• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
22
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

୧୮ଟି ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ ଅନୁମୋଦନ

Details
Odia Ray Admin
ଓଡିଶା
07 September 2026

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ବୈଠକରେ ୧୮ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ। ଓଡ଼ିଶାର ଜଳସେଚନ ପ୍ରକଳ୍ପଗୁଡ଼ିକରେ ପର୍ଯ୍ୟଟନ ସୁବିଧାର ବିକାଶ (ବୋଇତ)'କୁ ମିଳିଲା ଅନୁମୋଦନ। ଓଡ଼ିଶା ମୃତ୍ତିକା ସଂରକ୍ଷଣ ସେବା କ୍ୟାଡରର ପୁନର୍ଗଠନ ପରେ ମୋଟ ଅନୁମୋଦିତ ପଦସଂଖ୍ୟା ୩୧୯ରେ ଅପରିବର୍ତ୍ତିତ ସହ ବରିଷ୍ଠ ସ୍ତରରେ ୨ଟି ଅତିରିକ୍ତ ନିର୍ଦ୍ଦେଶକ ଓ ୬ଟି ଯୁଗ୍ମ ନିର୍ଦ୍ଦେଶକ ପଦ ସୃଷ୍ଟି ହେବ ଏବଂ ଉପନିର୍ଦ୍ଦେଶକ ପଦ ୨୯ରୁ ୩୨କୁ ବୃଦ୍ଧି ପାଇବ। ପାଞ୍ଚ ବର୍ଷରେ ୧ ଲକ୍ଷ ୫୦ ହଜାର ଗଭୀର ନଳକୂପ ସ୍ଥାପନ ସହ ୭.୫ ଲକ୍ଷ ହେକ୍ଟର ଜଳସେଚନ କ୍ଷମତା ସୃଷ୍ଟି ପାଇଁ ୮,୬୫୩.୦୪ କୋଟି ବ୍ୟୟବରାଦକୁ ମିଳିଛି ଅନୁମୋଦନ। ଭବାନୀପାଟଣା–ମୁନିଗୁଡ଼ା ରାସ୍ତାକୁ ୨ ଲେନ୍‌ରୁ ୪ ଲେନ୍‌ କରିବାକୁ ୧୯୬.୧୮ କୋଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି। ପେନସନ ବିଳମ୍ବ ହେଲେ ମିଳିବ ବାର୍ଷିକ ୭ ପ୍ରତିଶତ ସୁଧ ।

