• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
11 December 2025

ଭୁବନେଶ୍ୱର/କଟକ: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ ଯାଇ କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ସମେତ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ପାଇଁ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି। ସୂଚନା ଯୋଗ୍ୟଯେ ସ୍ପେଶାଲ ସର୍କିଟ୍ ହାଉସ୍‌ ବିଲ୍‌ଡିଙ୍ଗଟି ୫ ମହଲା ବିଶିଷ୍ଟ କରାଯିବ ଏବଂ ପ୍ରାୟ ୨୦,୧୭୫ ବର୍ଗ ମିଟର ଯାଗାରେ ଏହି ବିଲ୍‌ଡିଙ୍ଗ ପାଇଁ ୧୩ କୋଟି ୨୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ୪ ମହଲା ବିଶିଷ୍ଟ ଏହି ବିଲ୍‌ଡିଙ୍ଗଟି ପ୍ରାୟ ୩,୬୭୨ ବର୍ଗ ମିଟର ଅଞ୍ଚଳରେ ୧୮ କୋଟି ୮୦ ଲକ୍ଷ ଟଙ୍କା ବିନିଯୋଗରେ ନିର୍ମାଣ କରାଯିବ। ଏହି ଅବସରରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ର ନୂତନ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ରହିବ । ଯେଉଁ ମାନେ ଜମିଜମା କାମରେ ତହସିଲ ଓ ସବ୍-ରେଜିଷ୍ଟର ଅଫିସକୁ ଆସିବେ, ସେମାନେ ସୁବିଧାରେ ସମସ୍ତ ସେବା ପାଇପାରିବେ। ଏହାଦ୍ବାରା ଲୋକଙ୍କ ସମସ୍ୟା ଅଫିସରେ ସୁବିଧାରେ ସମାଧାନ ହୋଇପାରିବ, ସେମାନଙ୍କୁ ଆଉ ଉଚ୍ଚ ପଦାଧିକାରୀମାନଙ୍କ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ। ଆମର ମୂଳଲକ୍ଷ୍ୟ ହେଉଛି ସବୁ କ୍ଷେତ୍ରରେ ଲୋକଙ୍କୁ ସହଜରେ ଓ ସୁବିଧାରେ ବିଭିନ୍ନ ସରକାରୀ ସେବା ଯୋଗାଇଦେବା | ଏହାଦ୍ବାରା ଲୋକଙ୍କ ଇଜ୍ ଅଫ୍ ଲିଭିଙ୍ଗ୍ ରେ (Ease of Living) ଉନ୍ନତି ଆସିପାରିବ। ଏହିଲକ୍ଷ୍ୟ ହାସଲ ପାଇଁ ଆମର ଉଦ୍ୟମ ଜାରିରହିବ ।ଜମିଜମା ସଂକ୍ରାନ୍ତରେ ତହସିଲ ଅଫିସ ଗୁଡିକ ଏକ One Stop Solution ଭଳି କାମ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ଆହୁରି କହିଥିଲେ ଯେ ରାଜ୍ୟର ସବୁ ତହସିଲରେ ସବ୍-ରେଜିଷ୍ଟ୍ରେସନ ଅଫିସ୍ ଖୋଲିବା ପାଇଁ ଆମ ସରକାର ନିଷ୍ପତ୍ତି ନେଇଛନ୍ତି। ନ‌ଭେମ୍ବର ୧ ତାରିଖରେ ୧୩ଟି ଜିଲ୍ଲାର ୪୪ଟି ତହସିଲରେ ନୂଆ ସବ୍-ରେଜିଷ୍ଟ୍ରେସନ କାର୍ଯ୍ୟାଳୟର ଉଦ୍‌ଘାଟନ କରାଯାଇଛି। ପ୍ରାୟ ୫୬ଟି ତହସିଲ ଛାଡି ସବୁ ତହସିଲ ସବ୍-ରେଜିଷ୍ଟ୍ରେସନ ଅଫିସ୍ ଖୋଲାଯାଇଛି। ଏଗୁଡିକ ମଧ୍ଯ ଖୁବଶୀଘ୍ର ଖୋଲାଯି ଲାଯିବ ଏବଂ ଏହାର ନୂଆ ଅଫିସ୍ ବିଲଡିଙ୍ଗ ମଧ୍ଯ କରାଯିବ। ଜମିଜମା ପଞ୍ଜୀକରଣ ଏବଂ ଅନ୍ୟାନ୍ୟ ବିଷୟ ନେଇ ଅଧିକାଂଶ ବ୍ୟବସ୍ଥାକୁ ଆମେ ଡିଜିଟାଲ ମାଧ୍ଯମରେ କରୁଛୁ ।ଟେକ୍ନୋଲୋଜି ବ୍ୟବହାର କରି ରାଜସ୍ବ ସେବାକୁ ମଧ୍ୟସ୍ଥି ମୁକ୍ତ ଓ ଦୁର୍ନୀତି ଦୁର୍ନୀତି ମୁକ୍ତ କରାଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, କଟକ ବାରବାଟୀ ବିଧାୟିକା ଇଂ ସୋଫିଆ ଫିର୍ଦୋଷ, କଟକ ଚୌଦ୍ୱାର ବିଧାୟକ ଶ୍ରୀ ସୌଭିକ ବିଶ୍ଵାଳ, କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ, ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ଓ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉ ସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ତ୍ରୟୋଦଶତମ ନିଯୁକ୍ତି ମେଳା କାର୍ଯ୍ୟକ୍ରମ ୨୦୨୫ ଆୟୋଜିତ; ତିନୋଟି ବିଭାଗରେ ନିଯୁକ୍ତି ପାଇଲେ ୫୯୧

