• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସରେ ୧୧୨ଟି ନବନିର୍ମିତ ପୋଲିସ କ୍ୱାଟର୍ସ ଉଦ୍‍ଘାଟିତ

Details
Odia Ray Admin
ଓଡିଶା
21 May 2025

ଭୁବନେଶ୍ୱର: କଟକ-ଭୁବନେଶ୍ୱରର ୨୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ନିମନ୍ତେ ଅପରାଧ ନିୟନ୍ତ୍ରଣ, ଆଇନ ଶୃଙ୍ଖଳା ରକ୍ଷା ଏବଂ ଟ୍ରାଫିକ୍ ସମସ୍ୟା ଦୂର କରିବା ଇତ୍ୟାଦିରେ ଆମ କମିଶନରେଟ ପୋଲିସ ଦକ୍ଷତାର ସହ କାର୍ଯ୍ୟ କରୁଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର କଟକ କମିଶନରେଟ ପୋଲିସର ୧୭ତମ ସ୍ଥାପନା ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି । ଏହି ଉପଲକ୍ଷେ ଭୁବନେଶ୍ୱର 7th ବାଟାଲିଅନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ଦେଶରେ ଥିବା ସମସ୍ତ କମିଶନରେଟ ପୋଲିସ ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ ଏକ ଦକ୍ଷ, ଉନ୍ନତ, ଦାୟିତ୍ୱବାନ୍‍ ଓ ସମ୍ବେଦନଶୀଳ ପୋଲିସ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇ ଦେଇ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଗତ ୧୧ ମାସ କମିଶନରେଟ ପୋଲିସ ପାଇଁ ଘଟଣା ବହୁଳ ଥିଲା । ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ଅନେକ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସୁରକ୍ଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ତୃଟିଶୂନ୍ୟ ଭାବେ ଏସବୁ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଛି । ଏ ସମସ୍ତ କାର୍ଯ୍ୟକ୍ରମକୁ ସୂଚାରୁରୂପେ ଏବଂ ଶୃଙ୍ଖଳାର ସହିତ ପାଳନ କରିବା ନିମନ୍ତେ ପୋଲିସବାହିନୀ ଅକ୍ଲାନ୍ତ ପରିଶ୍ରମ କରି ଓଡ଼ିଶାକୁ ଏକ ସୁଦକ୍ଷ ଓ ଆଦର୍ଶ ଆୟୋଜକର ମାନ୍ୟତା ଦେଇଛନ୍ତି । ସେ ପୁଣି କହିଥିଲେ ଯେ, ଆଜି ଭାରତ ମାନଚିତ୍ରରେ ଆମ ରାଜ୍ୟ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ବିକଶିତ ଭାରତ ଗଠନରେ ଓଡ଼ିଶାର ଅଗ୍ରଣୀ ଭୂମିକା ରହିବ ଏବଂ ଏଥିପାଇଁ ପୋଲିସର ଗୁରୁତ୍ୱପୂର୍ଣ୍ଣ ଭୂମିକା ମଧ୍ୟ ରହିବ । ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା DGP-IGP ସମ୍ମିଳନୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ Counter Terrorism, Costal Security, Cyber Crime ଓ Urban Policing ରେ ଉନ୍ନତି ଆଣିବା ନିମନ୍ତେ ଗୁରୁତ୍ୱ ଦେଇଛନ୍ତି । ଏହା ଆମ କମିଶନରେଟ ପୋଲିସ ପାଇଁ ଏକ ବଡ଼ ଆହ୍ୱାନ । ଆମ ସରକାରଙ୍କ ପୂର୍ଣ୍ଣ ସହଯୋଗରେ ଓଡ଼ିଶା ପୋଲିସ ସେ ଆହ୍ୱାନକୁ ସଫଳତାର ସହ ସମ୍ମୁଖୀନ ହେବ । ମୁଖ୍ୟମନ୍ତ୍ରୀ କହିଥିଲେ ଆମ ସରକାର, ଲୋକଙ୍କ ସରକାର । ପୋଲିସ ନିଜକୁ ଲୋକମାନଙ୍କ ବନ୍ଧୁ ଭାବେ ଭାବିବା ଉଚିତ । ଲୋକଙ୍କ ସୁବିଧା ଅସୁବିଧାରେ ରହି ସେମାନଙ୍କ ପାଇଁ ଆସୁଥିବା ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରି ଲୋକଙ୍କ ଧନ, ଜୀବନର ସୁରକ୍ଷାକୁ ସୁନିଶ୍ଚିତ କରିବା ଦରକାର । ଆପଣମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ଅସୁବିଧାକୁ ସମ୍ୱେଦନଶୀଳ ଭାବେ ବିବେଚନା କରି ନ୍ୟାୟ ପ୍ରଦାନ କରିବା ଅତ୍ୟନ୍ତ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମାଜର ସବୁ ସ୍ତରର, ସବୁ ବର୍ଗର ଲୋକଙ୍କୁ ଓ ସବୁ ଶ୍ରେଣୀର ଲୋକ ଯେପରି ପୋଲିସ ପାଖରୁ ଉପଯୁକ୍ତ ନ୍ୟାୟ ପାଇବେ ସେ ଦିଗରେ ପରାମର୍ଶ ଦେଇଥିଲେ । ସାଇବର ଅପରାଧକୁ ମୁକାବିଲା କରିବା ପାଇଁ Technical Gadgets, Equipment’s ଇତ୍ୟାଦି ଯୋଗାଇ ଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି । ସବୁ ଜିଲ୍ଲାରେ ସାଇବର ପୋଲିସ ଷ୍ଟେସନ ସ୍ଥାପନା ହୋଇଛି । ଆଗାମୀ ଦିନରେ ଏ ଗୁଡ଼ିକୁ ଆହୁରି ସଶକ୍ତ ଓ ସୁଦକ୍ଷ କରାଯିବ । ବସ୍ତି ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଓ ଉତ୍ତମ ପରିବେଶ ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ସେ ଆହୁରି କହିଥିଲେ ଆମ ସରକାର ପୋଲିସ ବାହିନୀର ମାନବ ସମ୍ୱଳ, ଭିତ୍ତିଭୂମି ଇତ୍ୟାଦିର ଉନ୍ନତି ପାଇଁ ପଦକ୍ଷେପ ନେଉଛନ୍ତି । ପୋଲିସ modernization ନିମନ୍ତେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ଭିଜନ ‘Smart Policing’ ଉପରେ ଗୁରୁତ୍ୱ ଦେଇ Smart Police ଗଠନର ଉଦ୍ଦେଶ୍ୟକୁ ପୂରଣ କରିବା ନିମନ୍ତେ ଆମ ସରକାର ବଦ୍ଧପରିକର । