• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବ୍ରହ୍ମପୁରରେ ଏନ୍‌କାଉଣ୍ଟର

Details
Odia Ray Admin
ଓଡିଶା
02 August 2025

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଥିବା ଜଣାପଡ଼ିଛି। କବିସୂର୍ଯ୍ୟନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇଥିବା ସୂଚନା। ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୋଲିସ୍‌ ସହ ମୁହାଁମୁହିଁ ହୋଇଥିଲା ଅପରାଧୀ। ଆହତ ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ସୁନୀଲ ନାଁରେ ବିଭିନ୍ନ ଥାନାରେ ରହିଛି ହତ୍ୟା, ରାହାଜାନି, ବୋମାମାଡ଼ ଭଳି ବିଭିନ୍ନ ମାମଲା।

powered by social2s

ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା ପ୍ରସ୍ତୁତି ସମୀକ୍ଷା

Details
Odia Ray Admin
ଓଡିଶା
01 August 2025

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା। ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ। ଆଜି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଉକ୍ତ ପ୍ରତିଯୋଗିତା ଆୟୋଜନର ସମସ୍ତ ପ୍ରସ୍ତୁତି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ଆଜିର ଏହି ପ୍ରସ୍ତୁତି ସମୀକ୍ଷାରେ ଆଥଲେଟିକ୍ସ ଫେଡ଼େରେସନ ଅଫ୍ ଇଣ୍ଡିଆ, ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ପ୍ରଶାସନର ସହଯୋଗରେ ଯେପରି ଏହି ପ୍ରତିଯୋଗିତାକୁ ସଫଳ ରୂପେ ଆୟୋଜନ କରାଯାଇପାରିବ ସେ ସମ୍ବନ୍ଧରେ ସବିସ୍ତୃତ ଆଲୋଚନା କରାଯାଇଥିଲା। ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରଦାନ କରିବା ଠାରୁ ଆରମ୍ଭ କରି ପ୍ରତିଯୋଗିତାରେ ଭାଗନେଉଥିବା ଖେଳାଳୀମାନଙ୍କର ସୁରକ୍ଷିତ ରହଣି, ଆତିଥ୍ୟ ଠାରୁ ନେଇ ଲଜିଷ୍ଟିକ୍ସ ପର୍ଯ୍ୟନ୍ତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ଷ୍ଟାଡ଼ିୟମ୍‌ରେ ପ୍ରତିଯୋଗିତା ଆୟୋଜନ ହେଉଥିବାବେଳେ ସମସ୍ତ ଖେଳାଳୀ, ଦର୍ଶକ ଏବଂ ଅଂଶୀଦାରମାନଙ୍କର ସୁରକ୍ଷା ବ୍ୟବସ୍ଥା, ପୋଲିସ ଫୋର୍ସ ମୁତୟନ ଏବଂ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଆବଶ୍ୟକ ରହିଥିବା ସମସ୍ତ ପ୍ରଶାସନିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ କରାଯିବ। ପ୍ରତିଯୋଗିତାରେ ୧୯ଟି ଦେଶରୁ ପ୍ରାୟ ୨୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ପ୍ରତିଯୋଗିତାରେ ସମୁଦାୟ ୨୦ଟି ଇଭେଣ୍ଟର ଆୟୋଜନ କରାଯିବ। ଓଡ଼ିଶାରେ ପ୍ରଥମ ଥର ପାଇଁ ୱାଲର୍ଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ ର ଆୟୋଜନ ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶ୍ୱ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରିବାରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଓଡ଼ିଶାର କ୍ରୀଡ଼ାବିତ୍‌ମାନେ ମଧ୍ୟ ନିକଟ ଅତୀତରେ ଆୟୋଜିତ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ସଫଳତା ହାସଲ କରି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି। ୱାଲର୍ଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତାରେ ମଧ୍ୟ ଓଡ଼ିଶାର କ୍ରୀଡ଼ାବିତ୍‌ମାନେ ଭଲ ପ୍ରଦର୍ଶନ କରିବେ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଆଶାବ୍ୟକ୍ତ କରିଛନ୍ତି। ଆଜିର ଏହି ପ୍ରସ୍ତୁତି ସମୀକ୍ଷାରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ଅତିରିକ୍ତ ପୋଲିସ କମିଶନର ଭୁବନେଶ୍ୱର ଶ୍ରୀ ନରସିଂହ ଭୋଳ, ହକି ପ୍ରମୋସନ କାଉନସିଲ, ଓଡ଼ିଶାର ସିଇଓ ଶ୍ରୀ ଦୀପଙ୍କର ମହାପାତ୍ର, ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

କୂଳ ଲଂଘୁଚି ସମୁଦ୍ର

Details
Odia Ray Admin
ଓଡିଶା
01 August 2025

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀରେ କୂଳ ଲଂଘୁଚି ସମୁଦ୍ର। ସମୁଦ୍ରରେ ଭାସିଗଲା ଆଶ୍ରୟସ୍ଥଳୀ ଓ ଧୋଇଗଲା ରାସ୍ତା। ସମୁଦ୍ର ଲହଡ଼ିରେ ଭାଙ୍ଗିଲା ଗାଁ ମୁଣ୍ଡରେ ଥିବା ଆଶ୍ରୟସ୍ଥଳୀ। ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳୀ ସହ ଭାସିଗଲା ଅଧା ଆଶ୍ରୟସ୍ଥଳୀ। ଆର୍ଯ୍ୟପଲ୍ଲୀ ଗାଁଠାରୁ ମାତ୍ର ୧୦୦ ମିଟର ଦୂରରେ ଅଛି ସମୁଦ୍ର।

powered by social2s

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Details
Odia Ray Admin
ଓଡିଶା
31 July 2025

ଭୁବନେଶ୍ୱର: ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ ୨୦୧୩ ସମ୍ବନ୍ଧରେ ଏକ ସମ୍ବେଦନଶୀଳ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷିତ କରି ସମସ୍ତ ଜିଲ୍ଲାରେ ଥିବା ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)ସଦସ୍ୟମାନଙ୍କୁ ପ୍ରଭାବଶାଳୀ ଭାବରେ ପୋଶ ଆଇନ ବିଷୟରେ ଶିକ୍ଷା ଦେବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ । ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଏହି କର୍ମଶାଳାକୁ ଉଦଘାଟନ କରି ସମସ୍ତ ସରକାରୀ କର୍ମକ୍ଷେତ୍ରକୁ ମହିଳାମାନଙ୍କ ପାଇଁ ଏକ ନିରାପଦ କର୍ମକ୍ଷେତ୍ର ଭାବେ ପରିପ୍ରକାଶ କରିବା ପାଇଁ ଉଦବୋଧନ ଦେଇଥିଲେ । କାର୍ଯ୍ୟକ୍ରମରେ ମିଳିତ ଜାତି ସଂଘ ଜନସଂଖ୍ୟା ପାଣ୍ଠିର ପ୍ରକଳ୍ପ ପରିଚାଳକ ମିସ ଅନୁଜା ଗୁଲାଟି ଯୋଗ ଦେଇ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପୋଶ ଆଇନ ସମ୍ବନ୍ଧରେ ଖୋଲା ଆଲୋଚନା କରିବା ସହ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ପୋଶ ଆଇନ ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମାଷ୍ଟର ଟ୍ରେନର ଭାବେ ବିଭିନ୍ନ ଜିଲ୍ଲାର ଉପ ଜିଲ୍ଲାପାଳ, ଡେପୁଟି କଲେକ୍ଟର, ପ୍ରକଳ୍ପ ଅଧିକାରୀ ଏବଂ ଏଲସି, ଆଇସିର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ ।

powered by social2s

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

Details
Odia Ray Admin
ଓଡିଶା
01 August 2025

ଭୁବନେଶ୍ୱର: ସେପ୍ଟେମ୍ବର ୯ ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ। ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ଅଗଷ୍ଟ ୨୧ ନାମାଙ୍କନର ଶେଷ ତାରିଖ। ଅଗଷ୍ଟ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷଦିନ। ଆବଶ୍ୟକ ହେଲେ ସେପ୍ଟେମ୍ବର ୯ରେ ହେବ ନିର୍ବାଚନ। ସେପ୍ଟେମ୍ବର ୯ରେ ସକାଳ ୧୦ରୁ ସଂଧ୍ୟା ୫ ଯାଏଁ ହେବ ଭୋଟ୍‌ ଗ୍ରହଣ। ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ।

