• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ଵାରା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ ଆରମ୍ଭ

Details
Odia Ray Admin
ଓଡିଶା
16 June 2025

ଭୁବନେଶ୍ୱର: ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ ଯେ ଲୋକଙ୍କର ସ୍ଵାସ୍ଥ୍ୟ ସୁରକ୍ଷା ଉପରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ଵ ଦେଉଛନ୍ତି । ଡାଇରିଆ ଏକ ବର୍ଷା ଋତୁକାଳୀନ ଜଳ ବାହିତ ରୋଗ । ଡାଇରିଆ ସ୍ଥିତି ଉପରେ ନଜର ରଖି ଆମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ ନିମନ୍ତେ ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି । ଉନ୍ନତ ସ୍ୱାସ୍ଥ୍ୟସେବା, ଆନୁସଙ୍ଗିକ ଉପକରଣ, ଔଷଧ, ଭିତ୍ତିଭୂମି ସହ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଏହି ଅଭିଯାନ ଆଜି ଠାରୁ ୩୧ ଜୁଲାଇ ପର୍ଯ୍ୟନ୍ତ ଚାଲିବ । ଡାଇରିଆ ନିରାକରଣ ପାଇଁ ବ୍ୟାପକ ସ୍ଵାସ୍ଥ୍ୟ ସଚେତନତା ସହ ସମ୍ମିଳିତ ଉଦ୍ୟମ କରାଯାଉଛି । ହାତ ଧୋଇବା, ପରିଚ୍ଛନ୍ନତା ନିୟମ ପାଳନ କରିବା, ସୁଷମ ଖାଦ୍ୟ ଖାଇବା, ନିରାପଦ ପାଣି ପିଇବା, ଜଳ ଉତ୍ସକୁ ବିଶୋଧିତ ରଖିବା ବାହାରେ ମଳତ୍ୟାଗ ନ କରିବା ଆଦି ଅଭ୍ୟାସ ଦ୍ଵାରା ଆମେ ବହୁଭବରେ ଡାଇରିଆ ରୋଗର ପ୍ରତିରୋଧ କରିପାରିବା । ସଚେତନତା ଓ ସାବଧାନତା ମାଧ୍ୟମରେ ନିଜେ ସୁସ୍ଥ ରହିବା ସହ ଆମ ପରିବାର ଏବଂ ପଡୋଶୀ ମାନଙ୍କୁ ସୁରକ୍ଷିତ ରଖିପାରିବା । ଏହି ଅଭିଯାନ ମାଧ୍ୟମରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍ଵାସ୍ଥ୍ୟ ଉପକେନ୍ଦ୍ର, କମ୍ୟୁନିଟି ସେଣ୍ଟର ଓ ଆରୋଗ୍ୟ ମନ୍ଦିରମାନଙ୍କରେ ପର୍ଯ୍ୟାପ୍ତ ପରିମାଣରେ ଓ.ଆର.ଏସ ପ୍ୟାକେଟ, ଜିଙ୍କ ଟାବଲେଟ୍ ଓ ଔଷଧ ମହଜୁଦ ରଖାଯାଇଛି । ଗ୍ରାମ ଓ ସହରାଞ୍ଚଳରେ କାର୍ଯ୍ୟରତ ସମସ୍ତ କ୍ଷେତ୍ର ସ୍ତରୀୟ ସ୍ଵାସ୍ଥ୍ୟ କର୍ମୀ, ଅଙ୍ଗନବାଡ଼ି କର୍ମୀ, ଏ.ଏନ.ଏମ, ବହୁମୁଖି ସ୍ଵାସ୍ଥ୍ୟକର୍ମୀ ମାନଙ୍କୁ ପ୍ରାରମ୍ଭିକ ଅବସ୍ଥାରୁ ଡାଇରିଆ ରୋଗର ଚିହ୍ନଟ ଓ ପରିଚାଳନା ବିଷୟରେ ତାଲିମ ଦିଆଯାଇଛି । ପ୍ରତି ସ୍ଵାସ୍ଥ୍ୟ କର୍ମୀମାନେ ଘରକୁ ଘର ବୁଲି ସଚେତନତା ବାର୍ତ୍ତା ସମ୍ବନ୍ଧିତ ସୂଚନାପତ୍ର ଓ.ଆର.ଏସ, ଜିଙ୍କ ଟାବଲେଟ୍ ଓ ଔଷଧ ବଣ୍ଟନ କରିବାକୁ ମନ୍ତ୍ରୀ ଡଃ ମହାଲିଙ୍ଗ ନିର୍ଦ୍ଦେଶ ଦେଇଥିଲେ । ସ୍ଵାସ୍ଥ୍ୟକର୍ମୀ ଏବଂ ଡାକ୍ତରମାନଙ୍କ ପରାମର୍ଶକୁ ଦୈନଦିନ ଜୀବନରେ ଅନୂପାଳନ କରିବା ସହ ଡାଇରିଆ ଲକ୍ଷଣ ଦେଖାଯିବା ମାତ୍ରେ ସ୍ୱାସ୍ଥ୍ୟକେନ୍ଦ୍ର ଯାଇ ଡାକ୍ତରୀ ଚିକିତ୍ସା କରିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ମନ୍ତ୍ରୀ ମହୋଦୟ ଡାଇରିଆ ନିରାକରଣ ନିମନ୍ତେ ସମବେତ ମା’ମାନଙ୍କୁ ଓ.ଆର.