• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଖରାଛୁଟିରେ ମଜାମସ୍ତିରେ ଚାଲିଛି ପାଠପଢ଼ା

Details
Odia Ray Admin
ଓଡିଶା
16 May 2025

ଭୁବନେଶ୍ୱର: ଖରାଛୁଟିରେ ମଜାମସ୍ତିରେ ଘରେ ବସି ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ଅକ୍ଷର ଶିଖିବାଠୁ ଅଙ୍କ କଷା, ଅବା ବିଭିନ୍ନ ଉପକରଣ ମାଧ୍ୟମରେ ଶିକ୍ଷଣୀୟ ସାମଗ୍ରୀ ତିଆରି କରି ବିଷୟବସ୍ତୁକୁ ଜାଣୁଛନ୍ତି ଛାତ୍ରଛାତ୍ରୀ । ଭଳିକି ଭଳି ଶିକ୍ଷଣାୟ ପଦ୍ଧତି ମାଧ୍ୟମରେ ବିଭିନ୍ନ ସହଜିଆ ପଦ୍ଧତିରେ ଶିକ୍ଷାଗ୍ରହଣ କରୁଛନ୍ତି । ଏମିତି ମଜାଳିଆ ଢ଼ଙ୍ଗରେ ସାରା ରାଜ୍ୟରେ ଖରାଛୁଟିରେ ଚାଲିଛି ‘ଓଡ଼ିଶା ଗ୍ରୀଷ୍ମକାଳୀନ ଶିକ୍ଷା କାର୍ଯ୍ୟକ୍ରମ (Odisha Summer Learning Programme). ରାଜ୍ୟର ସମସ୍ତ ବିଦ୍ୟାଳୟରେ ଖରାଛୁଟି ଚାଲିଛି । ଖରାଛୁଟିରେ ସରକାରୀ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାମାନେ ଯେପରି ପାଠ ସହ ଯୋଡ଼ି ହୋଇ ରହିବେ, ସେହି ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି “ଓଡ଼ିଶା ଗ୍ରୀଷ୍ମକାଳୀନ ଶିକ୍ଷା କାର୍ଯ୍ୟକ୍ରମ” । ଏଥିପାଇଁ ଶିକ୍ଷକଙ୍କ ତତ୍ତ୍ୱାବଧାନରେ ତିଆରି ହୋଇଛି ହ୍ଵାଟ୍ସ୍‌ଆପ୍ ଗ୍ରୁପ୍ । ବର୍ତ୍ତମାନ ସୁଦ୍ଧା ଏହି କାର୍ଯ୍ୟକ୍ରମ ଅଧିନରେ ରାଜ୍ୟରେ ୧ ଲକ୍ଷ ୭୦ ହଜାଇ ୯୩୨ଟି ହ୍ଵାଟ୍ସଆପ୍ ଗ୍ରୁପ୍ ତିଆରି ହୋଇଛି । ଏହି ଗ୍ରୁପ୍‌ରେ ସାରା ରାଜ୍ୟରୁ ପ୍ରାୟ ୧୧ ଲକ୍ଷ ୮ ହଜାର ୮୪୩ରୁ ଅଧିକ ଅଭିଭାବକ ଯୋଡ଼ି ହୋଇଛନ୍ତି । ଶିକ୍ଷକମାନେ ସମୟ ବ୍ୟବଧାନରେ ଶ୍ରେଣୀ ଅନୁସାରେ ବିଭିନ୍ନ ଭିଡିଓ ଓ ଶିକ୍ଷଣୀୟ ବିଷୟ ସବୁକୁ ଗ୍ରୁପରେ ପଠାଉଛନ୍ତି । ଘରେ ଅଭିଭାବକମାନେ ଏସବୁକୁ ଆଧାର କରି ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେଉଛନ୍ତି । ଛାତ୍ରଛାତ୍ରୀ ଯେଭଳି ଖରାଛୁଟିରେ ପାଠକୁ ସମ୍ପୂର୍ଣ ଭୁଲି ଯିବେନି ଓ ମଜାଳିଆ ଢ଼ଙ୍ଗରେ ନିଜ ପାଠକୁ ଜାଣିବେ ସେହି ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏନେଇ ବାଲିପଦାର ତୁଳସୀଚଉରାସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଅଭିଭାବକ ରଶ୍ମିତା ପାତ୍ର କହିଛନ୍ତି, ଖରାଛୁଟିରେ ପିଲାଙ୍କୁ ପାଠସହ ଯୋଡ଼ିରଖିବା ପାଇଁ ଏହା ଏକ ଉତ୍ତମ ମାଧ୍ୟମ । ହ୍ଵାଟ୍ସଆପ୍ ଗ୍ରୁପ୍ ମାଧ୍ୟମରେ ଆମେ ଶିକ୍ଷଣୀୟ ଭିଡିଓ ପାଇପାରୁଛୁ, ଯାହାଦ୍ବାରା