• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ନାଳକୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

Details
Odia Ray Admin
ଓଡିଶା
06 May 2025

ବାଲେଶ୍ୱର : ବାଲେଶ୍ୱର ଉପକଣ୍ଠ କାଶୀମିଲା ନିକଟରେ ଟ୍ରାକ୍ଟରକୁ ଧକ୍କା ଦେଇ ନାଳକୁ ଖସିଲା ବସ୍। ବସ୍ ରେ ଥିବା ୪୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ସ୍ଥାନୀୟ ଲୋକେ। ଏକାଧିକ ଯାତ୍ରୀ ଆହତ ହୋଇଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବିଚିତ୍ରପୁରରୁ ବାଲେଶ୍ୱର ଆସୁଥିବା ବେଳେ ରାସ୍ତାରୁ ୨୦ ଫୁଟ ତଳକୁ ଖସି ଓଲଟିଥିଲା ବସ୍।

powered by social2s

ଭୁବମେଶ୍ୱରରେ ଯୁବକଙ୍କ ଉପରେ ଚଢ଼ିଗଲା ଟ୍ରକ୍

Details
Odia Ray Admin
ଓଡିଶା
06 May 2025

ଭୁବନେଶ୍ୱର : ଭୁବନେଶ୍ୱର କଳିଙ୍ଗ ବିହାର ଛକରେ ଜଣେ ଯୁବକଙ୍କ ଉପରେ ଚଢ଼ିଗଲା ହାଇୱା ଟ୍ରକ୍। ମୃତକ ଗଞ୍ଜାମ ଜିଲ୍ଲାର ଭଞ୍ଜ ନାୟକ। ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା। ସେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିଲେ। ଆଜି ସକାଳେ କାମରେ ବାହାରିଥିଲେ। ତେବେ ଦ୍ରୁତ ଗତିରେ ଗାଡ଼ି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା କହି ମୃତକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଛନ୍ତି ସ୍ଥାନୀୟ ଲୋକେ। ଟ୍ରକ୍ ସହ ଚାଳକ ଥାନାରେ ଅଟକ ଥିବା ସୂଚନା।

powered by social2s

ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Details
Odia Ray Admin
ଓଡିଶା
05 May 2025

