• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ରାୟଗଡ଼ାରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

Details
Odia Ray Admin
ଓଡିଶା
23 April 2025

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ବନ୍ଦିରି ଗାଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କୂଅ ସଫା କଲାବେଳେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ। କୂଅ ସଫା କରୁଥିବା ସମୟରେ ଶ୍ୱାସରୁଦ୍ଧ ହେଲେ। ମୃତକ ହେଲେ ତେତେ ତାଙ୍ଗାରଙ୍ଗା ଓ ଚିତ୍ତରଞ୍ଜନ ତାଙ୍ଗାରଙ୍ଗା।

powered by social2s

ଓଡ଼ିଶାରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

Details
Odia Ray Admin
ଓଡିଶା
23 April 2025

ଭୁବନେଶ୍ବର: ଓଡ଼ିଶାରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା।

powered by social2s

ଆସନ୍ତାକାଲି ଠାରୁ ଓଡ଼ିଶାରେ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି

Details
Odia Ray Admin
ଓଡିଶା
22 April 2025

ଭୁବନେଶ୍ବର: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

powered by social2s

ଏକ ଲକ୍ଷ ମହିଳା ଚାଷୀଙ୍କୁ ସଶକ୍ତ କରିବ ବାଉଁଶ ଚାଷ : ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

