• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଜାତୀୟ ସେବା ଶିବିର ଉଦଯାପିତ

Details
Odia Ray Admin
ଓଡିଶା
08 November 2025

ଫୁଲବାଣୀ : (ବାଳକୃଷ୍ଣ କହଁର) : ଚକାପାଦ ବ୍ଲକ ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ପୋଷ୍ୟ ଗ୍ରାମ (ଗୁଡ୍ରିଗାଁ )ରେ ଦୀର୍ଘ ୭ ଦିନ ଧରି ଚାଲୁ ରହିଥିବା ଜାତୀୟ ସେବା ଯୋଜନାର ସ୍ଵତନ୍ତ୍ର ଶିବିର ଉଦଯାପିତ ହୋଇଯାଇଛି । ଏଥିରେ ବିଦ୍ୟାଳୟ ର ବରିଷ୍ଠ ଅଧ୍ୟାପକ ରାମକୃଷ୍ଣ ମହାନ୍ତିଙ୍କ ପୌରହିତ୍ୟରେ ଆୟୋଜିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଟିକାବାଲି କଲେଜର ଅଧ୍ୟକ୍ଷ ଶ୍ରୀ ଦିନବନ୍ଧୁ ମହାନ୍ତି ଓ ମୁଖ୍ୟ ବକ୍ତା ଭାବରେ ସେହି କଲେଜର ବରିଷ୍ଠ ଅଧ୍ୟାପକ ଶ୍ରୀ ବନମାଳୀ ବେହେରା । ସ୍ଵତନ୍ତ୍ର ଶିବିରରେ ଯୋଗଦେଇ ସମାଜ ସେବାରେ ନୟୋଜିତ କରିଥିବାରୁ ସ୍ଵେଚ୍ଛାସେବୀ ମାନଙ୍କୁ ଧନ୍ୟବାଦ ଦେବା ସହିତ ଭବିଷ୍ୟତରେ ସୁସ୍ଥ ସମାଜ ଗଠନ କରିବାକୁ ଉପଦେଶ ଦେଇଥିଲେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ମହାନ୍ତି ଛାତ୍ର ଜୀବନରେ ସମାଜ ସେବା ବାବଦରେ । ମୁଖ୍ୟବକ୍ତା ଶ୍ରୀଯୁକ୍ତ ବେହେରା ସମାଜ ଓ ଦେଶ ପାଇଁ ଛାତ୍ରଛାତ୍ରୀ ମାନଙ୍କର ନୈତିକ ଦାଇତ୍ଵ ସମ୍ବନ୍ଧରେ ବକ୍ତବ୍ୟ ରଖିଥିଲେ ସମ୍ମାନିତ ଅତିଥି ଡଃ ବାବୁଲା ପାଟଜୋଶୀ ଶିବିରରେ ୫୦ ଜଣ ଙ୍କୁ ନେ଼ଇ ସ୍ଵେଚ୍ଛାସେବୀ ରହି ସେଠାରେ ଶଙ୍କରାଖୋଲ ଓ ପୋଷ୍ୟଗ୍ରାମ ଗୁଡ୍ରିଗା ରେ ସଫେଇ କାର୍ଯ୍ୟ , ବୃକ୍ଷ ରୋପଣ , ନାରୀଶିକ୍ଷା , ବାଲ୍ୟବିବାହ ଓ ଅନ୍ଧବିଶ୍ଵାସ ଦୂରୀକରଣ , ନିଶାମୁକ୍ତ ସମାଜ ଗଠନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିଥିଲେ । ବିଭିନ୍ନ ଦିବସ ମାନଙ୍କରେ ଭୁବନେଶ୍ବର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଜାତୀୟ ସେବା ଯୋଜନାର ସଂଯୋଜକ ଡଃ ବିଶ୍ଵ ମୋହନ ଜେନା , ସ୍ଥାନୀୟ ନିଶାନିବାରଣ ଅନୁଷ୍ଠାନର ଶ୍ରୀ ମଳୟ ମହାନ୍ତି , ଲୋକନାଥ ରଣା , ସୁଯୋଗ ବେହେରା , ସମ୍ବାଦ ପ୍ରତିନିଧି ମନୋଜ କୁମାର ଗୌଡ ପ୍ରମୁଖ ଶିବିର ପରିଦର୍ଶନ କରି ସଚେତନ ବାର୍ତ୍ତା ଦେଇଥିଲେ । ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ଥିଲେ ଅଧ୍ୟାପକ ବୈକୁଣ୍ଠ ନାଥ ପଣ୍ଡା, ସଞ୍ଜୟ କୁମାର ନାୟକ , ସନ୍ୟାସୀ ଜେନା , ଏମ. ବାଳକ୍ରୀଷ୍ଣା ଦୋରା , ଅରବିନ୍ଦ ପଟ୍ଟନାୟକ ,କାହ୍ନୁ ଚରଣ ସାହୁ । ଅତିଥି ମାନଙ୍କ ଦ୍ଵାରା ସ୍ଵେଚ୍ଛାସେବୀ ମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା । ଅଧ୍ୟାପିକା ଶ୍ରୀମତୀ ରିତାଞ୍ଜଳି ସାହୁ ଅତିଥି ମାନଙ୍କୁ ପରିଚୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ରୀନାରାଣୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।କନ୍ଧମାଳ ରୁ ଜିଲ୍ଲା ପ୍ରତିନିଧି ବାଳକୃଷ୍ଣ କହଁର ଙ୍କ ରିପୋର୍ଟ।