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି । ଶ୍ରୀଜଗନ୍ନାଥଙ୍କର ମନ୍ଦିର ଦିଘାଠାରେ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଅନ୍ତରୀଣ ତଦନ୍ତ କମିଟି କରିଥିବା ରିପୋର୍ଟକୁ ଡ. ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରିଛନ୍ତି । ଏହି ରିପୋର୍ଟ ଗ୍ରହଣ ପରେ ଗଣମାଧମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ଦିଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଅନ୍ତରୀଣ ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖା ଯାଇଥିଲା । ଆଜି ଏହାର ରିପୋର୍ଟ ଆମର ହସ୍ତଗତ ହୋଇଛି । ମହାରଣା ସେବକ, ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ନିଯୋଗ, ଦାଇତାପତି ନିଯୋଗ ଓ ଯେଉଁମାନେ ଦିଘା ମନ୍ଦିର ଯାଇଥିଲେ ସେମାନଙ୍କୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତିନିଦିନ ଧରି ମାରାଥନ ବୈଠକ ଅନୁଷ୍ଠିତ ହୋଇଥିଲା । ଏହା ପରେ ସମସ୍ତ ଦିଗକୁ ଅନୁଧ୍ୟାନ କରି ବିଭିନ୍ନ ପ୍ରସ୍ତାବ ଏବଂ ବିସ୍ତୃତ ରିପୋର୍ଟକୁ ରାଜ୍ୟ ସରକାରଙ୍କୁ ଦାଖଲ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବା ସହ ଏହି ରିପୋର୍ଟକୁ ସଂପୂର୍ଣ୍ଣ ଅନୁଧ୍ୟାନ କରାଯାଇ ଆଗାମୀ କାର୍ଯ୍ୟପନ୍ଥା ଓ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି I ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତିଯେ ଯେ କୌଣସି ସ୍ଥାନରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିବାରେ କିଛି ଅସୁବିଧା ନାହିଁ ତେବେ ଅନେକ ସ୍ଥାନରେ ନୀତିକାନ୍ତି ନେଇ ତାଳମେଳ ରହୁନି I ତେଣୁ ମହାପ୍ରଭୁଙ୍କ ଦୈନିଦିନ କ’ଣ କାର୍ଯ୍ୟ ରହିବ ଏ ନେଇ ଶ୍ରୀମନ୍ଦିର ପକ୍ଷରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିରକୁ ଖୁବ ଶୀଘ୍ର ମାର୍ଗଦର୍ଶିକା ଜରିହେବ । ଏଥି ସହିତ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ଦେଶରେ କେବଳ ଚାରିଟି ଧାମ ରହିଛି I ତେଣୁ କେବଳ ଏହି ସ୍ଥାନ ବ୍ୟତୀତ ଅନ୍ୟ ସ୍ଥାନରେ "ଧାମ" ଶବ୍ଦର ନାମ ଲାଗିପାରିବ ନାହିଁ । ତେଣୁ ଦିଘାରେ "ଜଗନ୍ନାଥ ଧାମ" ବୋଲି ଯାହା ଉଲ୍ଲେଖ କରାଯାଇଛି ତାହା ଠିକ ନୁହେଁ, ଏହାକୁ ଶୀଘ୍ର ହଟାଇବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହେବ । ପଶ୍ଚିମବଙ୍ଗ ସରକାରଙ୍କୁ ଓଡ଼ିଶା ସରକାରଙ୍କ ତରଫରୁ ପତ୍ର ଲେଖାଯିବ ଏବଂ ଦିଘା ଠାରେ ମହାଦୋଧି ନାମକୁ କାଟିବା ପାଇଁ ମଧ୍ୟ କୁହାଯିବ । ଅନ୍ୟପକ୍ଷରେ ସେବାୟତମାନେ କୌଣସି ସ୍ଥାନକୁ ଯାଇ ସେଠାରେ ପୂଜା ଅର୍ଚ୍ଚନା କରିବା ବିଧି ନାହିଁ । ଏଥି ସହିତ ଜଗନ୍ନାଥଙ୍କ ବିଭିନ୍ନ ନୀତିକାନ୍ତି ବିଷୟରେ ବାହାରେ କ’ଣ ସବୁ ପ୍ରକାଶ କରି ପାରିବେ ଓ ନ କରିପାରିବେ ସେଥିନେଇ ମାର୍ଗଦର୍ଶିକା ଜାରି ହେବ । ରିପୋର୍ଟରୁ ଯାହା ଜଣାପଡିଛି ବଳକା ଦାରୁ କାଠ ବାହାରକୁ ଯିବା ଏବଂ ଏଥିରେ ବିଗ୍ରହ ନିର୍ମାଣ ହେବା ସମ୍ଭବ ନୁହେଁ ଏବଂ ଏହା ସମ୍ପୂର୍ଣ୍ଣ ମିଛ ବୋଲି ନିଯୋଗମାନେ ଉଲ୍ଲେଖ କରିଛନ୍ତି । ଦାରୁ ଘର ଭିତରେ କାଠ ସୁରକ୍ଷିତ ଅଛି । ୧୯୯୫-୯୬ ରେ ସେତବେଳେର ସରକାରଙ୍କ ନିଷ୍ପତ୍ତି କ୍ରମେ କିଛି ଦଇତାପତି ନିଯୋଗ ଘରେ କିଛି କାଠ ରହିଛି । ସେ ସମସ୍ତ କାଠ ଦାରୁ ଘରକୁ ଆଣିବା ଏବଂ ଏହାର ଗଣତି ପାଇଁ ଏକ ୫ ଜଣିଆ କମିଟି ଗଠନ ହୋଇଛି । ଦାଇତାପତି ନିଯୋଗ ସମ୍ପାଦକଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ ଆସିଥିଲା ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ନୋଟିସ ଦିଆଯାଇଥିଲା । ଏଥିରେ ସେ ଘଟଣା ସମ୍ପର୍କରେ ନିଜର ପକ୍ଷ ରଖିଛନ୍ତି । ତେବେ ଏହି ଘଟଣା ସମ୍ପର୍କରେ କାହିଁକି ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ନ ନିଆଯିବ ସେଥିନେଇ ଆଗାମୀ ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ନିର୍ଦେଶ ଦିଆଯାଇଛି । ଶ୍ରମନ୍ଦିର ପ୍ରଶାସନ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ ଅବସରରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ବିଭୁ ପ୍ରସାଦ ପଣ୍ଡା ଏବଂ ଶିବ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