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର ରିଜର୍ଭ ପୋଲିସ ଲାଇନର ନବନିର୍ମିତ ୮୪ଟି ଏଫ୍‍ ଟାଇପ୍‍ କ୍ୱାଟର୍ସ, ବଡ଼ଗଡ଼ ଥାନା ଅଞ୍ଚଳରେ ୨୮ଟି ଡି ଟାଇପ୍‍ କ୍ୱାଟର୍ସ ଉଦ୍‍ଘାଟନ କରିବା ସହିତ କାର୍ଯ୍ୟକ୍ଷେତ୍ରରେ ନିଷ୍ଠା ଓ ଦକ୍ଷତା ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହୋଇଥିଲା । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ କହିଥିଲେ ଯେ, କମିଶନରେଟ ପୋଲିସର ଏହି ୧୭ ବର୍ଷ ଯାତ୍ରା ଭିତରେ ଅନେକ ଆହ୍ୱାନର ସଫଳତାର ସହ ମୁକାବିଲା କରି ଆଜି ଦେଶର ଅନ୍ୟତମ ଶ୍ରେଷ୍ଠ କମିଶନରେଟ ଭାବେ ଏହା ପ୍ରତିଷ୍ଠିତ ହୋଇଛି । ଅପରାଧ ନିରାକରଣ, ଅପରାଧର ଅନୁସନ୍ଧାନ ଏବଂ ଦୋଷୀକୁ ନ୍ୟାୟିକ ଦଣ୍ଡ ଦେବା ବ୍ୟବସ୍ଥାରେ କମିଶନରେଟ ପୋଲିସ ପ୍ରଂଶସା ଯୋଗ୍ୟ ସଫଳତା ପାଇଛି । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ତଥା ଜନସାଧାରଣଙ୍କୁ ଉଚିତ ଏବଂ ଉନ୍ନତ ସେବା ଯୋଗାଇବାର ଆହ୍ୱାନକୁ ପାଳନ କରି ଆଜି ପୋଲିସ ନିଜର କାର୍ଯ୍ୟଦକ୍ଷତା ମାଧ୍ୟମରେ ଜନସାଧାରଣଙ୍କ ନିକଟତର ହୋଇଛି । ନିକଟରେ ଏକ ଅନ୍ଧୁଣୀ ମା’କୋଳକୁ ଅପହରଣ ହୋଇଥିବା ତା’ର ଶିଶୁକୁ ଉଦ୍ଧାର କରି ହସ୍ତାନ୍ତର କରାଯାଇଥିଲା । ଏହି ଘଟଣା ପରେ ଜନସାଧାରଣ ଆଗରେ ପୋଲିସର ଭାବମୂର୍ତ୍ତି ଆହୁରି ଉଜ୍ୱଳ ହୋଇପାରିଛି । ଏକ ସୁରକ୍ଷିତ ସମାଜ ଏବଂ ପ୍ରେରଣାଦାୟୀ ପୋଲିସ ବ୍ୟବସ୍ଥା ପାଇଁ କମିଶନରେଟ ପୋଲିସର ପ୍ରତ୍ୟେକ କର୍ମଚାରୀ ନିଃସ୍ୱାର୍ଥପର ଭାବେ ଜନସାଧାରଣଙ୍କ ପାଇଁ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର-କଟକ ପୋଲିସ କମିଶନର ଡ. ଏସ୍‍. ଦେବଦତ୍ତ ସିଂ ସ୍ୱାଗତ ଭାଷଣ ଦେଇଥିଲେ । ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ସେଠୀ, ଚୌଦ୍ୱାର-କଟକ ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ବରିଷ୍ଠ ପୋଲିସ ଅଧିକାରୀଗଣ ଏବଂ ଅବସରପ୍ରାପ୍ତ ପୋଲିସ ଅଧିକାରୀଗଣ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

