• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ବସ୍ ଦୁର୍ଘଟଣାଗ୍ରସ୍ତ; ୯ ଆହତ

Details
Odia Ray Admin
ଓଡିଶା
18 May 2025

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ମାର୍ଲବା ଘାଟିରେ ପଥରକୁ ପିଟିଲା ବସ୍। ୯ ଆହତଙ୍କ ମଧ୍ୟରୁ ୨ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଆସୁଥିଲା ‘ଇସ୍ପାତ’ ବସ୍।

powered by social2s

ମାଲବାହୀ ଟ୍ରେନ ଲାଇନଚ୍ୟୁତ

Details
Odia Ray Admin
ଓଡିଶା
18 May 2025

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବିମିଲାଗଡ଼ ରେଳ ଷ୍ଟେସନ ଡ୍ୟାମ୍ ବସ୍ତି ନିକଟରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ ର ୪ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା। ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। ଘଟଣାସ୍ଥଳରେ ପହଞ୍ଚି ରେଳ କର୍ମଚାରୀ ତଦାରଖ କରିଛନ୍ତି। ସେହି ଲାଇନରେ ସମସ୍ତ ରେଳ ଚଳାଚଳ କିଛି ସମୟ ପାଇଁ ବନ୍ଦ ରହିଥିଲା।

