• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବରିଷ୍ଠ ସେବାୟତଙ୍କୁ ହତ୍ୟା; ମୁଖ୍ୟ ଅଭିଯୁକ୍ତ ଗିରଫ

Details
Odia Ray Admin
ଓଡିଶା
11 June 2025

ପୁରୀ : ପୁରୀରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା। ଅଭିଯୁକ୍ତ ନାରାୟଣ ପାଟଯୋଶୀ ଦାମୋଦରପୁରରୁ ଗିରଫ ହୋଇଥିବା ଜଣାପଡ଼ିଛି। ବ୍ୟକ୍ତିଗତ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା କହିଛି ପୋଲିସ।

powered by social2s

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

Details
Odia Ray Admin
ଓଡିଶା
11 June 2025

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ତଥା ହସ୍ତତନ୍ତ, ହସ୍ତଶିଳ୍ପ ଓ ସ୍ଥାନୀୟ ଉତ୍ପାଦ ସଂପର୍କିତ ପ୍ରଦର୍ଶନୀ ଏବଂ ଫୁଡ୍‌ କୋଟ୍‌ର ଶୁଭାରମ୍ଭ କରିବା ସହିତ ବୁଲି ଦେଖିଥିଲେ । ସୂଚନାଯୋଗ୍ୟ ଯେ ଏହି ବିକାଶ ମେଳା ଜୁନ୍‌ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ମେଳାରେ ବିଭିନ୍ନ ବିଭାଗ ପକ୍ଷରୁ ପ୍ରାୟ ୭୫ରୁ ଅଧିକ ଷ୍ଟଲ୍‌ରେ ଜନସାଧାରଣଙ୍କୁ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତି ମାଧ୍ୟମରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ସଚେତନ କରାଯାଉଛି । ଏଥିସହିତ ସୁଭଦ୍ରା ଶକ୍ତି ମହିଳା ମାନଙ୍କ ଦ୍ବାରା ୪୦ ରୁ ଅଧିକ ଷ୍ଟଲରେ ଓଡିଆ ପାରମ୍ପାରିକ ଖାଦ୍ୟର ବିବିଧତାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଫୁଡ୍ ଫେଷ୍ଟିଭାଲ ମଧ୍ୟ ଆୟୋଜନ କରାଯାଇଛି । କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ଷକ ତଳେ ରାଜ୍ୟବାସୀ ଯେଉଁ ଆଶା ଆକାଂକ୍ଷା ନେଇ ଶାସନରେ ପରିବର୍ତ୍ତନ ଆଣିଥିଲେ ଓ ଆମକୁ ଦାୟିତ୍ବ ଭାର ଦେଇଥିଲେ, ଆମେ ଲୋକଙ୍କ ସେହି ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ଦୃଢ ପ୍ରତିବଦ୍ଧତାର ସହ କାର୍ଯ୍ୟ ଜାରି ରଖିଛୁ । ବିଗତ ଏକ ବର୍ଷ ଥିଲା ଆମ ପାଇଁ ଆହ୍ବାନର ବର୍ଷ । ଆମର ସବୁ କାର୍ଯ୍ୟକ୍ରମରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଆମକୁ ମାର୍ଗଦର୍ଶନ ଦେଇଆସିଛନ୍ତି। ଏହି ସମୟ ମଧ୍ୟରେ ଆମେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛୁ ଏବଂ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ଗୁଡିକୁ ବାସ୍ତବତାରେ ପରିଣତ କରିଛୁ । ଆମ ପ୍ରତିଶ୍ରୁତି ପାଣିର ଗାର ନୁହେଁ, ପଥରରେ ଅଙ୍କା ଯାଇଥିବା ଅଲିଭା ଗାର। କଥା ଦେଇଥିଲୁ କଥା ରଖିଛୁ । ସେ କହିଥିଲେ ଗଣତନ୍ତ୍ରରେ ଲୋକଙ୍କ ସ୍ବର ହିଁ ଭଗବାନଙ୍କ ସ୍ବର। ଯଦି ଲୋକେ ସେମାନଙ୍କ ନିର୍ବାଚିତ ସରକାରଙ୍କୁ ନିଜର କଥା, ନିଜର ବ୍ୟଥା କହିପାରିବେନି, ସେ ପ୍ରକାର ଗଣତନ୍ତ୍ର ଆତ୍ମାହୀନ। ଆମ ସରକାର ଆସିବା ପରେ ମୁଁ ବ୍ୟକ୍ତିଗତ ଭାବେ ଲୋକଙ୍କୁ ଭେଟି ଛୋଟବଡ ସମସ୍ୟା on the spot ସମାଧାନ କରିବା ପାଇଁ ମନସ୍ତ କଲି । ଗତ ଏକ ବର୍ଷ ମଧ୍ୟରେ ଓଡିଶାର ସମସ୍ତ ଜିଲ୍ଲାକୁ ଗସ୍ତ କରି ଲୋକଙ୍କ ସହ କଥାବାର୍ତ୍ତା କରିଛି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛି । ପୁରା ସରକାରକୁ ସମ୍ବଲପୁର ନେଇ ଯାଇ ଲୋକଙ୍କ କଥା ଶୁଣିଥିଲି । ଆଗାମୀ ଦିନରେ ଓଡିଶାର ବିଭିନ୍ନ ନିର୍ବାଚନମଣ୍ଡଳୀ ଗସ୍ତ କରିବାର ଯୋଜନା ରହିଛି । ସେ ପୁଣି କହିଥିଲେ ଯେ ଦୁର୍ନୀତି ବିରୁଦ୍ଧରେ ଯୁଦ୍ଧଂ ଦେହି ଡାକରା ଦିଆଯାଇଛି । ଗୋଟିଏ ବର୍ଷର ରେକର୍ଡ ଦେଖନ୍ତୁ । ଆଜି ପିଅନ ଠାରୁ ଆଇ.ଏ. ଏସ୍ ଅଧିକାରୀ ପର୍ଯ୍ୟନ୍ତ କୌଣସି ଦୁର୍ନୀତିଗସ୍ତ ଅଧିକାରୀ ଓ କର୍ମଚାରୀ ସୁରକ୍ଷିତ ନୁହନ୍ତି । ସେ ଆହୁରି କହିଥିଲେ ଯେ ଲୋକଙ୍କ ପାଇଁ କାମ କରିବାର ଦୃଢ ଇଚ୍ଛାଶକ୍ତି ଓ ପ୍ରତିବଦ୍ଧତା ଯୋଗୁ ଆମ ଲୋକଙ୍କୁ ଦେଇଥିବା ୨୧ଟି ପ୍ରତିଶ୍ରୁତି ମଧ୍ୟରୁ ପ୍ରାୟ ସମସ୍ତ ପ୍ରମୁଖ ପ୍ରତିଶ୍ରୁତିକୁ ସଫଳତାର ସହ କାର୍ଯ୍ୟକାରୀ କରିଛୁ । ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଜୀଙ୍କ ମାର୍ଗଦର୍ଶନ ଓ ଅକୁଣ୍ଠ ସମର୍ଥନ ଆମକୁ ଏ ଦିଗରେ ବିଶେଷ ସାହାଯ୍ୟ କରିଥିଲା । ପ୍ରଥମରୁ ଆମେ ସମାଜର ସବୁ ବର୍ଗର ସଶକ୍ତିକରଣ ଦିଗରେ କାର୍ଯ୍ୟ ଆରମ୍ଭ କରିଥିଲୁ । ବିଶେଷକରି ଗରିବ, ଚାଷୀ, ମହିଳା, ଯୁବବର୍ଗଙ୍କ ସଶକ୍ତିକରଣ ଥିଲା ପ୍ରମୁଖ ଆବଶ୍ୟକତା । ସେ ଦିଗରେ ଆମେ ନିଷ୍ଠାପର ଉଦ୍ୟମ କରିଛୁ । ବିରୋଧୀ କେବଳ ବିରୋଧ କରିବା ଉଦ୍ଦେଶ୍ୟରେ ଅନେକ କଥା କରୁଛନ୍ତି । ୨୪ ବର୍ଷ ମଧ୍ୟରେ ସେମାନେ ଯେଉଁ କାମ କରି ନଥିଲେ, ଆମେ ୨୪ ମିନିଟ୍‌ ଭିତରେ କରି ଦେଖାଇପାରିଛୁ । କୃଷକ କଲ୍ୟାଣ ଯୋଜନା ମାଧ୍ୟମରେ ରାଜ୍ୟରେ ପ୍ରତି ଚାଷୀ ପରିବାର ର ବାର୍ଷିକ ଆୟରେ ଅତି କମ୍‌ରେ ୩୦ ହଜାର ଟଙ୍କା ବୃଦ୍ଧି ହୋଇଛି। ଜନଜାତି ସଂପ୍ରଦାୟର ସର୍ବାଙ୍ଗୀନ ବିକାଶ ପାଇଁ ଉଦ୍ୟମ ଜାରି ରହିଛି । ସମସ୍ତଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିଛୁ । ଯୁବବର୍ଗଙ୍କ ପାଇଁ ସରକାରୀ ନିଯୁକ୍ତିର ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରିଛୁ । SEBC ବର୍ଗର ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସ୍ଥାନ ସଂରକ୍ଷିତ ହୋଇଛି । ୨୭ ହଜାରରୁ ଉର୍ଦ୍ଧ୍ବ ସରକାରୀ ନିଯୁକ୍ତି ପ୍ରଦାନ କରାଯାଇଛି । ଉତ୍କର୍ଷ ଓଡିଶା ୨୦୨୫ ମାଧ୍ୟମରେ ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ସହିତ ୧୨.୯୦ ଲକ୍ଷ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତିର ସୁଯୋଗ ସୃଷ୍ଟି କରାଯାଇଛି । ଓଡିଶାର ପ୍ରତ୍ୟେକ ଅଞ୍ଚଳକୁ ବିକାଶର ସୁଫଳ ପହଞ୍ଚାଇବା ପାଇଁ ଆମ ସରକାର ଦକ୍ଷିଣ ଓଡିଶା ବିକାଶ ପରିଷଦ ଓ ଉତ୍ତର ଓଡିଶା ବିକାଶ ପରିଷଦ ଗଠନ କରିଛନ୍ତି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ କହିଥିଲେ ଯେ ଯଶସ୍ବୀ ପ୍ରଧାନମନ୍ତ୍ରୀ ଆମକୁ ଆତ୍ମନିର୍ଭରଶୀଳତାର ମନ୍ତ୍ର ଦେଇଛନ୍ତି । ତେଣୁ ଓଡିଶାକୁ ପ୍ରତ୍ୟେକ ସ୍ତରରେ ଆତ୍ମନିର୍ଭରଶୀଳ କରିବା ପାଇଁ ଆମେ ମଧ୍ୟ ନିଷ୍ଠାପର ଉଦ୍ୟମ କରୁଛୁ। ଆମର ଲକ୍ଷ୍ୟ ଏକ ଆତ୍ମନିର୍ଭରଶୀଳ ଓ ସମୃଦ୍ଧ ଓଡିଶା । ଗାଁର ବିକାଶ ହେଲେ, ବିକଶିତ ଓଡିଶାର ସ୍ବପ୍ନ ସାକାର ହେବ। ଏହାକୁ ଲକ୍ଷ୍ୟ ରଖି ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ କରାଯାଇଛି। ଏହି ଜନମଙ୍ଗଳକାରୀ ଯୋଜନା ଗ୍ରାମାଞ୍ଚଳ ଲୋକଙ୍କ ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ଅଭିବୃଦ୍ଧି ଆଣିବାରେ ସହାୟକ ହେବ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁବିକାଶ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଏକାମ୍ର ଭୁବନେଶ୍ବର ବିଧାୟକ ଶ୍ରୀ ବାବୁ ସିଂହ ଉପସ୍ଥିତ ଥିଲେ । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

