• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ସୁଭଦ୍ରା ଶକ୍ତି ମେଳାରେ ଓଡ଼ିଶା ପାରମ୍ପରିକ ସ୍ଵାଦର ମହକ; ମନମୋହୁଛି ବାରିପଦା ମୁଢ଼ି ମାଂସ ସାଙ୍ଗକୁ କେନ୍ଦୁଝର ପତ୍ର ପୋଡ଼ା

Details
Odia Ray Admin
ଓଡିଶା
07 November 2025

ଭୁବନେଶ୍ୱର: ଭୁବନେଶ୍ବର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ସୁଭଦ୍ରା ଶକ୍ତି ମେଳା ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଛି । ୩୦୦ରୁ ଅଧିକ ଷ୍ଟଲ୍ ସହିତ, ଏହି ମେଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ପାଇଁ ହସ୍ତତନ୍ତ, ହସ୍ତଶିଳ୍ପ, ଜୈବିକ ଉତ୍ପାଦ, ଘରୋଇ ସାମଗ୍ରୀ ସମେତ ମା' ମାନଙ୍କ ହାତ ତିଆରି ବିଭିନ୍ନ ପ୍ରକାରର ଉତ୍ପାଦ ପ୍ରଦର୍ଶନ କରିବା ପାଇଁ ଏକ ବୃହତ ମଞ୍ଚ ସାଜିଛି। ମେଳାର ଆକର୍ଷଣ ମଧ୍ୟରେ ମା' ମାନଙ୍କ ଦ୍ବାରା ପ୍ରସ୍ତୁତ ପାରମ୍ପରିକ ଓଡ଼ିଆ ଖାଦ୍ୟର ସମ୍ଭାର - "ସୁଭଦ୍ରା ଶକ୍ତି ମେଳା ଫୁଡ୍ କୋର୍ଟ ଏକ ପ୍ରମୁଖ ଆକର୍ଷଣର କେନ୍ଦ୍ର ଭାବରେ ଉଭା ହୋଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀ ମା' ଓ ଭଉଣୀ ମାନେ ୫୦ଟି ସ୍ଵତନ୍ତ୍ର ଷ୍ଟଲରେ ନିଜ ହାତ ତିଆରି ଓଡ଼ିଆ ପାରମ୍ପରିକ ବ୍ୟଞ୍ଜନର ପ୍ରକୃତ ସ୍ବାଦକୁ ପୁନର୍ଜୀବିତ କରିଛନ୍ତି। ଯେଉଁଠାରେ ଦର୍ଶକମାନେ ପିଠା ଠାରୁ ଆରମ୍ଭ କରି ସ୍ନାକସ୍ ପର୍ଯ୍ୟନ୍ତ ସବୁ ଖାଦ୍ୟର ମଜା ନେଉଛନ୍ତି। ଯୁବ ପିଢିମାନେ ମଧ୍ୟ ଏହି ପାରମ୍ପରିକ ସ୍ୱାଦର ମଜା ନେଉଛନ୍ତି। ଓଡ଼ିଶାରେ ପ୍ରତ୍ୟେକ ଜିଲ୍ଲାର ନିଜର ପରମ୍ପରା ଏବଂ ଖାଦ୍ୟର ପରିଚୟ ରହିଛି। ସାରା ଓଡ଼ିଶାରେ ଏପରି ଏକ ପ୍ରିୟ ଖାଦ୍ୟ ହେଉଛି ମୟୂରଭଞ୍ଜର ମୁଢ଼ି ମାଂସ ଯାହା ଦର୍ଶକମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଛି । ମୟୁରଭଞ୍ଜର ରାସଗୋବିନ୍ଦପୁର ବ୍ଲକର ମୟୂର ମୁଢ଼ି ଉତ୍ପାଦକ ଗ୍ରୁପ୍ ଦ୍ବାରା ପ୍ରସ୍ତୁତ ଏହି ମୁଢ଼ି ମାଂସ। ଏହାସହିତ କେନ୍ଦୁଝରର ପତ୍ରପୋଡା, ସମ୍ବଲପୁରର ସରସତିଆ, ନିମାପଡ଼ାର ଛେନା ଝିଲ୍ଲି, ମାଣ୍ଡିଆ ପିଠା, ମିଲେଟ୍ ନୁଡଲ୍ସ ଲୋକଙ୍କ ମନ ଜିଣୁଛି । ଏସ୍.ଏଚ୍.ଜି-ନେତୃତ୍ବାଧୀନ ଖାଦ୍ୟ ଉଦ୍ୟୋଗର ଲୋକପ୍ରିୟତାକୁ ପ୍ରମାଣିତ କରୁଛି । ସୁଭଦ୍ରା ଶକ୍ତି ମେଳାର ସପ୍ତମ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଘ ନାଚ ସହିତ ବର୍ଣ୍ଣାଳୀ ହୋତାଙ୍କ ସଙ୍ଗୀତ ଦର୍ଶକଙ୍କୁ ମୁଗ୍ଧ କରିଥିଲା ଆଜି ସୁଦ୍ଧା ୪ କୋଟି ଟଙ୍କାର ମୋଟ ବିକ୍ରୟ ରେକର୍ଡ କରାଯାଇଥିଲା। ସୁଭଦ୍ରା ଶକ୍ତି ମେଳା ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ପାଇଁ ଏକ ଜୀବନ୍ତ ମଞ୍ଚ ଭାବେ କାର୍ଯ୍ୟ କରୁଛି।

powered by social2s

ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନର ଶୁଭାରମ୍ଭ, ଦିଲ୍ଲୀରେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ; ଲୋକସେବା ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
07 November 2025

ଭୁବନେଶ୍ବର: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକ ସେବା ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ ରାଷ୍ଟ୍ର ଗୀତ 'ବନ୍ଦେ ମାତରମ୍ ' ର ୧୫୦ ତମ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ କହିଥିଲେ। ସୂଚନା ଯୋଗ୍ୟଯେ, ଲୋକସେବା ଭବନ ସ୍ଥିତ ପ୍ରାଙ୍ଗଣରେ ଆୟୋଜିତ ଏହି ବିଶେଷ କାର୍ଯ୍ୟକ୍ରମରେ ଦିଲ୍ଲୀ ଠାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦ୍ଘାଟିତ କାର୍ଯ୍ୟକ୍ରମ ଏବଂ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ର ସାମୁହିକ ଗାନରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଏହି ଗୀତର ଲୋକପ୍ରିୟତା ଓ ପ୍ରଭାବକୁ ଦେଖି ବ୍ରିଟିଶ ଶାସକମାନେ ବନ୍ଦେ ମାତରମ୍‌କୁ ବ୍ୟାନ କରିଥିଲେ, ଯାହା ଏହି ଗୀତର ଶକ୍ତିର ସ୍ପଷ୍ଟ ପ୍ରମାଣ। ଆମେ କେଉଁ ଭାଷା, କେଉଁ ଧର୍ମ ବା କେଉଁ ଅଞ୍ଚଳର ହେଲେ ବି, ଦେଶପ୍ରେମ ବିନା ଦେଶର ଉନ୍ନତି ଅସମ୍ଭବ। ବନ୍ଦେ ମାତରମ୍ ଆମ ହୃଦୟରେ ସେହି ଦେଶପ୍ରେମର ଅଗ୍ନିକୁ ପୁନଃ ଜାଗୃତ କରେ। ଯୁବପୀଢ଼ୀ, ପିଲାମାନେ, ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଏହି ବର୍ଷବ୍ୟାପୀ ପାଳନ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ଅଭିମତ ଦେଇଥିଲେ। ଆଜି ଆମେ ସମସ୍ତେ ସାରା ଭାରତର ଲୋକ, କାଶ୍ମୀରରୁ କନ୍ୟା କୁମାରୀ ପର୍ଯ୍ୟନ୍ତ, ବନ୍ଦେ ମାତରମ୍‌କୁ ସାମୁହିକ ଭାବେ ଗାନ୍ କରିବାର ପ୍ରଭାବ ଖୁବ୍ ସୁଦୂରପ୍ରସାରୀ। ବିଶେଷ କରି ଛୋଟ ଛୋଟ ପିଲା, ଛାତ୍ର ଓ ଯୁବକ ମାନଙ୍କ ଉପରେ ଏହାର ଖୁବ୍ ପ୍ରଭାବ ରହିବ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଜ୍ଞା ଦେବାରେ ସଫଳ ହେବ। ଆଗାମୀ ଏକବର୍ଷ ଧରି ସମସ୍ତ ଜିଲ୍ଲାରେ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ସଂଗଠନମାନଙ୍କ ମାଧ୍ୟମରେ ସାମୁହିକ ଗାନ, ସାଂସ୍କୃତିକ ଆୟୋଜନ ଓ ସଚେତନତା କାର୍ଯ୍ୟକ୍ରମ ଚାଲିବାକୁ ଯୋଜନା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆସନ୍ତୁ, ଆମେ ସମସ୍ତେ ଏହି ଏକ ବର୍ଷବ୍ୟାପୀ କାର୍ଯ୍ୟକ୍ରମରେ ସାମିଲ ହେବା। ଆଜିଠୁ ଏହାର ଶୁଭାରମ୍ଭ ହେଲା। ଏହିବର୍ଷ ବ୍ୟାପୀ ଯାହା ଯାହା କାର୍ଯ୍ୟକ୍ରମ ହେବ ସେଥିରେ ଆମେ ସମସ୍ତେ ସାମିଲ ହେବା ଏବଂ ଭାରତ ମାତାର ଗୌରବକୁ ସାରା ପୃଥିବୀରେ ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସହ ସମସ୍ତ ବିଭାଗୀୟ ସଚିବ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ ଗାନ କରିଥିଲେ।