powered by social2s

ଡିଗ୍ରୀ ଦ୍ୱାର ଖୋଲିବ, ନିଷ୍ପତ୍ତି ଜୀବନ ଗଢ଼ିବ: ରାଜ୍ୟପାଳ

Details
Odia Ray Admin
ଓଡିଶା
07 September 2026

ଭୁବନେଶ୍ୱର: ଜଣେ ଛାତ୍ରଙ୍କ ଜୀବନରେ ଡିଗ୍ରୀ ଦ୍ୱାର ଖୋଲିବ ଏବଂ ନିଷ୍ପତ୍ତି ଜୀବନ ଗଢ଼ିବ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି I ସମ୍ବଲପୁରରେ ଥିବା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି I ପରିବର୍ତ୍ତନଶୀଳ ବିଶ୍ୱରେ ନିଜକୁ ପ୍ରାସଙ୍ଗିକ ରଖିବା ପାଇଁ ନିରନ୍ତର ଶିକ୍ଷା, ପରିବର୍ତ୍ତନ ସହ ଖାପ ଖୁଆଇବା ସହ ପ୍ରଯୁକ୍ତି ଓ ଉଦ୍ୟୋଗୀ ଦକ୍ଷତା ହାସଲ କରିବାକୁ ସ୍ନାତକ ଛାତ୍ରଛାତ୍ରୀଙ୍କୁ ରାଜ୍ୟପାଳ ଆହ୍ୱାନ ଜଣାଇଛନ୍ତି । ଏତତବ୍ୟତୀତ ରାଜ୍ୟପାଳ କହିଛନ୍ତି ଯେ ଆଧୁନିକ ବିଶ୍ୱରେ ସେମାନେ ହିଁ ସବୁଠୁ ଅଧିକ ସଫଳ ହେବେ, ଯେଉଁମାନେ ଶିଖିବେ, ଅପ୍ରଚଳିତ ଚିନ୍ତାଧାରାକୁ ଦୁରେଇ ଦେବେ ଓ ପୁନଃ ଶିଖିବାର କ୍ଷମତା ରଖିବେ। ଏହି ସମାରୋହରେ ରାଜ୍ୟପାଳ ନିଜର ଉଦବୋଧନରେ ଭାରତ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ୁଥିବା ଦର୍ଶାଇ କହିଛନ୍ତି ଯେ, ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତିନି ମାସରେ ଦେଶର ପ୍ରକୃତ ଜିଡିପି ଅଭିବୃଦ୍ଧି ୭.୮ ପ୍ରତିଶତ ରହିବା ଆକଳନ କରାଯାଇଛି। ସେମିକଣ୍ଡକ୍ଟର, ଇଲେକ୍ଟ୍ରୋନିକ୍ସ, ମହାକାଶ, ଡିଜିଟାଲ ପ୍ରଯୁକ୍ତି, ଉତ୍ପାଦନ, ସ୍ୱାସ୍ଥ୍ୟସେବା, କୃଷି ଓ ଅକ୍ଷୟ ଶକ୍ତି ଭଳି କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି ହେଉଥିବା ବେଳେ ଏହାର ଲାଭ ପ୍ରସ୍ତୁତ ଥିବା ଯୁବପିଢ଼ି ହିଁ ଉଠାଇପାରିବେ। ପୁଣି ରାଜ୍ୟପାଳ କହିଛନ୍ତି ଯେ, ଜାତୀୟ ଶିକ୍ଷା ନୀତି (NEP) ୨୦୨୦ରେ ସାମଗ୍ରିକ, ବହୁବିଷୟକ, ଅନୁଭୂତିଭିତ୍ତିକ ଓ ଦକ୍ଷତାଭିତ୍ତିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଇଛି। ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ନୀତିକୁ ଆଗେଇ ନେବାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ମାନ୍ୟବର ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନକୁ ସେ ପ୍ରଶଂସା କରିଛନ୍ତି। ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ରାଜ୍ୟପାଳ କହିଛନ୍ତି ଯେ, ପଶ୍ଚିମ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ, ହସ୍ତଶିଳ୍ପ, ଲୋକପରମ୍ପରା ଓ ପାରମ୍ପରିକ ଜ୍ଞାନକୁ ଆଗକୁ ନେବା ପାଇଁ ବିଶ୍ୱବିଦ୍ୟାଳୟ କାରିଗର, ଡିଜାଇନର, ପ୍ରଯୁକ୍ତିବିଦ୍, ଉଦ୍ୟୋଗୀ ଓ ଛାତ୍ରଛାତ୍ରୀଙ୍କୁ ଏକାଠି କରିବା ଆବଶ୍ୟକ। ପାରମ୍ପରିକ କଳା ସହ ଡିଜାଇନ୍ ଚିନ୍ତନ, ଡିଜିଟାଲ ମାର୍କେଟିଂ, ଇ-କମର୍ସ ଓ ବିଶ୍ୱ ବଜାର ସମ୍ପର୍କିତ ଜ୍ଞାନକୁ ଯୋଡ଼ିଲେ ସ୍ଥାନୀୟ ଉତ୍ପାଦ ବିଶ୍ୱ ବଜାରରେ ପହଞ୍ଚିପାରିବ। ଶକ୍ତି କ୍ଷେତ୍ରରେ ସୌର, ପବନ, ଗ୍ରୀନ୍ ହାଇଡ୍ରୋଜେନ୍, ଶକ୍ତି ସଂରକ୍ଷଣ, ଇଲେକ୍ଟ୍ରିକ୍ ମୋବିଲିଟି, ବାୟୋଏନର୍ଜି ଓ ଶକ୍ତି ଦକ୍ଷତା ଭଳି କ୍ଷେତ୍ରରେ ଛାତ୍ରଛାତ୍ରୀମାନେ ସୁଯୋଗ ଖୋଜିବାକୁ ରାଜ୍ୟପାଳ ଆହ୍ୱାନ ଦେଇଛନ୍ତି। ଲୋକ ଭବନକୁ IGBC ଗ୍ରୀନ୍ କ୍ୟାମ୍ପସ୍ ରେଟିଂ ସିଷ୍ଟମ୍‌ରେ ପ୍ଲାଟିନମ୍ ସାର୍ଟିଫିକେସନ୍ ମିଳିଥିବା ଉଲ୍ଲେଖ କରି ସେ କହିଛନ୍ତି ଯେ ସ୍ଥାୟୀ ବିକାଶ କେବଳ ଏକ ଧାରଣା ନୁହେଁ, ଏହାକୁ ଶିକ୍ଷାନୁଷ୍ଠାନରେ ଅନୁସରଣ କରାଯାଇପାରେ। ସ୍ନାତକମାନଙ୍କୁ ନିଜ ଶିକ୍ଷାକୁ ସମାଜର ବୃହତ୍ତର ମଙ୍ଗଳରେ ବ୍ୟବହାର କରିବାକୁ ଆହ୍ୱାନ ଦେଇ ରାଜ୍ୟପାଳ କହିଛନ୍ତି ଯେ ଆପଣଙ୍କ ଡିଗ୍ରୀ ଏକ ଦ୍ୱାର ଖୋଲିଥାଏ, କିନ୍ତୁ ଆପଣଙ୍କ ପସନ୍ଦ ଆପଣଙ୍କ ଜୀବନକୁ ପରିଭାଷିତ କରିବ। ଓଡ଼ିଶାର ଐତିହ୍ୟକୁ ବିଶ୍ୱସ୍ତରରେ ପହଞ୍ଚାଇବା ସହ ବିଶ୍ୱର ଶ୍ରେଷ୍ଠ ଚିନ୍ତାଧାରାକୁ ଓଡ଼ିଶାକୁ ଆଣିବା ପାଇଁ ସେ ଯୁବପିଢ଼ିଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସମାରୋହରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ମାନ୍ୟବର ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉଦ୍‌ବୋଧନ ଦେଇଥିଲେ। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ରାଜ୍ୟପାଳ ବିଭିନ୍ନ ଡିଗ୍ରୀ ପ୍ରଦାନ କରିଥିଲେ।