Details
Odia Ray Admin
ଓଡିଶା
22 April 2025

ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନ ଅଡିଟୋରିଅମ ହଲରେ ଲକ୍ଷପତି ଦିଦିମାନଙ୍କୁ ଆହୁରି ସଶକ୍ତ କରିବା ନିମନ୍ତେ ବାଉଁଶ ଚାଷ ଓ ଜୀବିକା ସୁଯୋଗ ସମ୍ବନ୍ଧୀୟ ଦୁଇ ଦିନିଆ ରାଜ୍ୟସ୍ତରୀୟ କର୍ମଶାଳା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଲେ ଯେ, ବାଉଁଶ ପ୍ରସ୍ତୁତ ଉତ୍ପାଦର ଚାହିଦାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ବାଉଁଶ ଚାଷ ଠାରୁ ଆରମ୍ଭ କରି ବାଉଁଶ ଶିଳ୍ପରେ ଲକ୍ଷପତି ଦିଦିମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ନିମନ୍ତେ ଏହି କର୍ମଶାଳାର ଆୟୋଜନ କରାଯାଇଛି । ମହିଳାମାନଙ୍କ ଦକ୍ଷତା ବିକାଶକୁ ଗୁରୁତ୍ଵ ଦେଇ ସେମାନଙ୍କୁ ବାଉଁଶ ଭଳି ଲାଭଜନକ ବ୍ୟବସାୟରେ ସାମିଲ କରି ସେମାନଙ୍କ ଉଦ୍ୟୋଗୀ ହେବାର ସ୍ଵପ୍ନ ପୂରଣ କରିବା ନିମନ୍ତେ ଏହିଭଳି କର୍ମଶାଳା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ । ବାଉଁଶ ଚାଷ ଏକ ଲକ୍ଷ ମହିଳା ଚାଷୀଙ୍କୁ ସଶକ୍ତ କରିବ ବୋଲି ସେ ମତ ପ୍ରକାଶ କରିଥିଲେ । ମହିଳାମାନଙ୍କ ଦୃଢ ମନୋବଳ ପାଇଁ ଆଜି ସମଗ୍ର ଦେଶରେ ଓଡ଼ିଶା ଲକ୍ଷପତି ଦିଦି ସୃଷ୍ଟି କରିବାରେ ପ୍ରଥମ ହୋଇଛି । ଆଜି ଓଡ଼ିଶାରେ ଗାଁ ଗାଁ ରେ ଲକ୍ଷପତି ଦିଦି ସୃଷ୍ଟି ହୋଇଛନ୍ତି ବୋଲି ସେ ମତ ପ୍ରକାଶ କରିଛନ୍ତି । ଓଡ଼ିଶା ଜୀବିକା ମିଶନ ତଥା ବିଭାଗୀୟ ଅଧିକାରୀମାନଙ୍କୁ ଓଡ଼ିଶାକୁ ଲକ୍ଷପତି ଦିଦି ଯୋଜନାରେ ଭାରତରେ ନଂ.୧ ସ୍ଥାନରେ ପହଞ୍ଚାଇବାରେ ସେମାନଙ୍କର ଉତ୍ସର୍ଗୀକୃତ ଏବଂ ଅକ୍ଳାନ୍ତ ପ୍ରୟାସକୁ ସେ ପ୍ରଶଂସା କରିଥିଲେ । ବିଶେଷ ଭାବରେ ଗ୍ରାମରୁ ରାଜ୍ୟସ୍ତର ପର୍ଯ୍ୟନ୍ତ କାର୍ଯ୍ୟରତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ନିରନ୍ତର ଏବଂ ନିଷ୍ଠାପର ଉଦ୍ୟମ ପାଇଁ ଏହି ସଫଳତା ସମ୍ଭବ ହୋଇପାରିଛି ବୋଲି ସେ ଉଲ୍ଲେଖ କରିଥିଲେ । ଏଥି ସହିତ କ୍ଷେତ୍ରୀୟ କର୍ମକର୍ତ୍ତା, ସ୍ୱୟଂ ସହାୟକ ଗୋଷ୍ଠୀ ନେତ୍ରୀ ଏବଂ କମ୍ୟୁନିଟି ସପୋର୍ଟ୍ ଷ୍ଟାଫ୍ ଏବଂ ଓଡ଼ିଶା ଜୀବିକା ମିଶନ ତଥା ବିଭାଗୀୟ ଅଧିକାରୀମାନଙ୍କ ଅକ୍ଳାନ୍ତ ଓ ଉତ୍ସର୍ଗୀକୃତ ପ୍ରୟାସକୁ ସେ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ, ଓଡିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀମାନେ, ଡୋମେନ୍ (କ୍ଷେତ୍ର) ବିଶେଷଜ୍ଞମାନେ, ମାଷ୍ଟର ପ୍ରଶିକ୍ଷକମାନେ ଏବଂ ଇଣ୍ଡଷ୍ଟ୍ରି ଫାଉଣ୍ଡେସନ୍ ପରି ଜାତୀୟ ଅଂଶୀଦାର ସଂସ୍ଥା ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ବାଉଁଶ ରୋପଣ କୌଶଳ, ଅନ୍ତର୍ଭୁକ୍ତ ଫସଲ ଚାଷ, ମୂଲ୍ୟ ଯୋଗ, ଉତ୍ପାଦ ବିବିଧୀକରଣ, ମୂଲ୍ୟ ନିର୍ଦ୍ଧାରଣ, ଡିଜାଇନ୍ ନବୀକରଣ, ବିପଣନ ଏବଂ ରପ୍ତାନି ସମ୍ଭାବନା ଉପରେ ଅଧିବେଶନ ଆୟୋଜିତ ହେବ । ପ୍ରଶିକ୍ଷଣ ପାଠ୍ୟକ୍ରମରେ ଫରେଷ୍ଟ ଷ୍ଟୁଆର୍ଡ଼ସିପ୍ କାଉନ୍ସିଲ୍ (ଏଫଏସସି) ସାର୍ଟିଫିକେସନ୍, କାର୍ବନ୍ କ୍ରେଡିଟ୍ ମୁଦ୍ରୀକରଣ, ଏବଂ MGNREGS ଏବଂ ଜାତୀୟ ବାଉଁଶ ମିଶନ୍ ଭଳି ପ୍ରମୁଖ ଯୋଜନା ସହିତ ଏକତ୍ରୀକରଣ ପାଇଁ ସମନ୍ୱୟ ରଣନୀତି ଉପରେ ଆଲୋକପାତ କରାଯିବ । ସମସ୍ତ ଜିଲ୍ଲାର ଜିଲ୍ଲା ପ୍ରୋଗ୍ରାମ୍ ମ୍ୟାନେଜର୍ (DPM), ଜିଲ୍ଲା ପ୍ରୋଜେକ୍ଟ କୋଅର୍ଡିନେଟର୍ (DPC), ଜୀବିକା ବିଶେଷଜ୍ଞ ଏବଂ କ୍ଲଷ୍ଟର୍ ସ୍ତରୀୟ ପ୍ରଶିକ୍ଷକମାନେ ସକ୍ରିୟ ଭାବରେ ଏହି କର୍ମଶାଳାରେ ଭାଗ ନେଇଥିଲେ ।

