• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ମହାପ୍ରଭୁଙ୍କ ବଡ଼ ମହାସ୍ନାନ

Details
Odia Ray Admin
ଓଡିଶା
28 November 2025

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ଦର୍ଶନ ବେଳେ ଚାଙ୍ଗଡ଼ା ଘର ନିକଟରେ ବାନ୍ତି କରିଥିଲେ ଶ୍ରଦ୍ଧାଳୁ। ଶ୍ରଦ୍ଧାଳୁଙ୍କ ବାନ୍ତି ପରେ ହୋଇଛି ମହାପ୍ରଭୁଙ୍କ ବଡ଼ ମହାସ୍ନାନ।

powered by social2s

ଅଜଣା ଗାଡ଼ି ଧକ୍କାରେ ୩ ଯୁବକ ମୃତ

Details
Odia Ray Admin
ଓଡିଶା
28 November 2025

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ଅଜଣା ଗାଡ଼ି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ହୋଇଛି। ସ୍କୁଟିରେ ଯିବାବେଳେ ଧକ୍କା ଦେଲା ଅଜଣା ଗାଡ଼ି। ଜାତୀୟ ରାଜପଥ ୫୫ ସଦର ଥାନା ଗୋବିନ୍ଦପୁର ନିକଟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗାଡ଼ି ସହ ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି

powered by social2s

ରାଜଭବନରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ରାଷ୍ଟ୍ରପତି

Details
Odia Ray Admin
ଓଡିଶା
27 November 2025

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାଟି, ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ବମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏବଂ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମେତ ଅନେକ ଉଚ୍ଚ ପଦାଧିକାରୀ ଯୋଗ ଦେଇଥିଲେ। ରାଜଭବନର ସବୁଜ ପରିବେଶ ମଧ୍ୟରେ ଅବସ୍ଥିତ କଳିଙ୍ଗ ଅତିଥି ନିବାସରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ପାରମ୍ପରିକ ସ୍ଥାପତ୍ୟର ପ୍ରତିଫଳନ ହୋଇଛି। କଳିଙ୍ଗ ଅତିଥି ନିବାସରେ ବାହ୍ୟ ଏବଂ ଭିତର ପାର୍ଶ୍ଵ ଉଭୟ ଶାସ୍ତ୍ରୀୟ ଓଡ଼ିଆ କାରିଗରୀ ଆଧାରିତ ମୋଟିଫ୍, ଭାସ୍କର୍ଯ୍ୟ ଏବଂ ଡିଜାଇନ୍ ପ୍ରଦର୍ଶନ କରେ। ପ୍ରତ୍ୟେକ କୋଠରୀକୁ ଓଡ଼ିଶାର ପରିଚୟ ଏବଂ ସାଂସ୍କୃତିକ ଐତିହ୍ୟକୁ ପ୍ରତିଫଳିତ କରିବା ପାଇଁ ଚିନ୍ତନଶୀଳ ଭାବରେ ଡିଜାଇନ୍ କରାଯାଇଛି। କଳିଙ୍ଗ ଅତିଥି ଭବନର ଉଦଘାଟନ ଏକ ଗୁରୁତ୍ୱପୂର୍ଣ୍ଣ ଗର୍ବର ମୁହୂର୍ତ୍ତ କାରଣ ଏହି ମର୍ଯ୍ୟାଦାଜନକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ପୂର୍ବରୁ ନିଜେ ମାନ୍ୟବର ରାଷ୍ଟ୍ରପତି କରିଥିଲେ।

powered by social2s

ବ୍ରହ୍ମପୁରରେ 'ଭରତ ଭେଟ' ଆଲୋଚନାଚକ୍ର: ଆଧ୍ୟାତ୍ମିକ କବି ଚିତ୍ରସେନ ମହାରଣାଙ୍କୁ ଶ୍ରେଷ୍ଠ ସ୍ଥାନର ଗୌରବ