powered by social2s

ଦଶମ-ଦ୍ଵାଦଶ ହେବ ଗୋଟିଏ ବୋର୍ଡ

Details
Odia Ray Admin
ଓଡିଶା
07 September 2026

ଭୁବନେଶ୍ୱର : ଦଶମ-ଦ୍ଵାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ। କାର୍ଯ୍ୟାଳୟ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ଓଡ଼ିଶା ସରକାର। ଏହି ସୂଚନା ଦେଲେ ଗଣଶିକ୍ଷା ସଚିବ ଏନ୍.ଥିରୁମଲ୍ଲା ନାୟକ। ଦ୍ଵାଦଶ ପାଇଁ ପ୍ରସ୍ତୁତ ରହିବାକୁ ସି ଏଚ ଏସ ଇ କୁ ନିର୍ଦ୍ଦେଶ ଦିଆଯାଇଛି। ମୁକ୍ତ ବିଦ୍ୟାଳୟରେ ହେବ +୨ ପାଠ୍ୟକ୍ରମ। ୧୮ ବର୍ଷ ଯାଏଁ ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଶିକ୍ଷା। ମାଗଣା ଡିଜିଟାଲ ଶିକ୍ଷା ପାଇଁ ସି ଏଚ ଏସ ଇକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଆରେ +୨ ବାଣିଜ୍ୟ ଓ ବିଜ୍ଞାନ ପଢ଼ିବେ ଛାତ୍ରଛାତ୍ରୀ।

powered by social2s

एसेक्स फार्म अंडर-16 बनी चैंपियन, फाइनल में कौशल क्रिकेट कोचिंग सेंटर को 211 रनों से हराया

