• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ପୋଲିସ, ଅବକାରୀ ଓ ରାଜସ୍ବ ବିଭାଗ ର ମିଳିତ ଉଦ୍ୟମ ରେ ୮୬ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ

Details
Odia Ray Admin
ଓଡିଶା
12 January 2026

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ବିରୋଧରେ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଟିକାବାଲି ଥାନା ଅଧିକାରିଣୀ ପ୍ରଜ୍ଞା ରିତମ୍ଭରା କରଙ୍କ ନେତୃତ୍ୱରେ ପୋଲିସ ପ୍ରଶାସନ, ଅବକାରୀ ଏବଂ ରାଜସ୍ୱ ବିଭାଗର ମିଳିତ ସହଯୋଗରେ ପ୍ରାୟ ୮୬ ଏକର ଜଙ୍ଗଲ ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରାଯାଇଛି। ସୂଚନା ଅନୁଯାୟୀ, ଟିକାବାଲି ଥାନା ଅନ୍ତର୍ଗତ କଟିମାହା ପଞ୍ଚାୟତର ଅଡ଼ାଖୋଲ, ଡୁଙ୍ଗିସାହି, ଉପରଖୋଲ, ଲଦାସାହି, ବିଲାବାଡ଼ା, ଦାସାଗୁଡ଼ା ଏବଂ କଇଁଝର ପଞ୍ଚାୟତର ଗଣ୍ଡଗାଁ ସମେତ ବିଭିନ୍ନ ଅଞ୍ଚଳରେ ବ୍ୟାପକ ଭାବେ ଗଞ୍ଜେଇ ଚାଷ ହୋଇଥିବା ପୋଲିସକୌଣସି ସୂତ୍ରରୁ ଖବର ପାଇଥିଲା। ଏହି ଖବର ଆଧାରରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୮୬ ଏକର ପରିମିତ ଜମିରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି। ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ବାରମ୍ବାର ଏହି ବେଆଇନ ଚାଷରୁ ନିବୃତ୍ତ ରହିବା ପାଇଁ ସଚେତନ କରାଯାଉଛି। ଏହା ସତ୍ତ୍ୱେ କିଛି ଲୋକ ଅଧିକ ଲାଭ ଆଶାରେ ଆଇନକୁ ହାତକୁ ନେଇ ଏହି କାରବାର ଜାରୀ ରଖିଛନ୍ତି। ଏହି ଘଟଣାରେ ଟିକାବାଲି ଥାନା ଅଧିକାରିଣୀ ସୂଚନା ଦେଇଛନ୍ତି ଯେ, ଏଥିରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଏନ ଡି ପି ଏସ ର ଧାରା ୨୦ ଏ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଆଗାମୀ ଦିନରେ ମଧ୍ୟ ଏହିଭଳି ଦମନମୂଳକ ଅଭିଯାନ ଜାରି ରହିବ ବୋଲି ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଜିର ଏହି ଅଭିଯାନରେ ଟିକାବାଲି ତହସିଲଦାର ହରିଶ ଚନ୍ଦ୍ର ପ୍ରଧାନ ମାଜିଷ୍ଟ୍ରେଟ ଭାବେ ଉପସ୍ଥିତ ଥିଲେ। ଏଥିସହିତ ଟିକାବାଲି ଥାନା ଏସ.ଆଇ ଅବନୀ ପ୍ରଧାନ, ପଞ୍ଚାନନ ମଳିକ, ଅବକାରୀ ବିଭାଗର କର୍ମଚାରୀ, ହୋମଗାର୍ଡ ଏବଂ ଏସଓଜି ଜବାନ ମାନେ ପ୍ରମୁଖ ସାମିଲ ହୋଇ ଗଞ୍ଜେଇ ଗଛ କାଟିବାରେ ସହଯୋଗ କରିଥିଲେ।

powered by social2s

ପୂର୍ତ୍ତ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିତ୍ତିଭୂମି ନିର୍ମାଣରେ ବ୍ୟବହୃତ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଆଲୋଚନା

Details
Odia Ray Admin
ଓଡିଶା
12 January 2026

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦୃଢ଼ ନେତୃତ୍ୱ ବଳରେ ବର୍ତ୍ତମାନ ରାଜ୍ୟର ବିକାଶକୁ ତ୍ୱରିତ ବେଗରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ନିୟମିତ ନିଯୁକ୍ତି ପ୍ରକ୍ରିୟା ଫଳରେ ବିଭାଗରେ ଦକ୍ଷ ଇଂଜିନିୟରଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି ପରିପ୍ରେକ୍ଷୀରେ ନିର୍ମାଣ କାର୍ଯ୍ୟକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ଉନ୍ନତ ମାନର ନିର୍ମାଣ ସାମଗ୍ରୀ ବ୍ୟବହାର ଏବଂ ଏହାର ସଠିକ୍‌ ମୂଲ୍ୟ ନିର୍ଦ୍ଧାରଣ ଜରୁରୀ । ଫଳରେ ଉଚ୍ଚ ଗୁଣବତ୍ତା ସମ୍ପନ୍ନ ରାସ୍ତା ଓ କୋଠା ନିର୍ମାଣ ସମ୍ଭବ ହୋଇପାରିବ ବୋଲି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି । ଆଜି ଅପରାହରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଆଗାମୀ ଦିନରେ ନିର୍ମାଣ ହେବାକୁ ଥିବା ରାସ୍ତା, କୋଠାବାଡ଼ି ଆଦିରେ ବ୍ୟବହୃତ ଇଟା, ବାଲି, ଗୋଡ଼ି ସମେତ ବିଭିନ୍ନ ଇନ୍‌-ଡୋର ଓ ଆଉଟ୍‌-ଡୋର ସାମଗ୍ରୀ, ବିଲ୍‌ଡିଂ ସାମଗ୍ରୀ, ପ୍ରି-ଫାବିକ୍ରେଟେଡ୍‌ ନିର୍ମାଣ ସାମଗ୍ରୀ, ରାସ୍ତା ଓ କୋଠାବାଡ଼ିରେ ବ୍ୟବହୃତ ବିିଭିନ୍ନ ସାମଗ୍ରୀର ସଠିକ୍‌ ମୂଲ୍ୟ ନିର୍ଦ୍ଧାରଣ ନେଇ ଆଲୋଚନା ହୋଇଥିଲା । ଗୁଣବତ୍ତାଯୁକ୍ତ ସାମଗ୍ରୀର ବ୍ୟବହାର ଏବଂ ଏହାର ସଠିକ ମୂଲ୍ୟ ନିର୍ଦ୍ଧାରଣ ଦ୍ୱାରା ଭିତ୍ତିଭୂମିର ସ୍ଥାୟିତ୍ୱ ବୃଦ୍ଧି ପାଇବା ସହିତ ନିର୍ମାଣଜନିତ ଖର୍ଚ୍ଚ କମ୍‌ ହୋଇପାରିବ ବୋଲି ଆଲୋଚନାରେ ମତ ପ୍ରକାଶ ପାଇଥିଲା । ଏହି ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଭିତ୍ତିଭୂମି ନିର୍ମାଣରେ ବ୍ୟହୃତ ସାମଗ୍ରୀର ମାନକୁ ଗୁରୁତ୍ୱ ଦେବା ସହ ଜାରି ରହିଥିବା ନିର୍ମାଣ କାର୍ଯ୍ୟକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ବରିଷ୍ଠ ଅଧିକାରୀ ଏବଂ ଇଂଜିନିୟରମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ନୂତନ ଭାବେ ନିର୍ମାଣ ହେବାକୁ ଥିବା ଜୟଦେବ ବିହାର - ନନ୍ଦନକାନନ ରୋଡ୍‌ ଏବଂ ଫ୍ଲାଏ ଓଭର ଏବଂ ନୂଆ ଲୋକସେବା ଭବନ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା । ଏଥି ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମୁତାବକ ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ନେଇ କାର୍ଯ୍ୟ କରିବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବୈଠକରେ ପରାମର୍ଶ ଦେଇଥିଲେ । ବୈଠକରେ ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ ଲକ୍ଷ୍ମୀକାନ୍ତ ପାଢ଼ୀ, ଇଆଇସି (ସିଭିଲ୍‌) ଇଂ ସତ୍ୟବ୍ରତ ବେହେରା, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଇଂ ସମୀର ହୋତା, ଇଆଇସି ରୋଡ୍ସ - ୧ ଇଂ ଧ୍ୟାନଚାନ୍ଦ ନାୟକ, ମୁଖ୍ୟ ଯନ୍ତ୍ରୀ ବିଲଡିଂ -୧ ଇଂ ପ୍ରିୟବ୍ରତ ସାମନ୍ତରାୟ, ମୁଖ୍ୟଯନ୍ତ୍ରୀ ଏନ.ଏଚ ଇଂ ନାରାୟଣ ପଟେଲ୍‌ଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