powered by social2s

ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା

Details
Odia Ray Admin
ଓଡିଶା
11 June 2025

ଭୁବନେଶ୍ୱର : ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା। ଏନେଇ ସୂଚନା ଦେଲେ ଓଡ଼ିଶା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏଣିକି ୫, ୨୦୦ ସ୍କୋଏଆର୍ ଫୁଟ୍ର ବିକ୍ରି କରିହେବ। ପ୍ଳଟିଙ୍ଗ କରି ବିକ୍ରି କରୁଥିଲେ ଲେଆଉଟ୍ ପ୍ରସ୍ତୁତ କରିବାକୁ ପଡ଼ିବ। ବିକ୍ରି ପାଇଁ ରାସ୍ତା ମଧ୍ୟ ଛାଡ଼ିବାକୁ ପଡ଼ିବ। କୃଷି ଜମି ଉପରେ ସମସ୍ତ କଟକଣା ମଧ୍ୟ ହଟିଥିବା ସୂଚନା।

powered by social2s

ଦିବ୍ୟ ସ୍ନାନ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଜନସମୁଦ୍ର

Details
Odia Ray Admin
ଓଡିଶା
11 June 2025

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟ ସ୍ନାନ କରିବେ ଶ୍ରୀଜୀଉ। ୧୦୮ ଗରା ସୁବାସିତ ଜଳରେ କରିବେ ଦିବ୍ୟ ସ୍ନାନ। ଏହି ଦିବ୍ୟ ସ୍ନାନ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ବର୍ଷକରେ ଥରେ ହୁଏ ମହାପ୍ରଭୁଙ୍କ ଜଳ ସ୍ନାନ। ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଦିନ ୧୨:୨୦ ରୁ ୧:୪୫ ମଧ୍ୟ୍ୟରେ ହେବ ଜଳ ବିଜେ। ଅପରାହ୍ନ ୩:୩୦ ରେ ସ୍ନାନ ମଣ୍ଡପରେ ହେବ ଛେରା ପହଁରା। ଅପରାହ୍ନ ୪:୩୦ ରେ ମହାପ୍ରଭୁଙ୍କ ହାତୀ ବେଶ ଦର୍ଶନ। ସନ୍ଧ୍ୟା ୭:୩୦ ରୁ ରାତି ୧୦:୩୦ ଯାଏଁ ହେବ ସାହାଣମେଲା ଦର୍ଶନ।

powered by social2s

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ

Details
Odia Ray Admin
ଓଡିଶା
11 June 2025

ପୁରୀ: ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ। ନୀଳଚକ୍ରରେ ଧ୍ବଜା ବନ୍ଧା ବେଳେ ଡ୍ରୋନ ଉଡ଼ିଥିବା ସୂଚନା। ସମସ୍ତ ବାରଣ ସତ୍ୱେ ଡ୍ରୋନ କିପରି ଉଡ଼ିଲା ଅସ୍ପଷ୍ଟ ରହିଛି।

powered by social2s

ସ୍ନାନ ପୁର୍ଣିମାରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
11 June 2025

ପୁରୀ : ଆଜି ପବିତ୍ର ସ୍ନାନ ପୁର୍ଣିମା ଅବସରରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ। ମଙ୍ଗଳ ଆଳତି ଓ ପହଣ୍ଡି ବିଜେରେ ଭାଗ ନେଲେ ଓ ସମସ୍ତ ନୀତି ସୁରୁଖୁରରେ ଚାଲୁଥିବାରୁ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ। ରଥ ନିର୍ମାଣ କାର୍ଯ୍ୟର ସମୀକ୍ଷା ମଧ୍ୟ କଲେ ମାଝୀ।