powered by social2s

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

Details
Odia Ray Admin
ଓଡିଶା
08 November 2025

ନୂଆପଡ଼ା: ନୂଆପଡ଼ାରେ ରୋଡ୍‌ ଶୋ’ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍‌ ଶୋ’ କଲେ ମୁଖ୍ୟମନ୍ତ୍ରୀ। ନୂଆପଡ଼ାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରାଯାଇଛି। ରୋଡ୍‌ ଶୋ’ ରେ ବିଜେପି ରାଜ୍ଯ ସଭାପତି ମନମୋହନ ସାମଲ ଓ ମନ୍ତ୍ରୀ ସୁରେଶ ପୂଜାରୀ, ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ସାଂସଦ ମାଳବିକା ଦେବୀ ସାମିଲ୍‌ ହୋଇଥିଲେ। ସୁନାବେଡା ଅଞ୍ଚଳବାସୀଙ୍କ ସମସ୍ୟା ବୁଝି ଯେଉଁ ଦାବି ଗୁଡିକ ସମାଧାନ ହୋଇପାରିବ ସେ ଉପରେ ନିର୍ବାଚନ ପରେ ବିଚାର କରିବାକୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମାଝୀ।

powered by social2s

କାର୍ ଧକ୍କାରେ ୨ ଛାତ୍ରୀଙ୍କ ମୃତ୍ୟୁ

Details
Odia Ray Admin
ଓଡିଶା
08 November 2025

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା କାର୍ ଧକ୍କାରେ ୨ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଜାତୀୟ ରାଜପଥ ୨୦ ବାରିଗାଁରେ ଦୁର୍ଘଟଣା ଘଟିଛି। ମୃତକ ୨ ଜଣ କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ। ସାଇକେଲ୍‌ରେ ବେଲବାହାଳି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା।