powered by social2s

ଓଡ଼ିଶାରେ ପୁଣି ବଢ଼ିଲା ଶୀତ

Details
Odia Ray Admin
ଓଡିଶା
12 January 2026

ଭୁବନେଶ୍ବର: ବାଦଲ ହଟିବା ପରେ ଉପକୂଳ ଓଡ଼ିଶାରେ ଖସିଲା ତାପମାତ୍ରା। ସକାଳ ୫ଟା ୩୦ରେ ୯.୪ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର ଭାବେ ପରିଗଣିତ ହୋଇଛି। କେନ୍ଦୁଝର ୧୧.୬, ଭୁବନେଶ୍ବର ୧୩.୪, ବାଲେଶ୍ବର ୧୪ ଡିଗ୍ରୀ, ଚାନ୍ଦବାଲି ୧୪.୮ ଡିଗ୍ରୀ ଓ ପାରାଦୀପ ତାପମାତ୍ରା ୧୫ ଡିଗ୍ରୀ ରେକର୍ଡ କରାଯାଇଛି।

powered by social2s

ସାହିତ୍ୟ ଅକାଦେମି ଓ ଉତ୍କଳ ସାହିତ୍ୟ ସମାଜ ମିଳିତ ଆନୁକୂଲ୍ୟରେ କବି ବିଦ୍ୟୁତପ୍ରଭା ଦେବୀ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର

Details
Odia Ray Admin
ଓଡିଶା
11 January 2026
powered by social2s

୯୫୨ କୋଟି ଟଙ୍କାରେ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପିତ, ୩୬୨୩ କୋଟି ଟଙ୍କା ଅଟକଳରେ ନୂଆ ଲୋକସେବା ଭବନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତ

Details
Odia Ray Admin
ଓଡିଶା
12 January 2026

ଭୁବନେଶ୍ୱର: ଓଡ଼ିଶାର ସଡ଼କ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ। ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ, ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଆରମ୍ଭ କରିଛନ୍ତି। ଏହା ସହିତ ରାଜ୍ୟ ରାଜଧାନୀର କାୟାକଳ୍ପ ହେଲାଭଳି ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟ ଓ ଦେଶରେ ବଢୁଥିବା ସଡକ ଦୁର୍ଘଟଣା ଯୋଗୁ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସମସ୍ତଙ୍କୁ ସଡକ ସୁରକ୍ଷାର ନିୟମ ପାଳନ କରିବା ପାଇଁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସଡକ ସୁରକ୍ଷା ପାଇଁ ରାଜ୍ୟ ସରକାର ଚାରିଟି ‘E’ ପାଳନ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ସେଗୁଡିକ ହେଲା ଏଜୁକେସନ ବା ଶିକ୍ଷା, ଏନ୍‌ଫୋର୍ସମେଣ୍ଟ ବା ନିୟମର କଡାକଡି ଅନୁପାଳନ, ଇଞ୍ଜିନିୟରିଂ ବା ଯୋଗାଯୋଗ ଭିତ୍ତିଭୂମି ଓ ଯାନବାହନରେ ଉନ୍ନତ ଇଞ୍ଜିନିୟରିଂ ବିଦ୍ୟା ପ୍ରୟୋଗକରି ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ଏମର୍ଜେନ୍‌ସି ବା ଜରୁରୀ ସମୟରେ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ। ଏହି ଚାରିଟି ନିୟମ ଅନୁପାଳନ ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଆଉ ଦୁଇଟି ‘E’ ଅନୁପାଳନ ପାଇଁ ପରାମର୍ଶ ଦେଇଥିଲେ। ଏହାହେଲା ଏନ୍‌ଭିରନ୍‌ମେଣ୍ଟ ଓ ଇଭାଲ୍ୟୁଏସନ। ଯାନବାହନର ପ୍ରଦୂଷଣ ନିୟମକୁ ସଠିକ୍ ଭାବେ ପାଳନ କରିବା ସହିତ ସଡକ ସୁରକ୍ଷାର ଯେଉଁ ନିୟମ ଗୁଡିକ ଅଛି, ତାହାର ଫଳାଫଳ ସମ୍ପର୍କରେ ଉପଯୁକ୍ତ ମୂଲ୍ୟାୟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ମୂଲ୍ୟାୟନକୁ ଭିତ୍ତିକରି ବିଭିନ୍ନ ସଡକ ସୁରକ୍ଷା କାର୍ଯ୍ୟକ୍ରମକୁ ପରିବର୍ତ୍ତନ କିମ୍ବା ଆହୁରି ଉନ୍ନତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସଡକ ସୁରକ୍ଷା ଉପରେ ଗୁରୁତ୍ବ ଆରୋପ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଆଜିଠାରୁ ସଡକ ସୁରକ୍ଷାକୁ ସୁଶାସନ ବା Good Governanceର ଅଂଶ ଭାବେ ଗ୍ରହଣ କରାଗଲା। ଏହାଦ୍ବାରା ସରକାରୀ ଅଧିକାରୀମାନେ ଏହା ଉପରେ ଅଧିକ ସତର୍କ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହାକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ ଆଜି ‘ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ଯୋଜନା ସମ୍ମାନ’ ଘୋଷଣା କରିଥିଲେ। ଏହି ଯୋଜନାରେ ସମସ୍ତ ଜିଲ୍ଲା, ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନ ଗୁଡିକୁ ସଡକ ସୁରକ୍ଷା କ୍ଷେତ୍ରରେ ନେଇଥିବା ପଦକ୍ଷେପକୁ ଭିତ୍ତିକରି ସମ୍ମାନିତ କରାଯିବ। ଯେଉଁ ଜିଲ୍ଲାଗୁଡିକ ଭଲ ପ୍ରଦର୍ଶନ କରିବେ, ସେମାନେ ପୁରସ୍କାର ପାଇବେ ଏବଂ ଯେଉଁମାନଙ୍କ ପ୍ରଦର୍ଶନ ଖରାପ ହେବ, ସେମାନଙ୍କୁ ଉତ୍ତରଦାୟୀ କରାଯିବ। ସେହିପରି ବିଦ୍ୟାଳୟ ଓ ଅନ୍ୟ ଅନୁଷ୍ଠାନ ଗୁଡିକୁ ମଧ୍ୟ ସଡକ ସୁରକ୍ଷା ପାଇଁ ଗ୍ରହଣ କରିଥିବା ଉତ୍ତମ ପଦକ୍ଷେପ ଭିତ୍ତିରେ ପୁରସ୍କାର ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟର ପ୍ରତ୍ୟେକ ଅଞ୍ଚଳରେ ଏବଂ ସମାଜର