• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ମାର୍ଚ୍ଚ ୩୧ଯାଏଁ ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା

Details
Odia Ray Admin
ଓଡିଶା
06 February 2026

ଭୁବନେଶ୍ବର: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ପୁଣି ସମୟ ଦେଲେ ଓଡ଼ିଶା ସରକାର। ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଟଙ୍କା ଫେରସ୍ତ ପ୍ରକ୍ରିୟା। ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏଁ ବଢ଼େଇଲେ ରାଜ୍ୟ ସରକାର। ୮ରୁ ୧୦ ହଜାର କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ଦେଉଛନ୍ତି ରାଜ୍ୟ ସରକାର। ପ୍ରମାଣପତ୍ର ଦେଇ ଆରଆଇଙ୍କ ନିକଟରେ କରିହେବ ଆବେଦନ। ଆବେଦନର ୧୫ ଦିନ ଭିତରେ ଟଙ୍କା ପାଇବେ ଜମାକାରୀ।

powered by social2s

ବାଲେଶ୍ଵରରେ ଟ୍ରକ୍ ରୁ ୫୦ ଗୋରୁ ଉଦ୍ଧାର

Details
Odia Ray Admin
ଓଡିଶା
06 February 2026

ସୋର: ବାଲେଶ୍ଵର ଜିଲ୍ଲା ତଳନଗର ଓଭରବ୍ରିଜ୍‌ ପାଖରୁ ୫୦ ଗୋରୁ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ଜାତୀୟ ରାଜପଥ ୧୬ ରେ ଏକ ବାଇକ୍ କୁ ଧକ୍କା ଦେଇ ଟ୍ରକ୍‌ ଡ୍ରାଇଭର୍ ଫେରାର ହୋଇଯାଇଥିବା ସୂଚନା। ଟ୍ରକ୍ ରୁ ଉଦ୍ଧାର ହେଲେ ଗୋରୁ। ଘଟଣାସ୍ଥଳରେ ପହଞ୍ଚି ସୋର ପୋଲିସ ତଦନ୍ତ ଆରମ୍ଭ କରିଛି।

powered by social2s

ସାରା ଓଡ଼ିଶାରେ ଗୋଦାନ ଚଳଚ୍ଚିତ୍ରକୁ 'ଟାକ୍ସ ଫ୍ରି' ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
05 February 2026

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରସ୍ଥିତ ତାଙ୍କ ସରକାରୀ ବାସଭବନରେ ହିନ୍ଦୀ ଫିଚର ଫିଲ୍ମ 'ଗୋଦାନ'ର ପ୍ରିମିୟର ଦେଖିଥିଲେ। ଏହି ଅବସରରେ ଗଣମାଧ୍ୟମକୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରକୁ ସାରା ଓଡ଼ିଶାରେ 'ଟାକ୍ସ ଫ୍ରି' ହେବ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ଏହା ମଧ୍ଯ ଘୋଷଣା କରିଥିଲେ ଯେ ଓଡ଼ିଶାରେ ଖୁବ ଶୀଘ୍ର ଗୋ-ଅନୁସନ୍ଧାନ କେନ୍ଦ୍ର ସ୍ଥାପନା କରାଯିବ। ଚଳଚ୍ଚିତ୍ର ଦେଖିବା ସମୟରେ ମୁଖ୍ୟମନ୍ତ୍ରୀ ଭାବ ବିହ୍ଵଳ ହୋଇ ପଡ଼ିଥିଲେ ଏବଂ କହିଥିଲେ ଯେ ‘ଗୋଦାନ’ ଏକ ସମ୍ପୂର୍ଣ୍ଣ ପାରିବାରିକ ଚଳଚ୍ଚିତ୍ର, ଯାହା ପିଲାମାନଙ୍କୁ ପିତାମାତାଙ୍କ ସହ ଯୋଡି ରଖିବା ସହ ସନାତନ ଧର୍ମର ମୂଲ୍ୟବୋଧ ବୁଝାଇବାର ଏକ ଦୃଢ଼ ବାର୍ତ୍ତା ଦେଉଛି। ମୁଖ୍ୟମନ୍ତ୍ରୀ, ଚଳଚ୍ଚିତ୍ରର ବିଷୟବସ୍ତୁ ଏବଂ ସାମାଜିକ ମୂଲ୍ୟବୋଧ, ସାଂସ୍କୃତିକ ପରମ୍ପରା ଏବଂ ପାରିବାରିକ ନୀତିକୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଗୋଦାନ ଭଳି ପ୍ରାସଙ୍ଗିକ ସିନେମା ସାମାଜିକ ସଚେତନତା ସୃଷ୍ଟି ଏବଂ ସାଂସ୍କୃତିକ ବୁଝାମଣାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ସେ ଯୁବ ପୀଢ଼ିକୁ ଆହ୍ୱାନ ଦେଇ ଏହି ଚଳଚ୍ଚିତ୍ରକୁ ସପରିବାରେ ଦେଖିବାକୁ କହିଥିଲେ ଏବଂ ସମାଜରେ ସାଂସ୍କୃତିକ ଭାବନାକୁ ଅଗ୍ରାଧିକାର ଦେବାକୁ ପରାମର୍ଶ ଦେଇଥିଲେ। ଆସନ୍ତା ୬ ଫେବୃଆରୀରେ ରିଲିଜ ହେବାକୁ ଥିବା ସିନେମାର ଏହି ପ୍ରିମିୟରରେ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ପ୍ରଯୋଜକ ଶ୍ରୀ ବିନୋଦ କୁମାର ଚୌଧୁରୀ, ବିଧାୟକଗଣ ଏବଂ ଅନ୍ୟାନ୍ୟ ସମ୍ମାନିତ ଅତିଥିମାନେ ଯୋଗ ଦେଇଥିଲେ।