powered by social2s

ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ମୟୂରଭଞ୍ଜ ଗସ୍ତ

Details
Odia Ray Admin
ଓଡିଶା
17 May 2025

ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ କଲେ ସମୀକ୍ଷା। ବାରିପଦା: ଆଜି ମନ୍ତ୍ରୀ ଆଇନ, ପୂର୍ତ୍ତ ଓ ଅବକାରୀ, ଓଡିଶା ସରକାର ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ମୟୂରଭଞ୍ଜ ଜିଲ୍ଲାକୁ ୨ଦିନିଆ ଗସ୍ତରେ ଆସି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ଉକ୍ତ ବୈଠକ ରେ ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଡ଼. କୃଷଚନ୍ଦ୍ର ମହାପାତ୍ର, ଲୋକ ସଭା ସାଂସଦ ଶ୍ରୀ ନବ ଚରଣ ମାଝୀ, ରାଜ୍ୟ ସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ, କରଞ୍ଜିଆ ବିଧାୟକ ଶ୍ରୀ ପଦ୍ମ ଚରଣ ହାଇବୁରୁ, ସାରସକଣା ବିଧାୟକ ଶ୍ରୀ ଭାଦବ ହାଁସଦା, ଉଦଳା ବିଧାୟକ ଶ୍ରୀ ଭାସ୍କର ମଢେଇ, ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ ଶ୍ରୀ ଜଲେନ ନାଏକ, ବାଙ୍ଗରିପୋଷୀ ବିଧାୟକ ସୁଶ୍ରୀ ସଞ୍ଜଳୀ ମୁର୍ମୁଙ୍କ ସମେତ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି ଯୋଗ ଦେଇଥିଲେ। ଉକ୍ତ ସମୀକ୍ଷା ବୈଠକରେ ଜିଲ୍ଲାରେ ପୂର୍ତ୍ତ ବିଭାଗର ୨ଟି ଡିଭିଜନ ଯଥା ବାରିପଦା ଓ ରାଇରଙ୍ଗପୁର, ଏନ ଏଚ ଏବଂ ଏନ ଏଚ ଏ ଆଇ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଯଥା ରାସ୍ତା, ପୋଲ, ଗୃହ ନିର୍ମାଣ ଇତ୍ୟାଦି ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଯେଉଁ ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ବା ସମ୍ପୂର୍ଣ୍ଣ ହେବାରେ ଯାହା ଯାହା ପ୍ରତିବନ୍ଧକ ଅଛି ସେ ସମ୍ପର୍କରେ ଆଲୋଚନା କରାଯାଇ ଏହାର କିପରି ସମାଧାନ ହେବ ସେ ସମ୍ଭନ୍ଧ ରେ ପରାମର୍ଶ ଦେଇଥିଲେ। ଏଥି ସହିତ ଜିଲ୍ଲାରେ ଆଗକୁ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ଗୁଡିକ ସମ୍ପର୍କ ରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଯେଉଁ ଗ୍ରାମ୍ୟ ସଡ଼କ ଗୁଡିକ ପୂର୍ତ୍ତ ବିଭାଗ କୁ ହସ୍ତାନ୍ତର ହେବାକୁ ଅଛି, ତୁରନ୍ତ ତାହାର ଏକ ତାଲିକା ପ୍ରସ୍ତୁତ କରିବା ପାଇଁ ମାନ୍ୟବର ପରାମର୍ଶ ଦେଇଥିଲେ। ଜିଲ୍ଳାରେ ପ୍ରକଳ୍ପ ଗୁଡିକ କାର୍ଯ୍ୟକାରିତାର ଅଗ୍ରଗତି ନେଇ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହ ଲୋକଙ୍କ ମୌଳିକ ଆବଶ୍ୟକତା ଗମନାଗମନର ସୁବିଧା ପାଇଁ ଦାୟିତ୍ୱର ସହିତ ପ୍ରକଳ୍ପ କାର୍ଯ୍ୟ ଗୁଡିକ ଧାର୍ଯ୍ୟ ସମୟ ଅବଧି ଭିତରେ ସମ୍ପୂର୍ଣ୍ଣ କରାଇବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଅନୁଷ୍ଠିତ ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସଚିବ ଶ୍ରୀ ରାମ ଚନ୍ଦ୍ର ସୋରେନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରା ନନ୍ଦ ମଲ୍ଲିକ, ବାରିପଦା ଉପ ଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ବାରିପଦା ପୂର୍ତ୍ତ ଡିଭିଜନ ର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ରୋହନ ରୟ, ରାଇରଙ୍ଗପୁର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ସୁମିତ କୁମାର ସାହୁ, ରାଇରଙ୍ଗପୁର ଡିଭିଜନର ଏସ ଡି ଓ ଶ୍ରୀ ଶ୍ୟାମ ସୁନ୍ଦର ହେମ୍ବ୍ରମ ଙ୍କ ସମେତ ଭଦ୍ରକ ପୂର୍ତ୍ତ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ଦେବୀ ପ୍ରସନ୍ନ ଘୋଷ ଏନ ଏଚ ର ଅଧିକ୍ଷଣ ଯନ୍ତ୍ରୀ ରାଜେଶ୍ୱରୀ ପୃଷ୍ଟି, ପି ଡି ଏନ ଏଚ ଏ ଆଇ ର ପ୍ରତିନିଧିଙ୍କ ସମେତ ବିଭାଗୀୟ ପଦାଧିକାରୀ ମାନେ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ଆତଙ୍କ ବାଦ ବିରୁଦ୍ଧରେ ଭାରତୀୟ ସେନାବାହିନୀଙ୍କ ଅପରେସନ ସିନ୍ଦୁରର ସଫଳତା ପାଇଁ ରାଷ୍ଟ୍ରୀୟ ସୁରକ୍ଷା ନାଗରିକ ସମାଜ ପକ୍ଷରୁ ଆୟୋଜିତ ତ୍ରିରଙ୍ଗା ପଦଯାତ୍ରାରେ ମାନ୍ୟବର ମନ୍ତ୍ରୀ ବୃନ୍ଦ, ସାଂସଦ ଓ ବିଧାୟକ ବୃନ୍ଦ ଯୋଗ ଦେଇଥିଲେ।

powered by social2s

ତପସ୍ବିନୀ ଏକ୍ସପ୍ରେସ୍‌କୁ ପଥର ମାଡ଼

Details
Odia Ray Admin
ଓଡିଶା
17 May 2025

ସମ୍ବଲପୁର: ତପସ୍ବିନୀ ଏକ୍ସପ୍ରେସ୍ ଟ୍ରେନ୍‌କୁ ପଥର ମାଡ଼ ହୋଇଛି। ଭାଙ୍ଗିଲା ଟ୍ରେନ୍ କାଚ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ରେଙ୍ଗାଲି ଓ ଝାରସୁଗୁଡ଼ା ମଝିରେ ପଥର ମାଡ଼ ସୂଚନା।