ପ୍ରତ୍ୟେକ ସ୍ତରରେ ସଡକ ସୁରକ୍ଷା ସମ୍ପର୍କିତ ସଚେତନତା ବୃଦ୍ଧିହେବ ଏବଂ ଦୁର୍ଘଟଣା କମିବାରେ ଏହି ପଦକ୍ଷେପ ମହତ୍ତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ରାଜ୍ୟର ଘାଟିରାସ୍ତା ଗୁଡିକରେ ସଡକ ସୁରକ୍ଷା ପାଇଁ ଏକ ଅନନ୍ୟ ଓ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। କଳିଙ୍ଗା ଘାଟିରେ ଗାଡି ଚାଳକମାନଙ୍କୁ ସତର୍କ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ ସୂଚନା ଘଣ୍ଟିର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ବ୍ୟବସ୍ଥାରେ ଘାଟିର ଉଭୟ ପଟୁ ଗାଡି ଆସୁଥିଲେ ସାଇରନ ବାଜି ସତର୍କ କରାଇବ। ଏହା ଏକ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରାଯାଇଛି। ଏହାର ସଫଳତାକୁ ଦେଖି ଅନ୍ୟାନ୍ୟ ଘାଟି ରାସ୍ତାରେ ଏହା ଆରମ୍ଭ କରାଯିବ। ସେହିପରି ଏହି ଅବସରରେ କଟକ ଭୁବନେଶ୍ବରର ଟ୍ବିନସିଟିରେ ଉନ୍ନତ ଟ୍ରାଫିକ ପରିଚାଳନା ପାଇଁ ଆଇଆଇଟି ଖଡଗପୁର ସହିତ ଏକ ବୁଝାମଣା ପତ୍ର ସ୍ବାକ୍ଷର କରାଯାଇଥିଲା। ଆଇଆଇଟିର ରିପୋର୍ଟ ପରେ ଏହି ଆଧାରରେ ଦୁଇ ସହରର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ପରିବେଶ ସୁରକ୍ଷା ପାଇଁ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ବ୍ୟବହାର ଉପରେ ଗୁରୁତ୍ବ ଦେଉଛନ୍ତି। ଏଥିପାଇଁ ଚାର୍ଜିଙ୍ଗ ଷ୍ଟେସନର ମଧ୍ୟ ଆବଶ୍ୟକତା ରହିଛି। ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ପାଇଁ ୧୫ଟି ଚାର୍ଜିଙ୍ଗ ଷ୍ଟେସନର ଲୋକାର୍ପଣ କରିଥିଲେ। ସୂଚନା ଯୋଗ୍ୟ ଯେ ରାଜ୍ୟରେ ଆହୁରି ୮୫ଟି ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣାଧୀନ ଅଛି, ଏଗୁଡିକ ଖୁବଶୀଘ୍ର ଲୋକାର୍ପିତ ହେବ। ଆଗାମୀ ଦିନରେ ଆହୁରି ଅଧିକ ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣ କରାଯିବ। ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡ ଗୁଡିକ ରାଜ୍ୟର ୧୦ଟି ଜିଲ୍ଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲ୍ଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜି ରାଜ୍ୟ ସଡକ ପରିବହନ ନିଗମ ପକ୍ଷରୁ ୪୬ କୋଟି ଟଙ୍କା ମୂଲ୍ୟର ୧୦୦ଟି ନୂତନ BS-୬ ମାନର ଆଧୁନିକ ବସ୍ ଚଳାଚଳର ଶୁଭାରମ୍ଭ କରାଯାଇଛି। ନିଗମର ପୁରୁଣା ବସ୍ ବଦଳରେ ଏହି ସବୁ ପରିବେଶ ଅନୁକୂଳ ଅତ୍ୟାଧୁନିକ ନୂଆ ବସ୍ କିଣାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରିବହନ ନିଗମ ପକ୍ଷରୁ ପରିଚାଳିତ ବସ୍‌ଗୁଡିକ ପାଇଁ ‘Closed Loop Smart Transit Card’ ବା ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ। ଏହି କାର୍ଡ ବ୍ୟବହାର କରି ଯାତ୍ରୀମାନେ କ୍ୟାସଲେସ୍ ଟିକେଟ୍ କାଟି ସୁବିଧାରେ ଯାତ୍ରା କରିପାରିବେ। ଏହି ଅବସରରେ ବ୍ରହ୍ମପୁର ଠାରେ CRUT ପକ୍ଷରୁ ନିର୍ମିତ ହୋଇଥିବା ଏକ ଅତ୍ୟାଧୁନିକ ବସ୍ ଡିପୋରୁ ୨୫ଟି ନୂତନ ଇ-ବସ୍ ଚଳାଚଳର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଆଧୁନିକ ପ୍ରଣାଳୀରେ ନିର୍ମିତ ଏହି ଡିପୋ ବ୍ରହ୍ମପୁର ଏବଂ ଏହାର ନିକଟସ୍ଥ ଅଞ୍ଚଳରେ ଇ-ବସ ପରିଚାଳନା କରିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟ ପୂର୍ତ୍ତ ବିଭାଗର ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଭୁବନେଶ୍ବରର ଯେପରି କାୟାକଳ୍ପ ହେବ, ତାକୁ ଦୃଷ୍ଟିରେ ରଖି ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ୯୫୨ କୋଟି ଟଙ୍କା ବ୍ୟୟ ଅଟକଳରେ ମୁଖ୍ୟମନ୍ତ୍ରୀ ଏକ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିରେ ଜୟଦେବ ବିହାର ଛକ, କଳିଙ୍ଗ ହସ୍ପିଟାଲ ଛକ, ଡମଣା ଛକ ଓ କିଟ୍ ଛକରେ ଚାରିଟି ଫ୍ଲାଏ-ଓଭର ନିର୍ମାଣ କରାଯିବ। ଏହାଦ୍ବାରା ରାଜ୍ୟର ଏକ ଗହଳିପୂର୍ଣ୍ଣ ସଡକରେ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବ ଏବଂ ଜନସାଧାରଣ କମ୍ ସମୟ ମଧ୍ୟରେ ସୁବିଧାରେ ଯିବାଆସିବା କରିପାରିବେ । ସେହିପରି ରାଜ୍ୟରେ ଏକ ନୂତନ ଅତ୍ୟାଧୁନିକ ଲୋକସେବା ଭବନ ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ୭୧.୧୩ ଏକର ଜାଗାରେ ଗୋଟିଏ କ୍ୟାମ୍ପସ ଭିତରେ ଲୋକସେବା ଭବନ ଓ ରାଜ୍ୟ ବିଧାନସଭା ରହିବ। ଡିଲିମିଟେସନକୁ ଦୃଷ୍ଟିରେ ରଖି ବିଧାନସଭାକୁ ୩୦୦ ଆସନ ବିଶିଷ୍ଟ କରାଯିବ। ଏଥିପାଇଁ ୩,୬୨୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥି ମଧ୍ୟରୁ ପ୍ରାୟ ୫,୬୩୦ କୋଟି ଟଙ୍କା ବିନିଯୋଗରେ ୩୯ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ପ୍ରାୟ ୧,୦୭୦ କୋଟି ଟଙ୍କା ବିନିଯୋଗରେ ୩୨ ଟି ପ୍ରକଳ୍ପର ଲୋକାର୍ପଣ କରିଥିଲେ। ସଡକ ଭିତ୍ତିଭୂମି ଓ ସଡକ ସୁରକ୍ଷା କ୍ଷେତ୍ରରେ ଆଜିର ଏହି ଯୁଗାନ୍ତକାରୀ ପଦକ୍ଷେପ ଗୁଡିକ ବିକାଶ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ଆମ ସମସ୍ତଙ୍କର ଲକ୍ଷ୍ୟ ହେଉଛି, ସମୃଦ୍ଧ ଓଡିଶା ବିକଶିତ ଓଡିଶା। ଏହି ଲକ୍ଷ୍ୟ ହାସଲ କରିବା ପାଇଁ ଅତ୍ୟାଧୁନିକ ସଡକ ପରିବହନ, ସୁରକ୍ଷିତ ଟ୍ରାଫିକ ବ୍ୟବସ୍ଥା ମଧ୍ୟ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଗୁଡିକ ଯେପରି ସଫଳ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ସମସ୍ତଙ୍କୁ ସୁରକ୍ଷିତ ଯାନ ଚାଳନା ପାଇଁ ଆହ୍ବାନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଡ୍ରାଇଭ୍ ସେଫ୍, କମ୍‌ ହୋମ୍‌ ସେଫ୍‌। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ ଜଣ ମହିଳା ଗାଡି ଚାଳକ ମାନଙ୍କୁ ଗାଡି ଚାବି ପ୍ରଦାନ କରିଛନ୍ତି। ସୂଚନା ଯୋଗ୍ୟ ଯେ ଆମ ସୁବାହକ ଯୋଜନା ଅଧୀନରେ ସରକାରୀ ଗ୍ୟାରେଣ୍ଟୀରେ କାର କିଣିବା ପାଇଁ ୠଣ ପ୍ରଦାନ କରାଯାଉଛି। ସଡକ ଦୁର୍ଘଟଣା କେବଳ ଆମ ରାଜ୍ୟ କି ଦେଶରେ ନୁହେଁ, ସମଗ୍ର ମାନବ ସଭ୍ୟତା ସମ୍ମୁଖରେ ବଡ ଚିନ୍ତାର ବିଷୟ ହୋଇ ସାରିଛି। ଏଣୁ ଶିକ୍ଷାରୁ ସୁରକ୍ଷା ଏବଂ ଟେକ୍ନୋଲୋଜିରୁ ପରିବର୍ତ୍ତନ ଧାରାରେ ଆମେ ସଡକ ଦୁର୍ଘଟଣାକୁ ରୋକି ପାରିବା ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ନ୍ୟୁ-ରୋଡ୍ ପଲିସି ମାଧ୍ୟମରେ ରାସ୍ତା ପ୍ରଶସ୍ତୀ କରଣ ହେଉଛି। ସମସ୍ତ ରାସ୍ତା ପଟ୍‌ହୋଲ୍ ମୁକ୍ତ ହେବେ ଏବଂ ଖୁବଶୀଘ୍ର ଟ୍ରାଫିକ୍ କ୍ଲିୟରାନ୍‌ସ ହେବ ବୋଲି ପୂର୍ତ୍ତ ଏବଂ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଓଏସଆରଟିସି ସିଏମଡି ଶ୍ରୀ ଏନ୍‌ବିଏସ୍ ରାଜପୁତ, ପରିବହନ ଆୟୁକ୍ତ ଶ୍ରୀ ଅମିତାଭ ଠାକୁର୍ ପ୍ରମୁଖ ମଞ୍ଚାସୀନ ଥିବାବେଳେ ଆଭାସୀ ମାଧ୍ୟମରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

