ବାଲିଯାତ୍ରା ଭିଡ଼ରେ ୨ ଅସୁସ୍ଥ
କଟକ: ଆଜି କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପ୍ରବଳ ଭିଡ଼ ଯୋଗୁଁ ୨ ଜଣ ଅସୁସ୍ଥ ହୋଇପଡ଼ିଥିବା ସୂଚନା। ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ପ୍ରବଳ ଭିଡ଼ ପରିସ୍ଥିତି ଦେଖାଦେଇଛି। ଆଜି ବାଲିଯାତ୍ରାର ଶେଷ ଦିନ।
କଟକ: ଆଜି କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପ୍ରବଳ ଭିଡ଼ ଯୋଗୁଁ ୨ ଜଣ ଅସୁସ୍ଥ ହୋଇପଡ଼ିଥିବା ସୂଚନା। ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ପ୍ରବଳ ଭିଡ଼ ପରିସ୍ଥିତି ଦେଖାଦେଇଛି। ଆଜି ବାଲିଯାତ୍ରାର ଶେଷ ଦିନ।
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ଗୃହକୁ ସମ୍ବୋଧିତ କରିବେ । ଏହି ପରିପ୍ରେକ୍ଷୀରେ ଆଜି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ କିପରି ତ୍ରୁଟିଶୂନ୍ୟ ଓ ସଫଳତାର ସହ ସଂପନ୍ନ ହେବ ସେ ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ଓ ଉପସ୍ଥିତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହି ଅବସରରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ ସିଂହ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ, ଓପିଟିସିଏଲ ସିଏମଡି ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ରାଧାକୃଷ୍ଣ ଶର୍ମା, ଭୁବନେଶ୍ୱର-କଟକ ପୋଲିସ କମିଶନର ଶ୍ରୀ ଏସ୍. ଦେବ ଦତ୍ତ ସିଂହ, ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଶ୍ରୀ ଆର୍. ପି କୋଚ୍ଚେ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, ବିଏମ୍ସି କମିଶନର ଶ୍ରୀ ଚଞ୍ଚଳ ରାଣା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ପୁରୀ: ପୁରୀ ଶ୍ରୀମନ୍ଦିରରେ ହେଲା ମହାପ୍ରଭୁଙ୍କ ବଡ଼ମହାସ୍ନାନ। ଦ୍ୱିତୀୟ ଭୋଗମଣ୍ଡପ ପରେ କରାଗଲା ବଡ଼ମହାସ୍ନାନ। ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ କରାଯାଇଛି ବଡ଼ମହାସ୍ନାନ ନୀତି । ବଡ଼ମହାସ୍ନାନ ନୀତି ଚାଲିଥିବାରୁ ଦର୍ଶନ ପ୍ରାୟ ଏକଘଣ୍ଟା ବନ୍ଦ ରହିଥିବା ସୂଚନା।
ପୁରୀ: ପୁରୀ ଶ୍ରୀସେତୁ ନିକଟ ଜଳଭଣ୍ଡାରରୁ ନାବାଳକର କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପରିବାର ପକ୍ଷରୁ ଅଣାଯାଇଛି ହତ୍ୟା ଅଭିଯୋଗ। ମୃତ ନାବାଳକ ଟାଉନ ଥାନା ଅଞ୍ଚଳର ହୋଇଥିବା ସୂଚନା। ମଙ୍ଗଳବାରଠୁ ନିଖୋଜ ଥିଲେ। ପୁଅ ନିଖୋଜ ନେଇ ଟାଉନ ଥାନାରେ ହୋଇଥିଲା ଅଭିଯୋଗ।
