• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଓଡ଼ିଶା ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ

Details
Odia Ray Admin
ଓଡିଶା
24 April 2025

ଭୁବନେଶ୍ୱର: ଓଡ଼ିଶା ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି । ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏ.ଏସ୍‌.ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୨୦୦ ଟଙ୍କାରୁ ୮୪୦୦ ଟଙ୍କା, ହାବିଲଦାର, କନେଷ୍ଟବଳ ଓ ସିପାହୀ ମାନଙ୍କ ପାଇଁ ୫୦୦୦ ରୁ ୧୦,୦୦୦ ଟଙ୍କା ଏବଂ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍‌ସ ଆର୍ମି କର୍ମଚାରୀ ମାନଙ୍କ ପାଇଁ ପୋଷାକ ଭତ୍ତାର ପରିମାଣ ବାର୍ଷିକ ୫୯୦୦ ଟଙ୍କାରୁ ୧୧,୮୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ପଦବୀର ସମାନ ର‍୍ୟାଙ୍କର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ମଧ୍ୟ ଏହି ପରିମାଣରେ ଭତ୍ତା ମିଳିବ। ସେହିପରି କନେଷ୍ଟବଳ, ସିପାହୀ ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ (Extra Duty Incentive) ସର୍ବାଧିକ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହାସହିତ ହାବିଲଦାର ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ ସର୍ବାଧିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ଭତ୍ତା ଓ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଯୋଗୁ ଆଜି କନେଷ୍ଟବଳ, ହବିଲଦାର ଓ ସିପାହୀ ସଂଘର କର୍ମକର୍ତ୍ତା ମାନେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତା ମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୋଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ । ବିଶେଷକରି, ଅସହାୟ ମାନେ କିଭଳି ଯଥା ଶୀଘ୍ର ସହାୟତା ପାଇବେ, ଅସୁରକ୍ଷିତ ଲୋକେ କିଭଳି ତୁରନ୍ତ ସୁରକ୍ଷା ପାଇବେ ସେଥିପ୍ରତି ଧ୍ୟାନ ଦେବା ଓ ସମସ୍ତ ପୋଲିସ ଷ୍ଟେସନରେ FIR ତୁରନ୍ତ ଗ୍ରହଣ ଏବଂ ସେହି FIR ଉପରେ କିଭଳି ଠିକ୍‌ ସମୟରେ ତଦନ୍ତ କରାଯିବ, ସେଥିପ୍ରତି ଯତ୍ନଵାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ପୋଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ବର୍ତ୍ତମାନ ରାଜ୍ୟ ପୋଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବୀ ଖାଲି ଥିବାବେଳେ, ଆହୁରି ୧୬, ୦୫୯ଟି ନୂଆ ପଦବୀ ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏସବୁ ପଦବୀ ପୂରଣ ହେବା ପରେ ରାଜ୍ୟର ଜନସଂଖ୍ୟା ଅନୁପାତରେ ପୋଲିସର ନିୟୋଜନ ଯଥେଷ୍ଟ ବୃଦ୍ଧି ପାଇବ। ଏହାସହିତ ପୋଲିସ ବାହିନୀକୁ ଅଧିକ ଦକ୍ଷ କରିବା ପାଇଁ ଅଧିକାରୀ ମାନେ ଅନ୍ୟ ରାଜ୍ୟକୁ ଯାଇ, ସେଠାକାର ପରିଚାଳନା ପଦ୍ଧତିକୁ ଅନୁସରଣ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ । ବୈଠକ ଆରମ୍ଭରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ ସ୍ୱାଗତଭାଷଣ ଦେବା ସହିତ ନିକଟରେ ପୋଲିସ ବାହିନୀର ବିଭିନ୍ନ ବିଭାଗକୁ ସଶକ୍ତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ । କନେଷ୍ଟବଳ, ହାବିଲଦାର ଓ ସିପାହୀ ମହାସଂଘର ସଭାପତି ଶ୍ରୀ ଅନିଲ କୁମାର ଷଣ୍ଢ ଧନ୍ୟବାଦ ଅର୍ପଣ କରିଥିଲେ । ସଂଘର ସଂପାଦକ ଶ୍ରୀ କିଶୋର କୁମାର ମହାନ୍ତି ଓ ଅନ୍ୟ ସଦସ୍ୟ ମାନେ ମଧ୍ୟ ଉପସ୍ଥିତ ଥିଲେ ।

