• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
22
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା "ମୋ ପରିବାର"

Details
Odia Ray Admin
ଓଡିଶା
23 September 2026

ଜଟଣୀ:(ଶୁଭେନ୍ଦ୍ର ଶତପଥୀ ) ଜଟଣୀ ଓଡ଼ିଶା ପ୍ରସିଦ୍ଧ ଗଣେଶ ପୂଜା ମଙ୍ଗଳବାର ନବମ ଦିବସରେ ପହଞ୍ଚିଛି l ଦିନ ସାରା ତୁହାକୁ ତୁହା ବର୍ଷା ସତ୍ତ୍ୱେ ସନ୍ଧ୍ୟାରେ ଶ୍ରଦ୍ଧାଳୁ ବିଭିନ୍ନ ପୂଜା ମଣ୍ଡପ ବୁଲି ଗଣେଶ,ଲକ୍ଷ୍ମୀ ଓ ସରସ୍ୱତୀଙ୍କ ଠାରୁ ଆଶୀର୍ବାଦ କାମନା କରିଥିଲେ lସେହିପରି ଅଗ୍ରଣୀ ସାମାଜିକ ସଂଗଠନ"ମୋ ପରିବାର"ର ମଧ୍ୟ ସମାଜରେ ସଂସ୍କାର ମାଧ୍ୟମରେ ପରିବର୍ତ୍ତନ ପାଇଁ ଏକ ନିଆରା ପ୍ରୟାସକୁ କିପରି ସଫଳତାରେ କାର୍ଯ୍ୟ କରିପାରିବେ ଶ୍ରୀଗଣେଶ,ମା'ଲକ୍ଷ୍ମୀ,ମା'ସରସ୍ବତୀଙ୍କ ଠାରୁ ଆର୍ଶିବାଦ କାମନା କରିଥିଲେ l ଚଳିତ ବର୍ଷ"ମୋ ପରିବାର"କୁ ଦୁଇଟି ପୁଜା ମଣ୍ଡପରୁ ସ୍ଵତନ୍ତ୍ର ଭାବରେ ନିମନ୍ତ୍ରିତ କରାଯାଇଥିଲା l "ମୋ ପରିବାର" ବୈଠକରେ ନିଷ୍ପତ୍ତି କ୍ରମେ ପ୍ରଥମେ ପ୍ରତିଷ୍ଠାତା ସାମ୍ବାଦିକ ଶୁଭେନ୍ଦ୍ର ଶତପଥୀ ଜଟଣୀ ଗଣେଶ ମହୋତ୍ସବ ଠାରେ ମହାପ୍ରଭୁଙ୍କ ୩୨ ବେଶ ଦର୍ଶନ ସନ୍ଧ୍ୟା ଆରତୀ ପାଇଁ ନିମନ୍ତ୍ରିଣ ରକ୍ଷା କରି ପ୍ରଥମେ ପ୍ରତିଷ୍ଠାତା ଶ୍ରୀ ଶତପଥୀ ଓ ସଦସ୍ୟ ମାନେ ଯାଇଥିଲେ l ସ୍ବାଗତ ପାଇଁ ବିଶ୍ବ ହିନ୍ଦୁ ପରିଷଦର ଜଟଣୀ ସଭାପତି ରମେଶ ଚନ୍ଦ୍ର ଦାସ ଉପସ୍ଥିତ ଥିଲେ l ଅନୁଷ୍ଠାନର ସଭାପତି ଭବାନୀ ଚରଣ ପାଢ଼ୀ ମହାପ୍ରଭୁଙ୍କ ଦିବ୍ୟ ସନ୍ଧ୍ୟା ଆରତି ପାଇଁ ମଞ୍ଚକୁ "ମୋ ପରିବାର" ପ୍ରତିଷ୍ଠାତା ସାମ୍ବାଦିକ ଶୁଭେନ୍ଦ୍ର ଶତପଥୀ ଓ ଉପସ୍ଥିତ ସଦସ୍ୟ ମାନଙ୍କୁ ନିମନ୍ତ୍ରଣ କରିଥିଲେ l ଆଳତି କରିସାରିବା ପରେ ଉପସ୍ଥିତ ଶ୍ରଦ୍ଧାଳୁଙ୍କୁ" ମୋ ପରିବାର"ନୀତି ନିୟମ ଏବଂ କାର୍ଯ୍ୟ ବିଷୟରେ ଅବଗତ କରାଇଥିଲେ l ତା'ପରେ ହରିଭାଇନା ଛକ ନିକଟରେ ଡାଳଖାଇ ଫ୍ରେଣ୍ଡସ କ୍ଲବ୍ ପୂଜାମଣ୍ଡପକୁ ଯାଇଥିଲି ସେଠାର ମୁଖ୍ୟ ପୂଜକ ଦେବାଶିଷ ମହାପାତ୍ର ଏବଂ କର୍ମକର୍ତ୍ତା ମାନେ ସ୍ବାଗତ କରିଥିଲେ l ସେଠାରେ ଏକାଦଶୀରେ କ୍ଷୀରି ଭୋଗ ପୂଜା ହୁଏ l ଏହି କାର୍ଯ୍ୟକ୍ରମରେ ସସ୍ମିତା ମହାପାତ୍ର,ମମତା ଦ୍ୱିବେଦୀ,ଦୀପା ନାୟକ ସଦସ୍ୟାମାନେ ଯୋଗ ଦେଇଥିବା "ମୋ ପରିବାର"ର ପ୍ରତିଷ୍ଠାତା ଶ୍ରୀ ଶତପଥୀ ସୂଚନା ଦେଇଛନ୍ତି l