powered by social2s

ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା

Details
Odia Ray Admin
ଓଡିଶା
07 November 2025

ପୁରୀ: ପୁରୀ ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ କଲେ ଜଣେ ଶ୍ରଦ୍ଧାଳୁ। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଅଟକାଇଲେ ଜଗନ୍ନାଥ ମନ୍ଦିର ପୋଲିସ୍। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ପୂର୍ବରୁ ମଧ୍ଯ ବହୁ ଥର ଶ୍ରୀମନ୍ଦିର ଭିତରେ ହିଡେନ୍‌ କ୍ୟାମେରା ଜବତ କରାଯାଇଛି। 

powered by social2s

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ

Details
Odia Ray Admin
ଓଡିଶା
06 November 2025

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ କରିଛନ୍ତି । ଏହି ପ୍ରଦର୍ଶନୀରେ ମୋଟ ୧୦୨ ଟି ଷ୍ଟଲ ଖୋଲିଥିବା ବେଳେ ରାଜ୍ୟ ସରକାରଙ୍କ ମାନ୍ୟତାପ୍ରାପ୍ତ ଅଧିକାଂଶ ହସ୍ତଶିଳ୍ପ ଉପକରଣ ଉପଲବ୍ଧ ରହିଛି । ଏହା ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲୁ ରହିବ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ହସ୍ତଶିଳ୍ପ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ହସ୍ତଶିଳ୍ପ ଉପନିର୍ଦ୍ଦେଶକ ମାନଗୋବିନ୍ଦ ଜେନା, ଉପନିର୍ଦ୍ଦେଶକ ସୌମ୍ୟା ସୁରଭିତା ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

powered by social2s

ଡିଜିଟାଲ ଆରେଷ୍ଟର ଶିକାର ହେଲେ ବରିଷ୍ଠ ନାଗରିକ

Details
Odia Ray Admin
ଓଡିଶା
07 November 2025

ଭୁବନେଶ୍ବର: ଭୁବନେଶ୍ବରରେ ଡିଜିଟାଲ ଆରେଷ୍ଟର ଶିକାର ହେଲେ ବରିଷ୍ଠ ନାଗରିକ। ଜଣେ ରିଟାର୍ଡ ଚାଟାର୍ଡ ଆକାଉଣ୍ଟାଣ୍ଟ ହେଲେ ଲୁଟ୍‌ର ଶିକାର। ଦୁଇଟି ପର୍ଯ୍ୟାୟରେ ଦେଢ଼ କୋଟି ଟଙ୍କା ଲୁଟ୍‌ ହୋଇଛି। କଷ୍ଟମ ବିଭାଗ ଅଧିକାରୀ ପରିଚୟ କହି କରିଥିଲେ ଡିଜିଟାଲ ଆରେଷ୍ଟ। ୧୦ ଦିନ ଧରି ସାଇବର ଠକ କରିଥିଲେ ଗୃହବନ୍ଦୀ। ଏନେଇ ସାଇବର ଥାନାରେ ଅଭିଯୋଗ ହୋଇଛି।

