• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଛାତ୍ର ଏବଂ କୃଷକଙ୍କ ମଧ୍ୟରେ କୃଷି ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ପାଇଁ ଓୟୁଏଟି ଭୂମିକା ନିର୍ବାହ କରୁ: ରାଜ୍ୟପାଳ

Details
Odia Ray Admin
ଓଡିଶା
24 August 2025

ଭୁବନେଶ୍ଵର: ଛାତ୍ରଛାତ୍ରୀ, କୃଷକ ମାନଙ୍କ ମଧ୍ୟରେ ତଥା ସମାଜରେ କୃଷି ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ପାଇଁ ଓୟୁଏଟି ଅଗ୍ରଣୀ ଭୂମିକା ନିଭାଇବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆହ୍ବାନ ଜଣାଇଛନ୍ତି। ଚଳିତ ଅଗଷ୍ଟ ୨୪ତାରିଖ ରବିବାର ଦିନ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ, ଭୁବନେଶ୍ଵରର ୬୪ ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହି ଆହ୍ଵାନ ଜଣାଇଛନ୍ତି। ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ, ବିଭିନ୍ନ ପ୍ରକାର କୃଷି ଉଦ୍ୟୋଗ ନିମନ୍ତେ ବ୍ୟୟ ଆକଳନ, ଜମି ଓ ବିଦ୍ୟୁତର ଆବଶ୍ୟକତା, ଆୟ ଆକଳନ ଏବଂ ବିଭିନ୍ନ ସବ୍ସିଡି ଯୋଜନା ସମ୍ପର୍କରେ ତଥ୍ୟ ରଖି ପ୍ରକଳ୍ପ ପ୍ରୋଫାଇଲ୍ ପ୍ରସ୍ତୁତ କରିବାକୁ ରାଜ୍ୟପାଳ ଓୟୁଏଟି କତୃପକ୍ଷଙ୍କୁ କହିଥିଲେ। ଏପରି ପ୍ରକଳ୍ପ ପ୍ରୋଫାଇଲ୍ ଛାତ୍ରଛାତ୍ରୀ ଏବଂ କୃଷକମାନଙ୍କୁ କୃଷି ଭିତ୍ତିକ ଉଦ୍ୟୋଗ ଗୁଡ଼ିକର ଆର୍ଥିକ ସମ୍ଭାବନା ବୁଝିବାରେ ସହାୟକ ହେବ ଏବଂ ସେମାନଙ୍କୁ ଏପରି ଉଦ୍ୟୋଗ ଗୁଡିକୁ ଆପଣାଇବା ନିମନ୍ତେ ଉତ୍ସାହିତ କରିବ ବୋଲି କହିଥିଲେ। ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପରିଦର୍ଶନ କରିଥିବା କୃଷି ବିଜ୍ଞାନ କେନ୍ଦ୍ର ସମ୍ପର୍କରେ ରାଜ୍ୟପାଳ ନିଜର ଉପଲବ୍ଧି ଅବତାରଣା କରି ଚାଷୀମାନଙ୍କୁ କୃଷି ବିଜ୍ଞାନ କେନ୍ଦ୍ର ଦ୍ବାରା ପ୍ରଦାନ କରାଯାଉଥିବା ତାଲିମକୁ ପ୍ରଶଂସା କରିଥିଲେ। ତାଲିମ ନେବା ପରେ ଅଳ୍ପ କେତେଜଣ ଚାଷୀ ଔଦ୍ୟୋଗିକ କାର୍ଯ୍ୟକଳାପ କରୁଥିବା ପରିଲକ୍ଷିତ ହେଉଛି। ଯଦି ସମସ୍ତଙ୍କୁ ପ୍ରକଳ୍ପ ପ୍ରୋଫାଇଲ୍ ଦିଆଯାଇ ମାର୍ଗଦର୍ଶନ କରାଯାଏ ତାହେଲେ କୃଷି ଉଦ୍ୟୋଗ କାର୍ଯ୍ୟକଳାପରେ ଅଂଶ ଗ୍ରହଣ ବୃଦ୍ଧି ପାଇବ ବୋଲି ରାଜ୍ୟପାଳ କହିଥିଲେ। ଓୟୁଏଟି ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟପାଳ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ କୃଷିକୁ ଭାରତର ମେରୁଦଣ୍ଡ ଭାବେ ବର୍ଣ୍ଣନା କରିଥିଲେ। ଆମ ଦେଶରେ କୃଷି ଏକ ବୃତ୍ତି ନୁହେଁ ଏହା ଆମ ସଂସ୍କୃତି ର ଏକ ଅଂଶ ଏବଂ ଏହା ପରିବାର ସହିତ ଅର୍ଥନୀତିକୁ କୁ ପ୍ରତିପାଳନ କରେ ବୋଲି କହିଥିଲେ । ଓୟୁଏଟି ଭଳି ପ୍ରତିଷ୍ଠାନ ଗୁଡିକ ଦକ୍ଷ ମାନବ ସମ୍ବଳ ଏବଂ ଅଭିନବ ସମାଧାନ କୌଶଳର ବିକାଶ କରିବା ସହିତ ଜଳବାୟୁ ପରିବର୍ତ୍ତନ, ବଜାରର ହ୍ରାସ - ବୃଦ୍ଧି ଭଳି ଆହ୍ବାନକୁ ମୁକାବିଲା କରିବାରେ ସହାୟକ ହେବେ। ପ୍ରକ୍ରିୟାକରଣ , ଭାଲ୍ୟୁ ଆଡିସନ, ମାର୍କେଟିଂ ଏବଂ ରପ୍ତାନୀରେ କୃଷିର ବର୍ଦ୍ଧିତ ପରିସର ଉପରେ ଆଲୋକପାତ କରି ସଠିକ୍ କୃଷି, ଜୈବ ପ୍ରଯୁକ୍ତି ବିଦ୍ୟା, କ୍ରୁତ୍ରିମ ବୁଦ୍ଧିମତ୍ତା ଏବଂ ସ୍ଥାୟୀ ସମ୍ବଳ ପରିଚାଳନା ଉପରେ ଅଧିକ ଧ୍ୟାନ ଦେବାକୁ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ। ଏମ୍ ଏସ ଏମ ଇ ବିଭାଗ ଦ୍ଵାରା କୃଷି ଷ୍ଟାଟ ଅପ୍ ପାଇଁ ଅଗ୍ରଣୀ ନୋଡାଲ କେନ୍ଦ୍ର ଭାବରେ ଓୟୁଏଟି ମାନ୍ୟତା ପାଇବା ଏବଂ ୨୪ ଟି ଷ୍ଟାଟ ଅପକୁ ପରାମର୍ଶ ଦେବା କ୍ଷେତ୍ରରେ ଏହାର ସଫଳତାକୁ ରାଜ୍ୟପାଳ ପ୍ରଶଂସା କରିଥିଲେ। ଏହି ପଦକ୍ଷେପ ଗୁଡ଼ିକ ଆତ୍ମନିର୍ଭର ଭାରତର ଦୃଷ୍ଟିକୋଣ ସହିତ ସମନ୍ୱିତ। ଯୁବ କୃଷି ଉଦ୍ୟୋଗୀଙ୍କୁ ସଶକ୍ତ କରି ଓୟୁଏଟି ଗ୍ରାମୀଣ ଉଦ୍ୟୋଗ ଗୁଡିକୁ ପ୍ରୋତ୍ସାହିତ କରିପାରିବ, ନିଯୁକ୍ତି ସୃଷ୍ଟି କରିବା ସହିତ ବିଶ୍ଵ ବଜାରରେ ଓଡ଼ିଶାର ଉପସ୍ଥିତିକୁ ବୃଦ୍ଧି କରିପାରିବ ବୋଲି ରାଜ୍ୟପାଳ କହିଥିଲେ। ଏହି ସମାରୋହରେ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ସମାବେଶକୁ ସମ୍ବୋଧିତ କରିଥିଲେ ଏବଂ ଜୈବିକ କୃଷିର ଗୁରୁତ୍ଵ ଉପରେ ଆଲୋକପାତ କରି ଭାରତ କିପରି ଏକ ଆମଦାନୀକାରୀ ରାଷ୍ଟ୍ରରୁ ଏକ ରପ୍ତାନୀକାରୀ ରାଷ୍ଟ୍ରରେ ପରିଣତ ହୋଇଛି ତାହା ଅବତାରଣା କରିଥିଲେ। ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ନିଜ ବକ୍ତବ୍ୟରେ ଚାଷ ଓ ଚାଷୀର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ଏବଂ କୃଷିକୁ ପ୍ରୋତ୍ସାହିତ କରିବା ପାଇଁ ବିଭିନ୍ନ ସରକାରୀ ଯୋଜନା ବିଷୟରେ ଉଲ୍ଲେଖ କରିଥିଲେ। ଏକାମ୍ର - ଭୁବନେଶ୍ୱର ବିଧାୟକ ବାବୁ ସିଂହ ଏବଂ ଓୟୁଏଟି ର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ମଧ୍ୟ ଏହି ସମାରୋହରେ ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରାରମ୍ଭରେ ଡିନ୍ ସମ୍ପ୍ରସାରଣ ଶିକ୍ଷା ଡ. ପ୍ରସନ୍ନଜିତ ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ରେଜିଷ୍ଟ୍ରାର ପ୍ରତିଭା ଦୋରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସ୍ମାର୍ଟ ଚାଷୀ, ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ, ଅଧିକାରୀ, କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ପୁସ୍ତିକା ଉନ୍ମୋଚିତ ହୋଇଥିଲା ଓ ୱାଇଫାଇ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା।