ପିଲାଙ୍କୁ ପାଠ ପଢାଇବା ଆମ ପାଇଁ ସହଜ ହୋଇପାରୁଛି । ଗୀତ, ଗପ ଓ ଚିତ୍ର କରିବାକୁ ଦିଆଯାଉଛି । ପିଲାମାନେ ମଧ୍ୟ ଆଗ୍ରହର ସହ ଏସବୁକୁ କରୁଛନ୍ତି, ସବୁ ପ୍ରଶ୍ନର ଉତ୍ତର ଲେଖୁଛନ୍ତି । କାର୍ଯ୍ୟକ୍ରମକୁ ନେଇ ଅନ୍ୟ ଜଣେ ଅଭିଭାବକ ଶ୍ରୀମତୀ ମମତା ବିଶ୍ଵାଳ କହିଛନ୍ତି, ପିଲାମାନେ ଖରାଛୁଟିକୁ ଛୁଟି ଭାବରେ ନେଇ କିଛି ପାଠ ପଢୁନଥିଲେ । ଏବେ କିନ୍ତୁ ଏମିତି ଆଉ ହେଉନାହିଁ ମୋ ଝିଅ ଅଷ୍ଟମ ଶ୍ରେଣୀରେ ପଢୁଛି । ଗ୍ରୀଷ୍ମକାଳୀନ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହେବା ଦିନଠୁ ଶିକ୍ଷକ ଆମକୁ ମୋବାଇଲ୍‌ରେ ବିଭିନ୍ନ ପାଠ ପାଇଁ ଭିଡିଓ ଏବଂ ୟୁଟ୍ୟୁବ୍ ଲିଙ୍କ୍ ଆଦି ଦେଉଛନ୍ତି । ସେହି ଭିଡିଓକୁ ଦେଖି ଆମେ ଶିକ୍ଷକଙ୍କ ସହ ଯୋଡି ହୋଇ ଛୁଆକୁ ପାଠ ପଢ଼ାଉଛୁ । କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯାଉଛି । ପ୍ରଥମରୁ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସପ୍ତାହକୁ ଦୁଇଥର ଏବଂ ପଞ୍ଚମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସପ୍ତାହକୁ ତିନିଥର ଶିକ୍ଷଣୀୟ ବିଷୟ ସବୁ ପଠାଯାଉଛି । ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଶ୍ରେଣୀର ପିଲାଙ୍କ ପାଇଁ ଓଡ଼ିଆ, ଗଣିତ ଓ ପରିବେଶ ବିଜ୍ଞାନ ଉପରେ ବିଭିନ୍ନ ଭିଡ଼ିଓ ପଠାଯାଉଛି । ସେହିପରି ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ପିଲାଙ୍କ ପାଇଁ ଓଡ଼ିଆ, ଗଣିତ, ପରିବେଶ ବିଜ୍ଞାନ ଓ ଇଂରାଜୀ ପାଠ ଭିଡ଼ିଓ ଦିଆଯାଉଛି । ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ପିଲାଙ୍କ ଓଡ଼ିଆ, ଗଣିତ, ପରିବେଶବିଜ୍ଞାନ, ସାମାଜିକ ବିଜ୍ଞାନ ଓ ଇଂରାଜୀ ପାଠ ଭିଡ଼ିଓ ପଠାଯାଉଛି। ଏହାପରେ ଘରେ ଅଭିଭାବକମାନେ ଏହି ଭିଡ଼ିଓ କ୍ଲିପ୍ ଓ ବିଷୟବସ୍ତୁ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେଉଛନ୍ତି । ସେମାନେ ଯାହା ବି ପଢୁଛନ୍ତି ଓ ଲେଖୁଛନ୍ତି ସେସବୁକୁ ଅଭିଭାବକମାନେ ଫଟୋ ଉଠାଇ ପୁଣିଥରେ ଗ୍ରୁପ୍‌ରେ ପଠାଉଛନ୍ତି । ଫଳରେ ପିଲାମାନେ କେତେଦୂର ଏସବୁକୁ ଜାଣିପାରିଲେ, ସେନେଇ ଶିକ୍ଷକମାନେ ସମୀକ୍ଷା କରିପାରୁଛନ୍ତି । ସ୍କୁଲରୁ ଖରାଛୁଟି ପାଇଁ ଦିଆଯାଇଥିବା ଘରପାଠକୁ ମଧ୍ୟ ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମ ଅଧୀନରେ ଶିକ୍ଷକଙ୍କଠୁ ବୁଝି କରୁଛନ୍ତି ।

powered by social2s

ବିଦ୍ୟୁତ ଆଘାତରେ ନାବାଳକର ମୃତ୍ୟୁ

Details
Odia Ray Admin
ଓଡିଶା
16 May 2025

ସୋର: ବିଦ୍ୟୁତ୍‌ ଆଘାତରେ ୧୨ ବର୍ଷୀୟ ନାବାଳକର ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଜିରିତାଳ ଗାଁରେ ଅଭାବନୀୟ ଘଟଣା ଘଟିଛି। ଘରେ ପାଣି ଦେଉଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସୂଚନା।

powered by social2s

ଭୁବନେଶ୍ୱର ଓୟୋ ହୋଟେଲରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

Details
Odia Ray Admin
ଓଡିଶା
15 May 2025

ଭୁବନେଶ୍ୱର : ଭୁବନେଶ୍ୱର ଜାଗମରାରେ ଥିବା ଏକ ଓୟୋ ହୋଟେଲରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ନୟାଗଡ଼ ଜିଲ୍ଲାର ସୋନାଲି ମହାପାତ୍ର। ସେ ଏକ ବ୍ୟାଙ୍କରେ କାର୍ଯ୍ୟ କରୁଥିଲେ। ଦୁଇ ମହଲା ଛାତରୁ ତଳକୁ ଖସିପଡ଼ି ତାଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳେ ରୁମରେ ଥିଲେ ଯୁବତୀଙ୍କ ପୁରୁଷ ବନ୍ଧୁ। ପୁରୁଷ ବନ୍ଧୁଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ଖଣ୍ଡଗିରି ଥାନା ପୋଲିସ।

