• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ଉପଲକ୍ଷେ “ସମବାୟ ପଦଯାତ୍ରା”

Details
Odia Ray Admin
ଓଡିଶା
04 July 2025

ଭୁବନେଶ୍ୱର: ଲାଭ ନୁହେଁ, ସେବା ପାଇଁ ସମର୍ପିତ ସମବାୟ ଅନୁଷ୍ଠାନ । ବ୍ୟକ୍ତି ଅପେକ୍ଷା ଗୋଷ୍ଠୀର ବିକାଶ ପାଇଁ ପ୍ରତିବଦ୍ଧ ଥିବା ସମବାୟ ଅନୁଷ୍ଠାନ ଗ୍ରାମୀଣ ଓଡ଼ିଶାର ଗ୍ରୋଥ୍ ଇଂଜିନ୍ ସାଜିବ ବୋଲି ମାନ୍ୟବର ସମବାୟ ତଥା ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି । “ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫” ପାଳନ ଉପଲକ୍ଷେ ଆୟୋଜିତ “ସମବାୟ ପଦଯାତ୍ରା”ର ଶୁଭାରମ୍ଭ କରିବା ଅବସରରେ ସେ ଏହା କହିଛନ୍ତି । ଆଜି ସକାଳ ୭ ଘଟିକା ସମୟରେ ସ୍ଥାନୀୟ ମଧୁସୂଦନ ସମବାୟ ପରିଚାଳନା ପ୍ରତିଷ୍ଠାନ ଠାରୁ ଗୋପବନ୍ଧୁ ଛକ ପର୍ଯ୍ୟନ୍ତ ଏକ ସମବାୟ ପଦଯାତ୍ରା ଆୟୋଜିତ ହୋଇଥିଲା । ଏହି ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ମାନ୍ୟବର ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ । ଅଂଶଗ୍ରହଣକାରୀମାନେ ବିଭିନ୍ନ ସ୍ଲୋଗାନ୍ ଦେଇ ସମବାୟ ଅନୁଷ୍ଠାନ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ । ଏହି ସମବାୟ ପଦଯାତ୍ରାରେ ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସ, ଅତିରିକ୍ତ ନିବନ୍ଧକ ଭକ୍ତବନ୍ଧୁ ସାହୁ, ଯୁଗ୍ମ ନିବନ୍ଧକ ଲକ୍ଷ୍ମୀଧର ସୁବୁଦ୍ଧି, ମଧୁସୂଦନ ସମବାୟ ପରିଚାଳନା ପ୍ରତିଷ୍ଠାନର ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଦାଶ, ବରିଷ୍ଠ ଅଧ୍ୟାପକ ସରୋଜ କୁମାର କାଶ୍ୟପ, ଅନୁଷ୍ଠାନର କର୍ମକର୍ତ୍ତା, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫ ପାଳନ, କେନ୍ଦ୍ର ସମବାୟ ମନ୍ତ୍ରାଳୟର ଚତୁର୍ଥ ବାର୍ଷିକ ପ୍ରତିଷ୍ଠା ଦିବସ ତଥା ଆସନ୍ତାକାଲି (୫ ଜୁଲାଇ ) ପାଳନ ହେବାକୁ ଥିବା ଅନ୍ତର୍ଜାତୀୟ ସମବାୟ ଦିବସ ଉପଲକ୍ଷେ ଏହି ପଦଯାତ୍ରା ଆୟୋଜନ ହୋଇଥିଲା । ଏହି ଅବସରରେ “ମା’ ପାଇଁ ଗଛଟିଏ” (ଏକ ପେଡ୍ ମା’ କେ ନାମ) ଅଭିଯାନରେ ଭାଗ ନେଇ ମାନ୍ୟବର ମନ୍ତ୍ରୀ ଏକ ଚାରା ରୋପଣ କରିଥିଲେ । ପ୍ରକୃତି ମାତାକୁ ସୁରକ୍ଷା ଦେବା ପାଇଁ ସାରାଦେଶରେ “ମା’ ପାଇଁ ଗଛଟିଏ” ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି ।