powered by social2s

ନାରାୟଣ ଗୌଡ଼ ଙ୍କ ସ୍ମୃତି ଉଦ୍ଦେଶ୍ୟରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

Details
Odia Ray Admin
ଓଡିଶା
24 April 2025

ବେଗୁନିଆପଡ଼ା: ନାରାୟଣ କ୍ରିକେଟ କ୍ଲବ ଆନୁକୁଲ୍ୟରେ ଚିଙ୍ଗୁଡ଼ିଖୋଲ ହାଇସ୍କୁଲ ଷ୍ଟାଡିୟମ ଠାରେ ଚିଙ୍ଗୁଡ଼ିଖୋଲ ପ୍ରୀମିୟର ଲିଗ୍ ର ୫ ସଂସ୍କରଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଗଞ୍ଜାମ ଜିଲ୍ଲା ଓ ଓଡ଼ିଶା ରେ ଜଣେ ଜଣାଶୁଣା କ୍ରିକେଟ ଖେଳାଳି ନାରାୟଣ ଗୌଡ ନିକଟରେ କ୍ରିକେଟ ଖେଳୁ ଥିବା ସମୟ ରେ ମୃତ୍ୟୁ ବରଣ କରିଥିଲେ । ତେଣୁ ତାଙ୍କର ସ୍ମୃତି ଉଦ୍ଦେଶ୍ୟରେ ଆଯାକୁ ୫ ବର୍ଷ ଧରି ଚିଙ୍ଗୁଡ଼ିଖୋଲ ଯୁବକ ମାନଙ୍କ ତରଫରୁ ଚିଙ୍ଗୁଡ଼ିଖୋଲ ପ୍ରୀମିୟର ଲିଗ୍ ର ଆୟୋଜନ କରାଯାଉଅଛି। ଆଜି ପ୍ରଥମ ଦିନରେ ଉଦ୍ଘାଟନୀ ମ୍ୟାଚଟି ବଟେଶ୍ୱର ବ୍ଲାଷ୍ଟର କୁ ହରାଇ ଗୋପୀନାଥ ଇଲେଭେନ ଷ୍ଟାର ବିଜୟୀ ହୋଇଥିଲା। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବଟେଶ୍ୱର ବ୍ଲାଷ୍ଟର ନିର୍ଦ୍ଦାରିତ ୮ ଓଭରରେ ୪୭ ରନ କରିଥିଲେ। ଏହାର ଜବାବରେ ଗୋପୀନାଥ ଇଲେଭେନ ଷ୍ଟାର ମାତ୍ର ୭ ଓଭରରେ ୪୮ ରନ୍ ସଂଗ୍ରହ କରି ମ୍ୟାଚଟିକୁ ଏକତରଫା ଭାବେ ହାତେଇ ନେଇଥିଲେ। ଉଦ୍ଘାଟନୀ ଉତ୍ସବରେ ଚିଙ୍ଗୁଡ଼ିଖୋଲ ଗ୍ରାମ ର ସରପଞ୍ଚ ପ୍ରତିନିଧି ବସନ୍ତ ମଲ୍ଲିକ, ସମିତିସଭ୍ୟ ଜିତେନ୍ଦ୍ର ଗୌଡ ଓ ଯୁବ ସମାଜସେବୀ ଫକିର ମୋହନ ରାଉତ ଯୋଗଦେଇ ଆନୁଷ୍ଠାନିକ ଭାବେ ଟୁର୍ଣ୍ଣାମେଣ୍ଟ କୁ ଉଦ୍ଘାଟନ କରିଥିଲେ।ଆୟୋଜକ ନାରାୟଣ କ୍ରିକେଟ କ୍ଲବର ସଦସ୍ୟମାନେ ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।