powered by social2s

ଗଭୀର ଅବପାତ ଜନିତ ବର୍ଷା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Details
Odia Ray Admin
ଓଡିଶା
23 September 2026

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷ କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ ମୁଖ୍ୟମନ୍ତ୍ରୀଙ୍କୁ ଅବପାତ, ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ସମସ୍ତ ପ୍ରାକୃତିକ ବିପର୍ଯ୍ୟୟରେ ଆମର ଏକମାତ୍ର ନୀତି ହେଉଛି-‘ଜିରୋ କାଜୁଆଲ୍‌ଟି’। ତେଣୁ, ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରକ୍ଷାକରି ଏହି ପରିସ୍ଥିତିର ମୁକାବିଲା କରିବା ଆବଶ୍ୟକ। ଲୋକଙ୍କ ଧନଜୀବନ ସୁରକ୍ଷା ଉପରେ ସେ ସର୍ବାଧିକ ଗୁରୁତ୍ୱ ଆରୋପ କରିଥିଲେ। ଜଳବନ୍ଦୀ କ୍ଷେତ୍ରରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଏବଂ ସେମାନଙ୍କୁ ଉପଯୁକ୍ତ ରିଲିଫ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯଦିଓ ବାତ୍ୟାର ସମ୍ଭାବନା ନାହିଁ, ତଥାପି ସମସ୍ତ ପ୍ରକାର ସତର୍କତାମୂଳକ ବ୍ୟବସ୍ଥା ସହ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରୁ ଜଣାଯାଇଛି ଯେ, ଏହି ଅବପାତ ଯୋଗୁ ଆଜି ଏବଂ ଆସନ୍ତା କାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ଓ ୨୫ ତାରିଖ ପରେ ପରିସ୍ଥିତିରେ ସୁଧାର ଆସିବ ବୋଲି ଆଶା କରାଯାଉଛି। ଏହି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୋଟ ୩୩ଟି ଓଡ୍ରାଫ୍ ଟିମ୍ ମୁତୟନ କରାଯାଇଛି। ଗଞ୍ଜାମରେ ୬, ଗଜପତିରେ ୩, କୋରାପୁଟରେ ୬, ମାଲକାନଗିରିରେ ୩, ରାୟଗଡ଼ାରେ ୩, କଳାହାଣ୍ଡିରେ ୨ ଏବଂ ବଲାଙ୍ଗିରରେ ୧ଟି ଟିମ୍ ମୁତୟନ ହୋଇଛି। ଏହା ବ୍ୟତୀତ ଗଞ୍ଜାମର ଛତ୍ରପୁରସ୍ଥିତ ଓଡ୍ରାଫ୍ ୟୁନିଟ୍‌ର ୯ଟି ଟିମ୍ ରିଜର୍ଭ ରଖାଯାଇଛି। ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ସମସ୍ତ ବନ୍ଦରରେ ସ୍ଥାନୀୟ ସତର୍କ ସଙ୍କେତ ସଂଖ୍ୟା-୩ ଉତ୍ତୋଳନ କରାଯାଇଛି ଏବଂ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କ ପ୍ରବେଶ ଉପରେ ନିଷେଧ ଜାରି ରହିଛି। ଏହାର ଶତ ପ୍ରତିଶତ ଅନୁପାଳନ ନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ଗୁଡିକ ଯଥା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଜିଲ୍ଲା ପ୍ରଶାସନ ତଥା ରାଜସ୍ୱ ବିଭାଗ ପକ୍ଷରୁ ସମସ୍ତ ଆବଶ୍ୟକ ପ୍ରସ୍ତୁତି କରାଯାଇଛି। ଜିଲ୍ଲା