powered by social2s

ୟୁକୋ ବ୍ୟାଙ୍କରେ ନକଲି ସୁନା ଦେଇ ୮୫ଲକ୍ଷ ନେଇଥିବା ସୁନା ମୂଲ୍ୟାଙ୍କନକାରୀ ଗିରଫ

Details
Odia Ray Admin
ଓଡିଶା
07 November 2025

ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୟୁକୋ ବ୍ୟାଙ୍କ ର ସୁନା ମୂଲ୍ୟାଙ୍କନକାରୀ ଭାବେ ଥିବା ପି.ସତ୍ୟରାମ ଆଚାରୀ ଓରଫ ବଣ୍ଟି ନକଲି ସୁନା ଜମା କରି ୟୁକୋ ବ୍ୟାଙ୍କ ବାଲିଗୁଡ଼ା ଶାଖାରୁ ସ୍ୱର୍ଣ୍ଣ ଋଣ ହାତେଇଥିଲେ। ଏ ଘଟଣା ଜଣାପଡିବା ପରେ ଶ୍ରୀ ଆଚାରୀ ଉକ୍ତ ଦିନ ଠାରୁ ଫେରାର ହୋଇଥିଲେ, କୌଣସି ପ୍ରକାରେ ବାଲିଗୁଡା ପୋଲିସ ଖବର ପାଇ ଅଭିଯୁକ୍ତ ପି. ସତ୍ୟରାମ ଆଚାରୀଙ୍କ ଦ୍ୱାରା ଜାଲିଆତି ଏବଂ ଠକେଇ ସମ୍ପର୍କିତ ଦସ୍ତାବିଜ ଆଧାରରେ ବ୍ରହ୍ମପୁର ପୋଲିସ ସହାୟତାରେ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଘଟଣା ରୁ ପ୍ରକାଶ ଯେ, ୨୦୨୫ ମସିହା ମଇ ମାସ ୨୧ ତାରିଖ ରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ୟୁକୋ ବ୍ୟାଙ୍କର ଶାଖା ପରିଚାଳକ ମାନସ ରଞ୍ଜନ ନାୟକ ଲିଖିତ ଭାବରେ ବାଲିଗୁଡା ଥାନାରେ ଏତଲାରେ ଦର୍ଶାଇଥିଲେ ଯେ, ପି.ସତ୍ୟରାମ ଆଚାରୀ ବାଲିଗୁଡ଼ା ଶାଖା ୟୁକୋ ବ୍ୟାଙ୍କର ସୁନା ମୂଲ୍ୟାଙ୍କନକାରୀ ଭାବରେ କାର୍ଯ୍ୟ କରୁଥିଲେ। ପି. ସତ୍ୟରାମ ଆଚାରୀ ଓରଫ ବଣ୍ଟି ଙ୍କ ବାଲିଗୁଡ଼ା ବଜାରରେ ଗୋଟିଏ ଅଳଙ୍କାର ଦୋକାନ ଅଛି। ପି. ସତ୍ୟରାମ ଆଚାରୀ ଙ୍କ ଅଳଙ୍କାର ଦୋକାନରେ ଜି. ସୀମାଞ୍ଚଳ ରେଡ୍ଡୀ, ମିସ୍ ରୁନୁବାଳା ପ୍ରଧାନ ଏବଂ ମିସ୍ ସୁଦୀପ୍ତ ନାୟକ ନାମକ ତିନି ଜଣ ବ୍ୟକ୍ତି କାମ କରୁଥିଲେ। ଅଭିଯୁକ୍ତ ପି. ସତ୍ୟରାମ ଆଚାରୀ ତାଙ୍କ କର୍ମଚାରୀ ଜି. ସୀମାଞ୍ଚଳ ରେଡ୍ଡୀ, ମିସ୍ ରେଣୁବାଳା ପ୍ରଧାନ ଏବଂ ମିସ୍ ସୁଦୀପ୍ତ ନାୟକଙ୍କ ମାଧ୍ୟମରେ ସିକ୍ୟୁରିଟି ଭାବରେ ନକଲି ସୁନା ଜମା କରି ୟୁକୋ ବ୍ୟାଙ୍କ, ବାଲିଗୁଡ଼ା ଶାଖାରୁ ସ୍ୱର୍ଣ୍ଣ ଋଣ ପାଇଥିଲେ। ସେମାନେ ଜି. ସୀମାଞ୍ଚଳ ରେଡ୍ଡୀ, ମିସ୍ ରୁନୁବାଳା ପ୍ରଧାନ ଏବଂ ମିସ୍ ସୁଦୀପ୍ତ ନାୟକଙ୍କ ନାମରେ ୧୪ଟି ସ୍ୱର୍ଣ୍ଣ ଋଣ ମଞ୍ଜୁର କରିଛନ୍ତି ଯାହାର ମୋଟ ପରିମାଣ ୮୫ ଲକ୍ଷ ୮୬ ହଜାର ଟଙ୍କା। ସୁନା ଋଣ ମଞ୍ଜୁର ହେବା ପରେ, ଅଭିଯୁକ୍ତ ପି. ସତ୍ୟରାମ ଆଚାରି ଜି. ସୀମାଞ୍ଚଳ ରେଡ୍ଡୀ, ମିସ୍ ରୁନୁବାଳା ପ୍ରଧାନ ଏବଂ ମିସ୍ ସୁଦୀପ୍ତ ନାୟକଙ୍କଠାରୁ ସମସ୍ତ ଟଙ୍କା ନେଇଯାଇଛନ୍ତି। ଅଭିଯୁକ୍ତ ପି. ସତ୍ୟରାମ ଆଚାରି ପ୍ରତାରଣାମୂଳକ ଉପାୟରେ ଋଣ ମଞ୍ଜୁର କରିବା ପାଇଁ ଅପରାଧିକ ଷଡ଼ଯନ୍ତ୍ର କରିଥିବାରୁ ତାଙ୍କୁ ଏହି ମାମଲାରେ ବାଲିଗୁଡ଼ା ଥାନା କେଶ ନଂ.-୧୬୨/ତା, ୨୧.୦୫.୨୦୨୫ ରିଖ ୟୁ/ଏସ୍-୪୨୦/ ୪୦୬/୩୪ ଆଇପିସିକୁ ୟୁ/ଏସ୍-୪୨୦/୪୦୬/୪୬୭/ ୪୬୮/ ୪୭୧/ ୧୨୦ ବି/୩୪ ଆଇପିସିରେ ଗିରଫ କରାଯାଇଛି। ଅନ୍ୟ ବ୍ୟକ୍ତିଙ୍କ ସମ୍ପୃକ୍ତି ଯାଞ୍ଚ କରାଯିବା ସହ ଉପଯୁକ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଏସଆଇ ପ୍ରମୋଦ କୁମାର ଜେନାଙ୍କୁ ତଦନ୍ତ ଭାର ଦିଆଯାଇ ଥିବା ବିଷୟ ଏସଡିପିଓ ରାମେନ୍ଦ୍ର ପ୍ରସାଦ ପ୍ରକାଶ କରିଛନ୍ତି l