powered by social2s

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ

Details
Odia Ray Admin
ଓଡିଶା
31 July 2025

ଭୁବନେଶ୍ୱର: ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର ମା ମାନଙ୍କ ସମ୍ମାନରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ। ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା, ଓଡିଶାବାସୀଙ୍କ ପ୍ରତି ସଦିଚ୍ଛାର ସମ୍ମାନ ଜଣାଇ ଏକ୍ ପେଡ୍ ମା କେ ନାମ୍ ଅଭିଯାନରେ ସେପ୍ଟେମ୍ବର ୧୭ ତାରିଖରେ ଓଡିଶାରେ ଗୋଟିଏ ଦିନରେ ଲାଗିବ ୭୫ ଲକ୍ଷ ଗଛ। ଏହା ହେବ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଓଡିଶାବାସୀଙ୍କ ଉପହାର। ଆଜି ଲୋକସେବା ଭବନରେ ଏକ୍ ପେଡ୍ ମା କେ ନାମ୍ ଅଭିଯାନ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ, ଗତବର୍ଷ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ୍ ପେଡ ମା କେ ନାମ୍ ଅଭିଯାନ ଆରମ୍ଭ ହୋଇଥିଲା। ଚଳିତବର୍ଷ ଜୁନ୍ ୫ରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହାର ଦ୍ୱିତୀୟ ସଂସ୍କରଣ ଏକ ପେଡ୍ ମା କେ ନାମ୍ ୨.୦ ଚାଲିବ। ଦ୍ୱିତୀୟ ସଂସ୍କରଣର ଏହି କାର୍ଯ୍ୟକ୍ରମରେ ସର୍ବନିମ୍ନ ୭.୫ କୋଟି ଚାରା ରୋପଣ ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ ଏକ ଜନଆନ୍ଦୋଳନରେ ପରିଣତ ହୋଇଛି। ଗତବର୍ଷ ଏହି କାର୍ଯ୍ୟକ୍ରମରେ ଓଡିଶା ତା’ର ଲକ୍ଷ୍ୟ ଅତିକ୍ରମ କରି ୬.୭୨ କୋଟି ଗଛ ଲଗାଇ ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଏ ବର୍ଷ ୭.୫ କୋଟି ଗଛ ଲଗାଇବାର ଲକ୍ଷ୍ୟ ରଖାଯାଇଛି ଏବଂ ତା ସହିତ କେବଳ ଗୋଟିଏ ଦିନରେ ୭୫ ଲକ୍ଷ ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ଏକ ରେକର୍ଡ ହେବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଙ୍ଗଲ ବିଭାଗ ଏବଂ କୃଷି ଓ କୃଷକସଶକ୍ତି କରଣ ବିଭାଗର ଏଥିରେ ପ୍ରମୁଖ ଦାୟିତ୍ୱ ରହିଥିଲେ ମଧ୍ୟ ଏହି ପ୍ରକ୍ରିୟାକୁ ଆହୁରି ବ୍ୟାପକ କରିବା ପାଇଁ ଏହି ଅଭିଯାନରେ ବିଭିନ୍ନ ସରକାରୀ ବିଭାଗ ସହିତ ପିଏସୟୁ, ଏନ୍.ଜି.