• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବାରବାଟୀ ଟି୨୦: ୬ ସ୍ଥାନରେ ପାର୍କିଂ ବ୍ୟବସ୍ଥା

Details
Odia Ray Admin
ଓଡିଶା
07 December 2025

କଟକ: କଟକ ବାରବାଟୀ ଟି୨୦ ମ୍ୟାଚ୍ ପାଇଁ ୬ ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ସାଧାରଣ ଦର୍ଶକଙ୍କ ପାଇଁ ତଳ ବାଲିଯାତ୍ରା ପଡ଼ିଆରେ ହେବ ପାର୍କିଂ। ଭିଆଇପିଙ୍କ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଓସିଏର ସଦସ୍ୟମାନଙ୍କ ପାଇଁ କ୍ରିକେଟ ଏକାଡେମୀ ପଡ଼ିଆରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଟିଭି ସଦସ୍ୟ ଓ ପାସ୍‌ଧାରୀଙ୍କ ପାଇଁ ଅଶ୍ବଦ୍ବାର ସାମ୍ନା ୩ କୋଣିଆ ସ୍ଥାନ ପାର୍କିଂ ପାଇଁ ବ୍ୟବହାର କରାଯିବ। ପାସ୍‌ଧାରୀ ଭିଆଇପିଙ୍କ ପାଇଁ ଓସିଏ କ୍ଲବ ଓ ଜାଭିୟର ସ୍କୁଲ୍‌ରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ମ୍ୟାଚ ବେଳେ ସୁରକ୍ଷା ପାଇଁ ୫୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ୩୦୦ ଅଫିସର ସୁରକ୍ଷା ଦାୟିତ୍ବରେ ରହିବା ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ। ଖେଳାଳିଙ୍କୁ ସୁରକ୍ଷିତ ଷ୍ଟାଡିୟମରେ ପହଞ୍ଚାଇବାକୁ ପ୍ରାଥମିକତା ଦିଆଯାଉଛି ବୋଲି ସୂଚନା ଦେଇଛନ୍ତି କମିଶନର।

powered by social2s

ଘଟଗାଁରେ ବହୁ ଆକାଂକ୍ଷିତ ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ନିମନ୍ତେ ୩୧୨ କୋଟିର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
07 December 2025

ଭୁବନେଶ୍ୱର: ମା ଙ୍କ ଡୋରି ଲାଗିଲା, ମା ଙ୍କ ସେବା ପାଇଁ ସୁଯୋଗ ମିଳିଲା। ଆଜି କେନ୍ଦୁଝର ଘଟ ଗାଁ ମା ତାରିଣୀଙ୍କ ପୀଠର ସମନ୍ୱିତ ବିକାଶ ପାଇଁ ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। କେନ୍ଦୁଝର ଜିଲ୍ଲା ତଥା ଓଡ଼ିଶା ପାଇଁ ଅନେକ ବର୍ଷର ବହୁ ଆକାଂକ୍ଷିତ ପ୍ରକଳ୍ପ ଆଜି ସଫଳତାର ସହ ଆରମ୍ଭ ହୋଇଛି। ଆଜି ଘଟଗାଁ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ସୂଚନା ଯୋଗ୍ୟଯେ ସମୁଦାୟ ୩୧୩ କୋଟି ଟଙ୍କା ବ୍ୟୟ ବରାଦରେ ଆଜି ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ଏବଂ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଉନ୍ନତିକରଣ କାର୍ଯ୍ୟ ସମାପ୍ତ ହେବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି ତାଙ୍କ ଅଠରମାସ ତଳର ପରିକଳ୍ପନା ଆଜି ସାକାର ରୂପ ନେଇଥିବାରୁ ସେ ଭାବବିହ୍ୱଳ ହୋଇ ପଡ଼ିଥିଲେ ଏବଂ କହିଥିଲେ ଯେ, ମା’ ତାରିଣୀଙ୍କ ପୀଠକୁ ଏକ ବିଶ୍ଵସ୍ତରୀୟ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳୀ ଭାବେ ଗଢି ତୋଳିବାକୁ ସରକାର ସମସ୍ତ କାର୍ଯ୍ୟ କରିବେ । ମା’ଙ୍କ ପୀଠର ଉନ୍ନତିକରଣ ପାଇଁ କୌଣସି ବାଧା ବାଧକ ସାଜିବ ନାହିଁ । ଅର୍ଥର ଅଭାବ ନାହିଁ କାରଣ, ଏହି ଉନ୍ନତିକରଣ କାର୍ଯ୍ୟ ମା’ଙ୍କ ଆଶୀର୍ବାଦରେ ହେଉଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ବିକ ବିକାଶ ପାଇଁ ମଂଜୁର ହୋଇଥିବା ୩୧୩ କୋଟି ଟଙ୍କା ଏକ ବର୍ଷ ମଧ୍ୟରେ ଖର୍ଚ୍ଚ ହେବ ଆଉ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଅଂଚଳରେ ସମସ୍ତ ତୀର୍ଥଯାତ୍ରୀ ସୁବିଧା ଉପଲବ୍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିସହିତ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେଯେ ଆଉ ଅଧିକ ବ୍ୟୟ ଏହି ପ୍ରକଳ୍ପ ସହିତ ଯୋଡ଼ା ଯାଇ ମନ୍ଦିରର ଦେହୁରୀ ମାନଙ୍କ ସୁବିଧା ନିମନ୍ତେ ରହିବା ଗୃହ ମଧ୍ୟ ନିର୍ମାଣ ହେବ । ପୂର୍ତ୍ତ ବିଭାଗ ଏଥି ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏବଂ ଜିଲ୍ଲାପାଳଙ୍କୁ ଡିପିଆର ମଧ୍ୟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସୂଚନା ଥାଉକି, ପ୍ରାୟ ୬୦ ଏକର ଜମିରେ ପରିବ୍ୟାପ୍ତ ହେବାକୁ ଥିବା ଏହି ଉନ୍ନତିକରଣ କାର୍ଯ୍ୟରେ ୨୧୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ, ତୀର୍ଥଯାତ୍ରୀ କେନ୍ଦ୍ର, ବ୍ୟାଖ୍ୟାନ କେନ୍ଦ୍ର, ଖାଦ୍ୟ ପ୍ଲାଜା, ୱାଚ ଟାୱାର, ମାର୍କେଟ୍ କମ୍ପ୍ଲେକ୍ସ, ନଡ଼ିଆ ଗୋଦାମ ଏବଂ ୫୦୦ ଜଣଙ୍କ ପାଇଁ ବିଶାଳ ପ୍ରସାଦ ସେବନ ହଲ୍, ଶୌଚାଳୟ ବ୍ଲକ, ପୋଷାକ କୋଠରୀ, ଜୋତା ଷ୍ଟାଣ୍ଡ, ଟିକେଟ କାଉଣ୍ଟର, ହାତ-ପାଦ ଧୋଇବା ସ୍ଥାନ ଏବଂ ଡ୍ରାଇଭରମାନଙ୍କ ପାଇଁ ରେଷ୍ଟରୁମ ନିର୍ମାଣ ହେବ। ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ଉନ୍ନତିକରଣ, ପାର୍କିଂ, ଚାରିଟି ପୁଷ୍କରିଣୀର ସୋନ୍ଦର୍ଯ୍ୟକରଣ ଆଦି ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ପୀଠ ପାଇଁ ପୂର୍ବ ସରକାର ମଂଜୁର କରିଥିବା ୫୦ କୋଟି ଟଙ୍କାର କାର୍ଯ୍ୟ ସମୁଦ୍ରକୁ ଶଙ୍ଖେ ବୋଲି କହିବା ସହିତ କେନ୍ଦୁଝର, ଯାହା ପ୍ରାକୃତିକ ସମ୍ପଦର ଗନ୍ତାଘର ଓ ଓଡିଶାର ହୃଦୟ ବିଷୟରେ ବର୍ଣ୍ଣନା କରି କହିଥିଲେ ଯେ, କେନ୍ଦୁଝରରେ ମେଗାଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ପ୍ରକ୍ରିୟା ଆଗେଇ ଚାଲିଛି । ଖୁବ୍‌ ଶୀଘ୍ର ଏହାର ଶିଳାନ୍ୟାସ ହେବ । ରାଉରକେଲା ଓ ଯାଜପୁର ଭଳି କେନ୍ଦୁଝର ଏକ ଇସ୍ପାତ ନଗରୀ ଭାବେ ଓଡ଼ିଶାର ଅର୍ଥନୀତିରେ ଆହୁରି ଅବଦାନ ରଖିବ । ସବୁ ଶିଳ୍ପ ଓ ଖଣି ଅଞ୍ଚଳକୁ ୬ ଥାକିଆ ରାସ୍ତା କରିବା ପାଇଁ ଆମ ସରକାର ନିଷ୍ପତ୍ତି ନେଇଛି । କେନ୍ଦୁଝରକୁ ପ୍ରାୟ ଅଧିକାଂଶ ରାସ୍ତା ୬ ଥାକିଆ ବିଶିଷ୍ଟ କରାଯିବ ବଡ଼ବିଲରେ ଏକ ରିଙ୍ଗ ରୋଡ଼ କରାଯିବ। ରାଜ୍ୟରେ କେତେଗୁଡ଼ିଏ ଇକୋନୋମିକ ଜୋନର ବିକାଶ କରାଯାଉଛି । ଏଥିରେ କେନ୍ଦୁଝର-ବଡ଼ବିଲ-ଯୋଡ଼ା ଅଞ୍ଚଳକୁ ରାଜ୍ୟର ଏକ ସୁଦୃଢ଼ ଅର୍ଥନୈତିକ ଜୋନରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି । କେନ୍ଦୁଝର ଜିଲ୍ଲାରେ ଅନେକ ବିକାଶ ପ୍ରକଳ୍ପ ଜାରି ରହିଛି । ସେ ଗୁଡ଼ିକର ଆପଣଙ୍କ ପାଇଁ ଖୁବ୍ ଶୀଘ୍ର ଲୋକାର୍ପଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସୁନାର କେନ୍ଦୁଝର କେବଳ ଏକ କଥା ହୋଇ ରହିବ ନାହିଁ, ଏହା ସାରା ଓଡ଼ିଶା ପାଇଁ ହେବ ଏକ ବାସ୍ତବତା । କେନ୍ଦୁଝର ପାଇଁ ବିକାଶର ଚିତ୍ର ଆଙ୍କି ମୁଖ୍ୟମନ୍ତ୍ରୀ କହିଲେ ଯେ କେନ୍ଦ୍ର ସରକାର ପାରାଦୀପରୁ ବଡ଼ବିଲ ପର୍ଯ୍ୟନ୍ତ ୮ ଲେନ ରାସ୍ତା କରୁଛନ୍ତି। ପାରାଦୀପରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଚାଲିଛି। ଚଣ୍ଡିଖୋଲ ରୁ ବଡ଼ବିଲ ପର୍ଯ୍ୟନ୍ତ ସର୍ଭେ କାର୍ଯ୍ୟ ଚାଲିଛି। ଏ କାର୍ଯ୍ୟ ଖୁବ୍ ଶୀଘ୍ର ଆରମ୍ଭ ହେବ। କେନ୍ଦୁଝର ର ବିକାଶ ପାଇଁ ବଡ଼ବିଲ ରେ ଏକ ଚାରି ଲେନ ବିଶିଷ୍ଟ ରିଙ୍ଗ ରୋଡ ହେବ। ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି କେନ୍ଦୁଝରରେ ମଧ୍ୟ ୪୨୮ କୋଟି ଟଙ୍କାରେ ଏକ ବାଇପାସ୍ ରାସ୍ତା କରାଯିବ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଏକ ଚାରି ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ। ଏହା ସହିତ ୧୬୮ କୋଟି ଟଙ୍କାରେ ଏକ ଟେକ୍ ପାର୍କ, ଓକାକ୍ ପକ୍ଷରୁ ୧୫୦ କୋଟି ଟଙ୍କାରେ ଏକ ଡାଟା ସେଣ୍ଟର, ବଲଭଦ୍ରପୁର ରେ ୧୫୦ କୋଟି ଟଙ୍କାରେ ଏକ ଟେକ୍ସଟାଇଲ ପାର୍କ, ଧରଣୀଧର ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ ରେ ୧୮୭ କୋଟି ଟଙ୍କାରେ ଏକ data recovery centre, ୧୦୩ କୋଟି ଟଙ୍କାରେ ରାଇସୁଆଁ ଏୟାର ଷ୍ଟ୍ରିପ, ୧୮୦ କୋଟି ଟଙ୍କାରେ କେନ୍ଦୁଝର ଷ୍ଟାଡିୟମ୍, ୫୦ କୋଟି ଟଙ୍କାରେ ସାନଘାଗରା ଠାରେ RPRC ଆଦି ଅନେକ ପ୍ରକଳ୍ପ ସଂପର୍କରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦୁଝର ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସହିତ DMF ଓ OMBADC ଏବଂ ଅନ୍ୟାନ୍ୟ ପାଣ୍ଠି ମିଶାଇଲେ କେବଳ କେନ୍ଦୁଝର ରେ ୩୫ ହଜାର କୋଟି ଟଙ୍କା ରହିଛି। ଏହି ସବୁ ଅର୍ଥ କେନ୍ଦୁଝରର ବିକାଶ ପାଇଁ ଖର୍ଚ୍ଚ ହେବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ ବିକଶିତ ଓଡ଼ିଶାର ଅର୍ଥ ହେଲା ଓଡ଼ିଶାର ପ୍ରତ୍ୟେକ ଲୋକଙ୍କ ସମାବେଶୀ ବିକାଶ। ଆମେ ପ୍ରତିବଦ୍ଧତାର ସହିତ ପ୍ରୟାସ ଆରମ୍ଭ କରିଛୁ। ଲକ୍ଷ୍ୟରେ ପହଞ୍ଚିବା ପାଇଁ ଆପଣମାନଙ୍କ ସହ ଯୋଗ ଓ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଆମର ଏକାନ୍ତ କାମ୍ୟ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର ରୂପେ ବିଶ୍ୱ ଦରବାରରେ ଠିଆ କରିବାର ଲକ୍ଷ୍ୟ ରଖାଯାଇଛି । ସେଥିରେ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ। ଓଡ଼ିଶା ହେବ ଦେଶର ଗ୍ରୋଥ ଇଞ୍ଜିନ । ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମର ଜୋର‍ଦାର ଉଦ୍ୟମ ଆରମ୍ଭ ହୋଇଛି। ଦେଶ ଓ ରାଜ୍ୟର ଏହି ମହାନ୍ ଲକ୍ଷ୍ୟ ପୂରଣରେ କେନ୍ଦୁଝରର ବିଶେଷ ଭୂମିକା ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜି ଘଟଗାଁ ଠାରେ ପହଞ୍ଚିବା ପରେ ଆର୍ ସି ପ୍ରାଥମିକ ବିଦ୍ୟାଳୟ ଠାରୁ ମା ତାରିଣୀ ଙ୍କ ମନ୍ଦିର ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ ଜରିଆ ରେ ଘଟଗାଁ ବାସୀ ମୁଖ୍ୟମନ୍ତ୍ରୀ ଙ୍କୁ ପାଛୋଟି ନେଇଥିଲେ । ଘଟଗାଁ ଠାରେ ମା ତାରିଣୀ ଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ମୁଖ୍ୟମନ୍ତ୍ରୀ ସେହିଠାରେ ହିଁ ଘଟଗାଁ ମା ତାରିଣୀ ପୀଠର ସମନ୍ୱିତ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ, ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଜଙ୍ଗଲ ମନ୍ତ୍ରୀ ଇଂ ଗଣେଶ ରାମସିଂ ଖୁଣ୍ଟିଆ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର, କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ଭଦ୍ରକ ସାଂସଦ ଶ୍ରୀ ଅଭିମନ୍ୟୁ ସେଠୀ, ଯାଜପୁର ସାସଂଦ, ଶ୍ରୀ ରବି ନାରାୟଣ ବେହେରା, ଘଷିପୁରା ବିଧାୟକ ଶ୍ରୀ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଶ୍ରୀ ଅଭିମନ୍ୟୁ ସେଠୀ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ,ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାଏକ, ଭଦ୍ରକ ବିଧାୟକ ଶ୍ରୀ ସୀତାଂଶୁ ଶେଖର ମହାପାତ୍ର, କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ, ରେମୁଣା ବିଧାୟକ ଶ୍ରୀ ଗୋବିନ୍ଦ ଦାସ, ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆ, ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ, ଜିଲ୍ଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ- ୨୦୨୫ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
06 December 2025