Details
Odia Ray Admin
ଓଡିଶା
06 September 2026

नई दिल्ली: लेट्स प्ले स्पोर्ट्स क्रिकेट स्टेडियम, नई दिल्ली में आयोजित 9वीं हरवीर मेमोरियल अंडर-16 क्रिकेट टूर्नामेंट 2026 का खिताब एसेक्स फार्म अंडर-16 ने शानदार प्रदर्शन करते हुए अपने नाम कर लिया। फाइनल मुकाबले में एसेक्स फार्म अंडर-16 ने कौशल क्रिकेट कोचिंग सेंटर को 211 रनों से करारी शिकस्त दी। टॉस जीतकर पहले बल्लेबाजी करने उतरी एसेक्स फार्म अंडर-16 की टीम ने निर्धारित 40 ओवर में 7 विकेट के नुकसान पर 328 रन बनाए। टीम की ओर से सक्षम यादव ने शानदार शतक लगाते हुए 110 रन बनाए, जबकि युवीश सिंह ने 94 रनों की महत्वपूर्ण पारी खेली। कौशल क्रिकेट कोचिंग सेंटर की ओर से माधव अग्रवाल और वत्सल ने दो-दो विकेट हासिल किए। 329 रनों के विशाल लक्ष्य का पीछा करने उतरी कौशल क्रिकेट कोचिंग सेंटर की टीम एसेक्स फार्म के गेंदबाजों के सामने टिक नहीं सकी और 23.4 ओवर में 117 रन बनाकर ऑल आउट हो गई। एसेक्स फार्म अंडर-16 की ओर से कबीर चौहान ने शानदार गेंदबाजी करते हुए तीन विकेट चटकाए और टीम की जीत में महत्वपूर्ण भूमिका निभाई। इस तरह एसेक्स फार्म अंडर-16 ने फाइनल मुकाबला 211 रनों से जीतकर चैंपियनशिप ट्रॉफी पर कब्जा किया। शानदार 110 रनों की पारी खेलने वाले सक्षम यादव को प्लेयर ऑफ द मैच चुना गया। पुरस्कार वितरण समारोह में राजन मनचंदा, पूर्व संयुक्त सचिव, दिल्ली एवं जिला क्रिकेट संघ (DDCA), रोशन क्लब के सचिव एवं भाजपा स्पोर्ट्स सेल, दिल्ली के संयोजक, तथा संतोष कुमार राय, IAS, विशेष सचिव, गृह विभाग उपस्थित रहे। टूर्नामेंट में युवा खिलाड़ियों ने शानदार प्रतिभा, प्रतिस्पर्धात्मक भावना और क्रिकेट के प्रति समर्पण का प्रदर्शन किया। इस प्रतियोगिता ने उभरते हुए क्रिकेटरों को अपनी प्रतिभा दिखाने और भविष्य के लिए अनुभव हासिल करने का महत्वपूर्ण मंच प्रदान किया।