powered by social2s

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୮୨.୭୭ ପ୍ରତିଶତ

Details
Odia Ray Admin
ଓଡିଶା
21 May 2025

ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକା ସାଙ୍ଗରେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆଜି ଅପରାହ୍ଣ ୪ ଟା ସମୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ବର୍ଷ ସମୁଦାୟ ପାସ୍ ହାର ୮୨.୭୭ ପ୍ରତିଶତ ରହିଛି । ଏଥିରେ ଛାତ୍ରଙ୍କ ପାସ୍ ହାର ୭୭.୮୮ ପ୍ରତିଶତ ଥିବା ବେଳେ ୮୭.୨୪ ପ୍ରତିଶତରେ ଛାତ୍ରୀ ଆଗୁଆ ରହିଛନ୍ତି । ସେହିପରି ବିଜ୍ଞାନରେ ପାସ୍ ହାର ୮୭.୪୯ ପ୍ରତିଶତ, କଳାରେ ପାସ୍ ହାର ୮୦.୫୧ ପ୍ରତିଶତ, ବାଣିଜ୍ୟରେ ପାସ୍ ହାର ୮୩.୨ ପ୍ରତିଶତ ଓ ଧନ୍ଦାମୂଳକ ଶିକ୍ଷାରେ ୬୦.୫୭ ପ୍ରତିଶତ ରହିଛି । ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in ୱେବସାଇଟରେ ଜାଣିପାରିବେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗଣ୍ଡ ଚଳିତ ବର୍ଷର ପରୀକ୍ଷା ଫଳ ସମ୍ପର୍କରେ ଖୁସି ବ୍ୟକ୍ତ କରିବା ସହ ପିଲାମାନଙ୍କର ସଫଳ ଭବିଷ୍ୟତର କାମନା କରିଛନ୍ତି । ଚଳିତ ବର୍ଷ ଉତ୍କୃଷ୍ଟ ପରୀକ୍ଷା ଫଳ ହୋଇଥିବା ସେ ମଧ୍ୟ ସୂଚନା ଦେଇଛନ୍ତି । କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଶ୍ରୀମତୀ ଶାଲିନୀ ପଣ୍ଡିତ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ମୃଣାଳକାନ୍ତି ଦାସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ୍ ଆର୍ ଆୟର, ମାଧ୍ୟମିକ ଶିକ୍ଷା ପରିଷଦର ସଚିବ ଶ୍ରୀମତୀ ଶୁଭ୍ରାବାଳା ବେହେରା, ପରୀକ୍ଷା ନିୟନ୍ତ୍ରକ ଡ଼ ପ୍ରଶାନ୍ତ କୁମାର ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ବର୍ଗରେ ମୋଟ୍‌ ୩ ଲକ୍ଷ ୮୨ ହଜାର ୭୨୯ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୩ ଲକ୍ଷ ୧୬ ହଜାର ୭୮୭ ଛାତ୍ରଛାତ୍ରୀ ପାସ୍ ହୋଇଛନ୍ତି । ୧ ଲକ୍ଷ ୪୨ ହଜାର ୫୧୨ ଜଣ ଛାତ୍ର ପାସ୍ ହୋଇଥିବା ବେଳେ ୧ ଲକ୍ଷ ୭୪ ହଜାର ୨୫୧ ଜଣ ଛାତ୍ରୀ ପାସ୍ ହୋଇଛନ୍ତି । ସେହିପରି ପ୍ରଥମ ଶ୍ରେଣୀରେ ୧ ଲକ୍ଷ ୧ ହଜାର ୯୧୪ ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ବିତୀୟ ଶ୍ରେଣୀରେ ୬୭ ହଜାର ୮୧୫ ଜଣ ଓ ତୃତୀୟ ଶ୍ରେଣୀରେ ୧ ଲକ୍ଷ ୪୩ ହଜାର ୩୩୯ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି, ସେହିପରି ଆଂଶିକ ବର୍ଗ ବା କମ୍ପାର୍ଟମେଣ୍ଟାଲରେ ୩ ହଜାର ୭୧୯ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । କଳାରେ ୧ ଲକ୍ଷ ୯୬ ହଜାର ୧୭୧ ଜଣ ପିଲା ଥିବା ବେଳେ ବିଜ୍ଞାନରେ ୯୯ ହଜାର ୭୨୪ , ବାଣିଜ୍ୟରେ ୨୦ ହଜାର ୮୯୨ ଓ ଧନ୍ଦାମୂଳକ ଶିକ୍ଷାରେ ୩ ହଜାର ୩୭୫ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । କଳାରେ ବରଗଡ଼ ଜିଲ୍ଲା ୮୭.୬୦ ପ୍ରତିଶତରେ ସର୍ବାଧିକ ଉତ୍ତୀର୍ଣ୍ଣ ହାର ଥିବା ବେଳେ ନବରଙ୍ଗପୁର ଜିଲ୍ଲାରେ ସର୍ବନିମ୍ନ ୬୮.୧୩ ପ୍ରତିଶତ ରହିଛି । ବିଜ୍ଞାନରେ ନୟାଗଡ଼ ଜିଲ୍ଲା ୯୭.୫୮ ପ୍ରତିଶତରେ ସର୍ବାଧିକ ଉତ୍ତୀର୍ଣ୍ଣ ହାର ଥିବା ବେଳେ ବୌଦ୍ଧ ଜିଲ୍ଲାରେ ସର୍ବନିମ୍ନ ୭୧.୮୫ ପ୍ରତିଶତ ରହିଛି । ବାଣିଜ୍ୟରେ ନୟାଗଡ଼ ଜିଲ୍ଲା ୯୩.୭୧ ପ୍ରତିଶତରେ ସର୍ବାଧିକ ଉତ୍ତୀର୍ଣ୍ଣ ହାର ଥିବା ବେଳେ ବଲାଙ୍ଗୀର ଜିଲ୍ଲାରେ ସର୍ବନିମ୍ନ ୬୯.୧୯ ପ୍ରତିଶତ ଉତ୍ତୀର୍ଣ୍ଣ ହାର ରହିଛି । ଧନ୍ଦାମୂଳକ ଶିକ୍ଷାରେ ବାଲେଶ୍ବର ଜିଲ୍ଲା ୮୩.୮୩ ପ୍ରତିଶତରେ ସର୍ବାଧିକ ଉତ୍ତୀର୍ଣ୍ଣ ହାର ଥିବା ବେଳେ ମାଲକାନଗିରି ଜିଲ୍ଲା ସର୍ବନିମ୍ନ ରହିଛି । ସୂଚନାନୁସାରେ, ପରୀକ୍ଷା ଫଳ, ମାର୍କସିଟ୍ ସମ୍ପର୍କିତ କୌଣସି ସମସ୍ୟା କିମ୍ବା ଦ୍ବନ୍ଦ୍ବ ଉପୁଜିଲେ ସହାୟତା ନମ୍ବର ୦୬୭୪-୨୩୦୦୯୦୭ ରେ ଛାତ୍ରଛାତ୍ରୀ ସମ୍ପର୍କ କରିପାରିବେ । ତେବେ ଖାତା ରିଚେକିଂ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ତାରିଖ ଘୋଷଣା କରାଯିବ । https://results.odisha.gov.in ଏବଂ https://results.digilocker.gov.in ୱେବସାଇଟ୍ ମାଧ୍ୟମରେ ରୋଲ୍ ନମ୍ବର ଓ ପଞ୍ଜୀକରଣ ନମ୍ବର ଦେଇ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ।