powered by social2s

ବିପ୍ଲବୀ ଧରଣୀଧରଙ୍କ ମାଟିରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୫୦ କୋଟି

Details
Odia Ray Admin
ଓଡିଶା
05 May 2025

ଭୁବନେଶ୍ୱର/କେନ୍ଦୁଝର: ମହାନ ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆଜି ତାଙ୍କ ଜନ୍ମଭୂମି କେନ୍ଦୁଝର ଜିଲ୍ଲାର କୁସୁମିତା ଠାରେ ମହାସମାରୋହରେ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ୫୦ କୋଟି ଟଙ୍କା ବ୍ୟୟ ବରାଦରେ କୁସୁମୀତା ଠାରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ଜିଲ୍ଲାରେ ପ୍ରାୟ ୧୧୫୫ କୋଟି ଟଙ୍କା ବ୍ୟୟ ବରାଦର ସମୁଦାୟ ୩୪୦ ଗୋଟି ନୂତନ ପ୍ରକଳ୍ପର ଘୋଷଣା, ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ବିଳ୍ପବ ସହିତ ଆଧ୍ୟାତ୍ମିକତାର ପ୍ରତୀକ ଥିଲେ ଧରଣୀଧର। ମହାନ ବିପ୍ଲବୀ ଧରଣୀଧର ଓଡ଼ିଶାରେ ବ୍ରିଟିଶ୍ ବିରୋଧୀ ଆନ୍ଦୋଳନରେ ନେତୃତ୍ୱ ଦେଇଥିବା ଏକ ଦୃଢ ସଂଘର୍ଷୀ ନାୟକ। ତାଙ୍କ ଦୃଢ ସଂକଳ୍ପ, ଦେଶପ୍ରେମ ଓ ତ୍ୟାଗ ଆଜି ଯୁବପିଢି ପାଇଁ ପ୍ରେରଣା ସ୍ରୋତ। ରାଜ୍ୟ ସରକାର ତାଙ୍କ ସ୍ମୃତିକୁ ଅମର କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ପୂଜ୍ୟପୂଜା ପରମ୍ପରାକୁ ଗୁରୁତ୍ୱ ଦେଇ ଆଜି ଆମ ସରକାର ସାରା ଓଡିଶାରେ ମହାପୁରୁଷ ମାନଙ୍କ ଜୟନ୍ତୀ ସେମାନଙ୍କ ଜନ୍ମ ମାଟିରେ ପାଳନ କରୁଛି । ଏହାହିଁ ଆମ ଅସ୍ମିତାର ପରିଚୟ। ଧରଣୀଧରଙ୍କ ଜୀବନୀ ହିଁ ଆମକୁ ଅଖଣ୍ଡତା ଓ ବିକାଶର ଦିଗରେ କାର୍ଯ୍ୟ କରିବାକୁ ଶିକ୍ଷା ପ୍ରଦାନ କରେ। ଜୀବନର ପ୍ରଥମ ଭାଗ ସେ ବିଦ୍ରୋହ କରି ସ୍ୱାଧୀନତାର ଅଗ୍ନି ଜଳାଇଥିଲେ ଓ ଶେଷ ଭାଗକୁ ସେ ଆଧ୍ୟାତ୍ମିକ ମାର୍ଗରେ ଯାଇ ଦେଶର ସ୍ୱାଧୀନତା ପାଇଁ ଇଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥିଲେ। ଆଜି ଧରଣୀଧର ନାହାନ୍ତି, ତାଙ୍କ ସ୍ମୃତି ଅଛି। ବିପ୍ଲବ କରିବାର ଯେଉଁ ଚେତନା ସେ ସୃଷ୍ଟି କରିଥିଲେ, ସେ ଚେତନା ଅଛି। ଆଜି ସ୍ୱାଧୀନତା ପାଇଁ ଲଢିବାର ନାହିଁ। ଆଜିର ସମୟ ହେଉଛି ବିକାଶ ପାଇଁ ଲଢିବାର ସମୟ। ଦୀର୍ଘ ଦିନ ଧରି କେନ୍ଦୁଝରକୁ ଯେଉଁ ଅବହେଳା ହୋଇଥିଲା, ତାକୁ ଦୂର କରିବାର ସମୟ ଆଜି ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲଢେଇ କରି ବଞ୍ଚିବା ପାଇଁ ଏ ମାଟିର ବରପୁତ୍ର ଧରଣୀଧର ଆହ୍ୱାନ ଦେଇଥିଲେ ଏବଂ ସେହି ଆହ୍ୱାନକୁ କାମରେ ଲଗାଇ ଆଜି ମୁଁ ମୋ ରାଜ୍ୟର ସେବା କରିବାର ସୁଯୋଗ ପାଇଛି। ଏ ମାଟିର ଶକ୍ତି ଆମକୁ ଆହୁରି ସଶକ୍ତ କରିଛି ଏବଂ ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଏହି ଶକ୍ତି ଆମକୁ ପ୍ରେରଣା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧରଣୀଧରଙ୍କ ସ୍ମୃତିରେ ଭୁବନେଶ୍ୱରରେ ଏକ ଅତିଥି ଭବନ ପ୍ରତିଷ୍ଠା କରାଯିବ। ଯେଉଁ ସ୍ମୃତି ପୀଠ ପାଇଁ ଭିତ୍ତିପ୍ରସ୍ତର ରଖା ଯାଇଛି ସେଥିରେ ଧରଣୀଧରଙ୍କ ପୈତୃକ ବାସ ଗୃହର ସଂରକ୍ଷଣ କରାଯିବ ଏବଂ ତାଙ୍କ ବ୍ୟବହୃତ ସାମଗ୍ରୀ ଗୁଡିକୁ ସୁରକ୍ଷିତ କରି ରଖାଯିବ। ଧରଣୀଧରଙ୍କ ଘର ପାଖରେ ଦୁଇ ଏକର ଜମିରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବା ସହିତ ଏକ ବ୍ୟାଖ୍ୟାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏହାକୁ ଏକ ପର୍ଯ୍ୟଟନ ଭାବେ ବିକଶିତ କରିବା ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦୁଝରରେ ଖୁବଶୀଘ୍ର ଜେଏସ୍‌ଡବ୍ଲୁ ଦ୍ୱାରା ଏକ ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଷ୍ଟିଲପ୍ଲାଣ୍ଟ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୫ ହଜାର କୋଟି ଟଙ୍କା ବିନିଯୋଗ ହେବ। ଏଥି ସହିତ କେନ୍ଦୁଝରରେ ସମୁଦାୟ ୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ ୩୦ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଯାହାଦ୍ୱାରା ୩୦ରୁ ୩୫ ହଜାର ଯୁବକ ଯୁବତୀ ରୋଜଗାର ପାଇବେ। ଶିଳ୍ପ ପ୍ରତିଷ୍ଠାନ ସହିତ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ଜଳସେଚନ ପ୍ରକଳ୍ପ ଗୁଡିକୁ ମଧ୍ୟ ପ୍ରାଧାନ୍ୟ ଦିଆଯିବ ଯାହା ଦ୍ୱାରା କେନ୍ଦୁଝର ଜିଲ୍ଲା ଅର୍ଥନୈତିକ ଦୃଷ୍ଟିକୋଣରୁ ମଧ୍ୟ ଆଗକୁ ଯିବ। କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିପ୍ଲବୀ ଧରଣୀଧରଙ୍କୁ ସ୍ୱାଭିମାନର ପ୍ରତୀକ ବୋଲି କହିବା ସହିତ ତାଙ୍କ ଜୀବନୀରୁ ପ୍ରତ୍ୟେକ ବର୍ଗ ଅନୁପ୍ରାଣିତ ହେବା ପାଇଁ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଶ୍ରୀ କାଙ୍ଗାଳି ଚରଣ ନାଏକଙ୍କୁ ଧରଣୀଧର ସମ୍ମାନରେ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଢ ପ୍ରମୁଖ ନିଜ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମରେ ବିପ୍ଲବୀ ଧରଣୀଧର ନାଏକଙ୍କ ବଂଶଧର ଶ୍ରୀ କଳାକର ନାଏକ ଯୋଗଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ସମ୍ପାଦକ ଶ୍ରୀ ଶ୍ୟାମ ସୁନ୍ଦର ନାଏକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ ସ୍ୱାଗତ ଭାଷଣ ଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ଉପଦେଷ୍ଟା ଶ୍ରୀମତୀ ମମିତା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।