powered by social2s

କମ୍ପାନୀ ସଚିବ ମାନଙ୍କର ଦ୍ଵିତୀୟ ରାଜ୍ୟସ୍ତରୀୟ ସମ୍ମିଳନୀ ଅୟୋଜିତ

Details
Odia Ray Admin
ଓଡିଶା
14 May 2025

ଭୁବନେଶ୍ୱର: ଭାରତୀୟ କମ୍ପାନୀ ସଚିବ ପ୍ରତିଷ୍ଠାନ ର ଓଡ଼ିଶା ଶାଖା ଦ୍ଵାରା କମ୍ପାନୀ ସଚିବ ମାନଙ୍କର ଦ୍ଵିତୀୟ ରାଜ୍ୟସ୍ତରୀୟ ସମ୍ମିଳନୀ ମେ ୧୪ ତାରିଖ ଦିନ ଭୁବନେଶ୍ଵର ସ୍ଥିତ ହୋଟେଲ ମେ ଫେୟାର ଠାରେ ଉତ୍ଥାନ 'Role Of CS Beyond Corporate Boundaries' ଶୀର୍ଷକ ରେ ଅନୁଷ୍ଠିତ ହୋଇ ଯାଇଅଛି । ଉକ୍ତ ସମ୍ମିଳନୀ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଶିଳ୍ପ ଦକ୍ଷତା ବିକାଶ ଏବଂ ବୈଷ୍ୟୟିକ ଶିକ୍ଷା ବିଭାଗର ର ରାଜ୍ୟ ମନ୍ତ୍ରୀ  (ସ୍ଵାଧୀନ) ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗ ଦେଇ ଦେଶ ବିକାଶରେ କମ୍ପାନୀ ସଚିବ ମାନକର ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ. ଏଥିସହିତ ବରେଣ୍ୟ ମୁଖ୍ୟ ମନ୍ତ୍ରୀ ଙ୍କର ସମୃଦ୍ଧ ଓଡ଼ିଶା ତଥା ବିକଶିତ ଭାରତ ଅଭିଯାନ ରେ ସାମିଲ ହୋଇ ଦେଶ ଏବଂ ରାଜ୍ୟ କୁ ବିକାଶ ପଥରେ ଅଗ୍ରସର କରିବାରେ ଅଗ୍ରଣୀ ଭୂମିକାରେ ଅବତୀର୍ଣ୍ଣ ହେବା ନିମନ୍ତେ ଆହ୍ଵାନ ଦେଇ ଥିଲେ. ତତ୍ ସହିତ MSME କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ପ୍ରତ୍ୟକ୍ଷ ଭୂମିକା ଗ୍ରହଣ କରିବାକୁ ଅନୁରୋଧ କରିଥିଲେ ସେହିପରି ସମ୍ମାନିତ ଅତିଥି ଭାବେ ଓଡ଼ିଶା ତାପଜ ବିଦ୍ୟୁତ୍ ନିଗମ ର ଅର୍ଥ ନିର୍ଦ୍ଦେଶକ ଶ୍ରୀ ଗଗନ ବିହାରୀ ସ୍ୱାଇଁ ଯୋଗ ଦେଇ କମ୍ପାନୀ ସଚିବ ମାନଙ୍କର କର୍ପୋରେଟ GOVERNANCE କ୍ଷେତ୍ରରେ ଉଲ୍ଲେଖ ନୀୟ ଅବଦାନ ନିମନ୍ତେ ସାଧୁବାଦ୍ ଜଣେଇ ଥିଲେ ଏବଂ ଦେଶର ଅର୍ଥ ବ୍ୟବସ୍ଥା ଉପରେ ଆଲୋକପାତ କରିବା ସହ ଏଥିରେ PROFESSIONAL ମାନଙ୍କ ଭୂମିକା ଉପରେ ଆଲୋଚନା କରିଥିଲେ।  . ସେହିପରି ଅନ୍ୟ ମାନଙ୍କ ମଧ୍ୟରେ ସଂସ୍ଥାନର ପୂର୍ବ କ୍ଷେତ୍ର ର ଅଧ୍ୟକ୍ଷ ଶ୍ରୀ ଅନୁଜ୍ ଶାରଶ୍ଵତ, ପୂର୍ବତନ ଅଧ୍ୟକ୍ଷ ଶ୍ରୀ ସୌମ୍ୟ ସୁଜିତ୍ ମିଶ୍ର, କମ୍ପାନୀ ସଚିବ ସଂସ୍ଥାନ ର ଭୁବନେଶ୍ଵର  ଶାଖାର ଅଧ୍ୟକ୍ଷ ଶ୍ରୀମତୀ ସସ୍ମିତା ପଣ୍ଡା, ଉପାଧ୍ୟକ୍ଷ ଶ୍ରୀ ଶ୍ରିମନ୍ତ ବାବୁ,  ସମ୍ପାଦକ ନୀଳକଂଠ ସାମଲ ପ୍ରମୁଖ ଅଭିଭାଷଣ ପ୍ରଦାନ କରି ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସଂସ୍ଥାନ ର ପୂର୍ବତନ ପ୍ରାନ୍ତୀୟ ଅଧ୍ୟକ୍ଷ ଶ୍ରୀ ପ୍ରିୟଦର୍ଶୀ ନାୟକ, ପୂର୍ବତନ ଅଧ୍ୟକ୍ଷ  ଶ୍ରୀ ଜ୍ୟୋତିର୍ମୟ ମିଶ୍ର, ଶ୍ରୀ ରୁଦ୍ରମାଧବ ସାହୁ, ବିମଳ ପ୍ରସାଦ ପଟ୍ଟନାୟକ,  କୋଷାଧ୍ୟକ୍ଷ ଶ୍ରୀ ଜ୍ୟୋତିର୍ମୟ ପାଣିଗ୍ରାହି କର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଉକ୍ତ କର୍ମଶାଳା ରେ ହାରାହାରି ୨୦୦ ଜଣ କମ୍ପାନୀ ସଚିବ ଯୋଗ ଦେଇଥିଲେ। ଏଥିରେ କମ୍ପାନୀ ଆଇନ ୨୦୧୩ ର ବିଭିନ୍ନ ଦିଗ ଉପରେ ଆଲୋଚନା କରା ଯାଇଥିଲା । ଉକ୍ତ କର୍ମଶାଳା ରେ ବରିଷ୍ଠ କମ୍ପାନୀ ସଚିବ ଶ୍ରୀ ଦେବାଶିଷ ପାଣିଗ୍ରାହି, ସର୍ବୋଚ୍ଚ ନ୍ୟାୟାଳୟ ର ଅଧିବକ୍ତା ଶ୍ରୀ ସତ୍ବିନ୍ଦର୍ ସିଂ, Executive Director and Global CFO ଶ୍ରୀମତୀ ପ୍ରିୟଙ୍କା ଗଠାନି, କମ୍ପାନୀ ସଚିବ ଶ୍ରୀ ସନ୍ତୋଷ କୁମାର ପ୍ରମୁଖ ଯୋଗଦେଇ ଉପସ୍ଥିତ କମ୍ପାନୀ ସଚିବ ମାନଙ୍କୁ ଉଦବୋଧନ ଦେଇଥିଲେ । ସେହିପରି s Session Moderator ଭାବେ CS Saroj kumar Ray, ଶ୍ରୀ ବିଶ୍ୱଜିତ୍ ମହାପାତ୍ର ଏବଂ ଶ୍ରୀମତି ସୁଜାତା ସରକାର କର୍ମଶାଳା ର ବିଭିନ୍ନ ବିଷୟ ଆଲୋଚନା ରେ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ଶାଖା ତରଫରୁ ଏକ ସ୍ମରଣିକା ଉନ୍ମୋଚନ କରା ଯାଇଥିଲା ।

powered by social2s

ଜନତାଙ୍କ ସେବକ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Details
Odia Ray Admin
ଓଡିଶା
15 May 2025