ଏସ୍ ଏବଂ ଜିଙ୍କ ଟାବଲେଟ ପ୍ୟାକେଟ ବଣ୍ଟନ କରିଥିଲେ । ଉଦଘାଟନୀ ଉତ୍ସବରେ ଢ଼େଙ୍କାନାଳର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନ, ହିନ୍ଦୋଳ ବିଧାୟକ ଶ୍ରୀମତୀ ସିମାରଣୀ ନାୟକ, କାମାକ୍ଷାନଗର ବିଧାୟକ ଶ୍ରୀ ଶତ୍ରୁଘ୍ନ ଜେନା, ଭୁବନ ଏନ.ଏ.ସି ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ସାହୁ, ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପଧ୍ୟାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ମହାପାତ୍ର ପ୍ରମୁଖ ଯୋଗ ଦେଇ ସମବେତ ଜନତାଙ୍କୁ ସ୍ଵାସ୍ଥ୍ୟ ସଚେତନତା ଏବଂ ସ୍ଵାସ୍ଥ୍ୟ ସୁରକ୍ଷା ବିଷୟରେ ଉଦବୋଧନ ଦେଇଥିଲେ । ଭୁବନ କାର୍ଯ୍ୟକ୍ରମ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ଯାଇ ସ୍ଥାନୀୟ ଜନ ପ୍ରତିନିଧିଙ୍କ ଉପସ୍ଥିତିରେ ଡ଼ାଇରିଆ ସ୍ଥିତିର ସମୀକ୍ଷା କରିଥିଲେ । ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥିତି ନିୟନ୍ତ୍ରଣ, ରୋଗୀମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ପ୍ରଦାନ, ସଚେତନତାକୁ ଗୁରୁତ୍ଵ ଦେବା ପାଇଁ ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଅଭିଯାନ ଉପଲକ୍ଷେ ରାଜ୍ୟ ମିଳିତ ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟଠାରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଡାକ୍ତର ଜିତେନ୍ଦ୍ର ବେବର୍ତ୍ତା, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ସଂଯୁକ୍ତା ସାହୁଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଡାଇରିଆ ସଚେତନତା ଏବଂ ଶିଶୁ ସ୍ବାସ୍ଥ୍ୟ ସୁରକ୍ଷା ସମ୍ବନ୍ଧିତ ସୂଚନା, ଶିକ୍ଷା ଓ ଜନ ଯୋଗାଯୋଗ (ଆଇ.ଇ.ସି) ପତ୍ରିକା ଓ ସୂଚନା ପତ୍ର ଗୁଡ଼ିକୁ ଉନ୍ମୋଚନ କରିଥିଲେ । ଏକ ଭିଡିଓ କନଫେରେନସିଂ ମାଧ୍ୟମରେ ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ଚିକିତ୍ସା  ଅଧିକାରୀ, ଜିଲ୍ଲା ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ପରିଚାଳକ ପ୍ରମୁଖଙ୍କୁ ଷ୍ଟପ୍-ଡାଇରିଆ ଅଭିଯାନର ଲକ୍ଷ୍ୟ ଓ ପରିଚାଳନା ବିଷୟରେ ତଥ୍ୟ ସମ୍ବଳିତ ଅନୁପ୍ରେରଣା ଦିଆଯାଇଥିଲା । ୦ ରୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ଡାଇରିଆ କ୍ଷେତ୍ରରେ କେଉଁ ପର୍ଯ୍ୟାୟରେ କେତେ ପରିମାଣର ଓ.ଆର.ଏସ, ତରଳ ପଦାର୍ଥ ଏବଂ ଜିଙ୍କ ଦିଆଯିବା ଆବଶ୍ୟକ ସେ ବିଷୟରେ ବିସ୍ତୃତ ସୂଚନା ସହ ବିଭିନ୍ନ ସ୍ବାସ୍ଥ୍ୟ ସେବା କେନ୍ଦ୍ରମାନଙ୍କରେ ଓ.ଆର.ଏସ ଏବଂ ଜିଙ୍କ କର୍ଣ୍ଣର ଖୋଲିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଥିଲା ।

powered by social2s

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ଵାରା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ ଆରମ୍ଭ

