• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ଢୁପା ଏଫ ସି ଦଳ ସହ ସିର୍ତ୍ତିଗୁଡା ଦଳ ମଧ୍ୟରେ କଡା ଟକ୍କର ହେବ

Details
Odia Ray Admin
ଓଡିଶା
11 August 2025

ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଅନୁଷ୍ଠିତ ହେଉଥିଲା l ଦଶମ ଦିନ ତଥା ଦ୍ୱିତୀୟ ସେମି ଫାଇନାଲ ର ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ସନ୍ତୋଷ କୁମାର ଦାସ ଓ ରାଜକିଶୋର ଦାସ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ଦଶମ ଦିନ ତଥା ଦ୍ୱିତୀୟ ସେମି ଫାଇନାଲ ଖେଳରେ ସିର୍ତ୍ତିଗୁଡା ଏଫସି ଦଳ ସହ ସିଏସ କ୍ଲବ କ.ନୂଆଗାଁ ଦଳ ର ବହୁ ସଙ୍ଘର୍ଷ ମୟ ଖେଳରେ ୪-୦ ଗୋଲରେ ସିର୍ତ୍ତିଗୁଡା ଦଳ ଦିଜୟୀ ହୋଇ ଫାଇନାଲ କୁ ଉନ୍ନୀତ ହୋଇଥିଲେ l ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ବର୍ତ୍ତମାନ ତିନି ଦିନ ପାଇଁ ମିନି ଷ୍ଟାଡିଅମ ପରିସରରେ ପ୍ୟାରେଡ ର ପୂର୍ବାଭ୍ୟାସ ହେଉଥିବା ଯୋଗୁଁ ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଆୟୋଜିତ ହେବ l ଏଥିରେ ଢୁପା ଏଫସି ଦଳ ସହ ସିର୍ତ୍ତିଗୁଡା ଦଳ ମଧ୍ୟରେ କଡା ଟକ୍କର ହେବ, ଫାଇନାଲ ଖେଳ ର ବିଜେତା ଙ୍କୁ ପ୍ୟାରେଡ ଉତ୍ସବ ରେ ମୁଖ୍ୟ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି l

powered by social2s

ମୁଖ୍ୟମନ୍ତ୍ରୀଙ୍କ ସହିତ ୮ଜଣ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶାସନ ସଚିବ ଓ ପଦାଧିକାରୀ ଶୁଣିଲେ ଲୋକଙ୍କ ଅଭିଯୋଗ

Details
Odia Ray Admin
ଓଡିଶା
11 August 2025

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ବିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି। ଗତ ୧୩ଟି ପାଳିରେ ଗ୍ରହଣ କରାଯାଇଥିବା ୧୨,୨୫୨ଟି ଅଭିଯୋଗ ମଧ୍ୟରୁ ୧୦,୮୦୭ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୮ ପ୍ରତିଶତ ଅଟେ । ବାକି ଅଭିଯୋଗ ଗୁଡ଼ିକ ପ୍ରକ୍ରିୟା ମଧ୍ୟରେ ରହିଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି। ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଜଟିଳ ରୋଗରେ ପୀଡିତ ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଜଣ ଜଣ କରି ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ। ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ କିଛି ଜଣ ନିଜ ନିଜ ସମସ୍ୟାକୁ ନେଇ ବିଚଳିତ ହେଉଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥାରେ ଚିନ୍ତିତ ଲୋକମାନଙ୍କ ମୁହଁରେ ଆଶାର କିରଣ ଦେଖାଦେଇଥିଲା ଏବଂ ସେମାନେ ଆଶ୍ୱସ୍ତ ହୋଇ ଫେରିଥିଲେ। ଆଜି ପ୍ରକୋଷ୍ଠ ମଧ୍ୟରେ ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟସ୍ତର ସହିତ ଜିଲ୍ଲାସ୍ତରରେ ମଧ୍ୟ ଅନୁଷ୍ଠିତ ହେଉଛି । ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜରିଆରେ ଅନେକ ଲୋକଙ୍କର ବର୍ଷ ବର୍ଷ ଧରି ପଡି ରହିଥିବା ସମସ୍ୟାର ସମାଧାନ ହୋଇପାରୁଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

