• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ମୁଣ୍ଡଳି ପହଞ୍ଚିଲା ହୀରାକୁଦ ବନ୍ୟାଜଳ

Details
Odia Ray Admin
ଓଡିଶା
08 July 2025

କଟକ: କଟକ ଜିଲ୍ଲା ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ। ବିପଦସଙ୍କେତ ତଳେ ରହିଛି ମୁଣ୍ଡଳି ଜଳସ୍ତର। ସକାଳ ୮ ଟା ସୁଦ୍ଧା ମୁଣ୍ଡଳିରେ ପ୍ରବାହିତ ହେଉଥିଲା ୮୩ ହଜାର ୮୦୦ କ୍ୟୁସେକ ଜଳ ।

powered by social2s

ଆଜି ନୀଳାଦ୍ରି ବିଜେ

Details
Odia Ray Admin
ଓଡିଶା
08 July 2025

ଭୁବନେଶ୍ୱର : ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ। ରତ୍ନବେଦୀକୁ ଫେରିଯିବେ ଛତୁର୍ଦ୍ଧାମୂର୍ତ୍ତି। ନବଦିନାତ୍ମକ ଯାତ୍ରା ଶେଷ କରି ରତ୍ନସିଂହାସନକୁ ଫେରିବେ ମହାପ୍ରଭୁ। ଅପରାହ୍ନ ୪ଟାରେ ରତ୍ନବେଦୀକୁ ଫେରିବେ ତିନି ଠାକୁର। ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ।