Details
Odia Ray Admin
ଓଡିଶା
16 June 2025

ଭୁବନେଶ୍ୱର: ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ ଯେ ଲୋକଙ୍କର ସ୍ଵାସ୍ଥ୍ୟ ସୁରକ୍ଷା ଉପରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ଵ ଦେଉଛନ୍ତି । ଡାଇରିଆ ଏକ ବର୍ଷା ଋତୁକାଳୀନ ଜଳ ବାହିତ ରୋଗ । ଡାଇରିଆ ସ୍ଥିତି ଉପରେ ନଜର ରଖି ଆମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ ନିମନ୍ତେ ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି । ଉନ୍ନତ ସ୍ୱାସ୍ଥ୍ୟସେବା, ଆନୁସଙ୍ଗିକ ଉପକରଣ, ଔଷଧ, ଭିତ୍ତିଭୂମି ସହ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଏହି ଅଭିଯାନ ଆଜି ଠାରୁ ୩୧ ଜୁଲାଇ ପର୍ଯ୍ୟନ୍ତ ଚାଲିବ । ଡାଇରିଆ ନିରାକରଣ ପାଇଁ ବ୍ୟାପକ ସ୍ଵାସ୍ଥ୍ୟ ସଚେତନତା ସହ ସମ୍ମିଳିତ ଉଦ୍ୟମ କରାଯାଉଛି । ହାତ ଧୋଇବା, ପରିଚ୍ଛନ୍ନତା ନିୟମ ପାଳନ କରିବା, ସୁଷମ ଖାଦ୍ୟ ଖାଇବା, ନିରାପଦ ପାଣି ପିଇବା, ଜଳ ଉତ୍ସକୁ ବିଶୋଧିତ ରଖିବା ବାହାରେ ମଳତ୍ୟାଗ ନ କରିବା ଆଦି ଅଭ୍ୟାସ ଦ୍ଵାରା ଆମେ ବହୁଭବରେ ଡାଇରିଆ ରୋଗର ପ୍ରତିରୋଧ କରିପାରିବା । ସଚେତନତା ଓ ସାବଧାନତା ମାଧ୍ୟମରେ ନିଜେ ସୁସ୍ଥ ରହିବା ସହ ଆମ ପରିବାର ଏବଂ ପଡୋଶୀ ମାନଙ୍କୁ ସୁରକ୍ଷିତ ରଖିପାରିବା । ଏହି ଅଭିଯାନ ମାଧ୍ୟମରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍ଵାସ୍ଥ୍ୟ ଉପକେନ୍ଦ୍ର, କମ୍ୟୁନିଟି ସେଣ୍ଟର ଓ ଆରୋଗ୍ୟ ମନ୍ଦିରମାନଙ୍କରେ ପର୍ଯ୍ୟାପ୍ତ ପରିମାଣରେ ଓ.ଆର.ଏସ ପ୍ୟାକେଟ, ଜିଙ୍କ ଟାବଲେଟ୍ ଓ ଔଷଧ ମହଜୁଦ ରଖାଯାଇଛି । ଗ୍ରାମ ଓ ସହରାଞ୍ଚଳରେ କାର୍ଯ୍ୟରତ ସମସ୍ତ କ୍ଷେତ୍ର ସ୍ତରୀୟ ସ୍ଵାସ୍ଥ୍ୟ କର୍ମୀ, ଅଙ୍ଗନବାଡ଼ି କର୍ମୀ, ଏ.ଏନ.ଏମ, ବହୁମୁଖି ସ୍ଵାସ୍ଥ୍ୟକର୍ମୀ ମାନଙ୍କୁ ପ୍ରାରମ୍ଭିକ ଅବସ୍ଥାରୁ ଡାଇରିଆ ରୋଗର ଚିହ୍ନଟ ଓ ପରିଚାଳନା ବିଷୟରେ ତାଲିମ ଦିଆଯାଇଛି । ପ୍ରତି ସ୍ଵାସ୍ଥ୍ୟ କର୍ମୀମାନେ ଘରକୁ ଘର ବୁଲି ସଚେତନତା ବାର୍ତ୍ତା ସମ୍ବନ୍ଧିତ ସୂଚନାପତ୍ର ଓ.ଆର.ଏସ, ଜିଙ୍କ ଟାବଲେଟ୍ ଓ ଔଷଧ ବଣ୍ଟନ କରିବାକୁ ମନ୍ତ୍ରୀ ଡଃ ମହାଲିଙ୍ଗ ନିର୍ଦ୍ଦେଶ ଦେଇଥିଲେ । ସ୍ଵାସ୍ଥ୍ୟକର୍ମୀ ଏବଂ ଡାକ୍ତରମାନଙ୍କ ପରାମର୍ଶକୁ ଦୈନଦିନ ଜୀବନରେ ଅନୂପାଳନ କରିବା ସହ ଡାଇରିଆ ଲକ୍ଷଣ ଦେଖାଯିବା ମାତ୍ରେ ସ୍ୱାସ୍ଥ୍ୟକେନ୍ଦ୍ର ଯାଇ ଡାକ୍ତରୀ ଚିକିତ୍ସା କରିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ମନ୍ତ୍ରୀ ମହୋଦୟ ଡାଇରିଆ ନିରାକରଣ ନିମନ୍ତେ ସମବେତ ମା’ମାନଙ୍କୁ ଓ.ଆର.