ଭୁବନେଶ୍ୱର: ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ, ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ, ଏହାହିଁ ଆମର ଉଦ୍ଦେଶ୍ୟ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀରେ ପରାମର୍ଶ ଦେଇଛନ୍ତି । ବୈଠକରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାରେ ସବୁ ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ସରକାରଙ୍କ ସଫଳତା ନିର୍ଭର କରେ। ବ୍ଲକ ସ୍ତରରେ ହିଁ ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ଜନସାଧାରଣ ମାନଙ୍କ ପାଖକୁ ପହଞ୍ଚେ। ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି। ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କୁ ଛାଡ଼ିଦେଲା ପରେ, Chief Development Officer ଏବଂ ବ୍ଲକ୍‍ ସ୍ତରରେ ବିଡିଓ’ଙ୍କର ଗୁରୁଦାୟିତ୍ୱ ରହିଛି। ଆପଣମାନେ କ୍ଷେତ୍ର ସ୍ତରରେ ଲୋକଙ୍କ ସହିତ ସିଧାସଳଖ ମିଶନ୍ତି। ସେମାନଙ୍କର ସୁବିଧା ଅସୁବିଧା ଜାଣନ୍ତି। ତେଣୁ ମୁଖ୍ୟ କଥା ହେଉଛି, ସରକାରଙ୍କ ସବୁ ଯୋଜନାକୁ ଆପଣମାନେ ଲୋକଙ୍କ ପାଖକୁ ଠିକ୍‍ ଭାବରେ ପହଞ୍ଚାନ୍ତୁ। ସେମାନଙ୍କୁ କୌଣସି ପରିସ୍ଥିତିରେ ଦୟାର ପାତ୍ର ବୋଲି ଭାବିବେ ନାହିଁ । ଯୋଜନାଗୁଡ଼ିକ ହେଉଛି କେବଳ ଲୋକଙ୍କ ପାଇଁ। ଏହା ସେମାନଙ୍କ ଅଧିକାର। ସରକାର ଓ ଲୋକଙ୍କ ଭିତରେ ଆପଣମାନେ ହେଉଛନ୍ତି ସେତୁ। ସେତୁ ସୁଦୃଢ଼ ଓ ପ୍ରଶସ୍ତ ହେଲେ ଯୋଗାଯୋଗ ବ୍ୟବସ୍ଥା ଭଲ ହୁଏ ବୋଲି ସେ କହିଥିଲେ। ସେ ପୁଣି କହିଥିଲେଯେ, ଆପଣମାନେ ନିଜକୁ ଜନସେବକ ଭାବି କାମ କରନ୍ତୁ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦୀଜୀ ସବୁବେଳେ ନିଜକୁ ପ୍ରଧାନ ସେବକ ବୋଲି କହି ଆସିଛନ୍ତି । ମୁଁ ମଧ୍ୟ ନିଜକୁ ଓଡ଼ିଶାର ମୁଖ୍ୟ ସେବକ ବୋଲି ମନେକରେ । ଆପଣ ନିଯୁକ୍ତି ପାଇଛନ୍ତି ଲୋକଙ୍କ ସେବା କରିବା ପାଇଁ, ତେଣୁ ସେବା ମନୋଭାବ ନେଇ ନିଷ୍ଠାର ସହ କାମ କରିବା ଆପଣମାନଙ୍କ ଦାୟିତ୍ୱ । ମୁଁ ଏଠାରେ ସ୍ପଷ୍ଟ ଭାବରେ କହିବାକୁ ଚାହେଁ ଯେ, ଦାୟିତ୍ୱରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯିବ। ଦୁର୍ନୀତି କିମ୍ବା ଅବହେଳା କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ । ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମୁଖ୍ୟତଃ ବିଭିନ୍ନ ଦାରିଦ୍ର୍ୟ ଦୂରୀକରଣ ଯୋଜନାକୁ ତ୍ୱରାନ୍ୱିତ କରି ଗ୍ରାମାଞ୍ଚଳରେ ଗରିବ ଓ ଆର୍ଥିକ ଅନଗ୍ରସର ଲୋକମାନଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛି। ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିକାଶ ପ୍ରକ୍ରିୟାରେ ସାମିଲ କରିବା ପାଇଁ ରାଜ୍ୟ ସରକାର ଅନେକ ଲୋକାଭିମୁଖୀ ଯୋଜନା ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଅନ୍ତ୍ୟୋଦୟ ଗୃହ ଯୋଜନା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଗ୍ରାମୀଣ ଜଳଯୋଗାଣ ଓ ପରିମଳ, ବିକଶିତ ଗାଁ ବିକଶିତ ଓଡ଼ିଶା, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା, ସୁଭଦ୍ରା, ଭିଜନ ୨୦୩୬ ଓ ୨୦୪୭ ଭଳି ଅନେକ ଯୋଜନା ଜନହିତରେ କାର୍ଯ୍ୟ କରୁଛି ଓ କରିବାକୁ ଯାଉଛି, ଏହାର ସଫଳ ରୂପାୟନର ଗୁରୁ ଦାୟିତ୍ୱ ଆପଣଙ୍କର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାର କାର୍ଯ୍ୟକାରୀତା ଉପରେ ଆଲୋକପାତ କରି କହିଥିଲେ, MGNREGSରେ ଅନ୍ୟୁନ୍ୟ ପକ୍ଷେ ବର୍ଷକୁ ୧୦୦ ଦିନର କର୍ମ ନିଯୁକ୍ତି ଯୋଗାଇଦେବା ସହ ଏହି ସବୁ କାର୍ଯ୍ୟରେ ମେସିନ୍ ବଦଳରେ ମାନବ ଶକ୍ତିର ଅଧିକ ଉପଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଗ୍ରାମାଞ୍ଚଳର ଲୋକମାନେ ରୋଜଗାର ପାଇବା ସହିତ ଦାଦନ ସମସ୍ୟା ଦୂରିଭୁତ ହେବ। ସେ କହିଥିଲେ ଯେ, ପ୍ରକଳ୍ପ ଗୁଡିକ ପୂର୍ଣ୍ଣାଙ୍ଗ କରିବା ପାଇଁ ହେଲେ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରଖି କାମ କରନ୍ତୁ ଓ ନିୟମିତ ଭାବରେ କ୍ଷେତ୍ର ପରିଦର୍ଶନ କରି ପ୍ରକଳ୍ପର କାର୍ଯ୍ୟକାରୀତା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ସେ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାୟକ କହିଥିଲେ ଯେ, ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଚିନ୍ତାଧାରା ଗାଁର ବିକାଶ ନହେଲେ ଦେଶର ବିକାଶ ହେବ ନାହିଁ। ଏହି ଦୃଷ୍ଟିକୋଣ ଆଧାରରେ ଆମେ କାମ କରୁଛୁ। ନୂଆ ସରକାରଙ୍କ ଆଭିମୁଖ୍ୟ ଓ ଦାୟିତ୍ୱବୋଧତାକୁ ଆପଣମାନେ ପ୍ରାଥମିକତା ଦେଇଛନ୍ତି । ସରକାରଙ୍କ ଯୋଜନାକୁ ସଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇଲେ, ସରକାରଙ୍କର ସଠିକ ମୂଲ୍ୟାଙ୍କନ ହୋଇ ପାରିବ ଓ ମୁଖ୍ୟମନ୍ତ୍ରୀଙ୍କ ଉତ୍ସାହ ଆମକୁ ସଫଳ କରାଇବ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ବିକଶିତ ଓଡିଶାର ରୋଡମ୍ୟାପରେ ଗାଁର ବିକାଶକୁ ହିଁ ଆମେ ପ୍ରାଥମିକତା ଦେଇଛୁ। ଏଣୁ ପ୍ରତ୍ୟେକ ବ୍ଲକରେ ଏହି ବିକାଶର ମନ୍ତ୍ରକୁ ଲୋକଙ୍କ ପାଖରେ ପହଞ୍ଚାଇବାର କାମ ହେଉଛି ଆପଣ ମାନଙ୍କର । କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀଯୁକ୍ତ ଗିରୀଶ ଏସ.ଏନ. ସ୍ୱାଗତଭାଷଣ ଦେଇଥିବା ବେଳେ, ନିର୍ଦ୍ଦେଶକ, ପାନୀୟ ଜଳ ଓ ପରିମଳ ଶ୍ରୀଯୁକ୍ତ ଭିନୀତ ଭରଦ୍ୱାଜ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଦ୍ବି-ଦିବସୀୟ କର୍ମଶାଳା ତଥା ବୈଠକରେ ୩୦ଟି ଜିଲ୍ଲାର ମୁଖ୍ୟ ଉନ୍ନୟନ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ଏବଂ ୩୧୪ ବ୍ଳକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନେ ଯୋଗ ଦେଇଥିଲେ।

