• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ; ୩ଟି ଜିଲ୍ଲାର ୮ଟି ବ୍ଲକ, ୮୧ଟି ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ

Details
Odia Ray Admin
ଓଡିଶା
30 July 2025

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଭୁବନେଶ୍ୱର ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତିରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି । ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି । ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖାନଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ। ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ୍ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ଅଞ୍ଚଳର କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ, କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ । ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁ ଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଇ ଦେବା ପାଇଁ ପରାମର୍ଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲ୍ଲାରେ ୧୭ଟି ଓଡ୍ରାଫ୍‍ ଓ ୧୩ଟି ଅଗ୍ନିଶମ ସେବା ଟିମ୍‍, ଭଦ୍ରକ ଜିଲ୍ଲାରେ ଗୋଟିଏ NDRF, ଗୋଟିଏ ODRAF ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ODRAF ଓ ୧୪ଟି ଅଗ୍ନିଶମ ସେବା ଟିମ୍‍ ମୁତୟନ କରାଯାଇଛି।

powered by social2s

ଭଦ୍ରକରେ ସମସ୍ତ ସ୍କୁଲ ବନ୍ଦ

Details
Odia Ray Admin
ଓଡିଶା
30 July 2025

ଭଦ୍ରକ: ଆଜି ଭଦ୍ରକରେ ସମସ୍ତ ସ୍କୁଲ ବନ୍ଦ ରହିଛି। ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲପାଳ ଘୋଷଣା କରିଛନ୍ତି। ବର୍ଷା ଯୋଗୁଁ ସ୍କୁଲ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଧାମନଗର, ତିହିଡ଼ି, ବାସୁଦେବପୁରରେ ସ୍କୁଲ ବନ୍ଦ ରହିଛି।

powered by social2s

ଆଜି ଠାରୁ ଏକ ସପ୍ତାହ ବ୍ୟାପି "ଆକାଂକ୍ଷା ହାଟ ଅଭିଯାନ" ଆରମ୍ଭ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
29 July 2025