powered by social2s

ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ

Details
Odia Ray Admin
ଓଡିଶା
04 July 2025

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ସୁବର୍ଣ୍ଣରେଖା ନଦୀରେ ପାଣି କମିଛି। କେଉଁ ବେସିନରେ ପାଣି ଅଧିକ ନାହିଁ। ତେଣୁ ସତର୍କ ସୂଚନା କେଉଁଠି ଦିଆଯାଇନାହିଁ। ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ଓ ଛତିଶଗଡ଼ ଛଡ଼ା କେଉଁଠି ବର୍ଷା ନାହିଁ।

powered by social2s

ଛାତ୍ରୀ କଳ୍ପିତା ଭାବଭକ୍ତି ସହିତ ଆଙ୍କିଲେ ମହାପ୍ରଭୁଙ୍କ ଚିତ୍ର

Details
Odia Ray Admin
ଓଡିଶା
03 July 2025

କୋରାପୁଟ : ପବିତ୍ର ରଥଯାତ୍ରା ଉପଲକ୍ଷେ ଭାବଭକ୍ତି ସହିତ ଆଙ୍କିଲେ ମହାପ୍ରଭୁଙ୍କ ଚିତ୍ର ଆଙ୍କିଲେ କୋରାପୁଟ ସରସ୍ବତୀ ଶିଶୁ ମନ୍ଦିରର ଛାତ୍ରୀ କଳ୍ପିତା ମହାପାତ୍ର l କଳ୍ପିତା ବର୍ତ୍ତମାନ କୋରାପୁଟ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଷଷ୍ଠ ଶ୍ରେଣୀର ଛାତ୍ରୀ l ଝିଅ କଳ୍ପିତା ହେଉଛନ୍ତି କୋରାପୁଟ ଜିଲ୍ଲାର ବରିଷ୍ଠ ବିଶିଷ୍ଟ ପ୍ରଥମ ଶ୍ରେଣୀ ଠିକାଦାର ପିତା ଶ୍ରୀଯୁକ୍ତ ବିଭୂଦତ୍ତ ମହାପାତ୍ର ଏବଂ ମାତା ଶ୍ରୀମତୀ କବିତାଞ୍ଜଳୀ ମିଶ୍ରଙ୍କ କନ୍ୟା ଅଟନ୍ତି l ପିଲାଟି ବେଳୁ ସୁନା ଝିଅ କଳ୍ପିତା ସୁନ୍ଦର ସୁନ୍ଦର ଚିତ୍ର ଆଙ୍କିବାରେ ସିଦ୍ଧହସ୍ତ l ଝିଅ କଳ୍ପିତା ପିଲାଟି ବେଳୁ ଭଲ ପାଠ ପଢିବା ସହିତ ନିଜର ଅବସର ସମୟରେ ଚିତ୍ର ଆଙ୍କି ନିଜକୁ ସର୍ବଦା ବ୍ୟସ୍ତ ରଖନ୍ତି l ତେବେ ବର୍ତ୍ତମାନ ପ୍ରଭୁ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଚାଲୁଥିବା ଅବସରରେ ଭାବଭକ୍ତି ସହିତ ଚିତ୍ର ଆଙ୍କି ଝିଅ କଳ୍ପିତା ନିଜ ଭକ୍ତି ଭାବ ଢାଳିଥିବା ଦେଖା ଦେଇଅଛି l ତେବେ ସୁନା ଝିଅ କଳ୍ପିତା ଆଜି ଭଗବାନ ଶ୍ରୀ ଜଗନ୍ନାଥଙ୍କ ଚିତ୍ର ଆଙ୍କି ତାଙ୍କ ଟ୍ୟୁସନ୍ ଶିକ୍ଷକ ତଥା ଅଧ୍ୟାପକ ତ୍ରିନାଥ ପଟ୍ଟନାୟକଙ୍କୁ ଉପହାର ସ୍ୱରୂପ ଏହି ଶ୍ରୀ ଜଗନ୍ନାଥଙ୍କ ଚିତ୍ରଟି ପ୍ରଦାନ କରି ଅଧ୍ୟାପକ ତ୍ରିନାଥ ପଟ୍ଟନାୟକଙ୍କ ନିକଟରୁ ବେଶ୍ ପ୍ରଶଂସିତ ହୋଇପାରିଅଛନ୍ତି l ଆହୁରି ମଧ୍ୟ ଝିଅ କଳ୍ପିତାଙ୍କ ନିକଟରେ ତାଙ୍କ ସାନ ଭାଇ ଅୟେଶକାନ୍ତ ମହାପାତ୍ର ମଧ୍ୟ ଉପସ୍ଥିତ ରହି ଶ୍ରୀ ଜଗନ୍ନାଥଙ୍କ ଚିତ୍ର ଶିକ୍ଷକ ତ୍ରିନାଥ ପଟ୍ଟନାୟକଙ୍କୁ ପ୍ରଦାନ କରୁଥିବା ଦେଖା ଦେଇଅଛି l ତେବେ ନିଜପାଠ ପଢା ସହ ଆଗକୁ ଆହୁରି ମଧ୍ୟ ଝିଅ କଳ୍ପିତା ବିଭିନ୍ନ ଧରଣର ଚିତ୍ର ଆଙ୍କି ସମାଜକୁ ବାର୍ତ୍ତା ଦେବାକୁ ନିଜ ମତ ରଖିଛନ୍ତି l ତେବେ ଝିଅ କଳ୍ପିତାର ଚିତ୍ରକଳା ପ୍ରତି ଆଗ୍ରହକୁ ଦୃଷ୍ଟିରେ ରଖି ଅଧ୍ୟାପକ ତ୍ରିନାଥ ପଟ୍ଟନାୟକ ବେଶ୍ ଉତ୍ସାହିତ କରିଥିବା ଦେଖା ଦେଇଅଛି l