ଓ ବ୍ଲକ୍ ଆପାତକାଳୀନ କାର୍ଯ୍ୟ କେନ୍ଦ୍ରଗୁଡ଼ିକୁ ୨୪x୭ କାର୍ଯ୍ୟରତ ରଖିବା, ସମ୍ବେଦନଶୀଳ ବସତି ଚିହ୍ନଟ କରିବା, ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବା ଏବଂ ଶୁଖିଲା ଖାଦ୍ୟ, ଶିଶୁ ଖାଦ୍ୟ, ପାନୀୟ ଜଳ ଓ ପରିଷ୍କାରତା ସାମଗ୍ରୀ ମହଜୁଦ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ଓଡ୍ରାଫ୍, ଏନ୍‌ଡିଆରଏଫ୍ ଓ ଅଗ୍ନିଶମ ସେବା ଦଳକୁ ପୂର୍ବରୁ ମୁତୟନ ଓ ସଜ୍ଜ ରଖାଯାଇଥିବା ବେଳେ ଉଦ୍ଧାର ନୌକା, ଲାଇଫ୍ ଜାକେଟ୍ ଓ ପାୱାର ବୋଟ୍ ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଜଳସମ୍ପଦ ବିଭାଗ ପକ୍ଷରୁ ନଦୀ ଓ ଜଳାଶୟର ଜଳସ୍ତର ନିରନ୍ତର ନିରୀକ୍ଷଣ, ସମ୍ବେଦନଶୀଳ ବନ୍ଧ ସ୍ଥାନଗୁଡ଼ିକର ପରୀକ୍ଷା ଏବଂ ଆବଶ୍ୟକସ୍ଥଳେ ନିୟନ୍ତ୍ରିତ ଜଳମୁକ୍ତି ପାଇଁ ସମନ୍ୱୟ କରାଯାଉଛି। ସହରାଞ୍ଚଳରେ ଡ୍ରେନେଜ୍ ବ୍ୟବସ୍ଥା ନିରୀକ୍ଷଣ, ନିମ୍ନାଞ୍ଚଳ ଅଣ୍ଡରପାସ୍‌ରେ ଡି-ୱାଟରିଂ ପମ୍ପ ମୁତୟନ ଏବଂ ଆବଶ୍ୟକସ୍ଥଳେ ଟ୍ରାଫିକ୍ ଡାଇଭର୍ସନ୍ ପାଇଁ ମଧ୍ୟ ପ୍ରସ୍ତୁତି ରହିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ପଞ୍ଚାୟତିରାଜ ଓ ପାନୀୟ ଜଳ, ଶକ୍ତି , ବାଣିଜ୍ୟ ଓ ପରିବହନ, ନିର୍ମାଣ , କୃଷି ଓ କୃଷକ ସଶକ୍ତିକରଣ , ମତ୍ସ୍ୟ ଓ ପଶୁସମ୍ପଦ ବିଭାଗକୁ ମଧ୍ୟ ଆବଶ୍ୟକ ପ୍ରସ୍ତୁତି ସହ ସଜାଗ ରହିବାକୁ କୁହାଯାଇଛି। ରାଜ୍ୟ ଓ ଜିଲ୍ଲା ସ୍ତରରେ ସ୍ଥିତିର ରିଅଲ୍-ଟାଇମ୍ ନିରୀକ୍ଷଣ କରାଯାଉଥିବା ବେଳେ ଭାରି ବର୍ଷା, ଜଳବନ୍ଦୀ, ଆଶ୍ରୟସ୍ଥଳ, ବିଦ୍ୟୁତ୍ ଓ ପାନୀୟ ଜଳ ଯୋଗାଣ, ଉଦ୍ଧାରକାରୀ ଦଳର ମୁତୟନ ଏବଂ ଜଳାଶୟର ସଂରକ୍ଷଣ ସ୍ଥିତି ଉପରେ ନିରନ୍ତର ନଜର ରଖାଯାଉଛି। ସୂଚନା ଯୋଗ୍ୟ ଯେ, ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ ଦିଗକୁ ଗତି କରିଛି। ଆଜି ସକାଳ ୫:୩୦ ଘଣ୍ଟା ସୁଦ୍ଧା ଏହା ଗୋପାଳପୁରଠାରୁ ୧୫୦ କିଲୋମିଟର ଦକ୍ଷିଣ ଦିଗରେ ରହିଛି। ଏହି ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ରାତି ସୁଦ୍ଧା ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ, କଳିଙ୍ଗପଟ୍ଟଣମ ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୦-୬୦ କିମି ବେଗରେ ପବନ ଏବଂ ଝଟକା ପବନ ଘଣ୍ଟା ପ୍ରତି ୭୦ କିମି ପର୍ଯ୍ୟନ୍ତ ହୋଇପାରେ। ସେହିପରି, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଓ ବୌଦ୍ଧ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