powered by social2s

୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ଏକାମ୍ର ହାଟରୁ ଗଡ଼ିଲା ପ୍ରଚାର ରଥ

Details
Odia Ray Admin
ଓଡିଶା
05 February 2026

ଭୁବନେଶ୍ଵର: ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଉପଲକ୍ଷେ ଆଜି ସ୍ଥାନୀୟ ଏକାମ୍ର ହାଟ ଠାରୁ ପ୍ରଚାର ରଥ ଗଡିଛି । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ । ଏହି ପ୍ରଚାର ରଥ କଟକ, ଭୁବନେଶ୍ଵର, ପୁରୀ, ସମ୍ବଲପୁର, ବ୍ରହ୍ମପୁର ପ୍ରମୁଖ ସହର ପରିକ୍ରମା କରିବ । ସୂଚନାଯୋଗ୍ୟ, ସ୍ଥାନୀୟ ଜନତା ମଇଦାନଠାରେ ଫେବୃଆରୀ ୧୪ ରୁ ୨୬ ତାରିଖ ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଆୟୋଜନ ହେବାକୁ ଯାଉଛି । ଚଳିତବର୍ଷର ଥିମ୍ ରହିଛି ସ୍ଵଦେଶୀ ଏବଂ ଆତ୍ମନିର୍ଭର । ମୋଟ ୮୪୦ ଟି ଷ୍ଟଲ୍ ଆୟୋଜନ ହୋଇଛି । ଏହି କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ପ୍ରଭାକର ମହାରଣା, ପଦ୍ମଶ୍ରୀ ଇଲିଆନା ସିତାରିଷ୍ଟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ପ୍ରେମ ଚନ୍ଦ୍ର ଚୌଧରୀ, ହସ୍ତଶିଳ୍ପ ନିର୍ଦ୍ଦେଶିକା ନିବେଦିତା ପୃଷ୍ଟି, ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ସେରିଫେଡର ପରିଚାଳନା ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ସିଡାକର ସଦସ୍ୟ ସଚିବ ଚିନ୍ମୟୀ ବିଶ୍ଵାଳ, ଉପ ଶାସନ ସଚିବ ସୁବ୍ରତ କୁମାର ବେହେରା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

powered by social2s

'ପାଲା ଓଡ଼ିଆ ସଂସ୍କୃତିର ସଂବାହକ ଓ ଅସ୍ମିତାର ଉଦଘୋଷକ'