ଭୁବନେଶ୍ଵର : ଓଡ଼ିଶା କନଭେନସନ କେନ୍ଦ୍ର ଠାରେ ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଠାରୁ ଏକ ସପ୍ତାହ ବ୍ୟାପି ଆକାଂକ୍ଷା ହାଟ ଅଭିଯାନ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଆସ୍ପିରେସନାଲ ଜିଲ୍ଲା ଏବଂ ବ୍ଲକ କାର୍ଯ୍ୟକ୍ରମ ଏକ ସଫଳ ମଡେଲ ସାବ୍ୟସ୍ତ ହୋଇଛି ବୋଲି କହିବା ସହିତ ଆଗାମୀ ଦିନ ମାନଙ୍କରେ ଆକାଂକ୍ଷୀ ଜିଲ୍ଲା ମାନଙ୍କର ଆକାଂକ୍ଷା ପୂରଣ ହେବ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆସ୍ପିରେସନାଲ ଜିଲ୍ଲା ଏବଂ ବ୍ଲକ କାର୍ଯ୍ୟକ୍ରମ ରେ ତୃଣମୂଳ ସ୍ତରରେ ଯୋଜନା କିପରି କାର୍ଯ୍ୟକାରୀ କରାଯାଇ ପାରିବ ତା ଉପରେ ଗୁରୁତ୍ୱ ଦିଆଯାଉଛି। ସ୍ୱାସ୍ଥ୍ୟ ଓ ପୋଷଣ, ଶିକ୍ଷା, କୃଷି, ଜଳସମ୍ପଦ, ଆର୍ଥିକ ଅନ୍ତର୍ଭୁକ୍ତିକରଣ ଏବଂ ଦକ୍ଷତା ବିକାଶକୁ ଆଧାର କରି ସାମାଜିକ ଅର୍ଥନୈତିକ ସୂଚକାଙ୍କ ମାଧ୍ୟମରେ ସମାବେଶୀ ବିକାଶର ଲକ୍ଷ୍ୟ ହାସଲ ଦିଗରେ କାର୍ଯ୍ୟ କରାଯାଉଛି। ଜିଲ୍ଳା ପରେ ଏବେ ବ୍ଲକକୁ ଏହି ଯୋଜନାର ସମ୍ପ୍ରସାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ୩ଟି ସି, ଯଥା- Convergence ଅର୍ଥାତ କେନ୍ଦ୍ର ଓ ରାଜ୍ୟ ଯୋଜନାର ସମନ୍ୱୟ, Collaboration ଅର୍ଥାତ- କେନ୍ଦ୍ର, ରାଜ୍ୟ, ଜିଲ୍ଲା ଓ ନାଗରିକଙ୍କ ମଧ୍ୟରେ ସହଯୋଗ, ଏବଂ Competition ଅର୍ଥାତ- ପ୍ରମୁଖ ପ୍ରଦର୍ଶନ ସୂଚକାଙ୍କରେ ଜିଲ୍ଲାମାନଙ୍କ ମଧ୍ୟରେ ସୁସ୍ଥ ପ୍ରତିଯୋଗିତା ଉପରେ ଗୁରୁତ୍ବ ଦିଆଯାଇଛି । ଦୁର୍ଗମ ଏବଂ ଅଳ୍ପ ବିକଶିତ ବ୍ଲକ ଗୁଡିକରେ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ସହିତ ସେମାନଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରାଯାଉଛି । ସେ ଆହୁରି କହିଥିଲେ, ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ- ‘Vocal For Local’ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହାକୁ ବାସ୍ତବ ରୂପ ଦେବା ନିମନ୍ତେ ୨୦୨୪ ମସିହାରେ ‘ଆକାଂକ୍ଷା ବ୍ରାଣ୍ଡ’ର ଶୁଭାରମ୍ଭ କରାଯାଇଛି । ମୁଁ ଅତ୍ୟନ୍ତ ଖୁସିର ସହ ଘୋଷଣା କରୁଛି ଯେ, ଏହି ଆକାଂକ୍ଷା ବ୍ରାଣ୍ଡକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ଏକ ସପ୍ତାହବ୍ୟାପୀ ଆକାଂକ୍ଷା ହାଟ ଅଭିଯାନ ଆଜିଠାରୁ ଆରମ୍ଭ କରାଯାଉଛି । ଏହି ଆକାଂକ୍ଷା ହାଟ ଅଭିଯାନ ଦ୍ବାରା ଆମ ରାଜ୍ୟର ଦୁର୍ଗମ ତଥା ଅନୁନ୍ନତ ଅଞ୍ଚଳରେ ସ୍ଥାନୀୟ ଉତ୍ପାଦିତ ସାମଗ୍ରୀଗୁଡିକର ବଜାର ଉପଲବ୍ଧତା ବୃଦ୍ଧି