powered by social2s

ସେଭେନ୍ ଷ୍ଟାର୍ କ୍ଲବ ଦ୍ଵାରା ନବଘନ ଜେନା ଜନ୍ମ ଶତବାର୍ଷିକୀ କମିଟିର ଅନ୍ତିମ ବୈଠକ

Details
Odia Ray Admin
ଓଡିଶା
24 April 2025

କଟକ - ଗତକାଲି ଅପରାହ୍ନ ୬ଘଣ୍ଟା ରେ ସେଭେନ୍ ଷ୍ଟାର୍ କ୍ଳବ୍ ଦ୍ଵାରା ଆୟୋଜିତ ନବଘନ ଜେନା ଜନ୍ମ ଶତ ବାର୍ଷିକୀ କମିଟି ର ସାଧାରଣ ସଭା ରେ କଟକ ମହାଗରନିଗମ ର ମେୟର ଶ୍ରୀଯୁକ୍ତ ସୁବାସ ସିଂ ଙ୍କ ସମେତ ଅନେକ ସ୍ଵାଧୀନତା ସଂଗ୍ରାମୀ ଓ ସାହିତ୍ୟ ପ୍ରାଣ ବ୍ୟକ୍ତି ଉପସ୍ଥିତ ଥିଲେ । ଚେୟାରମ୍ୟାନ ଶ୍ରୀ ରଜ କିଶୋର ବେହେରା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭା ରେ ଉତ୍କଳ ସାହିତ୍ୟ ସମାଜର ସଂପାଦକ ଶ୍ରୀ ଆଦିତ୍ୟ ପ୍ରତାପ ଧଳ, ଡ:ଚଣ୍ଡୀ ପ୍ରସାଦ ନନ୍ଦ, ନିମାଇଁ ରାୟ, କୈଳାସ ଶତପଥୀ, ଦେବାଶିଷ ଓ ଶିବାନୀ ନନ୍ଦ,ଗୌତମ ପରିଡ଼ା, କିଶୋର ନାୟକ, ଅଧ୍ୟାପକ ମନୋରଞ୍ଜନ ଦାସ,ଅଭିରାମ ବେହେରା,ଓ ସୋମନାଥ ମହାକୁଡ, କ୍ଷୀରୋଦ କୁମାର ବିଶ୍ଵାଳ ,ସୁଶାନ୍ତ ମହପାତ୍ର,ଓ ସନାତନ ପରିଡା ନବଘନ ଜେନାଙ୍କ ର ଗୁଣ କୀର୍ତ୍ତନ କରିଥିଲେ । ସଭାପତି ବିଶ୍ଵ ମୋହନ ଜେନା ଓ ସଂପାଦକ ସଂପଦ ବେହେରା ଙ୍କ ସଂଯୋଜନା ରେ ସ୍ଥାନୀୟ ସାମାଜିକ ଅନୁଷ୍ଠାନ ରାଧାକୃଷ୍ଣ ଗ୍ରୁପ୍ ର ସମସ୍ତ କର୍ମକର୍ତ୍ତା ଙ୍କୁ ସମ୍ୱଦ୍ଧିତ କରାଯିବା ସହିତ ଗ୍ରାମର ସମସ୍ତ ପଦାଧିକାରୀ ଙ୍କୁ ସମ୍ମାନିତ କରା ଗଲା । ନବଘନ ଙ୍କ ବର୍ଷୀୟାନ ସହ ଧର୍ମିଣି ବାସନ୍ତୀ ଜେନା ସ୍ମରଣେ ନବଘନ ପତ୍ରିକା ଉନ୍ମୋଚିତ କରିଥିଲେ । କଣ୍ଠଶିଳ୍ପୀ ନୀଳ ମଣି ବେଜ ଉଦ ଯାପନୀ ସଂଗୀତ ପରିବେଷଣ କରିଥିଲେ ।