ଏସ୍ ଏବଂ ଜିଙ୍କ ଟାବଲେଟ ପ୍ୟାକେଟ ବଣ୍ଟନ କରିଥିଲେ । ଉଦଘାଟନୀ ଉତ୍ସବରେ ଢ଼େଙ୍କାନାଳର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନ, ହିନ୍ଦୋଳ ବିଧାୟକ ଶ୍ରୀମତୀ ସିମାରଣୀ ନାୟକ, କାମାକ୍ଷାନଗର ବିଧାୟକ ଶ୍ରୀ ଶତ୍ରୁଘ୍ନ ଜେନା, ଭୁବନ ଏନ.ଏ.ସି ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ସାହୁ, ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପଧ୍ୟାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ମହାପାତ୍ର ପ୍ରମୁଖ ଯୋଗ ଦେଇ ସମବେତ ଜନତାଙ୍କୁ ସ୍ଵାସ୍ଥ୍ୟ ସଚେତନତା ଏବଂ ସ୍ଵାସ୍ଥ୍ୟ ସୁରକ୍ଷା ବିଷୟରେ ଉଦବୋଧନ ଦେଇଥିଲେ । ଭୁବନ କାର୍ଯ୍ୟକ୍ରମ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ଯାଇ ସ୍ଥାନୀୟ ଜନ ପ୍ରତିନିଧିଙ୍କ ଉପସ୍ଥିତିରେ ଡ଼ାଇରିଆ ସ୍ଥିତିର ସମୀକ୍ଷା କରିଥିଲେ । ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥିତି ନିୟନ୍ତ୍ରଣ, ରୋଗୀମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ପ୍ରଦାନ, ସଚେତନତାକୁ ଗୁରୁତ୍ଵ ଦେବା ପାଇଁ ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଅଭିଯାନ ଉପଲକ୍ଷେ ରାଜ୍ୟ ମିଳିତ ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟଠାରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଡାକ୍ତର ଜିତେନ୍ଦ୍ର ବେବର୍ତ୍ତା, ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ସଂଯୁକ୍ତା ସାହୁଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଡାଇରିଆ ସଚେତନତା ଏବଂ ଶିଶୁ ସ୍ବାସ୍ଥ୍ୟ ସୁରକ୍ଷା ସମ୍ବନ୍ଧିତ ସୂଚନା, ଶିକ୍ଷା ଓ ଜନ ଯୋଗାଯୋଗ (ଆଇ.ଇ.ସି) ପତ୍ରିକା ଓ ସୂଚନା ପତ୍ର ଗୁଡ଼ିକୁ ଉନ୍ମୋଚନ କରିଥିଲେ । ଏକ ଭିଡିଓ କନଫେରେନସିଂ ମାଧ୍ୟମରେ ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ଚିକିତ୍ସା  ଅଧିକାରୀ, ଜିଲ୍ଲା ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ପରିଚାଳକ ପ୍ରମୁଖଙ୍କୁ ଷ୍ଟପ୍-ଡାଇରିଆ ଅଭିଯାନର ଲକ୍ଷ୍ୟ ଓ ପରିଚାଳନା ବିଷୟରେ ତଥ୍ୟ ସମ୍ବଳିତ ଅନୁପ୍ରେରଣା ଦିଆଯାଇଥିଲା । ୦ ରୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ଡାଇରିଆ କ୍ଷେତ୍ରରେ କେଉଁ ପର୍ଯ୍ୟାୟରେ କେତେ ପରିମାଣର ଓ.ଆର.ଏସ, ତରଳ ପଦାର୍ଥ ଏବଂ ଜିଙ୍କ ଦିଆଯିବା ଆବଶ୍ୟକ ସେ ବିଷୟରେ ବିସ୍ତୃତ ସୂଚନା ସହ ବିଭିନ୍ନ ସ୍ବାସ୍ଥ୍ୟ ସେବା କେନ୍ଦ୍ରମାନଙ୍କରେ ଓ.ଆର.ଏସ ଏବଂ ଜିଙ୍କ କର୍ଣ୍ଣର ଖୋଲିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଥିଲା ।

