• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ନୂଆପଡ଼ାରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପ ଲୋକାର୍ପିତ

Details
Odia Ray Admin
ଓଡିଶା
10 March 2021


ନୂଆପଡ଼ା(୧୦.୦୩.୨୦୨୧): ନୂଆପଡ଼ା ଜିଲ୍ଲାରେ ଆଜି ବିଭିନ୍ନ ପ୍ରକଳ୍ପ ର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ତିଖାଳିରେ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପ ଆଜି ଲୋକାର୍ପିତ ହୋଇଛି। ତିଖାଳିରେ ୨୦୨୦ ମେ ୭ ତାରିଖରେ ଲୋୟର ଇନ୍ଦ୍ର ଜଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ ହୋଇଥିଲା।

ଏକ ସମାବେଶରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ନୂଆପଡା ଆସି ମୁଁ ବହୁତ ଖୁସି। ଏହି ଅବସରରେ ଆପଣମାନଙ୍କୁ ମୋର ଜୁହାର । ସ୍ଵାଧୀନତା ସଂଗ୍ରାମରେ ନୂଆପଡାର ବହୁତ ବଡ ଭୂମିକା ଥିଲା । ବିଶେଷ କରି ଆମର ମା ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ବ୍ରିଟିଶ ଶାସନର ଅନ୍ୟାୟ ବିରୁଦ୍ଧରେ ସେମାନଙ୍କ ସଂଗ୍ରାମର ତୁଳନା ନାହିଁ।ନୂଆପଡା ଭେଲା ଗାଁ ର ମା ମାନଙ୍କ ସଂଗ୍ରାମ ଆଜି ବି ସମସ୍ତଙ୍କୁ ପ୍ରେରଣା ଦେଉଛି । ଏହି ଅବସରରେ ସେହି ସଂଗ୍ରାମୀ ମା ମାନଙ୍କୁ ମୋର ପ୍ରଣାମ ଜଣାଉଛି । ଆପଣ ଜାଣନ୍ତି ୨୦୨୨ ରେ ଆମେ ସ୍ଵାଧୀନତାର ୭୫ ବର୍ଷ ପାଳନ କରୁଛୁ । ଭେଲାର ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର Memorial କରାଯିବ।

୧୯୯୩ ରେ ବିଜୁବାବୁ ନୁଆପଡାକୁ ଏକ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା କଲେ । ସେତେବେଳେ କିଛି ଲୋକ ତାଙ୍କୁ ପ୍ରଶ୍ନ କରିଥିଲେ ଯେ ଆପଣ ଏତେ ଛୋଟ ଅଞ୍ଚଳକୁ କାହିଁକି ଜିଲ୍ଲା କଲେ ? ସେତେବେଳେ ବିଜୁବାବୁ କହିଥିଲେ, “ନୂଆପଡା ଓଡିଶା ମା ର ସବୁଠାରୁ ସାନ ପିଲା । ସେ ପୁଣି ଦୂରରେ ଅଛି । ସବୁ ବାପା ମା ଯେପରି ଦୂରରେ ଥିବା ପିଲାକୁ ଅଧିକ ଭଲ ପାଆନ୍ତି , ମୁ ମଧ୍ୟ ସେପରି ନୂଆପଦକୁ ସ୍ଵତନ୍ତ୍ର ଧ୍ୟାନ ଦେଉଛି” ।

