• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବିଷଧର ସାପ କାମୁଡ଼ାରେ ନାବାଳିକା ମୃତ

Details
Odia Ray Admin
ଓଡିଶା
03 August 2025

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ସାପ କାମୁଡ଼ାରେ ଲୋକଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ପୁଣି ବିଷଧର ସାପ କାମୁଡ଼ାରେ ଜଣେ ନାବାଳିକାର ମୃତ୍ୟୁ ଘଟିଥିବା ଘଟଣା ସାମ୍ନାକୁ ଆସିଛି । ମୃତ ନାବାଳିକା ବାଲିଗୁଡ଼ା ରେଡ୍ କ୍ରସ୍ ଦୃଷ୍ଟିହୀନ ବିଦ୍ୟାଳୟ ନିକଟସ୍ଥ ସାହିର ଲିଙ୍ଗରାଜ ବିନ୍ଧାଣୀଙ୍କ ୧୪ ବର୍ଷୀୟ ଝିଅ ଗାୟତ୍ରୀ ବିନ୍ଧାଣି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଗତ ରାତିରେ ସପରିବାର ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ ଲିଙ୍ଗରାଜଙ୍କ ଝିଅକୁ କାମୁଡ଼ିଥିବା ବେଳେ ପରିବାର ଲୋକେ ତୁରନ୍ତ ଝିଅକୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ, ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି ।

powered by social2s

ଗାନ୍ଧୀବାଦୀ ରବିନ୍ଦ୍ରନାଥ ପତିଙ୍କ ପରଲୋକ

Details
Odia Ray Admin
ଓଡିଶା
03 August 2025

କଟକ : କଟକ ସଦର ୪୨ ମୌଜା କଳପଡ଼ା ଗ୍ରାମପଞ୍ଚାୟତସ୍ଥ ଦେଉଳି ଗ୍ରାମର ସମାଜସେବୀ,ଉଦାର ହୃଦୟର ବ୍ୟକ୍ତି ରବିନ୍ଦ୍ର ନାଥ ପତି(୮୫) ଇହଲୀନ ଲୀଳା ସମ୍ବରଣ କରିଛନ୍ତି । ସେ ଜଣେ ପରୋପକାରୀ, ସମାଜସେବୀ ଭାବେ ୪୨ ମୌଜା କାହିଁକି କଟକ ସଦର ଅଞ୍ଚଳର ଜଣେ ଜଣାଶୁଣା ବ୍ୟକ୍ତି ଥିଲେ । ତାଙ୍କର ଏକମାତ୍ର ପୁତ୍ର ସନ୍ତୋଷ କୁମାର ପତି ୪୨ ମୌଜା ବିକାଶ ପରିଷଦର ସଂପାଦକ ଭାବେ କାର୍ଯ୍ୟ କରିବା ସହିତ ବହୁ ଅନୁଷ୍ଠାନ ସହିତ ଜଡ଼ିତ ଅଛନ୍ତି । ତାଙ୍କର ମୃତ୍ୟୁ ବେଳକୁ ତାଙ୍କ ନିକଟରେ ତାଙ୍କର ସହଧର୍ମିଣୀ ମନୋରମା ପତି,ପୁତ୍ରବଧୂ ସାହିତ୍ୟିକା ରଶ୍ମିତା ଦୀକ୍ଷିତ୍,ନାତି କୁମାର ସାନୁ ପତି, ନାତୁଣୀ ତୃପ୍ତିମୟୀ ପତି,କ୍ୱାଇଁ ସୁଧୂର କୁମାର କର,ବଡ଼ ଜ୍ବାଇଁ ନବକିଶୋର ଦେବତା,ଝିଅ ସୁଚିତ୍ରା ଦେବତା ଓ ବିଚିତ୍ରା କର,ନାତୁଣୀ ବୋହୂ ବୈଜୟନ୍ତୀବାଳା ପତି ଉପସ୍ଥିତ ଥିଲେ । ବରିଷ୍ଠ ନାଗରିକ ଭାବେ ସେ ସମସ୍ତଙ୍କର ପ୍ରଶଂସିତ ଥିଲେ । ପରିବାରର ସମସ୍ତ ସଦସ୍ୟ, କୁଟୁମ୍ବ ଭାଇ,ଭ୍ରାତୃ ବଧୂ ପୁତୁରା ଝିଆରୀ,ନାତି ନାତୁଣୀ ଓ ଗ୍ରାମବାସୀ ମାନଙ୍କ ଗହଣରେ ଗ୍ରାମ ଶ୍ମଶାନରେ ତାଙ୍କର ଶବ ସଂସ୍କାର କରାଯାଇଥିଲା । ପୁତ୍ର ସାହିତ୍ୟିକ ସନ୍ତୋଷ କୁମାର ପତି ମୁଖାଗ୍ନି ଦେଇଥିଲେ ।