powered by social2s

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୪ତମ ପ୍ରତିଷ୍ଠା ଦିବସ ପାଳିତ

Details
Odia Ray Admin
ଓଡିଶା
07 September 2026

ଭୁବନେଶ୍ବର: ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋଟପାଡ ବିଧାୟକ ଶ୍ରୀ ରୁପୁ ଭତ୍ରା ଯୋଗ ଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡଃ ଏନ୍. ତିରୁମାଲା ନାୟକ ଉପସ୍ଥିତ ଥିଲେ । ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ନିୟତି ପଟ୍ଟନାୟକ, ପରିଷଦର ଅଧ୍ୟକ୍ଷ ଶ୍ରୀ ମୃଣାଳକାନ୍ତି ଦାସ, ସଚିବ ଶ୍ରୀମତୀ ଶୁଭ୍ରାବାଳା ବେହେରା, ଉପାଧ୍ୟକ୍ଷ ଅକ୍ରୁର ବାରିକ, ପରୀକ୍ଷା ନିୟନ୍ତ୍ରକ ଡ଼ ପ୍ରଶାନ୍ତ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ପରିଷଦର ତ୍ରୁଟିଶୂନ୍ୟ ପରୀକ୍ଷା ପରିଚାଳନାକୁ ପ୍ରଶଂସା କରିବା ସହ ଗୁଣାତ୍ମକ ଶିକ୍ଷାକୁ ଦ୍ବିଗୁଣିତ କରିବା ଉପରେ ଗୁରୁତ୍ବାରୋପ କରିଥିଲେ । ସେ କହିଛନ୍ତି, ଶିକ୍ଷାର ମୂଳଦୁଆକୁ ସୁଦୃଢ଼ କରିବାରେ ପରିଷଦ ସର୍ବଦା ନିଜର ଆକୁଣ୍ଠ ପ୍ରୟାସ କରି ଆସିଛି । ରାଜ୍ୟରେ ଜାତୀୟ ଶିକ୍ଷା ନୀତି ୨୦୨୦ ଆଧାରରେ ପରିଷଦ ଶିକ୍ଷାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିପାରିଛି ବୋଲି ସେ ମତ ପ୍ରକାଶ କରିଛନ୍ତି । ସେହିପରି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆୟୁକ୍ତ-ତଥା-ଶାସନ ସଚିବ ଆଲୋକପାତ କରିଥିଲେ ଯେ ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଅଭିଜ୍ଞତାମୂଳକ ଶିକ୍ଷା (experiential learning) ଉପରେ ପର୍ଯ୍ୟବେସିତ ନୂତନ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ପ୍ରାଥମିକତା ଦିଆଯାଉଛି ଏବଂ ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତିରେ ବିଜ୍ଞାନ ବିଭାଗ ପାଇଁ ଓଡ଼ିଆରେ ସନ୍ଦର୍ଭ ପୁସ୍ତକ (reference books) ପ୍ରସ୍ତୁତ କରିବାକୁ ପଦକ୍ଷେପ ନିଆଯାଉଛି । ଛାତ୍ରଛାତ୍ରୀମାନଙ୍କୁ ସାହାଯ୍ୟ କରିବା ପାଇଁ ଡିଜିଟାଲ୍ ବିଷୟବସ୍ତୁ ବିକଶିତ କରିବାକୁ ପରିଷଦକୁ ୧୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ଧନ୍ଦାମୂଳକ ଶିକ୍ଷା ଉପରେ ମଧ୍ୟ ଧ୍ୟାନ ଦିଆଯାଉଛି, ଯେପରି ଛାତ୍ରଛାତ୍ରୀମାନେ ଯୁକ୍ତ ଦୁଇ ପାସ୍ କରିବା ପରେ ଅନ୍ତତଃ ଗୋଟିଏ ଟ୍ରେଡ୍‌ରେ ଦକ୍ଷ ହୋଇପାରିବେ, ଏହାସହିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଉଦ୍ୟମ କରାଯାଉଛି । ବିଭାଗୀୟ ସଚିବ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଉଭୟକୁ ଗୋଟିଏ ବୋର୍ଡରେ ମିଶ୍ରଣ କରିବା ପାଇଁ ଉଦ୍ୟମ ଜାରି ରହିଛି । ଏହା ବ୍ୟତୀତ ସେ କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଗାମୀ ଦିନରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସଂସ୍ଥାନ (SIOS) ଅର୍ଥାତ୍ ଓପନ୍ ସ୍କୁଲିଂ ଜରିଆରେ ଯୁକ୍ତ ଦୁଇ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଅନୁମୋଦନ ଦେଇଛନ୍ତି । ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀମତୀ ପଟ୍ଟନାୟକ ପରିଷଦର ୪୩ ବର୍ଷ ପୂର୍ତ୍ତି ଅବସରରେ ସମସ୍ତ ସଦସ୍ୟଙ୍କୁ ଶୁଭକାମନା ଜଣାଇଛନ୍ତି । ସ୍ବାଗତ ଅଭିଭାଷଣ ପ୍ରଦାନ କରି ପରିଷଦର ଅଧ୍ୟକ୍ଷ ଛାତ୍ରଛାତ୍ରୀମାନଙ୍କର ପ୍ରାରମ୍ଭିକ ଶିକ୍ଷାର ଗୁରୁତ୍ବ ସମ୍ପର୍କରେ ଆଲୋଚନା କରିଥିଲେ । ଏଥିସହ ପିଲାଙ୍କ ପ୍ରତିଭାକୁ ଚିହ୍ନଟ କରି ସେମାନଙ୍କୁ ଆଗକୁ ବଢିବାରେ ସାହାଯ୍ୟ କରିବାକୁ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଆହ୍ବାନ କରିଥିଲେ । ପରିଷଦର ପରୀକ୍ଷା ନିୟନ୍ତ୍ରକ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ, କାର୍ଯ୍ୟକ୍ରମରେ ପରିଷଦର ସଚିବଙ୍କ ଦ୍ବାରା ବାର୍ଷିକ ବିବରଣୀ ଉପସ୍ଥାପନା କରାଯାଇଥିଲା । ପରିଷଦର ବାର୍ଷିକ ସ୍ମରଣିକା “ପ୍ରଜ୍ଞା” କୁ ଅତିଥିମାନେ ଉନ୍ମୋଚନ କରିବା ସହ ଡିବେଟ୍ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିସହ ଜାତୀୟ ବିଦ୍ୟାଳୟ ସମୂହ ପ୍ରତିଯୋଗିତାରେ ବିଭିନ୍ନ ବର୍ଗରେ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

