• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ସମାଜ ସଂସ୍କାର ଅନୁଷ୍ଠାନ ପକ୍ଷରୁ ବାବାସାହେବଙ୍କ ୧୩୪ ତମ ଜନ୍ମଦିବସ ପାଳିତ

Details
Odia Ray Admin
ଓଡିଶା
15 April 2025

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ସ୍ଥିତ ବଡପଡା ଠାରେ ସମାଜ ସଂସ୍କାର ଅନୁଷ୍ଠାନ ପକ୍ଷରୁ ସମ୍ବିଧାନ ପ୍ରଣେତା ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୪ ତମ ଜନ୍ମଦିବସ ପାଳିତ ହୋଇଯାଇଛି ।‌ଏହି ଅବସରରେ ମୂଖ୍ୟ ଅତିଥି ଭାବେ କୋକସରା ତହସିଲଦାର ଧିମାନ କ୍ଷୀରୋଦ ନାଗ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ସମାଜସେବୀ ରଜନୀକାନ୍ତ ସମର୍ଲିଆ, ବିଜ୍ଞାନ ଛାତ୍ରୀ ସୁହାନୀ ନାଏକ, ଆଇନଜୀବୀ ନିମାଞ୍ଚଳ ନାଏକ ଓ ସୀମାଞ୍ଚଳ ଦୀପ ପ୍ରମୁଖ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ବାବାସାହେବଙ୍କ ଫଟୋଚିତ୍ରରେ ଅତିଥି ମାନେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରଦୀପ ପ୍ରଜ୍ବଳନ କରିଥିଲେ । ପରେ ତ୍ରୀଶରଣ ଗାନ କରାଯାଇ ଥିଲା। ଅତିଥି ମାନେ ଉପସ୍ଥିତ ଜନସାଧାରଣଙ୍କୁ ବାବାସାହେବଙ୍କ ଜୀବନୀ ସମ୍ପର୍କରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ବାବାସାହେବ ଛାତ୍ର ଜୀବନରୁ କିପରି ଶୋଷଣ, ଅତ୍ୟାଚାର ଓ ଜାତିଭେଦର ଶୀକାର ହୋଇ ମଧ୍ୟ କଲମ୍ବିଆ ଇଂଲଣ୍ଡ ଆଦି ବିଶ୍ଵ ସ୍ତରୀୟ ବିଶ୍ଵବିଦ୍ୟାଳୟରୁ ଉଚ୍ଚ ଶିକ୍ଷା ସମାପନ କରିଥିଲେ ତାହା ଆଜିକାର ଶୋଷିତ ସମାଜର ଛାତ୍ରଛାତ୍ରୀ ଙ୍କ ପାଇଁ ଅନୁକରଣୀୟ ବୋଲି କହିଥିଲେ । ଦିନକୁ ଦିନ ଭାରତରେ ସାମ୍ପ୍ରଦାୟିକ ହିଂସା ବୃଦ୍ଧି ପାଇବା ସହିତ ବୈଜ୍ଞାନିକ ମନୋଭାବକୁ ଅଣଦେଖା କରୁଥିବା ଚିନ୍ତାର ବିଷୟ ବୋଲି ଉଦବେଗ ପ୍ରକାଶ କରିଥିଲେ । ତହସିଲ ଶ୍ରୀନାଗ କଠିନ ପରିସ୍ଥିତି ସହିତ କିପରି ମୁକାବିଲା କରି ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାକୁ ହୁଏ ଅତି ସୁନ୍ଦର ଭାବରେ ବ୍ୟାଖ୍ୟା କରିଥିଲେ । ସେହିପରି ଦିଲ୍ଲୀର ପାର୍ଲିଆମେଣ୍ଟ ହଲ୍ ରେ ନିଜର ଓଜସ୍ଵିନୀ ଅଭିଭାଷଣ ଦ୍ଵାରା ଉଚ୍ଚ ପ୍ରଶଂସିତ ହୋଇଥିବା ଛାତ୍ରୀ ସୁହାନୀ ନାଏକ ମଧ୍ୟ ଉପସ୍ଥିତ ଜନସାଧାରଣଙ୍କୁ ନିଜ ବକ୍ତବ୍ୟ ଦ୍ଵାରା ଦୃଷ୍ଟି ଆକର୍ଷଣ କରିଥିଲେ। ସମାଜସେବୀ ଶ୍ରୀ ସମର୍ଲିଆ, ଆଇନଜୀବୀ ଶ୍ରୀ ନାଏକ ଓ ଆମ୍ବେଦକର ବିଚାରଧାରା ର ଦୃଢ଼ ସମର୍ଥକ ଶ୍ରୀ ଦୀପ ମଧ୍ୟ ସାରଗର୍ଭକ ଅଭିଭାଷଣ ରଖିଥିଲେ। ପରେ ବକ୍ତୃତା, ଚିତ୍ରାଙ୍କନ, ଝୋଟି ଓ ଅନ୍ୟ ପ୍ରତିଯୋଗୀତାରେ କୃତୀ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ଓ ମାନପତ୍ର ଅତିଥି ମାନଙ୍କ ଦ୍ଵାରା ପ୍ରଦାନ କରାଯାଇ ଥିଲା । ଶେଷରେ କୁନିକୁନି ଛାତ୍ରୀ ମାନେ ଉଚ୍ଚ କୋଟିର ନୃତ୍ୟ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଜଗଜ୍ଜୀବନ କୁମାର,ବିପିନ ଭାରତୀ, ନିଖିଳ ନାଏକ, ଲକ୍ଷ୍ମଣ ମେହେର, ପାଣ୍ଡବ ମେହେର,ଗୌତମ ନାଏକ ପ୍ରମୁଖ ସହଯୋଗ କରିଥିବା ବେଳେ ଶିକ୍ଷାବିତ ତଥା ଆମ୍ବେଦକରବାଦୀ ଆଶିଷ ରଂଜନ ନାଏକ ମଞ୍ଚ ପରିଚାଳନା କରିଥିଲେ । କଳାହାଣ୍ଡି ଜିଲ୍ଲାରୁ କବିରାଜ ଦୁର୍ଗାଙ୍କ ରିପୋର୍ଟ

powered by social2s

ପାଟଣାଗଡରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡ଼ି ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୂଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
15 April 2025

ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି । ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ ପର୍ଦ୍ଦାଫାସ୍ କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ସେଥିରେ ସେ ନିଜେ ଯୋଗ ଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରଲ ୧୭ ତାରିଖରେ ପାଳନ କରାଯିବ ।

powered by social2s

୧୭ରେ ଓଡ଼ିଶା ଆସିବେ ନୀତିନ ଗଡ଼କରୀ

Details
Odia Ray Admin
ଓଡିଶା
15 April 2025

ଭୁବନେଶ୍ୱର: ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଏପ୍ରିଲ ୧୭ରେ ଓଡ଼ିଶା ଆସିବେ ନୀତିନ । ୫ହଜାର କୋଟିର ୧୬ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ନୀତିନ। ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

powered by social2s

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଭାରତ ରତ୍ନ ବାବା ସାହେବ ଡକ୍ଟର ଆମ୍ବେଦକରଙ୍କ ଜୟନ୍ତୀ ପାଳନ

Details
Odia Ray Admin
ଓଡିଶା
14 April 2025

ଭବାନୀପାଟଣା: ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ 134 ତମ କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ପାଳିତ ହୋଇଯାଇଛି।ଏହି ଅବସରରେ ପୂର୍ବାହ୍ନ 7.30 ମି ସମୟରେ ଭବାନୀପାଟଣା ସହର ସ୍ଥିତ ଭାରତ ରତ୍ନ ଡକ୍ଟର ବାବା ସାହେବ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ପି ଡି,ଡୁଡା ମୁନୀନ୍ଦ୍ର ହୋନନାଗା, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରି, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଭବାନୀ ଶଙ୍କର ନିଆଲ, ଏମ୍. ପି,କଳାହାଣ୍ଡି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଟ ନାଗରିକ, ଶିକ୍ଷା ଅନୁଷ୍ଠାନ ର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ବାବା ସାହେବ ଡକ୍ଟର ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସାମୂହିକ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଅଧ୍ୟକ୍ଷତାରେ ଭାରତରତ୍ନ ବାବା ସାହେବଙ୍କ ଆଦର୍ଶ ଜୀବନୀ ଉପରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପାୱାର ସଚିନ ପ୍ରକାଶ ଜିଲ୍ଲାପାଳ କଳାହାଣ୍ଡି, ଯୋଗଦେଇ ଡକ୍ଟର ବାବା ସାହେବ ଆମ୍ବେଦକର ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ତାଙ୍କର ଆଦର୍ଶ ଜୀବନୀ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ପି ଡି, ଡୁଡା ମୁନୀନ୍ଦ୍ର ହୋନନାଗା,ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଶିକ୍ଷାବିତ୍ ଉମେଶଚନ୍ଦ୍ର ଶତପଥି, ଏମ୍ ପି,କଳାହାଣ୍ଡି ଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ନିର୍ବାହୀ ଅଧିକାରୀ ପୌରପାଳିକା ବନମାଳୀ ମେହେର, ମୁଖ୍ୟ ବକ୍ତା ଭାବରେ ଭବାନୀ ଶଙ୍କର ନିଆଲ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ,ଅଂଶୁମାନ ବାବୁ ଯୋଗଦେଇ ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଆମ୍ବେଦକର ଙ୍କ ସଂଘର୍ଷ ପୂର୍ଣ୍ଣ ଆଦର୍ଶ ଜୀବନୀ ଉପରେ ଆଲୋକପାତ କରି ଆଜିର ଛାତ୍ର ଛାତ୍ରୀ ଯୁବପିଢ଼ି ତାଙ୍କର ଆଦର୍ଶରେ ରେ ଅନୁପ୍ରାଣିତ ହୋଇ ଭଲ ପାଠ ପଢି ଭଲ ମଣିଷ ହେବା ପାଇଁ ଆହ୍ଵାନ ଦେଇଥିଲେ। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର ସଫଳ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ଏଥିରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଜନପ୍ରତିନିଧି, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ, ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତ୍ତା, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଏହି ସବୁ କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। କଳାହାଣ୍ଡି ରୁ କବିରାଜ ଦୁର୍ଗାଙ୍କ ରିପୋର୍ଟ।

powered by social2s

ଓଡ଼ିଶାରେ ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ

Details
Odia Ray Admin
ଓଡିଶା
15 April 2025

ଭୁବନେଶ୍ୱର: ଓଡ଼ିଶାରେ ସୃଷ୍ଟି ହୋଇଛି ୨୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।

powered by social2s

ଦୃଷ୍ଟିବାଧିତ ମାଆ କୋଳରୁ ଅପହୃତ ଶିଶୁପୁତ୍ର ଉଦ୍ଧାର

Details
Odia Ray Admin
ଓଡିଶା
15 April 2025

ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ବାଲେଶ୍ୱରରେ ପିଲା ଚୋରକୁ ଧରିଲା ପୋଲିସ। ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସମ୍ମୁଖରୁ ଚୋରି ହୋଇଥିଲା ଦେଢ଼ ବର୍ଷର ଶିଶୁ। ଦୃଷ୍ଟିବାଧିତ ମାଆ କୋଳରୁ ହୋଇଥିଲା ଶିଶୁ ଚୋରି। ଶିଶୁପୁତ୍ରକୁ ଉଦ୍ଧାର ସହ ଅପହରଣକାରୀ ଗିରଫ ହୋଇଛି। ସିସିଟିଭି କ୍ୟାମେରା ଫୁଟେଜ ଅନୁସାରେ ଅପରାଧି ଶିଶୁକୁ ନେଇଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ସ୍ୱତନ୍ତ୍ର ଟିମ୍ ଗଠନ କରି ଓଡ଼ିଶା ଓ ବାହାରେ ଚଢ଼ାଉ କରିଥିଲା ପୋଲିସ୍।

powered by social2s

ଆମ୍ବେଦକରଙ୍କ ନାମରେ ଭୁବନେଶ୍ବରରେ ଭବନ ନିର୍ମାଣ ହେବ, ତାଙ୍କ ନାମରେ ରାସ୍ତା ଓ ପାର୍କ ନାମିତ ହେବ: ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
14 April 2025

ଭୁବନେଶ୍ବର: ଆଜି ଭୁବନେଶ୍ୱର ଜୟଦେବ ଭବନ ଠାରେ ଭାରତରତ୍ନ ବାବା ସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାବା ସାହେବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ କହିଥିଲେ ଯେ ଏକ ଦଳିତ ପରିବାରରୁ ଆସି ଭାରତୀୟ ସମ୍ବିଧାନର ମୁଖ୍ୟ ସଂରଚକ ହେବା ପର୍ଯ୍ୟନ୍ତ ଡକ୍ଟର ଆମ୍ବେଦକରଙ୍କ ଜୀବନ ଯାତ୍ରା ଆଗାମୀ ପିଢି ପାଇଁ ନିରନ୍ତର ପ୍ରେରଣାର ଉତ୍ସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଥିଲେ ଯେ ଡକ୍ଟର ଆମ୍ବେଦକରଙ୍କ ସମ୍ମାନାର୍ଥେ ଭୁବନେଶ୍ବରରେ ଏକ ଭବନ ନିର୍ମାଣ ହେବ। ଏହି ଭବନରେ ଏକ ଗ୍ରନ୍ଥାଗାର ଓ ସଭାଗୃହ ରହିବ। ଡକ୍ଟର ଆମ୍ବେଦକରଙ୍କ ନୀତି, ଆଦର୍ଶ ଓ ଜୀବନୀ ଉପରେ ଅଧିକ ଗବେଷଣା ହେବ। ସେହିଭଳି ଭୁବନେଶ୍ବରର ଏକ ରାସ୍ତା ଓ ଏକ ପାର୍କକୁ ତାଙ୍କ ନାମରେ ନାମିତ କରାଯିବ। ସେ ପ୍ରଥମେ ଓଡିଆ ନବବର୍ଷ ଓ ମହାବୀର ଜୟନ୍ତୀର ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଏକ ନ୍ୟାୟପୂର୍ଣ୍ଣ ଓ ସମତାଭିତ୍ତିକ ସମାଜ ଗଠନ ପ୍ରତି ଡକ୍ଟର ଆମ୍ବେଦକରଙ୍କ ଦୃଷ୍ଟିକୋଣ ଦେଶର ମାର୍ଗ ଦର୍ଶନ କରିଚାଲିଛି ଓ କରିଚାଲିଥିବ। ତାଙ୍କ ପ୍ରଦର୍ଶିତ ମାର୍ଗରେ ଚାଲି ଜାତି, ଧର୍ମ, ବର୍ଣ୍ଣ ଓ ଲିଙ୍ଗଗତ ବିଭେଦକୁ ଭୁଲି ଏକ ସମାବେଶୀ (Inclusive) ସମାଜ ପ୍ରତିଷ୍ଠା କରିପାରିଲେ, ତାହା ହିଁ ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ୍ବେଦକର, କେବଳ ଏକ ନାମ ନୁହେଁ, ଏହା ଏକ ବିଚାରଧାରା। ଭାରତରେ ଏକ ସୁସ୍ଥ, ଭେଦଭାବ ରହିତ, ସମାବେଶୀ ସମାଜ ପ୍ରତିଷ୍ଠା କରିବା ସଂଘର୍ଷର ନାମ ହେଉଛି ଆମ୍ବେଦକର। ଡକ୍ଟର ଆମ୍ବେଦକରଙ୍କ ଜୀବନ ସଙ୍ଘର୍ଷମୟ ଥିଲା, ଏବଂ ଏହି ସଂଘର୍ଷ ତାଙ୍କୁ ସମାଜରେ ପରିବର୍ତ୍ତନ ଆଣିବା ପାଇଁ ପ୍ରେରିତ କରିଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ କହିଥିଲେ ଯେ ଭାରତୀୟ ସମ୍ବିଧାନର ପ୍ରମୁଖ ସ୍ଥପତି ଭାବରେ ତାଙ୍କୁ ସମସ୍ତେ ଜାଣନ୍ତି। ଦେଶକୁ ଏକ ସମାବେଶୀ ସାମାଜିକ ଓ ରାଜନୈତିକ ବ୍ୟବସ୍ଥା ପ୍ରଦାନ କରିବାରେ ସେ ଥିଲେ ଅଗ୍ରଣୀ। ସେ ସମୟରେ ତାଙ୍କ ନିଜ ଜୀବନର ଅନୁଭୂତିରୁ ସେ ଅସ୍ପୃଶ୍ୟତା ବିରୋଧରେ ଲଢେଇ କରିବା ପାଇଁ ପ୍ରେରଣା ପାଇଥିଲେ ବୋଲି ମତଦେଇ ମୁଖ୍ୟମନ୍ତ୍ରୀ ତାଙ୍କ ଜୀବନକାଳର ବିଭିନ୍ନ ଘଟଣା ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଡକ୍ଟର ଆମ୍ବେଦକର ଏକାଧାରରେ ଜଣେ ଅର୍ଥନୀତିଜ୍ଞ, ଆଇନଜ୍ଞ, ସମାଜ ସଂସ୍କାରକ, ଗବେଷକ, ଦକ୍ଷ ପ୍ରଶାସକ, ଜନନେତା ଓ ରାଷ୍ଟ୍ରନାୟକ ଥିଲେ। ଭାରତୀୟ ସମ୍ବିଧାନରେ ଅନୁଚ୍ଛେଦ 14 ରୁ ଆରମ୍ଭ କରି ଅନୁଚ୍ଛେଦ 18 ପର୍ଯ୍ୟନ୍ତ ‘Right to Equality’ ଉପରେ ପର୍ଯ୍ୟବେଶିତ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏକ ସମାବେଶୀ ସମାଜ ପ୍ରତିଷ୍ଠା କରିବା ପାଇଁ positive discrimination ଆବଶ୍ୟକ। ତେଣୁ ସମ୍ବିଧାନର ଏହି ଅନୁଚ୍ଛେଦ ମାଧ୍ୟମରେ ସାମାଜିକ ଓ ଅର୍ଥନୈତିକ ଅନଗ୍ରସର ବର୍ଗଙ୍କୁ ଶିକ୍ଷା, ଚାକିରି ଏବଂ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବା ପାଇଁ ବିଶେଷ ଅଧିକାର ପ୍ରଦାନ କରାଯାଇଅଛି। ଡକ୍ଟର ଆମ୍ବେଦକରଙ୍କୁ ଦଳିତଙ୍କ ପ୍ରକୃତ ଚାମ୍ପିଅନ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭାରତୀୟ ଇତିହାସର ଗତିପଥ ପରିବର୍ତ୍ତନକାରୀ ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା ଭାବରେ ଡକ୍ଟର ଆମ୍ବେଦକର ସର୍ବଦା ମନେ ରହିବେ। 1990ରେ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଭାରତର ସର୍ବୋଚ୍ଚ ସମ୍ମାନ ଭାରତରତ୍ନ ପ୍ରଦାନ କରାଯାଇଥିଲା। କଣ ପାଇଁ ଏତେ ବର୍ଷ ଲାଗିଲା ବୋଲି ପ୍ରଶ୍ନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମ୍ବିଧାନର ନିର୍ମାତା ଏବଂ ଦେଶର ଅଖଣ୍ଡତାର ନାୟକଙ୍କୁ ଜାଣିଶୁଣି ଅବହେଳିତ ଏବଂ ଅନାଦାର କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ଦେଶର ବିକାଶ ପାଇଁ ଡକ୍ଟର ଆମ୍ବେଦକର ଓ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଆବଶ୍ୟକତାକୁ ଅନୁଭବ କରି ମହାତ୍ମାଗାନ୍ଧୀ ସେ ଦୁଇ ଜଣଙ୍କୁ ମନ୍ତ୍ରୀ ପଦ ପ୍ରଦାନ କରିବା ପାଇଁ ଅନୁମୋଦନ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଦାୟିତ୍ୱ ନେବା ପରେ ଆମ୍ବେଦକରଙ୍କ କୀର୍ତ୍ତି ଓ ମର୍ଯ୍ୟାଦାକୁ ପୁନଃପ୍ରତିଷ୍ଠା କରାଯାଇଛି ବୋଲି ସେ କହିଥିଲେ। ମୋଦୀ ସରକାରଙ୍କ ଅନେକ ଯୋଜନା ଆମ୍ବେଦକରଙ୍କ ସ୍ୱପ୍ନର ଭାରତର ପରିକଳ୍ପନାକୁ ସାର୍ଥକ କରିଛି ବୋଲି ମତ ଦେଇ ସେ କହିଲେ ଯେ ପିଏମ୍ ଆବାସ ଯୋଜନା