powered by social2s

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

Details
Odia Ray Admin
ଓଡିଶା
02 August 2025

ଭୁବନେଶ୍ୱର: ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଝିଅଟିର ମୃତ୍ୟୁରେ ମୁଁ ଗଭୀର ଭାବେ ମର୍ମାହତ। ବିଶେଷଜ୍ଞ ଡାକ୍ତରୀ ଦଳ ଅହୋରାତ୍ର ଚେଷ୍ଟା କରୁଥିଲେ, କିନ୍ତୁ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ଅମର ଆତ୍ମାର ସଦ୍‌ଗତି କାମନା କରୁଛି କହିଲେ ମୁଖ୍ୟମନ୍ତ୍ରୀ ମାଝୀ। ଆଜି ଦିଲ୍ଲୀ ଏମସ୍ ରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି।

powered by social2s

ଆତ୍ମାହୁତି ଉଦ୍ୟମ ପରେ ଯୁବତୀ ମୃତ, ଯୁବକ ଗୁରୁତର

Details
Odia Ray Admin
ଓଡିଶା
02 August 2025

ବାରିପଦା: ମୟୂରଭଞ୍ଜର ରରୁଆଁ ଅନ୍ତର୍ଗତ ଖିଚିଂ ଗାଁର ପାତାସାହିରେ ବିଲ ମଝିରେ ଦେହରେ ପେଟ୍ରୋଲ ଢାଳି ଯୁବକଯୁବତୀ ଆତ୍ମାହୁତି ଉଦ୍ୟମ କରିଥିବା ସୂଚନା। ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେବା ବାଟରେ ଯୁବତୀ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁତର ଯୁବକ ଜଣଙ୍କ ଶୁକୃଲି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

powered by social2s

ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ ପରେ ବିଷ ପିଇଦେଲେ ସ୍ତ୍ରୀ

Details
Odia Ray Admin
ଓଡିଶା
03 August 2025

ତେଲକୋଇ: ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ ପରେ ବିଷ ପିଇଦେଲେ ସ୍ତ୍ରୀ। କେନ୍ଦୁଝର ଜିଲ୍ଲା ବଂଶପାଳ ତହସିଲ ଗୋବିନ୍ଦପୁର ଗାଁରେ ଘଟିଛି ଏହି ଅଘଟଣ। ଫସଲ ରକ୍ଷା ପାଇଁ ହାତୀ ଘଉଡ଼ାଇବା ବେଳେ ଚାଷୀଙ୍କୁ ଦଳିଦେଲା ହାତୀ। ସ୍ବାମୀ ମୃତ୍ୟୁ ଖବର ଶୁଣି ବିଷ ପିଇ ସ୍ତ୍ରୀ ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଛି।