powered by social2s

ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ SEBC ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ ଆରକ୍ଷଣ ବ୍ୟବସ୍ଥା ଲାଗୁ କରିବା ନିମନ୍ତେ କ୍ୟାବିନେଟରେ ପ୍ରସ୍ତାବ ଅନୁମୋଦିତ

Details
Odia Ray Admin
ଓଡିଶା
14 May 2025

ଭୁବନେଶ୍ୱର: ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ SEBC ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ ଆରକ୍ଷଣ ବ୍ୟବସ୍ଥା ଲାଗୁ କରିବା ନିମନ୍ତେ ଆଜି କ୍ୟାବିନେଟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି। ଏହି ଆରକ୍ଷଣ ନୀତି ଅନୁସାରେ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ SEBC ବର୍ଗର ଛାତ୍ରଛାତ୍ରୀମାନଙ୍କର ନାମଲେଖା ପାଇଁ ୧୧.୨୫% ଆସନ ଆରକ୍ଷଣ ବ୍ୟବସ୍ଥା ଲାଗୁ କରାଯିବ। ଏହାକୁ ଚଳିତ ଶିକ୍ଷାବର୍ଷ ଅର୍ଥାତ ଶିକ୍ଷାବର୍ଷ ୨୦୨୫–୨୬ ରୁ ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ପ୍ରଚଳନ କରାଯିବ। ଏହି ଆରକ୍ଷଣ ବ୍ୟବସ୍ଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସ୍ନାତକ, ସ୍ନାତକୋତ୍ତର, ଶିକ୍ଷକଶିକ୍ଷା ଓ ଆଇନ ପାଠ୍ୟକ୍ରମ (UG, PG, Teacher Education, LLB/Integrated Law) ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ (+୨) ପାଠ୍ୟକ୍ରମ, ଶିକ୍ଷକ ଶିକ୍ଷା ଓ ଧନ୍ଦାମୂଳକ ପାଠ୍ୟକ୍ରମ (+2/HSS, Teacher Training & Vocational Education), ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ସ୍ନାତକ (ପ୍ରଦର୍ଶନକଳା) ପାଠ୍ୟକ୍ରମ (Bachelor in Performing Arts) ଏବଂ କ୍ରୀଡା ଓ ଯୁବସେବା ବିଭାଗର ବି.ପି.ଏଡ୍/ଏମ.ପି.ଏଡ୍ (B.P.Ed./M.P.Ed.) ପାଠ୍ୟକ୍ରମରେ ଲାଗୁ କରାଯିବ। ଏହି ବ୍ୟବସ୍ଥା ଲାଗୁ ହେବା ପରେ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଅନୁସୂଚିତ ଜନଜାତି ବର୍ଗର (ST)ଛାତ୍ରଛାତ୍ରୀମାନଙ୍କ ପାଇଁ ୨୨.୫%, ଅନୁସୂଚିତ ଜାତି ବର୍ଗର (SC) ଛାତ୍ରଛାତ୍ରୀମାନଙ୍କ ଲାଗି ୧୬.୨୫%, SEBCବର୍ଗ ର ଛାତ୍ରଛାତ୍ରୀଙ୍କ ପାଇଁ ୧୧.୨୫%, ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ପାଇଁ ୫% ଓ ପୂର୍ବତନ ସେନାଙ୍କ ପରିବାରର ଛାତ୍ରଛାତ୍ରୀମାନଙ୍କ ପାଇଁ ୧% ଆସନ ଆରକ୍ଷିତ ରହିବ। ରାଜ୍ୟରେ ଆଗରୁ କେବଳ ସରକାରୀ ଚାକିରି କ୍ଷେତ୍ରରେ SEBC ବର୍ଗ ପାଇଁ ଆରକ୍ଷଣ ବ୍ୟବସ୍ଥା ରହିଥିବା ବେଳେ ଉଚ୍ଚଶିକ୍ଷା ବ୍ୟବସ୍ଥାରେ ଏହାକୁ ଲାଗୁ କରାଯାଇନଥିଲା। ଯାହାଫଳରେ SEBC ବର୍ଗର ବହୁ ମେଧାବୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ଏକ ବାଧକ ସାଜିଥିଲା।ଆଜି କ୍ୟାବିନେଟର ନିଷ୍ପତ୍ତି ପରେ SEBC ବର୍ଗ ପାଇଁ ଉଚ୍ଚଶିକ୍ଷାରେ ଆରକ୍ଷଣ ବ୍ୟବସ୍ଥା ଲାଗୁହେବ। ରାଜ୍ୟରେ ଶିକ୍ଷା କ୍ଷେତ୍ରର ସାମଗ୍ରିକ ବିକାଶକୁ ଏହି ନିଷ୍ପତ୍ତି ଦ୍ୱାରା ସୁନିଶ୍ଚିତ କରାଯାଇଛି। ଏହି ନିଷ୍ପତ୍ତି ଦ୍ୱାରା ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ରାଜ୍ୟରେ ଶିକ୍ଷାନୁଷ୍ଠାନମାନଙ୍କରେ ମୋଟ ନାମଲେଖା ଅନୁପାତ (Gross Enrolment Ratio) ବୃଦ୍ଧି ହେବାର ମଧ୍ୟ ଲକ୍ଷ୍ୟ ରହିଛି।