powered by social2s

ଜଗନ୍ନାଥ ପ୍ରେମି ଶ୍ରୀ ମୁରଲୀ ଧର ପଲେଇ ଙ୍କ ସହଧର୍ମିଣୀ ଶ୍ରୀମତୀ କ୍ରିଷ୍ଣା ପଲାଇ ଙ୍କ ବୈକୁଣ୍ଠ ପ୍ରାପ୍ତି ପରେ ଶ୍ରଦ୍ଧାଞ୍ଜଳି ଶୋକ ସଭା ଅୟୋଜିତ

Details
Odia Ray Admin
ଓଡିଶା
06 November 2025

ଭୁବନେଶ୍ବର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ର ସଂନ୍ଧ୍ଯାରେ ଜଗନ୍ନାଥ ପ୍ରେମି ଶ୍ରୀ ମୁରଲୀ ଧର ପଲେଇ ଙ୍କ ସହଧର୍ମିଣୀ କ୍ରିଷ୍ଣା ପଲାଇ ଙ୍କର ହାର୍ଟ ଆଟାକ୍ ରେ ବୈକୁଣ୍ଠ ପ୍ରାପ୍ତି ହୋଇଯାଇଛି। ସେ ଜୟ ଜଗନ୍ନାଥ ଜୟ ଜଗନ୍ନାଥ କହି ଆମ ମାନଙ୍କ ଠାରୁ ବିଦାୟ ନେଇ ଯାଇଛନ୍ତି ଏଣୁ ଏହି ଅବସରରେ ଡ଼ ନାରାୟଣ ମହାପାତ୍ର, ସୁରେଶ ମିଶ୍ର, ତ୍ରିଲୋଚନ ନାୟକ, ବଂଶୀଧର ନାୟକ, ଭାରତୀ ଭୂଷଣ ପଟ୍ଟନାୟକ, ଶରତ ମହାପାତ୍ର, ଭଗବାନ ଦାଶ, ସମ୍ପାଦକ ଜୟ ଜଗନ୍ନାଥ ପରିବାର ର ମିଳିତ ସଂଯୋଜନା ରେ ଏକ ଶ୍ରଦ୍ଧାଞ୍ଜଳି ସଭା ସହିଦନଗର ଠାରେ ଅନୁଷ୍ଠିତ ହୋଇଯାଇଛି । ସିଏ ସର୍ବଦା ଶ୍ରୀଜଗନ୍ନାଥ ସହସ୍ର ନାମ ପଠନ ତାଙ୍କ ସ୍ୱାମୀ ଓ ଅନ୍ୟ ସାଥି ମାନଙ୍କ ସହ ପ୍ରାୟ ୫୦୦ ସ୍ଥାନରେ କରି ସାରିଥିଲେ। ଏହି ଅବସରରେ ଆଜିର ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ରେ ଶ୍ରୀଜଗନ୍ନାଥ ସହସ୍ରନାମ ମହାଲକ୍ଷ୍ମୀ ଅଷ୍ଟକମ ଓ ଗୀତ ଗୋବିନ୍ଦ ବୋଲିବା କାର୍ଯ୍ୟକ୍ରମ କରାଯାଇ ପରେ ପରେ ସମସ୍ତେ ତାଙ୍କ ଆତ୍ମା ର ସଦଗତି ନିମନ୍ତେ ଶ୍ରୀଜଗନ୍ନାଥ ଙ୍କ ପାଖରେ ନିରବ ପ୍ରାର୍ଥନା କରାଯାଇଛି ।

powered by social2s

ଓଡ଼ଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ଆନୁକୂଲ୍ୟରେ ପୋଲିସ ଅଧିକାରୀମାନଙ୍କ ପାଇଁ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ

Details
Odia Ray Admin
ଓଡିଶା
06 November 2025

ଭୁବନେଶ୍ବର: ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଭବନଠାରେ ଓଡ଼ଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ଆନୁକୂଲ୍ୟରେ ପୋଲିସ ଅଧିକାରୀମାନଙ୍କ ପାଇଁ ଏକ ଦିନିଆ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଅଧିକାରୀମାନଙ୍କ ବୃତ୍ତିଗତ ଦକ୍ଷତା ଓ କାର୍ଯ୍ୟକୁଶଳତା ବୃଦ୍ଧି କରିବା, ରେଳବାଇ ଓ ଉପକୂଳ ସୁରକ୍ଷା ବିଷୟରେ ସଚେତନତା ଓ ଅପରାଧ ତଦନ୍ତରେ ବୈଷୟିକ ଜ୍ଞାନର ଭୂମିକା, ସାଇବର ଅପରାଧ, ଆଧୁନିକ ପ୍ରଣାଳୀରେ ତଦନ୍ତ, ଜାତୀୟ ଏବଂ ଅନ୍ତର୍ଜାତୀୟ ସାମୁଦ୍ରିକ ଆଇନ୍ ଭଳି ବିଭିନ୍ନ ଆଇନଗତ ଦିଗ ଉପରେ ସବିଶେଷ ଆଲୋଚନା କରାଯାଇଛି। ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ, IPS ଯୋଗ ଦେଇ ଏହି କର୍ମଶାଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ରେଳବାଇ ଓ ଉପକୂଳ ସୁରକ୍ଷାର କ୍ଷମତା ବୃଦ୍ଧି କରିବାରେ ଏହି କର୍ମଶାଳା ସହାୟକ ହେବ ବୋଲି କହିଥିଲେ । ରେଳବାଇ ଓ ଉପକୂଳ ସୁରକ୍ଷାକୁ ମଜବୁତ ତଥା ଆଧୁନିକୀକରଣ କରିବା ଆମର ମୂଳ ଲକ୍ଷ୍ୟ ବୋଲି ସେ କହିଛନ୍ତି । ମାନବ ସମ୍ବଳ ବୃଦ୍ଧି, ଅତ୍ୟାଧୁନିକ ପ୍ରଯୁକ୍ତି ବିଦ୍ୟା ଓ କାର୍ଯ୍ୟଶୈଳୀରେ ଉନ୍ନତି ଆଣିବାକୁ ଓଡ଼ିଶା ପୋଲିସ ସର୍ବାଧିକ ଗୁରୁତ୍ବ ଦେଉଛି। ଓଡ଼ିଶା ପୋଲିସକୁ ଦେଶର ସବୁଠୁ ଆଧୁନିକ ତଥା ସୁଦୃଢ କରିବା ଓ ଏହାକୁ ଦେଶର ପ୍ରମୁଖ ପୋଲିସ ସଂଗଠନ ମାନଙ୍କ ମଧ୍ୟରୁ ଗୋଟିଏ କରିବାକୁ ରାଜ୍ୟ ସରକାର ଉଦ୍ୟମ କରିବା ସହ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଉଛନ୍ତି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ତାଙ୍କର ବକ୍ତବ୍ୟ ରେ ଉଲ୍ଲେଖ କରିଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ — ଲୋକ ମାନଙ୍କୁ ଫଳପ୍ରଦ ପୋଲିସ ସେବା ଯୋଗାଇଦେବା ପାଇଁ କର୍ମଚାରୀ ମାନଙ୍କ ମଧ୍ୟରେ ବୃତ୍ତିଗତ ଦକ୍ଷତା, ସମୟୋପଯୁକ୍ତ ପ୍ରସ୍ତୁତି ଓ ସମନ୍ୱୟ ରହିବା ହେଉଛି ମୁଖ୍ୟ ଚାବି। ଏହି କର୍ମଶାଳାରେ ଉପଲବ୍ଧ ଶିକ୍ଷଣୀୟ ତତ୍ତ୍ଵ ଗୁଡିକୁ ନେଇ କାର୍ଯ୍ୟ କ୍ଷେତ୍ରରେ ବିନିଯୋଗ କରି ରେଳବାଇ ଓ ଉପକୂଳ ସୁରକ୍ଷାକୁ ଆହୁରି ଶକ୍ତିଶାଳୀ କରିବାକୁ ସେ ଆହ୍ୱାନ ଦେଇଥିଲେ। ଶ୍ରୀ ଖୁରାନିଆ ଅଧିକାରୀମାନଙ୍କୁ ନିଜ ଦକ୍ଷତାକୁ ନିରନ୍ତର ଅପଡେଟ୍ ରଖିବା ସହ ନୂଆ ଚାଲେଞ୍ଜ ସମ୍ପର୍କରେ ସବୁବେଳେ ସଚେତନ ରହିବାକୁ ପରାମର୍ଶ ଦେଇଥିଲେ। “ଓଡ଼ିଶା ପୋଲିସ ଆତ୍ମବିଶ୍ୱାସ ସହିତ ଅଗ୍ରସର ହେବା ସହ ନୂଆ ଚାଲେଞ୍ଜକୁ ସମ୍ମୁଖୀନ କରିବାକୁ ପ୍ରସ୍ତୁତ ରହିଛି ଏବଂ ଲୋକଙ୍କ ସେବାରେ ଅଧିକ ପେଶାଦାର ହୋଇ କାର୍ଯ୍ୟ କରୁଛି ବୋଲି ଡିଜିପି କହିଥିଲେ। ଓଡ଼ିଶାରେ ସୁଦୀର୍ଘ ସମୁଦ୍ରତଟ ଥିବାରୁ ଉପକୂଳ ସୁରକ୍ଷାରେ ଓଡିଶା ପୋଲିସର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟ ସରକାର ଏହି ଉପକୂଳ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ୧୪୯.୯୫ କୋଟି ଅନୁମୋଦନ କରିଛନ୍ତି ବୋଲି କହିଥିଲେ। ଉପକୂଳ ସୁରକ୍ଷା ନିମନ୍ତେ ୧୦ଟି ଆଧୁନିକ ଡ୍ରୋନ୍, ୩ଟି ଟ୍ରଲର୍ ଓ ୧୪୦ ଜଣ ସ୍ୱତନ୍ତ୍ର ପୁଲିସ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ଖୁବ ଶୀଘ୍ର ରିୟଲ୍-ଟାଇମ୍ ସର୍ଭେଲାନ୍ସ ପାଇଁ ଏକ ଆଧୁନିକ କମାଣ୍ଡ ଓ କଣ୍ଟ୍ରୋଲ୍ ସେଣ୍ଟର ଗଠନ କରାଯିବ ବୋଲି ଡିଜିପି ମତବ୍ୟକ୍ତ କରିଥିଲେ। ୩୨ଟି ମାଛ ଧରା ବନ୍ଦର ଓ ଫିଶିଂ ହାର୍ବର୍‌କୁ CCTV ସିଷ୍ଟମ୍‌ରେ ଆବୃତ କରିବା ପାଇଁ କାମ ଚାଲିଛି । ଏହା ସହିତ ନୂଆ ନୌକା କିଣିବା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ରେଳବାଇ ପୁଲିସକୁ ଅଧିକ ଆଧୁନିକୀକରଣ କରିବାକୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ନୂତନ ରେଳବାଇ ପୁଲିସ ଜିଲ୍ଲା ଓ କିଛି ନୂଆ ଜିଆର୍‌ପିଏସ (GRPSs) ସୃଷ୍ଟି ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସମସ୍ତ ୧୫ଟି GRPSରେ CCTV ମନିଟରିଂ ସେଣ୍ଟର ସ୍ଥାପନ ପାଇଁ ମଧ୍ୟ ଅର୍ଥ ଅନୁମୋଦନ ହୋଇଛି ବୋଲି ଡିଜିପି କହିଥିଲେ। ଏହି କର୍ମଶାଳାରେ ଡା. କେଶବ କୁମାର, IPS (ଅବସରପ୍ରାପ୍ତ ଡିଜିପି, ଗୁଜୁରାଟ) ଫରେନସିକ୍ସ ଉପଦେଷ୍ଟା, ଆସାମ ସରକାର, “ଅପରାଧ ତଦନ୍ତରେ ବୈଷୟିକ ଜ୍ଞାନ କୌଶଳର ବ୍ୟବହାର” ବିଷୟରେ ଆଲୋଚନା କରି ନିଜ ବ୍ୟକ୍ତିଗତ ଜୀବନର ଅଭିଜ୍ଞତା ସମ୍ପର୍କରେ ଆଲୋଚନା କରିଥିଲେ। ଏହା ସହ ବେଆଇନ ଭାବେ ଅବୈଧ ପ୍ରବେଶ ଓ ମାନବ ଚୋରା ଚାଲାଣ ଆଦି ବିଷୟ ଉପରେ କର୍ମଶାଳାରେ ଆଲୋଚନା ହୋଇଥିଲା। ଭାରତୀୟ କୋଷ୍ଟ ଗାର୍ଡ ଅଧିକାରୀ, କମାଣ୍ଡାଣ୍ଟ ଶ୍ରୀ ରବୀନ୍ଦ୍ର କୁମାର ଯୋଗ ଦେଇ ଅନ୍ତର୍ଜାତୀୟ ଓ ଜାତୀୟ ସମୁଦ୍ର ସୁରକ୍ଷା ଆଇନ ସହିତ ସାମୁଦ୍ରିକ ସୁରକ୍ଷା ସମସ୍ୟା ସଂକ୍ରାନ୍ତରେ ଉପସ୍ଥାପନା ପ୍ରଦାନ କରିଥିଲେ। ଶ୍ରୀ ଅରୁଣ ବୋଥ୍ରା, IPS, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା) ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ବୃତ୍ତିଗତ ଦକ୍ଷତା, ସମୟୋପଯୁକ୍ତ ପ୍ରସ୍ତୁତି ଓ ଉପକୂଳ ସୁରକ୍ଷା ସୁନିଶ୍ଚିତ କରିବା ସଂକ୍ରାନ୍ତରେ ଆଲୋକପାତ କରିଥିଲେ। ଏହା ସହ ରେଳବାଇ ଅପରାଧ ନିୟନ୍ତ୍ରଣ ସମ୍ପର୍କରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ। ଶ୍ରୀ ଅଲୋକ ବୋହରା, IGP, RPF, ବିଭିନ୍ନ ଏଜେନ୍ସିମାନଙ୍କ ମଧ୍ୟରେ ଉପଯୁକ୍ତ ସମନ୍ୱୟ ଓ ସହଯୋଗର ଆବଶ୍ୟକତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ବିଭିନ୍ନ ଆଇନ ଶୃଙ୍ଖଳା ଓ ଗୁପ୍ତଚର ସଂସ୍ଥାମାନଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ସମନ୍ୱୟ ଏବଂ ସହଯୋଗ ନିତ୍ୟାନ୍ତ ଆବଶ୍ୟକ ରହିଛି ବୋଲି କହିଥିଲେ। କାର୍ଯ୍ୟକ୍ରମ ଶେଷରେ ଏଆଇଜି (ରେଳବାଇ ଓ ଉପକୂଳ ସୁରକ୍ଷା) ଶ୍ରୀ ସତ୍ୟଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀମାନେ ଯୋଗ ଦେଇଥିଲେ।

powered by social2s

More Articles ...

  1. ସର୍ଭର ଡାଉନ୍ ଯୋଗୁଁ ଆର୍ ଆଇ, ଅମୀନ ନିଯୁକ୍ତି ପରୀକ୍ଷାରେ ବିଳମ୍ବ
  2. କନ୍ଧମାଳରେ ଅନୁଭୂତ ହେଲା ପହିଲି ଶୀତ
  3. ପାରାଦୀପ ସି ବିଚ୍‌ ହେବ ବ୍ଲୁ ଫ୍ଲାଗ ବିଚ୍: ମୁଖ୍ୟମନ୍ତ୍ରୀ
Page 312 of 2255
  • Start
  • Prev
  • 307
  • 308
  • 309
  • 310
  • 311
  • 312
  • 313
  • 314
  • 315
  • 316
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.