powered by social2s

ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

Details
Odia Ray Admin
ଓଡିଶା
02 August 2025

ଭୁବନେଶ୍ୱର : କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ସୂଚନା ଯୋଗ୍ୟଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ହିସାବରେ ସମୁଦାୟ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଇତ୍ୟାବସରରେ, ଭୁବନେଶ୍ୱର ଉପକଣ୍ଠ ସ୍ଥିତ ଆଇ.ସି.ଏ.ଆର୍-ସିଫା ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରାୟ ୩୪ ଲକ୍ଷ ୮୫ ହଜାରରୁ ଉର୍ଦ୍ଧ୍ୱ କୃଷକଙ୍କୁ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କୁ ୨,୦୦୦ ଟଙ୍କା ଲେଖାଏଁ ମୋଟ ୬୯୭ କୋଟି ଟଙ୍କା ପ୍ରଦାନ କରା ଯାଇଛି। କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର ହେଉଛି ଲୋକଙ୍କ ସରକାର ଏବଂ ଚାଷୀ ଭାଇ ଭଉଣୀଙ୍କ ସରକାର । ଆମ ସରକାର ମାତ୍ର ବର୍ଷକ ମଧ୍ୟରେ ଆପଣମାନଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଆପଣମାନେ ଏହାର ସୁଫଳ ମଧ୍ୟ ପାଉଛନ୍ତି । ସି.ଏମ୍‍ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି। ପି.ଏମ୍‍ କିଷାନ ଓ ସି.ଏମ୍‍ କିଷାନକୁ ମିଶାଇ ଚାଷୀଭାଇମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି ଏହା ଆମ ପାଇଁ ଖୁସିର କଥା। ପି.ଏମ କିଷାନ ଯୋଜନାର ୨୦ତମ କିସ୍ତି ଚଳିତ ବର୍ଷ ଅପ୍ରେଲରୁ ଜୁଲାଇ ଅବଧି ପାଇଁ ପ୍ରଦାନ କରାଯାଉଛି।  ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଉଛି । ଏହି ପ୍ରକ୍ରିୟାରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ହେଉଥିବାରୁ ସ୍ୱଚ୍ଛତା ବଜାୟ ରହୁଛି । ଏଥିରେ ସମସ୍ତ ଚାଷୀ- ସେ କ୍ଷୁଦ୍ରଚାଷୀ ହୁଅନ୍ତୁ, ବା ମଧ୍ୟମ କିମ୍ୱା ବଡ଼ ଚାଷୀ, ସମସ୍ତଙ୍କୁ ଏହାର ସୁଫଳ ମିଳୁଛି। ସହରାଞ୍ଚଳର ଚାଷୀମାନେ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି।ଆଜିର ଏହି ଦିନକୁ ଆମେ “ପି.ଏମ - କିଷାନଦିବସ” ଭାବରେ ସାରା ଦେଶ ତଥା ରାଜ୍ୟରେ ପାଳନ କରୁଛୁ ।  ଏଥି  ସହିତ ରାଜ୍ୟର ସମସ୍ତ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ମଧ୍ୟ “ପି.ଏମ- କିଷାନ ଦିବସ” ପାଳନ କରାଯାଉଛି । ଏହି ଅବସରରେ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ କୃଷକମାନଙ୍କ ମଧ୍ୟରେ ଆବଶ୍ୟକୀୟ ଯୋଗ୍ୟତା ସମ୍ପର୍କରେ ସଚେତନତା ମଧ୍ୟ ସୃଷ୍ଟି କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ପୁଣି କହିଥିଲେ ଯେ ପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ମୋର ଲକ୍ଷ୍ୟ । ରାଜ୍ୟର ସମସ୍ତ ବ୍ଲକରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବା Saturation Drive କରାଯାଇଛି । କୌଣସି ଯୋଗ୍ୟ ଚାଷୀ ଏହି ଯୋଜନାରୁ ବଞ୍ଚିତ ନ ହୁଅନ୍ତୁ । ଆପଣମାନେ ଏବେ ଖରିଫ୍‌ ଫସଲ ଆରମ୍ଭ କରିଛନ୍ତି। ମାନନୀୟ ପ୍ରଧାନମନ୍ତ୍ରୀ ଆପଣମାନଙ୍କ ପାଇଁ କରିଥିବା ଅନେକ ଯୋଜନାରୁ ଏହା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା, ଯେଉଁଥିରେ ଆପଣମାନେ ସିଧାସଳଖ ଅର୍ଥରାଶି ପାଉଛନ୍ତି। ନିୟମିତ କୃଷି କାର୍ଯ୍ୟ ସହିତ ଆପଣ ମାନେ ଫସଲରେ ବିବିଧିକରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରନ୍ତୁ। ମତ୍ସ୍ୟ ଚାଷ, ପଶୁପାଳନ ଭଳି ଲାଭ ଦାୟକ କୃଷି କରନ୍ତୁ। ଏହାଦ୍ୱାରା ଅଧିକ ଅମଳ କରିପାରିବେ ଓ ଆର୍ଥିକ ସ୍ତରରେ ଲାଭବାନ ମଧ୍ୟ ହୋଇପାରିବେ। ଚାଷ କ୍ଷେତ୍ରରେ ଆପଣମାନଙ୍କ ରୋଜଗାର ଦୁଇଗୁଣିତ ନୁହେଁ ବରଂ ବହୁ ଗୁଣିତ ବୃଦ୍ଧି ହେବ। ଏହି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାହା ପୂରଣ ହେବ । ସେ ଆହୁରି କହିଥିଲେଯେ ସି.ଏମ୍‍ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି। ପି.ଏମ୍‍ କିଷାନ ଓ ସି.