powered by social2s

ଜୁନ ୧୬ ରୁ ୧୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା

Details
Odia Ray Admin
ଓଡିଶା
16 June 2025

ଭୁବନେଶ୍ୱର: ଜୁନ ୧୬ ରୁ ୧୯ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା। ୧୭ ଦିନ ଧରି ବିରାମ ପରେ ପୁଣି ସକ୍ରିୟ ହେଉଛି ମୌସୁମୀ ବାୟୁl ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ଆଜି ହେବ ହାଲୁକାରୁ ମଧ୍ୟମ ଧରଣର ବର୍ଷା।

powered by social2s

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧକ୍ଷତାରେ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ

Details
Odia Ray Admin
ଓଡିଶା
15 June 2025

ଭୁବନେଶ୍ୱର : ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସଦା ସର୍ବଦା ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ I ମହାପ୍ରଭୁଙ୍କ ନବ ଯୌବନ ଦର୍ଶନ, ରଥଯାତ୍ରା, ବାହୁଡା଼ ଯାତ୍ରା, ସୁନା ବେଶ ଆଦି ନୀତି କାନ୍ତି ସମୟରେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା I ଆଜି ସନ୍ଧ୍ୟା ଠାରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ସ୍ଵତନ୍ତ୍ର ଡ୍ରାଇଭ ଆରମ୍ଭ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ହୋଟେଲ, ଲଜ, ମଠ, ମନ୍ଦିର, ବସ ଷ୍ଟାଣ୍ଡ, ରେଳ ଷ୍ଟେସନ, ଶ୍ରମିକଙ୍କ ରହଣି ସ୍ଥଳ, ଧର୍ମଶାଳା ଆଦି ସ୍ଥାନ ଗୁଡିକରେ ତନ୍ନ ତନ୍ନ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଟାଉନ ଥାନାରେ ସ୍ଥାପନ କରାଯିବ । ଏହା ସହ Artificial Intelligence କ୍ୟାମେରା ସହରର ବିଭିନ୍ନ ସ୍ଥାନରେ ଲଗାଇବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଉତ୍ତରା ଛକରୁ ଆରମ୍ଭ କରି ପୁରୀ ,ପୁରୀ -କୋଣାର୍କ ରୋଡ ସହିତ ସହରର ବିଭିନ୍ନ ଛକରେ ମଧ୍ୟ କ୍ୟାମେରା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାହା ଫଳରେ ଭକ୍ତଙ୍କୁ ଟ୍ରାଫିକ ପରିଚାଳନାରେ ସହଯୋଗ ଓ ସୁବିଧା ମିଳିପାରିବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି । ଜନସାଧାରଣଙ୍କ ଯାତାୟାତର ସୁବିଧା ନିମନ୍ତେ ଏକ ବିଶେଷ ମୋବାଇଲ ଆପ ପ୍ରସ୍ତୁତ କରାଯାଇଛି ଯାହା କି ଟ୍ରାଫିକ ଉପଦେଶ, ପାର୍କିଂ ସ୍ଥାନ, ଟ୍ରାଫିକ ଜାମ ଓ ବିକଳ୍ପ ରାସ୍ତା ସମ୍ବନ୍ଧରେ ତ୍ୱରିତ ସୂଚନା ପ୍ରଦାନ କରିବ। ଏହା ସହ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ମୁକାବିଲା ନିମନ୍ତେ ସମୁଦ୍ର ମଧ୍ୟରେ ଭାରତୀୟ ନୌସେନା, ଭାରତୀୟ ତଟରକ୍ଷୀ ଓ ଓଡ଼ିଶା ପୋଲିସ ସାମୁଦ୍ରିକ ଥାନାର ମିଳିତ ପାଟ୍ରୋଲିଂ ବ୍ୟବସ୍ଥା ସହ ଜାହାଜରେ QRT ମୁତୟନ, ଆକାଶ ମାର୍ଗରୁ ଆକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଡ୍ରୋନ ଏଵଂ Anti Drone System ର ବ୍ୟବସ୍ଥା କରା ଯାଇଛି । ଯେକୌଣସି ପ୍ରତିକୂଳ ପରିସ୍ଥିତିର ମୁକାବିଲା ନିମନ୍ତେ Anti Terrorist Squad ସହ ଏକ ରକ୍ଷକ ବାହନ ମଧ୍ୟ ପୁରୀ ସହରରେ ମୃତୟନ କରାଯିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ବିଗତ ବର୍ଷ ଅପେକ୍ଷା ଅଧିକ ଫୋର୍ସ ନିୟୋଜିତ କରାଯିବା ଉପରେ ଡିଜିପି ସୂଚନା ଦେଇଛନ୍ତି। ଏହା ସହ ରଥଯାତ୍ରା ସମୟରେ ସମ୍ଭାବ୍ୟ ଦଳା ଚକଟା ପରିସ୍ଥିତି ଏବଂ ଏହାର ନିରାକରଣ ଉପରେ ସଦା ସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏତଦ ବ୍ୟତୀତ ସହରରେ ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ବିଭିନ୍ନ ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ରଥ ଯାତ୍ରାକୁ ଶୃଙ୍ଖଳିତ ତଥା ତୃଟିଶୁନ୍ୟ ଭାବେ ସମାପନ କରିବା ପାଇଁ ଡିଜିପି ଶ୍ରୀ ଖୁରାନିଆ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି। ଏହି ବୈଠକରେ ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଶ୍ରୀ ଦୟାଲ ଗଙ୍ଗୱାର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ଏସ. ପ୍ରବୀଣ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଶ୍ରୀ ଅନୁପ ସାହୁ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜି (ଏସଆଇଡବ୍ଲୁ) ଡ. କନୱାର ବିଶାଳ ସିଂ ,ଡିଆଇଜି (ଏସଟିଏଫ) ଶ୍ରୀ ପିନାକ ମିଶ୍ର, ଡିଆଇଜି( କ୍ରାଇମବ୍ରାଞ୍ଚ) ଶ୍ରୀ ବି. ଗଙ୍ଗାଧର, ଡିଆଇଜି( କାର୍ମିକ) ଶ୍ରୀ ଯୁଗଳ କିଶୋର ବନୋଥ, ଏସପି (ରେଲୱେ) ଶ୍ରୀ ବିବେକାନନ୍ଦ ଶର୍ମା, ଏସପି (ପୁରୀ) ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ I