powered by social2s

ବାରିପଦା ରଥଯାତ୍ରା : ଭକ୍ତ ଙ୍କ ସେବା ରେ ଆଇନଜୀବୀ

Details
Odia Ray Admin
ଓଡିଶା
07 July 2025

ବାରିପଦା/ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ଗୁଣ୍ଡିଚା ଯାତ୍ରା ପାଇଁ ସରବତ, ପାନୀୟ ଜଳ ବଣ୍ଟନ କରି ଶ୍ରଦ୍ଧାଳୁ ଙ୍କ ସେବା କରିଥିଲେ ଆଇନଜୀବୀ | ସେହିପରି ବାହୁଡା ଯାତ୍ରା ରେ ମଧ୍ୟ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କୁ ସରବତ ଓ ପାନୀୟ ଜଳ ଓ ଛଉ ନୃତ୍ୟ ପରିବେଷଣ କରୁଥିବା ନୃତ୍ୟଶିଳ୍ପୀ ମାନଙ୍କୁ ଖାଦ୍ୟ ଯୋଗାଉଛନ୍ତି ଆଇନଜୀବୀ | ଏଥି ସହ ସାଧାରଣ ଲୋକ ଓ ଶ୍ରଦ୍ଧାଳୁଙ୍କ ପାଇଁ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି | ଜିଲ୍ଲା ଓକିଲ ସଂଘ (ବାରିପଦା, ମୟୁରଭଞ୍ଜ) ଏବଂ ଓଡ଼ିଶା ମହିଳା ଆଇନଜୀବୀ ସଂଘ ଓ ବାରିପଦା ର ସମସ୍ତ ମହିଳା ଆଇନଜୀବୀ ଙ୍କ ମିଳିତ ଉଦ୍ୟମରେ ଏହି ମହତ୍ କାର୍ଯ୍ୟକ୍ରମ ଅୟୋଜିତ ହେଉଛି | ଓଡ଼ିଶା ମହିଳା ଆଇନଜୀବୀ ସଂଘ ର ରାଷ୍ଟ୍ରୀୟ ଉପସଭାପତି ତଥା ବରିଷ୍ଠ ଆଇନଜୀବୀ ସୁଜାତା ମିଶ୍ର, ଜୋନାଲ୍ ଉପ ସଭାପତି ଚିନ୍ମୟୀ ବେହେରା, କାର୍ଯ୍ୟନିର୍ବାହୀ ସଦସ୍ୟା ମଧୁସ୍ମିତା ନାୟକ, ଆଇନଜୀବୀ ପାର୍ବତୀ ବାରିକ୍, ଲିପିକା ପୁହାଣ, ପ୍ରଣତି ମୁର୍ମୁ,ରିକା ପଣ୍ଡା, ପ୍ରିୟମ୍ବଦା ବେହେରା, ସୋନାଲ ମିଶ୍ର, ସସ୍ମିତା ଘୋଷାଲ୍ , ଶ୍ରଦ୍ଧାଞ୍ଜଳୀ ପଣ୍ଡା, ଭାସ୍ବତି ପଣ୍ଡା , ରୂପଶ୍ରୀ ବାରିକ୍, ସ୍ୱୀକୃତି ଶତପଥି, ଜୟଶ୍ରୀ ଦାସ ଙ୍କ ସହ ଅନେକ ମହିଳା ଆଇନଜୀବୀ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିବା ପାଇଁ ଜିଲ୍ଲା ଓକିଲ ସଂଘ ବାରିପଦା ର ସମ୍ପାଦକ ଆଇନଜୀବୀ ବିପ୍ଳବ ବାରିକ, ଯୁଗ୍ମ ସମ୍ପାଦକ ଆଇନଜୀବୀ ସ୍ଵରୂପ କୁମାର ମିଶ୍ର, ଆଇନଜୀବୀ କିଶୋର୍ ଚନ୍ଦ୍ର ମହାନ୍ତି, ସଂଗ୍ରାମ ପଣ୍ଡା, ମାନସ ରଞ୍ଜନ ବେହେରା, ସୁନୀଲ ଜେନା, ଦେବରାଜ ମିଶ୍ର, ଡ୍ୟାନି ପରିଛା, ସଞ୍ଜୟ ରାଉତ, କିଶୋର୍ କର, ପଦ୍ନଲୋଚନ ମହାନ୍ତ, ସତ୍ୟରଞ୍ଜନ ବେହେରା, ନରୋତ୍ତମ ପାଣିଗ୍ରାହୀ, ଅବନୀ ଷଡଙ୍ଗୀ ପ୍ରମୂଖ ସହଯୋଗ କରିଥିଲେ | ଉତ୍ତରସାହି ଛଉ ନୃତ୍ୟ ପ୍ରତିଷ୍ଠାନ ଓ ଜୀବନଧାରା ପରିବାର ଙ୍କ ସହଯୋଗ ଏବଂ ଉଦ୍ୟମ ଉଲ୍ଲେଖନୀୟ | ଏହି ଅବସରରେ ଜୀବନଧାରା ପରିବାର ଦ୍ୱାରା ବୃକ୍ଷରୋପଣ ସଚେତନତା ପାଇଁ ଚାରା ବଣ୍ଟନ କାର୍ଯ୍ୟକ୍ରମ ମଧ୍ଯ ତ୍ୱରାନ୍ୱିତ କରାଯାଇଥିଲା |

powered by social2s

ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୯୩ ପ୍ରତିଶତ ଅଭିଯୋଗର ସମାଧାନ

Details
Odia Ray Admin
ଓଡିଶା
07 July 2025

ଭୁବନେଶ୍ୱର: ସମାଜର ଶେଷ ଧାଡିରେ ଥିବା ଲୋକମାନେ ଯେପରି ନିଜକୁ କେବେ ଅସହାୟ ନଭାବନ୍ତି ଏବଂ ସାଧାରଣ ଲୋକଟିଏ ଯେପରି ଅନୁଭବ କରିବ ଯେ ସରକାର ସୁଖଦୁଃଖରେ ତା ସହିତ ସବୁବେଳେ ଅଛନ୍ତି, ଏହି ମହତ ଉଦ୍ଦେଶ୍ୟ ରଖି ଲୋକଙ୍କ ସରକାର କ୍ରମାଗତ ଭାବେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି। ଆଜି ପଞ୍ଜିକୃତ କରିଥିବା ୧ ହଜାର ଅଭିଯୋଗକାରୀ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୭ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ। ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ଭିନ୍ନକ୍ଷମ ଲୋକମାନଙ୍କ ପାଖକୁ ଯାଇଥିଲେ ଏବଂ ସେଠାରେ ଜଣ ଜଣ କରି ସମସ୍ତଙ୍କ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ପରେ ପ୍ରକୋଷ୍ଠ ଭିତରକୁ ଆସି ପଞ୍ଜିକୃତ କରିଥିବା ଅନ୍ୟ ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି, ଆପତ୍ତି ଅଭିଯୋଗ ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରୁଥାନ୍ତି। ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମସନ୍ତୋଷର ଚିହ୍ନ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୮୯୪ଟି ଅଭିଯୋଗ ମଧ୍ୟରୁ ୧୦,୧୩୨ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୩ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ସ୍ୱତନ୍ତ୍ର ସଚିବ ଶ୍ରୀ ନିହାର ରଞ୍ଜନ ଦାଶ ଏବଂ ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

