• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଟ୍ୱିନ ସିଟିର ଟ୍ରାଫିକ୍ ଭିଡ ହ୍ରାସ ସହିତ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ

Details
Odia Ray Admin
ଓଡିଶା
23 May 2025

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion Plan) ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ, ଏବଂ କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି । ସେହିପରି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍ ରୁ ପଥର ଗାଡିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି । ଏହା ସହିତ ଡମଣାରୁ ପ୍ରେସ୍ ଛକ, କଳାରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି । ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ । ଏହି ସମସ୍ତ ନିର୍ମାଣ ଦ୍ୱାରା ଭୁବନେଶ୍ୱରରେ ଦିନ ପ୍ରତିଦିନ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ଏବଂ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟକରଣରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ। ଏହି ନିର୍ମାଣ ଯୋଗୁଁ ବିସ୍ଥାପିତ ହେବାକୁ ଥିବା ପ୍ରାୟ ୩୬୬ଟି ପରିବାରକୁ ଥଇଥାନ କରାଯିବା ସହିତ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାସ୍ୱତ ମିଶ୍ର, ପୋଲିସ କମିଶନର ଶ୍ରୀ ଏସ୍. ଦେବଦତ୍ତ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

powered by social2s

ସାବିତ୍ରୀ ଅମାବାସ୍ୟା ଛୁଟି ମେ ମାସ ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ହେବ

Details
Odia Ray Admin
ଓଡିଶା
23 May 2025

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।

powered by social2s

ନବଗ୍ରହ କଳ୍ପେଶ୍ୱର ମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ ପାଳନ

Details
Odia Ray Admin
ଓଡିଶା
22 May 2025

ଭୁବନେଶ୍ବର: ଭୁବନେଶ୍ବର ସହିଦନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାମ୍ନା ହାଟ ଠାରେ ଶ୍ରୀ ଶ୍ରୀ ନବଗ୍ରହ ଓ କଳ୍ପେଶ୍ୱର ମନ୍ଦିର ର ତୃତୀୟ ବାର୍ଷିକ ଉତ୍ସବ ପାଳନ ବହୁ ଆଡମ୍ବର ରେ ହୋଇଯାଇଛି। ସକାଳୁ ବିଧି ଅନୁଯାଇ କଳସ ରେ ଜଳ ଅଣାଯାଇଥିଲା, ପୂଜକ ବ୍ରହ୍ମ୍ଲନନ୍ଦ ଓ ପତି ଭାଇନା ଙ୍କ ସଂଯୋଜନା ରେ ପୂଜା ଆରମ୍ଭ କରାଯାଇ ହୋମ ଓ ଆହୁତି କରି ପୂଜା ସନ୍ଧ୍ୟା ରେ ଶେଷ କରାଯାଇଥିଲା। ଯଂଜ୍ଞ ପୂର୍ଣ୍ଣାହୁତି ରେ ହାଟ ର ଓ ସ୍ଥାନୀୟ ଅଧିବାସୀ ମାନେ ଯୋଗ ଦେଇଥିଲେ, ମନ୍ଦିର କମିଟି ର ଦେବେନ୍ଦ୍ର ବେହେରା, ଅଭିମନ୍ୟୁ ସାହୁ, ଭାଗବର ସାହୁ ଓ ଅନ୍ୟାନ୍ୟ କର୍ମକର୍ତ୍ତା ଓ ସଦସ୍ୟ ମାନେ ଉପସ୍ଥିତ ରହି ସହଯୋଗ କରି ଥିଲେ ସନ୍ଧ୍ୟା ରେ ପ୍ରସାଦ ସେବନ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗଦେଇଥିଲେ।

powered by social2s

ଆରବସାଗରରେ ଲଘୁଚାପ ସୃଷ୍ଟି

Details
Odia Ray Admin
ଓଡିଶା
22 May 2025

ଭୁବନେଶ୍ୱର: ଆରବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ଘନିଭୂତ ହୋଇ ଉତ୍ତର ଦିଗରେ ଗତି କରିବା ସମ୍ଭାବନା ରହିଛି। ୩୬ ଘଣ୍ଟା ମଧ୍ୟରେ ଅବପାତରେ ରୂପ ନେଇପାରେ।

powered by social2s

ପିକ୍‌ଅପ୍‌ ଓଲଟି ୨ ମୃତ ଓ ୨୫ ଆହତ

Details
Odia Ray Admin
ଓଡିଶା
23 May 2025

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଦେଇଯାଉଥିବା ଜାତୀୟ ରାଜପଥ ୫୭ ହରଡ଼ଖୋଲ ଛକରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ପିକ୍‌ଅପ୍ ଭ୍ୟାନ୍। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଛି ଓ ୨୫ ଜଣ ଆହତ ହୋଇଥିବା ସୂଚନା। ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବରଗଡ଼ରୁ ବାହାଘର ପାଇଁ ବୌଦ୍ଧ ମନମୁଣ୍ଡା ଯାଉଥିବା ବେଳେ ଘଟିଛି ଏହି ଘଟଣା।

powered by social2s

ଯାଜପୁରରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
22 May 2025

ଭୁବନେଶ୍ୱର: ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ, ସମୁଦାୟ ୨୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪ଟି ନୂତନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ପ୍ରାୟ ୩୬ ହଜାର ନୂତନ ନିଯୁକ୍ତି ସୃଷ୍ଟି ହୋଇଛି । ସୂଚନାଯୋଗ୍ୟ ଯେ, ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲ୍ଲାରେ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ଯ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ । ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ । ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା । ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ । କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ । ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି । ସେ କହିଥିଲେ ଯେ, ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି । ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ପ୍ରକଳ୍ପ ସବୁ ମାଧ୍ୟମରେ ଲକ୍ଷାଧିକ ଓଡ଼ିଆ ଯୁବକ ଓ ଯୁବତୀ ନିଜ ରାଜ୍ୟର ମାଟିରେ ନିଜ ସ୍ଵପ୍ନ ପୂରଣ କରିପାରିବେ। ଏହା କେବଳ ଚାକିରି ନୁହେଁ, ଯୁବବର୍ଗଙ୍କ ପାଇଁ ଏହା ସ୍ୱାଭିମାନ, ଏହା ନୂଆ ଓଡ଼ିଶାର ନୂଆ ପରିଚୟ। ଏହା ସମୃଦ୍ଧ ଓଡିଶାର ଅୟମାରମ୍ଭ। ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗ ନଗର । ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି। ଏହି ଅବସରରେ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ଓଡ଼ିଶାବାସୀଙ୍କ ବିଶ୍ୱାସକୁ ସାଥି କରି ଆମ ସରକାର କାର୍ଯ୍ୟ କରୁଛି ଏବଂ ଓଡ଼ିଶା ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପର ବିକାଶ ଆମ ପ୍ରଥମ ଉଦ୍ଦେଶ୍ୟ ଥିଲା ଆଉ ସେହି ଉଦ୍ଦେଶ୍ୟ କୁ ଆମ ସରକାର ସଫଳ କରୁଛନ୍ତି ବୋଲି ସେ କହିଥିଲେ। ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ରାଜ୍ୟର ଆର୍ଥିକ ପ୍ରଗତିର ମେରୁଦଣ୍ଡ ହେଉଛନ୍ତି ଯୁବଶକ୍ତି ଏବଂ ଯୁବଶକ୍ତିର ବିକାଶ ପାଇଁ ରୋଜଗାର ଆବଶ୍ୟକ। ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଜି ଆମ ସରକାରଙ୍କ ଉଦ୍ୟମ ସଫଳ ହେଉଛି। ଶିଳ୍ପର ବିକାଶ ହେଉଛି ଏବଂ ଏହା ଦ୍ୱାରା ଆମ ରାଜ୍ୟର ବିକାଶ ହେଉଛି। ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଶ୍ରୀ ଆକାଶଦାସ ନାୟକ, ବଡଚଣା ବିଧାୟକ ଶ୍ରୀ ଅମର ନାୟକ ପ୍ରମୁଖଙ୍କ ସମେତ ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥାର ଶିଳ୍ପପତି ମାନେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଶିଳ୍ପ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ ଧନ୍ୟବାଦ ଦେଇଥିଲେ।

powered by social2s

ଭୁବନେଶ୍ବରରେ କରୋନା ଆକ୍ରାନ୍ତ ଚିହ୍ନଟ

Details
Odia Ray Admin
ଓଡିଶା
22 May 2025

ଭୁବନେଶ୍ୱର: ଭୁବନେଶ୍ବରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ନିକଟରେ ଦିଲ୍ଲୀରୁ ଫେରିଥିଲେ। ଏବେ କ୍ବାରେଣ୍ଟିନ୍‌ରେ ଅଛନ୍ତି କୋରୋନା ଆକ୍ରାନ୍ତ। ବିଭିନ୍ନ ରୋଗରେ ପୀଡ଼ିତ ଅଛନ୍ତି କୋରୋନା ଆକ୍ରାନ୍ତ। ପୂର୍ବରୁ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା।

powered by social2s

More Articles ...

  1. ୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସରେ ୧୧୨ଟି ନବନିର୍ମିତ ପୋଲିସ କ୍ୱାଟର୍ସ ଉଦ୍‍ଘାଟିତ
  2. ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୮୨.୭୭ ପ୍ରତିଶତ
  3. ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା
Page 444 of 2257
  • Start
  • Prev
  • 439
  • 440
  • 441
  • 442
  • 443
  • 444
  • 445
  • 446
  • 447
  • 448
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.