powered by social2s

ନିଯୁକ୍ତି ମେଳାରେ ଓଡ଼ିଶାର ୫ ବିଭାଗରେ ୯୬୪ ଜଣଙ୍କୁ ମିଳିଲା ନିଯୁକ୍ତି

Details
Odia Ray Admin
ଓଡିଶା
16 June 2025

ଭୁବନେଶ୍ୱର: ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି। ସୂଚନା ଯୋଗ୍ୟ ଯେ, ଆଜି ଭୁବନେଶ୍ୱର OUAT ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏଥିରେ ପୂର୍ତ୍ତ ବିଭାଗର ୫୬୩ଟି, ଜଳ ସମ୍ପଦ ବିଭାଗର ୬୨ଟି, ପଞ୍ଚାୟିତ ରାଜ ଓ ପାନୀୟ ଜଳ ବିଭାଗର ୧୧୭ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨୦୪ଟି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧୮ଟି ପଦବୀରେ ନିଯୁକ୍ତି ଦିଆଯାଇଛି। ଏହି ସବୁ ପଦବୀ ଗୁଡିକ ମଧ୍ୟରେ କନିଷ୍ଠ ଯନ୍ତ୍ରୀ, କନିଷ୍ଠ ପ୍ରବର୍ତ୍ତନ ଅଧିକାରୀ, ଟ୍ରେସର, ବୈଧ ମାପ ବିଜ୍ଞାନ ନିରୀକ୍ଷକ, ଜୁନିଅର ଆକାଉଣ୍ଟାଣ୍ଟ ପଦବୀ ରହିଛି। ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତଙ୍କୁ ରଜ ଶୁଭେଚ୍ଛା ଜଣାଇ ଉଦବୋଧନ ଦେଇ କହିଥିଲେ ଯେ, ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରତିଶ୍ରୁତିବଦ୍ଧ ହୋଇ ଆପଣ ମାନେ କାମ କରିବେ ବୋଲି ମୋର ଆଶା ଓ ବିଶ୍ୱାସ । ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନ ମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥପ୍ରତି ଆପଣ ମାନେ ଯତ୍ନବାନ ହେବେ। ସେ ପୁଣି କହିଥିଲେ, ବିଗତ କିଛି ବର୍ଷ ଧରି ସରକାରୀ କ୍ଷେତ୍ରରେ ନିଯୁକ୍ତି ପ୍ରକ୍ରିୟା ମନ୍ଥର ଗତିରେ ଚାଲିଥିଲା। ଆମ ସରକାର ଆସିବା ପରେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ଯୁବ ଶକ୍ତିଙ୍କ ନିୟୋଜନକୁ ଗୁରୁତ୍ୱଦେଇ ଅପାର ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛୁ। ଆମ ସରକାର ୫ ବର୍ଷରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି ନେଇଛି। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଆଜି ସୁଦ୍ଧା ୨୮,୩୪୬ ସରକାରୀ ନିଯୁକ୍ତି ଦିଆଗଲାଣି। ଏହା ଆମ ପାଇଁ ଏକ ଐତିହାସିକ ଉପଲବ୍ଧି। ୨୦୨୬ ଜୁନ ସୁଦ୍ଧା ଆମେ ଆମର ଧାର୍ଯ୍ୟ ଲକ୍ଷ୍ୟ ୬୫ ହଜାର ଅତିକ୍ରମ କରିଯାଇଥିବୁ। କେବଳ ସରକାରୀ ସ୍ତରରେ ନୁହେଁ, ବେସରକାରୀ ସ୍ତରରେ ପ୍ରଥମ ବର୍ଷରେ ଆମେ ୪୫ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ। ଗୋଟଏ ବର୍ଷ ମଧ୍ୟରେ ଆମେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ। ସେ ଆହୁରି କହିଥିଲେ, ଯୁବ ଶକ୍ତିକୁ ନିଯୁକ୍ତି ଦେବା ଓ ସେମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଅଭିଯାନ ଆମ ସରକାରଙ୍କ ଦ୍ୱାରା କ୍ରମାଗତ ଭାବେ ଆଗେଇ ଚାଲିଛି। ଯୁବ ଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରାଯାଇଛି। ଶିଳ୍ପାୟନ ମାଧ୍ୟମରେ ମଧ୍ୟ ଆମେ ଯୁବ ଶକ୍ତିଙ୍କ ପାଇଁ ଆଣିଛୁ ବିପୁଳ ନିଯୁକ୍ତି ସୁଯୋଗ। ଉତ୍କର୍ଷ ଓଡିଶା ୨୦୨୫ ରାଜ୍ୟରେ ୧୬ଟି କ୍ଷେତ୍ରରେ ୧୭ ଲକ୍ଷର ପୁଞ୍ଜିନିବେଶ ସହ ୧୨.