ପାଇବ । ଏହା ମାଧ୍ୟମରେ ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଚାଷୀ, କାରିଗର, ବୁଣାକାର ଭାଇ ଓ ଭଉଣୀମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ହେବା ସହ ଉପଭୋକ୍ତାମାନଙ୍କୁ ସ୍ଥାନୀୟ ଉତ୍ପାଦଗୁଡ଼ିକ ସୁଲଭ ଏବଂ ସଠିକ ଦରରେ ମିଳି ପାରିବ । ଆକାଂକ୍ଷା ହାଟ ଅନ୍ତର୍ଗତ ସ୍ଥାନୀୟ ଉତ୍ପାଦଗୁଡ଼ିକୁ ରାଜ୍ୟ ତଥା ରାଜ୍ୟ ବାହାରେ ମାର୍କେଟିଙ୍ଗ୍ ନିମନ୍ତେ digital e-marketplace ଗୁଡ଼ିକରେ ମଧ୍ୟ ଉପଲବ୍ଧ କରାଯିବ। ଏହା ଦ୍ବାରା ଏହି ଉତ୍ପାଦ ଗୁଡିକର ବଜାର ସଂଯୋଗ ଏବଂ ଉପଭୋକ୍ତା ସଂଖ୍ୟା ଆହୁରି ବ୍ୟାପକ ହୋଇ ପାରିବ। ବଜାର ଚାହିଦା ଅନୁଯାୟୀ ଉତ୍ପାଦଗୁଡ଼ିକର ମାନକ, ମୂଲ୍ୟ ନିର୍ଦ୍ଧାରଣ ଏବଂ ଉପଲବ୍ଧତା ବୃଦ୍ଧି ନିମନ୍ତେ ଆକାଂକ୍ଷା ବ୍ରାଣ୍ଡର ବ୍ୟବହାରକୁ ଅଧିକ ପ୍ରୋତ୍ସାହିତ କରାଯିବ । ସେ ପୁଣି କହିଥିଲେ, ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମକୁ ୨୦୧୮ ଜାନୁୟାରୀ ମାସରେ ଶୁଭାରମ୍ଭ କରିଥିଲେ । ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମର ସଫଳତା ପରେ ୨୦୨୩ ଜାନୁୟାରୀରେ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଇଥିଲା । ଓଡ଼ିଶାର ମଧ୍ଯ ୧୦ଟି ଜିଲ୍ଲାରେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ADP) ଏବଂ ୧୬ଟି ଜିଲ୍ଲାର ୨୯ଟି ବ୍ଲକରେ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ (ABP) କାର୍ଯ୍ୟକାରୀ ହେଉଅଛି। ଆକାଂକ୍ଷୀ ଜିଲ୍ଲା ଏବଂ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ସମ୍ପୂର୍ଣ୍ଣତା ଅଭିଯାନ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ, ସାରା ଭାରତବର୍ଷର ଆକାଂକ୍ଷୀ ଜିଲ୍ଲା ଏବଂ ବ୍ଲକଗୁଡ଼ିକରେ ୨୦୨୪ ମସିହା ଜୁଲାଇରୁ ସେପ୍ଟେମ୍ବର ମାସ ମଧ୍ଯରେ କାର୍ଯ୍ୟକାରୀ କରାଯାଇଛି । ଉତ୍କର୍ଷ ପ୍ରଦର୍ଶନ ପାଇଁ ପୁରସ୍କୃତ ଜିଲ୍ଲା ଏବଂ ବ୍ଲକର ଅଧିକାରୀ ମାନଙ୍କୁ ଶୁଭେଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ, ଆମ ରାଜ୍ୟ ନିମନ୍ତେ ଗୌରବର ବିଷୟ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର ସମସ୍ତ ଆକାଂକ୍ଷୀ ଜିଲ୍ଲାଗୁଡ଼ିକ କ୍ରମାଗତ ଭାବେ ବିଭିନ୍ନ କ୍ଷେତ୍ରରେ ଶୀର୍ଷ ସ୍ଥାନ ଅଧିକାର କହୁଛନ୍ତି। ରାଜ୍ୟର ଦଶଟି ଜିଲ୍ଲା ସାମୂହିକ ଭାବେ ୧୬୫ କୋଟି ଟଙ୍କା ପୁରସ୍କାର ପାଇବାରେ ସଫଳ ହୋଇଛନ୍ତି । ଯେଉଁ ଜିଲ୍ଲାଗୁଡିକ ଆଶାନୁରୂପ ପ୍ରଦର୍ଶନ କରିବାରେ ସକ୍ଷମ ହୋଇନାହାନ୍ତି, ସେମାନେ ନିରାଶ ନ ହୋଇ ଆହୁରି ଅଧିକ କଠିନ ପରିଶ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟଯେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସପିରେସନାଲ୍ ଜିଲ୍ଲା ଓ ବ୍ଲକ ମାନଙ୍କ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ପୁରସ୍କାର ଆଜି ପ୍ରଦାନ କରିଛନ୍ତି। ଆସପିରେସନାଲ୍ ଜିଲ୍ଲାମାନଙ୍କ ମଧ୍ୟରୁ ମାଲକାନଗିରି ଓ ନବରଙ୍ଗପୁର ସ୍ଵର୍ଣ୍ଣ ପଦକ, କନ୍ଧମାଳ ଓ କୋରାପୁଟ ରୌପ୍ୟ ପଦକ, ଏବଂ ଢେଙ୍କାନାଳ, ଗଜପତି, କଳାହାଣ୍ଡି ଓ ନୂଆପଡ଼ା କାଂସ୍ୟ ପଦକ ହାସଲ କରିଛନ୍ତି। ସେହିପରି ଆସପିରେସନାଲ୍ ବ୍ଲକ୍ କାର୍ଯ୍ୟକ୍ରମରେ ଖୈରପୁଟ, ମାଥିଲି, ଚିତ୍ରକୋଣ୍ଡା ଓ ଡାବୁଗାଁ – ଏହି ଚାରିଟି ବ୍ଲକ୍ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି। ଅନ୍ୟ ୭ଟି ବ୍ଲକ ରୌପ୍ୟ ପଦକ, ଏବଂ ୩ଟି ବ୍ଲକ କାଂସ୍ୟ ପଦକ, ଏବଂ ୧୧ଟି ବ୍ଲକ ତାମ୍ର ପଦକ ପାଇଛନ୍ତି। ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟରେ ସମସ୍ତଙ୍କୁ ନେଇ ଟିମ ୱାର୍କ କରିବା ଏକ ବହୁତ ବଡ ଉପଲବ୍ଧି। ଜିଲ୍ଲାରେ growth mindset ସହିତ କାମ କରିବା ହିଁ ପ୍ରକୃତ କାର୍ଯ୍ୟ ଦକ୍ଷତା। ସମସ୍ତ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ ଆଜି ନିଜର କାର୍ଯ୍ୟ ଦକ୍ଷତା ଦେଖାଇ ପୁରସ୍କୃତ ହେଉଛନ୍ତି ଏହା ଜାଣି ଅନେକ ଖୁସି ଲାଗୁଛି ଏବଂ ଏହାହିଁ development mindset ଆଉ ଟିମ ୱାର୍କର ଲକ୍ଷଣ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ନିଜ ବକ୍ତବ୍ୟରେ କହିଥିଲେ। ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇ କହିଥିଲେ, ଏହି ଅସ୍ପିରେସନାଲ ଜିଲ୍ଲା ଏବଂ ବ୍ଲକ କାର୍ଯ୍ୟକ୍ରମ ମାଧ୍ୟମରେ ଦୁର୍ଗମରୁ ଅତି ଦୁର୍ଗମ ଅଞ୍ଚଳରେ ପହଞ୍ଚି ଯୋଜନା କାର୍ଯ୍ୟକାରୀ କରାଯାଇପାରୁଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ହାସଲରେ ଏହି ଯୋଜନା ସହାୟକ ହେବ। ଆସନ୍ତୁ ଆମେ ସମସ୍ତେ ମିଳିମିଶି ସମସ୍ତ ଜନ କଲ୍ୟାଣକାରୀ ଯୋଜନା କିପରି ତୃଣମୂଳ ସ୍ତର ପର୍ଯ୍ୟନ୍ତ ପହଞ୍ଚି ପାରିବ ସେ ଦିଗରେ କାର୍ଯ୍ୟକରିବା। ପରିଶେଷରେ ଯୋଜନା ଏବଂ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ଟି. ଆଓ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ସମସ୍ତ ଆକାଂକ୍ଷୀ ଜିଲ୍ଲାର ଜିଲ୍ଲାପାଳ ଓ ବିଡ଼ିଓ ମାନେ ଉପସ୍ଥିତ ଥିଲେ।