powered by social2s

ଆନ୍ଦୋଳନକୁ ଓଲ୍ହାଇଲେ ଡ୍ରାଇଭର, ଯାତ୍ରୀ ହନ୍ତସନ୍ତ

Details
Odia Ray Admin
ଓଡିଶା
08 July 2025

ଭୁବନେଶ୍ୱର : ଆନ୍ଦୋଳନକୁ ଓଲ୍ହାଇଲେ ଓଡ଼ିଶାର ୨ ଲକ୍ଷ ଡ୍ରାଇଭର। ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୭ ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ଆନ୍ଦୋଳନ ଯୋଗୁଁ ସାରା ଓଡ଼ିଶାରେ ବସ୍, ଟ୍ରକ୍, କାର୍, ଓ ଅଟୋ ଚଳାଚଳ ବନ୍ଦ ରହିଛି। ଭୁବନେଶ୍ୱର ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବିଭିନ୍ନ ସ୍ଥାନକୁ ଯାଉଥିବା ବସ୍ ଗୁଡ଼ିକ ଅଟକିଥିବାରୁ ଯାତ୍ରୀ ମାନେ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ପ୍ରମୁଖ ଦାବି ଗୁଡ଼ିକ ହେଲା ୬୦ ବର୍ଷ ବୟସ ପରେ ଡ୍ରାଇଭରଙ୍କୁ ଭତ୍ତା ପ୍ରଦାନ କରିବା, ସେପ୍ଟେମ୍ବର ୧ କୁ ଡ୍ରାଇଭର ଦିବସ ଭାବେ ଘୋଷଣା କରିବା, ଲୋକଙ୍କ ଆକ୍ରୋଶର ଶିକାର ହେଉଥିବା ଡ୍ରାଇଭରଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ୍ ଓ ୧୦୦ କିଲୋମିଟର ଭିତରେ ଗାଡ଼ି ପାର୍କିଂ ଓ ଡ୍ରାଇଭରଙ୍କ ବିଶ୍ରାମ ବ୍ୟବସ୍ଥା।

powered by social2s

ରତ୍ନଭଣ୍ଡାର ମରାମତି କାମ ଶେଷ: ଅରବିନ୍ଦ ପାଢୀ

Details
Odia Ray Admin
ଓଡିଶା
07 July 2025

ପୁରୀ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଶେଷ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି I ପାଢ଼ୀ କହିଛନ୍ତି ଯେ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଛି I ମରାମତି ବେଳେ ୫୨୦ଟି ପଥର ବଦଳାଯାଇଛି। ସ୍କାନିଙ୍ଗ କଲା ପରେ ଖରାପ ପଥର ବଦଳାଯାଇଛି। ଉଭୟ ଭିତର ଓ ବାହାର ରତ୍ନ ଭଣ୍ଡାର ଓ ତାକୁ ସଂଯୋଗ କରୁଥିବା ସ୍ଥାନଟିର ଚଟାଣକୁ ନୂଆ ଗ୍ରାନାଇଟ ଚଟାଣ କରାଯାଇଛି। ପ୍ରାୟ ୩୩୩ ଘଣ୍ଟାର ମରାମତି ଓ ସଂରକ୍ଷଣ କାମ ହୋଇଛି।

powered by social2s

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ଦୁଇ କଟଅଫ୍ ମାର୍କ ତାଲିକା; କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା

Details
Odia Ray Admin
ଓଡିଶା
07 July 2025

ଭୁବନେଶ୍ୱର : ଯୁକ୍ତ ଦୁଇ ଆଡମିଶନ ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ତାଲିକା । ବିଜ୍ଞାନ ଓ ବାଣିଜ୍ୟ ଓ କଳା କଟଅଫ୍ ମାର୍କରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ ଶୀର୍ଷରେ ରହିଛି । ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ ୯୧.୮୩% ସହ ରେଭେନ୍ସା ଶୀର୍ଷରେ ରହିଛି । ସେହିପରି ୮୯.୪୦% ମାର୍କ ସହ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର ଦ୍ବିତୀୟ ସ୍ଥାନରେ ରହିଛି । ୮୭.୫୦ % କଟଅଫରେ ବାଲେଶ୍ବର ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟ ସ୍ଥାନରେ ରହିଛି । ସେହିପରି ବାଣିଜ୍ୟରେ ରେଭେନ୍ସା ସାଧାରଣ ବର୍ଗରେ ୮୦.୨୦% କଟଅଫ ରଖି ଶୀର୍ଷରେ ରହିଛି । ୭୮.୬୭% କଟଅଫ୍ ସହିତ ରାଉରକେଲା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ଵିତୀୟରେ ରହିଛି । ୭୩.୫୦ % କଟଅଫ ସହିତ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟ ସ୍ଥାନରେ ରହିଛି । ସେହିଭଳି କଳା ବିଭାଗରେ ୮୧.୩୩% କଟଅଫ ସହ ପ୍ରଥମେ ରହିଛି ରେଭେନ୍ସା, ଦ୍ବିତୀୟରେ ରାଉରକୋ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଟଅଫ ୭୭.୩୩ % ରହିଛି, ତୃତୀୟରେ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୭୬.୮୬% କଟ ଅଫ ମାର୍କ ରହିଛି । ଯୁକ୍ତ ଦୁଇ ପଢ଼ିବା ପାଇଁ ୪ ଲକ୍ଷ ୪୬ ହଜାର ୨୦୫ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେଥିମଧ୍ୟରୁ ୪ ଲକ୍ଷ ୧୩ ହଜାର ୮୦୪ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରଥମ କଟଅଫ ମାର୍କ ତାଲିକାରେ ନିଜ ବିଭାଗ ଅନୁଯାୟୀ ଚୟନ କରାଯାଇଛି । କଳା ବିଭାଗରେ ୨ ଲକ୍ଷ ୬୪ ହଜାର ୭୬୬ ଛାତ୍ରଛାତ୍ରୀଙ୍କ ପ୍ରଥମ ପର୍ଯ୍ୟାୟରେ ଚୟନ କରାଯାଇଛି । ସେହିପରି ବିଜ୍ଞାନରେ ୧ ଲକ୍ଷ ୧୭ ହଜାର ୦୮୯ ଜଣ ଏବଂ ବାଣିଜ୍ୟରେ ୨୦ ହଜାର ୫୫୨ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ସେହିପରି ସଂସ୍କୃତରେ ୬ ହଜାର ୮୧୧ ଜଣ ଚୟନ ହୋଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୪ ହଜାର ୫୮୬ ଜଣଙ୍କୁ ଚୟନ କରାଯାଇଛି । ଯେଉଁ ଛାତ୍ରଛାତ୍ରୀମାନେ ପ୍ରଥମ ପର୍ଯ୍ୟାୟରେ କୃତକାର୍ଯ୍ୟ ହୋଇପାରିନାହାଁନ୍ତି, ସେମାନେ ଦ୍ବିତୀୟ ପର୍ଯ୍ୟାୟ ଏବଂ ସ୍ପଟ ଆଡମିଶନରେ ଭାଗ ନେବାର ସୁଯୋଗ ପାଇବେ । ତେବେ ଜୁଲାଇ ୨୪ ତାରିଖରୁ ୨୦୨୫-୨୬ ଶିକ୍ଷା ବର୍ଷ ନିମନ୍ତେ ଯୁକ୍ତ ଦୁଇ ପାଠ ପଢ଼ା ଆରମ୍ଭ ହେବ ।

powered by social2s

More Articles ...

  1. ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  2. ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ ମାର୍କ
  3. ଏଟିଏମ୍ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା
Page 407 of 2256
  • Start
  • Prev
  • 402
  • 403
  • 404
  • 405
  • 406
  • 407
  • 408
  • 409
  • 410
  • 411
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.