ଭୁବନେଶ୍ୱର: ଓଡ଼ିଆ ଭାଷା ଭାରତବର୍ଷର ଅନ୍ୟତମ ପୁରାତନ ଭାଷା । ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀର ହାତୀଗୁମ୍ଫା ଶିଳାଲିପି, ତୃତୀୟ ଶତାବ୍ଦୀର ଧଉଳୀ ଓ ଜଉଗଡର ପ୍ରାଚୀନ ଅଭିଲେଖ, ପୁରୁଣା ପୋଥି, ତାମ୍ରଫଳକ ଓ ତାଳପତ୍ର ପୋଥିରୁ ଆମ ଓଡ଼ିଆ ଭାଷା କେତେ ପ୍ରାଚୀନ ତାହା ପ୍ରମାଣିତ ହୋଇଛି । ଆମର ଏହି ପ୍ରାଚୀନ ଭାଷା ସାହିତ୍ୟକୁ ବିକାଶ ଓ ରୁଦ୍ଧିମନ୍ତ କରିବା ଦାୟିତ୍ୱ ଆମର ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆଜି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ- ୨୦୨୫ର ଉଦ୍‌ଘାଟନୀ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ୟୁନିଟ – ୩ ପ୍ରଦର୍ଶନୀ ପଡ଼ିଆରେ ଆଜିଠାରୁ ଆରମ୍ଭ ହୋଇଛି ଏହି ପୁସ୍ତକ ମହୋତ୍ସବ। ଡିସେମ୍ୱର ୬ ରୁ ୧୭ ତାରିଖ ଯାଏଁ ଏହା ଚାଲିବ । ଚଳିତ ବର୍ଷ ଏହି ମହୋତ୍ସବରେ ୫୫୦ ଟି ଷ୍ଟଲ ଖୋଲାଯାଇଛି । ଏଥିସହିତ ବରପୁତ୍ରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାଭିଲିଅନ ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ମହୋତ୍ସବକୁ ଉଦ୍‌ଘାଟନ କରି ଷ୍ଟଲ ବୁଲି ଦେଖିଥିଲେ ଓ ପୁସ୍ତକ କ୍ରୟ କରିଥିଲେ । ଏଥିସହିତ ବରପୁତ୍ରମାନଙ୍କ ପାଇଁ ଉଦ୍ଦିଷ୍ଟ ପାଭିଲିଅନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଉପସ୍ଥିତ ସାହିତ୍ୟିକ, ଲେଖକ ଓ ପୁସ୍ତକପ୍ରେମୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୁସ୍ତକ ସଂଗ୍ରହ ଓ ପଠନ ପ୍ରତି ତାଙ୍କର ବିଶେଷ ରୁଚି ରହିଛି । ଏ ପର୍ଯ୍ୟନ୍ତ ପ୍ରାୟ ୫୦୦୦ ରୁ ୬୦୦୦ ପର୍ଯ୍ୟନ୍ତ ପୁସ୍ତକ ସଂଗ୍ରହ କରି ଲାଇବ୍ରେରୀ ଆକାରରେ ରଖିଛନ୍ତି ଏବଂ ସମୟ ପାଇଲେ ତାକୁ ପଢ଼ୁଛନ୍ତି । ପିଲାମାନଙ୍କୁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁସ୍ତକ ପଠନ ମାଧ୍ୟମରେ ଆମ ଅବହେଳିତ ତଥା ଅନାଲୋଚିତ ବରପୁତ୍ର ମାନଙ୍କ ବିଷୟରେ ଆମେ ଜାଣିପାରିବା । ଲେଖକମାନଙ୍କୁ ଆହ୍ୱାନ ଦେଇ କହିଲେ ଯେ, ଏହି ଅନାଲୋଚିତ ବରପୁତ୍ର ମାନଙ୍କ ବିଷୟରେ ଅଧିକରୁ ଅଧିକ ତଥ୍ୟ ସଂଗ୍ରହ କରି ପୁସ୍ତକ ମାଧ୍ୟମରେ ସେମାନଙ୍କୁ ଲୋକଲୋଚନକୁ ଆଣନ୍ତୁ । ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରତିଭା ରାୟଙ୍କ ଯାଜ୍ଞସେନୀ ପୁସ୍ତକର ପ୍ରଂଶସା କରି କହିଥିଲେ ଯେ, ଏହି ମହାନ୍ ସାରସ୍ୱତ ସାଧକ ଆଜି ଯେଉଁ ଆହ୍ୱାନ ଦେଲେ ତାହା ଆମ ସମାଜ ପାଇଁ ଏକ ବଡ଼ ସନ୍ଦେଶ । ଆଜିଠାରୁ ମୁଁ ମଧ୍ୟ ପୁସ୍ତକକୁ ଉପହାର ସ୍ୱରୂପ ସମସ୍ତଙ୍କୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଲି । ମୋର ଅନୁରୋଧ, ଆପଣମାନେ ସମସ୍ତେ ମଧ୍ୟ ପୁସ୍ତକ କିଣନ୍ତୁ ଓ ଉପହାର ଦିଅନ୍ତୁ । ଫୁଲ ଉପହାର ଦେଲେ ତାହା ମଉଳି ନଷ୍ଟ ହୋଇଯାଇଥାଏ କିନ୍ତୁ, ପୁସ୍ତକ ଦିନକୁ ଦିନ ଆମର ଚେତନାକୁ ଆହୁରି ଜାଗ୍ରତ କରିଥାଏ । ସମସ୍ତେ ଯଦି ଏହାକୁ ଗ୍ରହଣ କରିବେ, ତେବେ ପାଠକ ସଂଖ୍ୟା ବଢ଼ିବ ଏହାଦ୍ୱାରା ଲେଖକ ମଧ୍ୟ ଉତ୍ସାହିତ ହେବେ ଏବଂ ଆମ ଓଡ଼ିଆ ଭାଷା ସାହିତ୍ୟରେ ଏକ ନୂଆ ସମ୍ଭାବନା ସୃଷ୍ଟି ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ଆମେ ପୁସ୍ତକକୁ ଭଗବାନ ସଦୃଶ ବିବେଚନା କରି ପୂଜା କରିଥାଉ । ପୁସ୍ତକ ଆମ ଚେତନାକୁ ସବୁବେଳେ ପ୍ରଭାବିତ କରିଛି । ପିଲାମାନଙ୍କୁ ମୋବାଇଲ ବ୍ୟବହାରକୁ କମ୍ କରି ପୁସ୍ତକ ପଠନ କରିବା ପାଇଁ ଉତ୍ସାହିତ କରିଥିଲେ । ଏକାମ୍ର, ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ କହିଥିଲେ ଯେ, ପୂର୍ବରୁ ଏହା ପୁସ୍ତକ ମେଳା ଭାବେ ଥିଲା । ଏବେ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ଏକ ମହୋତ୍ସବରେ ପରିଣତ ହୋଇଛି । ଯୁବଶକ୍ତିଙ୍କୁ ପୁସ୍ତକ ସହ ଯୋଡ଼ି ରଖିବା ପାଇଁ ଏହା ଏକ ମହତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ସେ କହିଥିଲେ । ବିଶିଷ୍ଟ ସାରସ୍ୱତ ସାଧିକା ତଥା ଜ୍ଞାନପୀଠ ପୁରସ୍କାର ବିଜୟିନୀ ଡକ୍ଟର ପ୍ରତିଭା ରାୟ କହିଥିଲେ ଯେ, ମାନବ ଜାତିର ଇତିହାସରେ ଦୁଇଟି ବିସ୍ମୟକର ଘଟଣା ହେଉଛି ଅଗ୍ନି ଏବଂ ଭାଷା । ଭାଷା ମଣିଷ ଦ୍ୱାରା ଉଦ୍ଭାବିତ । ମଣିଷ ନିଜର ବିବେକ, ଚେତନା ଓ ଜ୍ଞାନ ଦ୍ୱାରା ଏହାକୁ ଉଦ୍ଭାବନ କରିଛି । ଆମ ସଂସ୍କୃତି ହେଉଛି ପୋଥିଗତ, ଜ୍ଞାନଗତ ଓ ବିବେକଗତ । ପୋଥି ହେଉଛି ଆମ ସବୁଠାରୁ ବଡ଼ ବନ୍ଧୁ । ଆମ ଭିତରେ ଥିବା ଚେତନାକୁ ଜାଗ୍ରତ କରିଥାଏ ପୁସ୍ତକ । ତେଣୁ ପୁସ୍ତକକୁ ଉପହାର ରୂପେ ଗ୍ରହଣ କରିବା ଓ ପ୍ରଦାନ କରିବା ପାଇଁ ସେ ସମସ୍ତଙ୍କୁ ନିବେଦନ କରିଥିଲେ । ଯୁବବର୍ଗଙ୍କୁ ଆଗାମୀ ଭାଲେଣ୍ଟାଇନ ଡେ’କୁ ବୁକ୍‌ ଡେ ଭାବେ ପାଳନ କରିବା ପାଇଁ ଆହ୍ଷାନ ଦେଇଥିଲେ । ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ, ପୁସ୍ତକ ହେଉଛି ଶବ୍ଦର ଗ୍ରନ୍ଥାଗାର ଏବଂ ଏହି ପୁସ୍ତକମେଳା ହେଉଛି ପୁସ୍ତକର ବୃହତ୍‌ ଗ୍ରନ୍ଥାଗାର । ଗତ ଦୁଇ ବର୍ଷ ଧରି ରାଜ୍ୟ ସରକାରଙ୍କ ପ୍ରଚେଷ୍ଟାରେ ଏହି ମେଳା ଭାରତବର୍ଷର ସବୁଠାରୁ ବଡ଼ ପୁସ୍ତକ ମେଳାରେ ପରିଣତ ହୋଇଛି ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ କର୍ଣ୍ଣେଲ ଶରତ ମହାପାତ୍ରଙ୍କ ‘ଅପରେସନ ସିନ୍ଦୁର’, ଡକ୍ଟର ପଞ୍ଚାନନ ନାୟକଙ୍କ ‘ଦେ’, ବଦ୍ରୀ ମହାପାତ୍ରଙ୍କ ‘ମୁର୍ଚ୍ଛିତ ମୋକ୍ଷ’ ବିମଳା ସିଂଙ୍କ ‘ଝରା ଶ୍ରାବଣ’, ଦାଶ ବେନହୂରଙ୍କ ‘ଓଡ଼ିଆ ଶିଶୁ ସାହିତ୍ୟ କିଛି ପର୍ଯ୍ୟାଲୋଚନା’ ସମେତ ଓଡ଼ିଆ ଭାଷା ପ୍ରତିଷ୍ଠାନ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ବିଭିନ୍ନ ପୁସ୍ତକ ଅତିଥିମାନେ ଉନ୍ମୋଚନ କରିଥିଲେ । କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବପ୍ରସାଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