powered by social2s

ଲଗାଣ ବର୍ଷାରେ ଭୁଷୁଡ଼ିଲା ଶ୍ରେଣୀ ଗୃହ

Details
Odia Ray Admin
ଓଡିଶା
29 July 2025

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଲଗାଣ ବର୍ଷାରେ ଭୁଷୁଡ଼ିଲା ସ୍କୁଲ୍ ଶ୍ରେଣୀ ଗୃହ । ଏବେ ବିପଦ ସଂକୁଳ ଅବସ୍ଥାରେ ଥିବା ଅତିରିକ୍ତ ଶ୍ରେଣୀ ଗୃହରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ । ବାରମ୍ବାର ଅଭିଯୋଗ ପରେ ମଧ୍ୟ କର୍ଣ୍ଣପାତ କଲେନି ବିଭାଗୀୟ ଅଧିକାରୀ ଓ ପ୍ରଶାସନ । ଭଙ୍ଗା ଘରେ ପାଠ ପଢ଼ାଇବାକୁ ପିଲାଙ୍କୁ ବିଦ୍ୟାଳୟକୁ ଛାଡ଼ିବାକୁ ଅଭିଭାବକଙ୍କର ଭରଷା ପାଉନି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ, ଏହି ବିଦ୍ୟାଳୟରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ପାଠ ପଢ଼ୁଛନ୍ତି ୭୭ ଜଣ ଛାତ୍ରଛାତ୍ରୀ ‌। ବିଦ୍ୟାଳୟରେ ସ୍ବଳ୍ପ ସଂଖ୍ୟକ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀ ପାଠ ପଢ଼ୁଥିଲେ । କିନ୍ତୁ ଲଗାଣ ବର୍ଷାରେ ଗୋଟିଏ ସ୍ଥାନରେ ଥିବା ତିନୋଟି ଶ୍ରେଣୀ ଗୃହର ଛାତ ଭୁଷୁଡ଼ି ପଡ଼ିଛି । ଫଳରେ ନାହଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ । ବର୍ଷାରେ ଶ୍ରେଣୀଗୃହ ଭୁଶୁଡ଼ିବା ପରେ ଏବେ ପୁରୁଣା ଅତିରିକ୍ତ ଶ୍ରେଣୀ ଗୃହରେ ବିପଦ ସଂକୁଳ ଅବସ୍ଥାରେ ପାଠ ପଢ଼ୁଛନ୍ତି ବିଦ୍ୟାଳୟର ୭୭ ଜଣ ଛାତ୍ରଛାତ୍ରୀ । ଶ୍ରେଣୀ ଗୃହରେ କେଉଁଠି ଆଜବେଷ୍ଟସ କଣା ହୋଇ ପାଣି ଗଳୁଛି ତ କେଉଁଠି ଆଜବେଷ୍ଟସକୁ ଲାଖି ରହିଥିବା କାଠ ଭାଙ୍ଗି ଓହଳି ରହିଛି । କେତେକ ସ୍ଥାନରେ ଶ୍ରେଣୀ ଗୃହର କାନ୍ଥ ଫାଟି ଆଁ କରିଥିବା ବେଳେ ଅନେକ ସ୍ଥାନରେ ପଲସ୍ତରା ଛାଡ଼ି ଯାଇଥିବା ଦେଖିବାକୁ ମିଳିଛି । ଏବେ ନିଜ ପିଲାଙ୍କୁ ବିଦ୍ୟାଳୟକୁ ଛାଡ଼ିବାକୁ ମଧ୍ୟ ଅସୁରକ୍ଷିତ ମଣୁଛନ୍ତି ଅଭିଭାବକ । ସେପଟେ ନୂତନ ଶ୍ରେଣୀଗୃହ ନିର୍ମାଣ ସହ ବିଦ୍ୟାଳୟର ଆନୁସଙ୍ଗିକ ବ୍ୟବସ୍ଥାକୁ ସୁଧାରିଲେ ଆମେ ନିର୍ଭୟରେ ସୁରକ୍ଷିତ ଭାବେ ପାଠ ପଢ଼ିପାରିବୁ ବୋଲି ସରକାରଙ୍କୁ ନିବେଦନ କରିଛନ୍ତି କୋମଳମତି ଛାତ୍ରଛାତ୍ରୀ । ବିଦ୍ୟାଳୟର ଶ୍ରେଣୀ ଗୃହ ନିର୍ମାଣ ସହ ଆନୁଷଙ୍ଗିକ ସୁରକ୍ଷା ବ୍ୟବସ୍ଥା ପ୍ରତି ଗୁରୁତ୍ବ ଦେବାକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀ ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଏଯାବତ୍ ଫଳ ଶୂନ । ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଗୁରୁତ୍ବ ଦେଇ ଯଥାଶୀଘ୍ର ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ବିଦ୍ୟାଳୟ ଶ୍ରେଣୀ ଗୃହ ନିର୍ମାଣ କରିବାକୁ ପ୍ରଶାସନ ଓ ସରକାରଙ୍କୁ ଅନୁରୋଧ କରିଛନ୍ତିି ଗ୍ରାମବାସୀ । ଅନ୍ୟପଟେ ବର୍ତ୍ତମାନ ବିଦ୍ୟାଳୟ ଶ୍ରେଣୀ ଗୃହର ଅବସ୍ଥାକୁ ଦେଖି ଉଭୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଭୟଭୀତ ଅଛନ୍ତି । ତଥାପି ଭଗବାନ ଭରସାରେ ବିପଦ ସଂକୁଳ ଅବସ୍ଥାରେ ଯେନତେନ ଶିକ୍ଷାଦାନ କରୁଛନ୍ତି ଶିକ୍ଷକ ଶିକ୍ଷୟିତ୍ରୀ । ଅନ୍ୟପଟେ ବିଦ୍ୟାଳୟର ଶ୍ରେଣୀଗୃହ ବର୍ଷାରେ ଭୁଷୁଡ଼ିଛି, ଏନେଇ ମୁଁ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଖୁବ୍ ଶୀଘ୍ର ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବି ବୋଲି କହିଛନ୍ତି ବାଲିଗୁଡ଼ା ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ । ସେପଟେ ବିଳମ୍ବିତ ରାତ୍ରରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। କିନ୍ତୁ,ଯଦି ଶିକ୍ଷାଦାନ ଅବସ୍ଥାରେ ଏଭଳି ଘଟଣା ଘଟିଥାନ୍ତା ତେବେ ଅବସ୍ଥା କ'ଣ ହୋଇଥାନ୍ତା ବୋଲି ପ୍ରଶ୍ନ କରିଛନ୍ତି ଅଭିଭାବକ ଓ ଗ୍ରାମବାସୀ । ଏ ସମ୍ପର୍କ ରେ ବାଲିଗୁଡା ବିଡ଼ିଓ ଅକ୍ଷୟ କୁମାର ମଲ୍ଲିକ ଙ୍କୁ ପଚାରିବାରୁ ସେ ଖୁବ ଶିଘ୍ର କାର୍ଯ୍ୟ ଆରମ୍ଭ କରାଯିବ ବୋଲି କହିଛନ୍ତି l ତେବେ ଏଭଳି ସଂଗୀନ୍ ସମସ୍ୟା ପ୍ରତି ସ୍ଥାନୀୟ ପ୍ରଶାସନ ଓ ବିଭାଗୀୟ ଅଧିକାରୀ କେତେ ତତ୍ପର ହେଉଛନ୍ତି ଏବଂ ବିଦ୍ୟାଳୟର ସମସ୍ୟା ସୁଧାରିବାକୁ କେବେ ପଦକ୍ଷେପ ଗ୍ରହଣ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା ।

powered by social2s

୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Details
Odia Ray Admin
ଓଡିଶା
30 July 2025

ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ। ବନକଲାଗୀ ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ ମିଳିଛି ସୂଚନା।

powered by social2s

ଦକ୍ଷିଣ ଆଫ୍ରିକାର କିଲିମାଞ୍ଜାରୋ ପର୍ବତାରୋହଣ ପାଇଁ ଭାରତୀୟ ଯୁବ ପର୍ବତାରୋହୀ ଆଶୀର୍ବାଦ ମନୋନୀତ

