• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଭୁବନେଶ୍ବରରେ ଅଟୋ ଭିତରେ ଯୁବତୀଙ୍କୁ ଅସଦାଚରଣ

Details
Odia Ray Admin
ଓଡିଶା
16 September 2025

ଭୁବନେଶ୍ବର: ଭୁବନେଶ୍ବରରେ ଅଟୋ ଭିତରେ ଯୁବତୀଙ୍କୁ ଅସଦାଚରଣ କରିଛନ୍ତି ଜଣେ ଅସାମାଜିକ ଯୁବକ। ପ୍ରତିବାଦ କରିବାରୁ ଯୁବତୀଙ୍କୁ ବିଚ୍ ରାସ୍ତାରେ ଆକ୍ରମଣ କଲେ ଯୁବକ। ତଳେ ପକାଇ ଗୋଇଠା, ବିଧା ମାରିଲେ ଯୁବକ। ସାହାଯ୍ୟ କରିବାକୁ ଆସିଲେନି ଲୋକେ ଗ୍ୟାରେଜ୍‌ ଛକ ନିକଟରେ ଘଟିଛି ଏହି ଘଟଣା। ଶ୍ରୀଲିଙ୍ଗରାଜ ଥାନାରେ ଅଭିଯୋଗ କଲେ ପୀଡ଼ିତା। ସିସିଟିଭି ଯାଞ୍ଚ୍ କରି ତଦନ୍ତ ଆରମ୍ଭ କରିଛି ପୋଲିସ୍।

powered by social2s

କୋରାପୁଟ ସାହିତ୍ୟ କୁସୁମ ଆନୁକୂଲ୍ୟରେ "ଅପରାହ୍ନର ହସ" ଓ "ବାହୁଡା଼ ସଞ୍ଜ" ଲୋକାର୍ପିତ ସମ୍ବର୍ଦ୍ଧନା ପର୍ବ ଓ କବିତା ଆସର