powered by social2s

ସେଞ୍ଚୁରିଓନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସ୍ନାତକମାନେ ଉଦ୍ୟମିତା ଏବଂ ନବସୃଜନକୁ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

Details
Odia Ray Admin
ଓଡିଶା
06 December 2025

ଭୁବନେଶ୍ୱର: ସ୍ନାତକମାନେ ଉଦ୍ୟମିତା ଓ ନବ ସ୍ରୁଜନକୁ ଗ୍ରହଣ କରିବା ପାଇଁ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି। ଶନିବାର ଦିନ ସେଞ୍ଚୁରିଓନ ବିଶ୍ୱବିଦ୍ୟାଳୟର (CUTM)ର ତ୍ରୟୋଦଶ ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇବା ସହ କେବଳ ଚାକିରି ନଖୋଜି ନିଯୁକ୍ତି ସୃଷ୍ଟିକାରୀ ହେବାକୁ ଉତ୍ସାହିତ କରିଛନ୍ତି। ଉଦ୍ୟମିତା କେବଳ ବ୍ୟବସାୟ ଆରମ୍ଭ କରିବା ବିଷୟରେ ନୁହେଁ, ଏହା ଏକ ମାନସିକତା I ପଦକ୍ଷେପ ନେବା, ସମସ୍ୟା ସମାଧାନ କରିବା, ନିଜର ଚିନ୍ତାଧାରାକୁ ରୂପ ଦେବା ଏବଂ ବାସ୍ତବ ବିଶ୍ୱ ଚ୍ୟାଲେଞ୍ଜରେ ଶିକ୍ଷାକୁ ପ୍ରୟୋଗ କରିବା ହେଉଛି ଏହାର ଉଦ୍ଦେଶ୍ୟ ବୋଲି ରାଜ୍ୟପାଳ କହିଛନ୍ତି। ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ ଯେ ସେଞ୍ଚୁରିଓନ ବିଶ୍ୱବିଦ୍ୟାଳୟ ( CUTM) ରେ ପ୍ରଦାନ କରାଯାଉଥିବା ଶିକ୍ଷା ଏବଂ ବ୍ୟବହାରିକ ଅଭିଜ୍ଞତା ଛାତ୍ରଛାତ୍ରୀମାନଙ୍କୁ ଆତ୍ମବିଶ୍ୱାସର ସହିତ ନବସୃଜନ ପଥ ଅନୁସରଣ କରିବା ପାଇଁ ଏକ ଦୃଢ଼ ମୂଳଦୁଆ ପ୍ରଦାନ କରେ। ଉଦ୍ୟୋଗୀ ହେବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନେ ସରକାରୀ ନିତୀଗୁଡ଼ିକୁ ଜାଣିବା,ବୁଝିବା, ଉପଲବ୍ଧ ସୁବିଧା ସୁଯୋଗ ସମ୍ପର୍କରେ ଜାଣିବା ଏବଂ ସାମାଜିକ ଆବଶ୍ୟକତା ସହିତ ସେମାନଙ୍କର ପଦକ୍ଷେପକୁ ସମନ୍ଵିତ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ। ସ୍ନାତକମାନଙ୍କୁ ସମ୍ବୋଧିତ କରି ରାଜ୍ୟପାଳ କହିଥିଲେ ଯେ, ଆପଣମାନେ ଏକ ଦ୍ରୁତ ଗତିରେ ବିକଶିତ ହେଉଥିବା ବିଶ୍ୱରେ ପାଦ ଦେଉଛନ୍ତି। ଭାରତର ଅର୍ଥନୀତି ସ୍ଥିର ଭାବରେ ବୃଦ୍ଧି ପାଉଛି, ପ୍ରଯୁକ୍ତିବିଦ୍ୟାର ଉନ୍ନତି ବିଶ୍ୱ ସ୍ତରରେ ପ୍ରଶଂସିତ ହେଉଛି ଏବଂ ଆମ ଦେଶର ଯୁବପିଢ଼ି ଆମର ସର୍ବଶ୍ରେଷ୍ଠ ଶକ୍ତି। ସୁଯୋଗ ଅପାର, କିନ୍ତୁ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବାଧା ଏବଂ ବିଶ୍ୱ ପରିବର୍ତ୍ତନ ଦ୍ୱାରା ଉପୁଜିଥିବା ଚ୍ୟାଲେଞ୍ଜଗୁଡ଼ିକ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଏ କ୍ଷେତ୍ରରେ ଗ୍ରହଣୀୟତା ଗୁରୁତ୍ୱପୂର୍ଣ୍ଣ ଅଟେ। ସେଞ୍ଚୁରିଓନ ବିଶ୍ୱବିଦ୍ୟାଳୟର ଅନନ୍ୟ ସାମର୍ଥ୍ୟ ଉପରେ ଆଲୋକପାତ କରି ଜନଜାତି ଅଧ୍ୟୁଷିତ ଏବଂ ଦୁର୍ଗମ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କ ପାଇଁ ଅନ୍ତର୍ଭୁକ୍ତି, ଦକ୍ଷତା-ସମ୍ମିଶ୍ରିତ ଶିକ୍ଷା ପ୍ରତି ଏହାର ପ୍ରତିବଦ୍ଧତାକୁ ରାଜ୍ୟପାଳ ପ୍ରଶଂସା କରିଥିଲେ। ଇଞ୍ଜିନିୟରିଂ, କୃଷି, ସ୍ୱାସ୍ଥ୍ୟ ବିଜ୍ଞାନ, ସାମୁଦ୍ରିକ ଅଧ୍ୟୟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ବିଶ୍ୱବିଦ୍ୟାଳୟର ବହୁମୁଖୀ ଆଭିମୁଖ୍ୟକୁ ରାଜ୍ୟପାଳ ଉଲ୍ଲେଖ କରିଥିଲେ, ଯାହା ବ୍ୟବହାରିକ ଶିକ୍ଷା, ଜୀବିକା ସୃଷ୍ଟି ଏବଂ ସାମାଜିକ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିଥାଏ ବୋଲି କହିଥିଲେ। ରାଜ୍ୟପାଳ ସେଞ୍ଚୁରିଓନ ବିଶ୍ୱବିଦ୍ୟାଳୟର ଆନ୍ତର୍ଜାତୀୟ ସହଯୋଗକୁ ମଧ୍ୟ ପ୍ରଶଂସା କରିଥିଲେ ।ବିଶେଷକରି ଅଷ୍ଟ୍ରେଲିଆର ପ୍ରତିଷ୍ଠାନଗୁଡ଼ିକ ସହିତ ଗବେଷଣା, ତାଲିମ ଏବଂ ପାରସ୍ପରିକ ସାଂସ୍କୃତିକ କବୁଝାମଣାକୁ ବୃଦ୍ଧି କରିବ। ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ ଯେ ଛାତ୍ରଛାତ୍ରୀମାନଙ୍କର ଉଚ୍ଚ ଲକ୍ଷ୍ୟ ହାସଲ ଦିଗରେ ସାଧୁତା, ନମ୍ରତା, କରୁଣା ଏବଂ ନୈତିକତା ଭଳି ମୂଲ୍ୟବୋଧ ସେମାନଙ୍କ କାର୍ଯ୍ୟକୁ ମାର୍ଗଦର୍ଶନ କରିବ ବୋଲି କହିଥିଲେ। ଭାରତରେ ଶିକ୍ଷା କେବଳ ବ୍ୟକ୍ତିଗତ ବିକାଶ ପାଇଁ ନୁହେଁ ବରଂ ସାମୂହିକ ମଙ୍ଗଳ ପାଇଁ। ନବସୃଜନ, ଉନ୍ନତ ଜୀବିକା ଏବଂ ରାଷ୍ଟ୍ର ନିର୍ମାଣରେ ସ୍ନାତକକମାନେ ଯୋଗଦାନ କରିବା ନିମନ୍ତେ ରାଜ୍ୟପାଳ ଆହ୍ୱାନ ଦେଇଥିଲେ। ଯେକୌଣସି ପଥ ବାଛନ୍ତୁ ନିଶ୍ଚିତ କରନ୍ତୁ ଯେ ଏହା ଆପଣଙ୍କ ଚାରିପାଖର ଲୋକଙ୍କର ଉନ୍ନତି ଦିଗରେ ସହାୟକ ହେବ ବୋଲି କହିଥିଲେ। ଏତଦବ୍ୟତୀତ ମହାକାଶ ଓ ପ୍ରତିରକ୍ଷା କ୍ଷେତ୍ରରେ ଉଦ୍ୟୋଗ ସମ୍ପର୍କିତ ସୁଯୋଗ ସମ୍ପର୍କରେ ଛାତ୍ରଛାତ୍ରୀମାନେ ଜାଣିଲେ ସେମାନେ ଏହି ଉଦ୍ୟୋଗ ପାଇଁ ଆଗ୍ରହୀ ହେବେ ବୋଲି ରାଜ୍ୟପାଳ କହିଥିଲେ। ଏହି ସମାରୋହରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟପାଳ ଡିଗ୍ରୀ ଏବଂ ପଦକ ମଧ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଭାରତ ସରକାରଙ୍କ ମହାକାଶ ବିଭାଗର ସଚିବ ଏବଂ ମହାକାଶ ଏବଂ ଇସ୍ରୋ (ISRO) ର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ, ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ର ଡାଇରେକ୍ଟର ଜେନେରାଲ ଡ.ବି.କେ.ଦାଶ ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରାରମ୍ଭରେ ସେଞ୍ଚୁରିଓନ ବିଶ୍ୱବିଦ୍ୟାଳୟର(CUTM)ର ଭାଇସ-ଚାନସେଲର ପ୍ରଫେସର ଡ. ସୁପ୍ରିୟା ପଟ୍ଟନାୟକ ରିପୋର୍ଟକ ଉପସ୍ଥାପନ କରିଥିଲେ।