Details
Odia Ray Admin
ଓଡିଶା
29 July 2025

କଟକ : ସୁଚନାଯୋଗ୍ୟ କି ଓଡ଼ିଶାର ବରଗଡ଼ ଜିଲ୍ଲାସ୍ଥିତ କୁଲିତା ଟୁକୁରା ଗ୍ରାମର ଯୁବ ପର୍ବତାରୋହୀ ଆଶୀର୍ବାଦ (ଅନୁପ) ମହାପାତ୍ର ଆଗାମୀ ଅଗଷ୍ଟ ୨,୨୦୨୫ ତାରିଖ ଦିନ ଦକ୍ଷିଣ ଆଫ୍ରିକାର କିଲିମାଞ୍ଜାରୋ ଅଭିମୁଖେ ପର୍ବତାରୋହଣ ପାଇଁ ଯାତ୍ରା କରିବେ । ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି କି ପର୍ବତାରୋହଣ ତାଙ୍କ ବାଲ୍ୟକାଳ ସ୍ବପ୍ନ ଥିଲା ଓ ଏବେ ସେ ନିଜ ସ୍ବପ୍ନ କୁ ଜିଉଁଛନ୍ତି । ଆଉ ମଧ୍ୟ ସେ ପ୍ରତ୍ୟାବର୍ତ୍ତନ ପରେ ଭାରତରେ ଆଗାମୀ ଭବିଷ୍ୟତ ପୀଢ଼ିଙ୍କୁ ପର୍ବତାରୋହଣ ବିଷୟରେ ଅବଗତ କରେଇବା ତଥା ଆବଶ୍ୟକସ୍ଥଳେ ଉଚିତ ତାଲିମ ପ୍ରଦାନ କରି ଭାରତର ନାମ ବିଶ୍ୱ ଦରବାରରେ ଚମକାଇବେ ବୋଲି ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ସେ ଟାଟାକୋଠି,ହରମୁଖ,ତ୍ରିଶୂଲ, ନୀଳକଣ୍ଠ, ସନସେଟ୍,ଗୋଲ୍ଡ ଟପ୍, ଟେବୁଲ୍ ଟପ୍, ସ୍ଲିପିଂଲେଡି ମାଉନଟେନ୍ ଆଦି ଆରୋହଣ କରି ଦେଶ ପାଇଁ ଗୌରବ ଅର୍ଜନ କରିଛନ୍ତି । ବର୍ତ୍ତମାନ ସେ ଦକ୍ଷିଣ ଆଫ୍ରିକାରେ କିଲିମାଞ୍ଜାରୋ ପର୍ବତ(୫୮୯୫ ମିଟର) ଆରୋହଣ କରିବା ପାଇଁ ସେ ଶାରୀରିକ ଓ ମାନସିକ ସ୍ତରରେ ପ୍ରସ୍ତୁତ ହେଉଛନ୍ତି । ମାଉଣ୍ଟରିଂ ଇନଷ୍ଟିଚ୍ୟୁଟର କ୍ୟାପଟେନ ସୌକତ ଅଲିଙ୍କ ତତ୍ତ୍ଵାବଧାନରେ ଆଶୀର୍ବାଦ ଏହି ଦୁଃସାହସିକ ପର୍ବତାରୋହଣ କରିବେ । ଏହି ଅବସରରେ ଆଶୀର୍ବାଦଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନ ଓ ଶୁଭେଚ୍ଛାର ସୁଅ ଛୁଟୁଛି ।

