଆମେ ପ୍ରତ୍ୟେକ ଯଦି ଦାୟିଦ୍ବବାନ ହେବା, ତେବେ କୋଭିଡ ଯୁଦ୍ଧରେ ଆମେ ନିଶ୍ଚିତ ବିଜୟୀ ହେବା ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ ।

 

   ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି। କୋଭିଡ କେୟାର ସେଣ୍ଟର ଗୁଡିକୁ କ୍ରିୟାଶୀଳ କରାଯିବା ସହିତ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ କାର୍ଯ୍ୟକ୍ଷମ କରାଯାଇଛି । ମେଡିକାଲ କଲେଜ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ନୂଆ ବେସରକାରୀ ହସ୍‌ପିଟାଲ ଗୁଡିକୁ କୋଭିଡ ହସ୍‌ପିଟାଲରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି। ୩୦ ପ୍ରତିଶତ ଶଯ୍ୟାରେ ଅକ୍‌ସିଜେନ ବ୍ୟବସ୍ଥା କରାଯାଇଛି ଏବଂ ଏହାକୁ ୩୫ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ  କହିଥିଲେ । ପଡୋଶୀ ରାଜ୍ୟ ଗୁଡିକରେ ଅଧିକ କୋଭିଡ ସଂଖ୍ୟା ଥିବାରୁ ସେ ସବୁ ରାଜ୍ୟରୁ ଲୋକଙ୍କ ଚଳାଚଳ ଉପରେ ତୀକ୍ଷଣ ନଜର ରଖାଯାଇଛି। ଖୁବଶୀଘ୍ର ଶଯ୍ୟା ଉପଲବ୍ଧତାକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ Online Real-time Bed Management System କାର୍ଯ୍ୟକାରୀ କରାଯିବ ବୋଲି ସେ କହିଥିଲେ ।

 

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କୋଭିଡ ପରିସ୍ଥିତି ଉପରେ ଏକ ଉପସ୍ଥାପନା ରଖି କହିଥିଲେ ଯେ ବର୍ତ୍ତମାନ  ରାଜ୍ୟରେ ୫୦,୯୫୮ active case  ରହିଛି  ଏବଂ ୭ଟି ଜିଲ୍ଲାରେ ୬୦ ପ୍ରତିଶତ active case ରହିଛି । ସେ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ସମୁଦାୟ ୩୧,୪୭୧ଟି ବେଡ୍‌ ରହିଛି ଏବଂ ICU bed  ବ୍ୟତୀତ ୧୭,୪୯୫ଟି ବେଡ୍‌ରେ ଅକ୍‌ସିଜେନର ବ୍ୟବସ୍ଥା କରାଯାଇଛି। ଉଭୟ ସରକାରୀ ଓ ବେସରକରୀ କୋଭିଡ ହସ୍‌ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ ସଂଖ୍ୟକ ଶଯ୍ୟାରେ ଅକ୍‌ସିଜନ ବ୍ୟବସ୍ଥା କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ରାଜ୍ୟରେ ବର୍ତ୍ତମାନ ଦୈନିକ ୪୨.୧୦ ମେଟ୍ରିକ ଟନ୍‌ ଅକ୍‌ସିଜେନ ବ୍ୟବହାର କରାଯାଉଛି ବୋଲି ସୂଚନା ଦେବା ସହିତ Remdesivir ଓ Favipiravir ଆଦି ସମସ୍ତ ଜରୁରୀ ଔଷଧ ଯଥେଷ୍ଟ ଭାବରେ ଉପଲବ୍‌ଧ ରହିଛି ବୋଲି ସେ କହିଥିଲେ ।

 

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେବା ସହିତ କହିଥିଲେ ଯେ ଆଜି ସୁଦ୍ଧା ୮ଟି ରାଜ୍ୟକୁ ୯୦ଟି ଟ୍ୟାଙ୍କର ଜରିଆରେ ୧୬୭୫.୮୧ ଟନ୍‌ ଅକ୍‌ସିଜେନ ପଠାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ ।

ବୈଠକରେ ସୁନ୍ଦରଗଡ, ଝାରସୁଗୁଡା, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର କୋଭିଡ ପରିସ୍ଥିତି ଓ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।

 

 ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।

 

ବୈଠକରେ ଉନ୍ନୟନ କମିଶନର ଶ୍ରୀ ପି.କେ ଜେନା, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଶ୍ରୀ ଡି.କେ. ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

 

 

powered by social2s

More Articles ...

  1. ଭଦ୍ରକରେ ଦୁଇ ମହିଳାଙ୍କ ଠାରୁ ୩.୫ ଲକ୍ଷ୍ୟ ଲୂଟ
  2. ଉପକୂଳ ଓଡିଶାରେ କମିବ ତାପମାତ୍ରା
  3. ପୁରୀ ରେ ପହଞ୍ଚିଲା ୪ର୍ଥ ପର୍ଯ୍ୟାୟ ରଥକାଠ
Page 1807 of 2256
  • Start
  • Prev
  • 1802
  • 1803
  • 1804
  • 1805
  • 1806
  • 1807
  • 1808
  • 1809
  • 1810
  • 1811
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.