powered by social2s

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

Details
Odia Ray Admin
ଓଡିଶା
23 April 2025

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବିଗ୍ରହଙ୍କ ବନକଲାଗି ନୀତି I ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ I ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ I ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ I

powered by social2s

ସାହିତ୍ୟିକ ଯଜ୍ଞେଶ୍ଵର ପଣ୍ଡାଙ୍କୁ ସାହିତ୍ୟ ସାରଥି ଉପାଧି ପ୍ରଦାନ

Details
Odia Ray Admin
ଓଡିଶା
22 April 2025

କୋରାପୁଟ : କଳା ବିକାଶ କେନ୍ଦ୍ର କଟକ ଠାରେ ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଓଡିଶାର ରୌପ୍ୟ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାହିତ୍ୟିକ ଡ. ଯଜ୍ଞେଶ୍ଵର ପଣ୍ଡାଙ୍କୁ *ସାହିତ୍ୟ ସାରଥି* ଉପାଧିରେ ଭୂଷିତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଓଡିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ମାନ୍ୟବର ଏ. ସୂର୍ଯ୍ୟନାରାୟଣ ନାଇଡ଼ୁ ଉଦଘାଟନ କରିଥିଲେ।ଅନୁଷ୍ଠାନର ପ୍ରତିଷ୍ଠାତା ସଭାପତି କଳାଭୂଷଣ ପ୍ରଶାନ୍ତ କୁମାର କରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ମାନ୍ୟବର ପଞ୍ଚାୟତରାଜ, ଗ୍ରାମ୍ୟ ଉନ୍ନୟନ ଓ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ରବି ନାରାୟଣ ନାଏକ, ସ୍ୱତନ୍ତ୍ର ଅତିଥି ଭାବେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ବିଭୂପ୍ରସାଦ ତରାଇ, ବିଜେପି ରାଜ୍ୟ ଉପସଭାପତି ଶ୍ରୀଯୁକ୍ତ ଗୋଲକ ଚନ୍ଦ୍ର ମହାପାତ୍ର, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପଶ୍ଚିମବଙ୍ଗ ଓ ଓଡିଶା ଦାୟିତ୍ୱ ନିର୍ବାହ କରୁଥିବା ଡ. ନିହାର ରଞ୍ଜନ ରାୟ ଏବଂ ସମ୍ମାନିତ ଅତିଥିଭାବେ ଯଥାକ୍ରମେ କଟକ ସଦର ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠି,ବିଶିଷ୍ଟ ଚଳଚିତ୍ର ତାରକା ଶ୍ରୀଯୁକ୍ତ ଶ୍ରୀତମ ଦାସ, ବିଶ୍ଵଦେବ ସମାଜ ଜାତୀୟ ସଭାପତି ଗୁରୁଜ୍ଞାନଜ୍ୟୋତି ସ୍ୱାମୀ ଓଁକାରାନନ୍ଦ ସରସ୍ବତୀ, ସନ୍ଥ ଗୁରୁଜ୍ଞାନ ସାଗର ଅନନ୍ତଶ୍ରୀ କଵିଭୂଷିତ ମହାମଣ୍ଡଳେଶ୍ୱର ବ୍ରହ୍ମର୍ଷି ସ୍ୱାମୀ ବିଦ୍ୟାନନ୍ଦ ସରସ୍ବତୀ ମହାରାଜ, ସଂସ୍କୃତି ସାରଥି ଇଂ. ଶ୍ରୀ ସନ୍ନ୍ୟାସୀ ଏବଂ ଉପଦେଷ୍ଟା ସ୍କାର୍ଟ ଓଡିଶା ଡ. ଚିଦାତ୍ମିକା ଖଟୁଆ ଉପସ୍ଥିତ ଥିଲେ। ଏହି ଉପାଧି ସାହିତ୍ୟ ସାଧନା, ଭାଷା ସାହିତ୍ୟର ପ୍ରଚାର ପ୍ରସାର ଓ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରିବାକୁ ଅଧିକ ପ୍ରେରଣା ଯୋଗାଇବ ବୋଲି ଶ୍ରୀଯୁକ୍ତ ପଣ୍ଡା ମତବ୍ୟକ୍ତ କରିଛନ୍ତି।