powered by social2s

ହସ୍ପିଟାଲ ଲିଫ୍ଟରେ ଫସି ମହିଳା ରୋଗୀ ମୃତ

Details
Odia Ray Admin
ଓଡିଶା
24 April 2025

ଭଦ୍ରକ : ହସ୍ପିଟାଲ ଲିଫ୍ଟରେ ଫସି ଜଣେ ମହିଳା ରୋଗୀ ପ୍ରାଣ ହରାଇଥିବା ସୂଚନା। ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଲିଫ୍ଟରେ ଫସି ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ହସ୍ପିଟାଲରେ ନାମ ଲେଖାଇବା ପରେ ଏକ ୱାର୍ଡକୁ ଲିଫ୍ଟରେ ମହିଳାଙ୍କୁ ସ୍ଥାନାନ୍ତର ବେଳେ ଘଟିଛି ଏହି ଅଘଟଣ।

powered by social2s

ପୁରୀ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ -୨୦୨୫ ପାଳନ, ୬ ଲକ୍ଷ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ

Details
Odia Ray Admin
ଓଡିଶା
24 April 2025

ଭୁବନେଶ୍ୱର: ଆମ ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମାଞ୍ଚଳରେ ବସବାସ କରନ୍ତି। ଓଡ଼ିଶାରେ ୮୩ ପ୍ରତିଶତ ଲୋକ ଗାଁରେ ବସବାସ କରନ୍ତି। ତେଣୁ ଯେତେଦିନ ପର୍ଯ୍ୟନ୍ତ ଗ୍ରାମାଞ୍ଚଳର ବିକାଶ ହୋଇପାରିବ ନାହିଁ ସେତେଦିନ ପର୍ଯ୍ୟନ୍ତ ରାଜ୍ୟ ତଥା ଦେଶର ବିକାଶ ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଠାରେ ଆୟୋଜିତ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କାଶ୍ମୀର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ନିହତ ହୋଇଥିବା ପର୍ଯ୍ୟଟକମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ଶାସନ ବ୍ୟବସ୍ଥାର ମୂଳ କେନ୍ଦ୍ର ହେଉଛି ପଞ୍ଚାୟତିରାଜ ବ୍ୟବସ୍ଥା। ୧୯୯୩ ମସିହା ଅପ୍ରିଲ ୨୪ ତାରିଖ ଦିନ ୭୩ତମ ସମ୍ବିଧାନ ସଂଶୋଧନ ବିଲ୍ ପାରିତ ହୋଇ ପଞ୍ଚାୟତିରାଜ ବ୍ୟବସ୍ଥାର ବୈପବ୍ଳିକ ପରିବର୍ତ୍ତନ ଅଣାଯାଇଥିଲା । ଶାସନ ପ୍ରଶାସନରେ ଜନମତର ପ୍ରାଧାନ୍ୟକୁ ସମ୍ମାନ ଦେବା ପାଇଁ ଆମେ ଏହି ଦିବସଟିକୁ ପାଳନ କରୁଛୁ। ଗ୍ରାମାଞ୍ଚଳ ବିକାଶ ପ୍ରକ୍ରିୟାରେ ଜନସହଭାଗିତା ବୃଦ୍ଧି ନିମନ୍ତେ ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ପ୍ରସ୍ତୁତିକୁ ଭାରତ ସରକାର ଅଗ୍ରାଧିକାର ଦେଉଛନ୍ତି। ଆମ ରାଜ୍ୟରେ ଲୋକମାନଙ୍କ ମୌଳିକ ସମସ୍ୟା ଦୂର କରିବା ଦିଗରେ ପଞ୍ଚାୟତିରାଜ ବ୍ୟବସ୍ଥା ଦୃଢତାର ସହ କାମ କରୁଛି। ଗତ ୩ ବର୍ଷ ଧରି