powered by social2s

ଭୁବନେଶ୍ୱରରେ ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ” ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
03 July 2025

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ ଆଇ ଆର୍ ସି ଭିଲେଜ୍ ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ ସାଂସ୍କୃତିକ ଭବନ” ଉଦଘାଟନ କରିବା ସହିତ ଏହି ସ୍ୱଳ୍ପ ରହଣି ସ୍ଥାନର ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଏଥିସହିତ, ଏହି ଶବରୀ ଭବନର ସମସ୍ତ ଆବଶ୍ୟକୀୟ ନିର୍ମାଣ ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ, ମୁଖ୍ୟମନ୍ତ୍ରୀ, ଏହି ଶବରୀ ଭବନ କେବଳ ଏକ ଆଶ୍ରୟସ୍ଥଳ ନୁହେଁ - ଏହା ଆଦିବାସୀ ଯୁବ ଓ ନେତୃତ୍ୱର ଉଦୟ ପାଇଁ ଏକ ମଞ୍ଚ ହେବ ବୋଲି କହିବା ସହିତ ଆଦିବାସୀ ଭାଇ ଓ ଭଉଣୀମାନଙ୍କ ପାଇଁ ସ୍ଵଳ୍ପକାଳୀନ ରହଣି ସହିତ ଶିକ୍ଷା, କାର୍ଯ୍ୟ ଓ ସାଂସ୍କୃତିକ କାର୍ଯ୍ୟ ପାଇଁ ଏକ କେନ୍ଦ୍ର ଭାବେ କାର୍ଯ୍ୟ କରିବ ବୋଲି କହିଥିଲେ। ଆଜିର ଶବରୀ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏଠାରେ ସମ୍ମିଳନୀ, ପ୍ରଶିକ୍ଷଣ ଶିବିର, କଳା ପ୍ରଦର୍ଶନୀ ଓ ଗବେଷଣା କାର୍ଯ୍ୟକ୍ରମ ହେବା ଦ୍ୱାରା ଏକ ସଂସ୍କୃତିକ ଜୀବନତା ପାଇଁ ଅନୁପ୍ରେରଣା ହେବ। ଆଦିବାସୀ ଭାଇ ଓ ଭଉଣୀମାନେ ଯେତେବେଳେ ଏଠାକୁ ଆସିବେ, ନିଜ ଘର ପରି ଅନୁଭବ କରିବେ। ଆପଣଙ୍କ ଶିକ୍ଷା, ଚିକିତ୍ସା, ନିଯୁକ୍ତି, ଓ ଉନ୍ନତିର ମାର୍ଗ ଏହିଠାରୁ ଆରମ୍ଭ ହେବ। ଆଦିବାସୀ ସଂସ୍କୃତି କେବଳ ନାଚ, ଗୀତରେ ସୀମାବଦ୍ଧ ନୁହେଁ, ଏହା ହେଉଛି ଏକ ଜୀବନ ଶୈଳୀ, ଏକ ଆତ୍ମା। ଏହାକୁ ସୁରକ୍ଷା କରିବା ଏବଂ ପ୍ରଚାର କରିବା ଆମ ସମସ୍ତଙ୍କ ଦାୟିତ୍ୱ। ଏହାକୁ ଜୀବିତ ରଖି, ପରିସ୍ଫୁଟ କରିବା କରିବା ଦିଗରେ ଶବରୀ ଭବନ ଏକ ମହତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେଯେ, ଭୁବନେଶ୍ୱରରେ ଆଦିବାସୀ ସଂସ୍କୃତି ଓ ଐତିହ୍ୟ ଭବନ ଏବଂ ଆଦିବାସୀ ଭାଷା ପ୍ରତିଷ୍ଠାନ ମଧ୍ୟ ପ୍ରତିଷ୍ଠା କରାଯାଉଛି। ରାଜ୍ୟର ୪୦ ପ୍ରତିଶତ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ କଲ୍ୟାଣ ପାଇଁ ରେକର୍ଡ ୬୮ ହଜର ୮୮୧ କୋଟି ତାଙ୍କର ବିଶେଷ ପ୍ରାବଧାନ କରାଯାଇଛି। ନିୟମିତ କଲ୍ୟାଣକାରୀ ଯୋଜନା ବ୍ୟତୀତ ଏହି ଟଙ୍କା କେବଳ ତାଙ୍କ ପାଇଁ ଖର୍ଚ୍ଚ ହେବ। ଏହା ହେଉଛି ଆମ ସରକାରଙ୍କ ଜନଜାତିଙ୍କ ପାଇଁ ପ୍ରତିବଦ୍ଧତା। ମୁଁ ବିଶ୍ୱାସ କରେ – ଯେଉଁ ସମାଜ ତାଙ୍କର ମୂଳ ଚିହ୍ନକୁ ସମ୍ମାନ କରେ, ସେଇ ସମାଜ ତୀବ୍ର ଗତିରେ ଅଗ୍ରସର ହୁଏ। ଆମ ଆଦିବାସୀ ସମାଜ ଓଡ଼ିଶାର ଗର୍ବ, ଆମ ସଂସ୍କୃତିର ମୂଳ ଆଧାର। ଏହି ସମାଜକୁ ଆଗକୁ ଆଣିବା ପାଇଁ ମୁଁ ଏକ ଆଦିବାସୀ ସନ୍ତାନ ଭାବରେ ମୋ ସର୍ବଶକ୍ତି ଲଗାଇବି। ସେ ପୁଣି କହିଥିଲେଯେ, ୨୦୩୬ ସୁଦ୍ଧା ଆମେ ଲକ୍ଷ୍ୟ ରଖିଛୁ ରାଜ୍ୟର ସର୍ବାଙ୍ଗୀନ ବିକାଶ, ସାମଗ୍ରିକ ଅଭିବୃଦ୍ଧି ଏବଂ ଜନଜାତି ସଶକ୍ତିକରଣ ଜରିଆରେ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ। ସମୃଦ୍ଧ ଓଡିଶା ଗଠନ ଦିଗରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ରାଜ୍ୟର ୨୪ ପ୍ରତିଶତ ଜନଜାତି। ୨୦୩୬ ସୁଦ୍ଧା ଏହି ସବୁ ଲକ୍ଷ୍ୟ ହାସଲ କରିବା ପାଇଁ ଆମେ ୩୬ଟି ସ୍ପଷ୍ଟ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛୁ। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’ । ରାଜ୍ୟର ଡବଲ ଇଞ୍ଜିନ ସରକାର ଏକ ବର୍ଷର ସଫଳ ଯାତ୍ରା ପୂରଣ କରି ସେହି କାର୍ଯ୍ୟକୁ ନୂତନ ବିଶ୍ଵାସ ନୂତନ ଶକ୍ତି ସହିତ ଜାରି ରଖିଛନ୍ତି। ଆଗାମୀ ଦିନରେ ବିକାଶର ଜୟଯାତ୍ରା ଆହୁରି ତ୍ୱରାନ୍ୱିତ ହେବ। ଏହି ବିକାଶ ଯାତ୍ରା ସମ୍ଭବ ହେବ ଯେତେବେଳେ ସରକାର, ଅଧିକାରୀ ଏବଂ ସାଧାରଣ ଜନତାଙ୍କ ଗୋଟିଏ ଲକ୍ଷ୍ୟ ହେବ, ‘କେବଳ ରାଜ୍ୟର ବିକାଶ’। ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମ ସରକାର କେବଳ ଅବିଭକ୍ତ ନୁହେଁ, ସାରା ରାଜ୍ୟକୁ ସମତୁଲ ଭାବେ ବିକାଶ କରିବା ପାଇଁ ବଦ୍ଧପରିକର। ଏହି ଶବରୀ ଭବନ ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ, ଓ ନୂଆ ପିଢ଼ି ପାଇଁ ଏକ ଅନୁପ୍ରେରଣା ରୂପେ ଦୀପ୍ତିମାନ ରହିବ। କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖି ଗଣଶିକ୍ଷାମନ୍ତ୍ରୀ ତଥା ଶବରୀ ସାଂସ୍କୃତିକ ପରିଷଦର ସଭାପତି ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେଯେ, ଓଡ଼ିଆ ଅସ୍ମିତା ଏବଂ ସ୍ୱାଭିମାନକୁ ଆଦିବାସୀ ସଂସ୍କୃତି ଏକ ସ୍ୱତନ୍ତ୍ର ପରିଚୟ ଦେଇଛି। ଆମ ସରକାର ଦକ୍ଷିଣ ଓଡିଶା ବିକାଶ ପରିଷଦ ପାଇଁ ଟାସ୍କ ଫୋର୍ସ ଗଠନ କରି ୨୦୦ କୋଟି ଲେଖାଏଁ ଅନୁଦାନ ପ୍ରଦାନ କରିଛନ୍ତି। ଏଥିରୁ, ଦକ୍ଷିଣ ଓଡିଶା, ବିଶେଷ ଭାବେ ଅବିଭକ୍ତ କୋରାପୁଟ ଜିଲ୍ଲାର ବିକାଶର ଗତି ଦ୍ରୁତତର ହେବ ଏବଂ ଏହି ବିକାଶର ଜୟଯାତ୍ରାରେ ଶବରୀ ଭବନର ଗୁରୁ ଦାୟିତ୍ୱ ରହିବ। ଉକ୍ତ କାର୍ଯ୍ୟକ୍ରମରେ ସାଂସଦ ମୁନା ଖାନ, ସାଂସଦ ବଳଭଦ୍ର ମାଝୀ, ଶବରୀ ସାଂସ୍କୃତିକ ସଂସଦର ପୂର୍ବତନ ସଭାପତି ତଥା ପୂର୍ବତନ ମନ୍ତ୍ରୀ ରମେଶ ଚନ୍ଦ୍ର ମାଝୀ, ଶବରୀ ସାଂସ୍କୃତିକ ସଂସଦର ପୂର୍ବତନ ସଭାପତି ତଥା ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ଶବରୀ ସାଂସ୍କୃତିକ ସଂସଦର ଉପଦେଷ୍ଟା ତଥା ବିଧାୟକ ତାରା ପ୍ରସାଦ ବାହିନୀପତି, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଝରିଗାଁ ବିଧାୟକ ନରସିଂହ ଭାତ୍ରା, କୋଟପାଡ଼ ବିଧାୟକ ରୂପା ଭାତ୍ରା, କୋରାପୁଟ ବିଧାୟକ ରଘୁରାମ ମାଛ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ରାୟଗଡ଼ା ବିଧାୟକ କଦ୍ରକ ଅପଲସ୍ବାମୀ, ବିଷମ କଟକ ବିଧାୟକ ନୀଳମାଧବ ହିକ୍କା, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରମୁଖ ମଂଚାସୀନ ଥିଲେ। ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଶବରୀ ସାଂସ୍କୃତିକ ପରିଷଦର ଉପ ସଭାପତି ଗୋଦାବରୀଶ ମହାପାତ୍ର ଧନ୍ୟବାଦ ଦେଇଥିଲେ।