powered by social2s

ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
17 May 2025

ଭୁବନେଶ୍ୱର: ଅପରେସନ୍‍ ସିନ୍ଦୁର’ର ସଫଳତା ପାଳନ ଅବସରରେ ଭୁବନେଶ୍ୱର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନ କରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଲିଙ୍ଗିପୁର ପଞ୍ଚାୟତର ନୂଆଗାଁ ଛକଠାରୁ ଝାଡୁମଲ୍ଲୀ ମନ୍ଦିର ପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ସହିତ ପ୍ରାୟ ୨ କିଲୋମିଟର ଅଞ୍ଚଳ ଶୋଭାଯାତ୍ରା କରିଥିଲେ । ସୂଚନାଯୋଗ୍ୟ ଯେ, ଦେଶବ୍ୟାପୀ ଚଳିତ ମାସ ୧୭ ଓ ୧୮ ତାରିଖରେ ପଞ୍ଚାୟତ ସ୍ତରରେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହେଉଛି । ଶୋଭାଯାତ୍ରାକୁ ଉଦ୍‍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଏହି ତ୍ରିରଙ୍ଗା ଯାତ୍ରା ଆତଙ୍କବାଦ ବିରୋଧରେ ଦେଶର ଅଭିଯାନକୁ ଆହୁରି ସଶକ୍ତ କରିବ । ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ଯେତେବେଳେ ତ୍ରିରଙ୍ଗା ତଳେ ଏକଜୁଟ୍‍ ହେବେ, ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେନାହିଁ । ଆମ ଜାତୀୟ ପତାକା ତ୍ରିରଙ୍ଗା ହେଉଛି, ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ । ସେ ପୁଣି କହିଥିଲେ, ଆମର ସେନାବାହିନୀର ବୀର ଜବାନମାନେ ଆମ ମା’ମାନଙ୍କର ଓ ଭଉଣୀମାନଙ୍କର ସିନ୍ଦୁରର ମର୍ଯ୍ୟାଦା ରଖିଛନ୍ତି, ସେଥିପାଇଁ ମୁଁ ସେମାନଙ୍କୁ ସଲାମ୍‍ କରୁଛି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଜୀଜୀଙ୍କ ନେତୃତ୍ୱରେ ଆମେ ସବୁ ଭାରତୀୟ ନିରାପଦ। ମୋଦୀଜୀ କହିଛନ୍ତି ପ୍ରତ୍ୟେକ ଭାରତୀୟ ଶାନ୍ତି ଓ ସୁରକ୍ଷା ସହିତ ରହିବା ପାଇଁ ଭାରତବର୍ଷ ଶକ୍ତିଶାଳୀ ହେବା ଜରୁରୀ, ଆବଶ୍ୟକ ପଡ଼ିଲେ ଆମ ପାଇଁ ଶକ୍ତି ପ୍ରଦର୍ଶନ ମଧ୍ୟ ଜରୁରୀ ଏବଂ ମୋଦୀଜୀ ଏହାକୁ ଅପରେସନ୍‍ ସିନ୍ଦୁର’ରେ ପ୍ରମାଣିତ କରି ଦେଖାଇଛନ୍ତି । ଅପରେସନ୍‍ ସିନ୍ଦୁର ଆଜି ସାରା ଦେଶକୁ ଆତଙ୍କବାଦ ବିରୋଧୀ ବାର୍ତ୍ତା ଦେଇଛି । ଏହା ମାଧ୍ୟମରେ ସାରା ବିଶ୍ୱକୁ ଭାରତ ଶିଖାଇ ଦେଇଛି ଯେ, ଆତଙ୍କବାଦ ଗତିବିଧି ବିରୋଧରେ Zero tolerance ନୀତି ମଧ୍ୟ ଆମେ ଆପଣେଇପାରୁ । ସେ ପୁଣି କହିଥିଲେ ଯେ, ଆଜି ଦେଶର ସମସ୍ତ ରାଜନୈତିକ ଦଳ ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଏକଜୁଟ୍‍ ହୋଇଛନ୍ତି । ଶତ୍ରୁର ପ୍ରତ୍ୟେକ ଆହ୍ୱାନର ଉଚିତ ଜବାବ ଦେବାପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ତ୍ରିରଙ୍ଗା ଯାତ୍ରା ଆମ ସମସ୍ତଙ୍କୁ ଦେଶପ୍ରେମରେ ବାନ୍ଧି ରଖିବାକୁ ଉଦ୍‍ବୁଦ୍ଧ କରିଛି । ଆମେ ସମସ୍ତେ ଏକାଠି ହୋଇ ମିଳିମିଶି କାମ କଲେ ଜୀବନର ସମସ୍ତ କଠିନ ପରିସ୍ଥିତିକୁ ଦୂର କରିପାରିବା । ଏହି ଶୋଭାଯାତ୍ରାରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂହ, ବିଜେପି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବ୍ଲକ୍‍ ଅଧ୍ୟକ୍ଷା ନିରୂପମା ସାହୁ, ସ୍ଥାନୀୟ ସରପଞ୍ଚ କ୍ଷୀରୋଦ ପ୍ରଧାନ, ସମାଜ ସେବୀ ତଥା ରାଜନେତା ଶ୍ରୀ ଜଗନ୍ନାଥ ପ୍ରଧାନ, ସମାଜସେବୀ ଦିଲ୍ଲୀପ ମହାନ୍ତିଙ୍କ ସମେତ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଯୋଗ ଦେଇଥିଲେ ।