powered by social2s

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି

Details
Odia Ray Admin
ଓଡିଶା
21 May 2025

ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି। ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି। ନୂତନ ନିଷ୍ପତ୍ତି ଅନୁଯାୟୀ- ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ । କିନ୍ତୁ, ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ | ଉଦାହରଣ- ଜଣେ ମହିଳାଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ତାଙ୍କର ଶିଶୁକୁ ୨୭.୦୯.୨୦୨୫ରେ ଛଅ ମାସ ପୂର୍ଣ୍ଣ ହେବ । ଯଦି ସେ ୧୯.୦୬.୨୦୨୫ ତାରିଖରେ ସରକାରୀ ସେବାରେ ଯୋଗ ଦେଇ ମାତୃତ୍ବ ଛୁଟି ପାଇଁ ଆବେଦନ କରନ୍ତି, ତେବେ ସେ ୨୦.୦୬.୨୦୨୫ ରୁ ୨୭.୦୯.୨୦୨୫ ତାରିଖ ପର୍ଯ୍ୟନ୍ତ (ଅର୍ଥାତ୍ କେବଳ ୧୦୦ ଦିନ) ମାତୃତ୍ବ ଛୁଟି ପାଇଁ ଯୋଗ୍ୟ ହେବେ । ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ଵ ଛୁଟିରେ ଥିବା ସମୟରେ ଯଦି ଗର୍ଭପାତ (miscarriage) କିମ୍ବା ଜନ୍ମିତ ଶିଶୁର ମୃତ୍ୟୁ (ଜନ୍ମର ୨୮ ଦିନ ମଧ୍ୟରେ) କିମ୍ବା ମୃତ ଶିଶୁ ଜନ୍ମ (୨୮ ସପ୍ତାହ କିମ୍ବା ତଦୁର୍ଦ୍ଧ୍ବ ସମୟର ଗର୍ଭଧାରଣ ପରେ ଯଦି ନିର୍ଜୀବ ଶିଶୁର ଜନ୍ମ ହୁଏ) ହୁଏ, ତେବେ ତାଙ୍କର ମାତୃତ୍ବ ଛୁଟିର ଅବଧି ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ରହିବ । କିନ୍ତୁ ଯଦି ଶିଶୁର ମୃତ୍ୟୁ ଜନ୍ମର ୨୯ ଦିନରୁ ୧୨୦ ଦିନ ମଧ୍ୟରେ ହୁଏ, ତେବେ ସମ୍ପୃକ୍ତ ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ବ ଛୁଟି ସେହି ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ରହିବ । ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଶେଷ ହୋଇଯାଇଥିବ, ତେବେ ସେ ୧୪ ଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ କିମ୍ବା ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଦୁର୍ଘଟଣା ଦିନଠାରୁ ୧୪ ଦିନ ଭିତରେ ଶେଷ ହୋଇଯାଉଥିବ, ତେବେ ସେ ୧୪ ଦିନରୁ ଯେତିକି ଦିନ ବଳକା ରହିଯାଉଥିବ, ସେତିକିଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ । ଉଦାହରଣ-୧: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ସମ୍ଭାବ୍ୟ ପ୍ରସବ ତାରିଖ (EDD) ହେଉଛି ୩୦.୦୬.୨୦୨୫ ଏବଂ ସେ ଚିକିତ୍ସାଜନିତ ଜଟିଳତା ହେତୁ ଉପରୋକ୍ତ EDDର ତିନି ମାସ ପୂର୍ବରୁ ଯଥା ୦୧.୦୪.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି । ଯଦି ତାଙ୍କର ୦୧.୦୬.୨୦୨୫ ତାରିଖରେ ମୃତ ଶିଶୁ ଜନ୍ମ (still birth) ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭ ୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ । ଉଦାହରଣ-୨: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୮.୦୪.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୦୮.୦୬.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ । ଉଦାହରଣ-୩: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୦୧.୦୫.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୨୮ ଦିନ ପରେ ଶିଶୁର ମୃତ୍ୟୁ ହୁଏ) ତେବେ ସେହି ତାରିଖରୁ ୧୪ ପର୍ଯ୍ୟନ୍ତ ଅର୍ଥାତ୍ ୧୪.୦୫.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ଵ ଛୁଟି ନେଇପାରିବେ । ଉଦାହରଣ-୪: ଜଣେ ମହିଳା ସରକାରୀ କର୍ମଚାରୀ ୩୧.୦୧.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ବ ଛୁଟି ଅବଧିର ଶେଷ ଦିନରେ ) ତେବେ ସେହି ତାରିଖରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ । ଉଦାହରଣ-୫: ଜଣେ ମହିଳା ସରକାରୀ କର୍ମଚାରୀ ୦୭.୦୨.୨୦୨୫ ତାରିଖରୁ ୦୫.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ (ଛଅ ମାସ) ମାତୃତ୍ବ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ଵ ଛୁଟି ଅବଧିର ୧୭୩ ଦିନରେ ) ତେବେ ସେ ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଅର୍ଥାତ୍ ୧୨.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ଏହି କ୍ଷେତ୍ରରେ, ତାଙ୍କର ମାତୃତ୍ବ ଛୁଟିର ଅବଧି ୧୮୭ ଦିନ (୦୭.୦୨.୨୦୨୫ ଠାରୁ ୧୨.୦୮.୨୦୨୫ ପର୍ଯ୍ୟନ୍ତ) ହେବ । ଦୁଇଟିରୁ କମ୍ ଜୀବିତ ପିଲା ଥିବା ମହିଳା ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ, ଏହି ମାତୃତ୍ଵ ଛୁଟି ପ୍ରଦାନ କରାଯିବ । ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ । ଯଦି ମାତୃତ୍ବ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ( ହାର୍ଡ କିମ୍ବା ସଫ୍ଟ କପି ) ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ, ସେହିଦିନ ସେ ସେହି ଉଚ୍ଚ ପଦବୀରେ ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ବ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ । ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ।