powered by social2s

ନୂଆ ବିସ୍ଥାପନ ଏବଂ ଥଇଥାନ ନୀତି ଆଣିବେ ଓଡ଼ିଶା ସରକାର: ରାଜସ୍ବ ମନ୍ତ୍ରୀ

Details
Odia Ray Admin
ଓଡିଶା
11 August 2025

ଭୁବନେଶ୍ୱର: ନୂଆ ବିସ୍ଥାପନ ଏବଂ ଥଇଥାନ ନୀତି ଆଣିବେ ଓଡ଼ିଶା ସରକାର ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯେ ୨୦୨୫ରେ ଏହି ନୂତନ ନୀତି ଆଣିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା। ଆଧୁନିକ ବିସ୍ଥାପନ ଏବଂ ଥଇଥାନ ନେଇ ଚିନ୍ତା କରୁଛନ୍ତି ସରକାର। କ୍ଷତିଗ୍ରସ୍ତ ଚାହିଁଲେ କ୍ଷତିପୂରଣ ବଦଳରେ ପ୍ରକଳ୍ପରେ ହେବେ ଅଂଶୀଦାର। ଜମି ହରାଉଥିବା ଲୋକଙ୍କୁ ଦିଆଯିବ ବିକଳ୍ପ ସୁଯୋଗ। ଜମି ବଦଳରେ ଜମି ବି ଯୋଗାଇ ଦେବେ ସରକାର। ଜନଜାତିଙ୍କର ଇଚ୍ଛା ଜମି ବଦଳରେ ଜମି। ଏହାସହ ସେମାନେ ଚାହିଁଲେ ପ୍ରକଳ୍ପରେ ଅଂଶୀଦାର ହୋଇପାରିବେ। କ୍ଷତିପୂରଣ ଜାଗାରେ ସେହି ପରିମାଣରେ ଅଂଶୀଦାର ରହିବେ। ସରକାର କାହା ଉପରେ କୌଣସି ନିଷ୍ପତ୍ତି ଲଦିବେ ନାହିଁ ବୋଲି ପ୍ରକାଶ କରିଛନ୍ତି ପୂଜାରୀ।

powered by social2s

ନିଜକୁ ଜାଳିଦେଲେ ନାବାଳିକା

Details
Odia Ray Admin
ଓଡିଶା
11 August 2025

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଫିରଙ୍ଗିମାଲ ଗାଁରେ ନିଜକୁ ଜାଳିଦେଲେ ନାବାଳିକା। ନିଆଁ ଲଗାଇ ଅଷ୍ଟମ ଶ୍ରେଣୀ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିବା ସୂଚନା। ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଠାବ ହୋଇଛି। ମାମୁ ଘରେ ରହି ପଢ଼ୁଥିଲେ ଛାତ୍ରୀ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

powered by social2s

ବରଗଡ଼ରେ ନାବାଳିକା ଛାତ୍ରୀ ପୋଡ଼ି ଘଟଣା: ବୁର୍ଲା ମେଡିକାଲରେ ଆଖି ବୁଜିଲେ ଛାତ୍ରୀ

Details
Odia Ray Admin
ଓଡିଶା
11 August 2025

ଭୁବନେଶ୍ୱର: ବରଗଡ଼ରେ ନିଜ ଦେହରେ ପେଟ୍ରୋଲ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଥିବା ନାବାଳିକାଙ୍କ ମୃତ୍ୟୁ ହୋଇଛି। ସମ୍ବଲପୁର ଜିଲ୍ଲା ବୁର୍ଲା ମେଡିକାଲରେ ଆଖି ବୁଜିଲେ ଛାତ୍ରୀ। ସକାଳୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିଲା ମୃତଦେହ। ଘଟଣାସ୍ଥଳରୁ ଚପଲ, ଦିଆସିଲି ଓ ପ୍ଲାଷ୍ଟିକ ବୋତଲ ଜବତ କରାଯାଇଛି। ବରଗଡ଼ ଫିରଙ୍ଗିମାଳ ଗାଁରେ ଘଟିଥିଲା ଘଟଣା।

powered by social2s

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସ ଛାତରୁ ପଡ଼ି ଯୁବକ ମୃତ

Details
Odia Ray Admin
ଓଡିଶା
11 August 2025

ଭୁବନେଶ୍ୱର: ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସ ଛାତରୁ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଯୁବକ ଜଣକ ଫକିରମୋହନ ଛାତ୍ରାବାସର ରେ ରହୁଥିଲେ। ସେ ଡ୍ରାଇଭର ଭାବେ କାମ କରୁଥିଲେ। ସହିଦ ନଗର ପୋଲିସ୍ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

powered by social2s

ମେଟଲ୍‌ ମିଟ୍‌ର ସପ୍ତମ ସଂସ୍କରଣ ଜୁନିୟରରେ ଡିଏଭି ୟୁନିଟ୍‌-୮, ସିନିୟରରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌

Details
Odia Ray Admin
ଓଡିଶା
10 August 2025

ଭୁବନେଶ୍ୱର: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଭୁବନେଶ୍ୱରସ୍ଥିତ ସ୍ବସ୍ତିପ୍ରିମିୟମ ହୋଟେଲଠାରେ ଅନୁଷ୍ଠିତ ହୋଇଥିବା କୁଇଜ୍‌ ପ୍ରତିଯୋଗିତା ‘ମେଟଲ ମିଟ୍‌-୨୦୨୫’ ସପ୍ତମ ସଂସ୍କରଣର ଗ୍ରାଣ୍ଡ ଫାଇନାଲ୍ସ ରବିବାର ଅନୁଷ୍ଠିତ ହୋଇଯାଇଛି। ଜୁନିୟର ବର୍ଗରେ ଭୁବନେଶ୍ୱରସ୍ଥିତ ୟୁନିଟ-୮ ଡ଼ିଏଭି ପବ୍ଲିକ ସ୍କୁଲ ଟିମ୍‌ ଏବଂ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ ହୋଇଛନ୍ତି। ଡିଏଭି ପବ୍ଲିକ ସ୍କୁଲ ୟୁନିଟ-୮ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିୟାନ ହୋଇଥିବାବେଳେ, ଏମ୍ସ ଭୁବନେଶ୍ୱର ଲଗାତର ତୃତୀୟଥର ପାଇଁ ପ୍ରଥମ ସ୍ଥାନରେ ରହି ହାଟ୍ରିକ୍‌ ଅର୍ଜନ କରିଛି। ସେହିପରି ଜୁନିୟର ବର୍ଗରେ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ଟିମ୍‌ ପ୍ରଥମ ରନରଅପ୍‌ ଓ ଲୋୟାଲା ଟିମ୍‌ ଦ୍ୱିତୀୟ ରନରଅପ୍‌ ହୋଇଛନ୍ତି। ଅନୁରୂପ ଭାବେ ସିନିୟର ବର୍ଗରେ ଆଇଆଇଟି ଖଡଗପୁର ପ୍ରଥମ ରନରଅପ୍‌ ଏବଂ ଆଇଆଇଏମ୍‌ କାଲ୍‌କାଟା ଦ୍ୱିତୀୟ ରନରଅପ୍‌ ହୋଇଛନ୍ତି। ଉଭୟ ବର୍ଗର ଚାମ୍ପିୟନ୍‌ଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ ଏବଂ ପ୍ରଥମ ରନର୍‌ଅପ୍‌ମାନଙ୍କୁ ୫୦ହଜାର ଓ ଦ୍ୱିତୀୟ ରନର୍‌ଅପ୍‌ମାନଙ୍କୁ ୨୫ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଛିା। ଶନିବାର ଓ ରବିବାର ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା କୁଇଜ୍‌ ପ୍ରତିଯୋଗିତାରେ ଏଥିର ପ୍ରଥମ ଥର ପାଇଁ ରାଜ୍ୟ ବାହାରୁ ଅଂଶଗ୍ରହଣକାରୀ ସାମିଲ୍‌ ହୋଇଥିଲେ। ପ୍ରତିଯୋଗିତାରେ ଜୁନିୟର ଓ ସିନିୟରଙ୍କୁ ମିଶାଇ ମୋଟ୍‌ ୮୧ଟି ଟିମ୍‌ ଭାଗ ନେଇଥିଲେ। ଜୁନିୟରରେ ରାଜ୍ୟ ଭିତରୁ ୩୯ଟି ଟିମ୍‌ ସାମିଲ ହୋଇଥିବାବେଳେ, ସିନିୟର ବର୍ଗରେ ରାଜ୍ୟ ଓ ରାଜ୍ୟ ବାହାରକୁ ମିଶାଇ ୪୨ଟି ଟିମ୍‌ଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହୋଇଥିଲା। ଶନିବାର ଅନୁଷ୍ଠିତ ପ୍ରିଲିମ୍ସରେ ଉଭୟ ବର୍ଗରୁ ୮ଟି ଲେଖାଏଁ ଟିମ୍‌ ଗ୍ରାଣ୍ଡ୍‌ ଫାଇନାଲ୍ସକୁ ଉନ୍ନୀତ ହୋଇଥିଲେ। ରବିବାର ପ୍ରଥମେ ଜୁନିୟର ବର୍ଗର ଗ୍ରାଣ୍ଡ ଫାଇନାଲ୍ସ ଆରମ୍ଭ ହୋଇଥିଲା। କୁଇଜ୍‌ ମାଷ୍ଟର ଅଜୟ ପୁନିଆ ୮ଟି ଦଳର ଅଂଶଗ୍ରହଣକାରୀଙ୍କ ପାଇଁ ୫ଟି ପର୍ଯ୍ୟାୟରେ ବିଭିନ୍ନ ବିଷୟବସ୍ତୁ ଉପରେ ଆଧାରିତ ପ୍ରଶ୍ନମାନ ପଚାରିଥିଲେ। ବିଜୟୀ ଦଳ ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ ଦ୍ୱିତୀୟ ରାଉଣ୍ଡରୁ ହିଁ ଅନ୍ୟ ପ୍ରତିଦ୍ୱନ୍ଦୀ ଦଳକୁ ପଛରେ ପକାଇ ଆଗରେ ରହିଥିଲା। ସିନିୟର ବର୍ଗରେ ପ୍ରଥମରୁ ହିଁ ଏମ୍ସ ଭୁବନେଶ୍ୱର ଅନ୍ୟ ପ୍ରତିଯୋଗୀ ଦଳକୁ ପଛରେ ପକାଇ ସ୍କୋର ବଢାଇ ଚାଲିଥିଲା। ପ୍ରଥମଥର ପାଇଁ ଆଇଆଇଟି ଖଡଗପୁର ଏବଂ ଆଇଆଇଏମ୍‌ କାଲ୍‌କାଟା ଅଂଶଗ୍ରହଣ କରି ରାଜ୍ୟ ବାହାରର ଦଳଭାବେ ବିଜୟ ଲାଭ କରି ମେଟଲ୍‌ ମିଟ୍‌କୁ ଭିନ୍ନ ପରିଚୟ ଦେଇଛନ୍ତି। କାର୍ଯ୍ୟକ୍ରମ ଆରମ୍ଭରେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ। ସେହିପରି ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଏହି କୁଇଜ୍‌ ପ୍ରତିଯୋଗିତା ପ୍ରଥମ ଥର ପାଇଁ ରାଜ୍ୟ ବାହାରକୁ ଯାଇଥିବାରୁ ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ କରିବା ସହ କୁଇଜ୍‌ ସଂସ୍କୃତିକୁ ପୁନରୁତ୍‌ଥାନ କରିବାରେ ଏହି ସଂସ୍କରଣ ବେଶ୍‌ ଉପାଦେୟ ହୋଇପାରିଥିବା କହିଛନ୍ତି। କାର୍ଯ୍ୟକ୍ରମକୁ ମାନସୀ ମିଶ୍ର ସଂଯୋଜନା କରିଥିଲେ।

powered by social2s

More Articles ...

  1. ସୃଷ୍ଟି ଏକାଡେମୀ ଅଫ୍ ଗ୍ରାଜୁଏଟ ଷ୍ଟଡିଜ୍ ଦ୍ବାରା ନୂତନ ପାଠ୍ୟକ୍ରମର ଶୁଭାରମ୍ଭ ଏବଂ ଜାତୀୟ ଶିକ୍ଷା ନୀତି ; ୨୦୨୦ ର ସ୍ନାତକ ପାଠ୍ୟକ୍ରମ ଉପରେ ଆଲୋଚନା ଚକ୍ର
  2. ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
  3. ଭୁବନେଶ୍ୱରରେ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଆରମ୍ଭ
Page 380 of 2256
  • Start
  • Prev
  • 375
  • 376
  • 377
  • 378
  • 379
  • 380
  • 381
  • 382
  • 383
  • 384
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.