• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଘୋଷଣା ହେଲା ମାଟ୍ରିକ ପରୀକ୍ଷା ଫଳାଫଳ, ଚଳିତ ବର୍ଷ ପୁଅଙ୍କଠାରୁ ଝିଅ ଆଗରେ

Details
Odia Ray Admin
ଓଡିଶା
02 May 2025

ଭୁବନେଶ୍ୱର: କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳାଫଳ | ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ | ଚଳିତ ବର୍ଷ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ |ଏଥିରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ପୁଅଙ୍କଠାରୁ ଝିଅ ଆଗରେ ରହିଛନ୍ତି। ଝିଅଙ୍କ ପାସ୍‌ହାର ୯୬% ଓ ପୁଅଙ୍କ ପାସ୍‌ ହାର ୯୪% ହୋଇଛି। ମୋଟ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ ପାସ୍ ମୋଟ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର ପାସ୍ କରିଥିବା ସୂଚନା।

powered by social2s

କଟକରେ ନକଲି ଡିଟରଜେଣ୍ଟ କମ୍ପାନୀ ଠାବ

Details
Odia Ray Admin
ଓଡିଶା
02 May 2025

କଟକ: କଟକରେ ଏକ ନକଲି ଡିଟରଜେଣ୍ଟ କମ୍ପାନୀ ଠାବ ହୋଇଛି। ଜଗତପୁର ଅଣ୍ଡେଇ ସାହିରେ ନକଲି ଡିଟରଜେଣ୍ଟ କମ୍ପାନୀ ଠାବ ହୋଇଥିବା ସୂଚନା। ପ୍ରତିଷ୍ଠିତ କମ୍ପାନୀର ପାଉଚରେ ମିଶୁଥିଲା ନକଲି ଡିଟରଜେଣ୍ଟ। ଖବର ପାଇ କମ୍ପାନୀରେ ଚଢ଼ାଉ କଲା ଜଗତପୁର ଥାନା ପୋଲିସ। କମ୍ପାନୀରୁ ବିପୁଳ ପରିମାଣର ନକଲି ସାମଗ୍ରୀ ଜବତ କରାଯାଇଛି। କମ୍ପାନୀ ମାଲିକ ଗିରଫ ହୋଇଛନ୍ତି।