powered by social2s

ରାୟଗଡ଼ା ହଷ୍ଟେଲରେ ରାଗିଂ ଅଭିଯୋଗ

Details
Odia Ray Admin
ଓଡିଶା
07 September 2026

ରାୟଗଡ଼ା: ରାୟଗଡ଼ା ଜିଲ୍ଲାର ଏକ ଆବାସିକ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଛାତ୍ରକୁ ରାଗିଂ ଅଭିଯୋଗ ହୋଇଛି। ପେଣ୍ଟା ପିଏମ୍‌ଶ୍ରୀ ହାଇସ୍କୁଲରେ ରାଗିଂ ଅଭିଯୋଗ ଆଣିଲେ ଷଷ୍ଠ ଶ୍ରେଣୀ ଛାତ୍ର। ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରିବା ସହ ବିଭିନ୍ନ କାମ କରାଉଥିବା ନେଇ ଅଭିଯୋଗ କଲେ ଛାତ୍ର। ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଲେ ଜିଲ୍ଲା ମଙ୍ଗଳ ଅଧିକାରୀ।

powered by social2s

ଓଡ଼ିଆ ଉଚ୍ଚାରଣ ଅନୁରୂପ ସ୍ଥାନନାମର ସଂଶୋଧିତ ଇଂରାଜୀ ବନାନର ସମାନ ଓ ସର୍ବତ୍ର ବ୍ୟବହାର ପାଇଁ ଜିଲ୍ଲାପାଳମାନଙ୍କୁ ରାଜସ୍ୱ ବିଭାଗର କଡ଼ା ନିର୍ଦ୍ଦେଶ