powered by social2s

ତଦନ୍ତ ଚାଲିଛି କାର୍ଯ୍ୟାନୁଷ୍ଠାନ ହେବ : ପରିବହନ ମନ୍ତ୍ରୀ

Details
Odia Ray Admin
ଓଡିଶା
12 January 2026

ଭୁବବେଶ୍ବର: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଜାଲ୍‌ଦା କଂସରରେ ବିମାନ ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଦୁର୍ଘଟଣାକୁ ଅଭାବନୀୟ କହିଲେ ମନ୍ତ୍ରୀ। ଦୁର୍ଘଟଣା ପରେ ସମସ୍ତଙ୍କୁ ତତ୍କାଳୀନ ଉଦ୍ଧାର କରାଯାଇଥିଲା। ବିମାନ ଦୁର୍ଘଟଣା କାହିଁକି ଘଟିଲା ସେଥିଲାଗି ଚିନ୍ତିତ। ଦୁର୍ଘଟଣାରେ ଆହତଙ୍କ ସମସ୍ତ ପ୍ରକାର ଚିକିତ୍ସା କରାଯାଉଛି ବୋଲି କହିଲେ ମନ୍ତ୍ରୀ। ଘଟଣାର ତଦନ୍ତ ଚାଲିଛି, କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ ପ୍ରକାଶ କରିଛନ୍ତି। ଘଟଣା ଆଉ ନହେବା ଦିଗରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଉଛନ୍ତି। ଜେନା ସୂଚନା ଦେଇଛନ୍ତି ଯେ ଖୁବ୍‌ଶୀଘ ପୁନରୁଦ୍ଧାର କାର୍ଯ୍ୟ ସରିବ ।

powered by social2s

ସାହିତ୍ୟ ଅକାଦେମି ଓ ଉତ୍କଳ ସାହିତ୍ୟ ସମାଜ ମିଳିତ ଆନୁକୂଲ୍ୟରେ କବି ବିଦ୍ୟୁତପ୍ରଭା ଦେବୀ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର

Details
Odia Ray Admin
ଓଡିଶା
11 January 2026

କଟକ : ସାହିତ୍ୟ ଅକାଦେମି ଓ ଉତ୍କଳ ସାହିତ୍ୟ ସମାଜ ମିଳିତ ଆନୁକୂଲ୍ୟରେ କବି ବିଦ୍ୟୁତପ୍ରଭା ଦେବୀ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ରବିବାର ଦିବସବ୍ୟାପୀ ଶତାବ୍ଦୀ ଭବନରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ଅକାଦେମିର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀ ଆବାହକ ଗୌରହରି ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନ ଅଧିବେଶନରେ ବିଶିଷ୍ଟ ଲେଖିକା ବନଜ ଦେବୀ ଉଦ୍ଘାଟିକା ଓ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ସଦସ୍ୟ ସଚ୍ଚିଦାନନ୍ଦ ମହାନ୍ତି ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଦ୍ୟୁତପ୍ରଭାଙ୍କ କବିତା କାଳେକାଳେ ହୃଦୟକୁ ଦ୍ରବୀଭୂତ କରୁଥିବ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅଧିବେଶନରେ ବିଶିଷ୍ଟ ଲେଖିକା ଜୟନ୍ତୀ ରଥ ମୂଳ ଭାଷଣ ପ୍ରଦାନ କରିଥିଲେ । ସାହିତ୍ୟ ଅକାଦେମିର ସହାୟକ ସଂପାଦକ କ୍ଷେତ୍ରବାସୀ ନାଏକ ସ୍ୱାଗତ ଭାଷଣ, ଉତ୍କଳ ସାହିତ୍ୟ ସମାଜର ସଭାପତି ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରାରମ୍ଭିକ ସୂଚନା ଓ ସାଧାରଣ ସଂପାଦକ ରାଜୀବ କୁମାର ଷଡ଼ଙ୍ଗୀ ଧନ୍ୟବାଦ ପ୍ରଦାନ କରିଥିଲେ । ସେହିପରି ବିଶିଷ୍ଟ କବି ଅମରେଶ ପଟ୍ଟନାୟକଙ୍କ ପୌରୋହିତ୍ୟରେ ପରବର୍ତ୍ତୀ ତଥା ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଶିଷ୍ଟ କବି ଗୌତମ ଜେନା, ବିଶିଷ୍ଟ କବି ଜ୍ଞାନୀ ଦେବାଶିଷ ମିଶ୍ର ଓ ଗଙ୍ଗାଧର ରଥ ଫାଉଣ୍ଡେସନ୍ ସଂପାଦିକା ସୁସ୍ମିତା ରଥ ବିଦ୍ୟୁତପ୍ରଭାଙ୍କ ସଂପର୍କିତ ପ୍ରବନ୍ଧ ପାଠ କରିଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ ଉତ୍କଳ ସାହିତ୍ୟ ସମାଜର ଉପସଭାପତି ବ୍ରହ୍ମାନନ୍ଦ ବିଶ୍ୱାଳ । ଦ୍ୱିତୀୟ ତଥା ଶେଷ ଅଧିବେଶନ ଅନୁଷ୍ଠିତ ହୋଇଥିଲା ବିଶିଷ୍ଟ କବି ରଞ୍ଜିତା ନାୟକଙ୍କ ଅଧ୍ୟକ୍ଷତାରେ । ଏଥିରେ ପ୍ରବନ୍ଧ ପାଠ କରିଥିଲେ ବିଶିଷ୍ଟ ସାରସ୍ୱତ ସାଧିକା ବୈଜୟନ୍ତୀ ନାୟକ, କବିତା ବାରିକ ଓ ସଂଜିତା ମିଶ୍ର । ଧନ୍ୟବାଦ ଦେଇଥିଲେ ଉତ୍କଳ ସାହିତ୍ୟ ସମାଜର ସଂଗଠନ ସଂପାଦକ ଶଶିକାନ୍ତ ରାଉତ । ସବୁ ଅଧିବେଶନରେ ପଠିତ ପ୍ରବନ୍ଧ କବି ବିଦ୍ୟୁତପ୍ରଭାଙ୍କ ଜୀବନ ଓ ସୃଜନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲା । ଏହି ଉପଲକ୍ଷେ ଦେଢ଼ଶହରୁ ଅଧିକ ସାହିତ୍ୟିକ ଓ ସାହିତ୍ୟପ୍ରେମୀ ଯୋଗଦାନ କରିଥିବା ବେଳେ ସାହିତ୍ୟ ଅକାଦେମିର ପୁସ୍ତକ ପ୍ରଦର୍ଶନୀ ଓ ବିକ୍ରୟ ବ୍ୟବସ୍ଥା ମଧ୍ୟ କରାଯାଇଥିଲା ।

powered by social2s

More Articles ...

  1. ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ
  2. ‘ଶିଶିର ସରସ-୨୦୨୬’ର ଦ୍ଵିତୀୟ ସନ୍ଧ୍ୟାରେ ନୃତ୍ୟ-ସଙ୍ଗୀତର ଝଙ୍କାର, ଇଡକୋ ପଡ଼ିଆରେ ଜମିଲା ଭିଡ଼
  3. ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ ଓପିଡି ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
Page 260 of 2255
  • Start
  • Prev
  • 255
  • 256
  • 257
  • 258
  • 259
  • 260
  • 261
  • 262
  • 263
  • 264
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.