powered by social2s

ସହଯୋଗ କାର୍ଯ୍ୟକ୍ରମର ଶୁଭାରମ୍ଭ

Details
Odia Ray Admin
ଓଡିଶା
01 May 2025

ଭୁବନେଶ୍ଵର: ଓଡ଼ିଶାର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥକ ଅନଗ୍ରସରଙ୍କୁ ସରକାରୀ ଯୋଜନାଗୁଡ଼ିକ ସହ ଯୋଡ଼ିବା ନେଇ ସରକାରଙ୍କ ଅନନ୍ୟ ପ୍ରୟାସ ‘ସହଯୋଗ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର । ଏହି ଅବସରରେ ମନ୍ତ୍ରୀ ଡା. ମହାପାତ୍ର କହିଛନ୍ତି ଯେ ପ୍ରାରମ୍ଭିକ ପର୍ଯ୍ୟାୟରେ ମଇ ୧ରୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଜୋର୍ -ଟୁ-ଡୋର୍ (ଘରକୁ ଘର) ସର୍ଭେ କାର୍ଯ୍ୟକ୍ରମକୁ ପରବର୍ତ୍ତୀ ପର୍ଯ୍ୟାୟରେ ଜନଆନ୍ଦୋଳନରେ ପରିଣତ କରାଯିବ । ‘ସହଯୋଗ’ ସାରା ଓଡ଼ିଶାରେ ଜନ ଆନ୍ଦୋଳନରେ ରୂପଦେବାକୁ ଚାହୁଁଛି ବୋଲି ଉଲ୍ଲେଖ କରି ମନ୍ତ୍ରୀ ଡା. ମହାପାତ୍ର କହିଥିଲେ ‘ସହଯୋଗ ସାଧାରଣ ଲୋକଙ୍କ ଅସାଧାରଣ କାମରେ ସାହାଯ୍ୟ କରିବ । ବହୁଲୋକ ଅଜ୍ଞତାବଶତଃ ଛୋଟ ଛୋଟ ଯୋଜନାର ନ୍ୟାର୍ଯ୍ୟ ଅଧିକାରରୁ ବଞ୍ଚୁତ ହେଉଛନ୍ତି । ତେଣୁ, ସହଯୋଗ ଦ୍ୱାରା ସମସ୍ତ ବ୍ୟବସ୍ଥାର ଲାଭପାଇପାରିବେ । ‘ସହଯୋଗ’ରେ ସହ‌ଯୋଗୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ । ‘ସହଯୋଗ’ ଦ୍ଵାରା ସୁନ୍ଦର ଜୀବନ ସହ ସୁନ୍ଦର ଓଡ଼ିଶା ଗଠନ ହେବ । ମୁଖ୍ୟସ୍ରୋତକୁ ଆର୍ଥିକ ଅନଗ୍ରସରମାନେ ଆସିପାରିବେ । ଭବିଷ୍ୟତରେ ‘ସହଯୋଗ’ର ଏକ ଆପ୍ ନିର୍ମିତ ହେବା ସହ ଗ୍ରାମାଞ୍ଚଳରେ ମଧ୍ୟ ଏହି କାର୍ଯ୍ୟକ୍ରମ ଜାରି ରହିବ । କାର୍ଯ୍ୟକ୍ରମରେ ଯୋଗଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ କହିଲେ ଯେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପାଇଁ ଆଜି ଏକ ଐତିହାସିକ ଦିବସ । ଓଡ଼ିଶାର ଅଭିବୃଦ୍ଧିରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି । ଆର୍ଥିକ ଅନଗ୍ରସରଙ୍କୁ ମୁଖ୍ୟସ୍ରୋତକୁ ଆଣିପାରିଲେ ବିକଶିତ ଓଡ଼ିଶା ଗଠିତ ହୋଇପାରିବ । ସୁତରାଂ", ଯେତିକି ଯୋଜନା ଅଛି କେହି ବି ବଞ୍ଚିତ ହେବା ଉଚିତ ନୁହେଁ । ପ୍ରତ୍ୟେକ ଯୋଗ୍ୟ ହିତାଧୁକାରୀଙ୍କୁ ‘ସହଯୋଗ ମାଧ୍ୟମରେ ସେମାନଙ୍କର ନ୍ୟାର୍ଯ୍ୟ ଅଧୁକାର ମିଳିପାରିବ । ନଗର ଉନ୍ନୟନ ବିଭାଗ ନୋଡାଲ ବିଭାଗ ହୋଇଥିବାବେଳେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରାରମ୍ଭିକ ପର୍ଯ୍ୟାୟରେ ୮ଟି ଜିଲ୍ଲାର ୪୪ଟି ପୌରାଞ୍ଚଳରେ ଯେତିକି ଲୋକ ଅଛନ୍ତି ସେମାନଙ୍କୁ ନଗର ଉନ୍ନୟନ ବିଭାଗର ସମସ୍ତ ଯୋଜନା ସହ ଅନ୍ୟ ବିଭାଗର ଯୋଜନାରେ ସାମିଲ କରାଯିବ ବୋଲି ଶ୍ରୀମତୀ ପାଢ଼ୀ କହିଥିଲେ । ଏହି ପରିପ୍ରେକ୍ଷୀରେ ସ୍ଵସ୍ଥ୍ୟକର୍ମୀ, ଜଳସାଥ୍, ସୁମ୍ ବାସିନ୍ଦା ସଂଘର ନେତୃବୃନ୍ଦ, ସ୍ୱୟଂ ସହାୟକ ଗୋଷ୍ଠୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ, କମ୍ୟୁନିଟି ଉଲ୍ୟୁଣ୍ଟିଅୟର୍ସ ଏବଂ ପୌରାଞ୍ଚଳ ଫ୍ରଣ୍ଟଲାଇନ୍ ୱାର୍କର୍ସଙ୍କ ସହଯୋଗ ନିଆଯିବ । ସେମାନେ ହିତାଧୁକାରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ଯୋଗ୍ୟ ହିତାଧିକାରୀ ଯେପରି ଅବେଦନ କରିପାରିବେ ସେଥ‌ିପ୍ରତି ଦୃଷ୍ଟି ଦେବେ । ଯେହେତୁ ଆର୍ଥିକ ଅନଗ୍ରସର ଲୋକଙ୍କର ମୁଖ୍ୟ ଆବଶ୍ୟକତା ଜାଗା, ଘର, ପାଣି ଓ ବିଜୁଳି ତେଣୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା – ସହରାଞ୍ଚଳକୁ ଆରମ୍ଭ ପଏଣ୍ଟ ହିସାବରେ ନିଆଯିବ । ଅଗ୍ରାଧିକାର ଭିଭିରେ ଚିହ୍ନିତ ଫ୍ଲାଗ୍‌ ସିପ୍ ପରିଯୋଜନା ଅଧିନରେ କାର୍ଯ୍ୟକ୍ରମଗୁଡ଼ିକ ହାତକୁ ନିଆଯିବ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ), ଜାତୀୟ ଖାଦ୍ୟ ନିରାପତ୍ତା ଅଧୁନିୟମ ଅଧୀନସ୍ଥ ରାସନ୍ କାର୍ଡ, ପାଇପ୍ ଜଳଯୋଗାଣ, ଆୟୁଷ୍ମାନ୍ କାର୍ଡ, ପିଡବ୍ଲ୍ୟୁଡି ପରିଚୟ ପତ୍ର, ସୁଭଦ୍ରା ଯୋଜନା, ଶ୍ରମ କାର୍ଡ, ଇ- ଶ୍ରମକାର୍ଡ, ଗରିମା ସ୍କ୍ରିମ୍, ପିଏମ୍ ବିଶ୍ଵକର୍ମା ଯୋଜନା, ମଧୁବାବୁ ପେନ୍‌ସନ୍ ଯୋଜନା, ସୁକନ୍ୟା ସମୃଦ୍ଧ ଯୋଜନା, ପିଏମ୍ ସୁରକ୍ଷାବୀମା ଯୋଜନା ଏହି ପରିଯୋଜନା ମଧ୍ୟରେ ଅନ୍ତର୍ଭୁକ୍ତ । ‘ସହଯୋଗ’ କାର୍ଯ୍ୟ କ୍ରମ ଏକ ଅଭିନବ କାର୍ଯ୍ୟକ୍ରମ ଯାହା ସହରାଞ୍ଚଳର ଦରିଦ୍ର ସମୁଦାୟର ଯୋଗ୍ୟ ହିତାଧୁକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ସଚେତନ କରି, ଘରେ ସେବାପ୍ରଦାନ କରି ସଠିକ୍ ପରିଯୋଜନା ସହ ଯୋଡ଼ିଥାଏ । ମଇ ୧ରୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ମାସ ପାଇଁ ଏହି କାର୍ଯ୍ୟକାରିତା କ୍ୟାମ୍ପେନ୍ -ମୋଜ୍‌ରେ ଅନୁଷ୍ଠିତ ହେବ । କମ୍ୟୁନିଟି ଭଲ୍ୟୁଣ୍ଟିୟର୍ସ ଏବଂ ଫ୍ରଣ୍ଟଲାଇନ୍ ୱାର୍କର୍ସ ଏଥରେ ନିୟୋଜିତ ହେବେ । ରାଜ୍ୟ ଓ ଜିଲ୍ଲା ସ୍ତରରେ ଅନ୍ତଃବିଭାଗୀୟ କମିଟି ଗଠିତ ହୋଇ କାର୍ଯ୍ୟକ୍ରମର ସଫଳ ପ୍ରଣୟନ କରାଯିବ । ଜିଲ୍ଲାସ୍ତରୀୟ କମିଟି ଜିଲ୍ଲାପାଳଙ୍କ ନେତୃତ୍ୱରେ ପରିଚାଳିତ ହେବ । ଅନ୍ୟାନ୍ୟ ଲାଇନ୍ ତିପାର୍ଟମେଣ୍ଟର ବରିଷ୍ଠ ଅଧିକାରୀମାନେ ଏହି କମିଟିରେ ରହି ପୌରାଞ୍ଚଳ ଟିମ୍‌କୁ ସହାୟତା କରିବେ । କାର୍ଯ୍ୟକ୍ରମର ରୂପାୟନ ସମୟାନୁକ୍ରମେ ସମୀକ୍ଷା କରାଯିବ । ଜିଲ୍ଲା ଭନ୍ନୟନ କମିଟି ବୈଠକରେ ମାସିକ ଅଗ୍ରଗତି ସମୀକ୍ଷା କରା‌ଯିବ । ଏହା ବ୍ୟତୀତ କମିଶନର ଓ କାର୍ଯ୍ୟନିର୍ବାହୀ ଅଧୁକାରୀମାନେ ପରିଯୋଜନା ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି ସମୟରେ ଶୁଣାଣି କରି ପଦକ୍ଷେପ ନେଇପାରିବେ । ଆଜିର ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଆଭାସି ମାଧ୍ୟମରେ ୮ ଗୋଟି ଜିଲ୍ଲାର ଲୋକପ୍ରତିନିଧ, କାର୍ଯ୍ୟନିର୍ବାହୀ ଅଧୁକାରୀ, କମ୍ୟୁନିଟି ସଂଗଠକ ଯୋଡ଼ି ହୋଇଥିବାବେଳେ ବିଭିନ୍ନ ବିଭାଗର ନୋଡାଲ୍ ଅଫିସର ଏବଂ ଟାଟା ଫାଉଣ୍ଡେସନ୍‌ ଟ୍ରଷ୍ଟର କର୍ମକର୍ତାମାନେ ଉପସ୍ଥିତ ଥିଲେ ।