Details
Odia Ray Admin
ଓଡିଶା
05 February 2026

କଟକ: ପାଲା ଓଡ଼ିଶାର ଏକ ଲୋକପ୍ରିୟ ଲୋକକଳା । ଏହା ଓଡ଼ିଆ ସଂସ୍କୃତିର ସଂବାହକ ଓ ଅସ୍ମିତାର ଉଦଘୋଷକ । ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଗୁରୁବାର ସଂଧ୍ୟାରେ ଶ୍ରୀରାମଚନ୍ଦ୍ର ଭବନରେ ଅନୁଷ୍ଠିତ ପାଲା ମହୋତ୍ସବର ଉଦଯାପନୀ ଉତ୍ସବରେ ଅତିଥିମାନେ ଏହିପରି କହିଛନ୍ତି । ଅନୁଷ୍ଠାନର କାର୍ଯ୍ୟନିର୍ବାହିକା ସମିତି ସଭ୍ୟା ଡକ୍ଟର ଗାୟତ୍ରୀ ଦେବୀଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ଆଇନଜୀବୀ ସୁରେନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଓ କଟକ ଜିଲ୍ଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ବରେଣ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ଏହି ଅବସରରେ ବିଶିଷ୍ଟ ପାଲାଗାୟକ ପର୍ଶୁରାମ ପଣ୍ଡାଙ୍କୁ ‘ଉତ୍କଳ ଗାୟକ ଗୌରବ ସମ୍ମାନ’ ଓ ବିଶିଷ୍ଟ ପାଲାଗାୟିକା ଶ୍ରୀମତୀ ସ୍ୱାଇଁଙ୍କୁ ‘ଶାରଦା ଦେବୀ ନାୟକ ସ୍ମୃତି ସମ୍ମାନ’ ପ୍ରଦାନ କରାଯାଇଥିଲା । ଏଥିସହିତ ମୃଦଙ୍ଗ ବାଦକ ଅନୀଲ କୁମାର ପାଗଳ, ସଂଗୀତ ଶିଳ୍ପୀ ଗୀତାଞ୍ଜଳି ମହାପାତ୍ର, ଦୁର୍ଯ୍ୟୋଧନ ମହାରଣା, କରୁଣାକର ପ୍ରଧାନ ଓ ରଞ୍ଜନ କୁମାର ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପାଲା ଆୟୋଜନରେ ବିଶେଷ ସହଯୋଗ କରୁଥିବା ବର୍ଷୀୟାନ୍ ପାଲାଗାୟକ ସୁରେନ୍ଦ୍ର ନାଥ ଛୋଟରାୟଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । ପରେପରେ ଗାୟିକା ଶ୍ରୀମତୀ ସ୍ୱାଇଁ ଓ ସାଥୀମାନେ ‘ନଳ-ଦମୟନ୍ତୀ’ ବିଷୟକ ପାଲା ପରିବେଷଣ କରିଥିଲେ । ସାଧାରଣ ସଂପାଦକ ରାଜୀବ କୁମାର ଷଡ଼ଙ୍ଗୀ ଅତିଥି ପରିଚୟ ଦେଇଥିଲା ବେଳେ କୋଷାଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ମଞ୍ଚ ଆମନ୍ତ୍ରଣ କରିଥିଲେ ଓ କାର୍ଯ୍ୟନିର୍ବାହୀ ସଦସ୍ୟା ଡ଼କ୍ଟର ବୈଜୟନ୍ତୀ ମାଳା ଶତପଥୀ ମାନପତ୍ର ପାଠ କରିଥିଲେ !ଏଥିରେ ସଂଗଠନ ସଂପାଦକ ଶଶିକାନ୍ତ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ପାଲା ଉତ୍ସବରେ ଡ଼କ୍ଟର ନଳିନୀ ନାୟକ ଓ ସୌଦାମିନୀ ନାୟକ ଉପସ୍ଥିତ ଥିଲେ।

powered by social2s

ଆଇ ଏ ଏସ୍ ସ୍ତରରେ ବଡ଼ ଅଦଳବଦଳ କଲେ ଓଡ଼ିଶା ସରକାର

Details
Odia Ray Admin
ଓଡିଶା
05 February 2026

ଭୁବନେଶ୍ବର: ଆଇ ଏ ଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ଓଡ଼ିଶା ସରକାର। ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ବତ୍ତର୍ମାନ ଉନ୍ନୟନ କମିଶନର ଅଛନ୍ତି ଦେଓ ରଞ୍ଜନ। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ ମିଳିଛି। ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ। ବିଷ୍ଣୁପଦ ସେଠୀ ହେଲେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ। ବିଷ୍ଣୁପଦ ସେଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗକୁ ବଦଳି କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ମଧ୍ୟ ରହିବେ ଅରବିନ୍ଦ। ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀ ଡିଜି ଦାୟିତ୍ବ ଦିଆଯାଇଛି। ଏଥିସହ ଶ୍ରମ ଓ ବିଜ୍ଞାନ କାରିଗର ଦାୟିତ୍ବରେ ରହିବେ ଚିତ୍ରା।

powered by social2s

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ‘ନ୍ୟାସନାଲ୍ ଡିଫେନ୍‌ସ କଲେଜ୍’ ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