powered by social2s

ଅପରେସନ୍‍ ସିନ୍ଦୁର’ର ସଫଳତା: ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ

Details
Odia Ray Admin
ଓଡିଶା
14 May 2025

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ। ଏହି ଯାତ୍ରା, ସକାଳ ୮ଟାରେ କଳିଙ୍ଗ ଷ୍ଟାଡିଅମ ଠାରୁ ଆରମ୍ଭ ହୋଇ ରାଜଭବନ ପର୍ଯ୍ୟନ୍ତ ହୋଇଥିବା ବେଳେ, ପୋଲିସ ବାହିନୀ, ସୁରକ୍ଷା ବାହିନୀ, ଲୋକପ୍ରତିନିଧି ଏବଂ ସାଧାରଣ ଜନତା ଏହି ରାଲିରେ, ନିଜ ସହିତ ତ୍ରିରଙ୍ଗା ପତାକା ଧରି ବାଇକ ଚଳାଇ ବନ୍ଦେ ମା ତରଂ ଧ୍ଵନି ଦେଇ ସହର ପରିକ୍ରମା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେଯେ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜିର ଏହି ତ୍ରିରଙ୍ଗା ବାଇକ୍ ଯାତ୍ରା ଆତଙ୍କବାଦ ବିରୁଦ୍ଧରେ ଦେଶର ଅଭିଯାନକୁ ଆହୁରି ସଶକ୍ତ କରିବ। ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ୍‍ ହେବେ, ସେତେବେଳେ କୌଣସି ଶକ୍ତି ଆମ ବିରୁଦ୍ଧରେ ସଫଳ ହେବେ ନାହିଁ । ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣୀତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ । ଗତବର୍ଷ ଅଗଷ୍ଟ ୧୪ ତାରିଖରେ ମଧ୍ୟ ତ୍ରିରଙ୍ଗା ଯାତ୍ରାରେ ମୁଁ ଯୋଗ ଦେଇଥିଲି। ସମସ୍ତଙ୍କ ଭିତରେ ଥିବା ଅଭୂତପୂର୍ବ ଉତ୍ସାହକୁ ଦେଖି ମୁଁ ନିଜେ ମଧ୍ୟ ଖୁବ୍‍ ଉତ୍ସାହିତ ହୋଇଥିଲି। ଆଜି ମଧ୍ୟ ଠିକ୍‍ ସେହିଭଳି ପରିସ୍ଥିତି ଆସିଛି। ଅପରେସନ୍‍ ସିନ୍ଦୁର’ର ସଫଳତା ଆମର ମା’ମାନଙ୍କ ଓ ଭଉଣୀମାନଙ୍କ ସଂକଳ୍ପର ସଫଳତା। ଆମର ସେନାବାହିନୀର ବୀର ଜବାନମାନେ ସିନ୍ଦୁର’ର ମର୍ଯ୍ୟାଦା ରଖିଛନ୍ତି। ସେଥିପାଇଁ ମୁଁ ଆମ ଦେଶର ବୀର ଜବାନ ମାନଙ୍କୁ ପୁଣି ଥରେ ହୃଦୟରୁ କୋଟି ସମ୍ମାନ ଜଣାଉଛି ବୋଲି ସେ କହିଥିଲେ। ସେ ପୁଣି କହିଥିଲେଯେ, ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଆମେ ସବୁ ଭାରତୀୟ ନିରାପଦ। ପ୍ରଧାନମନ୍ତ୍ରୀ ମୋଦୀଜୀ କହିଛନ୍ତି ପ୍ରତ୍ୟେକ ଭାରତୀୟ ଶାନ୍ତି ଓ ସୁରକ୍ଷାର ସହ ରହିବା ପାଇଁ ଭାରତବର୍ଷ ଶକ୍ତିଶାଳୀ ହେବା ଜରୁରୀ । ଆବଶ୍ୟକ ପଡିଲେ ଆମ ପାଇଁ ଶକ୍ତି ପ୍ରଦର୍ଶନ ମଧ୍ୟ ଜରୁରୀ ଏବଂ ମୋଦୀଜୀ ଏହାକୁ ଅପରେଶନ ସିନ୍ଦୁରରେ ପ୍ରମାଣିତ କରି ଦେଖାଇଛନ୍ତି। ପରମାଣୁ ଶକ୍ତିର ବ୍ଲାକ୍‌ମେଲିଂକୁ ଭାରତ ଭୃକ୍ଷେପ କରିବ ନାହିଁ ବୋଲି ମୋଦୀଜୀଙ୍କ ଯେଉଁ ଦୃଢ ଚେତାବନୀ ଆଜି ସାରା ବିଶ୍ବରେ ପ୍ରତିଧ୍ବନିତ ହେଉଛି। ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ, ଶ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ।

powered by social2s

More Articles ...

  1. ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର
  2. ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ
  3. OPSC ଓ OSSCର ନୂତନ ସଦସ୍ୟ ନିଯୁକ୍ତ
Page 449 of 2257
  • Start
  • Prev
  • 444
  • 445
  • 446
  • 447
  • 448
  • 449
  • 450
  • 451
  • 452
  • 453
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.