ଓ ସଂସ୍ଥା, ବିଭିନ୍ନ ଯୁବସଂଘ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ଅଧିକରୁ ଅଧିକ ସାମିଲ କରାଯିବାର ଆବଶ୍ୟକତା ରହିଛି । ପଞ୍ଚାୟତ ପ୍ରତିଷ୍ଠାନ, ସ୍କୁଲ, କଲେଜ, ସ୍ୱୟଂ ସହାୟିକା ଗୋଷ୍ଠୀ ପ୍ରମୁଖଙ୍କର ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ବ୍ୟାପକ ପ୍ରଚାର ପ୍ରସାର କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମର ପ୍ରଚାର ପ୍ରସାର ଅତ୍ୟନ୍ତ ପ୍ରଭାବୀ ଢଙ୍ଗରେ ହେବା ଉଚିତ। ପ୍ରଚାର ପ୍ରସାର କେବଳ ଏକ କାର୍ଯ୍ୟକ୍ରମର ନୁହେଁ, ଏହା ପରିବେଶ ସୁରକ୍ଷା ପାଇଁ ଏକ ଜନ ଆନ୍ଦୋଳନ ହେବା ଉଚିତ ବୋଲି ସେ ମତ ଦେଇଥିଲେ। କେବଳ ଗଛ ଲଗାଇଦେଲେ ହେବ ନାହିଁ, ଏହି ଗଛକୁ କିଭଳି ଉତ୍ତମ ଭବିଷ୍ୟତ ମିଳିବ ତା’ର ମଧ୍ୟ ଦାୟିତ୍ୱ ନେବା ଆବଶ୍ୟକ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୃକ୍ଷ ରୋପଣ ପରେ ଏହାର ରକ୍ଷଣା ବେକ୍ଷଣ ଓ ଯତ୍ନ ପାଇଁ ପ୍ରତ୍ୟେକ ସରକାରୀ କର୍ମଚାରୀ ଏବଂ ଜନସାଧାରଣ ଦାୟିତ୍ୱବାନ ହେବା ଆବଶ୍ୟକ। ଗୋଷ୍ଠୀ-ଜଙ୍ଗଲ, ଗ୍ରାମ୍ୟ ଜଙ୍ଗଲ, ପଥପାର୍ଶ୍ଵ ଚାରା ରୋପଣ ଏବଂ ବ୍ୟକ୍ତିଗତ ବୃକ୍ଷ ରୋପଣ ପାଇଁ ନିମ୍ବ, କରଞ୍ଜ, ତେନ୍ତୁଳି, ଫାସୀ, ଅର୍ଜୁନ, ହରିଡା, ବାହାଡା, ପଣସ, ତାଳ, ପିଜୁଳୀ, କୃଷ୍ଣଚୁଡା, ପିପଳ, ବରବଛା, ଅଶୋକ, ଜାମୁ, କଦମ୍ବ, ଅଁଳା, ଦେବଦାରୁ, ସୁନାରୀ, କରଞ୍ଜ, ଚାକୁଣ୍ଡା ଇତ୍ୟାଦି ଗଛ ଚୟନ କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ବୃକ୍ଷ ରୋପଣର ଫଟୋ ଓ ଡାଟା ମେରି ଲାଇଫ ପୋର୍ଟାଲରେ ଅପଲୋଡ କରାଯିବା ପାଇଁ ସେ କହିଥିଲେ। ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳରେ ପଞ୍ଚାୟତ ଅଧିକାରୀ ମାନେ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହିତ ଏହାର ତଦାରଖ କରିବେ। ଭଲପ୍ରଦର୍ଶନ କ୍ଷେତ୍ରରେ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ସ୍ତରରେ ପୁରସ୍କାର ବ୍ୟବସ୍ଥା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ଯେଉଁ ଅଞ୍ଚଳରେ ଯେଉଁ ଫଳ ଭଲ ଉତ୍ପାଦନ ହେଉଛି ସେହିଭଳି ଚାରା ଲୋକମାନଙ୍କୁ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପ୍ରଧାନମୁଖ୍ୟ ବନ ସଂରକ୍ଷକ ତଥା ଜଙ୍ଗଲ ବାହିନୀ ମୁଖ୍ୟ ଶ୍ରୀ ସୁରେଶ ପନ୍ଥ, ପ୍ରଧାନମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଶ୍ରୀ ପି.କେ ଝା, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଏସ.ଏନ ଗିରିଶ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୁଜ ଦାସ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ଆଇସିସି ପକ୍ଷରୁ ଗଣମାଧ୍ୟମ ଓ ମନୋରଞ୍ଜନ ସମ୍ପର୍କିତ ଆଲୋଚନାଚକ୍ର