ଆମ ରାଜ୍ୟର ଅନେକ ଗ୍ରାମ ପଞ୍ଚାୟତ ସର୍ବ ଭାରତୀୟ ସ୍ତରରେ ପ୍ରଶଂସିତ ହୋଇ ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି । ଆଜି ପଞ୍ଚାୟତିରାଜ ଶାସନ ବ୍ୟବସ୍ଥାରେ ୫୦ ପ୍ରତିଶତ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ଓଡ଼ିଶା ମାଟି ନାରୀମାନଙ୍କ ସାମଗ୍ରିକ ବିକାଶର ସ୍ୱପ୍ନ ସାକାର କରିବା ଲକ୍ଷ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରକୃତ ପ୍ରୟୋଗଶାଳା ଅଟେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଆଜି ରାଜ୍ୟରେ ମହିଳା ପଞ୍ଚାୟତ ପ୍ରତିନିଧିମାନେ ନିଜ ଅଞ୍ଚଳର ବିକାଶ ପାଇଁ ତତ୍‌ପର ହୋଇ କାମ କରୁଛନ୍ତି । ଗତ ପ୍ରାୟ ୩ ଦଶନ୍ଧି ଧରି ପଞ୍ଚାୟତିରାଜ ବ୍ୟବସ୍ଥା ଅନେକ ଜାତୀୟ ସ୍ତରୀୟ ଓ ରାଜ୍ୟ ସ୍ତରୀୟ ନେତୃତ୍ୱକୁ ଜନ୍ମ ଦେଇଛି । ଉଦାହରଣ ସ୍ୱରୂପ ସେ ନିଜେ ମଧ୍ୟ ୧୯୯୭ ମସିହାର ପଞ୍ଚାୟତ ପ୍ରତିନିଧି ଭାବେ ଜନସେବାରେ ଯୋଗ ଦେଇଛନ୍ତି ବୋଲି କହିଥିଲେ। ପଞ୍ଚାୟତ ସ୍ତରରୁ ପ୍ରିତିନିଧି ଭାବେ ଆସିଥିବା ଜନପ୍ରତିନିଧିମାନେ ତୃଣମୂଳ ସ୍ତରର ସମସ୍ୟାକୁ ହୃଦୟଙ୍ଗମ କରିଥାନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପଞ୍ଚାୟତ ସ୍ତରରେ ଅନେକ ବିକାଶମୂଳକ କାର୍ଯ୍ୟ କାର୍ଯ୍ୟକାରୀ ହେଉଛି । ବିଗତ ଅଢେଇ ଦଶନ୍ଧିରେ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରାଣକେନ୍ଦ୍ର ଗ୍ରାମସଭା ଓ ପଲ୍ଲିସଭାକୁ ସମ୍ପୂର୍ଣ୍ଣ ରୂପେ ପଙ୍ଗୁ କରି ଦିଆଯାଇଥିଲା । ଆମ ସରକାର ବ୍ୟବସ୍ଥା କରିଛନ୍ତି ଗ୍ରାମସଭା ଓ ପଲ୍ଲୀସଭାରେ ଗ୍ରାମବାସୀ ହିଁ ନିଷ୍ପତ୍ତି ନେବେ ଗାଁର ଉନ୍ନତି ପାଇଁ। ଆମ ସରକାର ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ କରିବାକୁ ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି । ବିଜୁଳି, ସଡକ, ପାଣି ପରି ଭିତ୍ତିଭୂମି ହେଉଛି ଗ୍ରାମାଞ୍ଚଳର ସବୁଠୁ ବଡ ପ୍ରାଥମିକତା । ଏହି ସବୁ ଭିତ୍ତିଭୂମି ନିର୍ମାଣକୁ ଆମେ ଗୁରୁତ୍ୱ ଦେଉଛୁ । ଏଥିପାଇଁ ଆମେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ପରିକଳ୍ପନା କରିଛୁ । ୨୦୨୬ ସୁଦ୍ଧା ସବୁ ଗ୍ରାମକୁ ପାନୀୟ ଜଳ ବ୍ୟବସ୍ଥା କରିବାକୁ ଆମେ ପଦକ୍ଷେପ ନେଇଛୁ । ସେ ପୁଣି କହିଥିଲେ ଯେ, ଅନ୍ତ୍ୟୋଦୟ ଗୃହ ଯୋଜନାରେ ୩ ବର୍ଷରେ ୭୫୫୦ କୋଟି ଟଙ୍କା ବିନିଯୋଗରେ ୫ ଲକ୍ଷ ଗରିବ ଲୋକଙ୍କୁ ଘର ଯୋଗାଇଦେବୁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟରେ ୨୩ ଲକ୍ଷରୁ ଉର୍ଦ୍ଧ୍ୱ ଗୃହ ନିର୍ମିତ ହୋଇସାରିଛି ଏବଂ ୪ ଲକ୍ଷରୁ ଉର୍ଦ୍ଧ୍ୱ ଗୃହ ନିର୍ମାଣଧିନ ଅଛି । ପଞ୍ଚାୟତିରାଜ ବ୍ୟବସ୍ଥା ମାଧ୍ୟମରେ ଆମେ ଗ୍ରାମାଞ୍ଚଳବାସୀଙ୍କୁ ନ୍ୟାୟ ପ୍ରଦାନ କରିବୁ। ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିବା ସମସ୍ତ ପରିବାରକୁ ପକ୍କା ଘର ଯୋଗାଇଦେବା ପାଇଁ ଆମ ସରକାର ସଂକଳ୍ପବଦ୍ଧ। ଆଜି ରାଜ୍ୟର ମହିଳାମାନେ ସୁଭଦ୍ରା ଯୋଜନାରେ ପାଇଥିବା ଅର୍ଥକୁ ସୁବିନିଯୋଗ କରିଛନ୍ତି । ଆମ ରାଜ୍ୟର ୧୭ ଲକ୍ଷ ମା’ ଲକ୍ଷପତି ଦିଦି ହୋଇ ଭାରତ ବର୍ଷରେ ଓଡ଼ିଶାକୁ ପ୍ରଥମ ସ୍ଥାନରେ ରଖିଛନ୍ତି । ଲକ୍ଷପତି ଦିଦି ଗଢିବାରେ ସୁଭଦ୍ରା ଯୋଜନାର ବହୁତ ବଡ଼ ଅବଦାନ ରହିଛି ବୋଲି ସେ କହିଥିଲେ। ସେ କହିଥିଲେ ଯେ, ଆମେ ରାଜ୍ୟବାସୀଙ୍କୁ ଯାହା କଥା ଦେଇଥିଲୁ ତାହା ଆମେ ୧୦ ମାସ ମଧ୍ୟରେ କାମରେ କରି ଦେଖାଇଛୁ । ଆମ ସରକାର କାମରେ ବିଶ୍ୱାସ କରେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ୬ ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ ପ୍ରକ୍ରିୟା, NIC ଦ୍ୱାରା ପ୍ରସ୍ତୁତ ଇ-ପଞ୍ଚାୟତ ସଭା ପୋର୍ଟାଲ, ପି.ପି.ଏମ୍.ଏସ୍. ପୋର୍ଟାଲ, ପଞ୍ଚାୟତ ମନିଟରିଙ୍ଗ୍ ସିଷ୍ଟମ, ୬୧୩ଟି ଗ୍ରାମ ପଞ୍ଚାୟତକୁ ୩୨ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ବଣ୍ଟନ, ୨ ଲକ୍ଷରୁ ଉର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ୨ଟି କିସ୍ତିର ୧୦ ହଜାର ଟଙ୍କା ଲେଖାଏଁ ସମୁଦାୟ ୨୦୦ କୋଟି ଟଙ୍କା ପ୍ରଦାନର ଶୁଭାରମ୍ଭ କରିବା ସହିତ ୬ଟି ଟିଭି ବିଜ୍ଞାପନ ଓ ସୁଭଦ୍ରା କଫି ଟେବଲ୍ ପୁସ୍ତକର ଉନ୍ମୋଚନ କରିଥିଲେ । ରାଜ୍ୟରେ ୪,୧୨୪ କୋଟି ଟଙ୍କା ବିନିଯୋଗରେ ୩୧୪ଟି ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକର ୮ଜଣ ରାସନ କାର୍ଡ ହିତାଧିକାରୀ ଓ ୫ଜଣ ସୁଭଦ୍ରା ହିତାଧିକାରୀଙ୍କୁ ରାସନ କାର୍ଡ ଓ ସହାୟତା ରାଶି ପ୍ରଦାନ କରିଥିଲେ । ପୋଷଣ ଅଭିଯାନରେ ଶ୍ରେଷ୍ଠ ପୁଷ୍ଟି ପଞ୍ଚାୟତ ଭାବେ ନିମାପଡ଼ା ବ୍ଲକ ଅନ୍ତର୍ଗତ ସାଇଁଶ ଶାସନ ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କୁ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ଶକ୍ତି ବିଭାଗ ମାଧ୍ୟମରେ ୨୦୨୬-୨୭ ସୁଦ୍ଧା ୩ ଲକ୍ଷ ଘରକୁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ଆମେ ପଦକ୍ଷେପ ଆରମ୍ଭ କରିଛୁ। କେନ୍ଦ୍ର ଓ ରାଜ୍ୟ ସରକାର ଏଥିପାଇଁ ରିହାତି ଦେଇଛନ୍ତି । ପୋର୍ଟାଲ ମାଧ୍ୟମରେ ଯଥା ଶୀଘ୍ର ଆବେଦନ କରିବା ପାଇଁ ସେ ଅନୁରୋଧ କରିଥିଲେ। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିଲା ପରେ ଗାଁରେ ବିକାଶର ସୁଅ ଛୁଟିଛି । ସୁଭଦ୍ରା ଗ୍ରାମାଞ୍ଚଳ ମହିଳାଙ୍କ ସ୍ଥିତିରେ ଆଜି ପରିବର୍ତ୍ତନ ଆଣିଛି । ଗାଁର ଚିତ୍ରକୁ ନୂଆ ରୂପରେ ଆଙ୍କିବା ପାଇଁ ଆମ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି । ଗାଁର ବିକାଶ ପାଇଁ ରାଜନୀତିରୁ ଉର୍ଦ୍ଧ୍ୱକୁ ଆସିବା ପାଇଁ ସେ ଆହ୍ୱାନ ଦେଇଥିଲେ। ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ କହିଥିଲେ ଯେ, ଗ୍ରାମାଞ୍ଚଳର ମୌଳିକ ସମସ୍ୟାକୁ ଦୂର କରିବା ପାଇଁ ଆମେ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛୁ। ଗାଁର ବିକାଶ ହେଲେ ଆମ ଦେଶର ବିକାଶ ହେବ । ଆଜି ପଞ୍ଚାୟତିରାଜ ଦିବସରେ ଯେଉଁ ଗାଁରେ ଆମର ଆତ୍ମା ଅଛି, ସେହି ଗାଁକୁ ସରଶ ସୁନ୍ଦର କରିବା ପାଇଁ ଆସନ୍ତୁ ଆମେ ସମସ୍ତେ ସଂକଳ୍ପ ନେବା। କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ କାଶ୍ମୀର ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଉଦ୍ଦେଶ୍ୟରେ ନିରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାର ମଧୁବନୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ସିଧା ପ୍ରସାରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ଶ୍ରୀ ସୁନିଲ କୁମାର ମହାନ୍ତି ଏବଂ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ପଞ୍ଚାୟତ ପ୍ରତିନିଧିମାନେ ଆଭାସୀ ମାଧ୍ୟମରେ ଯୋଡ଼ି ହୋଇଥିଲେ । ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଗିରୀଶ ଏସ୍.ଏନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଡ. ମହେଶ୍ୱର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