powered by social2s

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମଞ୍ଜୁରୀ

Details
Odia Ray Admin
ଓଡିଶା
05 May 2025

ଭୁବନେଶ୍ୱର : ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମିଳିଲା ମଞ୍ଜୁରୀ। ପୁରୀ ଅନ୍ତର୍ଜାତୀୟ ଗ୍ରୀନଫିଲ୍ଡ ବିମାନବନ୍ଦରକୁ ମଞ୍ଜୁରୀ ଦେଲା ବେସାମାରିକ ବିମାନ ଚଳାଚଳ ମନ୍ତ୍ରଣାଳୟ। ବିମାନ ବନ୍ଦର ଯୋଗୁଁ ଧାର୍ମିକ, ପର୍ଯ୍ୟଟନ ଓ ଆଞ୍ଚଳିକ ବିକାଶକୁ ପ୍ରୋତ୍ସାହନ ମିଳିବ। ପୁରୀ ଓ ଦେଶର ଅନ୍ୟ ମହାନଗର ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବ। ସେହିପରି ରାଜସ୍ଥାନର କୋଟାରେ ମଧ୍ୟ ବିମାନବନ୍ଦର ନିର୍ମାଣକୁ ମିଳିଛି ମଞ୍ଜୁରୀ।

powered by social2s

ବୟନିକା ପାଳନ କରୁଛି ପ୍ରତିଷ୍ଠାର ଗୈାରବମୟ ୬୯ ତମ ବାର୍ଷିକୀ

Details
Odia Ray Admin
ଓଡିଶା
05 May 2025

ଭୁବନେଶ୍ଵର: ଭାରତୀୟ ହସ୍ତତନ୍ତର କାଳଜୟୀ ସୋðନ୍ଦର୍ଯ୍ୟ ଏବଂ ଜଟିଳ କାରିଗରୀ ବିଶ୍ୱ ମଂଚରେ ସର୍ବଦା ଗର୍ବ ଓ ଗୋðରବର ସ୍ଥାନ ଅଧିକାର କରିଛି। ଏଥି ମଧ୍ୟରୁ ଓଡିଶାର ଏହି ହାତ ବୁଣାର ପରମ୍ପରା, ଭାରତୀୟ ସଂସ୍କୃତିର ସମୃଦ୍ଧ ହସ୍ତତନ୍ତ କଳାରେ ଏକ ଉଜ୍ଜ୍ୱଳମୟ ତାରକା ରୂପେ ଉଭା ହୋଇଛି, ଯାହା ଆମର କଳା, ଐତିହ୍ୟ ଏବଂ ପରମ୍ପରାର ପରିଚୟ। ଆଜି, ମେ ୫, ୨୦୨୫ରେ ଓଡିଶାର ହସ୍ତତନ୍ତ କ୍ଷେତ୍ରରେ ମୁଖ୍ୟ ମାର୍କେଟିଂ ସଂଗଠନ ବୟନିକା, ଗର୍ବର ସହ ଏହାର ୬୯ତମ ପ୍ରତିଷ୍ଠା ଦିବସ ପାଳନ କରୁଛି, ଯାହା ବୁଣାକାରମାନଙ୍କୁ ସଶକ୍ତ କରିବା ଦିଗରେ ଏବଂ ହସ୍ତତନ୍ତ ବୁଣିବା ପରମ୍ପରାର ସଂରକ୍ଷଣ ପାଇଁ ଏକ ଉଲ୍ଲେଖନୀୟ ମାଇଲଖୁଂଟ। ଭୁବନେଶ୍ୱରର ବୟନିକା ଅନନ୍ୟ ଶାଖା, ବୟନ ଭବନରେ କେନ୍ଦ୍ରୀୟ ଭାବେ ପ୍ରତିଷ୍ଠା ଦିବସ ପାଳନ କରୁଛି ଏବଂ ଏହି ଅବସରରେ ‘ପ୍ରତିଷ୍ଠା ଦିବସ ସ୍ୱତନ୍ତ୍ର ପ୍ରଦର୍ଶନୀ ତଥା ବିକ୍ରୟ କାର୍ଯ୍ୟକ୍ରମ’ ଉଦିଘାଟିତ ହୋଇଛି। ଏହି ଅବସରରେ ବିଶିଷ୍ଟ ଅତିଥି ଭାବରେ ବୟନିକା ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ମେହେର, ବୟନିକାର ପରିଚାଳନା ନିର୍ଦ୍ଦେଶକଶ୍ରୀମତୀ ପ୍ରଣତି ଛୋଟରାୟ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ବିକ୍ରମାଦିତ୍ୟ ବାରିକ ଏବଂ ଏହି ବିଭାଗ ତଥା ବୟନିକାର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ। ହସ୍ତତନ୍ତ କ୍ଷେତ୍ରରେ ଜନସାଧାରଣଙ୍କ ପ୍ରଶଂସା ପୁନର୍ଜୀବିତ କରିବା ଏବଂ ଓଡିଶାର ପାରମ୍ପରିକ ବୁଣାକାରମାନଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ବୟନିକାର ସମସ୍ତ ଶାଖାମାନଙ୍କରେ ସମ୍ପୃକ୍ତ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଏବଂ ତହସିଲଦାରଙ୍କ ଦ୍ୱାରା ‘ପ୍ରତିଷ୍ଠା ଦିବସ ସ୍ୱତନ୍ତ୍ର ପ୍ରଦର୍ଶନୀ ତଥା ବିକ୍ରୟ କାର୍ଯ୍ୟକ୍ରମ’ ଉଦିଘାଟିତ ହୋଇଛି। ପ୍ରାରମ୍ଭରୁ ବୟନିକା ଓଡିଶାର ଗ୍ରାମୀଣ ଅର୍ଥ ବ୍ୟବସ୍ଥାର ଏକ ସୁଦୂର ସହଯୋଗୀ, ଉଦ୍ୟୋଗ ଏବଂ ସାମାଜିକ ସଂସ୍ଥା ହୋଇ ରହିଆସିଛି। ବୟନିକା ଦ୍ୱାରା ବିକ୍ରି ହେଉଥିବା ପ୍ରତ୍ୟେକ ଉପିାଦ ବୁଣାକାର ସମ୍ପ୍ରଦାୟ ପାଇଁ ସ୍ଥାୟୀ ଜୀବନ ସାଧନରେ ସହାୟକ ହୁଏ ଏବଂ ବୟନିକାର ଏହି କାର୍ଯ୍ୟ ମିଳିତ ଅଭିବୃଦ୍ଧିର ଏକ ପ୍ରମାଣ। ଆର୍ଥିକ ବର୍ଷ ୨୦୨୪-୨୫ ରେ ବୟନିକା ୨୨୩ କୋଟି ଟଙ୍କାର ଉଲ୍ଲେଖନୀୟ ବିକ୍ରୟ ପରିମାଣ ହାସଲ କରିଛି ଏବଂ ୨୦୨୫-୨୬ ପାଇଁ ୨୭୦ କୋଟି ଟଙ୍କାର ଏକ ଉଚ୍ଚାଭିଳାଷୀ ଲକ୍ଷ୍ୟ ସ୍ଥିର କରିଛି। ବାଣିଜ୍ୟ ସହିତ ବିଶ୍ୱସ୍ତରୀୟ ପ୍ରଦର୍ଶନୀରେ ଅଂଶଗ୍ରହଣ, ଜାତୀୟ ହସ୍ତତନ୍ତ ପ୍ରଦର୍ଶନୀ, ସ୍ୱତନ୍ତ୍ର ପ୍ରଦର୍ଶନୀ ଏବଂ ଅଭିନବ ବିପଣନ କୋðଶଳ ମାଧ୍ୟମରେ ଓଡିଶାର ହସ୍ତତନ୍ତ ପାଇଁ ବିଶ୍ୱସ୍ତରରେ ଏକ ବ୍ରାଣ୍ଡ ନିର୍ମାଣ ପ୍ରୟାସର ନେତୃତ୍ୱ ନେଇଛି ବୟନିକା। ନିଜର ୭୦ ତମ ବର୍ଷରେ ପ୍ରବେଶ କରି, ବୟନିକା ଓଡିଶାର ହସ୍ତତନ୍ତର ପରମ୍ପରାକୁ ଉନ୍ନତ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛି ଏବଂ ମାର୍କେଟିଂରେ ଅଗ୍ରଣୀ ଭୂମିକା ଗ୍ରହଣ କରିବା ପାଇଁ ପଦକ୍ଷେପ ନେବା ସହିତ ରାଜ୍ୟର ହସ୍ତତନ୍ତ ରୂପି ଆତ୍ମାକୁ ବୁଣୁଥିବା ହାତର ସେବା ଜାରି ରଖିବା ପାଇଁ ଏହା ସର୍ବଦା ପ୍ରୟାସ କରି ଆସୁଛି।