powered by social2s

ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ନୂତନ ଭାବେ ସ୍କନ୍ଦ ପୁରାଣ ପଠନ ଓ ଆଲୋଚନା କର୍ମଶାଳା ଅନୁଷ୍ଠିତ

Details
Odia Ray Admin
ଓଡିଶା
24 August 2025

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ନୂତନ ଭାବେ ସ୍କନ୍ଦ ପୁରାଣ ପଠନ ଓ ଆଲୋଚନା କର୍ମଶାଳା ଭୁବନେଶ୍ୱରରେ ଥିବା ରାଧାବଲ୍ଲଭ ମଠ ରେ ଅନୁଷ୍ଠିତ ହୋଇଯାଇଛି । ପୂଜ୍ୟ ମହନ୍ତ ରାମକୃଷ୍ଣ ଦାସ ମହାରାଜ, ପୂଜ୍ୟ ବାବାଜୀ ସତ୍ୟାନନ୍ଦ ଦାସ, ସମ୍ପାଦକ ପ୍ରଭାକର ମଲ୍ଲିକ ଙ୍କ ମାର୍ଗ ଦର୍ଶନ ରେ ଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ତରଫରୁ ଏହି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହା ପ୍ରତି ମାସ ର ପ୍ରଥମ ରବିବାର ସକାଳ ୧୧ଘଟିକା ରେ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି। କର୍ମଶାଳା ରେ ପ୍ରଥମେ ଓମ ଉଚ୍ଚାରଣ, ତା ପରେ ଜଗନ୍ନାଥ ଜଗନ୍ନାଥ ଜଗନ୍ନାଥ ପାହିମାମ.. ତା ପରେ ନୀଳାଦ୍ରୋ ଶଙ୍ଖ ମଦ୍ଧେ ଶତଦଳ...ଜଗନ୍ନାଥ ଅଷ୍ଟକମ, ପୁରାତନ ପାରମ୍ପରିକ ଭଜନ କରାଯିବ। ପରେ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ସ୍କନ୍ଦ ପୁରାଣ ଶ୍ରୀ ପୁରୁଷୋତ୍ତମ ଖଣ୍ଡ ର ଏକ ଅଧ୍ୟାୟ ପଢ଼ାଯାଇ ଆଲୋଚନା କରାଯିବ। ଶେଷରେ ଗୀତ ଗୋବିନ୍ଦ ଭଜନ ଶ୍ରୀତ କମଳ... ବୋଲାଯାଇ ସଭା ସମାପ୍ତି କରାଯିବ। ଆଜିର ଏହି ପ୍ରଭୁ ଶ୍ରୀଜଗନ୍ନାଥ ଙ୍କ କାର୍ଯ୍ୟକ୍ରମ ନିରଞ୍ଜନ ଦାଶ ବୈକୁଣ୍ଠ ମହାପାତ୍ର, ରାଧାବଲ୍ଲଭ ସିଂ, ଡ ନାରାୟଣ ମହାପାତ୍ର, ପୁଷ୍ପାଞ୍ଜଳି ପାତ୍ର, ତନ୍ମୟ ସାହୁ, ସୁରେଶ ମିଶ୍ର, ତ୍ରିଲୋଚନ ନାୟକ, ବଂଶୀଧର ନାୟକ, ଭାରତୀ ଭୂଷଣ ପଟ୍ଟନାୟକ,, ଶ୍ରୀନିବାସ ପ୍ରମୁଖ ଯୋଗ ଦେଇଥିଲେ।