powered by social2s

ବାଲିମେଳାରେ ୩ଦିନ ମଟର ଲଞ୍ଚ ବନ୍ଦ

Details
Odia Ray Admin
ଓଡିଶା
23 September 2026

ଚିତ୍ରକୋଣ୍ଡା: ମାଲକାନଗିରି ଜିଲ୍ଲା ବାଲିମେଳା ଜଳଭଣ୍ଡାରରେ ୩ ଦିନ ମଟର ଲଞ୍ଚ ଚଳାଚଳ ବନ୍ଦ ରହିବ। ଆଜିଠୁ ୨୫ ତାରିଖ ଯାଏଁ ମଟର ଲଞ୍ଚ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନେଲେ ଜିଲ୍ଲା ପ୍ରଶାସନ। ଗଭୀର ଅବପାତକୁ ଦୃଷ୍ଟିରେ ରଖି ଅଣ୍ଡିରାପାଲି, ପଣସପୁଟ, ଯୋଡ଼ାମ୍ବ ପଞ୍ଚାୟତକୁ ଲଞ୍ଚ ଯାତାୟାତ ବନ୍ଦ ରହିଛି।

powered by social2s

ସର୍ବଣା ବିବେକ ହେଲେ ଭୁବନେଶ୍ବର ଡିସିପି

Details
Odia Ray Admin
ଓଡିଶା
22 September 2026

ଭୁବନେଶ୍ୱର : ଆଇପିଏସ ସ୍ତରରେ ଅଦଳବଦଳ କଲେ ଓଡ଼ିଶା ସରକାର। ସର୍ବଣା ବିବେକ ଏମ୍‌ ହେଲେ ଭୁବନେଶ୍ବର ଡିସିପି। ଅଭିନବ ସୋନକର ହେଲେ ବ୍ରହ୍ମପୁର ଏସ୍‌ପି। ଅଜିଙ୍କ୍ୟ ବି ମାନେ ହେଲେ ଢେଙ୍କାନାଳ ଏସ୍‌ପି। ସେହିପରି, ଏ.ବି. ଶିଳ୍ଫାଙ୍କୁ ମିଳିଲା ଏସ୍‌ଡିପିଓ ବରଗଡ଼ ଦାୟିତ୍ବ।

powered by social2s

ଗଭୀର ଅବପାତର ପ୍ରଭାବରେ ଲଗାଣ ବର୍ଷା ଜାରି ; ସ୍ଥିତି ଉପରେ ନିରନ୍ତର ନଜର, ୩୩ ଓଡ୍ରାଫ୍ ଟିମ୍ ମୁତୟନ