ହେଉ ବା ଉଜ୍ଜ୍ୱଳା ଯୋଜନା, ସ୍ୱଚ୍ଛ ଭାରତ ହେଉ ବା ଆୟୁଷ୍ମାନ ଭାରତ—ଏ ସବୁ ଯୋଜନାରେ ମୂଳ ହିତାଧିକାରୀ ହେଉଛନ୍ତି ଦଳିତ, ଆଦିବାସୀ ଓ ଗରିବ ଲୋକ। କହିବାକୁ ଗଲେ ଡକ୍ଟର ଆମ୍ବେଦକରଙ୍କ ସ୍ୱପ୍ନ ମୋଦୀଜୀ ହିଁ ପୂରଣ କରିଛନ୍ତି ବୋଲି ସେ କହିଥିଲେ। ଓଡିଶାରେ ଆମ ସରକାର ଆସିବା ପରେ ଅଧିକାଂଶ କେନ୍ଦ୍ରୀୟ ଯୋଜନାକୁ କାର୍ଯ୍ୟକାରୀ କରାଯାଇ ଦଳିତ ଓ ନିଷ୍ପେସିତଙ୍କ ଅଧିକାରକୁ ସୁନିଶ୍ଚିତ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ନୂତନ ଶିକ୍ଷାନୀତି ହେଉ ବା ଆୟୁଷ୍ମାନ ଭାରତ ଯୋଜନା- ଏ ସବୁ ଯୋଜନା କାର୍ଯ୍ୟକାରୀ କରାନହେବା ଦ୍ୱାରା ସମାଜର ଗରିବ ଓ ତଳ ଶ୍ରେଣୀର ଲୋକ ହିଁ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହେଉଥିଲେ। ଆମେ ସେ ସବୁ ଯୋଜନା କାର୍ଯ୍ୟକାରୀ କରି ସେମାନଙ୍କ ମୌଳିକ ଆବଶ୍ୟକତାକୁ ପୂରଣ କରୁଛୁ। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ପାଇଁ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ 75 ହଜାର କୋଟିରୁ ବି ଅଧିକ ଟଙ୍କା ପ୍ରାବଧାନ କରାଯାଇଛି। ସମୃଦ୍ଧ ଓଡିଶାରେ ସମାଜର ସବୁ ବର୍ଗର ସବୁ ଅଞ୍ଚଳର ଲୋକଙ୍କୁ ସମାନ ଅଧିକାର ଓ ସମାନ ସୁଯୋଗ ମିଳିବ। ଡକ୍ଟର ଆମ୍ବେଦକରଙ୍କ ଆଦର୍ଶ, ମୋଦୀଜୀଙ୍କ ମାର୍ଗଦର୍ଶନ ଏଥିପାଇଁ ଆମକୁ ପ୍ରେରଣା ଦେଇ ଚାଲିବ ବୋଲି ସେ କହିଥିଲେ। ସମାଜର ଜଣେ ଦଳିତ ପରିବାରରୁ ଆସି ଭାରତୀୟ ସମ୍ବିଧାନର ଜନକ ପର୍ଯ୍ୟନ୍ତ ଡକ୍ଟର ଆମ୍ବେଦକରଙ୍କ ଜୀବନ ଯାତ୍ରା ଆଗାମୀ ପିଢ଼ି ପାଇଁ ନିରନ୍ତର ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ସେ କହିଲେ ଯେ ଆମକୁ ସମାଜର ତଳସ୍ତରର ଲୋକଙ୍କ ହିତ ପାଇଁ ଚିନ୍ତା କରି ନିରନ୍ତର କାମ କରିବାକୁ ପଡିବ। ଡକ୍ଟର ଆମ୍ବେଦକରଙ୍କ ସ୍ବପ୍ନ ପୂରଣ ପାଇଁ ଆଉ ଏକ ସାମାଜିକ ଆନ୍ଦୋଳନର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଥିଲେ । ଏକ ନ୍ୟାୟପୂର୍ଣ୍ଣ ଏବଂ ସମତା ଭିତ୍ତିକ ସମାଜ ଗଠନ ପ୍ରତି ଡକ୍ଟର ଆମ୍ବେଦକରଙ୍କ ଦୃଷ୍ଟିକୋଣ ଦେଶକୁ ମାର୍ଗଦର୍ଶନ କରିଚାଲିଛି ଓ କରିଚାଲିଥିବ। କାର୍ଯ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଲେ ଯେ ସବୁ ବାଧାବିଘ୍ନକୁ ସାମନା କରି ଆଗକୁ ବଢିବାର ଉଦାହରଣ ହେଉଛନ୍ତି ଡକ୍ଟର ଆମ୍ବେଦକର । ଆମ୍ବେଦକର ଯେଉଁ ମାନଙ୍କ ଉତ୍‌ଥାନ ପାଇଁ ଲଢେଇ କରୁଥିଲେ ଏବଂ ଯାହା ତାଙ୍କ ସ୍ବପ୍ନ ଥିଲା ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରୟାସରତ ଅଛନ୍ତି । ଯାଜପୁର ସାଂସଦ ଡଃ ରବିନ୍ଦ୍ର ନାରାୟଣ ବେହେରା କହିଲେ ଯେ ଡକ୍ଟର ଆମ୍ବେଦକର ହେଉଛନ୍ତି ଜଣେ ଯୋଗଜନ୍ମା । ତାଙ୍କ ନୀତି ଓ ଆଦର୍ଶକୁ ଗାଁ ଗାଁରେ ଘରେ ଘରେ ପହଞ୍ଚାଇବା ପାଇଁ ଆମ ସରକାର ଯଶ୍ବସୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ କାର୍ଯ୍ୟରତ ଅଛି । ବିଶିଷ୍ଟ ଶିକ୍ଷାବିତ ଓ ସାହିତ୍ୟିକ ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ କହିଲେ ଯେ ଗଣତନ୍ତ୍ର ଉପରେ ଡକ୍ଟର ଆମ୍ବେଦକରଙ୍କ ଅଖଣ୍ଡ ବିଶ୍ବାସ ଥିଲା। ଭେଦଭାବ ହୀନ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗୀକୃତ ଥିଲା । ୧୯୪୫ରେ କଟକଠାରେ ଆୟୋଜିତ ଏକ ରାଷ୍ଟୀୟ ସମ୍ମିଳନୀରେ ମହାନଦୀରେ ବନ୍ୟା ନିୟନ୍ତ୍ରଣ ପାଇଁ ଏକ ନଦୀବନ୍ଧ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ । ଭାରତରେ ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ତାଙ୍କୁ ଜଣେ ଅଗ୍ରଦୂତ ଭାବେ ଗ୍ରହଣ କରାଯାଉଛି ବୋଲି ସେ ମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଗ ନେଇଥିବା ବିଭିନ୍ନ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡା ସ୍ବାଗତ ଭାଷଣ ଦେଇଥିଲେ ଏବଂ ଉପ-ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ ।

powered by social2s

More Articles ...

  1. ଓଡ଼ିଶୀ ଫାଉଣ୍ଡେସନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଆଦର୍ଶ ଓ଼ଲ୍ଡ ଏଜ ହୋମର ବରିଷ୍ଠ ଗୁରୁଜନ ଓ ଅନାଥ ପିଲା ମାନଙ୍କ ସହିତ ପବିତ୍ର ବିଷୁବ ସଂକ୍ରାନ୍ତି ପାଳନ
  2. ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହେବ ଫର୍ମ ପୂରଣ ପ୍ରକ୍ରିୟା
  3. ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି
Page 472 of 2257
  • Start
  • Prev
  • 467
  • 468
  • 469
  • 470
  • 471
  • 472
  • 473
  • 474
  • 475
  • 476
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.