Details
Odia Ray Admin
ଓଡିଶା
06 September 2026

ଭୁବନେଶ୍ୱର : ଓଡ଼ିଶା କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନନାମର ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖି ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନ୍‌ବୋର୍ଡ୍ ଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l ପ୍ରକାଶ ଥାଉ କି, ଗତ ୨୨ ଜୁନ୍‌, ୨୦୨୬ରେ ଓଡ଼ିଶା ସରକାରଙ୍କ ପ୍ରକାଶିତ ଗେଜେଟ୍‌ ବିଜ୍ଞପ୍ତି ଅନୁଯାୟୀ, ସଂଶୋଧିତ ବନାନକୁ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନଗୁଡ଼ିକର ସାଇନ୍‌ବୋର୍ଡରେ ଏକ ମାସ ମଧ୍ୟରେ ଲାଗୁ କରିବାକୁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ସେହିପରି, ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ପାଇଁ ଛଅ ମାସର ସମୟସୀମା ରଖାଯାଇଛି l ସରକାରଙ୍କ ଏହି ନିଷ୍ପତ୍ତି ଅନେକ ଜିଲ୍ଲାରେ ସଫଳତାର ସହ କାର୍ଯ୍ୟକାରୀ ହୋଇଛି। ଏହାର ଅଂଶସ୍ୱରୂପ Angulକୁ Anugola, Balasoreକୁ Baleshwar, Kendraparaକୁ Kendrapada ଏବଂ Cuttackକୁ KATAKA ଭାବେ ସଂଶୋଧିତ ଇଂରାଜୀ ବନାନରେ ବ୍ୟବହାର କରାଯାଉଛି। ତେବେ, କେତେକ ସରକାରୀ କାର୍ଯ୍ୟାଳୟର ସାଇନ୍‌ବୋର୍ଡରେ ଏପର୍ଯ୍ୟନ୍ତ ପୁରୁଣା ଇଂରାଜୀ ବନାନ ବ୍ୟବହୃତ ହେଉଥିବା ରାଜ୍ୟସରକାରଙ୍କ ଦୃଷ୍ଟିଗୋଚର ହୋଇଛି l ଏଥିମଧ୍ୟରେ “Jeypore” ଏବଂ “Soro” ଭଳି ପୁରୁଣା ବନାନ ମଧ୍ୟ ରହିଛି। ଏଗୁଡ଼ିକର ସ୍ଥାନରେ ସରକାରଙ୍କ ଦ୍ୱାରା ଅନୁମୋଦିତ “Jayapur” ଏବଂ “Sora” ବନାନ ବ୍ୟବହାର ସୁନିଶ୍ଚିତ କରିବାକୁ କୁହାଯାଇଛି। ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ସରକାରୀ ସ୍ଥାନନାମରେ ସଂଗତି ବଜାୟ ରଖିବା ଅତ୍ୟାବଶ୍ୟକ। ସରକାରୀ ସାଇନ୍‌ବୋର୍ଡରେ ପୁରୁଣା ବନାନର ବ୍ୟବହାର ଜାରି ରହିଲେ ସରକାରୀ ନାମକରଣରେ ଅସଙ୍ଗତି ସୃଷ୍ଟି ହେବା ସହ କ୍ୟାବିନେଟ୍‌ ନିଷ୍ପତ୍ତିର ଉଦ୍ଦେଶ୍ୟ ପ୍ରଭାବିତ ହେବ। ଏହି ପରିପ୍ରେକ୍ଷୀରେ ସମସ୍ତ ଜିଲ୍ଲାପାଳଙ୍କୁ ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ, ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସରକାରୀ ସାଇନ୍‌ବୋର୍ଡର ସମୀକ୍ଷା କରି ସଂଶୋଧିତ ଇଂରାଜୀ ବନାନର ସମାନ ଓ ସମୁଚିତ ବ୍ୟବହାର ସୁନିଶ୍ଚିତ କରିବାକୁ କୁହାଯାଇଛି। ଏଥିସହ ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ଦ୍ଵାରା ମଧ୍ୟ ଏହି ପରିବର୍ତ୍ତନକୁ ସକରାତ୍ମକ ଭାବେ ଗ୍ରହଣ କରି ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏହି କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମ୍ପୂର୍ଣ୍ଣ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ସହ ଏ ସମ୍ପର୍କରେ ଏକ ସପ୍ତାହ ମଧ୍ୟରେ ଅନୁପାଳନ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

powered by social2s

More Articles ...

  1. ଶୈଳବାଳା ଇନଷ୍ଟିଚ୍ୟୁଟ୍ ଅଫ୍ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍ସ ଏବଂ ଶ୍ରୀ ସାଇ ଶ୍ରଦ୍ଧା ମହାବିଦ୍ୟାଳୟ ପରିସରରେ ଗୁରୁ ଦିବସ ଆଡମ୍ବର ସହକାରେ ପାଳିତ
  2. ବିନା ପ୍ରଦୂଷଣ ପ୍ରମାଣପତ୍ର ଓ ବୀମାରେ ଗାଡ଼ି ଚଳାଇଲେ ଧରିବ ଇ-ଡିଟେକ୍ସନ ବ୍ୟବସ୍ଥା
  3. ନଦୀକୁ ଡେଇଁ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର
Page 65 of 2250
  • Start
  • Prev
  • 60
  • 61
  • 62
  • 63
  • 64
  • 65
  • 66
  • 67
  • 68
  • 69
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.