୯୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିଛି। ଉତ୍କର୍ଷ ଓଡିଶା ଆୟୋଜନର ୫ ମାସ ମଧ୍ୟରେ ୫୬ଟି ଶିଳ୍ପାନୁଷ୍ଠାନର ଉଦଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଇଛି। ଏହା ମାଧ୍ୟମରେ ୧.୧୦ ଲକ୍ଷ ନିଯୁକ୍ତି ନିଶ୍ଚିତ ହୋଇଛି। ସେ ପୁଣି କହିଥିଲେ, ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ପାରଦର୍ଶୀ ଓ ଦୁର୍ନୀତିମୁକ୍ତ କରିବା ପାଇଁ କଡା ଆଇନ ପ୍ରଣୟନ କରାଯାଇଛି। ଶେଷରେ ମୁଖ୍ୟମନ୍ତ୍ରୀ ନବ ନିଯୁକ୍ତଙ୍କୁ ସମାଜ ଓ ରାଜ୍ୟର ବିକାଶ ପାଇଁ ସମସ୍ତେ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହେବା ପାଇଁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ବିଭିନ୍ନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଆମ ସମୃଦ୍ଧ ଓଡିଶା ଗଠନରେ ଆପଣ ମାନଙ୍କଭଳି ଯୁବ ପ୍ରତିଭାଙ୍କ ମହତ୍ତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି କହିଥିଲେ ଯେ ଭଗବାନଙ୍କ କରୁଣାରୁ ଆପଣ ମାନେ ନିଯୁକ୍ତି ପାଇଛନ୍ତି। ଭଗବାନଙ୍କ ସେହି କରୁଣାକୁ ଜନସେବାରେ ଉପଯୋଗ କରିବା ପାଇଁ ସେ ଉପଦେଶ ଦେଇଥିଲେ। ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ କହିଲେ ଯେ ଓଡିଶା ଅର୍ଥନୈତିକ ଓ ସାମାଜିକ କ୍ଷେତ୍ରରେ ଆଗକୁ ବଢୁଛି, ଆପଣ ମାନଙ୍କ ଜ୍ଞାନ ଓ ବୁଦ୍ଧିର ପ୍ରୟୋଗରେ ଓଡିଶା ଶୀର୍ଷକୁ ଯିବ, ସେଥିପାଇଁ ଆପଣ ମାନେ ସଂକଳ୍ପବଦ୍ଧ ହୋଇ କାମ କରିବେ ବୋଲି ମୋର ବିଶ୍ୱାସ। ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆମ ସରକାର ଖାଲି ଥିବା ସରକାରୀ ପଦବୀ ଗୁଡିକୁ ପୂରଣ କରିବା ଲକ୍ଷ୍ୟନେଇ କାମ ଆରମ୍ଭ କରିଥିଲେ। ଏହି ବର୍ଷକ ମଧ୍ୟରେ ଆମେ ଯେତିକି ସରକାରୀ ପଦବୀ ପୂରଣ କରିଛୁ ସ୍ୱାଧୀନତା ପରେ ଓଡିଶା ଇତିହାସରେ ଏହା କେବେ ହୋଇ ନଥିଲା। ନବ ନିଯୁକ୍ତଙ୍କୁ ଆହ୍ୱାନ ଦେଇ କହିଥିଲେ ଓଡିଶା ବିକାଶ ରଥର ଡୋରି ଆପଣ ମାନଙ୍କ ହାତରେ ଅଛି। ଆପଣ ମାନେ ବିକାଶ ରଥକୁ ସଫଳତାର ସହ ପରିଚାଳନା କରିବେ ବୋଲି ମୋର ବିଶ୍ୱାସ। କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗର ନବ ନିଯୁକ୍ତ ଶିବଲାଲ୍ କିଶନ, ଜଳ ସମ୍ପଦ ବିଭାଗର ଅନୁସୟା ମହାନ୍ତି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବି. ପ୍ରବୋଧ ରଞ୍ଜନ ପାତ୍ର ଓ ସନ୍ଧ୍ୟାରାଣୀ ସାହୁ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ଚଣ୍ଡୀପ୍ରସାଦ ମିଶ୍ର ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଆଦ୍ୟାଶ ସିଂ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସମୟାନୁଭିତ୍ତିକ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ।