Details
Odia Ray Admin
ଓଡିଶା
23 September 2026

ଭୁବନେଶ୍ୱର : ଗଭୀର ଅବପାତଜନିତ ପାଣିପାଗ ପରିସ୍ଥିତି ଏବଂ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ State Emergency Operations Centre (SEOC) ସମ୍ମିଳନୀ କକ୍ଷରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି l କୋରାପୁଟ, ଗଜପତି, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ଖୋର୍ଦ୍ଧା, ରାୟଗଡ଼ା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମସ୍ତ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରି ଜନସାଧାରଣଙ୍କ ଧନଜୀବନର ସୁରକ୍ଷାକୁ ପ୍ରାଥମିକତା ଦେଇ ପୂର୍ବ ସୂଚନା, ପ୍ରସ୍ତୁତି ଏବଂ ତ୍ଵରିତ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ନିମନ୍ତେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ଗୁରୁତ୍ଵାରୋପ କରିଛନ୍ତି l ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ ଦିଗକୁ ଗତି କରିଛି। ୨୩ ସେପ୍ଟେମ୍ବର ୨୦୨୬ ସକାଳ ୫:୩୦ ଘଣ୍ଟା ସୁଦ୍ଧା ଏହା ୧୮.୦° ଉତ୍ତର ଅକ୍ଷାଂଶ ଓ ୮୪.୭° ପୂର୍ବ ଦ୍ରାଘିମା ନିକଟରେ ଅବସ୍ଥିତ ରହିଛି। ଏହା କଳିଙ୍ଗପଟ୍ଟନମଠାରୁ ପ୍ରାୟ ୭୦ କିଲୋମିଟର ପୂର୍ବ-ଦକ୍ଷିଣପୂର୍ବ, ଗୋପାଳପୁରଠାରୁ ୧୫୦ କିଲୋମିଟର ଦକ୍ଷିଣ, ପୁରୀଠାରୁ ୨୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମ ଏବଂ ବିଶାଖାପାଟଣାଠାରୁ ୧୫୦ କିଲୋମିଟର ପୂର୍ବ-ଉତ୍ତରପୂର୍ବ ଦିଗରେ ରହିଛି। ଏହି ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ସେପ୍ଟେମ୍ବର ୨୦୨୬ ରାତି ସୁଦ୍ଧା ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ, କଳିଙ୍ଗପଟ୍ଟନମ ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବ। ଏହି ପାଣିପାଗ ପ୍ରଣାଳୀର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। *୨୩ ସେପ୍ଟେମ୍ବର ସକାଳ ୮:୩୦ ଠାରୁ ୨୪ ସେପ୍ଟେମ୍ବର ସକାଳ ୮:୩୦ ପର୍ଯ୍ୟନ୍ତ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପାଇଁ ରେଡ୍ ୱାର୍ଣ୍ଣିଂ ରହିଥିବା ବେଳେ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି।* *୨୩ ସେପ୍ଟେମ୍ବର ସକାଳ ୮:୩୦ ଘଣ୍ଟାରେ ଗତ ୨୪ ଘଣ୍ଟାର ବର୍ଷା ତଥ୍ୟ ଅନୁଯାୟୀ, ରାଜ୍ୟରେ ହାରାହାରି ୩୭.୯ ମିମି ବର୍ଷା ରେକର୍ଡ ହୋଇଛି।* ଜିଲ୍ଲାସ୍ତରରେ କୋରାପୁଟରେ ୯୩.୩ ମିମି, ଗଜପତିରେ ୭୯.୨ ମିମି, ବାଲେଶ୍ୱରରେ ୬୧.୮ ମିମି, ନବରଙ୍ଗପୁରରେ ୫୯.୬ ମିମି ଏବଂ ଗଞ୍ଜାମରେ ୫୫.