powered by social2s

ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ

Details
Odia Ray Admin
ଓଡିଶା
21 May 2025

ଭୁବନେଶ୍ୱର: ଜୁନ୍‌ ୨୩ରେ ହେବ ପଞ୍ଚାୟତ ଉପନିର୍ବାଚନ। ୪୩ ସରପଞ୍ଚ ପଦ ପାଇଁ ହେବ ଉପନିର୍ବାଚନ। ୨୭୨ଟି ୱାର୍ଡ ସଭ୍ୟ ପାଇଁ ବି ହେବ ଉପନିର୍ବାଚନ। ୨୬, ୨୮, ୨୯, ୩୦ ଓ ୩୧ରେ ହେବ ନାମାଙ୍କନ ଦାଖଲ। ଜୁନ୍ ୨ରେ ନାମାଙ୍କନ ଯାଞ୍ଚ, ୪ରେ ପ୍ରତ୍ୟାହାର। କାଲି ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ଜାରି ହେବ ନୋଟିସ୍।

powered by social2s

ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା

Details
Odia Ray Admin
ଓଡିଶା
21 May 2025

ଭୁବନେଶ୍ୱର: ଜୁଲାଇ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା । ଏପ୍ରିଲ ୧୬ ରୁ ଆରମ୍ଭ ହୋଇଥିଲା ଯୁକ୍ତ ୩ ଆବେଦନ । ଯେ ପର୍ଯ୍ୟନ୍ତ ଯୁକ୍ତ ୨ ରେଜଲ୍ଟ ବାହାରି ନାହିଁ ସେ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।

powered by social2s

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ଓଡ଼ିଶା ସରକାର

Details
Odia Ray Admin
ଓଡିଶା
21 May 2025

ଭୁବନେଶ୍ୱର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ଓଡ଼ିଶା ସରକାର। ୮୦ ଭାଗରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ବଢ଼ିଲା ଭତ୍ତା ଏବଂ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ନାଗରିକଙ୍କ ବଢିଲା ଭତ୍ତା । ଜୁନ ସୁଦ୍ଧା ୮୦ ବର୍ଷ ହୋଇଥିଲେ ମିଳିବ ୩୫୦୦ ଟଙ୍କା ଭତ୍ତା । ଜୁନ ମାସରୁ ମିଳିବ ବର୍ଦ୍ଧିତ ଭତ୍ତା।

powered by social2s

'ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ଓ ନୀତିନିୟମ ବିଧିକୁ ମାନୁ ନଥିବା ବିଧର୍ମୀ ମାନଙ୍କୁ ଓଡ଼ିଶାର ଜନସାଧାରଣ ସମ୍ପୂର୍ଣ ବିରୋଧ କରିବେ'

Details
Odia Ray Admin
ଓଡିଶା
20 May 2025

ଭୁବନେଶ୍ବର: ବିପଦ ରେ ଶ୍ରୀଜଗନ୍ନାଥ ସଂସ୍କୃତି.. ନିଜ ପାଖରେ ଥିବା ଅମୁଲ୍ୟ ଜିନିଷ କୁ ମହତ୍ୱ ଦେବା ଆରମ୍ଭ କରନ୍ତୁ, ଆମେ ଓଡ଼ିଆ ଆମ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାରି ବଢିଆ, ଶ୍ରୀଜଗନ୍ନାଥଙ୍କ ସଂସ୍କୃତି,ନୀତିନିୟମ ବିଧିକୁ ମାନୁ ନଥିବା ବିଧର୍ମୀ ମାନଙ୍କୁ ଓଡ଼ିଶାର ଜନସାଧାରଣ ସମ୍ପୂର୍ଣ ବିରୋଧ କରିବେ। ଦେଶ, ଧର୍ମ, ସଂସ୍କୃତି, ଓ ଅସ୍ଥିତ୍ବକୁ ରକ୍ଷା କରିବା ପୁରୁଷାର୍ଥ ଅଟେ। ଆଜିର ସାମ୍ବାଦିକ ସମ୍ମିଳନୀ ର ଏହା ହିଁ ସର୍ବ ସମତ୍ତ ପ୍ରତକ୍ରିୟା ପ୍ରକାଶ ପାଇଛି।

 

ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି, ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ, ଜୟ ଜଗନ୍ନାଥ ପରିବାର ଚାରିଟେବୁଲ ଟ୍ରଷ୍ଟ ଓ ଆଧ୍ୟାତ୍ମିକ ସତସଙ୍ଗ ଚେତନା ସମିତି ମିଳିତ ସହଯୋଗରେ କରାଯାଉଛି । ଏହି କାର୍ଯ୍ୟକ୍ରମ ଶ୍ରୀପ୍ରଭାକର ମଲ୍ଲିକ, ଡ଼ ନାରାୟଣ ମହାପାତ୍ର, ଭଗବାନ ଦାଶ, ଅକ୍ଷୟ କୁମାର ନାୟକ ଙ୍କ ସଂଯୋଜନା ରେ ଅନୁଷ୍ଠିତ ହେଇଯାଇଛି । ଆଦିତ୍ୟ ବାହିନୀର ସଭାପତି ପଣ୍ଡିତ ମାତୃ ପ୍ରସାଦ ମିଶ୍ର, ଶ୍ରୀଜଗନ୍ନାଥ ଚିନ୍ତା ଚେତନା ୱାର୍ଲଡ ୱାଇଡ ଅନୁଷ୍ଠାନର ଶ୍ରୀ ସଂଗ୍ରାମ ପଟ୍ଟନାୟକ, ପୁରୀ ଭକ୍ତ ସମାଜର ଡ଼ ଶଶିକାନ୍ତ ରଥ ଭକ୍ତ ଦାସିଆ ବାଉରୀ ପୀଠର ସମ୍ପାଦକ ଘନଶ୍ୟାମ ସ୍ୱାଇଁ, ଭୁବନେଶ୍ୱର ଦୁର୍ଗାପୂଜା ଓ ଶାନ୍ତି କମିଟି ର ପ୍ରମୁଖ ଶ୍ରୀ ମଧୁ ମାଧବ ଜେନା, କର୍ମକର୍ତ୍ତା, କଟକ ମହାନଗର ଶାନ୍ତି କମିଟି ପୂଜାର ଡଃ ଦ୍ବିପାୟନ ପଟ୍ଟନାୟକ, କାର୍ଯ୍ୟକାରୀ ସଭ୍ୟ ଜାତିସଂଘ ସହ ସମ୍ପାଦକ ମହାନଗର ଶାନ୍ତି କମିଟି, ସୁଦୀପ୍ତ ସ୍ବାଇଁ, କାର୍ଯ୍ୟାଳୟ ସମ୍ପାଦକ ମହାନଗର ଶାନ୍ତି କମିଟି, ତଥା ଅନନ୍ତ ବଳିଆ ସେବାସଂଘ କଟକ ର କାର୍ଯ୍ୟକାରୀ ସଭ୍ୟ, ବିଚିତ୍ରାନନ୍ଦ ରାଉତରାୟ, ସଭାପତି ମଧୁପାଟଣା ପୂଜା କମିଟି, ରବିନ୍ଦ୍ରନାଥ ବେହେରା, ଉପସଭାପତି ମହାନଗର ଶାନ୍ତି କମିଟି, ପୂର୍ବାଞ୍ଚଳ ଶାନ୍ତି କମିଟି କଟକ ର ସମ୍ପାଦକ ଶ୍ରୀ ପ୍ରଫୁଲ୍ଲ କୁମାର ସାହୁ, ନିରଞ୍ଜନ ଦାଶ, ସୁରେଶ ଦାଶ, ତ୍ରିଲୋଚନ ନାୟକ, ବଂଶୀଧର ନାୟକ, କମଳଲୋଚନ ଜେନା ଓ ଶ୍ରୀଜଗନ୍ନାଥଙ୍କ ପ୍ରଚାର ଓ ପ୍ରସାର କରୁଥିବା ପ୍ରମୁଖ ଅନୁଷ୍ଠାନର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।

powered by social2s

More Articles ...

  1. ଓଡ଼ିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ ଚୁଡାନ୍ତ
  2. ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
  3. ଆନନ୍ଦ ଉତ୍ସବ ଅବସରରେ ଶାସ୍ତ୍ରୀୟ ନୃତ୍ୟରେ ପ୍ରକମ୍ପିତ ହେଲା ରବୀନ୍ଦ୍ର ମଣ୍ଡପ
Page 445 of 2257
  • Start
  • Prev
  • 440
  • 441
  • 442
  • 443
  • 444
  • 445
  • 446
  • 447
  • 448
  • 449
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.