powered by social2s

ଶ୍ରୀମନ୍ଦିର ଆମର ହୃଦୟ ଓ ଶ୍ରୀଜଗନ୍ନାଥ ଆମ ହୃଦୟ ର ମାଲିକ: ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ

Details
Odia Ray Admin
ଓଡିଶା
05 May 2025

ଭୁବନେଶ୍ୱର: ଦୁଃଖ ଦାୟକ ଘଟଣା, ଯେଉଁମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବକ ହିସାବ ରେ ସମାଜ ରେ ପରିଚିତ ଓ ପ୍ରତିଷ୍ଠିତ ସେମାନେ ଶୃଙ୍ଖଳିତ ହେବାକୁ ଚାହୁଁ ନାହାନ୍ତି। ଆମେ ଓଡ଼ିଆ ଆମ ମହାପ୍ରଭୁ ଭାରି ବଢିଆ,ଓଡିଶା ବାସୀ ଙ୍କ ଜୀବନ, ଘର ର ମୁରବି ଓ ସୁଖ ଦୁଃଖର ସାଥି ମହାପ୍ରଭୁ ଙ୍କ ପ୍ରତି ଅବହେଳା ଗ୍ରହଣୀୟ ନୁହେଁ, ଯେଉଁ ସେବାୟତ ମାନେ ମହାପ୍ରଭୁ ଙ୍କ ସେବା କରିବାର ସୁଯୋଗ ପାଇଥିଲେ ଓ ତାଙ୍କର ଅଙ୍ଗ ରକ୍ଷକ ଭାବେ ଛାଇ ଭଳି ଯଗିକି ରହିଥିଲେ ସେମାନ ଙ୍କ ଭିତରୁ ସ୍ୱଳ୍ପ ସେବାୟତ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ପ୍ରତିଷ୍ଠା କରିବାକୁ ଆଗେଇ ଆସିଲେଣି ବୋଲି ଶ୍ରୀଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ ପକ୍ଷରୁ ମତବ୍ୟକ୍ତ କରାଯାଇଛି। ସଂସ୍ଥାନ ର ସଦସ୍ୟ ମାନେ ପ୍ରକାଶ କରିଛନ୍ତି ଯେ ଏଠି ଆମର ଗୋଟେ ଛୋଟ ପ୍ରଶ୍ନ ବୋଧ ହୁଏ ସେମାନେ ସେବା କରି କରି ଘେସରା ହୋଇଗଲେଣି, ନ ହେଲେ ମନରେ ବିତୁଷ୍ଣା ଭାବ ଆସି ଯେଉଁଥି ପାଇଁ ହେଉ କିଛି ଅଧିକା କରିବାକୁ ଇଛା କରି ମହାପ୍ରଭୁ ଙ୍କ ସାଙ୍ଗରେ ରହି ରହି ମହାପ୍ରଭୁ ଙ୍କୁ ପ୍ରତିଷ୍ଠା କରିବାକୁ ଆଗେଇ ଆସିଲେଣି,.