powered by social2s

ବଲାଙ୍ଗିରରେ ୨ କ୍ବିଣ୍ଟାଲ ଗଞ୍ଜେଇ ଜବତ

Details
Odia Ray Admin
ଓଡିଶା
24 August 2025

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଲୋଇସିଂହା ପୋଲିସ୍ ଦ୍ୱାରା ୨ କ୍ବିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ସାଲେଭଟା-କୁଟାସିଂ ରାସ୍ତାର ରେଲୱେ ଫାଟକ ନିକଟରୁ ଜବତ କରାଯାଇଛି। ଏକ କାର୍‌ ଜବତ ହୋଇଛି। ଡ୍ରାଇଭର୍ ଫେରାର ହୋଇଥିବା ଜଣାପଡିଛି।

powered by social2s

ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

Details
Odia Ray Admin
ଓଡିଶା
23 August 2025

ଭୁବନେଶ୍ୱର: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି I ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କରିବା ଅବସରରେ ରାଜ୍ୟପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି I ଉକ୍ତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସମେତ ଉପରୋକ୍ତ ବିଭାଗମାନଙ୍କର ବରିଷ୍ଠ ଅଧିକାରୀ, ରାଜ୍ୟର ବିଭିନ୍ନ ଜିଲ୍ଲାର ଡିଏଫଓ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରଳକ୍ପ ପ୍ରଶାସକ, ଜିଲ୍ଲା କଲ୍ୟାଣ ଅଧିକାରୀ ତଥା ବିଭିନ୍ନ ପ୍ରକଳ୍ପର ଅଧିକାରୀମାନେ ଯୋଗ ଦେଇଥିଲେ I ଏହି ସମୀକ୍ଷା ବୈଠକରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଜନଜାତିମାନଙ୍କର କଲ୍ୟାଣ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଅନେକ ଯୋଜନା କାର୍ଯ୍ୟକାରୀ ହେଉଛି I ଉପରୋକ୍ତ ଯୋଜନା ସମ୍ପର୍କରେ ସେମାନଙ୍କୁ ସଚେତନ କରାଇ ପାରିଲେ ଯୋଜନାର ସୁଫଳ ମିଳିବ ଏବଂ ସେମାନେ ଉପକୃତ ହୋଇ ପାରିବେ I ଏଣୁ ସମ୍ପୃକ୍ତ ବିଭାଗ ତରଫରୁ ବିଭିନ୍ନ ଯୋଜନା ସମ୍ପର୍କରେ ପୁସ୍ତିକା ପ୍ରସ୍ତୁତ କରି ଜନସାଧାରଣଙ୍କୁ ବଣ୍ଟନ କରିବା ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବଙ୍କୁ ରାଜ୍ୟପାଳ କହିଥିଲେ I ଏତତ ବ୍ୟତୀତ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ କିପରି ଅଧିକ ସଂଖ୍ୟାରେ ଜନସାଧାରଣ ସାମିଲ ହୋଇ ପାରିବେ ସେ ଦିଗରେ ସକାରାତ୍ମକ ମନୋଭାବ ନେଇ ବିଭାଗୀୟ କର୍ତ୍ତୃପକ୍ଷ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ I ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କର ଗୁରୁ ଦାୟିତ୍ୱ ରହିଛି ବୋଲି ରାଜ୍ୟପାଳ କହିଥିଲେ I ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ଜନଜାତିବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ଗୁଣାତ୍ମକ ଶିକ୍ଷା, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ, ଛାତ୍ରବୃତ୍ତି, ଜନଜାତି ବର୍ଗଙ୍କ ଜୀବନ ଧାରଣ ମାନର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ଫରେଷ୍ଟ ରାଇଟ ଆକ୍ଟ-୨୦୦୬ର କାର୍ଯ୍ୟକାରିତା, ଜଙ୍ଗଲଜାତ ଦ୍ରବ୍ୟର ବିପଣନ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ, ଆର୍ଟିକିଲ ୨୭୫(୧), ପ୍ରଧାନମନ୍ତ୍ରୀ ଜନମନ ଯୋଜନା, ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଇତ୍ୟାଦି ଯୋଜନାର କାର୍ଯ୍ୟକାରିତା ଏବଂ କାର୍ଯ୍ୟାନ୍ୱୟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ରାଜ୍ୟପାଳ ସମୀକ୍ଷା କରିଥିଲେ I ଫରେଷ୍ଟ ରାଇଟ ଆକ୍ଟ ଅଧୀନରେ ବିଭିନ୍ନ ଜିଲ୍ଲାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଚାରାଧୀନ ଆବେଦନ ଗୁଡିକୁ ଆଗାମୀ ନବେ ଦିନ ମଧ୍ୟରେ ଫଇସଲା କରିବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଥିଲେ I ଏ ଦିଗରେ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଥିଲେ I କଲ୍ୟାଣ ବିଭାଗ ପରିଚାଳିତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହିତ ବିଦ୍ୟାଳୟମାନଙ୍କର ମାନ୍ୟତା ବୃଦ୍ଧି ଦିଗରେ ପଦକ୍ଷେପର ସମୀକ୍ଷା କରିଥିଲେ I ଏତତ ବ୍ୟତୀତ ନକଲି ଜାତି ପ୍ରମାଣ ପତ୍ର ପ୍ରସଙ୍ଗରେ ଚିନ୍ତା ପ୍ରକଟ କରି ଏପରି ମାମଲାଗୁଡ଼ିକର ଯାଞ୍ଚ କରିବା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ପଚାରି ବୁଝିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର କ୍ରୟ ଏବଂ ନିଲାମ ପ୍ରସଙ୍ଗରେ ରାଜ୍ୟପାଳ ସମୀକ୍ଷା କରିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର ବିପଣନ ପାଇଁ ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଥିଲେ I ଜନଜାତିମାନେ ଯେପରି ଉଚିତ ମୂଲ୍ୟ ପାଇ ପାରିବେ ତାହା ସୁନିଶ୍ଚିତ କରିବା ଏବଂ ଏ କ୍ଷେତ୍ରରେ ମଧ୍ୟସ୍ଥିକୁ ଦୂର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର ପ୍ରକ୍ରିୟାକରଣ ପାଇଁ ଏମଏସଏମଇ ସ୍ଥାପନ କରିବାକୁ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେଇଥିଲେ I ଜନଜାତି ଅଧୁସିତ ଅଂଚଳରେ ଭିତ୍ତିଭୂମି ଓ ଯୋଗାଯୋଗ ଉପରେ ରାଜ୍ୟପାଳ ସମୀକ୍ଷା କରିଥିଲେ ଏବଂ ପ୍ରତି ଗ୍ରାମରେ ମୋବାଇଲ ନେଟୱାର୍କ ଉପଲବ୍ଧ କରାଇବା ଉପରେ ଗୁରୁତ୍ୱାରୋପ କରିଥିଲେ I ଏତତ ବ୍ୟତୀତ ଲୋକମାନଙ୍କ ଘର ତଥା ଅନୁଷ୍ଠାନ ମାନଙ୍କରେ ସୌର ଶକ୍ତିର ବ୍ୟବହାର ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ I ଏତତ ବ୍ୟତୀତ ସିଏସଆର କାର୍ଯ୍ୟକ୍ରମ ସହଯୋଗରେ ବିଦ୍ୟାଳୟ ମାନଙ୍କରେ ସ୍ମାର୍ଟ କ୍ଲାସରୁମ ବ୍ୟବସ୍ଥା କରିବା ଉପରେ ମଧ୍ୟ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ I ଉକ୍ତ ସମୀକ୍ଷା ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ,ପିସିସିଏଫ ଓଡିଶା ସୁରେଶ ପନ୍ତ, ପଂଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଏସ ଏନ ଗିରିଶ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ବି ପରମେଶ୍ୱରନ, ପିସିସିଏଫ (କେଏଲ) ଉମା ନନ୍ଦୁରୀ, ପିସିସିଏଫ (ଡବ୍ଲୁଏଲ) ପ୍ରେମ କୁମାର ଝା, ଷ୍ଟେଟ ନୋଡାଲ ଅଧିକାରୀ (ପିଡି, ଓଏଫଏସଡିପି) କେ ମୁରୁଗେସନ ପ୍ରମୁଖ ମଞ୍ଚାସୀନ ଥିଲେ I