powered by social2s

ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

Details
Odia Ray Admin
ଓଡିଶା
29 July 2025

ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମତବ୍ୟକ୍ତ କରିଛନ୍ତି । ଆଜି ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା ଓ ଭଉଣୀମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ସହ କେନ୍ଦ୍ର ସରକାରଙ୍କ ହସ୍ତତନ୍ତ ବିକାଶ ଆୟୋଗ ଅଧୀନରେ ଥିବା ବୁଣାକାର ସେବା କେନ୍ଦ୍ର(weavers’ service centre)ର ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି । ଏହି ବୁଝାମଣାପତ୍ର ରାଜ୍ୟର ବୁଣାକାର ସ୍ଵୟଂ ସହାୟକ ଗୋଷ୍ଠୀକୁ ନୂତନ ଡିଜାଇନ, ତାଲିମ ଓ ଦକ୍ଷତା ବିକାଶ ସହ ଜାତୀୟ ଓ ଅନ୍ତର୍ଜାତୀୟ ବଜାର ଉପଲବ୍ଧ କରେଇବାରେ ସହାୟକ ହେବ ବୋଲି ଶ୍ରୀମତୀ ପରିଡା ମତ ପ୍ରକାଶ କରିଛନ୍ତି । ନିକଟରେ ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଲ୍ଲେଖ କରିଥିବା ମୟୂରଭଞ୍ଜର ସାନ୍ତାଳି ବୟନ ଶିଳ୍ପର ପୁନରୁଦ୍ଧାର ଓ କେଉଁଝର ଜିଲ୍ଲାର ମହିଳା ସଂକୀର୍ତ୍ତନ କଥାକୁ ଦୋହରାଈ ଶ୍ରୀମତୀ ପରିଡା କହିଲେ ଯେ ଆଜି ଓଡ଼ିଶାର ମା ମାନେ ସମଗ୍ର ଦେଶରେ ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି । ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟକୁ ପୂର୍ଣ୍ଣ ଭାବେ ହାସଲ କରିବାପାଇଁ ଆମେ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସହଜ, ସୁବିଧା ଓ ସୁଖଦ ରୋଜଗାର ପନ୍ଥା ବାଛିବାକୁ ସୁଯୋଗ ଦେଉଛୁ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦିଗଦର୍ଶନରେ ଆମେ ଲକ୍ଷପତି ଦିଦି ମା’ ମାନଙ୍କୁ ଏବେ କୋଟିପତି କରିବାକୁ ପ୍ରୟାସ ଜାରି ରଖିଛୁ ବୋଲି ଶ୍ରୀମତୀ ପରିଡା ଦୃଢ ମତ ରଖିଛନ୍ତି । ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ବିଭାଗୀୟ ନିର୍ଦ୍ଦେଶିକା ମୋନିକା ପ୍ରିୟଦର୍ଶିନୀ, ବୁଣାକାର ସେବା ସଂଘର ଉପନିର୍ଦ୍ଦେଶକ ବିକାଶ କୁମାର ଓ ବିଭାଗୀୟ ବରିଷ୍ଠ ଅଧିକାରୀ, ବୟନ ବିଶେଷଜ୍ଞ ଏବଂ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଓଡ଼ିଶାର ଉଦ୍ୟୋଗୀ ମହିଳାଙ୍କ ପାଇଁ ହସ୍ତତନ୍ତ ଏବଂ ବୟନ ଶିଳ୍ପ ଏକ ଉଦୀୟମାନ କ୍ଷେତ୍ର ଅଟେ। ହଜାର ହଜାର ଏସଏଚଜି ସଦସ୍ୟା ତନ୍ତ ବୁଣା, ସିଲାଇ, ଏମ୍ବ୍ରୋଇଡାରି ଏବଂ ଘରୋଇ ଉତ୍ପାଦକୁ ନିଜର ଜୀବନ ଜୀବିକା ଭାବେ ଗ୍ରହଣ କରିଥିବା ବେଳେ ଏହି ବୁଝାବଣା ପତ୍ର ଆଧୁନିକ, ଡିଜାଇନ୍ ଏବଂ ବଜାର ପ୍ରସ୍ତୁତ ଇକୋସିଷ୍ଟମ ନିର୍ମାଣ ଦିଗରେ ସହାୟକ ହେବ ବୋଲି ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ କହିଛନ୍ତି । ବିଭାଗୀୟ ସହଭାଗିତାରେ ଏହି ପଦକ୍ଷେପ ଡିଜାଇନ୍ ମେଣ୍ଟରସିପ୍, ନମୁନା ସହାୟତା ଏବଂ ବଜାର ସଂଯୋଗ ପ୍ରଦାନ କରିବ ସହ , ଏକ ସ୍ଥାୟୀ ମହିଳା-ନେତୃତ୍ୱାଧୀନ ବୟନ ଉଦ୍ୟୋଗ ନିର୍ମାଣ ଏବଂ ବୟନ ମୂଲ୍ୟ ଶୃଙ୍ଖଳ ଗଢ଼ିବାରେ ସହାୟକ ହେବ ବୋଲି ବିଭାଗର ନିର୍ଦ୍ଦେଶକ, ଡ. ମୋନିକା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମର ଉଦ୍ଦେଶ୍ୟଗୁଡ଼ିକୁ ଆଲୋକପାତ କରି ମତ ପ୍ରକାଶ କରିଥିଲେ। ଏହି ଅବସରରେ ଶ୍ରୀ ବିକାଶ କୁମାର,ଉପନିର୍ଦ୍ଦେଶକ, ବୁଣାକାର ସେବା କେନ୍ଦ୍ର କହିଛନ୍ତି ଯେ ଓଡ଼ିଶା ବୟନ ପ୍ରତିଭାର ଅନେକ କାରିଗର ଜାତୀୟସ୍ତରରେ ସ୍ୱୀକୃତି ପାଇଛନ୍ତି। ରାଜ୍ୟ ସରକାରଙ୍କ ସହିତ ଏହି ସହଭାଗିତା, ଓଡ଼ିଶା ବୟନ ସୃଜନଶୀଳତାକୁ ନୂଆ ରୂପ ଦେବା ସହ ଜାତୀୟ ବୟନ ଓ ହସ୍ତତନ୍ତ ମାନଚିତ୍ରକୁ ଆହୁରି ସଶକ୍ତ କରିବ । ଓଡ଼ିଶା ଆଜି ମହିଳା ନେତୃତ୍ୱାଧୀନ ବିକାଶରେ ଜାତୀୟ ସ୍ତରରେ ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି । ୧୬ ଲକ୍ଷରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି ଏବଂ ସୁଭଦ୍ରା ଶକ୍ତି ମେଳା, ସୁଭଦ୍ରା ଶକ୍ତି କାଫେ, ଏବଂ ଏକ ଜିଲ୍ଲା ଏକ ଉତ୍ପାଦ କ୍ଲଷ୍ଟର ଭଳି ଅଗ୍ରଣୀ ମଡେଲ ସହିତ, ଓଡିଶା ଆଜି ଭାରତ ସରକାରଙ୍କ ଲକ୍ଷପତି ଦିଦି ପଦକ୍ଷେପ ଅଧୀନରେ ସର୍ବଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବେ ପ୍ରତିଷ୍ଠିତ ହୋଇଛି । ରାଜ୍ୟସରକାରଙ୍କ ହସ୍ତକ୍ଷେପଗୁଡ଼ିକ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ଶିଳ୍ପ ଏବଂ ବସ୍ତ୍ର କ୍ଷେତ୍ରରେ ମହିଳାଙ୍କ ପାଇଁ ଆର୍ଥିକ ସୁଯୋଗର ବାଟ ଖୋଲିଛି। ଏହି ସହଭାଗିତା ଅଧୀନରେ, ବୁଣାକାର ସେବା କେନ୍ଦ୍ର ଘରୋଇ ଏବଂ ବିଶ୍ୱସ୍ତରୀୟ ଗ୍ରାହକଙ୍କ ବିକଶିତ ରୁଚି ଅନୁସାରେ ପୋଷାକ ଏବଂ ସାଜସଜ୍ଜା ସାମଗ୍ରୀ ପାଇଁ 'ମଲ୍ଟିପଲ କଲରୱେ'ରେ ମୌଳିକ କାଗଜ ଡିଜାଇନ୍ ବିକଶିତ କରିବ । ନମୁନା ଏବଂ ପ୍ରୋଟୋଟାଇପ୍ ବିକାଶକୁ ସମର୍ଥନ କରାଯିବ, ଏବଂ ଏସଏଚଜି ସଦସ୍ୟାମାନଙ୍କୁ ଡିଜାଇନ୍ ରେ ସୌନ୍ଦର୍ଯ୍ୟ, ଫିନିସିଂ ମାନଦଣ୍ଡ ଏବଂ ଉଦ୍ୟୋଗ ପ୍ରସ୍ତୁତତା ଉପରେ ପରାମର୍ଶ ଦିଆଯିବ। ଏହି ସହଭାଗିତା ମାଧ୍ୟମରେ ଅନଲାଇନ୍ ଏବଂ ଅଫଲାଇନ୍ ଦୃଶ୍ୟମାନତା ବୃଦ୍ଧି ପାଇଁ ସେମାନଙ୍କ ପ୍ରସ୍ତୁତ ଉତ୍ପାଦର ପେସାଦାର ଫଟୋଗ୍ରାଫି ଏବଂ ଡିଜିଟାଲ୍ କାଟାଲଗ୍ ବିକାଶରେ ସହାୟତା ମଧ୍ୟ ଅନ୍ତର୍ଭୁକ୍ତ ରହିଛି । ଏହି ପଦକ୍ଷେପ ପାରମ୍ପାରିକ ବସ୍ତ୍ର ପ୍ରସ୍ତୁତି ଦକ୍ଷତାକୁ ଗଠନମୂଳକ ଉଦ୍ୟୋଗରେ ରୂପାନ୍ତରିତ କରିବାରେ ଏକ ବିଶେଷ ଭୂମିକା ଗ୍ରହଣ କରିବ । ଏସଏଚଜି ସଦସ୍ୟାମାନଙ୍କ ସୃଜନଶୀଳ ସାମର୍ଥ୍ୟକୁ ବୁଣାକାର ସେବା କେନ୍ଦ୍ରର ବିଶେଷଜ୍ଞ ମାର୍ଗଦର୍ଶନ ସହିତ ଯୋଡ଼ି, ଏହି ବୁଝାମଣାପତ୍ର ଉନ୍ନତ ଜୀବିକା ସୃଷ୍ଟି, ଉତ୍ପାଦର ବ୍ୟାପାରିକ ଶକ୍ତି ବିକାଶ ଏବଂ ଦୀର୍ଘମିଆଦି ମୂଲ୍ୟ ସୃଷ୍ଟି ପାଇଁ ମଞ୍ଚ ପ୍ରସ୍ତୁତ ପ୍ରଦାନ କରିବ ।

powered by social2s

More Articles ...

  1. ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ
  2. ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିର ପ୍ରବେଶ କଲେ ଯୁବକ
  3. ଜରୁରୀ କାଳୀନ ସହାୟତା କେନ୍ଦ୍ରର କାର୍ଯ୍ୟକାରିତା, ପରିଚାଳନା ଏବଂ ଆଧୁନିକୀକରଣ ସମ୍ପର୍କରେ ସମୀକ୍ଷା
Page 390 of 2256
  • Start
  • Prev
  • 385
  • 386
  • 387
  • 388
  • 389
  • 390
  • 391
  • 392
  • 393
  • 394
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.