୫ ମିମି ବର୍ଷା ରେକର୍ଡ ହୋଇଛି। *ଏହି ସମୟରେ କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୨୩୦.୨ ମିମି ବର୍ଷା ରେକର୍ଡ ହୋଇଛି।* ୧୦୦ ମିମିରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ଅନ୍ୟାନ୍ୟ ସ୍ଥାନ ମଧ୍ୟରେ କୋରାପୁଟର ଜୟପୁର ୧୬୧.୬ ମିମି, ରାୟଗଡ଼ାର ଗୁଣୁପୁର ୧୬୦ ମିମି, ଗଜପତିର ମୋହନା ୧୪୫ ମିମି, କୋରାପୁଟର ବୋରିଗୁମ୍ମା ୧୩୮.୨ ମିମି ଏବଂ ନବରଙ୍ଗପୁରର ତେନ୍ତୁଳିଖୁଣ୍ଟି ୧୩୮ ମିମି ରହିଛି। *୩୩ ଓଡ୍ରାଫ୍ ଟିମ୍ ମୁତୟନ* ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୋଟ ୩୩ଟି ଓଡ୍ରାଫ୍ ଟିମ୍ ମୁତୟନ କରାଯାଇଛି। ଗଞ୍ଜାମରେ ୬, ଗଜପତିରେ ୩, କୋରାପୁଟରେ ୬, ମାଲକାନଗିରିରେ ୩, ରାୟଗଡ଼ାରେ ୩, କଳାହାଣ୍ଡିରେ ୨ ଏବଂ ବଲାଙ୍ଗିରରେ ୧ଟି ଟିମ୍ ମୁତୟନ ହୋଇଛି। ଏହା ବ୍ୟତୀତ ଗଞ୍ଜାମର ଛତ୍ରପୁରସ୍ଥିତ ଓଡ୍ରାଫ୍ ୟୁନିଟ୍‌ର ୯ଟି ଟିମ୍ ରିଜର୍ଭ ରଖାଯାଇଛି। *ସମୁଦ୍ର ଅଶାନ୍ତ ; ମତ୍ସ୍ୟଜୀବୀଙ୍କ ପାଇଁ ନିଷେଧ ଜାରି* ୨୩–୨୪ ସେପ୍ଟେମ୍ବର ମଧ୍ୟରେ ପଶ୍ଚିମ-ମଧ୍ୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୫୫–୬୫ କିମି/ଘଣ୍ଟା ବେଗର ଝଡ଼ୋ ପବନ, ଝଟକା ପବନ ୭୫ କିମି/ଘଣ୍ଟା ପର୍ଯ୍ୟନ୍ତ ହୋଇପାରେ। ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ସମସ୍ତ ବନ୍ଦରରେ ସ୍ଥାନୀୟ ସତର୍କ ସଙ୍କେତ ସଂଖ୍ୟା-୩ ଜାରି କରାଯାଇଛି। ୨୪ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ କେନ୍ଦ୍ରୀୟ/ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୀପ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କ ପ୍ରବେଶ ଉପରେ ନିଷେଧ ଜାରି ରହିଛି। ଏହାର ଶତପ୍ରତିଶତ ଅନୁପାଳନ ନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। *ସମ୍ଭାବ୍ୟ ବିପଦ ଉପରେ ନଜର* ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ଓ ନିମ୍ନାଞ୍ଚଳରେ ସ୍ଥାନୀୟ ଜଳବନ୍ଦୀ, ନଦୀ-ନାଳ ଓ ନିଷ୍କାସନ ଚ୍ୟାନେଲରେ ଜଳସ୍ତର ବୃଦ୍ଧି, ସମ୍ବେଦନଶୀଳ ପାହାଡ଼ିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ଏବଂ ଦକ୍ଷିଣ ଓଡ଼ିଶାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଓ କାଦୁଆ ଧସିବା ଆଶଙ୍କା ରହିଛି। କଚ୍ଚା ଘର, ଠିଆ ଫସଲ ଓ ବଗିଚା ଫସଲ କ୍ଷତିଗ୍ରସ୍ତ ହେବା ସହ ଗଛ ଉପୁଡ଼ି ପଡ଼ିବା ଯୋଗୁଁ ବିଦ୍ୟୁତ୍ ଓ ଟେଲିକମ୍ ଭିତ୍ତିଭୂମି ପ୍ରଭାବିତ ହୋଇପାରେ। *ସମସ୍ତ ବିଭାଗ ସଜାଗ ; ୨୪x୭ ନିରୀକ୍ଷଣ* ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ରଖାଯାଇଛି। ଜିଲ୍ଲା