Details
Odia Ray Admin
ଓଡିଶା
16 September 2025

କୋରାପୁଟ : ବିଶ୍ଳେଷଣାତ୍ମକ ଆଦିବାସୀ ଗବେଷଣା ପରିଷଦ (କୋଟସ୍)ଠାରେ କୋରାପୁଟ ସାହିତ୍ୟ କୁସୁମ ଆନୁକୂଲ୍ୟରେ ଡ଼. ସବିତା ଶତପଥୀଙ୍କ ଆବାହନ କ୍ରମେ ଏକ ସାହିତ୍ୟ ଆଲୋଚନା ଚକ୍ର, ପୁସ୍ତକ ଲୋକାର୍ପଣ ସମ୍ବର୍ଦ୍ଧନା ପର୍ବ ଓ କବିତା ଆସର ଅନୁଷ୍ଠିତ ହୋଇଯାଇଛି l ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ କିଶୋର ଦ୍ବିବେଦୀ ମୁଖ୍ୟ ବକ୍ତା ଡ଼. ଯାଜ୍ଞଶ୍ଵର ପଣ୍ଡା ସମ୍ମାନୀତ ଅତିଥି ଭାବେ ଶ୍ରୀଯୁକ୍ତ ରବି ରଥ, ଶ୍ରୀଯୁକ୍ତ ବିନୋଦ ବିହାରୀ ମହାପାତ୍ର, ଶ୍ରୀଯୁକ୍ତ କାର୍ତ୍ତିକ ନାୟକ, ଶ୍ରୀଯୁକ୍ତ ବିଦେଶୀ ନାୟକ, ଶ୍ରୀଯୁକ୍ତ କଣ୍ଡୁରୀ ଚରଣ ରାଉତ, ଡ଼. ରାଜେନ୍ଦ୍ର ପାଢ଼ୀ ଶ୍ରୀଯୁକ୍ତ ବଂଶୀ ଧର ଜେନା ଓ ଶ୍ରୀମତୀ ଲଷ୍ମୀପ୍ରିୟା ଦାସ ମଞ୍ଚାସୀନ ଥିବାବେଳେ ମଞ୍ଚ ପରିଚାଳନା କରିଥିଲେ ଡ଼. ଅଶ୍ବିନୀ ତ୍ରିପାଠୀ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ଶ୍ରୀମତୀ ପ୍ରତୀତ୍ କାଞ୍ଚନ୍ ସାହୁ l ଦ୍ଵିତୀୟ ଅଧିବେଶନରେ ମୁଖ୍ୟ ଅତିଥି ଡ଼. ହରିହର କରସୁଧା ପଟ୍ଟନାୟକ ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଜଳଧର ସ୍ୱାଇଁ ସମ୍ମାନୀତ ଅତିଥି ଭାବେ ଶ୍ରୀଯୁକ୍ତ ରମେଶ ସାହୁ,ଶ୍ରୀଯୁକ୍ତ ମହାନନ୍ଦ ମହାଳିକ, ମଞ୍ଚାସୀନ ଥିବାବେଳେ କବିତା ସଂଯୋଜନା କରିଥିଲେ ଶ୍ରୀଯୁକ୍ତ ସାଗର ପରିଡା ଡ଼. ସ୍ୱାତୀ ଚଟାର୍ଜି ଓ ଶ୍ରୀଯୁକ୍ତ ମନୋଜ ପଟ୍ଟନାୟକ ଏବଂ ମଞ୍ଚ ପରିଚାଳନା କରିଥିଲେ ଡ଼. ଶୋଭାଗିନୀ ନନ୍ଦ l ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଶ୍ରୀଯୁକ୍ତ କିଶୋର ମିଶ୍ର l ଉକ୍ତ କାର୍ଯ୍ୟକ୍ରମରେ ପ୍ରତୀତ୍ କାଞ୍ଚନ୍ ସାହୁ ଙ୍କର ଗଳ୍ପ ସଂକଳନ "ଅପରାହ୍ନର ହସ "ଏବଂ ସରୋଜିନୀ ମହାପାତ୍ରଙ୍କର କବିତା ସଂକଳନ"ବାହୁଡା଼ ସଞ୍ଜ " ଅତିଥିମାନଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମରେ କୋରାପୁଟ ଜିଲ୍ଲା ସହିତ ପ୍ରାୟତଃ କୋଡିଏଟି ଜିଲ୍ଲାର ସୁପ୍ରତିଷ୍ଠିତ କବି କବୟିତ୍ରୀ ଯୋଗଦାନ କରିଥିଲେ l

powered by social2s

୭ ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି

Details
Odia Ray Admin
ଓଡିଶା
15 September 2025

ଭୁବନେଶ୍ୱର: ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି। ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଏକାଦଶତମ ନିଯୁକ୍ତି ମେଳା ଆଜି ଅନୁଷ୍ଠିତ ହୋଇଛି। ଏଥିରେ ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ଦ୍ବିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ବିତୀୟ ନିଯୁକ୍ତି ମେଳା। ମୁଖ୍ୟମନ୍ତ୍ରୀ ଉପସ୍ଥିତ ନବ ନିଯୁକ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆପଣ ମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି। ସେ ପୁଣି କହିଥିଲେ, ସାଂପ୍ରତିକ ପରିସ୍ଥିତିରେ ଯୁବ ସମାଜ ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ରୋଜଗାର ବିଶେଷ ଭାବେ ନିଯୁକ୍ତି। ସେଥିପାଇଁ ମାତ୍ର ୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ସରକାରୀ କ୍ଷେତ୍ରରେ ଆମେ ଆଜିକୁ ମିଶାଇ ସମୁଦାୟ ୩୦,୦୩୨ ଟି ପଦବୀରେ ନିଯୁକ୍ତି ପ୍ରଦାନ କରିଛୁ। ସରକାର ଆସିବାର ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରହିଥିଲା। ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ। ସରକାରୀ ପଦବୀ ପୂରଣ କରିବାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି, ମେରିଟ୍ ବେସିସ୍‌ରେ ଚୟନ କରାଯାଉଛି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ରାଜ୍ୟରେ ଯୁବ ବର୍ଗଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଉଛି। ୧୫ ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୧,୦୭,୯୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତକରି କହିଥିଲେ ଯେ, ଆମ ସରକାରରେ ଯେତେବି ପରୀକ୍ଷା ହେଉଛି କୌଣସି ଠାରେ ଦୁର୍ନୀତି ବା ଅନିୟମିତତାର ଅଭିଯୋଗ ଆସିନାହିଁ। ଯେତେବେଳେ ବି ସାମାନ୍ୟତମ ସୁରାକ ଆସୁଛି, ତା ଉପରେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଆମ ସରକାରର ଲକ୍ଷ୍ୟ ହେଉଛି, ସବୁ ପରୀକ୍ଷାର୍ଥୀଙ୍କୁ Level Playing Field ପ୍ରଦାନ କରିବା, ଯାହା ଦ୍ୱାରା କେବଳ ଯୋଗ୍ୟ ପ୍ରାର୍ଥୀ ହିଁ ସଫଳତା ପାଇବେ। ସେ ନବନିଯୁକ୍ତଙ୍କୁ ଆହୁରି କହିଥିଲେ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରନ୍ତୁ, ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥିପ୍ରତି ଯତ୍ନବାନ ହୁଅନ୍ତୁ। ମୁଖ୍ୟମନ୍ତ୍ରୀ ୩୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ନବନିଯୁକ୍ତଙ୍କ ମଧ୍ୟରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୋଗଦେଇଥିବା ସମ୍ବଲପୁରର ଶିବାନୀ ଷଡଙ୍ଗୀ ଓ ଅର୍ଥ ବିଭାଗରେ ଯୋଗଦେଇଥିବା କଟକ ଜିଲ୍ଲାର ବିଶ୍ୱଜିତ୍ ପ୍ରଧାନ ତାଙ୍କ ଅନୁଭୂତି ଓ ଅଭିଜ୍ଞତାରେ ସରକାରଙ୍କ ସ୍ୱଚ୍ଛ ଓ ନିରପେକ୍ଷ ଚୟନ ପଦ୍ଧତି ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆମ ସରକାର ଯାହା ପ୍ରତିଶ୍ରୁତି ଦିଅନ୍ତି, ତାହା ପୂରଣ କରିଥାନ୍ତି। ଆମର ଲକ୍ଷ୍ୟ ରହିଛି ୫ ବର୍ଷରେ ୧.୫୦ ଲକ୍ଷ ନିଯୁକ୍ତି ପ୍ରଦାନ। ଆଜି ସୁଦ୍ଧା ୩୦ ହଜାରରୁ ଉର୍ଦ୍ଧ୍ୱ ନିଯୁକ୍ତି ପ୍ରଦାନ କରାଗଲାଣି। ପାଞ୍ଚ ବର୍ଷ ଭିତରେ ଆମେ ଖାଲି ଥିବା ସମସ୍ତ ପଦବୀ ପୂରଣ କରିବୁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ଇଲୋକ୍ଟ୍ରୋନିକସ୍‌ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ଆମ ସରକାର ଆସିବା ପରେ ପ୍ରତିବଦ୍ଧତାର ସହ ଆମେ ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ଗୁଡିକ ପୂରଣ କରିବା ପାଇଁ ନିଯୁକ୍ତି ମେଳା ମାଧ୍ୟମରେ ଉଦ୍ୟମ ଜାରି ରଖିଛୁ। ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆମେ ନିଷ୍ଠାର ସହ କାମ କରୁଛୁ। କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