Details
Odia Ray Admin
ଓଡିଶା
11 December 2025

ଭୁବନେଶ୍ୱର : ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ ଚାକିରୀକୁ ସବୁବେଳେ ଜନସେବା ଭାବେ ମନେ କରିବେ । ସରକାରୀ ଚାକିରି ମିଳିଯିବା ପରେ କେବେହେଲେ କାର୍ଯ୍ୟରେ ଅବହେଳା କରିବେ ନାହିଁ ଓ ଦୁର୍ନୀତି ଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ଵରରେ ଥିବା ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ ଅବସରରେ ନବନିଯୁକ୍ତ ମାନଙ୍କୁ ଉପଦେଶ ଦେଇ କହିଛନ୍ତି। ଆଜିର ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ବିଭିନ୍ନ ଜଳସେଚନ କାର୍ଯ୍ୟର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସୂଚନା ଯୋଗ୍ୟଯେ, ଆଜିର ନିଯୁକ୍ତି ମେଳାରେ ଜଳ ସମ୍ପଦ ବିଭାଗର ୨୩୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ, ଓ ଗୃହ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣ ସହାୟକ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (Assistant Executive Engineer ), ୫ ଜଣ ଅର୍ଥ ଓ ହିସାବ ଅଧିକାରୀ ଏବଂ ୧୫ ଜଣ ଯୋଜନା ସହାୟକ (Planning Assistant) ଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ଆଜି ଏହି ନିଯୁକ୍ତି ମେଳା ଜରିଆରେ ଆମେ ପ୍ରଥମ କରି GATE SCORE ଆଧାରରେ, ଓଡ଼ିଶା ଲୋକସେବା ଆୟୋଗ ଦ୍ଵାରା ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (AEE) ଙ୍କୁ ଚୟନ କରି, ତିନି ଗୋଟି ଇଞ୍ଜିନିୟରିଂ ବିଭାଗରେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (AEE) ପଦବୀରେ ନିଯୁକ୍ତି ପ୍ରଦାନ କରାଯାଇଛି l ସମୁଦାୟ ୫୯୧ ଜଣଙ୍କୁ ନିଯୁକ୍ତି ଦିଆଗଲା। କୃଷି ଶିକ୍ଷା ସଦନ ଠାରେ ଉପସ୍ଥିତ ନବନିଯୁକ୍ତଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ବର୍ଷ ଜୁନ୍ ମାସରୁ ଆଜି ଭିତରେ ଅର୍ଥାତ ୧୮ ମାସ ମଧ୍ୟରେ ୩୭ ହଜାର ୯୧୬ ଜଣଙ୍କୁ ନିଯୁକ୍ତି ଦିଆଗଲା । ଆଗାମୀ ଛ’ ମାସ ମଧ୍ୟରେ ଆଉ ୩୦ ହଜାର ପଦବୀ ପୂରଣ କରିବା ପାଇଁ କାର୍ଯ୍ୟ ଜାରି ରହିଛୁ। ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ କରିବା ସହ ଦୁଇ ବର୍ଷ ଭିତରେ ୬୫ ହଜାର ସରକାରୀ ପଦବୀ ପୂରଣ କରିବା ପାଇଁ ଆମ ସାରାକର ପ୍ରତିଶୃତି ଦେଇଥିଲେ । ତେଣୁ ଆପଣମାନେ ସମସ୍ତେ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କର ସମସ୍ତ ଜନ କଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହୋଇପାରିଲେ ସମାଜ ତଥା ରାଜ୍ୟ ବିକଶିତ ହୋଇପାରିବ l ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିକଶିତ ଗାଁ ଓ ବିକଶିତ ଓଡ଼ିଶା ମାଧ୍ୟମରେ ପ୍ରଚଳିତ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ଅଟେ l ଆପଣମାନେ ସରକାରଙ୍କ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକୁ ସଫଳତାର ସହ ନିର୍ବାହ କରି ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇଦେବାରେ ନିଜର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସୂଚାରୁରୂପେ ସମ୍ପାଦନ କରିବେ। ପୌର ସଂସ୍ଥା (ULBs) ରେ ସୁସଂଗଠିତ ଯୋଜନା, ସୁଚିନ୍ତିତ ବିକାଶ ଓ ପ୍ରଶାସନିକ କାର୍ଯ୍ୟକଳାପରେ ଯୋଜନା ସହାୟକ ମାନଙ୍କର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ l ଏଥିସହିତ ପୌର ସଂସ୍ଥା ଗୁଡିକରେ ଅର୍ଥ ଓ ହିସାବ ଅଧିକାରୀ ପୌର ସଂସ୍ଥାରେ ଆର୍ଥିକ ବ୍ୟବସ୍ଥା ସୁପରିଚାଳନା କରିବାର ଦାୟିତ୍ୱ ନିର୍ବାହ କରିବେ ବୋଲି ସେ କହିଥିଲେ l ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଆଗାମୀ ଦିନରେ ଓଡ଼ିଶାରେ ଭିତ୍ତିଭୂମି ନିର୍ମାଣରେ ଏକ ପ୍ରକାର ଆନ୍ଦୋଳନ ହେବାକୁ ଯାଉଛି, କାରଣ ଓଡ଼ିଶାରେ ଆଶାତୀତ ଭାବେ ପୁଞ୍ଜି ବିନିଯୋଗ ପାଇଁ ବଜେଟରେ ପ୍ରାବଧାନ କରାଯାଇଛି । ଉଦାହରଣ ସ୍ୱରୂପ, ଚଳିତ ବଜେଟରେ ୬୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ଵ କେବଳ ପୁଞ୍ଜିଖର୍ଚ୍ଚ ପାଇଁ ପ୍ରାବଧାନ କରାଯାଇଛି । ଦୁଇ ଦିନ ତଳେ ଯଦି ଅତିରିକ୍ତ ବଜେଟର ପ୍ରାବଧାନକୁ ଏଥିରେ ଯୋଡା ଯିବ, ତେବେ ଏହି ଖର୍ଚ୍ଚ ପ୍ରାୟ ୬୮ ହଜାର କୋଟି ଟଙ୍କାରୁ ବି ଉର୍ଦ୍ଧ୍ଵ ହେବ । ପୁଞ୍ଜି ବିନିଯୋଗ କ୍ଷେତ୍ରରେ ରାଜ୍ୟ ଜିଡିପି ଅନୁପାତରେ ଓଡ଼ିଶା ଦେଶର ସବୁଠାରୁ ଅଧିକ ଖର୍ଚ୍ଚ କରୁଥିବା ରାଜ୍ୟ । ଏହା ୬.୧ ପ୍ରତିଶତରୁ ଅଧିକ ଏବଂ ସାମଗ୍ରିକ ବଜେଟର ପ୍ରାୟ ୨୨ ପ୍ରତିଶତ । ଏଣୁ ଏତେ ପରିମାଣରେ ପ୍ରାବଧାନ ହୋଇଥିବା ବ୍ୟୟକୁ ଖର୍ଚ୍ଚ କରିବା ପାଇଁ ଆପଣଙ୍କ ପରି ଇଞ୍ଜିନିୟର ଆବଶ୍ୟକ ।ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଭିତ୍ତିଭୂମି ନିର୍ମାଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବିଶେଷକରି ଜଳସେଚନ ଭିତ୍ତିଭୂମିକୁ ସୁଦୃଢ଼ କରି କୃଷକ ମାନଙ୍କର ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି କରିବା ଆମର ଲକ୍ଷ୍ୟ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ମଧ୍ୟ ଲୋକାର୍ପିତ କରିଥିଲେ । ଏହି ଯୋଜନା ପାଇଁ ୨୭୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ଏହାଦ୍ୱାରା ଆଗାମୀ ୫ ବର୍ଷରେ ୩ ହଜାର ନୂଆ ଚେକ୍‌ ଡ୍ୟାମ୍ ନିର୍ମାଣ ହେବା ସହିତ ୨ ହଜାର ପୁରୁଣା ଚେକ୍‌ ଡ୍ୟାମ୍‌ର ପୁନଃରୁଦ୍ଧାର କରାଯିବ । ଏହାଦ୍ୱାରା ରାଜ୍ୟରେ ପ୍ରାୟ ୪୮ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିପାରିବ । ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ଆଜି ରାଜ୍ୟର ୨୨ ଟି ଜିଲ୍ଲାରେ ୧୦୧ ଟି ଚେକ୍‌ଡ୍ୟାମ୍ ଲୋକାର୍ପିତ କରାଗଲା। ଏଥିପାଇଁ ୭୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି । ଏହାଦ୍ୱାରା ୨୪୧୬ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ । ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନା ୩.୦ ରେ ଆଜି ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୨୦୧ ଟି ଚେକ୍‌ଡ୍ୟାମ୍ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖାଯାଇଛି । ପ୍ରାୟ ୧୬୦ କୋଟି ଟଙ୍କା ବିନିଯୋଗରେ ଏହା ନିର୍ମାଣ କରାଯିବ ଏବଂ ଏହାଦ୍ୱାରା ୫୩୪୨ ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବ । ଆଡ଼ିବନ୍ଧ ଯୋଜନା ସହିତ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ୧୨୫ କୋଟି ଟଙ୍କା ବିନିଯୋଗରେ ମୟୁରଭଞ୍ଜ ଓ ଗଜପତି ଜିଲ୍ଲାରେ ଦୁଇଟି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି । ଏହାଦ୍ୱାରା ୪ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବା ସହିତ ପ୍ରାୟ ୧୦ ହଜାର ଚାଷୀ ଉପକୃତ ହେବେ । ଏହା ସହିତ ଆନନ୍ଦପୁର ବ୍ୟାରେଜର ଶାଳନ୍ଦୀ ବାମପାର୍ଶ୍ୱ କେନାଲର ପ୍ରାୟ ୧୪ କିଲୋମିଟର ଅଞ୍ଚଳରୁ ବାଲେଶ୍ୱର ଜିଲ୍ଲାର ପ୍ରାୟ ୧୦ ହଜାର ହେକ୍ଟର ଚାଷ ଜମିକୁ ଭୂ-ତଳ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରାଯାଇଛି । ଅନୁଗୋଳ ଜିଲ୍ଲାର ଅଙ୍ଗପଡ଼ା ଠାରେ ୩୩ କୋଟି ଟଙ୍କା ବିନିଯୋଗରେ ଏକ ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୩୫୫ କୋଟି ଟଙ୍କା ବିନିଯୋଗରେ ସମ୍ୱଲପୁର ଜିଲ୍ଲାରେ ୬ ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୧,୫୧୫ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ୨୦ ଟି ଜିଲ୍ଲାରେ ୨୮, ୩୦୨ ଟି ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଆଜି ଉଦ୍‌ଘାଟିତ ହୋଇଥିବା ଜଳସେଚିତ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ୧୬,୨୫୨ ହେକ୍ଟର ଚାଷଜମିରେ ଜଳସେଚନର ସୁବିଧା ସହିତ ୬୪ ହଜାର ଚାଷୀ ଭାଇ ଉପକୃତ ହେବେ । ସେହିପରି ଭିତ୍ତିପ୍ରସ୍ତର ରଖାଯାଇଥିବା ପ୍ରକଳ୍ପ ଦ୍ୱାରା ୧, ୫୫,୩୬୦ ହେକ୍ଟର ଜମିରେ ଜଳସେଚନ ସୁବିଧାର ବିକାଶ ହେବ ଏବଂ ପ୍ରାୟ ୬୩ ହଜାର କୃଷକ ଉପକୃତ ହେବେ। ସମୁଦାୟ ପ୍ରାୟ ୧ ଲକ୍ଷ ୨୭ ହଜାର କୃଷକ ଉପକୃତ ହେବେ।