Details
Odia Ray Admin
ଓଡିଶା
27 November 2025

ବ୍ରହ୍ମପୁର: ସାହିତ୍ୟ ଓ ସଂସ୍କୃତିର ମହାପୀଠ ଗଞ୍ଜାମ ଜିଲ୍ଲାରେ ପୁଣିଥରେ ସାହିତ୍ୟର ମହକ ବାରି ହୋଇଛି । ବ୍ରହ୍ମପୁରସ୍ଥିତ ଗଞ୍ଜାମ ସାହିତ୍ୟ ପରିବାର ଆନୁକୂଲ୍ୟରେ ଆୟୋଜିତ ଏକ ଉଚ୍ଚକୋଟୀର ଆଲୋଚନା ଚକ୍ରରେ ଓଡ଼ିଆ ସାହିତ୍ୟ ଜଗତର ବହୁ ବିଶିଷ୍ଟ କବି, ଲେଖକ ଓ ଗବେଷକ ଯୋଗ ଦେଇଥିଲେ । ଏହି ଅବସରରେ, ଆଧ୍ୟାତ୍ମିକ କବି ଚିତ୍ରସେନ ମହାରଣା ନିଜର ଚମତ୍କାର ଉପସ୍ଥାପନା ପାଇଁ ଶ୍ରେଷ୍ଠ ବକ୍ତା ଭାବେ ସମ୍ମାନିତ ହୋଇଛନ୍ତି । ରାମାୟଣ ଭିତ୍ତିକ 'ଭରତ ଭେଟ' ଉପରେ ଗଭୀର ଆଲୋଚନା ଏହି ମର୍ମଭେଦୀ ଆଲୋଚନା ଚକ୍ରର ମୁଖ୍ୟ ବିଷୟବସ୍ତୁ ଥିଲା: 'ଭରତ ଭେଟ' (ରାମାୟଣ) । ପ୍ରଭୁ ଶ୍ରୀରାମ ଓ ତାଙ୍କ ଭାଇ ଭରତଙ୍କ ମଧ୍ୟରେ ଥିବା ସ୍ନେହ, ତ୍ୟାଗ ଓ କର୍ତ୍ତବ୍ୟବୋଧର ମହାନ ଗାଥାକୁ ନେଇ ସମସ୍ତ ବକ୍ତା ନିଜ ନିଜର ମତାମତ ଉପସ୍ଥାପନ କରିଥିଲେ । ଉପସ୍ଥିତ ବୁଦ୍ଧିଜୀବୀମାନେ ଭରତଙ୍କ ରାଜ୍ୟ ପ୍ରତ୍ୟାଖ୍ୟାନ ଓ ରାମଙ୍କ ପାଦୁକାକୁ ସିଂହାସନରେ ଅଭିଷିକ୍ତ କରିବାର ମହତ୍ତ୍ୱ ଉପରେ ଗଭୀର ତତ୍ତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ । ଏହି ଆଲୋଚନା ଚକ୍ରର ବାତାବରଣ ଅତ୍ୟନ୍ତ ଆଧ୍ୟାତ୍ମିକ ଓ ଜ୍ଞାନପୂର୍ଣ୍ଣ ଥିଲା । ଚିତ୍ରସେନ ମହାରଣାଙ୍କ ତଥ୍ୟଭିତ୍ତିକ ଉପସ୍ଥାପନା ଗଞ୍ଜାମ ଜିଲ୍ଲା ଗାଙ୍ଗନାପୁରର ଅଧିବାସୀ ତଥା ଓଡ଼ିଆ ସାହିତ୍ୟ ସଂସଦର ପ୍ରତିଷ୍ଠାତା ଓ ସମ୍ପାଦକ ଆଧ୍ୟାତ୍ମିକ କବି ଚିତ୍ରସେନ ମହାରଣା ନିଜର ଓଜସ୍ୱିନୀ ବାଣୀ ଓ ତଥ୍ୟଭିତ୍ତିକ ଉପସ୍ଥାପନା ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସେ ଭରତଙ୍କ ଚରିତ୍ରକୁ କେବଳ ଭାଇର ପ୍ରେମ ନୁହେଁ, ବରଂ ଜଣେ ଆଦର୍ଶ ଶାସକ ତଥା ନିଃସ୍ୱାର୍ଥପର ରାଜନୀତିଜ୍ଞ ଭାବରେ ଚିତ୍ରଣ କରିଥିଲେ । ରାମାୟଣର ବିଭିନ୍ନ ପ୍ରସଙ୍ଗରୁ ଉଦ୍ଧୃତି ଦେଇ ସେ ପ୍ରମାଣ କରିଥିଲେ ଯେ କିପରି ଭରତ ନିଜର ବ୍ୟକ୍ତିଗତ ଇଚ୍ଛାକୁ ତ୍ୟାଗ କରି ଧର୍ମ ଓ କର୍ତ୍ତବ୍ୟକୁ ଶ୍ରେଷ୍ଠ ମନେ କରିଥିଲେ । ତାଙ୍କର ଏହି ଗଭୀର ବିଶ୍ଳେଷଣ ପାଇଁ ବିଚାରକ ମଣ୍ଡଳୀ ତାଙ୍କୁ ଶ୍ରେଷ୍ଠ ସ୍ଥାନର ଗୌରବରେ ଭୂଷିତ କରିଥିଲେ । ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧନା ଗଞ୍ଜାମ ସାହିତ୍ୟ ପରିବାରର କର୍ମକର୍ତ୍ତାମାନେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ଚିତ୍ରସେନ ମହାରଣାଙ୍କୁ ଉତ୍ତରୀୟ, ମାନପତ୍ର ଏବଂ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ସାହିତ୍ୟ ପରିବାରର ସଭାପତି ଏହି ଅବସରରେ କହିଥିଲେ ଯେ, "ଚିତ୍ରସେନ ବାବୁଙ୍କର ଭାଷାଶୈଳୀ ଓ ରାମାୟଣର ତତ୍ତ୍ୱ ଉପରେ ଥିବା ଗଭୀର ଜ୍ଞାନ ଅତୁଳନୀୟ । ତାଙ୍କର ବିଜୟ ସମଗ୍ର ଗଞ୍ଜାମ ସାହିତ୍ୟ ଜଗତ ପାଇଁ ଗୌରବ ଆଣିଛି । ଓଡ଼ିଆ ସାହିତ୍ୟ ସଂସଦ ମାଧ୍ୟମରେ ସେ ଯେଉଁ ସାହିତ୍ୟ ସେବା କରୁଛନ୍ତି, ତାହା ପ୍ରଶଂସନୀୟ ।" ନିଜର ପ୍ରତିକ୍ରିୟାରେ ଚିତ୍ରସେନ ମହାରଣା ଗଞ୍ଜାମ ସାହିତ୍ୟ ପରିବାରକୁ କୃତଜ୍ଞତା ଜଣାଇବା ସହ କହିଥିଲେ ଯେ, ଏଭଳି ପୁରାତନ ସାହିତ୍ୟର ଆଲୋଚନା ଆଜିର ଯୁବପିଢ଼ିଙ୍କୁ ମୂଲ୍ୟବୋଧ ଆଧାରିତ ଜୀବନ ବଞ୍ଚିବାକୁ ପ୍ରେରଣା ଦେବ ।