ଆଜି ନୂଆପଡା ର ରୂପାନ୍ତର କୁ ଆପଣମାନେ ଦେଖି ପାରୁଛନ୍ତି । ଅନୁଭବ କରିପାରୁଛନ୍ତି । ବିଜୁ ଏକ୍ସପ୍ରେସ ୱେ ରେ ସବୁଠାରୁ ଅଧିକ ଲାଭ ପାଇଛି ନୂଆପଡା । ୬୮୦ କୋଟି ଟଙ୍କାରେ ୧୩୨ କି.ମି ରାସ୍ତା କେବଳ ନୂଆପଡାରେ ହିଁ ହୋଇଛି । ନୂଆପଡା ର District Headquarter Hospital ହସ୍ପିଟାଲ ରାଜ୍ୟର ବଡ ବଡ ସହରର ହସ୍ପିଟାଲ ମାନଙ୍କଠାରୁ କିଛି କମ ନୁହେଁ । ସେହିପରି ଗତ ଦଶ ବର୍ଷ ଭିତରେ ଆମେ ହଜାର ହଜାର ଶିଶୁଙ୍କ ଜୀବନ ବଞ୍ଚାଇ ପାରିଛୁ । ନୂଆପଡା ରେ ଶିଶୁ ମୃତ୍ୟୁ ହାର ବହୁତ କମିଛି । ମା ମାନଙ୍କ ଜୀବନ ବଞ୍ଚାଇବାରେ ମଧ୍ୟ ନୂଆପଡା ବହୁତ ଭଲ କାମ କରିଛି ବୋଲି ସେ କହିଛନ୍ତି।
ନୂଆପଡ଼ାର ପାଣି ରେ ରହିଛି Fluoride ର ସମସ୍ଯା। ଏହା ହେଉଛି ଜିଲ୍ଲା ବାସୀଙ୍କ ବଡ ସମସ୍ଯା ।Fluoride ପଣି ଦ୍ଵାରା ସ୍ୱାସ୍ଥ୍ୟ ମଧ୍ୟ ଖରାପ ହୋଇଥାଏ । ଭଲ ପିଇବା ପାଣି ପାଇଁ ମା ମାନଙ୍କୁ ମାଇଲ ମାଇଲ ବାଟ ଚାଲିବାକୁ ପଡୁଥିଲା । ଏଥିପାଇଁ ମୋତେ ବହୁତ ଦୁଃଖ ଲାଗୁଥିଲା । ଆଜି ନୂଆପଡାର 55 percent ଘରକୁ ଆମେ ପାଇପ ପାଣି ଦେଇ ପାରିଛୁ । 1000 ରୁ ଅଧିକ Fluoride Removal Plant Install କରାଯାଇଛି । 900 ରୁ ଅଧିକ ଗାଁ କୁ Fluoride ସମସ୍ଯା ରୁ 100 Percent ମୁକ୍ତ କରାଯାଇ ପାରିଛି । କେବଳ ସେତିକି ନୁହେଁ ନୂଆପଡାର ଏକ ଲକ୍ଷ ପରିବାରକୁ ପାଇପ ପାଣି ର ସୁବିଧା ମଧ୍ୟ ଦିଆ ଯାଇଛି । ୨୦୨୨ ସୁଧା ନୂଆପଡା ର ସବୁ ପରିବାରକୁ 100 percent ପାଇପପାଣି ଯୋଗାଇ ଦିଆଯିବ । ଏଥିପାଇଁ ୭୦୦ କୋଟି ଟଙ୍କାର ୨୦୫ ଟି Pipe Water Supply project ଓ ଗୋଟିଏ Mega pipe water supply project କାମ ଚାଲିଛି । ଏବେ ମୁଁ Lower Indra ପ୍ରକଳ୍ପକୁ ଆସିବି । ଏ ପ୍ରକଳ୍ପ ସାରା ରାଜ୍ୟ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ । ଏ ପ୍ରକଳ୍ପ ପାଇଁ ଜମି ଦେଇଥିବା ସବୁ ଲୋକଙ୍କୁ ସେମାନଙ୍କ ତ୍ୟାଗ ପାଇଁ ଧନ୍ୟବାଦ ଜଣାଉଛି । ଆପଣମାନଙ୍କ ତ୍ୟାଗ ପାଇଁ ନୂଆପଡା ର କୋମନା, ଖଡିଆଳ ଓ ବଲାଙ୍ଗିର ର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକ ର 200 ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରେ କହିଛନ୍ତି।