powered by social2s

ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ ପାଇଁ ଦର୍ଶନ ବନ୍ଦ

Details
Odia Ray Admin
ଓଡିଶା
07 December 2025

ପୁରୀ: ପୁରୀ ଶ୍ରୀମନ୍ଦିରରେ ହୋଇଛି ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ। ରତ୍ନ ସିଂହାସନରେ ସେବକଙ୍କୁ ଅନ୍ୟ ଜଣେ ଛୁଇଁ ଦେବାରୁ ମହାସ୍ନାନ କରାଯାଇଛି। ମଇଲମ ନୀତି ବେଳେ ଛୁଇଁ ଦେଇଥିଲେ ଅନ୍ୟ ଜଣେ ସେବାୟତ। ଛୁଆଁ ମହାସ୍ନାନ ପାଇଁ ବନ୍ଦ ରହିଛି ମହାପ୍ରଭୁଙ୍କ ସାଧାରଣ ଦର୍ଶନ।

powered by social2s

ବାରବାଟି ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ପ୍ରଥମ ଟି ୨୦ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ ପୂର୍ବରୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

Details
Odia Ray Admin
ଓଡିଶା
06 December 2025

କଟକ: ଆସନ୍ତା ୯ ତାରିଖରେ ବାରବାଟି ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି ୨୦ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଷ୍ଟାଡିୟମ୍‌ ପରିସରରେ ସମଗ୍ର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଷ୍ଟାଡିୟମ ପରିସରରେ ଖେଳାଳି ଓ ଦର୍ଶକଙ୍କ ସୁରକ୍ଷା, ଜନ ଗହଳି ନିୟନ୍ତ୍ରଣର ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଏହାସହ ଷ୍ଟାଡିୟମ ପରିସରରେ ଖେଳାଳି ଏବଂ ଦର୍ଶକଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି । ଏହା ସହ ପାର୍କିଂ ଓ ଟ୍ରାଫିକ୍‌ର ସୁପରିଚାଳନା, ପ୍ରବେଶ ଓ ପ୍ରସ୍ଥାନ ପଥରେ କଡା କଡ଼ି ଚେକିଂ, CCTV surveillance, anti-sabotage ଦ୍ଵାରା ଯାଞ୍ଚ, ପୁଲିସ ବ୍ୟବସ୍ଥା, ଖେଳାଳିଙ୍କ ଆଗମନ ଓ ପ୍ରସ୍ଥାନ ସମୟରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ। ଚଳିତ ବର୍ଷ ଓଡ଼ିଶା କ୍ରିକେଟ ଆସୋସିଏସନ ତରଫରୁ ସୁନ୍ଦର ବ୍ୟବସ୍ଥା କରାଯାଇଛି ଏବଂ କ୍ରିଡାପ୍ରେମୀ ମାନେ ଏକ ସୁନ୍ଦର ଅନୁଭୂତି ନେଇ ଖେଳ ଉପଭୋଗ କରିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଥିଲେ। ବିଗତ ଦିନରେ ଏହି ଷ୍ଟାଡିୟମରେ ବହୁ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହୋଇଛି। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦର୍ଶକମାନେ ସବୁକ୍ଷେତ୍ରରେ ସହଯୋଗ କରିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଥିଲେ। ମ୍ୟାଚ ଆରମ୍ଭ ହେବାର ୩ ରୁ ୪ ଘଣ୍ଟା ପୂର୍ବରୁ ଦର୍ଶକ ଷ୍ଟାଡିୟମ ଆସିବାକୁ ଡିଜିପି ସୂଚନା ଦେଇଛନ୍ତି । ମ୍ୟାଚ୍‌କୁ ଶାନ୍ତିପୂର୍ଣ୍ଣ, ନିରାପଦ ଓ ଶୃଙ୍ଖଳିତ ଭାବେ ଆୟୋଜିତ କରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି । ଏହି ସମୀକ୍ଷା ସମୟରେ ଶ୍ରୀ ଏସ. ଦେବଦତ୍ତ ସିଂ, ପୋଲିସ କମିଶନର, ଭୁବନେଶ୍ଵର-କଟକ, ଶ୍ରୀ ନରସିଂହ ଭୋଳ, ଅତିରିକ୍ତ ପୋଲିସ କମିଶନର, ଭୁବନେଶ୍ଵର-କଟକ, ଶ୍ରୀ ଖିଲାରୀ ଋଷିକେଶ ଦ୍ୟାନଦେଓ, ଡିସିପି, କଟକ ଙ୍କ ସମେତ ବହୁ ଉଚ୍ଚପଦସ୍ଥ ପୋଲିସ ଅଧିକାରୀ ଏବଂ OCA ର ପ୍ରତିନିଧି ଦଳ ଉପସ୍ଥିତ ଥିଲେ।