powered by social2s

ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ୍ ଶୁଭାରମ୍ଭ

Details
Odia Ray Admin
ଓଡିଶା
15 September 2025

ଭୁବନେଶ୍ବର: କୌଣସି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ସହାୟତାରୁ ବଞ୍ଚିତ ହେବେ ନାହିଁ । ଏହି ଅଭିଯୋଗ ସମାଧାନ ମଡ୍ୟୁଲ ଯୋଜନାର ପାରଦର୍ଶିତା, ଉତ୍ତରଦାୟିତ୍ୱ ଏବଂ ସମୟୋଚିତ ନିଷ୍ପତ୍ତିକୁ ସୁନିଶ୍ଚିତ କରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ ଶୁଭାରମ୍ଭ ଅବସରରେ ମତ ପ୍ରକାଶ କରିଛନ୍ତି । ରାଜ୍ୟରେ ସୁଭଦ୍ରା ଯୋଜନାରେ ଅଭିଯୋଗ ସମାଧାନ ପ୍ରକ୍ରିୟାକୁ ଆହୁରି ସୁଦୃଢ ଓ ସୁଗମ କରିବା ନିମନ୍ତେ ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ କରକମଳରେ “ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ୍” (Subhadra Grievance Module) ର ଶୁଭାରମ୍ଭ ହୋଇଯାଇଛି । ଏହି ମଡ୍ୟୁଲ୍ ମାଧ୍ୟମରେ ସୁଭଦ୍ରା ଆବେଦନକାରୀମାନଙ୍କ ଅଭିଯୋଗ ଯଥା – ଆବେଦନ ପ୍ରତ୍ୟାଖ୍ୟାନ, ସୁଭଦ୍ରା ସହାୟତା ନ ମିଳିବା – ଆଦି ବିଷୟରେ ଶୀଘ୍ର ତଦନ୍ତ କରାଯାଇ ନିଷ୍ପତ୍ତି ଗ୍ରହଣ କରାଯିବ। ସୁଭଦ୍ରା ପୋର୍ଟାଲରେ ଅନଲାଇନ ମାଧ୍ୟମରେ କିମ୍ବା ବିଭିନ୍ନ ସରକାରୀ ସ୍ତରରେ ଅପଲାଇନ ମାଧ୍ୟମରେ ଆସିଥିବା ଅଭିଯୋଗଗୁଡିକ ପ୍ରଥମ ପର୍ଯ୍ୟାୟରେ block level Scrutiny committee(ବ୍ଲକ୍ ସ୍ତରୀୟ ସ୍କୃଟିନି କମିଟି) କିମ୍ବା urban level Scrutiny committee(ନଗର ସ୍ତରୀୟ ସ୍କୃଟିନି କମିଟି) ପାଖରେ ଦାଖଲ କରାଯିବ । ଆବଶ୍ୟକ ପଡିଲେ, କମିଟି ଅଭିଯୋଗ ପତ୍ରଗୁଡ଼ିକୁ କ୍ଷେତ୍ରସ୍ତରୀୟ ଯାଞ୍ଚ ପାଇଁ ପଠାଇବେ । କମିଟି ରିପୋର୍ଟ ଅବା କ୍ଷେତ୍ରସ୍ତରୀୟ ଯାଞ୍ଚ ରିପୋର୍ଟ ଉପରେ ଆଧାର କରି କମିଟି ଆବେଦନକାରୀଙ୍କ ଯୋଗ୍ୟତା ବିଷୟରେ ନିଷ୍ପତ୍ତି ନେବେ । ଏହା ପରେ କମିଟି, ଯାଞ୍ଚ ରିପୋର୍ଟ ସହ District level Scrutiny committee((ଜିଲ୍ଲା ସ୍ତରୀୟ ସ୍କୃଟିନି କମିଟି) କିମ୍ବା Municipal Corporation Level Scrutiny Committee (ନଗର ନିଗମ ସ୍ତରୀୟ ସ୍କୃଟିନି କମିଟି) ପାଖକୁ ପଠାଇବେ । ଜିଲ୍ଲା କିମ୍ବା ନଗର ନିଗମସ୍ତରରେ ଅନୁମୋଦନର ଶେଷ ନିଷ୍ପତ୍ତି ନିଆଯିବ । ହିତାଧିକାରୀମାନେ ସୁଭଦ୍ରା ୱେବ ପୋର୍ଟାଲରେ ସେମାନଙ୍କର ଅଭିଯୋଗର ସ୍ଥିତି ସମ୍ପର୍କରେ ସୂଚନା ପାଇପାରିବେ। ସୂଚନାଯୋଗ୍ୟ ଯେ ବର୍ତ୍ତମାନ ସୁଦ୍ଧା, ସୁଭଦ୍ରା ଯୋଜନାରେ 1,09,87,894 ଆବେଦନ ପଞ୍ଜୀକୃତ ହୋଇଛି ଏବଂ କୋଟିଏରୁ ଅଧିକ ମହିଳା ଏହି ଯୋଜନା ମାଧ୍ୟମରେ ଲାଭାନ୍ୱିତ ହୋଇସାରିଛନ୍ତି। ଏଯାବତ ସୁଭଦ୍ରା ପୋର୍ଟାଲରେ 2,83,264 ଅଭିଯୋଗ ବିଚାରାଧୀନ ଅଛି, ଯାହାର ସମାଧାନ ଅଭିଯୋଗ ସମାଧାନ ମଡ୍ୟୁଲ୍ (Subhadra Grievance Module) ମାଧ୍ୟମରେ ସମ୍ପନ୍ନ ହେବ। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ମୋନିଷା ବାନାର୍ଜୀ, ଓକାକ ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ରାଉତ, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ କୃତ୍ତିବାସ ରାଉତ ଓ ବିଶିଷ୍ଟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