Details
Odia Ray Admin
ଓଡିଶା
31 July 2025

ଭୁବନେଶ୍ବର: ଆଇସିସି ପକ୍ଷରୁ ଗଣମାଧ୍ୟମ ଓ ମନୋରଞ୍ଜନ ସମ୍ପର୍କିତ ଆଲୋଚନାଚକ୍ର ଏକ ତାରକା ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଏବଂ ଶିଶୁ ବିକାଶ,ପର୍ଯ୍ୟଟନ, ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇ କହିଥିଲେ ଯେ. ବର୍ତ୍ତମାନ ସମୟ ହେଉଛି ଏଆଇ ଯୁଗ। ଗଣମାଧ୍ୟମ ସାମ୍ପ୍ରତିକ ପରିସ୍ଥିତିରେ ଯେକୌଣସି ବ୍ୟକ୍ତିବିଶେଷଙ୍କ ଭାବମୂର୍ତ୍ତି ନିର୍ଦ୍ଧାରଣ କରିବାରେ ବିଶେଷ ଭୂମିକା ଗ୍ରହଣ କରିଛି। ପ୍ରତି ଗାଁରେ ଲୋକଙ୍କ ପାଖରେ ସରକାରଙ୍କ କଥାକୁ ପହଞ୍ଚାଇଛି ଗଣମାଧ୍ୟମ। ଯେଉଁଥି ପାଇଁ ଘରେ ଘରେ ମହିଳାମାନେ ସୁଭଦ୍ରା ଯୋଜନା ବିଷୟରେ ସୂଚନା ପାଇପାରିଛନ୍ତି। ଗଣମାଧ୍ୟମ ସର୍ବଦା ନିଜର ଭୂମିକା ସୂଚାର ରୂପରେ ତୁଲାଉ। ସରକାରଙ୍କ ଭୁଲ ଓ ଠିକକୁ ଗଣମାଧ୍ୟମ ନଜର ରଖିବା ଦରକାର। ଯାହା ଦ୍ବାରା ଭୁଲକୁ ସୁଧାରି ସରକାର ଆଗକୁ ବଢିବେ। ସେହିପରି ଲୋକଙ୍କ ସମସ୍ୟା ଲୋକଲୋଚନକୁ ଆସିବା ଦରକାର। ଫଳରେ ସରକାରଙ୍କ ମଧ୍ୟ ନଜର ପଡିବ। ଆମ ଓଡିଶାରେ ପର୍ଯଟନ କ୍ଷେତ୍ରରେ ଅପାର ସମ୍ଭାବନା ଓ ଭିତ୍ତିଭୂମି ରହିଛି। ଆଗାମୀ ଦିନରେ ଏହାର ବିକାଶ କ୍ଷେତ୍ରରେ ନୂତନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ସେହିପରି ଓଟିଟି, ସଂଗୀତ, ଚଳଚ୍ଚିତ୍ର ଦୃତଗତିରେ ଆଗକୁ ବଢୁଛି। ଆଗାମୀ ଦିନରେ ଯାହା ସହଯୋଗ ଆବଶ୍ୟକ ଆମେ ପୂରଣ କରିବାକୁ ଚେଷ୍ଟା କରିବୁ। ସମ୍ମାନିତ ଅତିଥି ଭାବେ ନିଞ୍ଜା ମିଡିଆର ସିଇଓ ରଞ୍ଜିତ୍ ଚକଥ ଯୋଗଦେଇ ସାମ୍ପ୍ରତିକ ପରିସ୍ଥିତିରେ ଗଣମାଧ୍ୟମର କିପରି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ସେ ନେଇ ଆଲୋକପାତ କରିଥିଲେ। ରାଜୀବ ଏସ୍ ସାହୁ( ଅଧ୍ୟକ୍ଷ, ଆଇସିସି,ଓଡ଼ିଶା ରାଜ୍ୟ ପରିଷଦ) ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ଭାରତର ଗଣମାଧ୍ୟମ ଏବଂ ମନୋରଞ୍ଜନ କ୍ଷେତ୍ର ଦ୍ରୁତ ପରିବର୍ତ୍ତନ ଦେଇ ଗତି କରୁଛି। ୨୦୨୫ରେ ୭.୨% ବୃଦ୍ଧି ପାଇ ୨.୭ ଟ୍ରିଲିୟନ ଟଙ୍କା (୩୧.୬ ବିଲିୟନ ଡଲାର) ଏବଂ ଆହୁରି ୨୦୨୭ ସୁଦ୍ଧା ୩.୧ ଟ୍ରିଲିୟନ ଟଙ୍କା (୩୬.୧ ବିଲିୟନ ଡଲାର) ରେ ପହଞ୍ଚିବାର ଆକଳନ କରାଯାଇଛି। ଏହି ଅଭିବୃଦ୍ଧି ଡିଜିଟାଲ ନବସୃଜନ, ବିଷୟବସ୍ତୁ ବିବିଧତା ଏବଂ ଆଞ୍ଚଳିକ କାହାଣୀ କହିବାର ବୃଦ୍ଧି ପାଉଥିବା ଶକ୍ତି ଦ୍ୱାରା ପରିଚାଳିତ। ଭାରତର ଛଅଟି ଶାସ୍ତ୍ରୀୟ ଭାଷା ମଧ୍ୟରୁ ଗୋଟିଏ ଭାବରେ ଓଡ଼ିଆ ଭାଷା ଏକ ଗଭୀର କଳାତ୍ମକ ଐତିହ୍ୟ ବହନ କରେ। ଯାହା ଆଜିର ସ୍ରଷ୍ଟାମାନଙ୍କୁ ପ୍ରେରଣା ଦେଇ ଚାଲିଛି। ଓଡିଆ ଚଳଚ୍ଚିତ୍ର ଶିଳ୍ପଟି ଭିତ୍ତିଭୂମି ଅଭାବ ଠାରୁ ଆରମ୍ଭ କରି ସୀମିତ ନୀତି କାର୍ଯ୍ୟକାରିତା ପର୍ଯ୍ୟନ୍ତ ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଛି। କିନ୍ତୁ ଚଳଚ୍ଚିତ୍ର ଦମନ, ପ୍ରତୀକ୍ଷା ଏବଂ ପୁଷ୍କରା ଭଳି ସାମ୍ପ୍ରତିକ ସଫଳତା ଏକ ପ୍ରତିଶ୍ରୁତିପୂର୍ଣ୍ଣ ସାଂସ୍କୃତିକ ପୁନରୁଥାନ ଦେଖାଇଛି। ଓଡ଼ିଶାର ସୃଜନଶୀଳ ଐତିହ୍ୟ ଏହାର ସ୍ପନ୍ଦନଶୀଳ ସଙ୍ଗୀତ ଶିଳ୍ପ ମାଧ୍ୟମରେ ମଧ୍ୟ ପ୍ରତିଧ୍ୱନିତ ହୁଏ। ଯାହା ଶାସ୍ତ୍ରୀୟ ମୂଳକୁ ସମସାମୟିକ ଶବ୍ଦଦୃଶ୍ୟ ସହିତ ମିଶ୍ରଣ କରିଚାଲିଛି। ୧୯୭୬ ମସିହାରେ ପ୍ରଥମ ଓଡ଼ିଆ ରଙ୍ଗୀନ ଚଳଚ୍ଚିତ୍ର, ଗପ ହେଲେ ବି ସତ ମୁକ୍ତିଲାଭ ଏକ ସିନେମାଟିକ୍ ମାଇଲଖୁଣ୍ଟ ଭାବରେ ଚିହ୍ନିତ କରିଥିଲା। ଠିକ୍ ଯେପରି ସାମ୍ପ୍ରତିକ ବର୍ଷଗୁଡିକରେ ଓଟିଟି ପ୍ଲାଟଫର୍ମଗୁଡିକର ଆଗମନ ବିଷୟବସ୍ତୁ ସୃଷ୍ଟି, ପ୍ରବେଶଯୋଗ୍ୟତା ଏବଂ ଦର୍ଶକଙ୍କ ଯୋଗଦାନକୁ ପୁନଃଆକୃତି ଦେଇଛି। ବିଭାବରୀ ରଥ( ସଂଯୋଜକ, ଆଇ ସି ସି ,ଗଣମାଧ୍ୟମ ଏବଂ ମନୋରଞ୍ଜନ କମିଟି) କହିଥିଲ ଆମର ଲକ୍ଷ୍ୟ ହେଉଛି ନେତୃତ୍ବକୁ ପ୍ରୋତ୍ସାହିତ କରିବା। ସମସ୍ତ ଗଣମାଧ୍ୟମ ପ୍ରିଣ୍ଟ, ଟିଭି ଏବଂ ଡିଜିଟାଲ୍, ଓଟିଟି ପ୍ଲାଟଫର୍ମ, ନୂତନ ଯୁଗର ଚଳଚ୍ଚିତ୍ର ନିର୍ମାତା, ଗଣମାଧ୍ୟମ ଷ୍ଟାର୍ଟଅପ୍, ଷ୍ଟୁଡିଓ, ପ୍ରଯୋଜକ, ବିତରକ, କଳାକାର ଏବଂ ଟେକ୍ନିସିଆନଙ୍କ ଭଳି ସୃଜନଶୀଳ, ଗଣମାଧ୍ୟମ ଏବଂ ମନୋରଞ୍ଜନ ଉଦ୍ୟୋଗୀଙ୍କୁ ସମର୍ଥନ ଏବଂ ସଂଯୋଗ କରିବା। ଆମେ ଏକ ସ୍ଥାୟୀ ଇକୋସିଷ୍ଟମ ସୃଷ୍ଟି କରିବାକୁ ଚାହୁଁଛୁ ଯାହା ବ୍ୟବସାୟ ବିକାଶ, ପରାମର୍ଶ, ଶିକ୍ଷା, ନେଟୱାର୍କିଂ ଏବଂ ସହଯୋଗ ମାଧ୍ୟମରେ ଗଣମାଧ୍ୟମ ଏବଂ ମନୋରଞ୍ଜନ ଶିଳ୍ପ ଅଂଶୀଦାରମାନଙ୍କୁ ସମର୍ଥନ କରିବ। ରାଜ୍ୟ ଗଣମାଧ୍ୟମ ଏବଂ ମନୋରଞ୍ଜନ ଶିଳ୍ପର ପ୍ରୋତ୍ସାହନ,ଶିଳ୍ପ ବିଭାଗ ସହିତ ସହଯୋଗ, ଫିଲ୍ମ ସିଟି ଏବଂ ସାଂସ୍କୃତିକ କେନ୍ଦ୍ର ଭଳି ଭିତ୍ତିଭୂମି ବିକାଶ କରିବା। ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଏବଂ ଚଳଚ୍ଚିତ୍ର ବଜାର ସୃଷ୍ଟି କରିବା ଏହି କମିଟିର ମୁଖ୍ୟ ଲକ୍ଷ୍ୟ। କାର୍ଯ୍ୟକ୍ରମରେ ଆଇସିସିର ଉପାଧ୍ୟକ୍ଷ ନୀଳାଞ୍ଜନା ମୁଖାର୍ଜୀ ଧନ୍ୟବାଦ ଦେଇଥିବା ବେଳେ ଆଞ୍ଚଳିକ ନିର୍ଦ୍ଦେଶକ ଜେପି ପାଲ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକର ଦ୍ବିତୀୟ ପର୍ଯ୍ୟାୟରେ ଅତିଥି ଭାବେ ଓଡିଶା ଲାଇଭ୍ ପ୍ରତିଷ୍ଠାତା ତଥା ସିଇଓ ନୀଳାମ୍ବର ରଥ, ଅଭିନେତା ସୁକାନ୍ତ ରଥ, ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ସହପ୍ରତିଷ୍ଠାତା ଚିତ୍ତରଞ୍ଜନ ନାୟକ, ପ୍ରିଲ୍ଲୁଡ୍ ନୋଭେଲ୍ ଭେଞ୍ଚର ପ୍ରତିଷ୍ଠାତା ସତ୍ୟବ୍ରତ ସାନୁ ରାଥୋ, ବିର୍ଲା ଗ୍ଲୋବାଲ ବିଶ୍ବବିଦ୍ୟାଳୟର ସରକାରୀ ପ୍ରଫେସର ଜ୍ଞାନ ରଞ୍ଜନ ମିଶ୍ର, ଆଇସିସି ଗଣମାଧ୍ୟମ ଓ ମନୋରଞ୍ଜନ କମିଟି ଉପଦେଷ୍ଟା ବ୍ରାଡ୍ ମିଶ୍ର ଅଂଶଗ୍ରହଣ କରିଥିଲେ।

powered by social2s

More Articles ...

  1. ଅପହୃତ ଦଶମ ଶ୍ରେଣୀ ଛାତ୍ରୀ ଉଦ୍ଧାର
  2. ୪ ବର୍ଷର ଶିଶୁକୁ କୁକୁର କାମୁଡ଼ା ଇଞ୍ଜେକ୍ସନ
  3. ଆସନ୍ତାକାଲି ଖୋଲିବ ଭିତରକନିକା
Page 388 of 2256
  • Start
  • Prev
  • 383
  • 384
  • 385
  • 386
  • 387
  • 388
  • 389
  • 390
  • 391
  • 392
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.