ଭୁବନେଶ୍ୱର: କଟକ ବାଲିଯାତ୍ରାର ଗୋଟିଏ ଦିନ ପୂର୍ବରୁ ପାରାଦୀପରେ କଳିଙ୍ଗ ବାଲିଯାତ୍ରାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କଳିଙ୍ଗ ବାଲିଯାତ୍ରା ହେଉଛି ଓଡ଼ିଆ ସାଧବ ପୁଅଙ୍କ ସାହସର ପ୍ରତୀକ। ସେଇଥି ପାଇଁ ପାରାଦୀପ ଆଜି ପୂର୍ବ ଭାରତରେ ବିକାଶର ମୁଖଶାଳା ପାଲଟିଛି। ସେହିଭଳି ତିର୍ତ୍ତୋଲ ରେ ମଧ୍ୟ ବାଲି ଯାତ୍ରା ଅନୁଷ୍ଠିତ ହୋଇଛି। ପଡ଼ିଆରେ ଦେଖିବାକୁ ମିଳିଛି ବିଭିନ୍ନ ପ୍ରକାର ର ଷ୍ଟଲ୍। ବିଭିନ୍ନ ପ୍ରକାରର ଖାଦ୍ୟ ମଧ୍ୟ ଏହି ଷ୍ଟଲରେ ରହିଛି। ଏହି ଅବସରରେ ଅପରାହ୍ନ ରୁ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ କରାଯାଇଥିଲା। ସ୍ଥାନୀୟ ଅଞ୍ଚଳର ସଙ୍ଗଠନ ଓ ବାହାର ଜିଲ୍ଲାର ସଙ୍ଗଠନ ଗୁଡିକ ସେମାନଙ୍କର କଳାକୃତି ପଦର୍ଶିତ କରିଥିଲେ। ସେହି ଭଳି ପାରାଦୀପ କଳିଙ୍ଗ ବାଲି ଯାତ୍ରା ଓ ପରଦିନ ତିର୍ତ୍ତୋଲ ବାଲି ଯାତ୍ରା ସନ୍ଧ୍ୟା ରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମାନେ ଓଡ଼ିଶୀ ନୃତ୍ୟ କରି ଦର୍ଶକ ଙ୍କ ମନ କୁ ମୋହି ଥିଲେ। ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ତାରିଣୀ,ଜ୍ୟୋତିର୍ମୟୀ,ଶୁଭଶ୍ରୀ, ସମ୍ପନ୍ନI,ଅନୁଷ୍କା,ପ୍ରିୟଙ୍କା ଏବଂ ପ୍ରୀୟାଶି ନୃତ୍ୟ ପରିବେଷଣ କରି ଥିଲେ।
ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି। ଏହି ଅବସରରେ ନୀଳଗିରି ଠାରୁ ମିତ୍ରପୁର ପର୍ଯ୍ୟନ୍ତ ଆୟୋଜିତ ପଦ ଯାତ୍ରାରେ ସାହସ୍ରାଧିକ ଛାତ୍ରଛାତ୍ରୀ, ଯୁବବର୍ଗ, ଜନସାଧାରଣ ଓ ସରକାରୀ ଅଧିକାରୀମାନେ ଭାଗ ନେଇ ପ୍ରାୟ ୯ କି. ମି ବାଟ ପଦଯାତ୍ରା କରିଥିଲେ। ଏଥିସହିତ ଛାତ୍ରଛାତ୍ରୀ ମାନେ ୧୦୦ ଫୁଟ ବିଶିଷ୍ଟ ତ୍ରିରଙ୍ଗା ପତାକା ଧରି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀଳଗିରି ରେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହିତ ପୋଲିସ ପଡ଼ିଆ ଠାରେ ଆୟୋଜିତ ସ୍ଵାଧୀନତା ସଂଗ୍ରାମ ରେ ବାଲେଶ୍ୱର ଜିଲ୍ଲାର ଭୂମିକା ଏବଂ ସର୍ଦ୍ଦାର ପଟେଲଙ୍କ ଜୀବନୀ ଶୀର୍ଷକ ଫଟୋଚିତ୍ର ପ୍ରଦର୍ଶନୀକୁ ବୁଲି ଦେଖିଥିଲେ । ଏହି ଅବସରରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଏକତା ପଦଯାତ୍ରା କେବଳ ଏକ ସାଧାରଣ ପଦଯାତ୍ରା ନୁହେଁ, ଏହା ଭାରତୀୟତାର ପ୍ରତୀକ, ଦେଶକୁ ଏକ ରଖିବା ପାଇଁ ସାଧାରଣ ନାଗରିକଙ୍କ କର୍ତ୍ତବ୍ୟର ପ୍ରତୀକ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଯେଉଁ ମାଟିରେ ଆମେ ଛିଡା ହୋଇଛେ, ନୀଳଗିରି, ଏହା କେବଳ ଏକ ଭୌଗଳିକ ସ୍ଥାନ ନୁହେଁ, ଏହା ହେଉଛି ଜନଶକ୍ତି ଓ ଲୋକତନ୍ତ୍ରର ସ୍ପନ୍ଦନ। ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ, ଯାହା ଶୋଷଣ ବିରୋଧରେ, ଅନ୍ୟାୟ ବିରୋଧରେ, ଏବଂ ଅଧିକାର ପାଇଁ ପ୍ରଜାଙ୍କ ମିଳିତ ସ୍ୱରର "ଏକତା" ର ଗାଥା କୁହେ। ବ୍ରିଟିଶ ବିରୋଧୀ ଆନ୍ଦୋଳନର ପ୍ରଭାବରେ, ନୀଳଗିରିରେ ସ୍ଥାନୀୟ ଯୁବକ, କୃଷକ, ଶ୍ରମିକ, ଶିକ୍ଷିତ ଲୋକେ ଏକତାବଦ୍ଧ ହୋଇଥିଲେ । ନୀଳଗିରି ପ୍ରଜା ଆନ୍ଦୋଳନର ପରିଣାମ କେବଳ ରାଜ୍ୟ ଅଧିକାର ନୁହେଁ, ପ୍ରଜାଙ୍କ ଆତ୍ମସମ୍ମାନ, ମର୍ଯ୍ୟାଦା ଏବଂ ଲୋକତନ୍ତ୍ରୀୟ ଚେତନାର ବିଜୟ ଥିଲା। ଏହି ଆନ୍ଦୋଳନ ପ୍ରମାଣ କରିଥିଲା ଯେ, ପ୍ରଜା ଯଦି ଏକତାବଦ୍ଧ ହୁଅନ୍ତି, କୌଣସି ଅତ୍ୟାଚାରୀ ଶକ୍ତି ତାଙ୍କୁ ଦମନ କରିପାରେନି। ଆଜିର ଏହି ଗଣ ପଦଯାତ୍ରା ଆମକୁ ସେହି "ଭିନ୍ନତାରେ ଏକତାର" ସନ୍ଦେଶ ଦେଉଛି। ଜାତି, ଧର୍ମ, ଭାଷା, ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ। ଏହି ଏକତା ହେଉଛି ଆମର ଶକ୍ତି, ଆମର ପରିଚୟ ବୋଲି ସେ କହିଥିଲେ। ସେ ଆହୁରି କହିଥିଲେ ଯେ, ଆମ ସରକାର ଆସିଲା ପରଠୁ, ଏହି ବିଷୟରେ ସଂପୂର୍ଣ୍ଣ ଭାବେ ସଚେତନ ଅଛନ୍ତି ଏବଂ ଯୁବ ବର୍ଗଙ୍କ କଲ୍ୟାଣ ପାଇଁ ନିଯୁକ୍ତି ଠାରୁ ଆରମ୍ଭ କରି ଶିକ୍ଷା, ଖେଳକୁଦ, କ୍ରିଏଟିଭିଟି ପାଇଁ ନୂତନ ସୁଯୋଗ ସରକାର କାର୍ଯ୍ୟକାରୀ କରୁଛନ୍ତି। ମାନନୀୟ ମୋଦୀ ଜୀଙ୍କ ମନ୍ତ୍ର, ଦେଶର ଚାରିବର୍ଗ ଅର୍ଥାତ୍ ‘କୃଷକ, ଗରିବ, ମହିଳା ଏବଂ ଯୁବା’ ଭିତରେ ଯୁବ ଗୋଷ୍ଠୀ ଏକ ସ୍ଵତନ୍ତ୍ର ସ୍ଥାନ ଅଧିକାର କରନ୍ତି। ତେଣୁ ଆମ ସରକାର ବି ମୋଦୀ ଜୀଙ୍କର ଏହି ଭାବନାକୁ ସଂପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରିବା ପାଇଁ ଯାହାସବୁ ସମ୍ଭବ, କରିବା ପାଇଁ ପ୍ରସ୍ତୁତ ଅଛନ୍ତି ଏବଂ କରୁଛନ୍ତି ମଧ୍ୟ। ଏହି ଅବସରରେ ମୁଁ ଆପଣମାନଙ୍କୁ ଆହ୍ୱାନ କରୁଛି — ଆମେ ସମସ୍ତେ ମିଳିମିଶି ସଂଘବଦ୍ଧ ହୋଇ ସଶକ୍ତ ଓ ସମୃଦ୍ଧ ଓଡ଼ିଶା ଓ ଭାରତ ଗଢ଼ିବାରେ ଲାଗି ପଡ଼ିବା। ଏହି ପଦଯାତ୍ରା ଅବସରରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି ଯେ ଆଜିର ଯୁଗ ହେଉଛି ଶିକ୍ଷା ଓ ଜ୍ଞାନର ଯୁଗ। ଆମ ଯୁବ ସମାଜକୁ ଦେଶ ଗଢ଼ିବାରେ ନେତୃତ୍ୱ ଦେବାକୁ ଆଗେଇ ଆସିବା ଆବଶ୍ୟକ। ଆଜିର ଏକତା ପଦଯାତ୍ରା ସେହି ଯୁବସମାଜକୁ ଆଗେଇ ଆସିବାକୁ ଆହ୍ୱାନ। ଉକ୍ତ କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଶାସକ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ଶ୍ରୀ ପଦ୍ମ ଲୋଚନ ପଣ୍ଡା, ବାଲେଶ୍ୱର ବିଧାୟକ ଶ୍ରୀ ମାନସ କୁମାର ଦତ୍ତ ଓ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି ପ୍ରମୁଖ ମଂଚାସୀନ ଥିଲେ। ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ କୁମାର ଖଟୁଆ ସ୍ୱାଗତଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଧନ୍ୟବାଦ ଦେଇଥିଲେ।
ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ। ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ପରେ ହେବ ବନକଲାଗି ନୀତି।