powered by social2s

ଯୁବ ଅଧ୍ୟାପକ ତଥା କବି ତ୍ରିନାଥ ପଟ୍ଟନାୟକ ସମ୍ମାନିତ

Details
Odia Ray Admin
ଓଡିଶା
15 September 2025

କୋରାପୁଟ : କୋରାପୁଟ ଅଞ୍ଚଳର ଯୁବ ଅଧ୍ୟାପକ ତଥା କବି ତ୍ରିନାଥ ପଟ୍ଟନାୟକଙ୍କୁ ଦୈନିକ ସମ୍ବାଦପତ୍ର ଅପରାହ୍ନର ରାଜ୍ୟସ୍ତରୀୟ ସାହିତ୍ୟ ଆଲୋଚନା ଚକ୍ର କବିତା ଓ କବି ସମ୍ମିଳନୀରେ କୋରାପୁଟ ସାହିତ୍ୟ କୁସୁମର ଜିଲ୍ଲାସ୍ତରୀୟ ସାରସ୍ୱତ ବନ୍ଧୁମିଳନ ଉତ୍ସବ-୨୦୨୫ରେ ସମ୍ମାନ ପ୍ରଦାନ ସ୍ୱରୂପ ମାନପତ୍ର ତଥା ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଅଛି lକାର୍ଯ୍ୟକ୍ରମରେ ଅପରାହ୍ନ ସମ୍ପାଦକ ବଂଶୀଧର ଜେନା, ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ସଭାପତି ଡ଼.ପ୍ରଶାନ୍ତ କର, ୱାର୍ଲଡ ଓଡିଶା ସୋସାଇଟି ଅଧ୍ୟକ୍ଷ କିଶୋର ଦ୍ବିବେଦୀ, ପ୍ରାକ୍ତନ ଓଡିଶା ସାହିତ୍ୟ ଏକାଡେମୀ ସଦସ୍ୟ ବଲ୍ଳଭ ରାଉତ, ବିନୋଦ ବିହାରୀ ମହାପାତ୍ର, ଡ଼. ଯଜ୍ଞଶ୍ୱର ପଣ୍ଡା, ଆଦିବାସୀ ସଂସ୍କୃତି ଗବେଷକ ଡ଼. ରାଜେନ୍ଦ୍ର ପାଢ଼ୀ, ଲକ୍ଷ୍ମୀପ୍ରିୟା ଦାସ, ସଂଯୋଜିକା ସବିତା ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ l ଭାଷା ଓ ସାହିତ୍ୟର ସୁରକ୍ଷା ପାଇଁ ତାଙ୍କୁ ସମ୍ମାନିତ କରାଯାଇଥିବା ଅତିଥି କହିଛନ୍ତି l ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲ୍ଲାର ବିଶିଷ୍ଟ ବରିଷ୍ଠ ଶିକ୍ଷକ ତଥା କବି ଶ୍ରୀଯୁକ୍ତ ସନ୍ତୋଷ କୁମାର ସାହୁ ଯୋଗ ଦେଇ ଯୁବ ଅଧ୍ୟାପକ ତଥା କବି ତ୍ରିନାଥ ପଟ୍ଟନାୟକଙ୍କୁ ମାନପତ୍ର ତଥା ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହ ଯୁବ ଅଧ୍ୟାପକ ତଥା କବି ଶ୍ରୀ ପଟ୍ଟନାୟକଙ୍କ ଉଜ୍ଜଳ ଭବିଷ୍ୟତର କାମନା କରିବା ସହ ଶୁଭେଚ୍ଛା ପ୍ରଦାନ କରିଥିବା ଦେଖିବାକୁ ମିଳିଅଛି l