ଓ ବ୍ଲକ୍ ଆପାତକାଳୀନ କାର୍ଯ୍ୟ କେନ୍ଦ୍ରଗୁଡ଼ିକୁ ୨୪x୭ କାର୍ଯ୍ୟରତ ରଖିବା, ସମ୍ବେଦନଶୀଳ ବସତି ଚିହ୍ନଟ କରିବା, ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବା ଏବଂ ଶୁଖିଲା ଖାଦ୍ୟ, ଶିଶୁ ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ଓଡ୍ରାଫ୍, ଏନ୍‌ଡିଆରଏଫ୍ ଓ ଅଗ୍ନିଶମ ସେବା ଦଳକୁ ପୂର୍ବରୁ ମୁତୟନ ଓ ପ୍ରସ୍ତୁତ ରଖାଯାଇଥିବା ବେଳେ ଉଦ୍ଧାରକାରୀ ନୌକା, ଲାଇଫ୍ ଜାକେଟ୍ ଓ ପାୱାର ବୋଟ୍ ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଜଳସମ୍ପଦ ବିଭାଗ ପକ୍ଷରୁ ନଦୀ ଓ ଜଳାଶୟର ଜଳସ୍ତର ନିରନ୍ତର ନିରୀକ୍ଷଣ, ସମ୍ବେଦନଶୀଳ ବନ୍ଧ ସ୍ଥାନଗୁଡ଼ିକର ପରୀକ୍ଷା ଏବଂ ଆବଶ୍ୟକସ୍ଥଳେ ନିୟନ୍ତ୍ରିତ ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରାଯାଉଛି। ସହରାଞ୍ଚଳରେ ଡ୍ରେନେଜ୍ ବ୍ୟବସ୍ଥା ନିରୀକ୍ଷଣ, ନିମ୍ନାଞ୍ଚଳ ଅଣ୍ଡରପାସ୍‌ରେ ଡି-ୱାଟରିଂ ପମ୍ପ ମୁତୟନ ଏବଂ ଆବଶ୍ୟକସ୍ଥଳେ ଟ୍ରାଫିକ୍ ଡାଇଭର୍ସନ୍ ପାଇଁ ମଧ୍ୟ ପ୍ରସ୍ତୁତି ରହିଛି। ସ୍ୱାସ୍ଥ୍ୟ, ପାନୀୟ ଜଳ, ବିଦ୍ୟୁତ୍, ଯୋଗାଯୋଗ, ସଡ଼କ, କୃଷି ଓ ପଶୁସମ୍ପଦ ବିଭାଗକୁ ମଧ୍ୟ ଆବଶ୍ୟକ ପ୍ରସ୍ତୁତି ସହ ସଜାଗ ରହିବାକୁ କୁହାଯାଇଛି। ପ୍ରବଳ ବର୍ଷା ଓ ଗଭୀର ଅବପାତର ପ୍ରଭାବକୁ ଦୃଷ୍ଟିରେ ରଖି ଜନସାଧାରଣ ସ୍ଥାନୀୟ ପାଣିପାଗ ସୂଚନା ଓ ପ୍ରଶାସନର ପରାମର୍ଶ ପ୍ରତି ସଚେତନ ରହିବା ସହ ସମ୍ଭାବ୍ୟ ଜଳବନ୍ଦୀ, ଆକସ୍ମିକ ବନ୍ୟା ଓ ଭୂସ୍ଖଳନପ୍ରବଣ ଅଞ୍ଚଳରେ ବିଶେଷ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି। ରାଜ୍ୟ ଓ ଜିଲ୍ଲା ସ୍ତରରେ ସ୍ଥିତିର ରିଅଲ୍-ଟାଇମ୍ ନିରୀକ୍ଷଣ କରାଯାଉଥିବା ବେଳେ ଭାରି ବର୍ଷା, ଜଳବନ୍ଦୀ, ଆଶ୍ରୟସ୍ଥଳ, ବିଦ୍ୟୁତ୍ ଓ ପାନୀୟ ଜଳ ଯୋଗାଣ, ଉଦ୍ଧାରକାରୀ ଦଳର ମୁତୟନ ଏବଂ ଜଳାଶୟର ସଂରକ୍ଷଣ ସ୍ଥିତି ଉପରେ ନିରନ୍ତର ନଜର ରଖାଯାଉଛି। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ସ୍ପେଶାଲ୍ ରିଲିଫ୍ କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ୍, ଆଇଏମଡି ଆଞ୍ଚଳିକ ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି, ଅଗ୍ନିଶମ ସେବା ବିଭାଗର ଆଇଜି ଶ୍ରୀ ଉମା ଶଙ୍କର ଦାସ, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଦିଲୀପ ରାଉତ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲା ବେଳେ ସମ୍ପୃକ୍ତ ଜିଲ୍ଲାମାନଙ୍କର ଜିଲ୍ଲାପାଳ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀବୃନ୍ଦ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ l