powered by social2s

ନିଶା ଦେଇ ନାବାଳିକାଙ୍କୁ ଅପହରଣ ଉଦ୍ୟମ ଅଭିଯୋଗ

Details
Odia Ray Admin
ଓଡିଶା
16 June 2025

ଭୁବନେଶ୍ୱର : ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ନିଶା ଦେଇ ଦୁଇ ଯୁବକ ଅପହରଣ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ଏକ ଆପାର୍ଟମେଣ୍ଟରେ କାମ କରୁଥିଲେ। ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ବାଙ୍ଗୀୟ ଯୁବକ ତାଙ୍କୁ ନିଶା ଦେଇ ଏକ ସ୍କୁଟରରେ ନେଇଯାଉଥିବା ବେଳେ ତାଙ୍କୁ ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଏମ୍ସ ଭୁବନେଶ୍ୱରରେ ଭର୍ତ୍ତି କରାଯାଇଛି। ଦୁଇ ଯୁବକ ଖଣ୍ଡଗିରି ଥାନାରେ ଅଟକ ଥିବା ସୂଚନା।

powered by social2s

"ବିଶ୍ବ ରକ୍ତଦାତା ଦିବସ" ରେ ଅନ୍ତର୍ଜାତୀୟ ଅନୁଷ୍ଠାନ ଉଗଣ୍ଡା ପକ୍ଷରୁ ସମ୍ମାନୀତ ହେଲେ ଡ଼ ନାରାୟଣ ମହାପାତ୍ର

Details
Odia Ray Admin
ଓଡିଶା
15 June 2025

ଭୁବନେଶ୍ୱର : ବିଶ୍ବ ରକ୍ତଦାତା ଦିବସ ଅବସରରେ ଡ଼ ନାରାୟଣ ମହାପାତ୍ର ଙ୍କୁ ଅନ୍ତର୍ଜାତୀୟ ଅନୁଷ୍ଠାନ ଉଗଣ୍ଡା ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛ। ରକ୍ତ ଦାତା, ଜୀବନ ଦାତା.. ବିଶ୍ୱ ରକ୍ତଦାତା ଦିବସ ଅବସରରେ ସମସ୍ତ ସ୍ୱେଚ୍ଛାକୃତ ରକ୍ତଦାତାଙ୍କୁ ହୃଦୟରୁ ଅଶେଷ ଧନ୍ୟବାଦ ଜଣାଉଛି। ଆମ ରାଜ୍ୟରେ ରକ୍ତର ବହୁତ ଆବଶ୍ୟକତା ରହିଛି। ଏହାକୁ ପୂରଣ କରିବା ପାଇଁ ଆମ ସମସ୍ତଙ୍କୁ ପ୍ରୟାସ ଜାରି ରଖିବାକୁ ହେବ। ରକ୍ତଦାତା ଦିବସ ଅବସରରେ ଆସନ୍ତୁ ଆମେ ରକ୍ତ ଦାନ କରିବା ସହ ରକ୍ତଦାନ ପାଇଁ ଅନ୍ୟମାନଙ୍କୁ ଉତ୍ସାହିତ କରିବା ସହ ଜନ ସଚେତନତା ସୃଷ୍ଟି କରିବ ବୋଲି କହିଛନ୍ତି ଡ଼ ନାରାୟଣ ମହାପାତ୍ର।

powered by social2s

More Articles ...

  1. ଓଡ଼ିଶାରେ ବଜ୍ରାଘାତରେ ୩ ମୃତ
  2. ଜୟ ମା ଭବାନୀ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ରଜ ସଂକ୍ରାନ୍ତି ଉତ୍ସବ ପାଳନ; ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ
  3. ଝାଡ଼ାବାନ୍ତିରେ ଆଉ ଦୁଇ ମୃତ
Page 424 of 2257
  • Start
  • Prev
  • 419
  • 420
  • 421
  • 422
  • 423
  • 424
  • 425
  • 426
  • 427
  • 428
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.