powered by social2s

ଏକ୍ସଆଇଏମ୍ ୟୁନିଭର୍ସିଟିର ସ୍ନାତକୋତ୍ସବ ଉତ୍ସବରେ ୧୫ ଡକ୍ତରେଟ୍ ଓ ୭୬୯ ପୋଷ୍ଟ ଗ୍ରାଜୁଏଟ୍ ଡିଗ୍ରୀ ପ୍ରଦାନ

Details
Odia Ray Admin
ଓଡିଶା
22 April 2025

ଭୁବନେଶ୍ୱର,୨୨ା୪: ଏକ୍ସଆଇଏମ୍ ୟୁନିଭର୍ସିଟିର ଦୀର୍ଘ ଦୃଷ୍ଟି ଓ ଦୃଢ଼ ଅଙ୍ଗୀକାର ସହିତ ଉତ୍କୃଷ୍ଟ ଶିକ୍ଷା ଏବଂ ଦାୟିତ୍ୱପୂର୍ଣ୍ଣ ନେତୃତ୍ୱ ତିଆରି କରିବାରେ ନିର୍ବାଚିତ ହୋଇଥିବା ଏକ ଅନ୍ୟତମ ଶିକ୍ଷା ପ୍ରତିଷ୍ଠାନ ଭାବେ ପରିଚିତ ଏହି ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସର ବୃହତ୍ ଅଡିଟୋରିଅମ୍‌ରେ ସ୍ନାତକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅନୁଷ୍ଠାନ ମାନବୀୟ ମୂଲ୍ୟବୋଧ, ନେତୃତ୍ୱ ଦକ୍ଷତା, ଓ ବିଶ୍ୱବ୍ୟାପୀ ବଜାର ଭିତରେ ନୂଆ ଦୃଷ୍ଟିକୋଣ ନେଇ ଅଗ୍ରଗତି କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ରୂପେ ବିବେଚିତ ହୋଇଛି। ଏଥିରେ ସମୁଦାୟ ୧୫ ଡକ୍ଟରାଲ୍ ଡିଗ୍ରୀ ଓ ୭୬୯ଟି ପୋଷ୍ଟଗ୍ରାଜୁଏଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଗ୍ରୋଥ୍ ମାର୍କେଟସ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରାଜିବ ମେମାନୀ ଉପସ୍ଥିତ ଥିଲେ। ସେ ଏକ ଚାର୍ଟାର୍ଡ ଅକାଉଣ୍ଟାଣ୍ଟ ଓ ଶ୍ରୀରାମ କମର୍ସ କଲେଜ, ଦିଲ୍ଲୀ ବିଶ୍ୱବିଦ୍ୟାଳୟର ବ୍ୟାଚଲର ଅଫ କମର୍ସ ସ୍ନାତକ ପାଇଛନ୍ତି। ୨୦୨୪-୨୫ ବର୍ଷ ପାଇଁ ସେ ସିଆଇଆଇର ଅଧ୍ୟକ୍ଷ ଭାବେ ନିୟୁକ୍ତ ହୋଇଛନ୍ତି। ସେ ଭାରତ ସରକାରଙ୍କ ଦ୍ୱାରା ଗଠିତ ଅନେକ ଉଚ୍ଚସ୍ତରୀୟ କମିଟିର ସଦସ୍ୟ ଭାବେ ଅନୁଷ୍ଠାନରେ ଭାଗ ନେଇ ରାଜସ୍ୱ ଓ ନୀତି ରୂପାନ୍ତର ଉପରେ ଗଭୀର ଅବଦାନ ଦେଉଛନ୍ତି। କାର୍ଯ୍ୟକ୍ରମରେ ଅତିଥି ଭାବେ ଫାଦର୍‌.