powered by social2s

ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାରେ ସ୍କୁଲ ଛୁଟି

Details
Odia Ray Admin
ଓଡିଶା
23 September 2026

ଭୁବନେଶ୍ୱର : ପ୍ରବଳ ବର୍ଷା ଆଶଙ୍କାରେ ଆଜି ଓଡ଼ିଶାର ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଖୋରଧା, ନୟାଗଡ଼, ଜଗତସିଂହପୁରରେ ସ୍କୁଲ ଛୁଟି ରହିଛି। ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖାଯାଇଛି। ଶିକ୍ଷାନୁଷ୍ଠାନ ଛୁଟି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।

powered by social2s

ସମ୍ବଲପୁରରୁ ୮ଟି ଜିଲ୍ଲାର ୭୭୫ ଜଣ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ

Details
Odia Ray Admin
ଓଡିଶା
22 September 2026

ଭୁବନେଶ୍ୱର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ 'ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା' (BNTYY) ଅଧୀନରେ ତୃତୀୟ ତୀର୍ଥଯାତ୍ରୀ ଟ୍ରେନକୁ ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନରୁ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି। ଏହି ତୀର୍ଥଯାତ୍ରୀ ଟ୍ରେନ୍ ସମ୍ବଲପୁର ରେଳ ଷ୍ଟେସନରୁ ନିଜର ଯାତ୍ରା ଆରମ୍ଭ କରିଛି। ଏଥିରେ ଓଡ଼ିଶାର ୮ଟି ଜିଲ୍ଲା—ସମ୍ବଲପୁର, ଅନୁଗୋଳ, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଏବଂ ଦେବଗଡ଼ର ୭୭୫ ଜଣ ବରିଷ୍ଠ ନାଗରିକ ଏବଂ ୨୫ ଜଣ ସହଯୋଗୀ ଅଧିକାରୀ ଯାତ୍ରା କରୁଛନ୍ତି। ଏହି ତୀର୍ଥଯାତ୍ରୀମାନେ ପବିତ୍ର ତୀର୍ଥସ୍ଥଳୀ ବାରାଣସୀ ଏବଂ ଅଯୋଧ୍ୟା ପରିଦର୍ଶନ କରି ୨୭ ସେପ୍ଟେମ୍ବର ୨୦୨୬ରେ ସମ୍ବଲପୁର ଫେରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାର ବରିଷ୍ଠ ନାଗରିକମାନଙ୍କୁ ସୁରକ୍ଷିତ, ସୁସଂଗଠିତ ଏବଂ ସମନ୍ୱିତ ଭ୍ରମଣ ଅନୁଭୂତି ମାଧ୍ୟମରେ ପ୍ରମୁଖ ଧାର୍ମିକ ସ୍ଥଳୀସମୂହ ପରିଦର୍ଶନ କରାଇବା ପାଇଁ 'ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା' ପ୍ରସ୍ତୁତ କରାଯାଇଛି। ଯାତ୍ରା ସମୟରେ ଆବଶ୍ୟକ ସହାୟତା ଏବଂ ସମନ୍ୱୟ ରକ୍ଷା କରିବା ପାଇଁ ନିୟୋଜିତ ସହଯୋଗୀ ଅଧିକାରୀ ତୀର୍ଥଯାତ୍ରୀଙ୍କ ସହିତ ରହିଛନ୍ତି। ସମ୍ବଲପୁର ରେଳ ଷ୍ଟେସନରେ ଆୟୋଜିତ ଏହି ଆଭାସୀ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନେକ ବରିଷ୍ଠ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରେ ସମ୍ବଲପୁର RDC; ସମ୍ବଲପୁର DIG ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର; ସମ୍ବଲପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର; ସମ୍ବଲପୁର ମହାନଗର ନିଗମ କମିଶନର; ଶ୍ରୀ ରେହାନ ଖାତ୍ରୀ; ଏବଂ ସମ୍ବଲପୁର ADM ଶ୍ରୀ ସୁଧାଂଶୁ କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।

powered by social2s

More Articles ...

  1. ଅକ୍ଟୋବର ୨୭ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ
  2. ବଙ୍ଗୋପସାଗରରେ ଅବପାତ: ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ; କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ୍, ନବରଙ୍ଗପୁର ପାଇଁ 'ରେଡ୍ ୱାର୍ଣ୍ଣିଂ'
  3. ମୌସୁମି ଅଧିବେଶନ ଆରମ୍ଭ
Page 53 of 2250
  • Start
  • Prev
  • 48
  • 49
  • 50
  • 51
  • 52
  • 53
  • 54
  • 55
  • 56
  • 57
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.