Details
Odia Ray Admin
ଓଡିଶା
05 February 2026

ଭୁବନେଶ୍ୱର: ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଓଡ଼ିଶା ଆସିଥିବା ଦିଲ୍ଲୀ ସ୍ଥିତ ନ୍ୟାସନାଲ୍ ଡିଫେନ୍‌ସ କଲେଜ୍‌ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଭାରତୀୟ ସଶସ୍ତ୍ର ବାହିନୀର ଅଧିକାରୀ ମାନଙ୍କ ସମେତ ଆର୍ମେନିଆ, ଭୁଟାନ, ଶ୍ରୀଲଙ୍କା, ମଙ୍ଗୋଲିଆ, ଏବଂ ନେପାଳର ସେନାବାହିନୀ ଅଧିକାରୀ ମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମପାଇଁ "ଦେଶ" ର ଅର୍ଥ ହେଉଛି କେବଳ ଜାତୀୟ ସେବା । ଏହା ଆମର ପ୍ରତିବଦ୍ଧତା। ପ୍ରତ୍ୟେକ ସାମରିକ ଅଧିକାରୀଙ୍କ ଭାବାବେଗ ସହିତ ଆମର ଏହି ମନୋଭାବ ଗଭୀର ଭାବରେ ଜଡିତ ବୋଲି ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ କହିଥିଲେ। ଅପରେସନ ସିନ୍ଦୁରର ସଫଳତା ଓ ଭାରତୀୟ ସଶସ୍ତ୍ର ବାହିନୀର କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପରେସନ ସିନ୍ଦୁର ସମୟରେ ଆମର ବାହିନୀ ଦ୍ୱାରା ଦେଖାଯାଇଥିବା ସାହସ ଏବଂ ସାହସିକତାକୁ ମୁଁ ସଲାମ କରୁଛି। ଏହି ଅପରେସନ୍ ଆପଣଙ୍କ ଶୃଙ୍ଖଳା, ଦୃଢ଼ ପ୍ରତିବଦ୍ଧତା ଏବଂ ନିଃସ୍ୱାର୍ଥପର ସେବାର ପ୍ରମାଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିସହିତ, ମୁଖ୍ୟମନ୍ତ୍ରୀ ପ୍ରାଚୀନ ଓଡ଼ିଶାର ବୀରତ୍ୱ ଏବଂ ପରାକ୍ରମ ଉପରେ ଆଲୋକପାତ କରିବା ସହିତ ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, କ୍ରୀଡା ଏବଂ ବିପର୍ଯ୍ୟୟ ପରିଚାଳନାରେ, ଆମ ରାଜ୍ୟ ଆଜି ସମଗ୍ର ଭାରତରେ କିଭଳି ଏକ ନୂତନ ପରିଚୟ ସୃଷ୍ଟି କରିଛି, ସେ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଏହି ଅବସରରେ ବିଭିନ୍ନ ଦେଶରୁ ଆସିଥିବା ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ଏବଂ ସବୁକ୍ଷେତ୍ରରେ ଓଡ଼ିଶାର ଦ୍ରୁତ ବିକାଶ ଦେଖି ପ୍ରଶଂସା କରିଥିଲେ। ଏଥିରେ ଭାରତୀୟ ସଶସ୍ତ୍ର ବାହିନୀ (Indian Armed Forces)ର ବରିଷ୍ଠ ଅଧିକାରୀ ଏବଂ ବନ୍ଧୁତ୍ବପୂର୍ଣ୍ଣ ସମ୍ପର୍କ ଥିବା ଦେଶର ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନାରେ ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏୟାର ମାର୍ଶାଲ ମନୀଷ କୁମାର ଗୁପ୍ତା, ମେଜର ଜେନେରାଲ ସିପି ସାଙ୍ଗରା, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଭାରତୀୟ ସଶସ୍ତ୍ର ବାହିନୀର ଅଧିକାରୀଗଣ ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

More Articles ...

  1. ଅଟୋ ଓଲଟି ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  2. ଓଡ଼ିଶାର ୭ ଜିଲ୍ଲାର ଇଂରାଜୀ ନାଁ ବଦଳିବ
  3. ଭଦ୍ରକରେ ୮୪୦ ବୋତଲ କଫ୍ ସିରପ୍ ଜବତ
Page 239 of 2255
  • Start
  • Prev
  • 234
  • 235
  • 236
  • 237
  • 238
  • 239
  • 240
  • 241
  • 242
  • 243
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.