powered by social2s

ଓଡ଼ିଶାରେ ପ୍ରଥମ ତୁଷାରପାତ

Details
Odia Ray Admin
ଓଡିଶା
11 December 2025

ଭୁବନେଶ୍ବର: ଚଳିତ ବର୍ଷର ପ୍ରଥମ ତୁଷାରପାତ କନ୍ଧମାଳ ଜିଲ୍ଲା ଫୁଲବାଣୀର ସାରତାଗୁଡା ଗାଁରେ ଦେଖିବାକୁ ମିଳିଛି। ପ୍ରବଳ ଶୀତ ଅଞ୍ଚଳବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ହାଡ଼ଭଙ୍ଗା ଶୀତରୁ ରକ୍ଷା ପାଇବାକୁ ନିଆଁର ସାହାରା ନେଉଛନ୍ତି ସ୍ଥାନୀୟ ଲୋକେ। ଦାରିଙ୍ଗବାଡ଼ିରେ ତାପମାତ୍ରା ୭.୦ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀରେ ୫.୨ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି।

powered by social2s

୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ୨୦୨୫ ଉଦଘାଟିତ

Details
Odia Ray Admin
ଓଡିଶା
10 December 2025

ଭୁବନେଶ୍ୱର: ଆଜି ଭୁବନେଶ୍ଵର ଇଡକୋ ପ୍ରଦର୍ଶନୀ ପଡିଆ ଠାରେ ୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ୨୦୨୫ ଉଦଘାଟିତ ହୋଇଯାଇଛି। ଉଦ୍ଘାଟନୀ ସମାରୋହରେ ଜଙ୍ଗଲ ଓ ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ଏହି କଳିଙ୍ଗ ହର୍ବାଲ ମେଳା କେବଳ ଏକ ମେଳା ନୁହେଁ, ଏହା ଆମର ପରମ୍ପରା, ଆୟୁର୍ବେଦ ଐତିହ୍ୟ, ଜଙ୍ଗଲ ଓ ପ୍ରକୃତିର ଦାନକୁ ସମ୍ମାନ କରିବାର ଏକ ଅତ୍ୟନ୍ତ ଗର୍ବର ମଞ୍ଚ। ଏହା ଆମ ଓଡ଼ିଶା ମାଟିର, ଆମ ଜନତାଙ୍କ ଜ୍ଞାନ ଓ ସମ୍ପଦର ଏକ ଅପୂର୍ବ ପ୍ରଦର୍ଶନୀ।         ଅତିରିକ୍ତ ମୁଖ୍ୟ ଶାସନ ସଚିବ“ କହିଲେ ଯେ ପ୍ରକୃତି ହେଉଛି ସବୁଠାରୁ ଶ୍ରେଷ୍ଠ ଚିକିତ୍ସାଳୟ” । ଓଡ଼ିଶାର ଉଦ୍ଭିଦ ସମ୍ପଦ ଆମ ଦେଶରେ ଏକ ପ୍ରମୁଖ ସ୍ଥାନ ଧାରଣ କରିଛି । ଆମ ଜଙ୍ଗଲରେ ଥିବା ଶତାଧିକ ଔଷଧୀୟ ବୃକ୍ଷ  ଆଜି ଦେଶବ୍ୟାପୀ ପ୍ରସିଦ୍ଧ। ଏହି ସମ୍ପଦକୁ ସଂଗଠିତ କରିବା, ପ୍ରମାଣିତ ଆୟୁର୍ବେଦ ପ୍ରଣାଳୀକୁ ଗଢ଼ିତୋଳିବା ଏହି ମେଳାର ଏକ ବିଶେଷ ଲକ୍ଷ୍ୟ। ଆଜିର ଯୁଗରେ ଆମେ ମାନସିକ ଚାପ, ଦୂଷିତ ଆହାର, ପରିବେଶ ପ୍ରଦୂଷଣ ଆଦି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛୁ। ଏପରି ସମୟରେ ଆୟୁର୍ବେଦ ଆମର ଶାରୀରିକ ଓ ମାନସିକ ସମତାକୁ ପୁନସ୍ଥାପନ କରିବାରେ ସହାୟକ ହୋଇପାରିବ।            ଓଡ଼ିଶା ସରକାର ଔଷଧୀୟ ଉଦ୍ଭିଦର ଚାଷର ପ୍ରୋତ୍ସାହନ, ଗବେଷଣା, ପ୍ରଶିକ୍ଷଣ, ଏବଂ ଉତ୍ପାଦନର ବଜାରୀକରଣ କୁ ନେଇ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅଧିନରେ ଅନେକ ଔଷଧୀୟ ବୃକ୍ଷ ଲଗା ଯାଇଛି। ଓଡ଼ିଶାକୁ ଦେଶର ଅନ୍ୟତମ ଶୀର୍ଷ ଔଷଧୀୟ ଉଦ୍ଭିଦ ଉତ୍ପାଦର ବଜାର ହିସାବରେ ପରିଚିତ କରିବା ପାଇଁ କଳିଙ୍ଗ ହର୍ବସ ନାମରେ ବ୍ରାଣ୍ଡି କରାଯାଇ ଏହାର ଗୁଣବତ୍ତା, ବିପଣନ ପାଇଁ ରାଜ୍ୟ ବାହାର ସଂସ୍ଥା ସହିତ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଉଛି.। ଗୁଣାତ୍ମକ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ କରିବା, ଗବେଷଣାକୁ ପ୍ରୋତ୍ସାହିତ କରିବା ଓ ସ୍ଥାନୀୟ ଚାଷୀମାନଙ୍କୁ ନ୍ୟାୟଯୁକ୍ତ ମୂଲ୍ୟ ପ୍ରଦାନ କରିବା କ୍ଷେତ୍ରରେ Kalinga Herbs ଅସାଧାରଣ କାର୍ଯ୍ୟ କରିବ ବୋଲି ଆମେ ଆଶାବାଦୀ। କଳିଙ୍ଗହର୍ବାଲ ମେଳା ଏହି ଲକ୍ଷ୍ୟକୁ ଅଧିକ ଗତିଶୀଳ କରିବ ବୋଲି ଶ୍ରୀ ସାହୁ ମତବ୍ୟକ୍ତ କରିଥିଲେ ।          ବିଶିଷ୍ଟ ଅତିଥି ଭାବେ ମୁଖ୍ୟ ବନ ସଂରକ୍ଷକ ତଥା ବନ ବାହିନୀ ମୁଖ୍ୟ ସୁରେଶ ପନ୍ଥ, ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ଵାବଧାରକ, ଶ୍ରୀ ପ୍ରେମ କୁମାର ଝା ଏବଂ ଓଡିଶା ବନାଞ୍ଚଳ ଉନ୍ନୟନ ସମିତିର ପ୍ରକଳ୍ପ ନିର୍ଦେଶକ ଡ଼. କେ. ମୁରୁଗେଶନ ସେମାନଙ୍କ ଅଭିଭାଷଣରେ ଔଷଧୀୟ ଉଦ୍ଭିଦର ସୁରକ୍ଷା ଏବଂ ପାରମ୍ପରିକ ଔଷଧ ବ୍ୟବସ୍ଥାକୁ ସାମଗ୍ରୀକ ଭାବରେ ଆଗକୁ ବଢ଼ାଇବାରେ ଏହି ଏହି ମେଳା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଆଶା ପ୍ରକଟ କରିଥିଲେ । ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଔଷଧୀୟ ଉଦ୍ଭିଦ କ୍ଷେତ୍ରର ମୁଖ୍ୟ ହିତାଧୁକାରୀମାନଙ୍କ ମଧ୍ୟରେ ସମ୍ପର୍କ, ବ୍ୟବସାୟ, ଶିକ୍ଷା, ଓ ସଚେତନ‌ତା ବୃଦ୍ଧି କରିବା: ଆୟୁର୍ବେଦ, ଯୋଗ, ପ୍ରାକୃତିକ ଚିକିତ୍ସା, ୟୁନାନୀ, ସିଦ୍ଧ ଓ ହୋମିଓପାଥୁର ପ୍ରଚାର କରିବା ଏବଂ ଦର୍ଶକମାନଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ ଓ ଚିକିତ୍ସା ସୁବିଧା ପ୍ରଦାନ ।           କାର୍ଯ୍ୟକ୍ରମ ପ୍ରାରମ୍ଭରେ ଔଷଧୀୟ ଉଦ୍ଭିଦ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀ କାର୍ତ୍ତିକ ଭି ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଏବଂ ଉପ ବନ ସଂରକ୍ଷକ ଶ୍ରୀ ଦେବାପ୍ରିୟ କମ୍ପ ଧନ୍ୟବାଦ ଅର୍ପଣ କରିଥଲେ। ସମାରୋହରେ ବନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ ସରକାରୀ ଆୟୁର୍ବେଦିକ ଓ ହୋମିଓପାଥ୍ ଡାକ୍ତର, ବୈଦ୍ୟ, ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବୀ ମାନେ ଯୋଗ ଦେଇଥିଲେ । ପ୍ରକାଶ ଥାଇ କି ଚଳିତ ବର୍ଷ ୧୩୦ରୁ ଅଧିକ ଷ୍ଟଲ ସହ ଏହି ମେଳା ରେ ଅଂଶ ଗ୍ରହଣ କରିଛନ୍ତି। ନିଶୁଳ୍କ ଆୟୁର୍ବେଦ,ହୋମିଓପାଥି ଚିକିତ୍ସା, ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ କ୍ୱିଜ୍ ସଚେତନତା ଅଭିଯାନ, ଔଷଧୀୟ ଉଦ୍ଭିଦ ସମ୍ବନ୍ଧୀୟ ବିଭିନ୍ନ କର୍ମଶାଳା, ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ମୋଟ ସାତ ଦିନ ଧରି ଏହି ମେଳା ଲୋକମାନଙ୍କ ମଧ୍ୟରେ ଆୟୁର୍ବେଦର ପ୍ରଚାର ଓ ପ୍ରସାରରେ ସହାୟକ ହେବ ।