ଆପଣ ଜାଣନ୍ତି ନୂଆପଡାରେ ୨୨୦ କୋଟି ଟଙ୍କାର Mega Lift Irrigation Project ଏବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ । ଏହାଦ୍ବାରା କୋମନା, ନୂଆପଡା, ସିନାପାଲୀ ଓ ବୋଡେନ ଅଞ୍ଚଳର ୧୮୦୦୦ ଏକର ରୁ ଅଧିକ ଜମିକୁ ପାଣି ମିଳିପାରିବ । Lower Indra Project Underground Pipeline Technology ରେ ହୋଇଛି । ତେଣୁ ଏହି Project ରୁ ଆଉ 7500 ଏକର ଜମିକୁ ପାଣି ଯୋଗାଇଦେବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଁ ଘୋଷଣା କରୁଛି ।
ନୂଆପଡା ଥିଲା ଚିର ମରୁଡି ଅଞ୍ଚଳ । ଆଜି ଏଠାରେ ନୂଆ ସବୁଜିମା ସୃଷ୍ଟି ହେଉଛି । । ଆଜି ନୂଆପଡା ବିକାଶର ନୂଆ ଇତିହାସ ଲେଖୁଛି । ବିକାଶର ଏ ଯାତ୍ରାରେ ଆପଣମାନଙ୍କ ଅବଦାନ ରହିଛି ।ନୂଆପଡାରେ ଜଳସେଚନ ସୁବିଧା ବଢିଛି । ନୂଆପଡାରେ ଜଳସେଚନ ସୁବିଧା 54 percent ବଢିଛି ଜିଲ୍ଲା ଦେଢ ଲକ୍ଷ ଏକର ଜମିକୁ ଆଜି ପାଣି ସୁବିଧା ମିଳିଛି । ଧାନ ଉତ୍ପାଦନ ବଢିଛି । କପା ଚାଷ, ମକା ଚାଷ ମଧ୍ୟ ବଢିଛି ।
Lower Indra Dam site ରେ ଏକ Science Park ଓ Museum କରାଯିବ ବୋଲି ମୁଁ ଘୋଷଣା କରୁଛି । ଏଥିରେ 3 କୋଟି ଟଙ୍କା ଖର୍ଚ୍ଚ ହେବ । ପିଲାମାନଙ୍କ ଭିତରେ Science ପ୍ରତି ଆଗ୍ରହ ବଢିବ । ଜଳ ସଂରକ୍ଷଣ ପାଇଁ ସଚେତନତା ମଧ୍ୟ ସୃଷ୍ଟି ହେବ ।
ଓଡିଶା ଆଜି କ୍ରୀଡା କ୍ଷେତ୍ରରେ ବହୁତ ଆଗକୁ ଯାଇଛି । ରାଜ୍ୟରେ Sports Activity ସହିତ ନୂଆପଡା ଯୋଡି ହେବ । ସେହିପରି ନୂଆପଡା ଓ ଖଡିଆଳ ଏ ଦୁଇ ଜାଗାରେ ଦୁଇଟି Indoor Stadium କରାଯିବ । ଖଡିଆଳ Autonomous College ରେ Sports Facility ର ବିକାଶ କରାଯିବ । ଏହା ଜିଲ୍ଲାର ଖେଳ ଭିତ୍ତିଭୂମିକୁ ମଜଭୁତ କରିବ ଓ ଯୁବକ ଯୁବତୀ ମାନଙ୍କ ପ୍ରତିଭାର ବିକାଶରେ ସହାୟକ ହେବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜୁବାବୁଙ୍କର ସେଦିନର ସାନ ପିଲା ”ନୂଆପଡା” ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏଥିପାଇଁ ମୁଁ ବହୁତ ଖୁସି । ନୂଆପଡା ରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ।

 

powered by social2s

ପୁରୀ ଶ୍ରୀମନ୍ଦିର ସୁରକ୍ଷା ଯାଞ୍ଚ କରିବ NSG

Details
Odia Ray Admin
ଓଡିଶା
10 March 2021

 

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ସୁରକ୍ଷା ଯାଞ୍ଚ କରିବ National Security Guard (NSG). 

 

ଆସନ୍ତା ୧୮ ତାରିଖରେ ଏକ ପାଞ୍ଚ ଜଣିଆ NSG ଟିମ କରିବେ ସମୀକ୍ଷା।

 

ଆନୁସଙ୍ଗିକ ସୁବିଧା ଯୋଗାଇ ଦେବାକୁ NSG ମୁଖ୍ୟାଳୟ ପକ୍ଷରୁ ଆଇ ଜି ଅପରେସନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଏ ଏସ ଆଇ କତ୍ତୃପକ୍ଷଙ୍କୁ ଚିଠି କରାଯାଇଛି।

 

NSG ଟିମ କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇଦେବା ପାଇଁ ନିର୍ଦେଶ। ରହଣୀ, ବୁଲିବା ଏବଂ ପରିବହନ ବ୍ୟବସ୍ଥା କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

 

powered by social2s

ଡବ୍ଲୁଏଚ୍ଆରସି ପକ୍ଷରୁ ଭୁବନେଶ୍ୱର ବିର୍ସାମୁଣ୍ଡା ବସ୍ତିରେ ମହିଳା ଦିବସ ଓ ସ୍ୱଛତା କିଟ ବଣ୍ଟନ

Details
Odia Ray Admin
ଓଡିଶା
09 March 2021

 

ଭୁବନେଶ୍ୱର: ଗତକାଲି ବିଶ୍ୱ ମହିଳା ଦିବସ ଅବସରରେ ୱାଲର୍ଡ ହ୍ୟୁମାନ ରାଇଟ୍ସ କମିଶନ( ଡବ୍ଲୁଏଚ୍ଆରସି) ପକ୍ଷରୁ ବିର୍ସାମୁଣ୍ଡା ବସ୍ତିରେ ଶତାଧିକ ମହିଳାଙ୍କୁ ଏକତ୍ରିତ କରାଯାଇ ମହିଳାଙ୍କ ଅଧିକାର ସମ୍ପର୍କିତ ଏକ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିା । ଡବ୍ଲୁଏଚ୍ଆରସିର ଓଡିଶା ଶାଖା ସଭାପତି
ନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବତନ କର୍ପୋରେଟର ଶାସ୍ୱତୀ ମିଶ୍ର ଯୋଗଦେଇ ବିଶ୍ୱର ସର୍ବଶ୍ରେଷ୍ଟ ଶକ୍ତି ହେଉଛି ମହିଳା ଶକ୍ତି ବୋଲି କହିଥିଲେ ।

ଆଦିମ କାଳରୁ ସମାଜରେ ବ୍ୟକ୍ତିଗତ ଏବଂ ସାମୂହିକ ବିକାଶର ଅନ୍ତରାଳରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି ତେଣୁ ଆମ ସମାଜରେ ମହିଳ।ମାନଙ୍କୁ ସର୍ବୋଚ୍ଚ ସ୍ଥାନ ଦିଆଯାଇଥାଏ । ସମାଜରେ ଲୁଚି ରହିଥିବା କୁ ସଂସ୍କାର ଓ କୁ ପ୍ରଥା ମହିଳାଙ୍କ ବିକାଶର ପ୍ରମୁଖ ପ୍ରାଚିର ଭାବେ ଠିଆ ହୋଇଛି । ଏକ ସମ୍ମିଳିତ ପ୍ରୟାସ ମାଧ୍ୟମରେ ଏହାର ମୁଳତ୍ପାଟନ କରିବାକୁ ସେ ମହିଳାମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ଡବ୍ଲୁଏଚ୍ଆରସି ପକ୍ଷରୁ ମହିାଳାଙ୍କ ଅଧିକାର ସମ୍ପର୍କିତ ଏକ ସଚେତନତା ଶିବିର
ଅନୁଷ୍ଠିତ ହୋଇଥିଲା ଏଥିରେ ବସ୍ତିର ବହୁ ମହିଳା ଭାଗ ନେଇ ନିଜ ମତ ପ୍ରଦାନ କରିଥିଲେ। ପରିଶେଷରେ ଡବ୍ଲୁଏଚ୍ଆରସି ଓ ଟ୍ରୀନିଟି ହସ୍ପିଟାଲ୍ର ମିଳିତ ସହଯୋଗରେ ବସ୍ତିରେ ମହିଳା ଦିବସ ଅବସରରେ କେକ୍ କଟାଯାଇ ମହିଳାମାନଙ୍କୁ ସାନିଟାରି କିଟ୍ ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଡବ୍ଲୁଏଚ୍ଆରସିର ସମ୍ପାଦକ ଊମାନାଥ ମିଶ୍ର, ପ୍ରୋଜେକ୍ଟ ଆଡମିନଷ୍ଟ୍ରେଟର ଲଳିତ ମୋହନ ପଣ୍ଡା ଓ ସସାଧାରଣ ସମ୍ପାଦକ ନିରୋଦ ବରଣ ମହାପାତ୍ର ଓ ଭିକେ କୁମାର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

powered by social2s

ଦାଇତ୍ୱ ଗ୍ରହଣ କଲେ ନୂତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ

Details
Odia Ray Admin
ଓଡିଶା
09 March 2021

 

 

ଭୁବନେଶ୍ୱର: ଆଜି କଟକ-ଭୁବନେଶ୍ୱର ଟୁଇନ ସିଟି ର ନୂତନ ପୋଲିସ କମିଶନର ଭାବେ ୧୯୯୫ ବ୍ୟାଚ ର ବରିଷ୍ଠ ଆଇ ପି ଏସ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ ଦାଇତ୍ୱ ଗ୍ରହଣ କରିଛନ୍ତି।

 

ଟ୍ଵିନ ସିଟି ରେ ମୁଖ୍ୟତଃ ଅପରାଧ ନିୟନ୍ତ୍ରଣ ଉପରେ ପ୍ରାଥମିକତା ଦିଆଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