powered by social2s

ଓଡ଼ିଶାର ୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
15 September 2025

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ ଆଉ ଏକ ଅଧ୍ୟାୟ ଯୋଡିଛନ୍ତି। ସୂଚନାଯୋଗ୍ୟ ଯେ ୨୭ ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେତେବେଳେ ଓଡ଼ିଶାକୁ କିଛି ନିବେଶ ଆସୁଛି, ସେତେବେଳେ ଓଡ଼ିଶା ପ୍ରତି ଶିଳ୍ପ ଜଗତର ଭରସା ବୃଦ୍ଧି ପାଉଛି। ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକ ମାନଙ୍କ ଆସ୍ଥା ବୃଦ୍ଧି ପାଉଛି । ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକ ମାନଙ୍କୁ ଆକୃଷ୍ଟ କରୁଛୁ । ମାନୁଫାକ୍‌ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ କମ୍ପିଟ୍‌ କରି ପାରୁଥିବା ଭଳି ପ୍ରଡକ୍ଟ ନିର୍ମାଣ କରୁଛୁ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ୧୫ ମାସ ହେବ ଓଡିଶାର ଶାସନ ଦାୟିତ୍ୱ ନେଇଛନ୍ତି । ଏହି ଅଳ୍ପ ସମୟ ମଧ୍ୟରେ ଆମ ସରକାର ୨୬୦ ଟି ଶିଳ୍ପ ପ୍ରକଳ୍ପ ମଞ୍ଜୁର କରିଛନ୍ତି, ଯାହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି । ଏହି ସମୟ ମଧ୍ୟରେ ଆମେ ୮୪ ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛୁ । ଏହା ଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହୋଇପାରିଛି, ଏବଂ ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇପାରିଛି । ଶିଳ୍ପପତି ମାନଙ୍କୁ ଭରଷା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହିତ ପ୍ରତ୍ୟେକ କ୍ଷେତ୍ରକୁ ସ୍ୱତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି । ସରକାରୀ ବ୍ୟବସ୍ଥାରେ ବ୍ୟୁରୋକ୍ରାଟିକ୍ ପ୍ରତିବନ୍ଧକକୁ ହଟାଯାଇଛି । ଶିଳ୍ପ ପ୍ରତିଷ୍ଠାର ଯାତ୍ରାରେ, ଶିଳ୍ପପତି ମାନଙ୍କୁ ସହଯୋଗର ହାତ ବଢାଇବା ପାଇଁ, ଆମେ ସବୁ ସମୟରେ ଉପସ୍ଥିତ ଅଛୁ । ଯେକୌଣସି ଅସୁବିଧାରେ ଶିଳ୍ପପତି ମାନଙ୍କ ସମସ୍ୟା ଦୂର କରିବା ପାଇଁ ଆମେ ଆମ ସରକାର ପ୍ରସ୍ତୁତ ଅଛନ୍ତି । ଏକ୍ ପେଡ ମା କି ନାମ୍ ୨.୦ ଅଭିଯାନକୁ ସଫଳ କରିବା ପାଇଁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ସମସ୍ତ ଉଦ୍ୟୋଗୀ ତଥା ଶିଳ୍ପାନୁଷ୍ଠାନ ଗୁଡିକ ନିଜ ନିଜ ଅଂଚଳରେ ଯେତେ ଅଧିକ ସମ୍ଭବ ଚାରା ରୋପଣ କରନ୍ତୁ । ବିକାଶ ଓ ପରିବେଶ ପରସ୍ପରର ପରିପୁରକ ହୋଇ କାର୍ଯ୍ୟ କରିବା ଉଚିତ। ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ ପାଳନ ହେବ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାକୁ ସମ୍ମାନ ଜଣାଇ, ତାଙ୍କ ପ୍ରତି ଏକ ଉପହାର ସ୍ୱରୂପ, ଓଡ଼ିଶାବାସୀ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଗଛ ଲଗେଇବା ପାଇଁ ନିଷ୍ପତ୍ତି କରିଛନ୍ତି। ଏହି ଅଭିଯାନରେ ଶିଳ୍ପସଂସ୍ଥା ମାନଙ୍କୁ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂତନ ଭାବେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ଶିଳ୍ପପତି ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଗଞ୍ଜାମ, ଖୋର୍ଦ୍ଧା, ଝାରସୁଗୁଡା, କୋରାପୁଟ ଓ ଅନୁଗୋଳ ଠାରେ ଆଭାସୀ ମାଧ୍ୟମରେ ସେ ଅଞ୍ଚଳରେ କାର୍ଯ୍ୟକାରୀ ହେବାକୁଥିବା ଶିଳ୍ପପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ସୁଦକ୍ଷ ପ୍ରଶାସନିକ ବ୍ୟବସ୍ଥା ଏବଂ ଶିଳ୍ପ ଅନୁକୂଳ ପରିବେଶ ହିଁ ଆଜି ଓଡିଶାକୁ ଶିଳ୍ପ ସମୃଦ୍ଧ ଭାବେ ଏକ ପ୍ରମୁଖ ସମ୍ଭାବନାର ରାଜ୍ୟ ଭାବେ ଗଢିତୋଳିବା ପାଇଁ ସକ୍ଷମ ହୋଇଛି। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ଭରଷା ଓ ବିଶ୍ୱାସ ଆଜି ଆମ ରାଜ୍ୟର ସାମଗ୍ରିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ଉପାଦେୟ ସାବ୍ୟସ୍ତ ହୋଇଛି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ ପ୍ରତ୍ୟେକ ବ୍ୟକ୍ତି ଯାହାର ଇଚ୍ଛା ଓ ଦୃଢ ମନୋବଳ ଅଛି ସେ ଦିନେ ନା ଦିନେ ସଫଳ ହେବ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ସର୍ବଦା ରହିଆସିଛି ଯେ କିଭଳି ଗ୍ରାଉଣ୍ଡ ଜିରୋରୁ ସଫଳତା ମିଳିବ। ଏହି ଭରଷାରେ ରାଜ୍ୟ ସରକାର ଆଜି ଶିଳ୍ପକ୍ଷେତ୍ରରେ ଅଗ୍ରଗତି କରୁଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ପ୍ରମୁଖ ଶିଳ୍ପପତି ମାନେ ମଞ୍ଚାସୀନ ଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଦକ୍ଷତା ବିକାଶ ବିଭାଗର କମିଶନର ତଥା ସଚିବ ଶ୍ରୀ ଭୁପେନ୍ଦ୍ର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ।

powered by social2s

ରାଜଭବନ ସମ୍ମୁଖରେ ବିଜେଡି-ପୋଲିସ ମୁହାଁମୁହିଁ

Details
Odia Ray Admin
ଓଡିଶା
15 September 2025

ଭୁବନେଶ୍ବର: ଭୁବନେଶ୍ବର ରାଜଭବନ ସମ୍ମୁଖରେ ବିଜେଡି-ପୋଲିସ ମୁହାଁମୁହିଁ ହୋଇଛନ୍ତି। ବ୍ୟାରିକେଡ୍‌ ଭାଙ୍ଗି ରାଜଭବନ ଯିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ପରିସ୍ଥିତି ହୋଇଛି। ସାରର ଅଭାବୀ ବିକ୍ରି ପ୍ରସଙ୍ଗରେ ବିକ୍ଷୋଭ କରୁଛି ବିଜେଡି। ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଲେ ବିଜେଡି ନେତା।

powered by social2s

More Articles ...

  1. ଲିଙ୍ଗରାଜ ମନ୍ଦିର ଆଡ଼ପ ମଣ୍ଡପରେ ପଡ଼ି ଶ୍ରଦ୍ଧାଳୁ ଆହତ
  2. ବେଆଇନ ବାଣ କାରଖାନାରେ ଚଢ଼ାଉ
  3. ଦି ୱେଲଥ କମ୍ପାନୀ ପକ୍ଷରୁ ଓଡ଼ିଶାକୁ ଅଣାଯାଇଛି 'ଏମଏଫ ଦିଦି'
Page 353 of 2256
  • Start
  • Prev
  • 348
  • 349
  • 350
  • 351
  • 352
  • 353
  • 354
  • 355
  • 356
  • 357
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.