• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଅପରେସନ ସାଇବର କବଚ: ୨୧୧୬୨ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ,୨୭୩ ଜଣ ଅଭିଯୁକ୍ତ ଗିରଫ

Details
Odia Ray Admin
ଓଡିଶା
28 February 2026

ଭୁବନେଶ୍ବର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌.ପି. ଓ ଡି.ସି.ପି.ମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ସାଇବର କ୍ରାଇମ୍ ୟୁନିଟ୍‌ ମାନଙ୍କ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଅଭିଯାନ ଅଧୀନରେ ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଏବଂ ଏଥିରେ ସମ୍ପୃକ୍ତ ସହାୟକମାନଙ୍କୁ ଚିହ୍ନଟ କରାଯାଇ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏପର୍ଯ୍ୟନ୍ତ ‘ଅପରେସନ ସାଇବର କବଚ’ ଅନ୍ତର୍ଗତ ସମଗ୍ର ରାଜ୍ୟରେ ମୋଟ ୨୧୧୬୨ଟି ମ୍ୟୁଲ୍ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରାଯାଇଥିବା ବେଳେ ମ୍ୟୁଲ୍ ବ୍ୟାଙ୍କ ସମ୍ପର୍କିତ ୬୯୬ଟି ସାଇବର ମାମଲା, ଏଟିଏମ୍ ଟଙ୍କା ଉଠାଣ ସମ୍ପର୍କିତ ୩୧ଟି, ଚେକ୍ ଟଙ୍କା ଉଠାଣ ସମ୍ପର୍କିତ ୨୫ଟି ଏବଂ ନକଲି ସିମ୍/PoS ଯାଞ୍ଚ ସମ୍ପର୍କିତ ୧୫ଟି ମାମଲା ରୁଜୁ ହୋଇଛି। ଏହାସହ ୨୭୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ନୂଆ ମାମଲା ଓ ୧୪୫ଟି ପୁରୁଣା ଏଫ୍‌.ଆଇ.ଆର୍‌ ସହ ସଂପୃକ୍ତ ୪୮୬୦ ଜଣ ସନ୍ଦିଗ୍ଧ ଆକାଉଣ୍ଟଧାରୀ ଓ ସହାୟକଙ୍କୁ ଆଇନଗତ ନୋଟିସ୍ ଜାରି କରାଯାଇଛି। ଏହି ବିଶେଷ ଅଭିଯାନରେ କଟକ ଜିଲ୍ଲା ପୋଲିସ ୫୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୨ଟି ଏବଂ ନକଲି ସିମ୍/PoS ସଂପୃକ୍ତ ୧ଟି ମାମଲା ରୁଜୁ କରିଥିବା ବେଳେ ନୂଆ ମାମଲା ଓ ୨ଟି ପୁରୁଣା ଏଫ୍‌.ଆଇ.ଆର୍‌ ସହ ସଂପୃକ୍ତ ୧୦ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଜଗତସିଂହପୁର ଜିଲ୍ଲା ପୋଲିସ ୧୦୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରି ୧ ଜଣଙ୍କୁ ନୋଟିସ୍ ଜାରି କରିଛି। ସେହିପରି ଯାଜପୁର ଜିଲ୍ଲା ପୋଲିସ ୯୮ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩ଟି ମାମଲା ରୁଜୁ କରିବା ସହ ନୂଆ ମାମଲା ଓ ୧ଟି ପୁରୁଣା ଏଫ୍‌.ଆଇ.ଆର୍‌ ସଂପୃକ୍ତ ୨୬ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ପୁରୀ ଜିଲ୍ଲା ପୋଲିସ ୧୮୯ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୬ଟି ମାମଲା ରୁଜୁ କରିଛି। ସେହିପରି ବରଗଡ଼ ଜିଲ୍ଲା ପୋଲିସ ୮୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୧ଟି ଏବଂ ନକଲି ସିମ୍/PoS ସଂପୃକ୍ତ ୧ଟି ମାମଲା ରୁଜୁ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୭ ଜଣଙ୍କୁ ନୋଟିସ୍ ଜାରି କରିଛି। ବଲାଙ୍ଗିର ଜିଲ୍ଲା ପୋଲିସ ୪୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରିଛି। ସେହିପରି ଝାରସୁଗୁଡ଼ା ଜିଲ୍ଲା ପୋଲିସ ୧୬୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨ଟି ମାମଲା ରୁଜୁ କରି ୮ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ସମ୍ବଲପୁର ଜିଲ୍ଲା ପୋଲିସ ୧୫୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨ଟି ମାମଲା ରୁଜୁ କରି ୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୧୨ ଜଣଙ୍କୁ ନୋଟିସ୍ ଜାରି କରିଛି। ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ୧ଟି ମାମଲା ରୁଜୁ କରି ୭ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। କେନ୍ଦୁଝର ଜିଲ୍ଲା ପୋଲିସ ୧୩୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୬ଟି ମାମଲା ରୁଜୁ କରି ୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୩ ଜଣଙ୍କୁ ନୋଟିସ୍ ଜାରି କରିଛି। ରାଉରକେଲା ଜିଲ୍ଲା ପୋଲିସ ୫୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨୬ଟି ମାମଲା ରୁଜୁ କରି ୨୩ ଜଣଙ୍କୁ ନୋଟିସ୍ ଜାରି କରିଛି। ସୁନ୍ଦରଗଡ଼ ଜିଲ୍ଲା ପୋଲିସ ୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩ଟି ମାମଲା ରୁଜୁ କରି ୩ ଜଣଙ୍କୁ ନୋଟିସ୍ ଜାରି କରିଛି। ବାଲେଶ୍ୱର ଜିଲ୍ଲା ପୋଲିସ ୬୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୪ଟି ମାମଲା ରୁଜୁ କରି ୧୫ ଜଣଙ୍କୁ ନୋଟିସ୍ ଜାରି କରିଛି। କଟକ (UPD) ଜିଲ୍ଲା ପୋଲିସ ୧୩୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରି ୨୦ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଗଞ୍ଜାମ ଜିଲ୍ଲା ପୋଲିସ ୨୮ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରି ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୧୨ ଜଣଙ୍କୁ ନୋଟିସ୍ ଜାରି କରିଛି। ଅନୁଗୁଳ ଜିଲ୍ଲା ପୋଲିସ ୫୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୧୨ଟି, ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୧ଟି ଏବଂ ଚେକ୍ ଟଙ୍କା ଉଠାଣ ସଂପୃକ୍ତ ୨ଟି ମାମଲା ରୁଜୁ କରି ୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୫୭ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ମାଲକାନଗିରି ଜିଲ୍ଲା ପୋଲିସ ୧୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରି ୩ ଜଣଙ୍କୁ ନୋଟିସ୍ ଜାରି କରିଛି। କେନ୍ଦ୍ରାପଡ଼ା ଜିଲ୍ଲା ପୋଲିସ ୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ପୋଲିସ ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୨ଟି ମାମଲା ରୁଜୁ କରି ୨ ଜଣଙ୍କୁ ନୋଟିସ୍ ଜାରି କରିଛି। ସେହିପରି ନୟାଗଡ଼ ଜିଲ୍ଲା ପୋଲିସ ୨୧୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨୩୮ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଭଦ୍ରକ ଜିଲ୍ଲା ପୋଲିସ ୧୩୯ଟି ଏବଂ ମୟୂରଭଞ୍ଜ ଜିଲ୍ଲା ପୋଲିସ ୧୦୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଥିବା ବେଳେ ମୟୂରଭଞ୍ଜରେ ୧୨ ଜଣଙ୍କୁ ନୋଟିସ୍ ଜାରି କରାଯାଇଛି। ଭୁବନେଶ୍ୱର (UPD) ଜିଲ୍ଲା ପୋଲିସ ୩୭୮ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ପୁରୁଣା ଏଫ୍‌.ଆଇ.ଆର୍‌ ସଂପୃକ୍ତ ୧ ଜଣଙ୍କୁ ନୋଟିସ୍ ଜାରି କରିଛି। ବ୍ରହ୍ମପୁର ଜିଲ୍ଲା ପୋଲିସ ୯୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ପୁରୁଣା ଏଫ୍‌.ଆଇ.ଆର୍‌ ସଂପୃକ୍ତ ୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୌଦ୍ଧ ଜିଲ୍ଲା ପୋଲିସ ୧୫୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧୫୨ ଜଣଙ୍କୁ ନୋଟିସ୍ ଜାରି କରିଛି। କନ୍ଧମାଳ ଜିଲ୍ଲା ପୋଲିସ ୧୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ପୁରୁଣା ଏଫ୍‌.ଆଇ.ଆର୍‌ ସଂପୃକ୍ତ ୨୪ ଜଣଙ୍କୁ ନୋଟିସ୍ ଜାରି କରିଛି। ଦେବଗଡ଼ ଜିଲ୍ଲା ପୋଲିସ ୨୭୦ଟି ଏବଂ ଢେଙ୍କାନାଳ ଜିଲ୍ଲା ପୋଲିସ ୧୨୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଛି। କଳାହାଣ୍ଡି ଜିଲ୍ଲା ପୋଲିସ ୧୧୯ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୫୪ ଜଣଙ୍କୁ ନୋଟିସ୍ ଜାରି କରିଛି। କୋରାପୁଟ ଜିଲ୍ଲା ପୋଲିସ ୭ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩ ଜଣଙ୍କୁ ନୋଟିସ୍ ଜାରି କରିଥିବା ବେଳେ ନବରଙ୍ଗପୁର ଜିଲ୍ଲା ପୋଲିସ ୪୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧୫ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ନୂଆପଡ଼ା ଜିଲ୍ଲା ପୋଲିସ ୧୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଛି। ରାଜ୍ୟବାସୀଙ୍କ ଡିଜିଟାଲ କାରବାରର ସୁରକ୍ଷା ପାଇଁ ଓଡ଼ିଶା ପୋଲିସ ସର୍ବଦା ପ୍ରତିଶ୍ରୁତିବଦ୍ଧ। ସାଇବର ଅପରାଧ ମୁକ୍ତ ଓଡ଼ିଶା ଗଠନ ପାଇଁ ଏହି ଅଭିଯାନ ଆଗାମୀ ଦିନରେ ଆହୁରି କଡ଼ାକଡ଼ି ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ସୂଚନା ଦେଇଛନ୍ତି।