powered by social2s

ଓଡ଼ିଶାରେ ଚତୁର୍ଥ ଥର ପାଇଁ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ

Details
Odia Ray Admin
ଓଡିଶା
27 November 2025

ଭୁବନେଶ୍ୱର: ଡିସେମ୍ବର ମାସ ୯ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ଓଡ଼ିଶାରେ ଚତୁର୍ଥ ଥର ପାଇଁ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। ଆଜି କଳିଙ୍ଗ ଷ୍ଟାଡ଼ିୟମ ଠାରେ ଆୟୋଜିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟର ଆୟୋଜନ ସମ୍ବନ୍ଧରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଚଳିତ ବର୍ଷ ୨୨ଟି ଦେଶ - ଭାରତ, ଫିନଲ୍ୟାଣ୍ଡ, ହଙ୍ଗକଙ୍ଗ ଚାଇନା, ଶ୍ରୀଲଙ୍କା, ମ୍ୟାଲେସିଆ, ଇଜରେଲ, ଜାପାନ, ସ୍ପେନ୍‌, ଇଜିପ୍ଟ, ଇଣ୍ଡୋନେସିଆ, ଆମେରିକା, ଅଷ୍ଟ୍ରେଲିଆ, ଇଂଲଣ୍ଡ, ଥାଇଲାଣ୍ଡ, ବଲଗେରିଆ, ଚାଇନିଜ-ତାଇପେଇ, ୟୁଏଇ, ଉଗାଣ୍ଡା, ସାଉଦି ଆରବିଆ, ଭେନେଜୁଆଲା, ରସିଆ, ବାଙ୍ଗଲାଦେଶର କ୍ରୀଡ଼ାବିତ୍‌ମାନେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟରେ କରିବେ। ୨୨ଟି ଦେଶରୁ ୪୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ପ୍ରତିଯୋଗିତା ପୁରୁଷ ସିଙ୍ଗଲସ୍‌ (Men's Singles), ମହିଳା ସିଙ୍ଗଲସ୍‌ (Women's Singles) ପୁରୁଷ ଡ଼ବଲସ୍‌ (Men's Doubles) ମହିଳା ଡ଼ବଲସ୍ (Women's Doubles) ଏବଂ ମିକ୍ସଡ଼ ଡ଼ବଲସ୍ (Mixed Doubles) କ୍ୟାଟାଗୋରୀରେ ଆୟୋଜିତ ହେବ। ବିଶ୍ୱର ଟପ୍ ରାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ଖେଳାଳୀମାନେ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେବେ ବୋଲି ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ। ଏଥିସହ ଡ଼ିସେମ୍ବର ୧ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ୩୭ତମ ଜାତୀୟ ସବ ଜୁନିୟର ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍‌ର ଆୟୋଜନ କଳିଙ୍ଗ ଷ୍ଟାଡ଼ିୟମ ଠାରେ କରାଯିବ। ଅଣ୍ଡର-୧୫ ଓ ଅଣ୍ଡର-୧୭ରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବ। ସାରା ଦେଶରୁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ପ୍ରାୟ ୭୫୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ଅଣ୍ଡର-୧୫ ଓ ଅଣ୍ଡର-୧୭ ଟିମ୍‌ରେ ମୋଟ ୨୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି। ବିଗତ ଦିନରେ ଓଡ଼ିଶାରେ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ଏବଂ ଏସିଆନ ଟେବୁଲ ଟେନିସ ଚାମ୍ପିୟନସିପ ଭଳି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ ସଫଳତାର ସହ କରାଯାଇଛି। ବିଭିନ୍ନ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରି ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଓଡ଼ିଶା ମାଷ୍ଟର୍ସ ଟୁର୍ଣ୍ଣାମେଣ୍ଟର ସଫଳ ଆୟୋଜନ ସହ ଓଡ଼ିଶାରେ କ୍ରୀଡ଼ାର ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି। ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ର ସଭାପତି ଶ୍ରୀ ରାଜେଶ ପ୍ରଭାକର ପାଟିଲ୍ କହିଛନ୍ତି ଯେ, ଓଡ଼ିଶାରେ ଏହି ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଆମ ପାଇଁ ଗର୍ବର ବିଷୟ। ଏହା ଓଡ଼ିଶାର ସମସ୍ତ କ୍ରୀଡ଼ାପ୍ରତିଭାମାନଙ୍କୁ ପ୍ରେରିତ କରିବ। ବିଭିନ୍ନ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରି ବିଶ୍ୱକ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି। ଆଜିର କାର୍ଯ୍ୟକ୍ରମରେ ଓଡ଼ିଶା ମାଷ୍ଟର୍ସ ୨୦୨୫ ଟୁର୍ଣ୍ଣାମେଣ୍ଟ ଆୟୋଜନ ଏବଂ ବ୍ୟାଡ଼ମିଣ୍ଟନ ଖେଳର ପ୍ରଚାର ଓ ପ୍ରସାର ପାଇଁ ଉଦ୍ଦିଷ୍ଟ ଏକ ପ୍ରଚାର ଭ୍ୟାନକୁ ପତାକା ଦେଖାଇ ମନ୍ତ୍ରୀ ଶ୍ରୀ ସୂରଜ ଏହାର ଶୁଭାରମ୍ଭ କରିଥିଲେ। ଏଥିସହ ଓଡ଼ିଶା ମାଷ୍ଟର୍ସ ୨୦୨୫ ଟୁର୍ଣ୍ଣାମେଣ୍ଟର ଲୋଗୋ ଉନ୍ମୋଚିତ ହୋଇଥିଲା। ଟୁର୍ଣ୍ଣାମେଣ୍ଟ ମାସ୍କଟ "ଓଲି" ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସମସ୍ତ କ୍ରୀଡ଼ା ପ୍ରଶଂସକମାନଙ୍କୁ ଉତ୍ସାହିତ କରିଥିଲେ।