powered by social2s

ନୂଆଁଖାଇ ପାଇଁ ମା' ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ

Details
Odia Ray Admin
ଓଡିଶା
24 August 2025

ସମ୍ବଲପୁର: ନୂଆଁଖାଇ ପାଇଁ ମା' ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ। ବଳବସପୁର ବେହେରା ପରିବାର ସରିଆ ଧାନ ଧରି ପହଞ୍ଚିଲେ। ସମଲେଇ ମନ୍ଦିର ମୁଖ୍ୟ ପୂଜକଙ୍କୁ ପ୍ରଦାନ କରାଗଲା ଧାନ। ନୂଆଁଖାଇ ଦିନ ସରିଆ ଧାନରୁ ପ୍ରସ୍ତୁତ ଚାଉଳରେ ନବାନ୍ନ ଲାଗି ହେବ।

powered by social2s

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା

Details
Odia Ray Admin
ଓଡିଶା
23 August 2025

ଭୁବନେଶ୍ୱର: ବିପଦରେ ପଡ଼ିଥିବା ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଦେବା ପାଇଁ ପ୍ରଥମେ ପହଞ୍ଚିଥାନ୍ତି ଆମ ଅଗ୍ନିଯୋଦ୍ଧାମାନେ । ସେମାନେ ହେଉଛନ୍ତି ପ୍ରଥମ ରେସ୍୍ପଣ୍ଡର। ବିପନ୍ନ ଲୋକଙ୍କ ପାଖରେ ସେମାନେ ସରକାରଙ୍କ ଚେହେରା ବୋଲି ଆଜି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ କାର୍ଯ୍ୟାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ ଏକ ବର୍ଷ ମଧ୍ୟରେ ଅଗ୍ନିଶମ ବିଭାଗର ଖାଲିଥିବା ୯୧୧ ପଦବୀ ପୂରଣ ହୋଇଛି । ସେମାନେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଆଉ ପ୍ରାୟ ୩୦୦ ପଦବୀ ଖାଲି ରହିଛି ଏବଂ ଏହାକୁ ଡିସେମ୍ୱର ସୁଦ୍ଧା ପୂରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରଶିକ୍ଷାର୍ଥୀମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଗ୍ନିଯୋଦ୍ଧାମାନେ କାର୍ଯ୍ୟକ୍ଷେତ୍ରରେ ବହୁ କଠିନ ପରିଶ୍ରମ କରିଥାନ୍ତି । ସେଥିପାଇଁ ସବୁବେଳେ ଓ ସବୁ ସମୟରେ ଶାରୀରିକ ଫିଟ୍‍ ରହିବା ଆବଶ୍ୟକ । ଏ ଦିଗରେ ଆଜି ନୂଆକରି ଦାୟିତ୍ୱ ନେଉଥିବା ଓ ବିଭାଗରେ ପୂର୍ବରୁ କାର୍ଯ୍ୟ କରୁଥିବା ସମସ୍ତ ଅଗ୍ନିଯୋଦ୍ଧାମାନେ ସଚେତନ ରହିବା ଆବଶ୍ୟକ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଅଗ୍ନିଶମ ବିଭାଗ ସାରା ଦେଶରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । କାର୍ଯ୍ୟଦକ୍ଷତା ଭିତ୍ତିରେ ଦେଶର ସର୍ବଶ୍ରେଷ୍ଠ ତିନି ଗୋଟି ରାଜ୍ୟ ମଧ୍ୟରେ ସ୍ଥାନିତ ହୋଇଛି । ଓଡ଼ିଶା ଅଗ୍ନିଶମ ବିଭାଗ ଏବଂ ଅଗ୍ନିଯୋଦ୍ଧାମାନେ The best in business in the country ବୋଲି ସେ କହିଥିଲେ । ବିଗତ ଏକ ବର୍ଷ ମଧ୍ୟରେ ରାଜ୍ୟରେ ଥିବା ୩୪୬ ଟି ଦମକଳ କେନ୍ଦ୍ର ପାଖାପାଖି ୫୦ ହଜାର କଲ୍‍ ଆଟେଣ୍ଡ କରିଛନ୍ତି । ୭୫୯୯ ମୂଲ୍ୟବାନ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତି । ଏ ସମସ୍ତ କାମ ସରକାରଙ୍କ ପାଇଁ ସୁନାମ ଆଣିଛି । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ବର୍ତ୍ତମାନର ପରିବର୍ତ୍ତନଶୀଳ ପରିବେଶକୁ ନେଇ ଆମକୁ ଆହୁରି ସୁଦୃଢ଼ ହେବାକୁ ପଡ଼ିବ । ନୂଆ ନୂଆ ଜ୍ଞାନ କୌଶଳ ପ୍ରୟୋଗ ବିଷୟରେ ଆମକୁ ସଜାଗ ହେବାକୁ ପଡ଼ିବ । ଏଥିପାଇଁ ଆମ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଅଗ୍ନିଯୋଦ୍ଧାମାନଙ୍କ ପ୍ରଶିକ୍ଷଣର ମାନବୃଦ୍ଧି ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚରେ ଆମେ ଏକ ବିଶ୍ୱସ୍ତରୀୟ ସିମୁଲେଟର ପ୍ରତିଷ୍ଠା କରିବାକୁ ଯାଉଛୁ । ଏହି ସିମୁଲେଟର ମାଧ୍ୟମରେ ଆମ ଅଗ୍ନିଯୋଦ୍ଧାମାନେ ଅତ୍ୟାଧୁନିକ ପ୍ରଶିକ୍ଷଣ ଓ କଠିନ ପରିସ୍ଥିତିର ମୁକାବିଲା ପାଇଁ ଅଭ୍ୟାସ କରିପାରିବେ । ଏଥି ସହିତ କୋଣାର୍କର ରାମଚଣ୍ଡୀ ଠାରେ ୧୨ କୋଟି ଟଙ୍କା ବ୍ୟୟରେ ଏକ ଜାତୀୟ ସ୍ତରୀୟ ଜଳଦକ୍ଷତା ଓ ଜୀବନ ରକ୍ଷା ପ୍ରଶିକ୍ଷଣ କେନ୍ଦ୍ର ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି । ୧୦ କୋଟି ଟଙ୍କା ବିନିମୟରେ ସେଠାରେ ଏକ ବିଶ୍ୱସ୍ତରୀୟ ସ୍କୁବା ଡାଇଭିଂ ପ୍ରଶିକ୍ଷଣ କେନ୍ଦ୍ର ମଧ୍ୟ କରାଯିବ । ଉଦ୍ଧାର କାର୍ଯ୍ୟରେ ଲିପ୍ତ ପୋଲିସ, ଅଗ୍ନିଶମ ଓ ଗୃହରକ୍ଷୀ କର୍ମଚାରୀମାନଙ୍କୁ ଏହି କେନ୍ଦ୍ରରେ ପ୍ରଶିକ୍ଷଣ ଦିଆଯିବ । ଓଡ଼ିଶା ଅଗ୍ନିଶମ ବିଭାଗକୁ ବିପର୍ଯ୍ୟୟ ପରିଚାଳନାରେ ବିଶ୍ୱସ୍ତରୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ପାଣିରେ ବୁଡି ଜୀବନ ହାନି ଘଟଣା ପ୍ରତି ସମ୍ୱେଦନଶୀଳ ହୋଇ କହିଥିଲେ ଯେ, ଜଳସୁରକ୍ଷା ପ୍ରତି ବିଭାଗ ପକ୍ଷରୁ ରାଜ୍ୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉ । ବିଶେଷକରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ସନ୍ତରଣ ଶିକ୍ଷା ପ୍ରତି ସଚେତନତା ବୃଦ୍ଧି ଦିଗରେ ପଦକ୍ଷେପ ଗ୍ରହଣ କରନ୍ତୁ । ପ୍ରତ୍ୟେକ ଅଗ୍ନିଶମ ଗାଡ଼ିରେ ଫାଷ୍ଟଏଡ କିଟ ଓ ଆଧୁନିକ ଷ୍ଟ୍ରେଚର ରଖନ୍ତୁ, ଯାହାଦ୍ୱାରା ଅନେକ ଅମୂଲ୍ୟ ଜୀବନ ଗୋଲଡେନ ଆୱାର ଭିତରେ ବଞ୍ଚାଯାଇ ପାରିବ । ଏଥି ସହିତ ବିଭିନ୍ନ ଅନୁଷ୍ଠାନ େଯପରିକି ମେଡିକାଲ, ସ୍କୁଲ କଲେଜ କ୍ୟାମ୍ପସ, ଆପାର୍ଟମେଣ୍ଟ, ବାଣିଜ୍ୟ ଅନୁଷ୍ଠାନ ଗୁଡ଼ିକରେ ସେଠାକାର କର୍ମଚାରୀମାନଙ୍କୁ ନିଆଁକୁ ଆୟତ୍ତ କରିବା ସମ୍ୱନ୍ଧୀୟ ପ୍ରଶିକ୍ଷଣକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେ ଆହୁରି କହିଥିଲେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଗ୍ନି ନିର୍ବାପନ ଓ ବିପଦ ସମୟରେ ଉଦ୍ଧାର କାର୍ଯ୍ୟର ଜ୍ଞାନ ଆହରଣ ପାଇଁ ଆବଶ୍ୟକ ସ୍ଥଳେ ଅଗ୍ନିଯୋଦ୍ଧା ଓ ଅଧିକାରୀମାନଙ୍କୁ ରାଜ୍ୟ ବାହାରକୁ ପ୍ରଶିକ୍ଷଣ ପାଇଁ ମଧ୍ୟ ପଠାନ୍ତୁ । ଶେଷରେ ମୁଖ୍ୟମନ୍ତ୍ରୀ ପ୍ରଶିକ୍ଷାର୍ଥୀମାନଙ୍କୁ କହିଥିଲେ ଯେ ରାଜ୍ୟବାସୀଙ୍କୁ ନିରାପଦ ଓ ସୁରକ୍ଷିତ ପରବେଶ ପ୍ରଦାନ କରିବା ହେଉଛି ଆପଣମାନଙ୍କ ଦାୟିତ୍ୱ । ଯେତେ ବାଧାବିଘ୍ନ ଆସିଲେ ମଧ୍ୟ ନିଆଁ, ପାଣି, ପବନ, ଝଡ଼, ବର୍ଷା ସମସ୍ତେ ଆପଣଙ୍କ ନିକଟରେ ହାର ମାନିବେ । ଆପଣମାନେ ହୁଅନ୍ତୁ ଅଜେୟ-ଅଭେଦ୍ୟ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅଗ୍ନିଯୋଦ୍ଧା ଶୀର୍ଷକ ଏକ ଥିମ୍‍ ସଙ୍ଗ ଲୋକାର୍ପିତ କରିବା ସହ ଏକ ବୃକ୍ଷ ଚାରାରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ପ୍ରଶିକ୍ଷାର୍ଥୀଙ୍କ ପରିବାର ସଦସ୍ୟ ଏବଂ ପୋଲିସ ଓ ଅଗ୍ନିଶମ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ ଅବସରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ । ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡ. ସୁଧାଂଶୁ ଷଡଙ୍ଗୀ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଉପ ମହାନିରୀକ୍ଷକ ଉମାଶଙ୍କର ଦାଶ ଦୀକ୍ଷାନ୍ତ ସମାରୋହରେ ପ୍ରଶିକ୍ଷାର୍ଥୀଙ୍କୁ ଶପଥ ପାଠ କରାଇଥିଲେ ।

powered by social2s

ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Details
Odia Ray Admin
ଓଡିଶା
23 August 2025

ଭୁବନେଶ୍ୱର: ଭୁବନେଶ୍ୱର ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ। ନିକଟରେ ଭୁବନେଶ୍ଵରର ଘାରୋଇ ଡାକ୍ତରଖାନାରେ ଡିହାଇଡ୍ରେସନ ପାଇଁ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ।

powered by social2s

More Articles ...

  1. ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର
  2. ଓଡ଼ିଶୀ ନୃତ୍ୟଶିଳ୍ପୀ ପରିଷଦ ଦ୍ଵାରା ଷୋହଳ ବର୍ଷରୁ କମ୍ 'ଅଣ୍ଡର ସିକ୍ସଟିନ' ଓଡିଶୀ ନୃତ୍ୟ ୨୦୨୫ ଅନୁଷ୍ଠିତ
  3. ପାଞ୍ଚ ବର୍ଷରେ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ ନିର୍ମାଣ ହେବ
Page 370 of 2256
  • Start
  • Prev
  • 365
  • 366
  • 367
  • 368
  • 369
  • 370
  • 371
  • 372
  • 373
  • 374
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.