powered by social2s

ଆଜି ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Details
Odia Ray Admin
ଓଡିଶା
04 July 2025

ପୁରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ। ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ।

powered by social2s

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

Details
Odia Ray Admin
ଓଡିଶା
03 July 2025

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ର କାର୍ଯ୍ୟାନ୍ୱୟନକୁ ସୁଦୃଢ଼ ​​କରିବା ଉଦ୍ଦେଶ୍ୟରେ ଭାରତ ସରକାର ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ଆରମ୍ଭ କରିଛନ୍ତି। ଏହି ପଦକ୍ଷେପ କୃଷି, ବୀମା ଏବଂ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ପାଣିପାଗ ତଥ୍ୟର ସୁଗମ କରିବ ଏବଂ ବିପର୍ଯ୍ୟୟ ପରିଚାଳନା କରିବା ପାଇଁ ଉଦ୍ଦିଷ୍ଟ ବୋଲି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। ସମୟୋଚିତ ଏବଂ ସଠିକ୍ ପାଣିପାଗ ତଥ୍ୟ ସୁନିଶ୍ଚିତ କରିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱୟଂଚାଳିତ ପାଣିପାଗ କେନ୍ଦ୍ର (AWS) ଏବଂ ଅଟୋମେଟିକ ରେନ ଗଜ୍ (ARG) ସ୍ଥାପନ କରାଯିବ। ଗ୍ରାମ ପଞ୍ଚାୟତ ସ୍ତରରେ ସ୍ୱୟଂଚାଳିତ ରେନ ଗଜ୍ ସ୍ଥାପନ କରାଯିବ। ବ୍ଲକ ସ୍ତରରେ ସ୍ୱୟଂଚାଳିତ ପାଣିପାଗ କେନ୍ଦ୍ର ସ୍ଥାପନ କରାଯିବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅନ୍ତର୍ଗତ ବଜେଟ ବ୍ୟବସ୍ଥାରୁ ରାଜ୍ୟକୁ ପାଣ୍ଠି ଯୋଗାଇ ଦିଆଯିବ। ଏହି ସ୍ଥାପନ ସମଗ୍ର ଓଡ଼ିଶାରେ ଏକ ବ୍ୟାପକ ପାଣିପାଗ ମନିଟରିଂ ସିଷ୍ଟମ ସୁନିଶ୍ଚିତ କରିବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ (OSDMA) ମିଳିତ ଭାବରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବେ। ଏହି ପାଣ୍ଠି ସମବାୟ ବିଭାଗ ଦ୍ୱାରା ପରିଚାଳିତ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବଜେଟରୁ ଯୋଗାଇ ଦିଆଯିବ। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ଯେ, ଉତ୍ତମ ଫସଲ ଯୋଜନା, ବିପଦ ମୂଲ୍ୟାୟନ ଏବଂ ଅମଳ ପୂର୍ବାନୁମାନ ପାଇଁ ସଠିକ୍ ପାଣିପାଗ ତଥ୍ୟ ପ୍ରଦାନ କରିବା ଦ୍ୱାରା ଚାଷୀମାନଙ୍କର କୃଷିଦକ୍ଷତା ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ ଦକ୍ଷ ଦାବି ମୂଲ୍ୟାଙ୍କନ ଏବଂ ବିପଦ ହ୍ରାସ ରଣନୀତିକୁ ସହଜ କରିବା ଦ୍ୱାରା ଚାଷୀମାନେ ବହୁବିଧ ଫସଲ ଗ୍ରହଣ କରିବାକୁ ଉତ୍ସାହିତ ହେବେ। କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଏବଂ ସ୍କାଇମେଟ୍ ପାଣିପାଗ ସେବା ପ୍ରାଇଭେଟ୍ ଲିମିଟେଡ୍ ସିଇଓ ଶ୍ରୀ ଯୋଗେଶ ପାଟିଲ୍ ବୁଝାମଣାପତ୍ରରେ ସ୍ୱାକ୍ଷର ଏବଂ ଆଦାନପ୍ରଦାନ କରିଥିଲେ। ଅତିରିକ୍ତ ସଚିବ ଡକ୍ଟର ଗଣେଶ୍ୱର ଜେନା, ଡକ୍ଟର ରାଜେଶ ଦାସ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

powered by social2s

ଶରଧାବାଲିରେ ଦକ୍ଷିଣ ମୋଡ଼ ନେଲା ନନ୍ଦିଘୋଷ

Details
Odia Ray Admin
ଓଡିଶା
03 July 2025

ପୁରୀ : ପୁରୀ ଶରଧାବାଲିରେ ଦକ୍ଷିଣ ମୋଡ଼ ନେଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ଆଜ୍ଞାମାଳ ବିଜେ ପରେ ନନ୍ଦିଘୋଷ ରଥରେ ହୋଇଛି ଦକ୍ଷିଣ ମୋଡ଼। ଗତକାଲି ତାଳଧ୍ଵଜ ଓ ଦର୍ପଦଳନ ରଥର କରାଯାଇଥିଲା ଦକ୍ଷିଣ ମୋଡ଼। ଆସନ୍ତା ୫ ତାରିଖରେ ମହାପ୍ରଭୁଙ୍କ ବାହୁଡା଼ ଯାତ୍ରା। ନାକଚଣା ଦ୍ୱାର ଅଗରେ ରହିଛନ୍ତି ତାଳଧ୍ଵଜ ଓ ଦର୍ପଦଳନ ରଥ।

powered by social2s

More Articles ...

  1. ବାପାଙ୍କ ଶେଷକୃତ୍ୟକୁ ଯାଉଥିବା ବେଳେ ଦୁର୍ଘଟଣାରେ ପୁଅ-ବୋହୁ ମୃତ
  2. ରେଳ ଲାଇନ୍‌ ଉପରେ ଖସିଲା ମାଟି ଅତଡ଼ା
  3. କମୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ଜଳସ୍ତର
Page 411 of 2257
  • Start
  • Prev
  • 406
  • 407
  • 408
  • 409
  • 410
  • 411
  • 412
  • 413
  • 414
  • 415
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.