powered by social2s

ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ, ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍‌’ର ଶୁଭାରମ୍ଭ

Details
Odia Ray Admin
ଓଡିଶା
01 May 2025

ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି। ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇ ଏହା କହିଛନ୍ତି । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଦୁଇଟି ପ୍ରମୁଖ ଶ୍ରମିକ ପ୍ରତୀକ୍ଷା ସ୍ଥାନ- ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ କରିଥିଲେ। ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳ ଗୁଡିକରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ । ଏହି କେନ୍ଦ୍ର ଗୁଡିକ ଶ୍ରମଜୀବୀମାନଙ୍କ ଗରିମା ବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତିକାଳୀନ ସହାୟତା, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ ଥିବା ବିଭିନ୍ନ ସଂଗଠିତ ତଥା ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ ଶ୍ରମିକମାନଙ୍କ ଆଇନଗତ ଅଧିକାର ଓ ସାମାଜିକ ସୁରକ୍ଷା ଦିଗରେ ସର୍ବଦା ଯତ୍ନବାନ ହୋଇ କାର୍ଯ୍ୟ କରି ଆସୁଛି। ସେ କହିଥିଲେ ଯେ, ନିର୍ବାଚନ ପୂର୍ବରୁ ଆମର ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଏହି ବୋର୍ଡ଼ ଅଧିନରେ ପ୍ରଦାନ କରାଯାଉଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ସାଧାରଣ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ଏବଂ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୪ ଲକ୍ଷ ଟଙ୍କାରୁ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧିନରେ ଅଦ୍ୟାବଧି ପାଖାପାଖି ୪୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରାଯାଇ ବିଭିନ୍ନ ସହାୟତା ବାବଦରେ ୩,୯୫୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ଦିଆଯାଇ ସାରିଲାଣି, ଯାହାକି ସେମାନଙ୍କର ଏବଂ ସେମାନଙ୍କ ପରିବାରର ସର୍ବାଙ୍ଗୀନ ବିକାଶରେ ସହାୟକ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଆମ ସରକାର କ୍ଷମତାକୁ ଆସିଲା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କୁ ନୂତନ ଭାବେ ପଞ୍ଜୀକୃତ କରିବା ସହିତ ୩୭୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଆଜି ସାରା ରାଜ୍ୟରେ ଏକକାଳୀନ ପାଖାପାଖି ୩ ହଜାର ଯୋଗ୍ୟ ନିର୍ମାଣ ଶ୍ରମିକମାନଙ୍କୁ ନୂତନ ଭାବେ ପରିଚୟପତ୍ର ପ୍ରଦାନ କରାଯାଇଛି ଏବଂ ଯୋଗ୍ୟ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ବାବଦରେ ୪୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି। ସେ କହିଥିଲେ ଯେ, ଏହା ଆମ ସରକାରର କାର୍ଯ୍ୟଦକ୍ଷତାର ଏକ ବଳିଷ୍ଠ ଉଦାହରଣ ଅଟେ । ନୂତନ ଜ୍ଞାନ କୌଶଳର ଉପଯୋଗ କରି ଶ୍ରମିକମାନଙ୍କୁ ବିଭିନ୍ନ ସେବା ଯୋଗାଇଦେବା ଆମ ସରକାରଙ୍କର ପ୍ରାଥମିକତା। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ବିଭିନ୍ନ ସେବାକୁ ଶ୍ରମିକମାନଙ୍କ ହାତ ପାହାନ୍ତାରେ ପହଂଚାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍‌’ର ଶୁଭାରମ୍ଭ କରିଥିଲେ। ଏହାଦ୍ୱାରା ଶ୍ରମିକମାନେ ସହଜରେ ଏବଂ ସୁବିଧାରେ ଘରେ ବସି ବିଭିନ୍ନ ସେବା ପାଇ ପାରିବେ । ଏହି ମୋବାଇଲ୍ ଆପ୍, ଅନ୍‌ଲାଇନ୍ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ସେ କହିଥିଲେ । ସେହିପରି ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଅଧିନରେ ୬୦ଗୋଟି ବର୍ଗର ଅଣସଂଗଠିତ ଶ୍ରମିକମାନଙ୍କୁ ପଞ୍ଜୀକୃତ କରି ସେମାନଙ୍କୁ ବିଭିନ୍ନ କଲ୍ୟାଣମୂଳକ ସହାୟତା ପ୍ରଦାନ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଉଛି । ଅଦ୍ୟାବଧି, ଏହି ବୋର୍ଡ଼ ଅଧୀନରେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଅଣସଂଗଠିତ ଶ୍ରମିକ ପଞ୍ଜୀକୃତ ହୋଇଥିବାବେଳେ ୨୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସବୁ ପଦକ୍ଷେପ ଦ୍ୱାରା ରାଜ୍ୟର ସମସ୍ତ ଯୋଗ୍ୟ ଅଣସଂଗଠିତ ଶ୍ରମିକ ଏହି ବୋର୍ଡ଼ରେ ପଞ୍ଜୀକୃତ ହୋଇ ସାମାଜିକ ସୁରକ୍ଷା ବଳୟର ପରିସରଭୁକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚକୁଶଳୀ ଶ୍ରମିକ ଭାଇ ଓ ଭଉଣୀମାନଙ୍କ ନିମନ୍ତେ ସର୍ବନିମ୍ନ ମଜୁରି ସଂଶୋଧନ କରି ବର୍ଷକ ଭିତରେ ଦୈନିକ ସର୍ବନିମ୍ନ ମଜୁରିରେ ହାରାହାରି ୧୦୦ ଟଙ୍କାର ବୃଦ୍ଧି କରାଯାଇଛି । ଧାର୍ଯ୍ୟ ସର୍ବନିମ୍ନ ମଜୁରି ଉପରେ ପରିବର୍ତ୍ତନୀୟ ମହଙ୍ଗା ଭତ୍ତା ଦୈନିକ ୧୦ ଟଙ୍କା ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ଏପ୍ରିଲ୍ ୧ ତାରିଖରୁ ଲାଗୁ ହେବ। ସେ ପୁଣି କହିଥିଲେ ଯେ, ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରି ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥି ସହିତ ଓଡିଆ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ଏକ ସ୍ୱତନ୍ତ୍ର ଷ୍ଟେଟ୍ ଆକ୍ସନ୍‌ ପ୍ଲାନ୍‌ ମଧ୍ୟ ତିଆରି କରାଯାଇଛି । ଶ୍ରମିକମାନଙ୍କ ସ୍ୱାର୍ଥରକ୍ଷା ସହିତ କେନ୍ଦ୍ର ସରକାରଙ୍କ ନୂତନ ଶିଳ୍ପ ପ୍ରତିଷ୍ଠାକୁ ପ୍ରୋତ୍ସାହନ ଓ ବ୍ୟବସାୟିକ ସରଳୀକରଣ ପରିକଳ୍ପନା ସାକାର କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ବୈଷୟିକ ଜ୍ଞାନର ଉପଯୋଗ କରି ବିଭିନ୍ନ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହି କ୍ରମରେ ଶ୍ରମ ବିଭାଗର ‘ପରିଶ୍ରମ ପୋର୍ଟାଲ’ ମାଧ୍ୟମରେ ବିଭିନ୍ନ ଶ୍ରମ ଆଇନ୍ ଅନ୍ତର୍ଗତ ପଞ୍ଜୀକରଣ ଏବଂ ଲାଇସେନ୍ସ ଆଦି ଅନଲାଇନ ସେବା ପ୍ରଦାନ କରାଯାଉଛି । ଆମ ସରକାର ହେଉଛି ଲୋକଙ୍କ ସରକାର। ଗରିବଙ୍କ ପାଇଁ ସମ୍ବେଦନଶୀଳ ସରକାର। ଗରିବ ବାପା ମା’ଙ୍କ ଦୁଃଖ ଲାଘବ ପାଇଁ ଆମେ ଆରମ୍ଭ କରିବାକୁ ଯାଉଛୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’। ଯେଉଁଥିରେ ସରକାର କନ୍ୟାଦାନ କରିବେ ଓ ବିବାହର ଦାୟିତ୍ୱ ନେବେ। ଆମେ ସାଧାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛୁ ଏବଂ ଏହାର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛୁ । ଶ୍ରମିକ ଭାଇଭଉଣୀମାନଙ୍କର ସମସ୍ୟା ଗୁଡିକ ସରକାରଙ୍କ ଦୃଷ୍ଟିକୁ ଆଣିଲେ ଆମେ ତାହାର ସମାଧାନ ପାଇଁ ଉପଯୁକ୍ତ ପଦକ୍ଷେପ ନେବୁ ବୋଲି ସେ କହିଥିଲେ । ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମସିଂ ଖୁଣ୍ଟିଆ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ଶ୍ରମିକମାନେ ହେଉଛନ୍ତି ଆମ ଦେଶର ଗୁରୁତ୍ୱପୂର୍ଣ୍ଣ ଅଂଶ । ବିକଶିତ ବିଶ୍ୱ ଓ ଦେଶର ବିନ୍ଧାଣି। ସ୍ୱାଧୀନତା ପରେ ଆମ ରାଜ୍ୟରେ ଯାହା ବି ବିକାଶ ହୋଇଛି, ସବୁର ମୂଳ ଆଧାର ହେଉଛନ୍ତି ଆମ ଶ୍ରମିକ ଭାଇ ଓ ଭଉଣୀମାନେ । ସେମାନଙ୍କ କଠିନ ପରିଶ୍ରମ ବଳରେ ଆଜି ଓଡିଶା ଏହି ସ୍ଥାନରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଆମର ପରିକଳ୍ପନା ମଧ୍ୟ ସିଦ୍ଧି ଲାଭ ହେବ ଆମ ଶ୍ରମିକ ଭାଇଭଉଣୀମାନଙ୍କ ଦ୍ୱାରା । ଏଥି ସହିତ ଶ୍ରମିକ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସେ ଆଲୋକପାତ କରିଥିଲେ। ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ସମାଜର ଗରିବ, ଯୁବ, ଅନ୍ନଦାତା ଓ ନାରୀମାନଙ୍କ କଲ୍ୟାଣ ସାଧନ ପାଇଁ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ନିରବଚ୍ଛିନ୍ନ ପ୍ରୟାସ କରୁଛନ୍ତି । ଆଜିର ଦିବସଟି ତାଙ୍କ ପାଇଁ ସ୍ୱପ୍ନପୂର୍ତ୍ତିର ଦିବସ ଭାବେ ବର୍ଣ୍ଣନା କରି ସେ କହିଥିଲେ ଯେ, ଭୁବନେଶ୍ୱର ମହାନଗର ନିଗମରେ କାମ କରୁଥିବା ବେଳେ ମୋର ସ୍ୱପ୍ନ ଥିଲା ଶ୍ରମିକମାନଙ୍କ ପାଇଁ ପ୍ରତୀକ୍ଷା କେନ୍ଦ୍ର ସ୍ଥାପନ କରିବା । ଆଜି ମୋର ସ୍ୱପ୍ନ ପୂରଣ ହେଲା । ସାଂସଦ ଶ୍ରୀମତୀ ଷଡଙ୍ଗୀ ଭୁବନେଶ୍ୱର ନୟାପଲ୍ଲୀ ଠାରେ ଏକ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ । କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ପ୍ରମୁଖ ଅଭିଭାଷଣ ରଖିଥିଲେ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