ଜେରମ୍ କୁଟିନ୍ନା, ଏସ୍‌. ଜେ, ଚେୟାରମ୍ୟାନ୍‌, ବୋର୍ଡ ଅଫ ଗଭର୍ନର୍ସ, - ଶ୍ରୀ ରାଜୀବ କୌଲ, ଏମେରିଟସ୍ ଚେୟାରମ୍ୟାନ୍‌, ବୋର୍ଡ ଅଫ ଗଭର୍ନର୍ସ, ଫାଦର୍‌. ଭାଇସ୍ ଚାନ୍ସଲର୍ ଆଟୋଂନି ଆର୍ ଉଭାରୀ ଏସ୍ ଜେ, ରେଜିଷ୍ଟ୍ରାର୍ ଫାଦର୍ ଏସ୍ ଆଟୋଂନି ରାଜ୍ ଏସ୍ ଜେ, ମୁଖ୍ୟ ଅର୍ଥ ଅଧିକାରୀ ଫାଦର୍ ଆରୋକିୟାଦାଶ ଭଦାଥାଇଆନ୍‌, ବିଭିନ୍ନ ବିଦ୍ୟାଳୟର ଡିନ୍ ଓ ବୋର୍ଡ ଅଫ ଗଭର୍ନର୍ସର ସଦସ୍ୟମାନେ ଉପସ୍ଥିତ ଥିଲେ। ସ୍କୁଲ୍ ଅଫ୍ ରୁରାଲ୍ ମ୍ୟାନେ୍‌ଜମେଟଂର ଡିନ୍ ଅଧ୍ୟାପକ ନୀରଜ କୁମାର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଭାଇସ୍ ଚାନ୍ସଲର୍ ଫାଦର୍ ଆଟୋଂନି ଆର୍ ଉଭାରୀ ଏସ୍ ଜେ ପୂର୍ବ ବର୍ଷର କୃତିତ୍ୱ ଉପରେ ବିବରଣୀ ପ୍ରଦାନ କରିଥିଲେ। ସମସ୍ତ ବିଦ୍ୟାଳୟର ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ମୁଖ୍ୟ ଅତିଥିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ। ରେଜିଷ୍ଟ୍ରାର୍ ଫାଦର୍ ଏସ୍ ଆଟୋଂନି ରାଜ୍ ଏସ୍ ଜେ ଧନ୍ୟବାଦ ଦେିଥିଲେ। ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ଦ୍ୱାରା ଉଚ୍ଚଶିକ୍ଷା କ୍ଷେତ୍ରରେ ଗ୍ରହଣ କରାଯାଇଥିବା ଅନେକ ମୂଲ୍ୟବାନ ପଦକ୍ଷେପ ଏବଂ ଜାତି ଗଠନ ପ୍ରଚେଷ୍ଟାରେ ତାଙ୍କର ଅବଦାନ ଉଲ୍ଲେଖଯୋଗ୍ୟ। ବିଶ୍ୱବିଦ୍ୟାଳୟ ଗତ ବର୍ଷ ଯେଉଁଠି ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରିଛି, ତାହା ଉପରେ ଆଲୋକପାତ କରାଯାଇଛି।

powered by social2s

More Articles ...

  1. ବିଦ୍ୟୁତ ଆଘାତରେ ମାଆପୁଅ ମୃତ
  2. ଆହୁରି ୫ ଦିନ ଅସହ୍ୟ ତାତି
  3. ପିସିଆର୍ ଭ୍ୟାନ୍ କୁ ଧକ୍କା ଦେଲା ଟ୍ରକ୍, ଦୁଇ ପୋଲିସ କର୍ମଚାରୀ ମୃତ
Page 466 of 2257
  • Start
  • Prev
  • 461
  • 462
  • 463
  • 464
  • 465
  • 466
  • 467
  • 468
  • 469
  • 470
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.