ଯେଉଁ ନିଯୋଗ ର ପୂଜ୍ୟ ସେବାୟତ ମାନେ ଏହାକୁ ବିରୋଧ କରି ସାମିଲ ହୋଇ ନାହାନ୍ତି ସେମାନେ ଓଡିଶା ବାସୀଙ୍କ ହୃଦୟ ରେ ଚିରଦିନ ପାଇଁ ରହିଗଲେ ଜୟ ଶ୍ରୀଜଗନ୍ନାଥ ଦୀଘା ଜଗନ୍ନାଥ ମନ୍ଦିର ଏକ ପର୍ଯ୍ୟଟନସ୍ଥଳୀ ହୋଇପାରେ କିନ୍ତୁ ଧାମ କହିଲେ, ତାହା ହେଉଛି ଶ୍ରୀଜଗନ୍ନାଥ ଧାମ,ପୃଥିବୀ ରେ ଆଉ ବହୁତ ଶ୍ରୀ ଜଗନ୍ନାଥ ମନ୍ଦିର ହୋଇ ପାରିବ କିନ୍ତୁ ଧାମ ହେଉଛି ଶ୍ରୀଜଗନ୍ନାଥ ଧାମ। ଆଉ କୌଣସି ଜାଗାକୁ ଧାମ କୁହା ଯାଇ ପାରିବ ନାହିଁ,ଶେଷରେ ଆମେ ଆହ୍ୱାନ କରୁଛୁ ହେ ମହାପ୍ରଭୁ ଙ୍କ ଆଶୀର୍ବାଦ ରୁ ସେବା କରିବାର ସୁଯୋଗ ପାଇଥିବା ଶ୍ରଦ୍ଧେୟ ଓ ପୂଜ୍ୟ ସେବାୟତ ଓ ଭକ୍ତ ମାନେ ଆମେ ଆପଣ ମାନଙ୍କୁ କୋଟି କୋଟି ପ୍ରଣାମ ଜଣାଉଛୁ ଓ ଅନୁରୋଧ କରୁ କି ପ୍ରଭୁ ଶ୍ରୀଜଗନ୍ନାଥ ଙ୍କୁ ନେଉ ରାଜନୀତି କରି ଆମ ଠାରୁ ଓ ବିଶ୍ୱବାସୀ ଙ୍କ ଠାରୁ ଦୁରେଇ ଦିଅନ୍ତୁ ନାହିଁ। ଏହା ପ୍ରକାଶ କରିଛନ୍ତି ଡ଼ ନାରାୟଣ ମହାପାତ୍ର ସଭାପତି, ଉମାନାଥ ମିଶ୍ର ସମ୍ପାଦକ ତ୍ରିଲୋଚନ ନାୟକ, ସୁରେଶ ମିଶ୍ର, ବଂଶୀଧର ନାୟକ, ଭାରତୀ ଭୂଷଣ ପଟ୍ଟନାୟକ, ଅକ୍ଷୟ ସାହୁ, ପ୍ରଣବ ପରିଜା ଓ ଶ୍ରୀନିବାସ ରାଓ ପ୍ରମୁଖ।

powered by social2s

More Articles ...

  1. ଭୁବନେଶ୍ୱରରେ ମହିଳା ଓ ନାବାଳିକା ଝିଅଙ୍କୁ ଦୁଷ୍କର୍ମ
  2. ସମୁଦ୍ର ପଥରେ ଚୋରାଚାଲାଣ
  3. ଶ୍ରୀଜଗନ୍ନାଥ ଭକ୍ତ ସମାଜ ପୁରୀ ତରଫରୁ ଆନ୍ତର୍ଜାତୀୟ ଆଭାସୀ ଆଲୋଚନା ଚକ୍ର
Page 456 of 2257
  • Start
  • Prev
  • 451
  • 452
  • 453
  • 454
  • 455
  • 456
  • 457
  • 458
  • 459
  • 460
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.