powered by social2s

ଆଚରଣ ଓ ଉଚ୍ଚାରଣରେ ସଂଜମତା ରଖନ୍ତୁ: ମନ୍ତ୍ରୀ ଓ ବିଧାୟକଙ୍କୁ ରାଷ୍ଟ୍ରପତିଙ୍କ ପରାମର୍ଶ

Details
Odia Ray Admin
ଓଡିଶା
27 November 2025

ଭୁବନେଶ୍ବର: ଆଜି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନକୁ ସମ୍ବୋଧିତ କରି ମନ୍ତ୍ରୀ ଓ ବିଧାୟକଙ୍କୁ ଆଚରଣ ଓ ଉଚ୍ଚାରଣରେ ସଂଜମତା ରକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କହିଛନ୍ତି ଯେ, ଗୃହରେ ସଦସ୍ୟଙ୍କ ଆଚରଣ ଶୃଙ୍ଖଳିତ ହେଉ। କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି। ଆପଣଙ୍କ ଗହଣରେ ଉପସ୍ଥିତ ରହି ବହୁତ ଆନନ୍ଦିତ। ପୂର୍ବରୁ ଅନେକ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଛି, କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ନିଶ୍ଚିତ ନିଆରା ବୋଲି ପ୍ରକାଶ କରିଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି ଯେ ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ଏଠି ପହଞ୍ଚି ପାରି ନ ଥାନ୍ତି। ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛି,ଏହି ଗୃହରେ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ଦେଇଛି, ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଛି। ଆଜି ମୁଁ ସେମାନଙ୍କୁ ପାଖରେ ପାଇ ଆବିଭୂତ। ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ବ ବଢ଼ିଛି। ଆଜି ବିଧାନସଭାକୁ ଜଣେ ମହିଳା ବାଚସ୍ପତି ଚଳାଉଛନ୍ତି। ଏହା ବିକଶିତ ଭାରତର ପରିକଳ୍ପନା ପାଇଁ ସମ୍ଭବ। ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ। ତେଣୁ ଓଡ଼ିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇ ପାରିବ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବାର ଆବଶ୍ୟକତା ରହିଛି। ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରନ୍ତୁ ବୋଲି ଗୃହର ସଦସ୍ୟମାନଙ୍କୁ ଉପଦେଶ ଦେଇଛନ୍ତି ରାଷ୍ଟ୍ରପତି ମୁର୍ମୁ। ବିଧାୟିକାରୁ ରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଧାନସଭା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୦୦ରୁ ୨୦୦୯ ଯାଏଁ ଥିଲେ ବିଧାୟିକା। ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରୁ ୨ ଥର ନିର୍ବାଚିତ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ମନ୍ତ୍ରିପରିଷଦରେ ସ୍ଥାନ ପାଇଥିଲେ। ୨୦୦୨ ପର୍ଯ୍ୟନ୍ତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଥିଲେ। ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଥିଲେ। ୨୦୦୭ରେ ଶ୍ରେଷ୍ଠ ବିଧାୟିକା ଭାବେ ପୁରସ୍କୃତ ହୋଇଥିଲେ। ୨୦୧୫ରେ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ।

powered by social2s

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

Details
Odia Ray Admin
ଓଡିଶା
27 November 2025

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିବଂଗତ ସଦସ୍ୟଙ୍କ ଉଦେଶ୍ୟରେ ହେଲା ଶୋକ ପ୍ରସ୍ତାବ ଆଗତ । ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ଅପରାହ୍ଣରେ ଗୃହକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜିଠୁ ୩୧ ଯାଏ ବିଧାନସଭାର ଶୀତ ଅଧିବେଶନ।

powered by social2s

More Articles ...

  1. ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  2. ବାଲେଶ୍ବରରେ ବେଆଇନ ବାଲି ଚାଲାଣ ବେଳେ ଚଢ଼ାଉ
  3. ସମ୍ବିଧାନ ଦିବସ
Page 299 of 2255
  • Start
  • Prev
  • 294
  • 295
  • 296
  • 297
  • 298
  • 299
  • 300
  • 301
  • 302
  • 303
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.