powered by social2s

କଟକରେ ବିପୁଳ ଚାଇନିଜ୍ ମାଞ୍ଜା ସୂତା ଜବତ

Details
Odia Ray Admin
ଓଡିଶା
11 December 2025

କଟକ: କଟକ ଝୋଲା ସାହିରୁ ବିପୁଳ ଚାଇନିଜ୍ ମାଞ୍ଜା ସୂତା ଜବତ କରାଯାଇଛି। ଚଢ଼ାଉ କରି ଜବତ କଲା କଟକ ମହାନଗର ନିଗମ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌। ବେଆଇନ ବିକ୍ରି କରୁଥିବା ଦୋକାନ ଓ ଗୋଦାମ ଉପରେ ଚଢ଼ାଉ ହୋଇଥିବା ସୂଚନା। ଚାଇନିଜ୍ମା ମାଞ୍ଜା ସୂତାର ବ୍ୟବହାର ଉପରେ କଟକଣା ଲଗାଇଛନ୍ତି ଓଡ଼ିଶା ସରକାର ।

powered by social2s

ଅନୁଗୁଳରେ ଗୁଳିମାଡ଼, ଯୁବକ ଗୁରୁତର

Details
Odia Ray Admin
ଓଡିଶା
11 December 2025

ଅନୁଗୁଳ: ଅନୁଗୁଳ ଜିଲ୍ଲା ଟାଉନ ଶିକ୍ଷକପଡ଼ାର ଇକୋ ପାର୍କ ସାମ୍ନାରେ ଗୁଳିମାଡ଼ ହୋଇଛି। ବାଇକରେ ଆସି ଗୁଳିମାଡ଼ କରିଥିଲେ ୩ ଜଣ ଯୁବକ। ଗୁଳିମାଡ଼ରେ ଭବାନୀ ଶଙ୍କର ନାମକ ଯୁବକ ଗୁରୁତର ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି।

powered by social2s

ଭୁବନେଶ୍ବରରେ ଶନିବାର ଓ ରବିବାର ଦିନସାରା ଖୋଲା ରହିବ ପାର୍କ

Details
Odia Ray Admin
ଓଡିଶା
10 December 2025

ଭୁବନେଶ୍ବର: ଭୁବନେଶ୍ବର ଉନ୍ନୟନ କତୃପକ୍ଷ ପରିଚାଳିତ ସବୁ ପାର୍କ ଶନିବାର ଓ ରବିବାର ଦିନସାରା ଖୋଲା ରହିବ। ସପ୍ତାହାନ୍ତରେ ଅପରାହ୍ନ ବିଶ୍ରାମ ବ୍ୟବସ୍ଥା ଉଚ୍ଛେଦ ନେଇ ଭୁବନେଶ୍ବର ଉନ୍ନୟନ କତୃପକ୍ଷ ପକ୍ଷରୁ ସୂଚନା ମିଳିଛି। ନୂଆ ସମୟସୂଚୀ ଆସନ୍ତା ୧୩ ତାରିଖ ଠାରୁ ଲାଗୁ ହେବ। ଭୁବନେଶ୍ବର ଉନ୍ନୟନ କତୃପକ୍ଷ ବର୍ତ୍ତମାନ ଭୁବନେଶ୍ୱରରେ ୫୦ଟି ପ୍ରମୁଖ ପାର୍କ ପରିଚାଳନା କରୁଛି। ଏହି ପାର୍କଗୁଡ଼ିକରେ ପ୍ରତିଦିନ ପ୍ରାୟ ୩୫,୦୦୦ ଦର୍ଶକ ଆସୁଛନ୍ତି।

powered by social2s

More Articles ...

  1. ସମ୍ବଲପୁରଠାରେ ରାଜ୍ୟସ୍ତରୀୟ ବିଶ୍ୱ ମାନବ ଅଧିକାର ଦିବସ ପାଳିତ
  2. ମୟୁରଭଞ୍ଜରେ ୪ ଡିଗ୍ରୀକୁ ଖସିଲା ପାରଦ
  3. ଭୁବନେଶ୍ବରରେ କନିଷ୍ଠ ଶିକ୍ଷକଙ୍କ ଧାରଣା
Page 287 of 2255
  • Start
  • Prev
  • 282
  • 283
  • 284
  • 285
  • 286
  • 287
  • 288
  • 289
  • 290
  • 291
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.