 

ସେ କହିଛନ୍ତି ଯେ ଦୈତ ମହନଗରିବାସୀଙ୍କ ଧନ, ଜୀବନ ସୁରକ୍ଷା ପାଇଁ ମୁଁ ବଦ୍ଧପରିକର। 

 

powered by social2s

୯ ଘଣ୍ଟା ପାଇଁ ବନ୍ଦ ରହିଛି ମୟୂରଭଞ୍ଜ

Details
Odia Ray Admin
ଓଡିଶା
10 March 2021

 

 

ବାରିପଦା: ଆଜି ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦେଇଛନ୍ତି ଭଞ୍ଜସେନା।

ସିମିଳିପାଳ ଜଙ୍ଗଲରେ ନିଆଁ ଲାଗିଥିବା ପ୍ରତିବାଦରେ ୯ ଘଣ୍ଟା ବନ୍ଦ ଡାକରା ଦିଆଯାଇଛି। 

ଜିଲ୍ଲାର ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। 

ସେନାର କର୍ମକର୍ତ୍ତାଙ୍କ ଦ୍ୱାରା କରାଯାଇଥିବା ରାସ୍ତା ରୋକ ଯୋଗୁଁ ଗାଡି ଚଳାଚଳ ପ୍ରଭାବିତ ହୋଇଛି। 

ଜିଲ୍ଲାରେ ଦୋକାନ, ବଜାର, ଅଫିସ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। 

ସୂଚନାଯୋଗ୍ୟ ସିମିଳିପାଳ ଉତ୍ତର ଜୋନରେ ୯୩ ସ୍ଥାନରେ ନିଆଁ ଲାଗିଛି।

 

powered by social2s

କାଲି ମୟୁରଭଞ୍ଜ ବନ୍ଦ ଡାକରା

Details
Odia Ray Admin
ଓଡିଶା
09 March 2021

 

 

ବାରିପଦା:  ଆସନ୍ତାକାଲି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଭଞ୍ଜ ସେନା।

 

ଶିମିଳିପାଳ ଜଙ୍ଗଲରେ ନିଆଁ ଲିଭାଇବାରେ ବିଫଳତା ନେଇ ବନ୍ଦ ଡାକରା ଦିଆଯାଇଛି। ନିଆଁ ଲିଭାଇବା ପାଇଁ ତୁରନ୍ତ ପଦକ୍ଷେପ ନିଆ ଯାଉ ବୋଲି ଦାବି କରିଛି ସେନା।

 

ସେପଟେ ଶିମିଳିପାଳ ପାଦ ଦେଶ ବାଙ୍ଗିରିପୋଷି ର ବଡ଼ଗାଁ ରେ ଜିଲ୍ଲାପାଳ, ଏସପି, ବନଖଣ୍ଡ ଅଧିକାରୀ ଙ୍କ ସମେତ ୩୦ ଜଣିଆ ଟିମ ସ୍ଥିତି ପରିଦର୍ଶନ କରିଛନ୍ତି।

powered by social2s

ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡିଶା ଟପ୍ପର ଗୌତମ ଦାସଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

Details
Odia Ray Admin
ଓଡିଶା
09 March 2021

 

 

ଭୁବନେଶ୍ୱର: ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ  ଓଡିଶା ଟପ୍ପର ହୋଇଥିବା ଗୌତମ ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ପରୀକ୍ଷାରେ ୯୯.୯% ନମ୍ବର ରଖି ଓଡିଶା ଟପ୍ପର ହୋଇଛନ୍ତି ଗୌତମ। 

ଜେଇଇ ମେନ୍ ର ସମସ୍ତ କୃତି ପରୀକ୍ଷାର୍ଥୀଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ସମସ୍ତଙ୍କର ଅଧିକ ସଫଳତା ଓ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି ।

 

powered by social2s

More Articles ...

  1. ଓଡିଶା ସରକାରଙ୍କ ପକ୍ଷରୁ ଜାଗର ଯାତ୍ରା ପାଇଁ ଗାଇଡଲାଇନ ଜାରି
  2. ବିକଶିତ ରାଷ୍ଟ୍ର ଗଠନରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ -ଟିଏମଏସ
  3. ପିକକ୍‍ ପକ୍ଷରୁ ବେଣୁପୁର ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ
Page 1842 of 2256
  • Start
  • Prev
  • 1837
  • 1838
  • 1839
  • 1840
  • 1841
  • 1842
  • 1843
  • 1844
  • 1845
  • 1846
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.