powered by social2s

୨୦୭୦ ସୁଦ୍ଧା ଓଡିଶା ହାସଲ କରିବ ନେଟ୍ ଜିରୋ କାର୍ବନ ଏମିସନ୍

Details
Odia Ray Admin
ଓଡିଶା
06 December 2025

ଭୁବନେଶ୍ୱର: ପୁରୀ ଠାରେ ଆୟୋଜିତ Global Energy Leaders' Summit 2025 (GELS 2025)କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍‍ଘାଟନ କରିଛନ୍ତି। ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ ଚେନକୁ ଓଡ଼ିଶା ନିଜର ପ୍ରମୁଖ ଉପାଦାନ ଭାବେ ଗ୍ରହଣ କରିଛି ଯାହାଫଳରେ ୨୦୩୬ ସୁଦ୍ଧା ଜୀବାଶ୍ମ ଇନ୍ଧନ (Fossil Fuel) ଶକ୍ତି ଉତ୍ପାଦନ ଓ ବ୍ୟବହାର ବ୍ୟୟ କମାଇ, ଆମ ରାଜ୍ୟ ଗ୍ରୀନ୍‌ ଏନର୍ଜି ରାଜ୍ୟ ଭାବେ ଉଭା ହେବ। ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ଗ୍ରାମୀଣ ଜନସାଧାରଣଙ୍କ ପାଇଁ ନିରବଚ୍ଛିନ୍ନ ବିଦ୍ୟୁତ୍ ଶକ୍ତିର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶକ୍ତି କ୍ଷେତ୍ରରେ ଓଡିଶା ନିଜର ଭବିଷ୍ୟତ ପିଢ଼ି ଉପରେ ବିନିଯୋଗ କରୁଛି କାରଣ ବିଦ୍ୟୁତ୍ ଏକ ସର୍ବୋଚ୍ଚ ପ୍ରାଥମିକତା ଏବଂ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି, ଯାହା ସଦା ସର୍ବଦା ଆମକୁ ଆତ୍ମନିର୍ଭର କରିବା ଦିଗରେ ସହାୟତା କରିବ। ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଥିଲେ ଯେ ଓଡିଶା ପରି, ପ୍ରତ୍ୟେକ ରାଜ୍ୟର ନିଜସ୍ୱ ଶକ୍ତି ଉତ୍ପାଦନ ତଥା ସଂରକ୍ଷଣକୁ ପ୍ରାଥମିକତା ଦେବାର ଆବଶ୍ୟକତା ରହିଛି। GELS 2025 ହେଉଛି କେନ୍ଦ୍ର, ରାଜ୍ୟ, ଶିଳ୍ପ, ଗବେଷକ, ଅନୁଷ୍ଠାନ ଏବଂ ବିଶ୍ୱର ଶକ୍ତି ବିଶେଷଜ୍ଞ ମାନଙ୍କୁ ଏକତ୍ରିତ କରି ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭରତା ଓ ସ୍ଥାୟୀତ୍ୱ ହାସଲ କରିବା ପାଇଁ ଏକ ଅଭିନବ ପ୍ରୟାସ। ଏହା ହେଉଛି ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ଏକ ସ୍ପଷ୍ଟ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିବା ପାଇଁ ପ୍ରଥମ ସର୍ବଭାରତୀୟ ପଦକ୍ଷେପ। ମୁଖ୍ୟମନ୍ତ୍ରୀ କହିଲେ ଯେ, 2014 ପୂର୍ବରୁ, ସାରା ଦେଶରେ ଘରୋଇ ଗ୍ରାହକ ଏବଂ ଶିଳ୍ପକୁ ନିରନ୍ତର ବିଦ୍ୟୁତ୍ ଯୋଗାଣ ଏକ ଚ୍ୟାଲେଞ୍ଜ ଥିଲା। ଘରୋଇ ଚାହିଦା ପୂରଣ କରିବା ପାଇଁ ବିଦ୍ୟୁତ୍ ଉତ୍ପାଦନ ଯଥେଷ୍ଟ ନଥିଲା। ଗ୍ରାମାଞ୍ଚଳରେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ ବିଭ୍ରାଟ ସାଧାରଣ ଘଟଣା ଥିଲା । ବିଦ୍ୟୁତ୍ ଉତ୍ପାଦନରେ ହ୍ରାସ ଦେଶର ଶିଳ୍ପ ଏବଂ ବାଣିଜ୍ୟକୁ ମଧ୍ୟ ପ୍ରଭାବିତ କରୁଥିଲା। କିନ୍ତୁ, ଗତ ଦଶନ୍ଧିରେ ଏସବୁରେ ଉନ୍ନତି ଆସିଛି ଏବଂ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ଶକ୍ତି ମନ୍ତ୍ରଣାଳୟର ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ଦ୍ୱାରା ଏହା ସମ୍ଭବ ହୋଇଛି। ବର୍ଦ୍ଧିତ ଚାହିଦା, ଭିତ୍ତିଭୂମି ବିକାଶ ଏବଂ ପାରମ୍ପରିକ ଏବଂ ନବୀକରଣୀୟ ଶକ୍ତି ଉତ୍ସ ପାଇଁ ଦୃଢ଼ ନୀତିଗତ ସମର୍ଥନ ଦ୍ୱାରା ଭାରତର ଶକ୍ତି କ୍ଷେତ୍ର ଗତ ୧୧ ବର୍ଷରେ ଦ୍ରୁତ ଅଭିବୃଦ୍ଧି ହାସଲ କରିପାରିଛି। ଯେକୌଣସି ଦେଶ, ରାଜ୍ୟ କିମ୍ବା ସମାଜର ନିରନ୍ତର ବିକାଶ ପାଇଁ ପର୍ଯ୍ୟାପ୍ତ ଶକ୍ତି ଆବଶ୍ୟକ। ବିଦ୍ୟୁତ୍ ଉତ୍ପାଦ ସହିତ, ବିଦ୍ୟୁତ୍ ଆବଣ୍ଟନ ପାଇଁ ଭିତ୍ତିଭୂମି ଗଠନ ମଧ୍ୟ ଆବଶ୍ୟକ। ବର୍ତ୍ତମାନ, ତାପଜ ଉତ୍ସରୁ ଭାରତର ବିଦ୍ୟୁତ୍ ଉତ୍ପାଦନ ମାତ୍ର ୫୧ ପ୍ରତିଶତ, ଯାହା ଆଗାମୀ କିଛି ଦିନ ମଧ୍ୟରେ ଆହୁରି ହ୍ରାସ ପାଇବ। ଏହି ପରିପ୍ରେକ୍ଷୀରେ, ଓଡ଼ିଶା ସ୍ଥାୟୀ ଭାବରେ ଆଗକୁ ବଢ଼ିବା ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି। ଆମ ସରକାର ୨୦୭୦ ସୁଦ୍ଧା ନେଟ୍ ଜିରୋ କାର୍ବନ ଏମିସନ ହାସଲ କରିବା ପାଇଁ ଏକ ଦୀର୍ଘକାଳୀନ ଲକ୍ଷ୍ୟ ଧାର୍ଯ୍ୟ କରିଛି ଏବଂ ଏହି ଦାୟିତ୍ବକୁ ହାସଲ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡିଶାର ଶିଳ୍ପ ନୀତିରେ ଶକ୍ତି ଉତ୍ପାଦନକୁ ଅଧିକ ଗୁରୁତ୍ବ ଦିଆଯାଇଛି। ବିଶେଷକରି ନବୀକରଣୀୟ ଶକ୍ତି ଉପରେ ଗୁରୁତ୍ୱ ଦିଆଯାଇ ଏହାକୁ ଏକ ଘରୋଇ ଶିଳ୍ପ ଭାବରେ ଅନ୍ତର୍ଭୁକ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ର ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଯୋଶୀ ନବୀକରଣୀୟ ଶକ୍ତିରେ ଓଡ଼ିଶାର ପ୍ରଗତି ନିମନ୍ତେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ରାଜ୍ୟ ପାଇଁ ଦେଢ଼ ଲକ୍ଷ ସୂର୍ଯ୍ୟ ଘର ଅନୁମୋଦନ ଘୋଷଣା କରିଥିଲେ । ଯାହାଫଳରେ ରାଜ୍ୟର ସାତ ଆଠ ଲକ୍ଷ ଲୋକ ଉପକୃତ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱରେ ଭାରତର ସୌରଶକ୍ତି କ୍ଷମତା ୨୦୧୪ରେ ୨.୮ ଗିଗାୱାଟରୁ ବର୍ତ୍ତମାନ ୧୩୦ ଗିଗାୱାଟକୁ ବୃଦ୍ଧି ପାଇଛି। ସେ ଭାରତର ସ୍ୱଚ୍ଛ ଶକ୍ତି ପରିବର୍ତ୍ତନକୁ ସୁଦୃଢ଼ କରିବାରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଏହି ଅବସରରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସାର୍ ଟୋନି ବ୍ଲେୟାର ଭିଡିଓ କନ୍‍ଫରେନ୍‍ସିଂ ମାଧ୍ୟମରେ ସମାରୋହକୁ ସମ୍ବୋଧିତ କରି ଓଡ଼ିଶାକୁ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ ଯେତେବେଳେ ଗୋଟିଏ ସରକାର କାର୍ଯ୍ୟ କରେ ସେତେବେଳେ ଶକ୍ତି ପରିବର୍ତ୍ତନ ସଫଳ ହୁଏ ନାହିଁ, କିନ୍ତୁ ଯେତେବେଳେ ସମୟ ସହିତ ଅନେକ ସରକାର ସମାନ ଦିଗରେ କାର୍ଯ୍ୟ କରନ୍ତି ସେତେବେଳେ ଶକ୍ତି କ୍ଷେତ୍ରରେ ପରିବର୍ତ୍ତନ ଉଦ୍ୟମ ସଫଳ ହୁଏ। ଏହା ହିଁ Global Energy Leaders' Summitର ଉଦ୍ଦେଶ୍ୟ। ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ସ୍ଵାଗତ ଭାଷଣ ଦେଇ କହିଥିଲେ ଯେ, କୋଣାର୍କ ସୂର୍ଯ୍ୟ ମନ୍ଦିର ଆମକୁ ମନେ ପକାଇ ଦିଏ ଯେ ଶକ୍ତି ସହିତ ଭାରତର ସମ୍ପର୍କ ଶତାବ୍ଦୀ ଧରି ଆମ ସଭ୍ୟତାର ଏକ ଅଂଶ ହୋଇଆସିଛି । ୨୦୩୦ ସୁଦ୍ଧା, ଆମେ ଶିଳ୍ପ ଏବଂ କୃଷିରେ ନବୀକରଣୀୟ ଶକ୍ତି ବ୍ୟବହାର କରି ବ୍ୟାପକ ପରିବର୍ତ୍ତନ ପାଇଁ ଲକ୍ଷ୍ୟ ରଖିଛୁ । ୨୦୩୬ ସୁଦ୍ଧା, ଯେତେବେଳେ ଓଡ଼ିଶା ୧୦୦ ବର୍ଷ ପୂରଣ କରିବ, ଆମେ ସ୍ୱଚ୍ଛ ଶକ୍ତି, ଉତ୍ପାଦନ ଏବଂ ସବୁଜ ହାଇଡ୍ରୋଜେନର ଅଗ୍ରଣୀ କେନ୍ଦ୍ର ହେବାକୁ ଉଦ୍ୟମ ଆରମ୍ଭ କରିଛୁ ବୋଲି ସେ କହିଥିଲେ। ଏହି ଅବସରରେ ଦିଲ୍ଲୀର ଶକ୍ତି ମନ୍ତ୍ରୀ ଶ୍ରୀ ଆଶିଷ ସୁଦ, ରାଜସ୍ଥାନର ଶକ୍ତି ମନ୍ତ୍ରୀ ଶ୍ରୀ ହୀରା ଲାଲ ନାଗର, ମୁଖ୍ୟ ଶାସନ ସଚିବ, ଶ୍ରୀ ମନୋଜ ଆହୁଜା, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବ, ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ୍ ଫର ଗ୍ଲୋବାଲ୍ ଚେଞ୍ଜର ବରିଷ୍ଠ ଶକ୍ତି ପରାମର୍ଶଦାତା ଶ୍ରୀ ପିଅରେ ନୋଏଲ, IIT କାନପୁରର ସେଣ୍ଟର ଫର ଏନର୍ଜି ରେଗୁଲେସନ୍ ଆଣ୍ଡ ଏନର୍ଜି ଆନାଲିଟିକ୍ସ ଲ୍ୟାବର ମୁଖ୍ୟ ପ୍ରଫେସର ଅନୁପ ସିଂହ ପ୍ରମୁଖ ମଞ୍ଚାସୀନ ଥିଲେ।

powered by social2s

More Articles ...

  1. ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ
  2. ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୩ ଅଟକ
  3. ଭୁବନେଶ୍ବରରେ ଶିକ୍ଷକଙ୍କ ଅହୋରାତ୍ର ଧାରଣା ଜାରି
Page 291 of 2255
  • Start
  • Prev
  • 286
  • 287
  • 288
  • 289
  • 290
  • 291
  • 292
  • 293
  • 294
  • 295
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.