powered by social2s

ପିସିଆର କର୍ମଚାରୀଙ୍କ ପାଇଁ ନିୟମ କଡ଼ାକଡ଼ି

Details
Odia Ray Admin
ଓଡିଶା
28 February 2026

ଭୁବନେଶ୍ବର: ପିସିଆର ଭ୍ୟାନ ରେ ନିୟୋଜିତ କର୍ମଚାରୀଙ୍କ ପାଇଁ ନିୟମ କଡ଼ାକଡ଼ି କରାଯାଇଛି। ଏଣିକି ନିୟମ ଖିଲାପ କଲେ ସସପେଣ୍ଡ ଓ ଡିସଚାର୍ଜ ସହ ଜେଲ ଯିବେ କର୍ମଚାରୀ। ଚନ୍ଦକା ଥାନାର ପିସିଆର କର୍ମଚାରୀ ଲାଞ୍ଚ ନେବାର ପ୍ରମାଣ ମିଳିଥିଲା। ପିସିଆରରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ପାଇଁ ନିୟମ କଡ଼ାକଡ଼ି କରିଛି କମିଶନରେଟ୍ ପୋଲିସ। ଅବସରପ୍ରାପ୍ତ ସେନାଧିକାରୀ ଲାଞ୍ଚ ନେଲେ ଗିରଫ ସହ ପେନସନ୍ ବନ୍ଦ କରାଯିବ। ସେହିପରି ଅନ୍ୟ ସମସ୍ତ କର୍ମଚାରୀ ଧରାପଡିଲେ ଗିରଫ ସହ ଚାକିରିରୁ ବିଦା ହେବେ।

powered by social2s

ଓଡ଼ିଶାର ବିଭିନ୍ନ ସ୍ଥାନର ଅପଭ୍ରଂଶ ଇଂରାଜୀ ନାମ ବଦଳିବ; ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର

Details
Odia Ray Admin
ଓଡିଶା
28 February 2026

ଭୁବନେଶ୍ବର: ଓଡ଼ିଶାର ଯେଉଁ ସ୍ଥାନଗୁଡ଼ିକରେ ସରକାରୀ ଭାବରେ ବ୍ୟବହୃତ ଇଂରାଜୀ ନାମଗୁଡ଼ିକ ସେମାନଙ୍କର ପ୍ରାମାଣିକ ଓଡ଼ିଆ ନାମର ଅପଭ୍ରଂଶ ଅଟେ, ସେହି ସ୍ଥାନଗୁଡ଼ିକର ମୂଳ ଓଡ଼ିଆ ନାମ ପୁନଃସ୍ଥାପନ ସମ୍ପର୍କରେ ପ୍ରସ୍ତାବ ପଠାଇବା ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି l ରାଜ୍ୟର ବିଭିନ୍ନ ସ୍ଥାନ ଯଥା ଜିଲ୍ଲା, ଜିଲ୍ଲା ମୁଖ୍ୟାଳୟ, ଉପଖଣ୍ଡ, ବ୍ଲକ୍ ଏବଂ ତହସିଲ, ଯେଉଁଠି ବର୍ତ୍ତମାନ ସରକାରୀ ବ୍ୟବହାରରେ ଥିବା ଇଂରାଜୀ ନାମଗୁଡ଼ିକ ସେମାନଙ୍କର ପ୍ରାମାଣିକ ଓଡ଼ିଆ ନାମକରଣର ଅପଭ୍ରଂଶ ରୂପ ଅଟେ, ସେ ସବୁ ସ୍ଥାନର ମୂଳ ଓଡ଼ିଆ ନାମଗୁଡ଼ିକୁ ଓଡ଼ିଶା ସରକାର ପୁନରୁଦ୍ଧାର କରିବାକୁ ଚାହୁଁଛନ୍ତି । ଏହିପରି ବିକୃତି, ଆମ ରାଜ୍ୟର ପ୍ରକୃତ ଭାଷାଗତ ଏବଂ ସାଂସ୍କୃତିକ ପରିଚୟକୁ ଭୁଲ୍ ଭାବରେ ପ୍ରତିପାଦନ କରୁଛି ଏବଂ ଓଡ଼ିଆ ଅସ୍ମିତାର ସାରକୁ ମଧ୍ୟ କ୍ଷୁର୍ଣ୍ଣ କରୁଛି । ଯେପରି "ଆଳି'" ତହସିଲର ସରକାରୀ ଇଂରାଜୀ ନାମ "AUL" ଅଛି, ଯାହା ବ୍ରିଟିଶ ଶାସନ ସମୟରେ ଉଚ୍ଚାରଣ ଅସୁବିଧା ଯୋଗୁଁ ପ୍ରଚଳିତ ଏକ ଭୁଲ୍ ବନାନ ଏବଂ ଏହାକୁ ସଂଶୋଧନ କରାଯିବାର ଆବଶ୍ୟକ‌ତା ରହିଛି ବୋଲି ରାଜସ୍ୱ ସଚିବ ଡ. ଅରବିନ୍ଦ ପାଢୀ ଚିଠିରେ ଉଲ୍ଲେଖ କରିଛନ୍ତି l ଏହି ପ୍ରସଙ୍ଗରେ ପୂର୍ବରୁ ସମସ୍ତ ଜିଲ୍ଲାପାଳଙ୍କ ଠାରୁ ଏକ ବିସ୍ତୃତ ରିପୋର୍ଟ ମଗାଯାଇଥିଲା I ଏପର୍ଯ୍ୟନ୍ତ ୧୩ଟି ଜିଲ୍ଲାରୁ ଏହି ସମ୍ପର୍କିତ ସୂଚନା ପ୍ରାପ୍ତ ହୋଇଅଛି। ପ୍ରାପ୍ତ ରିପୋର୍ଟଗୁଡିକର ତାଲିକା ଉପରେ, ମାନ୍ୟବର ବିଧାୟକ ଓ ମାନ୍ୟବର ସାଂସଦମାନଙ୍କର ଏବଂ ସାଧାରଣ ଜନତାଙ୍କର ମତ ନିଆଯାଇଥିଲା। ତଦନୁସାରେ, ଏହି ବିଷୟରେ ବିଭିନ୍ନ ନୂତନ ପ୍ରସ୍ତାବଗୁଡ଼ିକ ମଧ୍ୟ ପ୍ରାପ୍ତ ହୋଇଅଛି । ତେବେ ପୂର୍ବରୁ ପ୍ରଦାନ କରାଯାଇଥିବା ରିପୋର୍ଟକୁ ପୁନଃ ପରୀକ୍ଷଣ କରି, ନୂତନ ପ୍ରସ୍ତାବ ସହ ସାତ ଦିନ ଭିତରେ ବିଭାଗକୁ ପ୍ରେରଣ କରିବାକୁ ଏହି ପତ୍ରରେ ଜିଲ୍ଲାପାଳଙ୍କୁ ଜଣାଯାଇଛି l ଖୁବ୍ ଶୀଘ୍ର ଏ ସମ୍ପର୍କିତ ରିପୋର୍ଟ୍ ପ୍ରସ୍ତୁତ କରାଯାଇ ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ ବୋଲି ରାଜସ୍ୱ ସଚିବ ଡ. ପାଢୀ ସୂଚନା ଦେଇଛନ୍ତି l

powered by social2s

ପର୍ବପର୍ବାଣୀ ବେଳେ ଓଡ଼ିଶାବାସୀଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ପୋଲିସର ସମୀକ୍ଷା ବୈଠକ ଅନୁଷ୍ଠିତ

Details
Odia Ray Admin
ଓଡିଶା
27 February 2026

ଭୁବନେଶ୍ବର: ସାରା ଓଡ଼ିଶାରେ ଆସନ୍ତା କିଛିଦିନ ମଧ୍ୟରେ ପର୍ବପର୍ବାଣୀର ମାହୋଲ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୩ ତାରିଖରେ ଦୋଳ ପୂର୍ଣିମା, ୪ ତାରିଖରେ ହୋଲି, ୨୧ ତାରିଖରେ ଇଦ-ଉଲ-ଫିତର, ୨୭ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବ। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ରାଜ୍ୟ ପୋଲିସ ମୁଖ୍ୟା ଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ସମସ୍ତ ପର୍ବପର୍ବାଣୀ ଗୁଡିକୁ ଶୃଙ୍ଖଳିତ, ଶାନ୍ତିପୂର୍ଣ ପରିବେଶରେ ପାଳନ କରାଯିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ପର୍ବପର୍ବାଣୀ ଅବସରରେ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ଉପରେ ଡିଜିପି ବୈଠକରେ ଗୁରୁତ୍ଵାରୋପ କରିଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ଓ ଉତ୍ତେଜନାମୂଳକ ପ୍ରଚାର ରୋକିବା ପାଇଁ ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି । ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଶୋଭାଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥା, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ ,ଗୁଇନ୍ଦା ସୂଚନା ସଂଗ୍ରହ, ଶାନ୍ତି କମିଟି ଗଠନ ସହ ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସମସ୍ତ ଜିଲ୍ଲା ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନିଶାସକ୍ତ ଗାଡିଚାଳକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଟ୍ରାଫିକ ଉଲଂଘନକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଡି.ଜେ. ଶବ୍ଦ ପ୍ରଦୁଷଣ ଉପରେ କଟକଣା, ଗୁଜବକାରୀଙ୍କୁ ଚିହ୍ନଟ, ପଦଯାତ୍ରା ଏବଂ ବାଇକ ରାଲି ସମୟରେ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଯେକୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ସଦାସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୂନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଆଇଜିପି (ପର୍ସୋନେଲ) ଶ୍ରୀ ଏସ. ପ୍ରବୀଣ କୁମାର, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ଆଭାସୀ ମାଧ୍ୟମରେ ସମସ୍ତ ରେଞ୍ଜ ଆଇଜି/ ଡିଆଇଜି ଏବଂ ଜିଲ୍ଲାର ସମସ୍ତ ଏସପି ପ୍ରମୁଖ ଉପସ୍ଥିତ ଥିଲେ ।

powered by social2s

ବକେୟା ଭୂରାଜସ୍ଵ ଓ ଜଳକର ସମୟସୀମା ମଧ୍ୟରେ ଆଦାୟ କରିବାକୁ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ

Details
Odia Ray Admin
ଓଡିଶା
28 February 2026

ଭୁବନେଶ୍ବର: ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଭୂରାଜସ୍ବ ଓ ଜଳକରର ଧାର୍ଯ୍ୟ ଲକ୍ଷ୍ୟକୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଆଦାୟ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ସୂଚନାଯୋଗ୍ୟ ଯେ, ଅର୍ଥ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୯୮୦ କୋଟି ଟଙ୍କାର ଭୂରାଜସ୍ବ ଓ ୨୫.୩୨ କୋଟି ଟଙ୍କାର ଜଳକର ଆଦାୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୨୫-୨୬ ଆର୍ଥିକ ବର୍ଷ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିବାକୁ ଥିବା ବେଳେ ବକେୟା ଭୂରାଜସ୍ୱ ଓ ଜଳକର ତ୍ବରିତ ଆଦାୟ କରିବା ନିମନ୍ତେ ସମସ୍ତ ଜିଲ୍ଲାପାଳଙ୍କୁ ଯତ୍ନବାନ୍ ହେବାକୁ ରାଜସ୍ୱ ସଚିବ ନିର୍ଦ୍ଦେଶ ଦେଇଛନ୍ତି l ଏଥିସହିତ ସମସ୍ତ ରାଜସ୍ୱ ଡିଭିଜନାଲ କମିଶନରମାନଙ୍କୁ ମଧ୍ୟ ବକେୟା ଭୂରାଜସ୍ୱ ଓ ଜଳକର ଆଦାୟ ସମ୍ବନ୍ଧରେ ସାପ୍ତାହିକ ବୈଠକ କରି ନିର୍ଦ୍ଧାରିତ ଲକ୍ଷ୍ୟକୁ ହାସଲ କରିବା ପାଇଁ ପ୍ରଚେଷ୍ଟା କରିବାକୁ ଏହି ଚିଠିରେ ନିର୍ଦ୍ଦେଶ ଦିଆଯାଇଛି l

powered by social2s

କଳିଙ୍ଗ ଚାରୁକଳା ମହାବିଦ୍ୟାଳୟ ର ୮ମ ପ୍ରତିଷ୍ଠା ଦିବସ ପାଳନ ର ତୃତୀୟ ଦିନରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ

Details
Odia Ray Admin
ଓଡିଶା
27 February 2026

ଭୁବନେଶ୍ବର : କଳିଙ୍ଗ ଚାରୁକଳା ମହାବିଦ୍ୟାଳୟ ର ୮ମ ପ୍ରତିଷ୍ଠା ଦିବସ ପାଳନ ର ତୃତୀୟ ଦିନରେ ରାଜ୍ୟ ସଂଗ୍ରହଳୟ ସ୍ଥିତ କଳିଙ୍ଗ ଆର୍ଟ ଗାଲେରୀ ପରିସରରେ ମହାବିଦ୍ୟାଳୟର ଅଧକ୍ଷ୍ୟ ତାରାକାନ୍ତ ପରିଡ଼ା ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ମୂଖ୍ୟ ଅତିଥି ଭାବେ ବରିଷ୍ଠ କଳା ଐତିହାସିକ ଡ଼ ଅଲେଖ ଚନ୍ଦ୍ର ସାହୁ ଯୋଗ ଦେଇ ସମସାମୟିକ ଚିତ୍ରକଳା ଶିକ୍ଷ୍ୟା ର ଗୁରୁତ୍ଵ ଓ ବ୍ୟବହାର ବିଷୟ ରେ ଆଲୋକପାତ କରିଥିଲେ । ବରେଣ୍ୟ ଅତିଥି ଭାବେ ରାଜ୍ୟ ସଂଗ୍ରହଳୟ ର ଅଧକ୍ଷ୍ୟ ଡ଼ ଭାରତୀ ପାଲ ଯୋଗଦେଇ ପୁରୁଣା ଚିତ୍ର କୁ କିପରି ସଂରକ୍ଷଣ କରିବ ସେ ବିଷୟରେ ଆଲୋଚନା କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ | ସଂସ୍କୃତି ବିଭାଗର ଓଏସଡି ପ୍ରୀତିଶ କୁମାର ପଣ୍ଡା ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରଦର୍ଶିତ ହେଇଥିବା ବହୁ ସୁନ୍ଦର କଳାକୃତୀ କୁ ପ୍ରଶଂଶା କରିଥଲେ । ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ମହିଳା ଉଦୟଗୀ ଯଥା କଳା ପ୍ରେମୀ ରେବତୀ ପାଣି ଚିତ୍ରକଳାକୁ କିପରି ବିଶ୍ଵ ବଜାରରେ ବିକ୍ରି ହେଇପାରିବ ସେ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଜଣାଇଥିଲେ । ସମାଜସେବୀ ଜୋତ୍ରୀମୟ ଦାସ ବରେଣ୍ୟ ଅତିଥି ଭାବେ ଯୋଗଦେଇ ଚିତ୍ର କଳା ଦ୍ଵାରା ସମାଜର ପରିବର୍ତନ ହୋଇପାରିବ ବୋଲି ଆଲୋକପାତ କରିଥିଲେ । ବିନିତ ଚୌଧୁରୀଙ୍କ ତରଫରୁ ଚୌଧୁରୀ ଧୂର୍ଜ୍ୟଧନ ଦାସ ମେମୋରିଆଲ ପୁରସ୍କାର ୩ ଜଣ ଛାତ୍ରଙ୍କୁ ୧୦,୦୦୦ ଅର୍ଥରାଶି ଦେଇ ପୁରସ୍କୃତ କରାଯାଇଥିଲା | ଏଥି ସହିତ ଆଇଏ ଏସ୍ ଅଧିକାରୀ ଅମରେନ୍ଦ୍ର ପଟ୍ଟନାୟକ ମେମୋରିଆଲ ନାମରେ ୫୦୦୦ ଅର୍ଥ ରାଶି ପୁରସ୍କାର ବାବଦରେ ଜଣେ ୨ ଛାତ୍ରଙ୍କୁ ନିହାରିକା ପଟ୍ଟନାୟକ ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଚିତ୍ରକଳା ର ବିଭିନ୍ନ ବିଭାଗ କୁ ନେଇ ହୋଇଥିବା ପ୍ରତିଯୋଗିତା ରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କଳିଙ୍ଗ ଚାରୁକଳା ମହାବିଦ୍ୟାଳୟର ସଦସ୍ୟ ଶ୍ରୀଯୁକ୍ତ ବିକାଶ ଚୌଧୁରୀ ସ୍ଵାଗତ ଭାଷଣ ଦେଇଥିଲେ। ବହୁ ଖ୍ୟାତନାମା ଚିତ୍ର ଶିଳ୍ପୀ, ଚିତ୍ର ପ୍ରେମୀ ଓ ଅଭିଭାବକ ମାନେ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଶେଷରେ ମହାବିଦ୍ୟାଳୟର ଅଧକ୍ଷ୍ୟ ତାରକାନ୍ତ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ଏହି ଚିତ୍ରକଳା ପ୍ରଦର୍ଶନୀ ଟି ଆସନ୍ତା ମାସ ୧ ତାରିଖ ପର୍ୟୁନ୍ତ ଚାଲିବ ବୋଲି କଲେଜ ର ସଦସ୍ୟ ସୁବ୍ରତ ମହାନ୍ତି ଜଣାଇଛନ୍ତି ।

powered by social2s

ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ବଡ଼ ଧରଣର ଉଛେଦ ଅଭିଯାନ

Details
Odia Ray Admin
ଓଡିଶା
27 February 2026

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ବଡ଼ ଧରଣର ଉଛେଦ ଅଭିଯାନ ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିଟାଲ ନିକଟରେ ଡ୍ରେନ୍ ଉପରେ ଥିବା ଘର ଓ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚାଲିଲା ବୁଲଡୋଜର । ଯାତାୟତ ସୁବିଧା ବୃଦ୍ଧି ଲକ୍ଷ୍ୟରେ ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ କରାଯାଇଛି।

powered by social2s

More Articles ...

  1. କୂଅରେ ପଡ଼ି ହାତୀଛୁଆ ମୃତ
  2. ଅଯୋଧ୍ୟା, ବେଙ୍ଗଳୁରୁ ଓ ସୁରତରେ ନିର୍ମାଣ ହେବ ଓଡ଼ିଶା ଭବନ: ମୁଖ୍ୟମନ୍ତ୍ରୀ
  3. ମହାଦେବ ମନ୍ଦିରରୁ ଚୋରି
Page 223 of 2255
  • Start
  • Prev
  • 218
  • 219
  • 220
  • 221
  • 222
  • 223
  • 224
  • 225
  • 226
  • 227
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.