powered by social2s

ବିସ୍କୁଟ୍‌ କାରଖାନାରେ ଅଗ୍ନିକାଣ୍ଡ

Details
Odia Ray Admin
ଓଡିଶା
17 May 2025

କଟକ: କଟକ ଜଗତପୁରରେ ଥିବା ଏକ ବିସ୍କୁଟ୍‌ କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ବିଦ୍ୟତ ସର୍ଟ ସର୍କିଟ ବୋଲି ଜଣାପଡ଼ିଛି। ନିଆଁକୁ ଆୟତ୍ତ କଲେ ୩ଟି ଅଗ୍ନିଶମ ଟିମ୍। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମେସିନ୍ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

powered by social2s

ଓଏମ୍‌ସିର ୭୦ ତମ ପ୍ରତିଷ୍ଠା ଦିବସ

Details
Odia Ray Admin
ଓଡିଶା
16 May 2025

ଭୁବନେଶ୍ୱର : ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ। ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି। OMC, ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ କାର୍ଯ୍ୟ ଦାୟିତ୍ୱପୂର୍ଣ୍ଣ ଭାବେ କରିଆସୁଛି। ରାଜ୍ୟକୁ ଅର୍ଥନୈତିକ ସ୍ତରରେ ସମୃଦ୍ଧ କରିବା ପାଇଁ OMCର ବଳିଷ୍ଠ ଅବଦାନ ରହିଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ OMCର ୭୦ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି। ଏହି ଉପଲକ୍ଷେ ଭୁବନେଶ୍ୱର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୬୦ ଦଶକରେ ମାତ୍ର ୧କୋଟି ଟଙ୍କାର ଆର୍ଥିକ କାରବାର ସହିତ OMC ନିଜର ଯାତ୍ରା ଆରମ୍ଭ କରି ୨୦୨୪-୨୫ ଆର୍ଥିକ ବର୍ଷରେ ୨୩,୬୦୦ କୋଟି ଟଙ୍କାର ଆର୍ଥିକ କାରବାର କରିଛି। ଏହି କାରବାର କେବଳ ଖଣିଜ ପଦାର୍ଥ ଉତ୍ପାଦନ ଓ ବିକ୍ରୟ ମାଧ୍ୟମରେ ହୋଇଛି। ଆଜି OMC ଦେଶରେ ଖଣିଜ ଉତ୍ପାଦନ କାରୀ କମ୍ପାନୀ ମଧ୍ୟରେ ଶ୍ରେଷ୍ଠ ୫ମ ସ୍ଥାନରେ ରହିଛି। OMC କେବଳ ଆମ ରାଜ୍ୟରେ ନୁହେଁ ବରଂ ସାରା ଦେଶରେ ନିଜକୁ ଏକ ଆଦର୍ଶ Profit Making State PSUs ଭାବରେ ପ୍ରତିଷ୍ଠିତ କରିପାରିଛି। OMC ଓଡିଶା ବିକାଶର ସାରଥୀ ଓ ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ ପୁଣି କହିଥିଲେ ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ। କେବଳ କୃଷି ଉପରେ ନିର୍ଭର କରି ଚାଲିଲେ ଆମେ ଆଗକୁ ବଢି ପାରିବା ନାହିଁ। ଆମ ରାଜ୍ୟରେ ଏଥିରେ ପରିବର୍ତ୍ତନ ଆଣିବା ପାଇଁ ଅନେକ ସୁଯୋଗ ରହିଛି। ଆମ ସରକାରଙ୍କ ଲକ୍ଷ୍ୟ ହେଉଛି ଓଡିଶାକୁ ଏକ ମିଶ୍ରିତ ଅର୍ଥନୀତି ଭାବେ ଗଢିତୋଳିବା ପାଇଁ। ଏହି ଲକ୍ଷ୍ୟ ହାସଲ କରିବାକୁ ହେଲେ ଆମକୁ Manufacturing କ୍ଷେତ୍ରରେ ଅଧିକ ଧ୍ୟାନ ଆକର୍ଷଣ କରିବାକୁ ପଡିବ। Manufacturing ପାଇଁ ଆବଶ୍ୟକ କଞ୍ଚାମାଲ ଆମ ରାଜ୍ୟରେ ପ୍ରଚୁର ଭାବେ ଭରପୁର ଅଛି। ପୂର୍ବ ସରକାର ମାନେ ରାଜ୍ୟର ଏହି Industrialization Potential କୁ ଉପଯୋଗ କରିବାରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିଲେ। କିନ୍ତୁ ଆମ ସରକାର ଏହାର ବିପରୀତ ନୀତି ଆପଣେଇଛନ୍ତି। ରାଜ୍ୟର ଖଣିଜ ଦ୍ରବ୍ୟରେ Value Addition କରି ବିକ୍ରୟ କରାଯିବା ନୀତି ଆପଣେଇଛନ୍ତି। ଉଦ୍ୟୋଗୀକରଣ ମାଧ୍ୟମରେ ଦ୍ରୁତ ଶିଳ୍ପାୟନ ପାଇଁ ଆମେ ଶପଥ ନେଇଛୁ ବୋଲି ସେ କହିଥିଲେ। ରାଜ୍ୟରେ ଶିଳ୍ପ ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ପାଇଁ ଓଡିଶା ସରକାରଙ୍କ ଇସ୍ପାତ ଓ ଖଣି ବିଭାଗର ଇ-ନିଲାମ୍ ପ୍ଲାଟଫର୍ମ ମାଧ୍ୟମରେ ଲଙ୍ଗ-ଟର୍ମ ଲିଙ୍କେଜ୍ ପଲିସି ଦ୍ୱାରା ରାଜ୍ୟରେ ପ୍ରତିଷ୍ଠିତ ଶିଳ୍ପ ଗୁଡିକୁ ୮୦ ପ୍ରତିଶତରୁ ଅଧିକ କଞ୍ଚାମାଲ ଉପଲବ୍ଧ କରାଯାଇ ପାରୁଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଆମ ବିକାଶର ମୂଳ ସୂତ୍ରଧର ହେଉଛନ୍ତି ଆମ ଶ୍ରମିକ ଭାଇ ଓ ଭଉଣୀ ମାନେ। ଶ୍ରମିକ ସଶକ୍ତ ହେଲେ ଓଡିଶା ସଶକ୍ତ ହେବ। ଶ୍ରମଦାନ କରି ଓଡିଶାକୁ ସଶକ୍ତ, ସମୃଦ୍ଧ କରୁଥିବାରୁ ଶ୍ରମିକ ଭାଇ ଭଉଣୀ ମାନଙ୍କୁ ସେ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ଷେତ୍ରରେ ମେସିନ୍ ସହିତ ଅଧିକ ଶ୍ରମଶକ୍ତି ନିୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱଦେଇଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ OMC ତାର CSR Activity ଜରିଆରେ ପ୍ରଶଂସନୀୟ କାମ କରୁଛି। ପରିବେଶ ସୁରକ୍ଷା ପାଇଁ ୯୦ ଲକ୍ଷରୁ ଉର୍ଦ୍ଧ୍ୱ ବୃକ୍ଷ ରୋପଣ କରିବାରେ ସଫଳ ହୋଇଛି। ଆଗାମୀ ଦିନରେ ଶିଳ୍ପାୟନକୁ ଦୃଷ୍ଟିରେ ରଖି ଆହୁରି ଅଧିକ ବୃକ୍ଷ ରୋପଣ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। OMC ପରିବେଶ ସହିତ ଶିକ୍ଷା, ସ୍ୱାସ୍ଥ୍ୟ ଓ କ୍ରୀଡାର ବିକାଶ ପାଇଁ ମଧ୍ୟ ଉଦ୍ୟମରତ ଅଛି। ଖଣି ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟଜଳ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ସବୁ କ୍ଷେତ୍ର ପାଇଁ CSR ଜରିଆରେ ଅଧିକ ବିନିଯୋଗ କରି ଲୋକଙ୍କୁ ଅଧିକ ସେବା ଯୋଗାଇଦେବା ପାଇଁ ସେ କହିଥିଲେ। ଏଥି ସହିତ ଖଣି ଅଞ୍ଚଳରେ ଆଇରନ ପିଲେଟ୍ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଡୁବୁନା, ବଡବିଲ ଲୌହ ପଥର ଖଣିର ପୁନଃ ଆରମ୍ଭ କରିବା ସହିତ ବଡବିଲ ଅଞ୍ଚଳର ତିରିଙ୍ଗ ପାହାଡ ଖଣି ଓ ରେଙ୍ଗାଲବେଡା ଆର.ଆର୍ କଲୋନୀକୁ ବିଦ୍ୟୁତ ଯୋଗାଣର ଶୁଭାରମ୍ଭ କରିଥିଲେ, ଏଥିସହିତ ମୁଖ୍ୟମନ୍ତ୍ରୀ କୋଇଡା ଖଣି ଅଞ୍ଚଳରେ ଅବସ୍ଥିତ OMC ଖଣି ଗୁଡିକରେ ୯୦୦ କିଲୋ ୱାଟ୍ ପିକ୍‌ର ସୋଲାର ପ୍ଲାଣ୍ଟ ଉଦ୍‌ଘାଟନ କରିଥିଲେ। କମ୍ପାନୀର କାର୍ଯ୍ୟଦକ୍ଷତାକୁ ଅଧିକ ସୁଦୃଢ କରିବା ପାଇଁ ୪ଟି ଆଇ.ଟି. ମଡ୍ୟୁଲାର ଯଥା- ଲଜିଷ୍ଟିକ୍ ମ୍ୟାନେଜମେଣ୍ଟ ସିଷ୍ଟମ(LMS), OMC ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ (OFMS), OMC ପ୍ଲଟ ଲ୍ୟାଣ୍ଡ ୟୁଟିଲାଇଜେସନ୍ ସିଷ୍ଟମ (OPLUS) ଏବଂ OMC ରିକ୍ରୁଟମେଣ୍ଟ ମ୍ୟାନେଜମେଣ୍ଟ ସିଷ୍ଟମ (ORMS)ର ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ତିନୋଟି ବିଭାଗରେ ସର୍ବୋଚ୍ଚ ପ୍ରଦର୍ଶନ କରିଥିବା OMCର କାର୍ଯ୍ୟକ୍ଷମ ଖଣି ଗୁଡିକ ମଧ୍ୟରୁ ୨୦୨୩-୨୪ ଓ ୨୦୨୪-୨୫ ବର୍ଷ ପାଇଁ ଶ୍ରେଷ୍ଠ ଖଣି କ୍ଷେତ୍ର, ଶ୍ରେଷ୍ଠ ଖଣି ଓ ସୁରକ୍ଷିତ ଖଣି ଏହିଭଳି ତିନୋଟି ବର୍ଗରେ ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ଓଡିଶା ଖଣି ନିଗମର CSR ଭିତ୍ତିକ ପଦକ୍ଷେପ ଉପରେ ପର୍ଯ୍ୟବେଶିତ ଏକ ପତ୍ରିକା ଅତିଥି ମାନେ ଉନ୍ମୋଚନ କରିଥିଲେ । ସୂଚନା ଯୋଗ୍ୟ ଯେ, ଡୁବୁନା ଖଣିର ଲୌହ ପଥର ବାର୍ଷିକ ଉତ୍ପାଦନ କ୍ଷମତା ୩ ନିୟୁତ ଟନ ଏବଂ ମାଙ୍ଗାନିଜ ଉତ୍ପାଦନ କ୍ଷମତା ୦.୦୫ ନିୟୁତ ଟନ ରହିଛି। ଡୁବୁନା ଖଣିରେ ୨୫.୭୭ ନିୟୁତ ଟନ ଲୁହାପଥର ଏବଂ ୨.୬ ନିୟୁତ ଟନ ମାଙ୍ଗାନିଜ ସଂରକ୍ଷିତ ହୋଇ ରହିଛି। କାର୍ଯ୍ୟକ୍ରମରେ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ଓଡିଶାର ଶିଳ୍ପାୟନ କ୍ଷେତ୍ରକୁ ପରିବର୍ତ୍ତନ କରିବାରେ OMCର ଭୂମିକା ଉପରେ ଆଲୋକପାତ କରି କହିଥିଲେ ଯେ ଆଜିଠାରୁ OMCର ୧୮ଟି ଖଣି କାର୍ଯ୍ୟକ୍ଷମ ହେଲା। ଏହା କେବଳ ଖଣିଜ ପଦାର୍ଥ ଉତ୍ପାଦନ କରୁନାହିଁ ଏହା ଏକ ଶକ୍ତିଶାଳୀ, ସ୍ୱାବଲମ୍ବୀ ଓଡିଶାର ମୂଳଦୁଆ ସ୍ଥାପନ କରୁଛି। ଉନ୍ନତ ଉତ୍ପାଦନ ଓ ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ OMC ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ସୁଦୃଢ କରୁଛି। OMCକୁ ଆହୁରି ଚଳଚଞ୍ଚଳ କରିବା ପାଇଁ ସେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଆହ୍ୱାନ ଦେଇଥିଲେ। ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ କହିଥିଲେ ଯେ, ଆମର ପ୍ରାକୃତିକ ସମ୍ପଦର ସଠିକ୍ ବିନିଯୋଗ କରି ଆମେ ବର୍ତ୍ତମାନ ଏକ ଦୁର୍ବଳ ଅର୍ଥନୀତିରୁ ମଧ୍ୟବର୍ତ୍ତୀ ଅର୍ଥନୀତିକୁ ଆସି ପାରିଛୁ। OMC ଦୀର୍ଘ ବର୍ଷ ଧରି ଭଲ ପ୍ରଦର୍ଶନ କରିଆସିଛି। ତଥାପି ଆମକୁ ନିରନ୍ତର ବିକାଶ ପ୍ରକ୍ରିୟାରେ ନୂଆ ଟେକ୍ନୋଲୋଜି ସହିତ ସାମିଲ ହେବାକୁ ପଡିବ। ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଓଏମ୍‌ସିର ଅଧ୍ୟକ୍ଷ ଶ୍ରୀ ସୁରେନ୍ଦ୍ର କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ OMC ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ମୋହନ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ। ନିଗମ ଅଧୀନରେ କାମ କରୁଥିବା ସମସ୍ତ ବିଭାଗୀୟ ଅଧିକାରୀ, କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

powered by social2s

More Articles ...

  1. ଖରାଛୁଟିରେ ମଜାମସ୍ତିରେ ଚାଲିଛି ପାଠପଢ଼ା
  2. ବିଦ୍ୟୁତ ଆଘାତରେ ନାବାଳକର ମୃତ୍ୟୁ
  3. ଜନତାଙ୍କ ସେବକ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Page 448 of 2257
  • Start
  • Prev
  • 443
  • 444
  • 445
  • 446
  • 447
  • 448
  • 449
  • 450
  • 451
  • 452
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.