ଏମ୍‍ କିଷାନକୁ ମିଶାଇ ଚାଷୀଭାଇମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି । ସମୃଦ୍ଧ କୃଷକ ଯୋଜନାରେ ଆପଣମାନଙ୍କୁ ଆମେ ଧାନ କ୍ୱିଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ଇନପୁଟ୍ ସହାୟତା ପ୍ରଦାନ କରୁଛୁ । ଗତ ବର୍ଷ ଖରିଫରେ ପ୍ରାୟ ୧୭ ଲକ୍ଷ ଚାଷୀଙ୍କୁ ଆମେ ପାଖାପାଖି ୬ ହଜାର କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛୁ । ସେହିପରି ରବି ଋତୁରେ ମଧ୍ୟ ୩ ଲକ୍ଷରୁ ଅଧିକା ଚାଷୀଙ୍କୁ ୧ ହଜାର ୬୦୦ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇବ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ଆପଣମାନେ ଭଲଭାବରେ ଜାଣିଛନ୍ତି । ତାଙ୍କ ନେତୃତ୍ୱରେ ଦେଶ ବର୍ତ୍ତମାନ ବିଶ୍ୱର ଅଗ୍ରଣୀ ଦେଶମାନଙ୍କ ସହିତ ବିଭିନ୍ନ କ୍ଷେତ୍ରରେ ପ୍ରତିଯୋଗିତା କରୁଛି । କୃଷି କ୍ଷେତ୍ରରେ ମଧ୍ୟ ଭାରତ ବିକଶିତ ରାଷ୍ଟ୍ରମାନଙ୍କ ସହିତ ଧିରେ ଧିରେ ସମକକ୍ଷ ହେଉଛି । ଆସନ୍ତୁ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ୍‍ ହେବା। ଏକ ସମୃଦ୍ଧ ଓଡ଼ିଶା ତଥା ବିକଶିତ ଭାରତ ଗଠନରେ ଆମର ଯୋଗଦାନ ରଖିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ ଓଡ଼ିଶାକୁ ଏଗ୍ରିକଲଚର ଟୁଡ଼େ ପୁରସ୍କାର ମିଳିଛି । ୩୪,୮୫,୮୮୧ ଚାଷୀଙ୍କୁ ୬୯୭ କୋଟି ଟଙ୍କା ଦିଆଯାଉଛି । ଏହି ରାଶିରେ ଚାଷୀ ମାନେ ବିହନ ସାର କିଣିବେ । ରାଜ୍ୟ ସରକାର କୃଷକଙ୍କ ଆୟ କୁ ଦୁଇଗୁଣା କରିବା ପାଇଁ ଚେଷ୍ଟିତ । ଧାନର କ୍ରୟ ମୂଲ୍ୟ ୩୧୦୦ ଟଙ୍କା କରି ଚାଷୀଙ୍କ ଆୟ ବଢାଇଛୁ। କେବଳ ଧାନ ଚାଷ ନ କରି ବିଭିନ୍ନ ପ୍ରକାର ତୈଳବୀଜ ଚାଷ କରିବା ସହିତ ମୃତ୍ତିକା ସଂରକ୍ଷଣ ପାଇଁ alternate crop କରିବାକୁ ଅନୁରୋଧ କରିଛନ୍ତି । ପଇସା କମେଇବା ସହିତ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦେଇ ଅର୍ଗାନିକ୍ ଉପାୟରେ ଚାଷ କରିବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ   ଡକ୍ଟର ଅରବିନ୍ଦ ପାଢ଼ୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ପିପିଲି ବିଧାୟକ, ଶ୍ରୀ ଆଶ୍ରୀତ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ, ଶ୍ରୀ ବାବୁ ସିଂ, ଖୋର୍ଦ୍ଧା ବିଧାୟକ, ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ, ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୂଳପତି, ପ୍ରଫେସର ପ୍ରଭାତ କୁମାର ରାଉଳ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ଡେପୁଟି ଡାଇରେକ୍ଟର ଜେନେରାଲ, ଆଇ.ସି.ଏ.ଆର୍, ଡକ୍ଟର ଜେ.କେ ଜେନା,  ଡାଇରେକ୍ଟର, ଆଇ.ସି.ଏ.ଆର୍-ସିଫା,ଡକ୍ଟର ପି.କେ ସାହୁ, ଡାଇରେକ୍ଟର, ଉଦ୍ୟାନ କୃଷି, ଶ୍ରୀ ସୁବ୍ରତ କୁମାର ପଣ୍ଡା, ଖୋର୍ଦ୍ଧା ଜିଲ୍ଲାପାଳ, ଶ୍ରୀ ଅମ୍ରିତ ୠତୁରାଜ ଓ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ମଂଚାସୀନ ଥିଲେ।

powered by social2s

ଗଞ୍ଜାମରେ ଏନ୍‌କାଉଣ୍ଟର

Details
Odia Ray Admin
ଓଡିଶା
02 August 2025

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଥିବା ଜଣାପଡ଼ିଛି। କବିସୂର୍ଯ୍ୟନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇଥିବା ସୂଚନା। ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୋଲିସ୍‌ ସହ ମୁହାଁମୁହିଁ ହୋଇଥିଲା ଅପରାଧୀ। ଆହତ ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ସୁନୀଲ ନାଁରେ ବିଭିନ୍ନ ଥାନାରେ ରହିଛି ହତ୍ୟା, ରାହାଜାନି, ବୋମାମାଡ଼ ଭଳି ବିଭିନ୍ନ ମାମଲା।

powered by social2s

More Articles ...

  1. ବ୍ରହ୍ମପୁରରେ ଏନ୍‌କାଉଣ୍ଟର
  2. ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା ପ୍ରସ୍ତୁତି ସମୀକ୍ଷା
  3. ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ
Page 387 of 2256
  • Start
  • Prev
  • 382
  • 383
  • 384
  • 385
  • 386
  • 387
  • 388
  • 389
  • 390
  • 391
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.