powered by social2s

ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ଜାମ୍ମୁ କାଶ୍ମୀର ଆତଙ୍କୀ ଆକ୍ରମଣରେ ଦେଶର ୧୫ଟି ରାଜ୍ୟର ମୃତକଙ୍କ ନିମନ୍ତେ ଶୋକ ସଭା ଅନୁଷ୍ଠିତ

Details
Odia Ray Admin
ଓଡିଶା
24 April 2025

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ଜାମ୍ମୁ କାଶ୍ମୀର ଆତଙ୍କୀ ଆକ୍ରମଣରେ ଦେଶର ୧୫ଟି ରାଜ୍ୟର ମୃତକଙ୍କ ନିମନ୍ତେ ଶୋକ ସଭା ଅନୁଷ୍ଠିତ ହୋଇଛି। ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ସାଧାରଣ ସମ୍ପାଦକ ଶ୍ରୀ ପ୍ରଭାକର ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶୋକ ସଭାରେ କାର୍ଯ୍ୟକାରୀ ସଦସ୍ୟ ମାନେ ଯୋଗଦେଇ ଏହି ଘଟଣା ପାଇଁ ଉଦବେଗ ପ୍ରକାଶ କରିଥିଲେ ଓ ସରକାର ଙ୍କ ପାଖରେ ଆତଙ୍କୀ ଘଟଣାରେ ସଂଶ୍ଲିଷ୍ଟ ସମସ୍ତ ଦୋଷୀ ମାନଙ୍କ ପାଇଁ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନେବାକୁ ଦାବି କରିଥିଲେ। ଏହି ଅବସରରେ ସମସ୍ତେ ଜମ୍ମୁ କାଶ୍ମୀର ପେହଲଗାମରେ ହୋଇଥିବା ଆତଙ୍କୀ ଆକ୍ରମଣ ର ଦୃଢ ଭାଷାରେ ନିନ୍ଦା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଘଟଣାରେ ମୃତ୍ୟୁବରଣ କରିଥିବା ଅମର ଆତ୍ମାର ସଦଗତି କାମନା କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଥିଲା।

powered by social2s

ଅଙ୍ଗନବାଡି଼ ସୁପରଭାଇଜର ପାଇଁ ସ୍ନାତକ ଆବଶ୍ୟକ

Details
Odia Ray Admin
ଓଡିଶା
23 April 2025

ଭୁବନେଶର: ଏଣିକି ଅଙ୍ଗନବାଡି଼ ସୁପରଭାଇଜର ପାଇଁ ଏଣିକି ସ୍ନାତକ ଆବଶ୍ୟକ। ପୁର୍ବରୁ ଏହା ମାଟ୍ରିକ ଥିଲା। ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧକ୍ଷତରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକରେ ୬ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ। ଆନନ୍ଦପୁର ମେଗା ଜଳସେଚନ ପାଇଁ ୧୦୮ କୋଟି ମଞ୍ଜୁରୀ ହୋଇଛି। ୧୦୮ ଆମ୍ବୁଲାନ୍ସ ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୨୩୯୮ କୋଟି। ଅନୁସୂଚିତ ଜାତି ଓ ଜନଜାତି ବିଭାଗରେ ୨୪ଟି ପଦବୀ ସୃଷ୍ଟି ପାଇଁ ନିଆଯାଇଛି ନିଷ୍ପତ୍ତି। ଅବକାରୀ ବିଭାଗ ନିୟମ ୨୦୧୭ ମଧ୍ୟ ସଂଶୋଧନ କଲେ ସରକାର।

powered by social2s

More Articles ...

  1. ରାୟଗଡ଼ାରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  2. ଓଡ଼ିଶାରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ
  3. ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ
Page 465 of 2257
  • Start
  • Prev
  • 460
  • 461
  • 462
  • 463
  • 464
  • 465
  • 466
  • 467
  • 468
  • 469
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.