powered by social2s

ପାରାଦୀପରେ ହେବ ନୂଆ ଏୟାରପୋର୍ଟ, ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

Details
Odia Ray Admin
ଓଡିଶା
01 May 2025

ଭୁବନେଶ୍ୱର: ଓଡ଼ିଶାରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ "ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା" ସମ୍ବନ୍ଧରେ ଆଲୋଚନା କରିଛନ୍ତି। ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିସହିତ ରାଜ୍ୟର ୧୫ ଟି ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ଏହି ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ୍ ଏବଂ ଡ୍ରୋନ୍ ହବ୍ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ। ଏଥିସହିତ ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ବିମାନବନ୍ଦର ଗୁଡିକର କାର୍ଯ୍ୟ ଦକ୍ଷତାକୁ ଆହୁରି ବିକାଶ କରିବା ଏବଂ ଏହାର ଆଧୁନିକୀକରଣ କରିବା ବିଷୟରେ ସେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ, ବିମାନ ସଂଯୋଗ ବୃଦ୍ଧି, ବିମାନ ଚଳାଚଳ ୟୁନିଟ୍‌ର ଦକ୍ଷତା ବୃଦ୍ଧି ସହିତ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟର ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା। ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଇପିକଲ୍‌ର ଏମ୍‌.ଡି ଶ୍ରୀ ଭୂପିନ୍ଦର ସିଂ ପୁନିଆ, ଡାଇରେକ୍‌ଟର, ସିଭିଲ ଆଭିଏସନ୍ ଶ୍ରୀମତୀ ଦେବଦତ୍ତା ସୁରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

ସ୍ବର୍ଗୀୟା ସୁମିତା ନାୟକ ଙ୍କ ଚତୁର୍ଥ ବାର୍ଷିକ ଶ୍ରଦ୍ଧାଞ୍ଜଳି ଉପଲକ୍ଷେ " ଜଳଛତ୍ର ର " ଭବ୍ୟ ଆୟୋଜନ

Details
Odia Ray Admin
ଓଡିଶା
01 May 2025

କଳାହାଣ୍ଡି /ଭବାନୀପାଟଣା : ଖରାଦିନ ରେ ଜଳ ଦାନ କଲେ ପୂଣ୍ୟ ପ୍ରାପ୍ତି ହୁଏ ବୋଲି ହିନ୍ଦୁ ଶାସ୍ତ୍ର ରେ ବର୍ଣ୍ଣିତ ଅଛି, ସେଥିପାଇଁ ଅନେକ ବଦାନ୍ୟ ବ୍ୟକ୍ତି ଜଳ ଦାନ କରୁଥିବା ନଜର କୁ ଆସୁଥିବା ବେଳେ ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ର ପ୍ରଦେଶୀ ପଡ଼ା ରେ ସ୍ବର୍ଗୀୟା ସୁମିତା ନାୟକ ଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେବା ସହିତ ଏକ ଭବ୍ୟ ଜଳଛତ୍ର ର ଆୟୋଜନ କରାଯାଇଥିଲା। ବିଶିଷ୍ଟ ସମାଜସେବୀକା ଶ୍ରୀମତୀ ଶର୍ମିଷ୍ଠା ନାୟକ ଓ ଶ୍ରୀଯୁକ୍ତ ଅତୁନୁ ନାୟକ ଓ ତାଙ୍କ ପରିବାରବର୍ଗ ଙ୍କ ଦ୍ଵାରା ଆୟୋଜିତ ଏହି ପ୍ରୟାସରେ କଳାହାଣ୍ଡି ସାଂସଦ ମାନନୀୟା ଶ୍ରୀମତୀ ମାଳବିକା ଦେବୀଙ୍କ କରକମଳରେ ଶୁଭ ଉଦଘାଟନ ହୋଇଥିଲା। ଏହି ଶୁଭ ଅବସରରେ, କଳାହାଣ୍ଡି ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଢ଼, ପୂର୍ବତନ ଜିଲ୍ଲା ସଭାପତି ଭବେନ୍ଦ୍ର ପଣ୍ଡା, ପୂର୍ବତନ ବିଜେପି ସଭାପତି ଶ୍ରୀଯୁକ୍ତ ଦେବେନ୍ଦ୍ର ମହାନ୍ତି , ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଅନାମ ନାଏକ, ଲାଞ୍ଜିଗଡ଼ ର ପୂର୍ବତନ ବିଧାୟକ ପ୍ରାର୍ଥୀ ଶ୍ରୀ ରମେଶ ମାଝୀ ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ସନ୍ତୋଷୀ ଦାସ୍ ବିଜେପି ସାଧାରଣ ସମ୍ପାଦକ ଜୟଶଙ୍କର୍ ନାଏକ୍,ବିଜେପି ନଗର ସଭାପତି ସନ୍ତୋଷ ବିଶି,କଳାହାଣ୍ଡି ଜିଲ୍ଲା ଯୁବମୋର୍ଚ୍ଚା ବିଜୟ ଦେବ ସାହୁ, ବିଜେପି ରାଷ୍ଟ୍ର୍ଷୀୟ ଯୁବମୋର୍ଚା ର ସଭାପତି ଦିବ୍ୟଜ୍ୟୋତି ମୁଣ୍ଡ , ଜିଲ୍ଲା ବିଜେପି ଯୁବମୋର୍ଚା ସଭାପତି ନରହରି ପଟ୍ଟନାୟକ,କୈଶବ ବିହାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସର ରେ ସାଂସଦ ମାଳବିକା ଦେବୀ ଜଳ କୁ ପ୍ରଦୂଷଣ ମୁକ୍ତ କରିବା ଓ ଏହାର ସଂଘରକ୍ଷଣ ସହ ପ୍ରଚଣ୍ଡ ଗ୍ରୀଷ୍ମ ତାପରୁ ନିଜକୁ ସୁରକ୍ଷିତ ରହିବାକୁ ଉପସ୍ଥିତ ପଥଚାରି ଏବଂ ଭବାନୀପାଟଣା ସହରବାସୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଭବ୍ୟ ଜଳଛତ୍ର ଆୟୋଜନ କାର୍ଯ୍ୟକ୍ରମ ରେ ନାୟକ ପାରିବାର ବର୍ଗର ଶ୍ରୀ ସୁମନ୍ତ ନାୟକ, ଅଳ୍ପନା ନାୟକ, ଗୋପୀନାଥ ନାୟକ, ଜୟନ୍ତ ନାୟକ, ସୁଜାତା ନାୟକ, ସତ୍ୟମ ନାୟକ, ଅରୁଭା ନାୟକ, ଅତ୍ରିଷ୍ଠା ନାୟକ ପ୍ରମୁଖ ସହଯୋଗ କରିବା ସହ ଦହି ସରବତ ବଣ୍ଟନ ରେ ସାହାଯ୍ୟ କରିଥିଲେ। ଏଭଳି ଏକ ମହତ ଉଦେଶ୍ୟ ନେଇ କାମ କରିଥିବା ସୁମନ୍ତ ନାୟକ ଓ ସମାଜସେବୀ ଶର୍ମିଷ୍ଠା ନାୟକ ଙ୍କୁ ଭବାନୀପାଟଣା ସହର ତଥା ଆଖପାଖ ଅଂଚଳରେ ଭୁୟସୀ ପ୍ରଂଶସା କରାଯାଉଥିବା ପରିଲିକ୍ଷିତ ହେଉଛି। କଳାହାଣ୍ଡି ଜିଲ୍ଲାରୁ କବିରାଜ ଦୁର୍ଗାଙ୍କ ରିପୋର୍ଟ

powered by social2s

ବରଯାତ୍ରୀରେ ନାଗୀନ ଡାନ୍ସ

Details
Odia Ray Admin
ଓଡିଶା
01 May 2025

ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଚେଡ଼ାକ ଗାଁରେ ବରଯାତ୍ରୀ ନାଗ ସାପ ଧରି ନାଗୀନ ଡାନ୍ସ କରିଥିବା ଚିତ୍ର ସାମ୍ନାକୁ ଆସିଛି। ଜଣେ ଯୁବକ ସାପ ଖେଳାଉଛି ଓ ଦୁଇ ଜଣ କିନ୍ନର ନାଚୁଥିବା ଦେଖିବାକୁ ମିଳିଥିଲା। ଚଢ଼ାଉ କରି ୩ଟି ସାପ ଜବତ କଲେ ବନ କର୍ମଚାରୀ। ବନ୍ୟାପ୍ରାଣୀ ଆଇନ ଉଲଂଘନ ନେଇ ହୋଇଛି ଅଭିଯୋଗ।

powered by social2s

More Articles ...

  1. ଓଡ଼ିଶା ସୀମାରେ ହାଇ ଆଲର୍ଟ
  2. ଓଡ଼ିଶାରେ ଆହୁରି ୪ ଦିନ କାଳବୈଶାଖୀ ବର୍ଷା
  3. ଏକ୍ସଆଇଏମ୍ ୟୁନିଭର୍ସିଟିର ୯ତମ ୟୁଜି କନ୍‌ଭୋକେସନ୍ ରେ ୫୬୦ ଜଣଙ୍କୁ ୟୁଜି ଡିଗ୍ରୀ ପ୍ରଦାନ
Page 459 of 2257
  • Start
  • Prev
  • 454
  • 455
  • 456
  • 457
  • 458
  • 459
  • 460
  • 461
  • 462
  • 463
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.