powered by social2s

ଭୁବନେଶ୍ୱର ସହରାଞ୍ଚଳ ପୋଲିସର ଆରକ୍ଷୀ ଉପଆୟୁକ୍ତଙ୍କ ନବନିର୍ମିତ କାର୍ଯ୍ୟାଳୟ ଉଦ୍‍ଘାଟିତ

Details
Odia Ray Admin
ଓଡିଶା
10 June 2025

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଧଟି ନିର୍ମାଣ ହୋଇଛି । ଉଦ୍‍ଘାଟନୀ ଅବସରରେ ମୁଖ୍ୟମନ୍ତୀ କହିଛନ୍ତି ଯେ, ଏହି ନୂଆ ଭବନ ଲୋକମାନଙ୍କୁ ଉତ୍କୃଷ୍ଟ ସେବା ଦେବାରେ ସାହାଯ୍ୟ କରିବ । ଏଥିରେ ଭିନ୍ନକ୍ଷମ ଲୋକଙ୍କ ପାଇଁ ରାମ୍ପ, ସାଇବର ସେଲ, CCTNS ରୁମ୍‍, ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍‍, ଲିଗାଲ ସେଲ, ପାସର୍ପୋଟ ବିଭାଗ ଆଦି ସୁବିଧା ଉପଲବ୍‍ଧ କରାଯାଇଛି । ଏଥିସହିତ Conference Hall ଏବଂ ଟ୍ରେନିଂ ହଲ୍‍ର ସୁବିଧା ମଧ୍ୟ ରହିଛି । ଏହି ନୂଆ ଭବନଟି ପୋଲିସ ପ୍ରଶାସନକୁ ଦକ୍ଷତାର ସହ ଲୋକଙ୍କୁ ଠିକ୍‍ ସମୟରେ ସେବା ଯୋଗାଇ ଦେବାପାଇଁ ଉପଯୋଗୀ ହେବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଗତ ମାର୍ଚ୍ଚ ମାସରେ ୪୨ କୋଟି ଟଙ୍କା ବ୍ୟୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ନିର୍ମିତ ୧୪ଟି ନୂତନ ଥାନା ଉଦ୍‍ଘାଟିତ ହୋଇଥିଲା । ସେ କହିଥିଲେ ଆମ ପୋଲିସ ନିରପେକ୍ଷ ଭାବେ ବିନା ପକ୍ଷପାତିତା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଗତ ଏକ ବର୍ଷରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସନ୍ତୋଷ ଜନକ ରହିଛି ଏବଂ ଏଥିନେଇ କେନ୍ଦ୍ର ସରକାର ମଧ୍ୟ ସନ୍ତୋଷ ବ୍ୟକ୍ତ କରିଛନ୍ତି । ରାଜ୍ୟରେ ପ୍ରତ୍ୟେକ ଥାନାରେ କାର୍ଯ୍ୟରତ ତଦନ୍ତକାରୀ ଅଫିସରମାନଙ୍କୁ ଅଧିକ କ୍ରିୟାଶୀଳ କରିବା ପାଇଁ ଅଧିକ ଦୁଇ ଚକିଆ ଯାନର ବ୍ୟବସ୍ଥା କରାଯାଇଛି । ଆଜି ଏହି କ୍ରମରେ ମୁଖ୍ୟମନ୍ତ୍ରୀ କମିଶନରେଟ ପୋଲିସ ଅନ୍ତର୍ଗତ ବିଭିନ୍ନ ଥାନାର ତଦନ୍ତକାରୀ ଅଫିସରମାନଙ୍କୁ ୪୨୫ ଟି ଦୁଇ ଚକିଆ ଯାନ ପ୍ରଦାନ କରିଥିଲେ । ସେ କହିଥିଲେ ଯେ, ଥାନାମାନଙ୍କୁ ଅଧିକ ଚାରି ଚକିଆ ଯାନ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଅପରାଧିକ ଆଇନ ଗୁଡ଼ିକର ତଦନ୍ତ ପ୍ରକ୍ରିୟାରେ ଟେକ୍ନୋଲୋଜିର ପ୍ରୟୋଗ ପାଇଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାଦା ଶ୍ରୀ ପ୍ରକାଶ ମିଶ୍ର, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ପୋଲିସ କମିଶନର ଶ୍ରୀ ସୁରେଶ ଦେବଦତ୍ତ ସିଂହ, ଅତିରିକ୍ତ ପୋଲିସ କମିଶନର ଶ୍ରୀ ନରସିଂହ ଭୋଳ, ଡିସିପି ଭୁବନେଶ୍ୱର ଶ୍ରୀ ଜଗମୋହନ ମୀନା ଏବଂ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

powered by social2s

More Articles ...

  1. ଯଦି ଦୁର୍ନୀତି କରିବ ଜେଲ୍ ଯିବ: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ
  2. ଯଦି ଦୁର୍ନୀତି କରିବ ଜେଲ୍ ଯିବ: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ
  3. ହଟିଲା ନିଲମ୍ବନ, ମହାପ୍ରଭୁଙ୍କ ସେବାରେ ରାମକୃଷ୍ଣ
Page 428 of 2257
  • Start
  • Prev
  • 423
  • 424
  • 425
  • 426
  • 427
  • 428
  • 429
  • 430
  • 431
  • 432
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.