powered by social2s

ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ

Details
Odia Ray Admin
ଓଡିଶା
08 November 2025

ଭୁବନେଶ୍ବର: ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଶୀତ ଅଧିବେଶନ ପ୍ରସ୍ତାବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ମିଳିଛି। ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ।

powered by social2s

ସୂର୍ଯ୍ୟମନ୍ଦିର ନାଟମଣ୍ଡପକୁ ଚଢ଼ିବା ମନା

Details
Odia Ray Admin
ଓଡିଶା
08 November 2025

କୋଣାର୍କ: ପୁରୀ ଜିଲ୍ଲା କୋଣାର୍କ ସୂର୍ଯ୍ୟମନ୍ଦିର ନାଟମଣ୍ଡପକୁ ଚଢ଼ିବା ଉପରେ କଟକଣା ଲାଗୁ ହୋଇଛି। କଟକଣା ଜାରି କରିଛି ଭାରତୀୟ ପ୍ରତ୍ନତତ୍ତ୍ଵ ବିଭାଗ। ନାଟମଣ୍ଡପକୁ ଚଢ଼ି କୀର୍ତ୍ତିରାଜି ଦେଖିପାରିବେନି ପର୍ଯ୍ୟଟକ।

powered by social2s

୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ; କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡ଼ିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

Details
Odia Ray Admin
ଓଡିଶା
07 November 2025

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନିତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦ୍‍ଘାଟନ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ଓଡ଼ିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି । ଏଥି ସହିତ ସେ କହିଥିଲେ ଯେ, ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ କରାଯାଉଛି। ତେଣୁ, ଭୁବନେଶ୍ୱରର କଠିନ ବର୍ଜ୍ୟବସ୍ତୁକୁ ସଡକ ନିର୍ମାଣ କ୍ଷେତ୍ରରେ ଉପଯୋଗ କରି ସ୍ୱଚ୍ଛ ଭୁବନେଶ୍ୱର ଗଠନ କରିବାକୁ ପରାମର୍ଶ ଦେଇଥିଲେ । ଉଦ୍‍ଘାଟନୀ ଅବସରରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ କହିଥିଲେ ଯେ, ଭାରତୀୟ ସଡକ କଂଗ୍ରେସ ହେଉଛି ଭାରତୀୟ ରୋଡ ଇଞ୍ଜିନିୟରିଙ୍ଗ୍ ର ଆତ୍ମା । ଏହି ସମାବେଶ ହେଉଛି ସଡକ ଭିତ୍ତିଭୂମି ନିର୍ମାଣ, ଗବେଷଣା, ଇଞ୍ଜିନିୟରିଙ୍ଗ୍ ଓ ଇନୋଭେସନ୍ ପାଇଁ ଏକ Knowledge Platform. ସେ କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସଡକ ନିର୍ମାଣ କ୍ଷେତ୍ରରେ ଦେଶ ଆଜି ଅଗ୍ରଗତି କରିଛି, ଯାତାୟତ ସମୟ ହ୍ରାସ ପାଇଛି। ଆଗାମୀ କିଛି ଦିନ ଭିତରେ ଭାରତ ସଡକ ନେଟୱର୍କ କ୍ଷେତ୍ରରେ ବିଶ୍ୱରେ ଏକ ନମ୍ବର ହେବାକୁ ଯାଉଛି। ଦେଶବ୍ୟାପୀ ଉନ୍ନତ ମାନର ସଡକ ନିର୍ମାଣ ପାଇଁ ୨ ଲକ୍ଷ ୮୭ ହଜାର କୋଟି ଟଙ୍କାର ପ୍ରାବଧାନ ରହିଛି। ସେ ପୁଣି କହିଥିଲେ ଆମେ ଟେକ୍ନୋଲୋଜି ବ୍ୟବହାର କରି ଉତ୍ତମ ମାନର ସଡକ ନିର୍ମାଣ ପାଇଁ ପ୍ରୟାସ କରୁଛୁ। ଏଥିପାଇଁ ବିଶ୍ୱସ୍ତରୀୟ DPR ପ୍ରସ୍ତୁତି କରିବା ଆବଶ୍ୟକତା ରହିଛି। ନିଜ ନିଜ ଭିତରେ Best Practices, Research & Innovation କୁ ବିନିମୟ କରି ଭାରତର ନିର୍ମାଣ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ସେ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ଆମ ଭବିଷ୍ୟତର ଇନ୍ଧନ ହେଉଛି- ହାଇଡ୍ରୋଜେନ୍ । ସେଥିପାଇଁ ଆମେ ଦେଶରେ ଗ୍ରୀନ ହାଇଡ୍ରୋଜେନ୍ ପ୍ରସ୍ତୁତିକୁ ଗୁରୁତ୍ୱ ଦେଉଛୁ। ସଡକ ନିର୍ମାଣ କ୍ଷେତ୍ରରେ ସଡକ ନିରାପତ୍ତା ପ୍ରତି ଧ୍ୟାନ ଦେବା ପାଇଁ ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନୀ ଉଦ୍‍‌ବୋଧନ ଦେଇ କହିଥିଲେ ଯେ, ୨୦୧୪ ମସିହାରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଦାୟିତ୍ୱ ନେବା ଠାରୁ ସଡକ ନିର୍ମାଣ କ୍ଷେତ୍ରରେ ଦ୍ରୁତ ଉନ୍ନତି ଆସିଛି। ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁ ଆଜି ଉତ୍ତମ ସଡକ ନିର୍ମାଣ କ୍ଷେତ୍ରରେ ଦେଶବ୍ୟାପୀ ବ୍ୟାପକ ପରିବର୍ତ୍ତନ ଆସିଛି। ସ୍ୱାଧୀନତା ପରଠାରୁ ୨୦୧୪ ମସିହା ସୁଦ୍ଧା ଦେଶରେ ମାତ୍ର ୯୧ ହଜାର କିଲୋମିଟର ରାଜପଥ ନିର୍ମାଣ ହୋଇଥିବା ବେଳେ ୨୦୧୪ ରୁ ୨୦୨୪ ଅର୍ଥାତ୍ ମାତ୍ର ଦଶ ବର୍ଷରେ ୫୫ ହଜାର କିଲୋମିଟର ରାଜପଥ ନିର୍ମାଣ କରାଯାଇଛି। ଦେଶରେ ବିଶ୍ୱସ୍ତରୀୟ ସଡକ ନିର୍ମାଣର ଅଗ୍ରଗତି ସମ୍ଭବ ହୋଇଛି କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କ କାର୍ଯ୍ୟଦକ୍ଷତା ଓ ଦୂରଦୃଷ୍ଟୀ ଚିନ୍ତାଧାରା ଯୋଗୁ। ସେ ପୁଣି କହିଥିଲେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମେ ଓଡିଶାର ଅର୍ଥନୀତିକୁ ମଜବୁତ୍ କରୁଛୁ । ଏଥିପାଇଁ ଆମ ସରକାର ବନ୍ଦର, ସଡକ, ରେଳ ଏବଂ ବିମାନ ପରିବହନ କ୍ଷେତ୍ରର ବିକାଶ ଦିଗରେ ଉଦ୍ୟମ ଅବ୍ୟାହତ ରଖିଛି। Odisha State Road Policy-2025 ଏବଂ Odisha State Highways Authority Act-2025 କରାଯାଇଛି। ସମୃଦ୍ଧ ଓଡିଶା ଗଠନ ପାଇଁ “ବିସ୍ତୃତ ଭିତ୍ତିଭୂମି ମାଷ୍ଟର ପ୍ଲାନ” ପ୍ରସ୍ତୁତ କରାଯାଉଛି । ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ଓଡିଶା ପାଇଁ ୧୩ ହଜାର ୬୯ କୋଟି ଟଙ୍କାର ଜାତୀୟ ରାଜପଥ ମଞ୍ଜୁର କରିଛନ୍ତି। କେନ୍ଦ୍ର ରାଜପଥ ମନ୍ତ୍ରୀଙ୍କ ଦ୍ୱାରା ୪ ହଜାର କୋଟି ଟଙ୍କାର ୧୯ଟି ସଡକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ୧୩ଟି ପ୍ରକଳ୍ପ ପାଇଁ ୯ ହଜାର କୋଟି ଟଙ୍କା ମଧ୍ୟ ସେ ପୂର୍ବରୁ ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ମଧ୍ୟରେ ଆମ ସରକାର ୭୫ ହଜାର କିଲୋମିଟର ସଡକ ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛନ୍ତି। ଓଡିଶାର ସଡକ ଗୁଡିକୁ ବିଶ୍ୱସ୍ତରୀୟ ମାନର କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ କେନ୍ଦ୍ର ମନ୍ତ୍ରୀଙ୍କର ଏହି ସହଯୋଗ ଓଡିଶାର ବିକାଶକୁ ଆହୁରି ତୀବ୍ର କରିବ। ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ, ଦେଶରେ ଜାତୀୟ ରାଜପଥର ବିକାଶରେ ଭାରତୀୟ ସଡକ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶାରେ ଏହି ଭଳି ସମ୍ମାନଜନକ ଆୟୋଜନ ଆମ ପାଇଁ ଗୌରବର କଥା। ଏହି ସମାବେଶରୁ ଯେଉଁ ନିଷ୍କର୍ଷ ଏବଂ ନୂଆ ଚିନ୍ତାଧାରା ବାହାରିବ, ସେଗୁଡିକ ଆମ ଦେଶର ସଡକ ନିର୍ମାଣ କ୍ଷେତ୍ରକୁ ସୁଦୃଢ କରିବାରେ ସାହାଯ୍ୟ କରିବ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ସଡକ ନିର୍ମାଣ କ୍ଷେତ୍ରରେ ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ବିଶ୍ୱସ୍ତରୀୟ ଚିନ୍ତାଧାରା ନେଇ କାମ କରିବାକୁ ପଡିବ। ଆୟୋଜିତ ଭାରତୀୟ ସଡକ କଂଗ୍ରେସ ଗୁଣାତ୍ମକ ସଡକ ନିର୍ମାଣରେ ବୈଷୟିକ ସହାୟତା ଦେବ ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ସଡକ ନିର୍ମାଣ, ଗବେଷଣା ଓ ଇଞ୍ଜିନିୟରିଙ୍ଗ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଓ ଅବଦାନ ରଖିଥିବା ବ୍ୟକ୍ତି ବିଶେଷମାନଙ୍କ ସମ୍ମାନୀତ କରାଯାଇଥିଲା ଏବଂ ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ସଡକ କଂଗ୍ରେସର ସଭାପତି ପ୍ରଫେସର ମନୋରଞ୍ଜନ ପରିଡା, ମହାସଚିବ ଶ୍ରୀ ରାହୁଲ ଗୁପ୍ତା ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ସମାବେଶକୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ।

powered by social2s

More Articles ...

  1. ସୁଭଦ୍ରା ଶକ୍ତି ମେଳାରେ ଓଡ଼ିଶା ପାରମ୍ପରିକ ସ୍ଵାଦର ମହକ; ମନମୋହୁଛି ବାରିପଦା ମୁଢ଼ି ମାଂସ ସାଙ୍ଗକୁ କେନ୍ଦୁଝର ପତ୍ର ପୋଡ଼ା
  2. ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନର ଶୁଭାରମ୍ଭ, ଦିଲ୍ଲୀରେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ; ଲୋକସେବା ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ
  3. ଡିଜିଟାଲ ଆରେଷ୍ଟର ଶିକାର ହେଲେ ବରିଷ୍ଠ ନାଗରିକ
Page 311 of 2255
  • Start
  • Prev
  • 306
  • 307
  • 308
  • 309
  • 310
  • 311
  • 312
  • 313
  • 314
  • 315
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.